Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଆଦିପୁସ୍ତକ 6:9-22

ନୋହ ଏବଂ ପ୍ରଳୟଙ୍କାରି ବନ୍ୟା

ଏହା ନୋହଙ୍କର ବଂଶାବଳୀ ଅଟେ। ନୋହ ଜଣେ ଧାର୍ମିକ ଲୋକ ଥିଲେ ଏବଂ ସର୍ବଦା ପରମେଶ୍ୱରଙ୍କୁ ଅନୁସରଣ କରୁଥିଲେ। 10 ନୋହଙ୍କର ତିନୋଟି ପୁତ୍ର ଥିଲେ। ସେମାନେ ହେଲେ ଶେମ, ହାମ ଓ ଯେଫତ୍।

11-12 ପରମେଶ୍ୱର ପୃଥିବୀକୁ ନିରୀକ୍ଷଣ କଲେ ଓ ଦେଖିଲେ ଯେ, ପୃଥିବୀ ଭ୍ରଷ୍ଟାଗ୍ଭରିତା ହୋଇଅଛି। ସମସ୍ତ ସ୍ଥାନରେ ଅତ୍ୟାଗ୍ଭର ଥିଲା, ସବୁ ଲୋକମାନେ ମନ୍ଦ ଓ ନିଷ୍ଠୁର ହୋଇଛନ୍ତି। ପୃଥିବୀ ପୁରା ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଛି।

13 ତେଣୁ ପରମେଶ୍ୱର ନୋହଙ୍କୁ କହିଲେ, “ସମସ୍ତ ଲୋକ ପୃଥିବୀକୁ କ୍ରୋଧ ଓ ହିଂସାରେ ଛାରଖାର କରି ଦେଲେଣି। ତେଣୁ ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା। 14 ତୁମ୍ଭେ ଗୋଫର କାଠର ଗୋଟିଏ ଜାହାଜ ନିର୍ମାଣ କର। ତା’ ମଧ୍ୟରେ ନାନା କୋଠରୀ ବନାଇ ତହିଁର ଭିତର ଓ ବାହାର ଝୁଣା ଦ୍ୱାରା ଲେପନ କର।

15 “ସେହି ଜାହାଜଟିକୁ ଏହିପରି ନିର୍ମାଣ କର ଯେ, ଏହାର ଲମ୍ବ ଯେପରି 300 ହାତ, ପ୍ରସ୍ଥ ପଗ୍ଭଶ୍ ହାତ ଏବଂ ତାହାର ଉଚ୍ଚତା ତିରିଶ୍ ହାତ ହେବ। 16 ଉପରୁ ଏକ ହାତ ଛାଡ଼ି ଝରକା କରିବ। ସେହି ଜାହାଜର ପାର୍ଶ୍ୱରେ ଗୋଟିଏ ଦ୍ୱାର ରହିବ। ଆଉ ତହିଁର ପ୍ରଥମ, ଦ୍ୱିତୀୟ ଓ ତୃତୀୟ ଚଟାଣ ବନାଇବ।

17 “ମୁଁ ଏକ ପ୍ରଳୟଙ୍କାରୀ ବନ୍ୟା ପୃଥିବୀ ଉପରେ ଆଣିବି। ଆକାଶ ତଳେ ଥିବା ସମସ୍ତ ଜୀବସତ୍ତାକୁ ଧ୍ୱଂସ କରିବି। ପୃଥିବୀର ସମସ୍ତ ପ୍ରାଣୀ ମରିବେ। 18 ମୁଁ ତୁମ୍ଭ ସହିତ ଏକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି କରିବି। ତୁମ୍ଭେ ତୁମ୍ଭର ସ୍ତ୍ରୀ ତୁମ୍ଭର ପୁତ୍ରମାନେ ଏବଂ ତୁମ୍ଭର ପୁତ୍ରମାନଙ୍କର ସ୍ତ୍ରୀମାନେ ସମସ୍ତେ ଜାହାଜକୁ ଯିବେ। 19 ପ୍ରାଣରକ୍ଷାର୍ଥେ ସର୍ବ ପ୍ରକାର ଜୀବଜନ୍ତୁର ଏକ ଏକ ଦମ୍ପତ୍ତି ଆପଣା ସଙ୍ଗରେ ଧରି ଜାହାଜରେ ପ୍ରବେଶ କରିବ। 20 ସବୁପ୍ରକାର ପକ୍ଷୀ, ସର୍ବପ୍ରକାର ପଶୁ ଓ ସର୍ବ ପ୍ରକାର ଉରୋଗାମୀ ଜନ୍ତୁ ପ୍ରତ୍ୟେକ ଜାତିରୁ ଗୋଟିଏ ଗୋଟିଏ ଦମ୍ପତ୍ତି ଜୀବନ ରକ୍ଷା ପାଇଁ ତୁମ୍ଭ ନିକଟକୁ ଆସିବେ। 21 ଆଉ ତୁମ୍ଭେ ଆପଣାର ଓ ସେମାନଙ୍କର ଆହାର ନିମନ୍ତେ ସବୁପ୍ରକାର ଖାଦ୍ୟ ସାମଗ୍ରୀ ଆଣି ଆପଣା ନିକଟରେ ସଞ୍ଚୟ କରିବ।”

22 ତହିଁରେ ନୋହ ସେହିପରି କଲେ। ନୋହ ପରମେଶ୍ୱରଙ୍କ ଆଜ୍ଞା ପାଳନ କଲେ।

ଆଦିପୁସ୍ତକ 7:24

24 ଏହିପରି ଭାବରେ ପୃଥିବୀ 150 ଦିନ ପର୍ଯ୍ୟନ୍ତ ଜଳରେ ମଗ୍ନ ହୋଇ ରହିଲା।

ଆଦିପୁସ୍ତକ 8:14-19

14 ଦ୍ୱିତୀୟ ମାସର ଶତାଇଶ ଦିନ ବେଳକୁ ଭୂମି ପୁରା ଶୁଖି ଯାଇଥିଲା।

15 ଏହା ପରେ ପରମେଶ୍ୱର ନୋହଙ୍କୁ କହିଲେ, 16 “ଜାହାଜକୁ ପରିତ୍ୟାଗ କର, ତୁମ୍ଭେ ତୁମ୍ଭର ସ୍ତ୍ରୀ, ତୁମ୍ଭର ପୁତ୍ର ଓ ପୁତ୍ରବଧୂମାନଙ୍କୁ ବାହାରି ଆସିବାକୁ କୁହ 17 ତୁମ୍ଭ ସହିତ ସମସ୍ତ ପଶୁଗୁଡ଼ିକୁ ବାହାର କରିଆଣ। ସମସ୍ତ ପଶୁ, ସମସ୍ତ ପକ୍ଷୀ, ସମସ୍ତ ଭୂଚର ପ୍ରାଣୀ ସେମାନେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ। ପୁଣି ପୃଥିବୀ ଫଳବନ୍ତ ହେଉ।”

18 ତେଣୁ ନୋହ ତାଙ୍କର ସ୍ତ୍ରୀ, ତାଙ୍କର ପୁତ୍ର ଓ ପୁତ୍ରବଧୂମାନଙ୍କ ସହିତ ବାହାରକୁ ପଳାଇ ଆସିଲେ। 19 ସମସ୍ତ ପଶୁ ଏବଂ ଭୂମିରେ ଗୁରୁଣ୍ଡୁଥିବା ଜୀବିତ ପ୍ରାଣୀମାନେ ଏବଂ ସମସ୍ତ ପକ୍ଷୀ ତାଙ୍କର ପରିବାର ସହିତ ଜାହାଜରୁ ବାହାରି ଆସିଲେ।

ଗୀତସଂହିତା 46

ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ପରିବାରର ଅଲମୋତ ସ୍ୱରର ଗୋଟିଏ ଗୀତ।

46 ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ।
    ଆମ୍ଭେ ବିପଦ ସମୟରେ ତାଙ୍କର ସାହାଯ୍ୟ ପାଇପାରୁ।
ତେଣୁ ଯେତେବେଳେ ଭୂମି କମ୍ପିତ ହୁଏ,
    ଏବଂ ପର୍ବତ ସମୁଦ୍ରରେ ପଡ଼େ ଆମ୍ଭେ ଭୟଭୀତ ହେବା ନାହିଁ।
ଯେତେବେଳେ ସମୁଦ୍ର ଅଶାନ୍ତ ଓ ଅନ୍ଧକାର ହୋଇଯାଏ
    ଏବଂ ପର୍ବତଗୁଡ଼ିକ ଥରିଉଠେ, ତଥାପି ଆମ୍ଭେ ଭୟଭୀତ ହେବା ନାହିଁ। ସେଲା

ଏପରି ଏକ ନଦୀ ଅଛି ଯାହାର ପବିତ୍ର ଜଳଧାରା
    ସର୍ବୋପରିସ୍ଥ ପରମେଶ୍ୱରଙ୍କ ନଗରୀକୁ ଆନନ୍ଦିତ କରୁଛି।
ପରମେଶ୍ୱର ସେହି ନଗରୀରେ ବାସ କରନ୍ତି।
    ଏହା କେବେ ବି ଧ୍ୱଂସ ପାଇବ ନାହିଁ।
    ପରମେଶ୍ୱର ଏପରିକି ସୂର୍ଯ୍ୟୋଦୟ ପୂର୍ବରୁ ସାହାଯ୍ୟ କରିବାକୁ ଉପସ୍ଥିତ ଥା’ନ୍ତି।
ସଦାପ୍ରଭୁଙ୍କ ଚିତ୍କାର ଶୁଣି ରାଜ୍ୟମାନେ ଭୟରେ କମ୍ପି ଉଠନ୍ତି।
    ସେହି ରାଜ୍ୟସବୁ ଭାଙ୍ଗି ପଡ଼ିବ ଏବଂ ପୃଥିବୀରେ ଭୂମିକମ୍ପ ହେବ।
ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି।
    ଯାକୁବର ପରମେଶ୍ୱର ଆମ୍ଭ ସମସ୍ତଙ୍କର ନିରାପଦର ସ୍ଥାନ ଅଟନ୍ତି। ସେଲା

ସଦାପ୍ରଭୁ ସୃଷ୍ଟି କରିଥିବା ସେହି ଆଶ୍ଚର୍ଯ୍ୟଜନକ ବସ୍ତୁକୁ ଦେଖ।
    ଏ ପୃଥିବୀର ବସ୍ତୁକୁ ସେ କିପରି ଧ୍ୱଂସ କରି ପାରନ୍ତି।
ସଦାପ୍ରଭୁ ଏ ପୃଥିବୀର ଯେକୌଣସି ସ୍ଥାନରେ ଗ୍ଭହିଁଲେ ଯୁଦ୍ଧ ବନ୍ଦ କରି ପାରିବେ।
    ଯଦି ସେ ଗ୍ଭହେଁ ସୈନିକର ଧନୁକୁ ଭାଙ୍ଗି ପାରିବେ, ସେ ବର୍ଚ୍ଛାକୁ ଖଣ୍ଡ ଖଣ୍ଡ କରି ପାରିବେ, ସେ ଢାଲକୁ ପୋଡ଼ି ଦେଇ ପାରିବେ।

10 ପରମେଶ୍ୱର କହନ୍ତି, “ଯୁଦ୍ଧ ବନ୍ଦ କର, ମନେରଖ ମୁଁ ହେଉଛି ପରମେଶ୍ୱର।
    ମୁଁ ରାଜ୍ୟମାନଙ୍କୁ ପରାସ୍ତ କରିଛି।
    ପୃଥିବୀକୁ ମୁଁ ନିୟନ୍ତ୍ରଣ କରେ।”

11 ସେହି ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି।
    ଯାକୁବର ପରମେଶ୍ୱର ଆମ୍ଭ ସମସ୍ତଙ୍କ ନିରାପଦ ଆଶ୍ରୟ ସ୍ଥଳ। ସେଲା

ରୋମୀୟଙ୍କ ପ୍ରତି ପତ୍ର 1:16-17

16 ମୁଁ ଏହି ସୁସମାଗ୍ଭର ପାଇଁ ଗର୍ବ ଅନୁଭବ କରୁଛି। ଏହି ସୁସମାଗ୍ଭର ହେଉଛି ଶକ୍ତି, ଯାହାଦ୍ୱାରା ପରମେଶ୍ୱର ତାହାଙ୍କୁ ବିଶ୍ୱାସ କରୁଥିବା ପ୍ରତ୍ୟେକ ଲୋକଙ୍କୁ ଉଦ୍ଧାର କରନ୍ତି। ପ୍ରଥମେ ଯିହୂଦୀମାନଙ୍କୁ ଓ ପରେ ଅଣଯିହୂଦୀମାନଙ୍କୁ ମଧ୍ୟ। 17 ପରମେଶ୍ୱର ଲୋକମାନଙ୍କୁ କିପରି ତାଙ୍କ ପାଇଁ ଧାର୍ମିକ କରନ୍ତି ତାହା ସୁସମାଗ୍ଭର ଦର୍ଶାଇ ଥାଏ। ବିଶ୍ୱାସ ଦ୍ୱାରା ପରମେଶ୍ୱରଙ୍କ ପାଇଁ ଧାର୍ମିକତା ଆରମ୍ଭ ହୁଏ ଓ ବିଶ୍ୱାସରେ ଶେଷ ହୁଏ। ଯେପରି ଧର୍ମଶାସ୍ତ୍ରରେ କୁହାଯାଇଛି, “ବିଶ୍ୱାସ ଦ୍ୱାରା ଧାର୍ମିକ ଅନନ୍ତକାଳ ଜୀବିତ ରହେ।”(A)

ରୋମୀୟଙ୍କ ପ୍ରତି ପତ୍ର 3:22-28

22 ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ପରମେଶ୍ୱର ଲୋକମାନଙ୍କୁ ଧାର୍ମିକ କରନ୍ତି। ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ରଖୁଥିବା ସମସ୍ତ ଲୋକଙ୍କ ପାଇଁ ପରମେଶ୍ୱର ଏହା କରନ୍ତି। ସବୁ ଲୋକେ ହେଉଛନ୍ତି ସମାନ। 23 ସମସ୍ତେ ପାପ କରିଛନ୍ତି ଓ ପରମେଶ୍ୱରଙ୍କ ମହିମା ପାଇବାରେ ଊଣା ପଡ଼ିଛନ୍ତି। 24 ପରମେଶ୍ୱରଙ୍କ ଅନୁଗ୍ରହ ଦ୍ୱାରା ଲୋକେ ତାହାଙ୍କ ଦୃଷ୍ଟିରେ ଧାର୍ମିକ ହୁଅନ୍ତି। ଏହା ବିନା ମୂଲ୍ୟର ଅନୁଗ୍ରହଦାନ ଅଟେ। ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ୟମରେ ପାପରୁ ମୁକ୍ତ ହୋଇ ଲୋକେ ପରମେଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ହୁଅନ୍ତି। 25 ଲୋକମାନଙ୍କୁ ବିଶ୍ୱାସ ଜରିଆରେ, ପାପରୁ କ୍ଷମା କରିବା ଉଦ୍ଦେଶ୍ୟରେ ପରମେଶ୍ୱର ଯୀଶୁଙ୍କୁ ପଥ ଭାବରେ ଦେଇଥିଲେ। ଯୀଶୁଙ୍କ ରକ୍ତ ବା ମୃତ୍ୟୁ ଦ୍ୱାରା ପରମେଶ୍ୱର କ୍ଷମା କରନ୍ତି। ଯୀଶୁଙ୍କୁ ଦେବା ଦ୍ୱାରା ଏହା ପ୍ରମାଣିତ କରେ ଯେ ପରମେଶ୍ୱର ସର୍ବଦା ନ୍ୟାୟ କରନ୍ତି। 26 ପୂର୍ବରୁ ପରମେଶ୍ୱର ଧୈର୍ଯ୍ୟ ଧରି ରହିଥିବା ଲୋକମାନଙ୍କୁ ସେମାନଙ୍କର ପାପ ପାଇଁ ଦଣ୍ଡ ନ ଦେଇ ଉଚିତ୍ କାର୍ଯ୍ୟ କରିଥିଲେ। ସେ ନିଜର ଧାର୍ମିକତା ପ୍ରକାଶ କରିବା ପାଇଁ ଏବେ ଯୀଶୁଙ୍କୁ ପଠାଇଲେ। ପରମେଶ୍ୱର ଯେ, ନିଜେ ନ୍ୟାୟବାନ ତାହା ଦେଖାଇବା ପାଇଁ ଯୀଶୁଙ୍କଠାରେ ବିଶ୍ୱାସ ରଖି ଥିବା ଯେକୌଣସି ଲୋକକୁ ଧାର୍ମିକ କଲେ।

27 ତା'ହେଲେ ଆମ୍ଭର ଗର୍ବ କରିବାର କିଛି ଅଛି କି? ନା! କାହିଁକି ନୁହେଁ? କାରଣ, ବିଶ୍ୱାସର ମାର୍ଗ ଦ୍ୱାରା ସମସ୍ତ ପ୍ରକାରର ଗର୍ବ କରିବା ବିଷୟକୁ ବାଦ୍ କରାଯାଇଛି। 28 ଏହାର କାରଣ ହେଲା ଜଣେ ଲୋକ ବ୍ୟବସ୍ଥା ପାଳନ କରିବା ଦ୍ୱାରା ନୁହେଁ ବରଂ ବିଶ୍ୱାସ ଦ୍ୱାରା ପରମେଶ୍ୱରଙ୍କ ପ୍ରତି ଧାର୍ମିକ ଗଣିତ ହୁଏ। ଏ କଥାରେ ଆମ୍ଭେ ବିଶ୍ୱାସ କରୁ।

ରୋମୀୟଙ୍କ ପ୍ରତି ପତ୍ର 3:29-31

29 ପରମେଶ୍ୱର କେବଳ ଯିହୂଦୀମାନଙ୍କର ପରମେଶ୍ୱର ନୁହନ୍ତି। ଅଣଯିହୂଦୀମାନଙ୍କର ମଧ୍ୟ ସେ ପରମେଶ୍ୱର ଅଟନ୍ତି। 30 ପରମେଶ୍ୱର ହେଉଛନ୍ତି ମାତ୍ର ଜଣେ, ସେ ଯିହୂଦୀମାନଙ୍କୁ ସେମାନଙ୍କ ବିଶ୍ୱାସ ଆଧାରରେ ତାହାଙ୍କ ସହିତ ଧାର୍ମିକ କରିବେ। ଅଣଯିହୂଦୀମାନଙ୍କୁ ମଧ୍ୟ ସେମାନଙ୍କର ବିଶ୍ୱାସ ପାଇଁ ସେ ଧାର୍ମିକ କରିବେ। 31 ଏଠାରେ ପ୍ରଶ୍ନ ଉଠେ ଯେ ଆମ୍ଭେ କ’ଣ ବିଶ୍ୱାସର ମାର୍ଗ ଅନୁସରଣ କରିବା ଦ୍ୱାରା ବ୍ୟବସ୍ଥାକୁ ନଷ୍ଟ କରୁଛୁ କି? ନା! ଏହା ସତ୍ୟ ନୁହେଁ। ବରଂ ବ୍ୟବସ୍ଥା ଆମ୍ଭଠାରୁ ଯାହା ଆଶାକରେ, ତାହା ହେବା ପାଇଁ ବିଶ୍ୱାସ ଆମ୍ଭକୁ ସୁଯୋଗ ପ୍ରଦାନ କରେ।

ମାଥିଉ ଲିଖିତ ସୁସମାଗ୍ଭର 7:21-29

21 “ମୋତେ ‘ପ୍ରଭୁ’ ‘ପ୍ରଭୁ’ କହୁଥିବା ପ୍ରତ୍ୟେକ ଲୋକ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବେ ନାହିଁ। ଯେଉଁ ଲୋକ ସ୍ୱର୍ଗରେ ରହୁଥିବା ମୋର ପରମପିତାଙ୍କ ଇଚ୍ଛା ଅନୁଯାୟୀ କାମ କରେ, ସେହି ବ୍ୟକ୍ତି କେବଳ ସେଠାରେ ପ୍ରବେଶ କରିବ। 22 ସେହି ଶେଷ ଦିନରେ ଅନେକ ଲୋକ ମୋତେ ପଗ୍ଭରିବେ, ‘ପ୍ରଭୁ, ଆମ୍ଭେ କ’ଣ ତୁମ୍ଭ ନାମରେ ଭବିଷ୍ୟ‌‌‌‌‌‌‌ଦ୍‌‌ବାଣୀ କରି ନ ଥିଲୁ’? ତୁମ୍ଭ ନାମରେ କ’ଣ ଆମ୍ଭେ ଭୂତମାନଙ୍କୁ ବାହାର କରିଦେଇ ନ ଥିଲୁ? ଆମ୍ଭେ କ’ଣ ତୁମ୍ଭ ନାମରେ ଅନେକ ଆଶ୍ଚର୍ଯ୍ୟଜନକ କାମ କରି ନ ଥିଲୁ? 23 ତେବେ ମୁଁ ସେମାନଙ୍କୁ ଖୋଲାଖୋଲି ଭାବରେ କହିବି ଯେ, ‘ମୁଁ ତୁମ୍ଭକୁ ଆଦୌ ଜାଣିନି। ଆରେ କୁକର୍ମୀମାନେ, ମୋ’ ପାଖରୁ ଗ୍ଭଲିଯାଅ।’

ଜଣେ ବୁଦ୍ଧିମାନ ଓ ଜଣେ ମୂର୍ଖ

(ଲୂକ 6:47-49)

24 “ତେଣୁ ଯେଉଁ ଲୋକ ମୋର ଏହି କଥାଗୁଡ଼ିକ ଶୁଣେ, ଏବଂ ତାହା ମାନି ଚଳେ, ସେ ଲୋକ ପଥର ଉପରେ ଘର ତୋଳିଥିବା ଗୋଟିଏ ବୁଦ୍ଧିମାନ ବ୍ୟକ୍ତିଭଳି। 25 ବର୍ଷା ହେଲା, ବଢ଼ି ମାଡ଼ି ଆସିଲା, ପବନ ବହିଲା ଓ ସେ ଘରକୁ ଧ‌କ୍‌କା ଦେଲା, କିନ୍ତୁ ତଥାପି ସେ ଘର ଭାଙ୍ଗିଲା ନାହିଁ। କାରଣ ତା'ର ମୂଳଦୁଆ ପଥର ଉପରେ ରହିଥିଲା।

26 “କିନ୍ତୁ ଯେଉଁ ଲୋକ ମୋର ଏହି କଥାଗୁଡ଼ିକ ଶୁଣେ, କିନ୍ତୁ ସେଗୁଡ଼ିକୁ ମାନି ଚଳେ ନାହିଁ, ସେ ବାଲି ଉପରେ ଘର ତୋଳିଥିବା ଗୋଟିଏ ମୂର୍ଖ ବ୍ୟକ୍ତି ଭଳି। 27 ବର୍ଷା ହେଲା, ବଢ଼ି ମାଡ଼ି ଆସିଲା, ପବନ ବହିଲା ଓ ସେ ଘରକୁ ଧ‌କ୍‌କା ଦେଲା ଏବଂ ସେହି ଘରଟି ପୁରାପୂରି ଭାଙ୍ଗି ପଡ଼ିଲା।”

28 ଯୀଶୁଙ୍କ ଏହିସବୁ କଥା କହିବା ଶେଷ ହେଲା, ତାହାଙ୍କ ଉପଦେଶ ଶୁଣି ଜମା ହୋଇଥିବା ଲୋକେ ଆଶ୍ଚର୍ଯ୍ୟ ହୋଇଗଲେ। 29 କାରଣ ସେ ସେମାନଙ୍କୁ ସେମାନଙ୍କର ଧର୍ମ-ଶାସ୍ତ୍ରୀଙ୍କ ଭଳି ଉପଦେଶ ନ ଦେଇ ଅଧିକାର ଥିବା ଜଣେ ଲୋକ ଭଳି ଉପଦେଶ ଦେଉଥିଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center