Revised Common Lectionary (Semicontinuous)
ଶାନ୍ତିରାଜା ଅସୁଛନ୍ତି
11 ଅନନ୍ତର ଯିଶୟର ଗଣ୍ଡିରୁ ଏକ କ୍ଷୁଦ୍ର ଶାଖା ବହନ କରିବ, ତା’ର ମୂଳରୁ ଶାଖା ବଢ଼ିବ, 2 ସେହି ପିଲା ମଧ୍ୟରେ ସଦାପ୍ରଭୁଙ୍କର ଆତ୍ମା ସ୍ଥାନ ପାଇବ। ସେହି ଆତ୍ମା ଜ୍ଞାନ, ବିବେଚନା ମନ୍ତ୍ରଣା ଓ ପରାକ୍ରମ ପ୍ରଦାନ କରିବ। ଆଉ ମଧ୍ୟ ସେହି ଆତ୍ମା ସଦାପ୍ରଭୁଙ୍କୁ ଜାଣିବାକୁ ଓ ଅନୁସରଣ କରିବାକୁ ପିଲାକୁ ସାହାଯ୍ୟ କରିବେ। 3 ସଦାପ୍ରଭୁଙ୍କୁ ଭକ୍ତି କରିବେ ଏବଂ ସଦାପ୍ରଭୁଙ୍କ ଅଭୟ ଯୋଗୁଁ ସୁଖୀ ହେବେ।
ଏହି ପିଲା ନିଜ ଦୃଷ୍ଟି ବଳରେ ଲୋକମାନଙ୍କୁ ବିଗ୍ଭର କରିବ ନାହିଁ କିମ୍ବା ନିଜର ଶୁଣିବାନୁସାରେ ଅନୁଯୋଗ କରିବ ନାହିଁ। 4-5 ସେ ସାଧୁ ଓ ନିରପେକ୍ଷ ରହିବେ, ଯେତେବେଳେ ଗରିବ ଏବଂ ଅସହାୟ ଲୋକଙ୍କର ବିଗ୍ଭର କରୁଥିବେ। ସେ ଯେତେବେଳେ ଲୋକଙ୍କୁ ଦଣ୍ଡ ଦେବାକୁ ସ୍ଥିର କରିବ, ସେତେବେଳେ ସେମାନେ ଦଣ୍ଡିତ ହେବେ। ପୁଣି ଯେତେବେଳେ ଦୁଷ୍ଟାଗ୍ଭରୀମାନଙ୍କୁ ସଂହାର କରିବାକୁ ଆଦେଶ ଦେବେ, ସେତେବେଳେ ସେମାନେ ନିହତ ହେବେ। ଧର୍ମ ଓ ନ୍ୟାୟ ସେ ପିଲାକୁ ଶକ୍ତି ଦେବ। ସେଗୁଡ଼ିକ ତା’ର ଅଣ୍ଟାର ବଳୟ ସଦୃଶ ହେବ।
6 ସେ ସମୟରେ ଗଧିଆଗୁଡ଼ିକ ମେଷ ଶାବକମାନଙ୍କ ସହିତ ଶାନ୍ତିରେ ବାସ କରିବେ। ଛେଳିଛୁଆ ସହିତ ବାଘ ଏକତ୍ର ଶାନ୍ତିରେ ଶୋଇବେ। ବାଛୁରି, ସିଂହ ଓ ଷଣ୍ଢଗୁଡ଼ିକ ଏକତ୍ର ସୁଖ ଶାନ୍ତିରେ ବାସ କରିବେ। ଏପରିକି ଗୋଟିଏ ଛୋଟ ପିଲା ସେମାନଙ୍କୁ ଅଡ଼ାଇବ। 7 ଗାଈ ଓ ଭାଲୁଗୁଡ଼ିକ ଏକତ୍ର ଶାନ୍ତିରେ ବାସ କରିବେ। ସେ ସମସ୍ତଙ୍କର ପିଲାମାନେ ପରସ୍ପରକୁ ଆଘାତ ନ କରି ଏକତ୍ର ଶୋଇବେ। ସିଂହମାନେ ଗାଈପରି ନଡ଼ା ଖାଇବେ। ଏପରିକି ସର୍ପ ମଧ୍ୟ କାହାରିକୁ ଆଘାତ କରିବ ନାହିଁ। 8 ଗୋଟିଏ ଶିଶୁ ବିଷଧର ସର୍ପର ଗର୍ତ୍ତରେ ଖେଳିବ। ଆଉ ମଧ୍ୟ ଶିଶୁଟି ନିର୍ଭୟରେ ସର୍ପ ଗର୍ତ୍ତରେ ହାତ ପୁରାଇବ।
9 କୌଣସି ବ୍ୟକ୍ତି ଅନ୍ୟକୁ ଆଘାତ କରିବ ନାହିଁ। ମୋର ପବିତ୍ର ପର୍ବତରେ କୌଣସି ବ୍ୟକ୍ତି ଅନିଷ୍ଟ ଚିନ୍ତା କରିବ ନାହିଁ। କାରଣ ସଦାପ୍ରଭୁଙ୍କ ବିଷୟରେ ସେମାନଙ୍କ ପରିପୂର୍ଣ୍ଣ ଜ୍ଞାନ ହେବ। ସମୁଦ୍ର ଯେପରି ଜଳରେ ପରିପୂର୍ଣ୍ଣ ପୃଥିବୀ ସେହିପରି ସଦାପ୍ରଭୁ ବିଷୟକ ଜ୍ଞାନରେ ପରିପୂର୍ଣ୍ଣ ହେବ।
8 ପୁଣି ହେ ପଲର ଦୁର୍ଗ,
ତୁମ୍ଭର ସମୟ ଆସିବ।
ସିୟୋନ କନ୍ୟା, ପର୍ବତରେ ତୁମ୍ଭେ
ପୁନର୍ବାର ଶାସନ ଗାଦିରେ ରହିବ।
ଆଉ ଅତୀତ ପରି ଯିରୁଶାଲମ
ଗୋଟିଏ ଶକ୍ତିଶାଳୀ ରାଜ୍ୟ ହେବ।”
ଇସ୍ରାଏଲୀୟମାନେ କାହିଁକି ବାବିଲୋନ ଯିବେ
9 ବର୍ତ୍ତମାନ ତୁମ୍ଭେ କାହିଁକି ଉଚ୍ଚ ସ୍ୱରରେ ବିଳାପ କରୁଛ?
ତୁମ୍ଭର ରାଜା କ’ଣ ଗ୍ଭଲିଯାଇଛନ୍ତି?
ତୁମ୍ଭେ କ’ଣ ତୁମ୍ଭର ମନ୍ତ୍ରୀଙ୍କୁ ହରାଇଛ?
ପ୍ରସବକାଳୀନ ରମଣୀଙ୍କ ପରି ତୁମ୍ଭେ ବେଦନା ପାଉଛ।
10 ହେ ସିୟୋନର କନ୍ୟା, ତୁମ୍ଭେ ପ୍ରସବ ବେଦନା ଅନୁଭବ କରି
ସନ୍ତାନ ଜନ୍ମ ଦିଅ।
ତୁମ୍ଭେ ନଗରର ବାହାରକୁ ଯାଅ
ଏବଂ କ୍ଷେତ୍ରରେ ବାସ କର।
ତୁମ୍ଭେ ବାବିଲୋନ ଯିବ।
କିନ୍ତୁ ସେ ସ୍ଥାନରେ ତୁମ୍ଭେ ସୁରକ୍ଷିତ ହେବ।
ଆଉ ମଧ୍ୟ ସଦାପ୍ରଭୁ ସେଠାକୁ ଯିବେ ଓ ତୁମ୍ଭକୁ ରକ୍ଷା କରିବେ।
ସେ ତୁମ୍ଭମାନଙ୍କୁ ଶତ୍ରୁମାନଙ୍କଠାରୁ ଦୂରେଇ ନେବେ।
ଅନ୍ୟ ଗୋଷ୍ଠୀ ସମୂହକୁ ସଦାପ୍ରଭୁ ଧ୍ୱଂସ କରିବେ
11 ତୁମ୍ଭ ବିରୁଦ୍ଧରେ ବହୁ ଗୋଷ୍ଠୀ ଲଢ଼ିବାକୁ ଆସିଛନ୍ତି।
ସେମାନେ କୁହନ୍ତି, “ଦେଖ, ସେ ହେଉଛି ସିୟୋନ,
ଆମ୍ଭେ ତାକୁ ସମ୍ପୂର୍ଣ୍ଣ ନଷ୍ଟ କରିଦେବୁ।”
12 ସେହି ଲୋକମାନଙ୍କର ନିଜର ମନ୍ତ୍ରଣା ଅଛି।
କିନ୍ତୁ ସେମାନେ ସଦାପ୍ରଭୁଙ୍କର ମନ୍ତ୍ରଣା ଜାଣନ୍ତି ନାହିଁ।
ସଦାପ୍ରଭୁ ସେମାନଙ୍କୁ ଏକ ସ୍ୱତନ୍ତ୍ର
ଉଦ୍ଦେଶ୍ୟରେ ଏଠାକୁ ଆଣିଛନ୍ତି,
ସେମାନଙ୍କୁ ଶସ୍ୟ ଖଳାରେ ଶସ୍ୟ
ପେଶିଲା ପରି ଦଳି ଦେବେ।
ଇସ୍ରାଏଲ ତା’ର ଶତ୍ରୁକୁ ପରାସ୍ତ କରିବ
13 “ସିୟୋନର କନ୍ୟା, ଉଠ ଓ ଏହି ଲୋକଙ୍କୁ ଦଳି ଦିଅ।
କାରଣ ଆମ୍ଭେ ତୁମ୍ଭକୁ ଶକ୍ତିଶାଳୀ କରିବା।
ଆମ୍ଭେ ବଳଦପରି ତୁମ୍ଭର ଶିଙ୍ଗକୁ ଲୌହ ସଦୃଶ ଓ ଖୁରାକୁ ପିତ୍ତଳ ସଦୃଶ କରିବା।
ତୁମ୍ଭେ ତାହାର ସାହାଯ୍ୟରେ ଅନେକ ଗୋଷ୍ଠୀକୁ ଚୂର୍ଣ୍ଣ କରିବ।
ସେମାନଙ୍କର ଧନସମ୍ପତ୍ତି ତୁମ୍ଭେ ସଦାପ୍ରଭୁଙ୍କୁ ଅର୍ପଣ କରିବ
ଏବଂ ସେମାନଙ୍କର ଧନଭଣ୍ତାର ସମୁଦାୟ ଭୂମଣ୍ତଳର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।”
31 “ତେବେ ମୁଁ ପୁଣି ଏହି ଯୁଗର ଲୋକମାନଙ୍କ ବିଷୟରେ କ’ଣ କହିବି? ମୁଁ କାହା ସହିତ ସେମାନଙ୍କୁ ତୁଳନା କରିବି? ସେମାନେ କାହା ଭଳି ହେବେ? 32 ସେମାନେ ବଜାରରେ, ବସିଥିବା ସେହି ପିଲାମାନଙ୍କ ଭଳି, ଯେଉଁମାନଙ୍କ ଭିତରୁ ଦଳେ ଅନ୍ୟ ଦଳକୁ କହନ୍ତି:
‘ଆମ୍ଭେ ତୁମ୍ଭ ପାଇଁ ବଂଶୀ ବଜାଇଲୁ,
କିନ୍ତୁ ତୁମ୍ଭେ ନାଚିଲ ନାହିଁ।
ଆମ୍ଭେ ଗୋଟିଏ ଶୋକଗୀତ ଗାଇଲୁ,
କିନ୍ତୁ ତୁମ୍ଭେମାନେ କାନ୍ଦିଲ ନାହିଁ।’
33 ବାପ୍ତିଜକ ଯୋହନ ଆସିଲେ। ସେ ଅନ୍ୟ ଲୋକମାନଙ୍କ ଭଳି ଖାଉ ନ ଥିଲେ କିମ୍ବା ଦ୍ରାକ୍ଷାରସ ପିଉ ନ ଥିଲେ। ଆଉ ତୁମ୍ଭେମାନେ କହୁଛ ଯେ, ‘ତାହାଙ୍କ ଦେହରେ ଭୂତ ପ୍ରବେଶ କରିଛି।’ 34 ପୁଣି ମନୁଷ୍ୟପୁତ୍ର ଅନ୍ୟମାନଙ୍କ ଭଳି ଖାଇଲେ ଓ ଦ୍ରାକ୍ଷାରସ ପିଇଲେ। ଆଉ ତୁମ୍ଭେମାନେ କହୁଛ, ‘ଦେଖ, ଏ ଲୋକ ଜଣେ ପେଟୁ ଓ ଗୋଟିଏ ମଦୁଆ। କରଆଦାୟକାରୀ ଓ ପାପୀମାନେ ତା’ର ସାଙ୍ଗ ଅଟନ୍ତି।’ 35 କିନ୍ତୁ ଆପଣା କାର୍ଯ୍ୟ ଦ୍ୱାରା ଜ୍ଞାନ ଯଥାର୍ଥ ବୋଲି ପ୍ରକାଶିତ ହୋଇଥାଏ।”
2010 by World Bible Translation Center