Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 72

ଶଲୋମନଙ୍କର ଗୀତ।

72 ହେ ପରମେଶ୍ୱର, ରାଜାଙ୍କୁ ସାହାଯ୍ୟ କର, ଯାହା ଫଳରେ ସେ ତୁମ୍ଭ ପରି ବିବେକବାନ ନ୍ୟାୟ ପ୍ରଦାନ କରିବେ।
    ତୁମ୍ଭର ନ୍ୟାୟ ପରାୟଣ ରାଜପୁତ୍ରମାନଙ୍କୁ ଦିଅ।
ରାଜାଙ୍କୁ ସାହାଯ୍ୟ କର, ଯେପରି ସେ ତୁମ୍ଭର ଲୋକମାନଙ୍କୁ ସୁବିଗ୍ଭର ଦେଇ ପାରିବ।
    ତାଙ୍କୁ ସାହାଯ୍ୟ କର, ଯେପରି ସେ ଗରିବ ଲୋକମାନଙ୍କୁ ଉଚିତ୍ ବ୍ୟବହାର କରିବ।
ପର୍ବତ ଏବଂ ପାହାଡ଼ଗୁଡ଼ିକ ଶାନ୍ତି
    ଏବଂ ନ୍ୟାୟପୂର୍ଣ୍ଣ ବିଗ୍ଭର କରନ୍ତୁ।
ରାଜା ଦୀନହୀନ ଲୋକମାନଙ୍କ ପ୍ରତି ନ୍ୟାୟକାରୀ ରୁହନ୍ତୁ।
    ସେ ଅସହାୟ ଲୋକମାନଙ୍କୁ ସହାୟତା କରନ୍ତୁ।
    ସେ ଏମାନଙ୍କ ଉପରେ ଉପଦ୍ରବ କରୁଥିବା ଲୋକମାନଙ୍କୁ ଦଣ୍ଡିତ କରନ୍ତୁ।
ମୁଁ ଆଶା କରେ ସୂର୍ଯ୍ୟ ଓ ଚନ୍ଦ୍ର ଆକାଶରେ ଥିବା ପର୍ଯ୍ୟନ୍ତ
    ଲୋକମାନେ ତୁମ୍ଭକୁ ପୁରୁଷାନୁକ୍ରମେ ଭୟ କରିବେ।[a]
ଭୂମିରେ ବୃଷ୍ଟି ତୁଲ୍ୟ, ଭୂମି ସେଚନକାରୀ ଜଳଧାରା ତୁଲ୍ୟ ତୁମ୍ଭେ ରାଜାଙ୍କୁ ସହାୟ ହୁଅ।
    କ୍ଷେତ୍ରରେ ପଡ଼ୁଥିବା ଜଳଧାରା ହେବା ପାଇଁ ତାଙ୍କୁ ସାହାଯ୍ୟ କର।
ଯେପର୍ଯ୍ୟନ୍ତ ରାଜା ଅଛନ୍ତି, ଧାର୍ମିକତା ବୃଦ୍ଧି ହେଉ।
    ଚନ୍ଦ୍ର ଲୁପ୍ତ ନ ହେବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ସ୍ଥାପିତ ହେଉ।
ତାଙ୍କର ରାଜ୍ୟ ସମୁଦ୍ରରୁ ସମୁଦ୍ର ପର୍ଯ୍ୟନ୍ତ
    ଏବଂ ଫରାତ୍ ନଦୀଠାରୁ ଶେଷ ଧରଣୀକୁ ବ୍ୟାପି ଯାଉ।
ମରୁଭୂମିରେ ବାସ କରୁଥିବା ଲୋକମାନେ ତାଙ୍କ ସମ୍ମୁଖରେ ନତ ହେବେ।
    ତାହାଙ୍କ ଶତ୍ରୁଗଣ ଅଧୋମୁଖ ହୋଇ ନତ ମସ୍ତକ ହେବେ।
10 ତର୍ଶୀଶର ରାଜା ଓ ଅନ୍ୟ ସୁଦୂର ରାଜାଗଣ ତାଙ୍କ ପାଇଁ ଉପହାର ଆଣନ୍ତୁ।
    ଶିବାର ଓ ସିବାର ରାଜାଗଣ ତାଙ୍କ ପାଇଁ ଭେଟି[b] ଆଣନ୍ତୁ।
11 ହଁ ସବୁ ରାଜାଗଣ ଆମ୍ଭ ରାଜାଙ୍କ ସମ୍ମୁଖରେ ନତ ମସ୍ତକ ହୁଅନ୍ତୁ।
    ସବୁ ଜାତିଗଣର ଲୋକମାନେ ତାଙ୍କର ସେବା କରନ୍ତୁ।
12     ଆମ୍ଭର ରାଜା ସାହାଯ୍ୟ କରନ୍ତି, ଯେଉଁମାନେ ତାଙ୍କୁ ଡାକନ୍ତି,
    ସେ ଗରିବ ଏବଂ ନିଃସହାୟମାନଙ୍କୁ ରକ୍ଷା କରନ୍ତି।
13 ଦରିଦ୍ର ଓ ନିଃସହାୟ ଲୋକମାନଙ୍କର ସେ ଯତ୍ନ ନିଅନ୍ତି।
    ରାଜା ସେମାନଙ୍କୁ ଜୀବିତ ରଖନ୍ତି।
14 ଆମ୍ଭ ରାଜା ସେମାନଙ୍କୁ ଦୁଷ୍ଟ ଲୋକମାନଙ୍କଠାରୁ ରକ୍ଷା କରିବେ ଯେଉଁମାନେ କି ସେମାନଙ୍କୁ ଦୁଃଖ ଦେବା ପାଇଁ ଗ୍ଭହୁଁଛନ୍ତି।
    ରାଜାଙ୍କ ପାଇଁ ସେଇ ଦରିଦ୍ର ଲୋକମାନଙ୍କର ଜୀବନ ବହୁତ ମହତ୍ତ୍ୱପୂର୍ଣ୍ଣ ଅଟେ।
15 ରାଜା ଦୀର୍ଘଜୀବୀ ହୁଅନ୍ତୁ
    ଏବଂ ତାଙ୍କୁ ଶିବାର ସ୍ୱର୍ଣ୍ଣ ହସ୍ତଗତ ହେଉ।
ଲୋକମାନେ ରାଜାଙ୍କ ପାଇଁ ନିରନ୍ତର ପ୍ରାର୍ଥନା କରନ୍ତୁ
    ଏବଂ ତାଙ୍କୁ ସର୍ବଦା ଆଶୀର୍ବାଦ ଦିଅନ୍ତୁ।
16 କ୍ଷେତରେ ପ୍ରଚୁର ପରିମାଣର ଫସଲ ହେଉ।
    ପର୍ବତଗୁଡ଼ିକ ମଧ୍ୟ ଫସଲରେ ପୂର୍ଣ୍ଣ ହୋଇ
ଲିବାନୋନ୍ କ୍ଷେତ ତୁଲ୍ୟ ଉର୍ବର ହେଉ।
    କ୍ଷେତଗୁଡ଼ିକ ତୃଣରେ ପୂର୍ଣ୍ଣ ହେଲା ପରି ନଗରଗୁଡ଼ିକ ଜନ ଗହଳିରେ ପୂର୍ଣ୍ଣ ହେଉ।
17 ରାଜାଙ୍କର ପ୍ରସିଦ୍ଧ ସର୍ବଦା ଅକ୍ଷୁର୍ଣ୍ଣ ରହୁ।
    ଆକାଶରେ ସୂର୍ଯ୍ୟ ଥିବା ପର୍ଯ୍ୟନ୍ତ ଲୋକମାନେ ତାଙ୍କର ନାମକୁ ମନେ ରଖନ୍ତୁ।
ସମସ୍ତ ପ୍ରଜା ତାଙ୍କ ଯୋଗୁଁ ଆଶୀର୍ବାଦ ପାଆନ୍ତୁ
    ଓ ସମସ୍ତ ଜାତିଗଣ ତାଙ୍କୁ ପ୍ରଶଂସା କରନ୍ତୁ।

18 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅଟନ୍ତି।
    ଅନନ୍ତର ପରମେଶ୍ୱରଙ୍କର ଗୁଣଗାନ କର।
    କେବଳ ପରମେଶ୍ୱର ହିଁ ଏହିପରି ଆଶ୍ଚର୍ଯ୍ୟ କାର୍ଯ୍ୟମାନ କରି ପାରନ୍ତି।
19 ତାଙ୍କର ଗୌରବାନ୍ୱିତ ନାମର ମହିମା ଅନନ୍ତକାଳ ପର୍ଯ୍ୟନ୍ତ ଗାନ କର।
    ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ!
ଆମେନ୍, ଆମେନ୍।

20 ଯିଶୀର ପୁତ୍ର ଦାଉଦଙ୍କର ପ୍ରାର୍ଥନା ସବୁ ଏଠାରେ ଶେଷ ହୁଏ।

ରାଜାବଳୀର ପ୍ରଥମ ପୁସ୍ତକ 10:14-25

14 ପ୍ରତି ବର୍ଷ ରାଜା ଶଲୋମନଙ୍କ ନିକଟକୁ 666 ତୋଳା ସୁନା ଆସୁଥିଲା। 15 କାର୍ଗ ଜାହାଜର ସୁବର୍ଣ୍ଣ ବ୍ୟତୀତ ରାଜା ଶଲୋମନ ମିଶ୍ରିତ ରାଜାଗଣଙ୍କଠାରୁ ଓ ଅନ୍ୟ ଶାସକମାନଙ୍କଠାରୁ ଓ ବଣିକମାନଙ୍କ ବ୍ୟବସାୟରୁ ସୁବର୍ଣ୍ଣ ପାଇଲେ।

16 ସେ ମଧ୍ୟ ପିଟା ସୁନାରେ 200 ବଡ଼ ଢାଲ ପ୍ରସ୍ତୁତ କଲେ। ପ୍ରତି ଢାଲରେ 600 ଶେକଲ ସୁନା ଲାଗିଲା। 17 ଆଉ ମଧ୍ୟ ସେ ପିଟା ସୁନାରେ 300 ଛୋଟ ଢାଲ ପ୍ରସ୍ତୁତ କଲେ ଓ ପ୍ରତି ଢାଲରେ 300 ସେର ସୁନା ଲାଗିଲା। ରାଜା ସେ ସବୁକୁ ଲିବାନୋନ-ଅରଣ୍ୟ ନାମକ ଗୃହରେ ରଖିଲେ।

18 ଆଉ ମଧ୍ୟ ରାଜା ହାତୀ ଦାନ୍ତରେ ଏକ ବଡ଼ ସିଂହାସନ ନିର୍ମାଣ କରି ତାକୁ ଶୁଦ୍ଧ ସୁବର୍ଣ୍ଣରେ ଛାଉଣି କଲେ। 19 ସେହି ସିଂହାସନକୁ ଯିବାକୁ ଛଅଟି ପାବଛ ଥିଲା, ସେହି ସିଂହାସନ ଉପରି ଭାଗର ପଛଆଡ଼େ ଗୋଲାକାର ଥିଲା। ଆସନର ଦୁଇ ପାର୍ଶ୍ୱରେ ଦୁଇ ହସ୍ତ ଲମ୍ବିତ ଥିଲା ଓ ସେହି ଲମ୍ବିଥିବା ହସ୍ତ ନିକଟରେ ଦୁଇଟି ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ। 20 ଆଉ ସେହି ଛଅ ପାବଛ ଉପରେ ପ୍ରତି ପାବଛର ଦୁଇ ପାଖରେ ଦୁଇଟି ଲେଖାଏ ସିଂହମୂର୍ତ୍ତି, ଏହିପରି ବାର ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ। ଏପରି ସିଂହାସନ କୌଣସି ରାଜ୍ୟରେ ପ୍ରସ୍ତୁତ ହୋଇ ନ ଥିଲା।

21 ରାଜା ଶଲୋମନଙ୍କର ସମସ୍ତ ପାନପାତ୍ର ସୁନାରେ ତିଆରି ହୋଇଥିଲା। ଲିବାନୋନ-ଅରଣ୍ୟ କୋଠାର ସମସ୍ତ ପାତ୍ର ଶୁଦ୍ଧ ସୁବର୍ଣ୍ଣର ଥିଲା। ରୂପାର କୌଣସି ଜିନିଷ ରାଜପ୍ରାସାଦରେ ନ ଥିଲା। ତାଙ୍କ ସମୟରେ ଏତେ ସୁନା ଥିଲା ଯେ ରୂପାକୁ କେହି ପଗ୍ଭରୁ ନ ଥିଲେ।

22 ହୀରମଙ୍କ ଜାହାଜ ସହିତ ରାଜା ଶଲୋମନଙ୍କର ବାଣିଜ୍ୟ ଜାହାଜ ସମୁଦ୍ରରେ ଥିଲା, ଯାହାକି ପ୍ରତି ତିନି ବର୍ଷରେ ଥରେ ସୁନା, ରୂପା, ହସ୍ତୀଦାନ୍ତ, ବାନର ଓ ମୟୂର ନେଇ ଆସୁଥିଲା।

23 ଶଲୋମନ ପୃଥିବୀର ସର୍ବଶ୍ରେଷ୍ଠ ରାଜା ଥିଲେ। କାରଣ ଐଶ୍ୱର୍ଯ୍ୟରେ ଓ ଧନରେ ତାଙ୍କଠାରୁ ଅଧିକ କୌଣସି ରାଜା ନ ଥିଲେ। 24 ଅଧିକନ୍ତୁ ପରମେଶ୍ୱର ଶଲୋମନଙ୍କୁ ଯେଉଁ ଜ୍ଞାନ ଦେଇଥିଲେ, ତାଙ୍କର ସେହି ଜ୍ଞାନର କଥା ଶୁଣିବାକୁ ପୃଥିବୀସ୍ଥ ସମସ୍ତ ଲୋକ ଆସିଲେ। 25 ପ୍ରତି ବର୍ଷ ସାକ୍ଷାତକାରୀମାନେ କିଛିନା କିଛି ଭେଟି ଆଣି ରାଜାଙ୍କୁ ଦେଖା କରୁଥିଲେ। ସେମାନେ ରୂପାପାତ୍ର, ସୁନାପାତ୍ର, ବସ୍ତ୍ର, ଅସ୍ତ୍ରଶସ୍ତ୍ର, ସୁଗନ୍ଧି ଦ୍ରବ୍ୟ, ଅଶ୍ୱ ଓ ଖଚର ଭେଟି ଆଣୁଥିଲେ।

ଏଫିସୀୟଙ୍କ ପ୍ରତି ପତ୍ର 4:7

ଖ୍ରୀଷ୍ଟ ଆମ୍ଭ ପ୍ରତ୍ୟେକଙ୍କୁ ଗୋଟିଏ ବିଶେଷ ଅନୁଗ୍ରହ ଦାନ ଦେଇଛନ୍ତି।

ଏଫିସୀୟଙ୍କ ପ୍ରତି ପତ୍ର 4:11-16

11 ଏବଂ ସେହି ଖ୍ରୀଷ୍ଟ ଲୋକମାନଙ୍କୁ ଦାନ ଦେଲ ଅର୍ଥାତ୍ କେତେକ ଲୋକଙ୍କୁ ସେ ପ୍ରେରିତ ହେବା ପାଇଁ, କେତେକଙ୍କୁ ଭବିଷ୍ୟ‌‌ଦ୍‌‌‌‌ବକ୍ତା ହେବା ପାଇଁ, କେତେକଙ୍କୁ ସୁସମାଗ୍ଭର କହିବା ପାଇଁ ଓ କେତେକଙ୍କୁ ପରମେଶ୍ୱରଙ୍କ ଲୋକମାନଙ୍କର ଯତ୍ନ ନେବା ପାଇଁ ଓ ଶିକ୍ଷା ଦେବା ପାଇଁ। 12 ପରମେଶ୍ୱରଙ୍କ ଲୋକମାନେ ତାଙ୍କର ସେବା କରିବା ପାଇଁ ଓ ଖ୍ରୀଷ୍ଟଙ୍କ ଶରୀରକୁ ସୁଦୃଢ଼ କରିବା ପାଇଁ ପ୍ରସ୍ତୁତ ହେବେ ବୋଲି ଖ୍ରୀଷ୍ଟ ଏହି ଅନୁଗ୍ରହ ଦାନ ସେମାନଙ୍କୁ ଦେଲେ। ଏହା ଦ୍ୱାରା ଖ୍ରୀଷ୍ଟଙ୍କ ଶରୀରସ୍ୱରୂପ ଆମ୍ଭେମାନେ ମଧ୍ୟ ଦୃଢ଼ ଓ ବଳବାନ ହେବା। 13 ସମସ୍ତ ଲୋକେ ପରମେଶ୍ୱରଙ୍କ ପୁତ୍ରଙ୍କ ବିଷୟକ ସମାନ ବିଶ୍ୱାସ ଓ ସମାନ ଜ୍ଞାନ ସହିତ ଏକତ୍ର ହେବା ପର୍ଯ୍ୟନ୍ତ ଏହି କାମ ଗ୍ଭଲିଥିବା ନିତାନ୍ତ ଆବଶ୍ୟକ, ଯେପର୍ଯ୍ୟନ୍ତ ଆମ୍ଭେ ଖ୍ରୀଷ୍ଟଙ୍କ ସଦୃଶ ସିଦ୍ଧ ଓ ସମ୍ପୂର୍ଣ୍ଣ ନ ହୋଇଛୁ, ସେ ପର୍ଯ୍ୟନ୍ତ ଆମ୍ଭକୁ ବୃଦ୍ଧି ପାଇ ପୂର୍ଣ୍ଣବୟସ୍କ ହେବାକୁ ପଡ଼ିବ।

14 ତା'ହେଲେ ଆମ୍ଭେ ଆଉ ଶିଶୁ ହୋଇ ରହିବା ନାହିଁ। ସମୁଦ୍ରରେ ଜାହାଜ ଲହରୀ ହେତୁ ସ୍ଥାନ ପରିବର୍ତ୍ତନ କଲା ଭଳି ଆମ୍ଭକୁ ପ୍ରତାରଣା କରିବାକୁ ଚେଷ୍ଟା କରୁଥିବା ଲୋକମାନଙ୍କର ପ୍ରତ୍ୟେକ ପ୍ରକାରର ନୂତନ ଉପଦେଶ ଦ୍ୱାରା ଆମ୍ଭେ ଏଣେତେଣେ ଆଉ ଭାସି ଯିବା ନାହିଁ। ଏଭଳି ଲୋକେ ମନ୍ଦ ରାସ୍ତା ଗ୍ରହଣ କରିବା ପାଇଁ ଲୋକଙ୍କୁ ଛଳ ଓ ଧୂର୍ତ୍ତ ଯୋଜନାରେ ଚ୍ଛନ୍ଦନ୍ତି, 15 ନା! ଆମ୍ଭେ ପ୍ରେମ ସହକାରେ ସତ୍ୟ କହିବା। ଆମ୍ଭେ ପ୍ରତ୍ୟେକ ବିଷୟରେ ଖ୍ରୀଷ୍ଟଙ୍କ ଭଳି ବୃଦ୍ଧିପ୍ରାପ୍ତ ହେବା। ଖ୍ରୀଷ୍ଟ ଆମ୍ଭର ମସ୍ତକ ଓ ଆମ୍ଭେ ସମସ୍ତେ ତାହାଙ୍କର ଶରୀର। 16 ସମ୍ପୂର୍ଣ୍ଣ ଶରୀର ଯୀଶୁ ଖ୍ରୀଷ୍ଟଙ୍କ ଉପରେ ନିର୍ଭରଶୀଳ। ଶରୀରର ପ୍ରତ୍ୟେକ ଅଙ୍ଗ ଏକାଠି ଯୋଡ଼ି ହୋଇ ରହିଛନ୍ତି। ପ୍ରତ୍ୟେକ ଅଙ୍ଗ ନିଜ ନିଜର କାର୍ଯ୍ୟ କରନ୍ତି। ଏହା ଦ୍ୱାରା ସମଗ୍ର ଶରୀର ପ୍ରେମରେ ବୃଦ୍ଧି ପାଇ ଶକ୍ତିଶାଳୀ ହୁଏ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center