Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 72

ଶଲୋମନଙ୍କର ଗୀତ।

72 ହେ ପରମେଶ୍ୱର, ରାଜାଙ୍କୁ ସାହାଯ୍ୟ କର, ଯାହା ଫଳରେ ସେ ତୁମ୍ଭ ପରି ବିବେକବାନ ନ୍ୟାୟ ପ୍ରଦାନ କରିବେ।
    ତୁମ୍ଭର ନ୍ୟାୟ ପରାୟଣ ରାଜପୁତ୍ରମାନଙ୍କୁ ଦିଅ।
ରାଜାଙ୍କୁ ସାହାଯ୍ୟ କର, ଯେପରି ସେ ତୁମ୍ଭର ଲୋକମାନଙ୍କୁ ସୁବିଗ୍ଭର ଦେଇ ପାରିବ।
    ତାଙ୍କୁ ସାହାଯ୍ୟ କର, ଯେପରି ସେ ଗରିବ ଲୋକମାନଙ୍କୁ ଉଚିତ୍ ବ୍ୟବହାର କରିବ।
ପର୍ବତ ଏବଂ ପାହାଡ଼ଗୁଡ଼ିକ ଶାନ୍ତି
    ଏବଂ ନ୍ୟାୟପୂର୍ଣ୍ଣ ବିଗ୍ଭର କରନ୍ତୁ।
ରାଜା ଦୀନହୀନ ଲୋକମାନଙ୍କ ପ୍ରତି ନ୍ୟାୟକାରୀ ରୁହନ୍ତୁ।
    ସେ ଅସହାୟ ଲୋକମାନଙ୍କୁ ସହାୟତା କରନ୍ତୁ।
    ସେ ଏମାନଙ୍କ ଉପରେ ଉପଦ୍ରବ କରୁଥିବା ଲୋକମାନଙ୍କୁ ଦଣ୍ଡିତ କରନ୍ତୁ।
ମୁଁ ଆଶା କରେ ସୂର୍ଯ୍ୟ ଓ ଚନ୍ଦ୍ର ଆକାଶରେ ଥିବା ପର୍ଯ୍ୟନ୍ତ
    ଲୋକମାନେ ତୁମ୍ଭକୁ ପୁରୁଷାନୁକ୍ରମେ ଭୟ କରିବେ।[a]
ଭୂମିରେ ବୃଷ୍ଟି ତୁଲ୍ୟ, ଭୂମି ସେଚନକାରୀ ଜଳଧାରା ତୁଲ୍ୟ ତୁମ୍ଭେ ରାଜାଙ୍କୁ ସହାୟ ହୁଅ।
    କ୍ଷେତ୍ରରେ ପଡ଼ୁଥିବା ଜଳଧାରା ହେବା ପାଇଁ ତାଙ୍କୁ ସାହାଯ୍ୟ କର।
ଯେପର୍ଯ୍ୟନ୍ତ ରାଜା ଅଛନ୍ତି, ଧାର୍ମିକତା ବୃଦ୍ଧି ହେଉ।
    ଚନ୍ଦ୍ର ଲୁପ୍ତ ନ ହେବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ସ୍ଥାପିତ ହେଉ।
ତାଙ୍କର ରାଜ୍ୟ ସମୁଦ୍ରରୁ ସମୁଦ୍ର ପର୍ଯ୍ୟନ୍ତ
    ଏବଂ ଫରାତ୍ ନଦୀଠାରୁ ଶେଷ ଧରଣୀକୁ ବ୍ୟାପି ଯାଉ।
ମରୁଭୂମିରେ ବାସ କରୁଥିବା ଲୋକମାନେ ତାଙ୍କ ସମ୍ମୁଖରେ ନତ ହେବେ।
    ତାହାଙ୍କ ଶତ୍ରୁଗଣ ଅଧୋମୁଖ ହୋଇ ନତ ମସ୍ତକ ହେବେ।
10 ତର୍ଶୀଶର ରାଜା ଓ ଅନ୍ୟ ସୁଦୂର ରାଜାଗଣ ତାଙ୍କ ପାଇଁ ଉପହାର ଆଣନ୍ତୁ।
    ଶିବାର ଓ ସିବାର ରାଜାଗଣ ତାଙ୍କ ପାଇଁ ଭେଟି[b] ଆଣନ୍ତୁ।
11 ହଁ ସବୁ ରାଜାଗଣ ଆମ୍ଭ ରାଜାଙ୍କ ସମ୍ମୁଖରେ ନତ ମସ୍ତକ ହୁଅନ୍ତୁ।
    ସବୁ ଜାତିଗଣର ଲୋକମାନେ ତାଙ୍କର ସେବା କରନ୍ତୁ।
12     ଆମ୍ଭର ରାଜା ସାହାଯ୍ୟ କରନ୍ତି, ଯେଉଁମାନେ ତାଙ୍କୁ ଡାକନ୍ତି,
    ସେ ଗରିବ ଏବଂ ନିଃସହାୟମାନଙ୍କୁ ରକ୍ଷା କରନ୍ତି।
13 ଦରିଦ୍ର ଓ ନିଃସହାୟ ଲୋକମାନଙ୍କର ସେ ଯତ୍ନ ନିଅନ୍ତି।
    ରାଜା ସେମାନଙ୍କୁ ଜୀବିତ ରଖନ୍ତି।
14 ଆମ୍ଭ ରାଜା ସେମାନଙ୍କୁ ଦୁଷ୍ଟ ଲୋକମାନଙ୍କଠାରୁ ରକ୍ଷା କରିବେ ଯେଉଁମାନେ କି ସେମାନଙ୍କୁ ଦୁଃଖ ଦେବା ପାଇଁ ଗ୍ଭହୁଁଛନ୍ତି।
    ରାଜାଙ୍କ ପାଇଁ ସେଇ ଦରିଦ୍ର ଲୋକମାନଙ୍କର ଜୀବନ ବହୁତ ମହତ୍ତ୍ୱପୂର୍ଣ୍ଣ ଅଟେ।
15 ରାଜା ଦୀର୍ଘଜୀବୀ ହୁଅନ୍ତୁ
    ଏବଂ ତାଙ୍କୁ ଶିବାର ସ୍ୱର୍ଣ୍ଣ ହସ୍ତଗତ ହେଉ।
ଲୋକମାନେ ରାଜାଙ୍କ ପାଇଁ ନିରନ୍ତର ପ୍ରାର୍ଥନା କରନ୍ତୁ
    ଏବଂ ତାଙ୍କୁ ସର୍ବଦା ଆଶୀର୍ବାଦ ଦିଅନ୍ତୁ।
16 କ୍ଷେତରେ ପ୍ରଚୁର ପରିମାଣର ଫସଲ ହେଉ।
    ପର୍ବତଗୁଡ଼ିକ ମଧ୍ୟ ଫସଲରେ ପୂର୍ଣ୍ଣ ହୋଇ
ଲିବାନୋନ୍ କ୍ଷେତ ତୁଲ୍ୟ ଉର୍ବର ହେଉ।
    କ୍ଷେତଗୁଡ଼ିକ ତୃଣରେ ପୂର୍ଣ୍ଣ ହେଲା ପରି ନଗରଗୁଡ଼ିକ ଜନ ଗହଳିରେ ପୂର୍ଣ୍ଣ ହେଉ।
17 ରାଜାଙ୍କର ପ୍ରସିଦ୍ଧ ସର୍ବଦା ଅକ୍ଷୁର୍ଣ୍ଣ ରହୁ।
    ଆକାଶରେ ସୂର୍ଯ୍ୟ ଥିବା ପର୍ଯ୍ୟନ୍ତ ଲୋକମାନେ ତାଙ୍କର ନାମକୁ ମନେ ରଖନ୍ତୁ।
ସମସ୍ତ ପ୍ରଜା ତାଙ୍କ ଯୋଗୁଁ ଆଶୀର୍ବାଦ ପାଆନ୍ତୁ
    ଓ ସମସ୍ତ ଜାତିଗଣ ତାଙ୍କୁ ପ୍ରଶଂସା କରନ୍ତୁ।

18 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅଟନ୍ତି।
    ଅନନ୍ତର ପରମେଶ୍ୱରଙ୍କର ଗୁଣଗାନ କର।
    କେବଳ ପରମେଶ୍ୱର ହିଁ ଏହିପରି ଆଶ୍ଚର୍ଯ୍ୟ କାର୍ଯ୍ୟମାନ କରି ପାରନ୍ତି।
19 ତାଙ୍କର ଗୌରବାନ୍ୱିତ ନାମର ମହିମା ଅନନ୍ତକାଳ ପର୍ଯ୍ୟନ୍ତ ଗାନ କର।
    ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ!
ଆମେନ୍, ଆମେନ୍।

20 ଯିଶୀର ପୁତ୍ର ଦାଉଦଙ୍କର ପ୍ରାର୍ଥନା ସବୁ ଏଠାରେ ଶେଷ ହୁଏ।

ମୀଖା ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 5:2-9

ମସିହା ବୈ‌‌‌ଥ୍‌‌‌ଲେହମରେ ଜନ୍ମ ନେବେ

କିନ୍ତୁ ହେ ବୈ‌‌‌ଥ୍‌‌‌ଲେହମ୍-ଉଫ୍ରାଥା,
    ତୁମ୍ଭେ ଯିହୁଦାର ଗୋଟିଏ କ୍ଷୁଦ୍ରତମ ସହର ଅଟ।
କିନ୍ତୁ ତୁମ୍ଭ ମଧ୍ୟରୁ “ଇସ୍ରାଏଲର ଶାସନକର୍ତ୍ତା” ହେବା ନିମନ୍ତେ
    ଜଣେ ବ୍ୟକ୍ତି ଆମ୍ଭ ଉଦ୍ଦେଶ୍ୟରେ ଜନ୍ମ ହେବେ।
ତାଙ୍କର ଉତ୍ପତ୍ତି ପୁରାତନ
    ତଥା ଅନାଦିକାଳରୁ ହୋଇଅଛି।
ସେଥିପାଇଁ ସଦାପ୍ରଭୁ ତାଙ୍କର ସନ୍ତାନମାନଙ୍କୁ ତ୍ୟାଗ କରିବେ,
    ଯେପର୍ଯ୍ୟନ୍ତ ସ୍ତ୍ରୀଲୋକ ତା'ର ସନ୍ତାନ ପ୍ରସବ ନ କରିଛି।
ତାହାପରେ ଅବଶିଷ୍ଟ ଭାତୃଗଣ
    ଇସ୍ରାଏଲର ଲୋକଙ୍କ ନିକଟକୁ ଫେରି ଆସିବେ।
ତା'ପରେ ଇସ୍ରାଏଲର ଶାସକ ସଦାପ୍ରଭୁଙ୍କ ଶକ୍ତିରେ
    ଓ ତାଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଅପୂର୍ବ ମହିମାରେ ଦଣ୍ଡାୟମାନ ହୋଇ ତାଙ୍କ ପଲଙ୍କୁ ଚରାଇବେ।
ସେମାନେ ଶାନ୍ତିରେ ବାସ କରିବେ
    କାରଣ ସେ ସମୟରେ ତାଙ୍କର ମହାନତା ପୃଥିବୀର ଶେଷ ପ୍ରାନ୍ତ ପର୍ଯ୍ୟନ୍ତ ବିସ୍ତୃତ ହେବ।
    ସେଠାରେ ଶାନ୍ତି ବିରାଜିତ ହେବ।

ଯଦି ଅଶୂରୀୟ ଗୋଷ୍ଠୀ ଆମ୍ଭ ଦେଶକୁ ଆସିବେ
    ଏବଂ ଆମ୍ଭ ରାଜ୍ୟକୁ ଆକ୍ରମଣ କରିବେ,
ତେବେ ଆମ୍ଭେ ଇସ୍ରାଏଲର ସାତ ଜଣ ମେଷପାଳକ
    ଓ ଆଠଜଣ ପ୍ରଧାନ ଲୋକଙ୍କୁ ନିର୍ବାଚନ କରିବୁ।
ସେମାନେ ସେମାନଙ୍କର ‌‌ଖ‌ଡ଼୍‌ଗ ବ୍ୟବହାର କରିବେ ଓ ଅଶୂରୀୟମାନଙ୍କୁ ଶାସନ କରିବେ।
    ସେମାନେ ମଧ୍ୟ ନିମ୍ରୋଦ ଦେଶର ଲୋକମାନଙ୍କୁ ହସ୍ତରେ ‌‌ଖ‌ଡ଼୍‌ଗ ଧାରଣ କରି ଶାସନ କରିବେ।
କିନ୍ତୁ ଇସ୍ରାଏଲର ଶାସକ ଯେଉଁ ଅଶୂରୀୟମାନେ ଆମ୍ଭ ଦେଶକୁ ଆସିବେ
    ଓ ଆମ୍ଭ ସୀମା ମଧ୍ୟରେ ପ୍ରବେଶ କରିବେ ସେମାନଙ୍କଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।
କିନ୍ତୁ ଯାକୁବର ଅବଶିଷ୍ଟାଂଶ, ବହୁ ଜାତି ମଧ୍ୟରେ ସଦାପ୍ରଭୁଙ୍କର ସକାଳର କାକରପରି ବିକ୍ଷିପ୍ତ ହେବେ,
    ଏବଂ କେବେ ମନୁଷ୍ୟମାନଙ୍କ ଉପରେ ନିର୍ଭରଶୀଳ ହେବେ ନାହିଁ।
ଆଉ ମଧ୍ୟ ସେମାନେ ତୃଣ ଉପରେ ବୃଷ୍ଟି ସଦୃଶ ହେବେ
    ଏବଂ ମନୁଷ୍ୟମାନଙ୍କ ଉପରେ ଭରସା ରଖିବେ ନାହିଁ।
ବହୁ ଗୋଷ୍ଠୀ ମଧ୍ୟରେ ବିକ୍ଷିପ୍ତ ହୋଇଥିବା
    ଯାକୁବର ଅବଶିଷ୍ଟାଂଶ
ଜଙ୍ଗଲର ପ୍ରାଣୀମାନଙ୍କ ମଧ୍ୟରେ
    ସିଂହ ସଦୃଶ ବସବାସ କରିବେ।
ଆଉ ମଧ୍ୟ ସେମାନେ ମେଷ ପଲରେ
    ଯୁବା ସିଂହ ସଦୃଶ ଲୋକମାନଙ୍କୁ ଦଳି ପକାଇବେ।
ସିଂହ ଜଙ୍ଗଲ ମଧ୍ୟରେ
    ନିଜ ଇଚ୍ଛା ଅନୁସାରେ ଗତି କରେ
ଓ ଯେଉଁ ପ୍ରାଣୀକୁ ଆକ୍ରମଣ କରେ,
    ତାକୁ କେହି ରକ୍ଷା କରି ପାରିବେ ନାହିଁ।
ତୁମ୍ଭେ ତୁମ୍ଭର ଶତ୍ରୁଗଣ ଉପରେ ହସ୍ତ ଉତ୍ତୋଳନ କରିବ
    ଓ ସେମାନଙ୍କୁ ଧ୍ୱଂସ କରିବ।

ଲୂକ ଲିଖିତ ସୁସମାଗ୍ଭର 13:31-35

ଯିରୁଶାଲମରେ ଯୀଶୁଙ୍କର ମୃତ୍ୟୁ ହେବ

(ମାଥିଉ 23:37-39)

31 ସେହି ସମୟରେ କେତେକ ଫାରୂଶୀ ଯୀଶୁଙ୍କ ପାଖକୁ ଆସିଲେ। ସେମାନେ କହିଲେ, “ଏଠାରୁ ଗ୍ଭଲିଯାଇ ଲୁଚିଯାଆନ୍ତୁ। ହେରୋଦ ଆପଣଙ୍କୁ ମାରିଦେବା ପାଇଁ ଗ୍ଭହୁଁଛନ୍ତି।”

32 ଯୀଶୁ ସେମାନଙ୍କୁ କହିଲେ, “ଯାଅ, ସେହି କୋକିଶିଆଳିକୁ କୁହ, ‘ଆଜି ଓ ଆସନ୍ତା କାଲି ମୁଁ ଲୋକଙ୍କ ଦେହରୁ ଭୂତମାନଙ୍କୁ ତଡ଼ି ଦେଉଛି ଓ ଲୋକମାନଙ୍କୁ ସୁସ୍ଥ କରିବା କାମ ସାରି ଦେଉଛି। ତା’ ପରଦିନ ମୋର କାମ ସରିଯିବ। 33 କିନ୍ତୁ ମୁଁ ଏସବୁ କାର୍ଯ୍ୟ ଆଜି ଓ ଆସନ୍ତା କାଲି ନିଶ୍ଚୟ କରିବି। ତା'ପରେ ମୁଁ ଯିବି। କାରଣ ସମସ୍ତ ଭବିଷ୍ୟ‌ଦ୍‌ବକ୍ତା ଯିରୁଶାଲମରେ ମରନ୍ତି।

34 “ଯିରୁଶାଲମ, ହେ ଯିରୁଶାଲମ! ତୁମ୍ଭେ ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ହତ୍ୟା କରୁଛ। ଯେଉଁ ଲୋକମାନଙ୍କୁ ପରମେଶ୍ୱର ତୁମ୍ଭ ପାଖକୁ ପଠାଇଥିଲେ, ତୁମ୍ଭେ ତାହାଙ୍କୁ ପଥର ଫୋପାଡ଼ି ମାରି ଦେଇଛ। ମୁଁ ଅନେକ ଥର ତୁମ୍ଭ ଲୋକମାନଙ୍କୁ ସାହାଯ୍ୟ କରିବାକୁ ଗ୍ଭହିଁଛି। ଗୋଟିଏ କୁକୁଡ଼ା ତା'ର ପକ୍ଷତଳେ କୁକୁଡ଼ା ଛୁଆମାନଙ୍କୁ ଏକାଠି କରିବାଭଳି ମୁଁ ତୁମ୍ଭମାନଙ୍କ ଲୋକମାନଙ୍କୁ ଏକାଠି କରିବାକୁ ଗ୍ଭହିଁଥିଲି। କିନ୍ତୁ ତୁମ୍ଭେମାନେ ମୋତେ ତାହା କରେଇ ଦେଲ ନାହିଁ। 35 ବର୍ତ୍ତମାନ ତୁମ୍ଭମାନଙ୍କ ଘର ପୂରାପୂରି ଖାଲି ଛାଡ଼ି ଦିଆଯିବ। ମୁଁ ତୁମ୍ଭମାନଙ୍କୁ କହୁଛି, ଯେଉଁ ସମୟ ପର୍ଯ୍ୟନ୍ତ ତୁମ୍ଭେମାନେ ଏହି କଥା ନ କହିବ, ‘ପ୍ରଭୁଙ୍କ ନାମରେ ଯେଉଁ ବ୍ୟକ୍ତି ଆସନ୍ତି, ପରମେଶ୍ୱର ତାହାଙ୍କୁ ଆଶୀର୍ବାଦ କରନ୍ତୁ’(A), ‘ସେହି ସମୟ ପର୍ଯ୍ୟନ୍ତ ତୁମ୍ଭେମାନେ ମୋତେ ପୁନର୍ବାର ଦେଖି ପାରିବ ନାହିଁ।’”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center