Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଶାମୁୟେଲଙ୍କ ପ୍ରଥମ ପୁସ୍ତକ 2:18-20

18 ସେ ସମୟରେ ବାଳକ ଶାମୁୟେଲ ଶୁକ୍ଳ ଏଫୋଦ ପିନ୍ଧି ସଦାପ୍ରଭୁଙ୍କ ସମ୍ମୁଖରେ ପରିଚର୍ଯ୍ୟା କଲେ। 19 ଆହୁରି ମଧ୍ୟ ତାଙ୍କର ମାତା ପ୍ରତି ବର୍ଷ ଆପଣା ସ୍ୱାମୀ ସଙ୍ଗେ ବାର୍ଷିକ ବଳି ଉତ୍ସର୍ଗ କରିବାକୁ ଆସିବା ବେଳେ ସେ ଶାମୁୟେଲ ପାଇଁ ଗୋଟିଏ ସାନ ବସ୍ତ୍ର ବନାଇଥିବା, ତାହା ସେ ତାଙ୍କ ପାଖକୁ ଆଣିବ।

20 ପୁଣି ଏଲି ଇ‌ଲ୍‌କାନାକୁ ଓ ତା’ର ସ୍ତ୍ରୀକୁ ଆଶୀର୍ବାଦ କଲେ ଏବଂ କହିଲେ, “ସଦାପ୍ରଭୁଙ୍କର ଏହି ସ୍ତ୍ରୀଲୋକ ପ୍ରତି ଗୋଟିଏ ପିଲା ପାଇଁ ଆଶୀର୍ବାଦ ହେଉ, ହନାହାବ ପୁତ୍ର ପ୍ରାର୍ଥନା କରୁଥିବା ସ୍ଥାନକୁ ନିଆ ହେଉ ଏବଂ ତା’ପରେ ସଦାପ୍ରଭୁଙ୍କୁ ଦେଲେ।”

ଏହା ପରେ ସେମାନେ ଆପଣା ଗୃହକୁ ଫେରିଗଲେ।

ଶାମୁୟେଲଙ୍କ ପ୍ରଥମ ପୁସ୍ତକ 2:26

26 କିନ୍ତୁ ବାଳକ ଶାମୁୟେଲ କ୍ରମେ କ୍ରମେ ବଡ଼ ହେଲା ଆଉ ପରମେଶ୍ୱରଙ୍କର ଓ ଲୋକମାନଙ୍କର ଅନୁଗ୍ରହ ପାତ୍ର ହେଲା।

ଗୀତସଂହିତା 148

148 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର!

ଆକାଶ ମଣ୍ଡଳରୁ ସଦାପ୍ରଭୁଙ୍କୁ ପ୍ରଶଂସା କର!
    ସ୍ୱର୍ଗରୁ ତାଙ୍କର ପ୍ରଶଂସା କର!
ହେ ତାଙ୍କର ସମସ୍ତ ସ୍ୱର୍ଗଦୂତଗଣ, ତାଙ୍କର ପ୍ରଶଂସା କର।
    ହେ ତାଙ୍କର ସମସ୍ତ ସୈନ୍ୟଗଣ, ତାଙ୍କର ପ୍ରଶଂସା କର।
ହେ ସୂର୍ଯ୍ୟ ଓ ଚନ୍ଦ୍ର, ତାଙ୍କର ପ୍ରଶଂସା କର!
    ହେ ଆକାଶର ଦୀପ୍ତିମୟ ତାରାଗଣ, ତାଙ୍କର ପ୍ରଶଂସା କର।
ହେ ଉଚ୍ଚତମ ସ୍ୱର୍ଗ, ତାଙ୍କର ପ୍ରଶଂସା କର!
    ହେ ଗଗନ ଉପରିସ୍ଥ ଜଳ ସମୂହ, ତାଙ୍କର ପ୍ରଶଂସା କର।
ସେମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରିବା ଉଚିତ୍
    କାରଣ ତାଙ୍କର ଆଦେଶରେ ସମସ୍ତେ ସୃଷ୍ଟି ହେଲେ।
ସେ ଏହିସବୁ ଜିନିଷକୁ ଚିରଦିନ ପାଇଁ ସ୍ଥାପନ କଲେ,
    ଏହିପରି ଗୋଟିଏ ବ୍ୟବସ୍ଥା ଦେଲେ ଯାହା କେବେହେଲେ ପରିବର୍ତ୍ତନ ହେବ ନାହିଁ।
ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର।
    ହେ ସମୁଦ୍ରର ମହାନ ପ୍ରାଣୀ ଏବଂ ସମସ୍ତ ସମୁଦ୍ର, ତାଙ୍କର ପ୍ରଶଂସା କର!
ପରମେଶ୍ୱରଙ୍କୁ ପ୍ରଶଂସା କର, ଅଗ୍ନି, ଶିଳା, ହିମ, ବାଷ୍ପ,
    ଏବଂ ପ୍ରଚଣ୍ଡ ବାୟୁ ତାଙ୍କର ବାର୍ତ୍ତା ପାଳନ କରନ୍ତି।
ସମସ୍ତ ପର୍ବତ ଓ ଉପପର୍ବତ, ଫଳବତୀ ବୃକ୍ଷ
    ଓ ଏରସ ବୃକ୍ଷଗଣ ତାଙ୍କୁ ପ୍ରଶଂସା କଲେ।
10 ସମସ୍ତ ବନ୍ୟ ପଶୁଗଣ ଓ ଗୃହପାଳିତ ପଶୁଗଣ ତାଙ୍କର ପ୍ରଶଂସା କର।
    ସେ ସରୀସୃପ ଓ ଉଡ଼ନ୍ତା ପକ୍ଷୀମାନଙ୍କୁ ସୃଷ୍ଟି କରିଛନ୍ତି।
11 ପୃଥିବୀର ସମସ୍ତ ରାଜାଗଣ ଓ ଜାତିଗଣ, ତାଙ୍କର ପ୍ରଶଂସା କର।
    ପରମେଶ୍ୱର ସମସ୍ତ ବିଗ୍ଭରକ ଓ ଅଧିପତିଗଣଙ୍କୁ ସୃଷ୍ଟି କରିଛନ୍ତି।
12 ହେ ଯୁବକ ଓ ଯୁବତୀମାନେ, ବୃଦ୍ଧ ଲୋକମାନଙ୍କ ସହିତ ଏକତ୍ରିତ ହୋଇ
    ପରମେଶ୍ୱରଙ୍କ ପ୍ରଶଂସା କର।
13 ସେମାନେ ସମସ୍ତେ ସଦାପ୍ରଭୁଙ୍କ ନାମକୁ
    ପ୍ରଶଂସା କରିବା ଉଚିତ୍।
ତାଙ୍କର ନାମ ଅନ୍ୟ ସମସ୍ତଙ୍କଠାରୁ ଉଚ୍ଚ।
    ତାଙ୍କର ଖ୍ୟାତି ସ୍ୱର୍ଗ ଏବଂ ପୃଥିବୀରେ ମହାନ।
14 ସେ ତାଙ୍କର ଲୋକମାନଙ୍କୁ ଶକ୍ତିଶାଳୀ କଲେ,
    ତେଣୁ ସେ ତାଙ୍କର ବିଶ୍ୱସ୍ତ ଲୋକମାନଙ୍କ ଦ୍ୱାରା ପ୍ରଶଂସିତ ହୁଅନ୍ତି।
ତୁମ୍ଭେମାନେ ସଦାପ୍ରଭୁଙ୍କୁ ପ୍ରଶଂସା କର।

କଲସୀୟଙ୍କ ପ୍ରତି ପତ୍ର 3:12-17

ଅନ୍ୟ ଲୋକଙ୍କ ସହିତ ତୁମ୍ଭର ନୂତନ ଜୀବନ

12 ପରମେଶ୍ୱର ତୁମ୍ଭମାନଙ୍କୁ ବାଛିଛନ୍ତି ଓ ନିଜର ପବିତ୍ର ଲୋକ ବୋଲି ଗ୍ରହଣ କରିଛନ୍ତି। ସେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି। ଅତଏବ ତୁମ୍ଭେମାନେ ସର୍ବଦା ନିମ୍ନୋକ୍ତ କାର୍ଯ୍ୟମାନ କର: ଲୋକଙ୍କୁ ଦୟା କର, କରୁଣାମୟ ହୁଅ, ନମ୍ର ହୁଅ, ଭଦ୍ର ହୁଅ, ଧୈର୍ଯ୍ୟବାନ ହୁଅ। 13 ପରସ୍ପର ପ୍ରତି କ୍ରୋଧ କର ନାହିଁ, ବରଂ ପରସ୍ପରକୁ କ୍ଷମା ଦିଅ। ଯଦି ଜଣେ ତୁମ୍ଭ ପ୍ରତି ଭୁଲ୍ କାମ କରେ, ତାକୁ କ୍ଷମା ଦିଅ। ପ୍ରଭୁ ତୁମ୍ଭକୁ କ୍ଷମା କରିଛନ୍ତି, ସେଥିପାଇଁ ତୁମ୍ଭେମାନେ ମଧ୍ୟ ଅନ୍ୟ ଲୋକମାନଙ୍କୁ କ୍ଷମା ଦିଅ। 14 ଏହିସବୁ କର, କିନ୍ତୁ ସବୁଠାରୁ ମୁଖ୍ୟ ବିଷୟ ହେଲା, ପରସ୍ପରକୁ ପ୍ରେମ କରିବା। ପ୍ରେମ ତୁମ୍ଭମାନଙ୍କୁ ଏକତାରେ ଏକାଠି ବାନ୍ଧି ରଖେ। 15 ଖ୍ରୀଷ୍ଟଙ୍କ ଦ୍ୱାରା ପ୍ରଦତ୍ତ ଶାନ୍ତି, ତୁମ୍ଭ ବିଗ୍ଭରକୁ ସଂଯମ କରିବ। ତୁମ୍ଭେମାନେ ଶାନ୍ତି ପାଇବା ପାଇଁ ଗୋଟିଏ ଶରୀରରେ ଡକା ହୋଇଛ। ସବୁବେଳେ ଧନ୍ୟବାଦୀ ରୁହ।

16 ଖ୍ରୀଷ୍ଟଙ୍କ ଶିକ୍ଷା ତୁମ୍ଭଠାରେ ପ୍ରଚୁର ଭାବରେ ରହିଥାଉ। ପରସ୍ପରକୁ ଶିକ୍ଷା ଦେବା ଓ ଶକ୍ତିଶାଳୀ କରିବା ପାଇଁ ସମସ୍ତ ଜ୍ଞାନର ବ୍ୟବହାର କର। ନିଜ ହୃଦୟରେ ପରମେଶ୍ୱରଙ୍କ ପାଇଁ କୃତଜ୍ଞତାର ସଂଗୀତ, ଭଜନ, ଆଧ୍ୟାତ୍ମିକ ଗୀତମାନ ଗାଅ। 17 ତୁମ୍ଭେମାନେ ଯାହା କହୁଛ, ଯାହାକିଛି ବା କରୁଛ, ସେ ସବୁ ତୁମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କ ପାଇଁ କର ଏବଂ ଏହି ସମସ୍ତ କାର୍ଯ୍ୟ ମଧ୍ୟରେ ପରମପିତା ପରମେଶ୍ୱରଙ୍କୁ ଯୀଶୁଙ୍କ ମାଧ୍ୟମରେ ଧନ୍ୟବାଦ ଜଣାଅ।

ଲୂକ ଲିଖିତ ସୁସମାଗ୍ଭର 2:41-52

ବାଳକ ଯୀଶୁ

41 ନିସ୍ତାରପର୍ବ ପାଇଁ ଯୀଶୁଙ୍କର ପିତାମାତା ପ୍ରତିବର୍ଷ ଯିରୁଶାଲମ ଯାଉଥିଲେ। 42 ଯୀଶୁଙ୍କୁ ବାରବର୍ଷ ବୟସ ହୋଇଥିବା ସମୟରେ ସବୁଥର ଭଳି ସେମାନେ ପର୍ବକୁ ଗଲେ। 43 ପର୍ବ ଦିନତକ ଶେଷ ହୋଇଯିବା ପରେ ସେମାନେ ଘରକୁ ଫେରୁଥିଲେ। କିନ୍ତୁ ବାଳକ ଯୀଶୁ ଯିରୁଶାଲମରେ ରହିଗଲେ। ତାହାଙ୍କ ବାପାମା ଏ କଥା ଜାଣି ନ ଥିଲେ। 44 ଦଳ ଭିତରେ ପୁଅ ଅଛି ଭାବି ଯୋଷେଫ ଓ ମରିୟମ ପୁରା ଦିନେ ଯାତ୍ରା କରିସାରିଥିଲେ। ତା’ପରେ ସେମାନେ ନିଜ ପରିବାର ଲୋକ ଓ ଅନ୍ତରଙ୍ଗ ବନ୍ଧୁଙ୍କ ଭିତରେ ଯୀଶୁଙ୍କୁ ଖୋଜିଲେ। 45 କିନ୍ତୁ ସେମାନେ ଯୀଶୁଙ୍କୁ ପାଇଲେ ନାହିଁ। ତେଣୁ ସେମାନେ ଯୀଶୁଙ୍କୁ ଖୋଜି ଖୋଜି ଯିରୁଶାଲମ ଫେରି ଆସିଲେ।

46 ତିନି ଦିନ ପରେ ସେମାନେ ଯୀଶୁଙ୍କୁ ପାଇଲେ। ଯୀଶୁ ମନ୍ଦିର ଭିତରେ ଧର୍ମଗୁରୁମାନଙ୍କ ସହିତ ବସିଥିଲେ। ସେ ସେମାନଙ୍କ କଥା ଶୁଣୁଥିଲେ ଓ ସେମାନଙ୍କୁ ପ୍ରଶ୍ନ ସବୁ ପଗ୍ଭରୁଥିଲେ। 47 ସମସ୍ତେ ତାହାଙ୍କ କଥା ଶୁଣୁଥିଲେ। ତାହାଙ୍କର ବୁଝିବା ଶକ୍ତି ଦେଖି ଓ ଜ୍ଞାନପୂର୍ଣ୍ଣ ଉତ୍ତରଗୁଡ଼ିକ ଶୁଣି ସେମାନେ ଆଶ୍ଚର୍ଯ୍ୟ ହୋଇ ଯାଇଥିଲେ। 48 ଯୀଶୁଙ୍କ ବାପାମା ତାହାଙ୍କୁ ଦେଖି ବିସ୍ମିତ ହୋଇଗଲେ। ତାହାଙ୍କ ମା ତାହାଙ୍କୁ ପଗ୍ଭରିଲେ, “ପୁଅରେ! ତୁ ଆମ ସାଙ୍ଗରେ ଏପରି କାହିଁକି କଲୁ? ତୋ’ ବାପା ଓ ମୁଁ ତୋତେ ଖୋଜି ଖୋଜି ବହୁତ ଚିନ୍ତିତ ହୋଇ ପଡ଼ିଲୁଣି।”

49 ଏହି ଶୁଣି ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ମୋତେ କାହିଁକି ଖୋଜୁଥିଲ? ଯେଉଁଠାରେ ମୋର ପରମପିତାଙ୍କର କାର୍ଯ୍ୟ ଅଛି, ମୁଁ ସେଠାରେ ନିଶ୍ଚୟ ଥିବିବୋଲି ତୁମ୍ଭେମାନେ କ’ଣ ଜାଣି ନାହଁ?” 50 କିନ୍ତୁ ସେମାନେ ଯୀଶୁଙ୍କର କଥାର ଅର୍ଥ କିଛି ବୁଝି ପାରିଲେ ନାହିଁ।

51 ଯୀଶୁ ସେମାନଙ୍କ ସହିତ ନାଜରିତକୁ ଗଲେ। ସେ ବାପାମାଙ୍କର ସବୁ ଆଜ୍ଞା ପାଳନ କଲେ। ଯୀଶୁଙ୍କ ମା ତଥାପି ଏହିସବୁ କଥା ନିଜ ମନ ଭିତରେ ରଖି ଚିନ୍ତା କରୁଥିଲେ। 52 ଯୀଶୁ ଜ୍ଞାନରେ, ଶରୀରରେ ଏବଂ ପରମେଶ୍ୱର ଓ ମନୁଷ୍ୟମାନଙ୍କ ଅନୁଗ୍ରହରେ ବଢ଼ିବାକୁ ଲାଗିଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center