Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 80:1-7

ପ୍ରଧାନ ବାଦ୍ୟକର ନିମନ୍ତେ “ଶୋଶନ୍ନୀମ୍-ଏଦୂତ୍” ସ୍ୱରରେ ଆସଫର ଗୀତ।

80 ହେ ଇସ୍ରାଏଲର ପାଳକ, କର୍ଣ୍ଣପାତ କର।
    ତୁମ୍ଭେ ଯୋଷେଫର ଲୋକମାନଙ୍କୁ ମେଷପରି ନେତୃତ୍ୱ କରିଅଛ।
କିରୂବଦୂତମାନଙ୍କ ଉପରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ,
    ଆମ୍ଭମାନଙ୍କୁ ତୁମ୍ଭେ ଦର୍ଶନ ଦିଅ।
ଇଫ୍ରୟିମ, ବିନ୍ୟାମୀନ, ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଦେଖାଅ
    ଓ ଆସ ଓ ଆମ୍ଭମାନଙ୍କୁ ରକ୍ଷା କର।
ହେ ପରମେଶ୍ୱର, ପୁନ୍ନରାୟ ଆମ୍ଭମାନଙ୍କୁ ବଳବାନ୍ କର।
    ଆମ୍ଭକୁ ପ୍ରଫୁଲ୍ଲ କର ଓ ରକ୍ଷା କର।
ହେ ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ୱର, ତୁମ୍ଭେ କେତେକାଳ ପର୍ଯ୍ୟନ୍ତ କ୍ରୋଧ ଗ୍ଭଲୁ ରଖିବ?
    କେତେବେଳେ ତୁମ୍ଭେ ଆପଣା ଲୋକମାନଙ୍କର ପ୍ରାର୍ଥନା ଗ୍ରହଣ କରିବ?
ତୁମ୍ଭେ ଆପଣା ଲୋକମାନଙ୍କୁ ତାଙ୍କର ଲୋତକ ପିଆଇଛ।
    ତୁମ୍ଭେ ସେମାନଙ୍କୁ ବହୁ ପରିମାଣରେ ଅଶ୍ରୁ ପିଇବାକୁ ଦେଇଛ।
ତୁମ୍ଭେ ଆମ୍ଭର ପ୍ରତିବାସୀଗଣ ଦ୍ୱାରା ଆମ୍ଭମାନଙ୍କୁ ଘୃଣା କରେଇଲ।
    ପୁଣି ଆମ୍ଭର ଶତ୍ରୁମାନେ ଆମ୍ଭମାନଙ୍କୁ ଉପହାସ କଲେ।
ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ପୁନର୍ବାର ବଳବାନ୍ କର।
    ଆମ୍ଭମାନଙ୍କ ଉପରେ ପ୍ରଫୁଲ୍ଲ ହୁଅ ଓ ରକ୍ଷା କର।

ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 31:31-34

ନୂତନ ନିୟମ

31 ସଦାପ୍ରଭୁ କହନ୍ତି, “ଏପରି ଏକ ସମୟ ଆସୁଛି ଯେତେବେଳେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସହିତ ଏକ ନୂତନ ନିୟମ ସ୍ଥାପନ କରିବା। 32 ଏହି ନିୟମ ସେମାନଙ୍କ ପୂର୍ବପୁରୁଷଗଣଙ୍କ ସହ ହୋଇଥିବା ନିୟମ ପରି ହେବ ନାହିଁ। ସେତେବେଳେ ଆମ୍ଭେ ସେମାନଙ୍କୁ ହସ୍ତ ଧରି ମିଶର ଦେଶରୁ ବାହାର କରି ଆଣିବା ବେଳେ ସେ ନିୟମ ସ୍ଥାପନ କରିଥିଲୁ। ସଦାପ୍ରଭୁ କହିଥିଲେ, ଆମ୍ଭେ ସେମାନଙ୍କ ସ୍ୱାମୀ ହେଲେ ହେଁ ସେମାନେ ଆମ୍ଭର ସେହି ନିୟମ ଲଙ୍ଘନ କଲେ।”

33 ମାତ୍ର ସଦାପ୍ରଭୁ କହନ୍ତି, “ଭବିଷ୍ୟତରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା। ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା। ଆଉ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ। 34 ପରମେଶ୍ୱରଙ୍କୁ ଜାଣିବାକୁ ସେମାନେ ଆପଣା ଆପଣା ପ୍ରତିବାସୀଙ୍କୁ ଓ ଭ୍ରାତାଙ୍କୁ ଶିକ୍ଷା ଦେବେ ନାହିଁ।” କାରଣ ସଦାପ୍ରଭୁ କହନ୍ତି, “ଛୋଟଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜାଣିବେ। ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆଉ ସ୍ମରଣ କରିବା ନାହିଁ।”

ଏବ୍ରୀ 10:10-18

10 ପରମେଶ୍ୱର ଗ୍ଭହିଁଥିବା କର୍ମମାନ ଖ୍ରୀଷ୍ଟ କଲେ। ଓ ଏହା ଦ୍ୱାରା ତାହାଙ୍କ ଶରୀରର ବଳିଦାନ ହେତୁ ଆମ୍ଭେ ପବିତ୍ର ହେଲୁ। ଯୀଶୁ ସବୁଦିନ ପାଇଁ ପର୍ଯ୍ୟାପ୍ତ ହେଲା ଭଳି ଥରେମାତ୍ର ସେହି ବଳିଦାନ କଲେ।

11 ଯାଜକମାନେ ପ୍ରତିଦିନ ଠିଆ ହୋଇ ସେମାନଙ୍କର ଧାର୍ମିକ ସେବା କାର୍ଯ୍ୟ କରନ୍ତି। ସେହି, ସମାନ ବଳିଗୁଡ଼ିକ ସେମାନେ ବାରମ୍ବାର ସମର୍ପଣ କରନ୍ତି। କିନ୍ତୁ ସେହିଭଳି ବଳି କେବେ ହେଲେ ପାପହରଣ କରିପାରେ ନାହିଁ। 12 ଖ୍ରୀଷ୍ଟ ପାପଗୁଡ଼ିକ ପାଇଁ ଥରେ ମାତ୍ର ବଳିଦାନ ରୂପେ ସମର୍ପିତ କରିଥିଲେ, ଓ ସେହି ବଳିଦାନ ସବୁଦିନ ପାଇଁ ପର୍ଯ୍ୟାପ୍ତ ଅଟେ। 13 ତା’ପରେ ଖ୍ରୀଷ୍ଟ ପରମେଶ୍ୱରଙ୍କ ଡାହାଣ ପଟେ ବସିଲେ। ସେଠାରେ ଖ୍ରୀଷ୍ଟ ଏବେ ନିଜ ଶତ୍ରୁମାନଙ୍କୁ ତାହାଙ୍କ ଶକ୍ତି ତଳେ ରହିବା ପାଇଁ ଅପେକ୍ଷାରେ ଅଛନ୍ତି। 14 ମାତ୍ର ଗୋଟିଏ ବଳିଦାନ ଦ୍ୱାରା ଯୀଶୁ ନିଜ ଲୋକମାନଙ୍କୁ ସର୍ବଦା ପାଇଁ ସମ୍ପୂର୍ଣ୍ଣ ସିଦ୍ଧ କରିଦେଲେ। ସେହି ଲୋକମାନଙ୍କୁ ପବିତ୍ର କରାଯାଇଛି।

15 ପବିତ୍ରଆତ୍ମା ମଧ୍ୟ ଆମ୍ଭକୁ ଏହା ବିଷୟରେ କୁହନ୍ତି। ପ୍ରଥମରେ ସେ କୁହନ୍ତି:

16 “ପ୍ରଭୁ କହିଲେ, ଭବିଷ୍ୟତରେ ମୋ’ ଲୋକମାନଙ୍କ ସହିତ
    ମୁଁ ଏହି ଚୁକ୍ତି କରିବି।
ମୁଁ ମୋ’ ନିୟମଗୁଡ଼ିକୁ ସେମାନଙ୍କ ହୃଦୟରେ ରଖିବି।
    ମୁଁ ମୋ’ ନିୟମଗୁଡ଼ିକୁ ସେମାନଙ୍କ ମନରେ ଲେଖିବି।” (A)

17 ଏହା ମଧ୍ୟ କୁହନ୍ତି:

“ମୁଁ ସେମାନଙ୍କର ପାପ ଓ କରୁଥିବା ମନ୍ଦକାମଗୁଡ଼ିକୁ କ୍ଷମା କରିଦେବି,
    ମୁଁ ସେଗୁଡ଼ିକୁ ପୁଣି କେବେ ହେଲେ ମନେ ପକାଇବି ନାହିଁ।” (B)

18 ଓ ଏହିସବୁଗୁଡ଼ିକୁ କ୍ଷମା କରି ଦିଆଗଲା ପରେ, ଆଉ ପାପଗୁଡ଼ିକ ପାଇଁ ବଳିଦାନର କୌଣସି ଆବଶ୍ୟକତା ନାହିଁ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center