Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 69:1-3

ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍ ସ୍ୱରରେ ଦାଉଦଙ୍କର ଗୀତ।

69 ହେ ପରମେଶ୍ୱର, ମୋତେ ମୋର ସମସ୍ତ ବିପଦରୁ ବଞ୍ଚାଅ।
    ମୋର ପ୍ରାଣ ପର୍ଯ୍ୟନ୍ତ ଜଳରାଶି ମାଡ଼ି ଯାଇଛି।
ଯେଉଁଠାରେ ମୁଁ ଠିଆ ହୋଇ ପାରିବି ଏପରି କୌଣସି ବସ୍ତୁ ନାହିଁ।
    ମୁଁ ଗଭୀର ପଙ୍କ ଭିତରକୁ ଭାସି ଯାଉଛି।
ମୁଁ ଅଗାଧ ଜଳରେ ଅଛି ଓ ମୋର ଚତୁର୍ପାର୍ଶ୍ୱରେ ଲହଡ଼ି ଭାଙ୍ଗୁଛି।
    କେବଳ ମୁଁ ବୁଡ଼ିଯିବା ଉପରେ।
ସାହାଯ୍ୟ ପାଇଁ ଡାକି ଡାକି ମୁଁ ଦୁର୍ବଳ ହେବାକୁ ଯାଉଛି।
    ମୋର କଣ୍ଠ ଯନ୍ତ୍ରଣା ହେଉଛି।
ମୁଁ ତୁମ୍ଭର ସହାୟତା ପାଇବା ପାଇଁ ବାଟ ଗ୍ଭହିଁଛି।
    ଏବଂ ଗ୍ଭହିଁ ଗ୍ଭହିଁ ମୋର ଆଖିଦ୍ୱୟ ଯନ୍ତ୍ରଣା କରୁଛି।

ଗୀତସଂହିତା 69:13-16

13 ହେ ସଦାପ୍ରଭୁ, ମୋ’ ଜାଣିବାରେ ମୁଁ ପ୍ରାର୍ଥନା କରେ
    ତୁମ୍ଭେ ମୋତେ ଗ୍ରହଣ କରିନିଅ।
ହେ ପରମେଶ୍ୱର, ମୁଁ ଆଶାକରେ ତୁମ୍ଭେ ମୋତେ ତୁମ୍ଭର ପରିତ୍ରାଣର ସତ୍ୟତା ଅନୁସାରେ ଉତ୍ତର ଦିଅ।
    ମୁଁ ଜାଣେ, ପରିତ୍ରାଣ ପାଇଁ ମୁଁ ତୁମ୍ଭଠାରେ ଭରସା କରି ପାରିବି।
14 ମୋତେ ପଙ୍କ ସ୍ଥାନରୁ ବଞ୍ଚାଅ।
    ମୋତେ ପଙ୍କ ମଧ୍ୟରେ ବୁଡ଼ିବାକୁ ଦିଅ ନାହିଁ।
ଯେଉଁମାନେ ମୋତେ ଘୃଣା କରନ୍ତି, ସେମାନଙ୍କଠାରୁ ମୋତେ ରକ୍ଷା କର।
    ମୋତେ ଏହି ଗଭୀର ପାଣିରୁ ବଞ୍ଚାଅ।
15 ବନ୍ୟା ଲହରୀ ମୋତେ ଯେମିତି ବୁଡ଼ାଇ ନ ଦେଉ।
    ଗଭୀର ସମୁଦ୍ର ମୋତେ ଗ୍ରାସ ନ କରୁ।
    କବର ମୋତେ ଗିଳି ନ ଦେଉ।
16 ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଉତ୍ତମ।
    ତେଣୁ ମୋତେ ଉତ୍ତର ଦିଅ।
    ମୋର ସହାୟତା ପାଇଁ କୃପାସହକାରେ ମୋତେ ଗ୍ଭହଁ।

ଗୀତସଂହିତା 69:30-36

30 ମୁଁ ଗୀତରେ ପରମେଶ୍ୱରଙ୍କ ନାମର ପ୍ରଶଂସା ଗାନ କରିବି
    ଓ ଧନ୍ୟବାଦ ସହ ତାଙ୍କର ଗୌରବ ଗାନ କରିବି।
31 ସଦାପ୍ରଭୁ ଏଥିରେ ପ୍ରସନ୍ନ ହେବେ।
    ଏକ ଶିଙ୍ଗ ଓ ଖୁରା ସହିତ ଷଣ୍ଢ କିଅବା ପଶୁ ବଳି ଦେବା ଅପେକ୍ଷା ଏହା ଅଧିକ ଉତ୍ତମ ଅଟେ।
32 ହେ ଗରିବ ଲୋକମାନେ, କିଏ ପରମେଶ୍ୱରଙ୍କ ଆରାଧନା କରିବା ପାଇଁ ଆସିଅଛି,
    ତୁମ୍ଭେ ଏହି କଥା ଜାଣିବା ପାଇଁ ଆନନ୍ଦିତ ହୋଇଯିବ।
33 ସଦାପ୍ରଭୁ ଅସହାୟମାନଙ୍କର ଗୁହାରି ଶୁଣନ୍ତି।
    ସେ ତାଙ୍କର ବନ୍ଦୀଥିବା ଲୋକମାନଙ୍କୁ ଘୃଣା କରନ୍ତି ନାହିଁ।
34 ଆକାଶ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସକଳ ଜଙ୍ଗମ
    ତାଙ୍କର ପ୍ରଶଂସା କରନ୍ତୁ।
35 ସଦାପ୍ରଭୁ ସିୟୋନକୁ ପରିତ୍ରାଣ କରିବେ
    ଓ ଯିହୁଦାର ନଗରସବୁ ପୁନଃନିର୍ମାଣ କରିବେ।
ତାଙ୍କର ଲୋକମାନେ ସେଠାରେ ରହିବେ ଏବଂ ଦେଶ ପୁଣି ଥରେ ତାଙ୍କର ହେବ।
36     ତାହାଙ୍କ ଦାସମାନଙ୍କ ବଂଶଧର ତାହା ଭୋଗ କରିବେ।
    ଆଉ ତାହାଙ୍କ ନାମର ସ୍ନେହକାରୀଗଣ ତହିଁ ମଧ୍ୟରେ ବାସ କରିବେ।

ଆଦିପୁସ୍ତକ 4:1-16

ପ୍ରଥମ ପରିବାର

ଯେତେବେଳେ ସେହି ମନୁଷ୍ୟ ତା'ର ସ୍ତ୍ରୀ ହବା ସହିତ ସହବାସ କଲା, ସେ ଗର୍ଭବତୀ ହେଲା ଏବଂ ଏକ ପୁତ୍ରକୁ ଜନ୍ମ ଦେଲା, ଯାହାକୁ ସେ କୟିନ କହିଲା। ହବା କହିଲା, “ସଦାପ୍ରଭୁଙ୍କ ସହାୟତାରେ ମୁଁ ଏକ ମନୁଷ୍ୟ ଜନ୍ମ କରିଛି।”

ଏହା ପରେ ହବା କୟିନର ଭାଇ ହେବଲଙ୍କୁ ଜନ୍ମ କଲା। ହେବଲ ମେଷପାଳକ ଓ କୟିନ କୃଷକ ହେଲେ।

ପ୍ରଥମ ହତ୍ୟା

3-4 କିଛି ସମୟ ପରେ, କୟିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂଉତ୍ପନ୍ନ ଫଳ ଆଣି ଉତ୍ସର୍ଗ କଲା ଏବଂ ହେବଲ ନିଜର ପ୍ରଥମଜାତ ମେଷ ଆଣିଲା ଏବଂ ସେମାନଙ୍କର ସର୍ବୋତ୍ତମ ଅଂଶ ପରମେଶ୍ୱରଙ୍କୁ ଉତ୍ସର୍ଗ କଲେ।

ସଦାପ୍ରଭୁ ହେବଲକୁ ଓ ତାହାର ନୈବେଦ୍ୟକୁ ଗ୍ରହଣ କଲେ। କିନ୍ତୁ ସଦାପ୍ରଭୁ କୟିନକୁ ଓ ତାହାର ନୈବେଦ୍ୟକୁ ଗ୍ରହଣ କଲେ ନାହିଁ। ଏଣୁ କୟିନ ବହୁତ କ୍ରୋଧ ଏବଂ ଦୁଃଖ କଲା। ସଦାପ୍ରଭୁ କୟିନକୁ ପଗ୍ଭରିଲେ, “କାହିଁକି ତୁମ୍ଭେ କ୍ରୋଧ କରୁଅଛ? ତୁମ୍ଭେ କାହିଁକି ଦୁଃଖ କରୁଛ? ତୁମ୍ଭେ ଯଦି ଠିକ୍ ବିଷୟ କରିବ, ତେବେ ମୁଁ ତୁମ୍ଭକୁ ଗ୍ରହଣ କରିବି। ଯଦି ତୁମ୍ଭେ ଭୁଲ୍ କର ତେବେ ତାହା ପାପ ହେବ। ପାପ ଏକ ପ୍ରାଣୀ ପରି, ତୁମ୍ଭ ଦ୍ୱାର ସମ୍ମୁଖରେ ନଇଁ କରି ତୁମ୍ଭ ଉପରେ ଝାମ୍ପମାରି ଧରିବାକୁ ଅପେକ୍ଷା କରିଅଛି। ତୁମ୍ଭେ ନିଶ୍ଚୟ ତା’ ଉପରେ ରାଜତ୍ୱ କରିବ।”

କୟିନ ତା'ର ଭାଇ ହେବଲକୁ କହିଲା, “ଗ୍ଭଲ କ୍ଷେତକୁ ଯିବା।” ତେଣୁ କୟିନ ଏବଂ ହେବଲ କ୍ଷେତକୁ ବାହାରି ଗଲେ। ଏହା ପରେ କୟିନ ହେବଲକୁ ଆକ୍ରମଣ କରି ହତ୍ୟା କଲା।

ଏହା ପରେ ସଦାପ୍ରଭୁ କୟିନକୁ କହିଲେ, “ତୁମ୍ଭର ଭାଇ ହେବଲ କେଉଁଠି?”

କୟିନ ଉତ୍ତର ଦେଲା, “ମୁଁ ଜାଣେ ନାହିଁ, ଏହା କ’ଣ ମୋର କାମ ଯେ ମୋର ଭାଇର ମୁଁ ଯତ୍ନ ନେବି ଓ ଜଗି ରହିବି?”

10 ଏହା ପରେ ସଦାପ୍ରଭୁ କହିଲେ, “ତୁମ୍ଭେ କ’ଣ କଲ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଛି। 11 ଭୂମିରେ ତୁମ୍ଭ ଭାଇର ରକ୍ତ ଢାଳିଲ। ସେଥିପାଇଁ ତୁମ୍ଭେ ଅଭିଶପ୍ତ ହେଲ ଏବଂ ତୁମ୍ଭକୁ ଭୂମିରୁ ବାହାର କରାଯିବ। 12 ଅତୀତରେ ଭୂମିରେ କୃଷିକର୍ମ କଲେହେଁ ତାହା ଆପଣା ଶକ୍ତି ଦେଇ ଆଉ ତୁମ୍ଭର ସେବା କରିବ ନାହିଁ। ତୁମ୍ଭେ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ବୁଲୁଥିବ, ପୃଥିବୀରେ ତୁମ୍ଭର ଗୃହ ରହିବ ନାହିଁ।”

13 ଏହା ପରେ କୟିନ କହିଲା, “ମୋର ଦଣ୍ଡ ଅସହ୍ୟ! 14 ଆଜି ତୁମ୍ଭେ ମୋତେ ଏହି ଭୂମିରୁ ତଡ଼ି ଦେଲ, ତହିଁରେ ମୁଁ ତୁମ୍ଭଠାରୁ ଲୁକାୟିତ ହେବି। ମୁଁ ଏକ ପଳାତକ ଓ ପୃଥିବୀରେ ଭ୍ରମଣକାରୀ ହେବି। ଏପରି ହେବ ଯେ, କୌଣସି ଲୋକ ମୋତେ ପାଇଲେ ବଧ କରିବ।”

15 ଏହା ପରେ ସଦାପ୍ରଭୁ କୟିନକୁ କହିଲେ, “ମୁଁ ଏପରି ଘଟିବାକୁ ଦେବି ନାହିଁ! ଯଦି କୌଣସି ଲୋକ ତୁମ୍ଭକୁ ହତ୍ୟା କରେ, ତେବେ ମୁଁ ତାକୁ ଅଧିକରୁ ଅଧିକ ଦଣ୍ଡ ବିଧାନ କରିବି।” ଏହା ପରେ ସଦାପ୍ରଭୁ ପରମେଶ୍ୱର କୟିନକୁ ଏକ ଚିହ୍ନ ଦେଲେ। ଚିହ୍ନଟି ଦର୍ଶାଇଲା ଯେ, କେହି ତାକୁ ମାରିବା ଉଚିତ୍ ନୁହେଁ।

କୟିନର ପରିବାର

16 ଏହା ପରେ କୟିନ ସଦାପ୍ରଭୁଙ୍କ ସମ୍ମୁଖରୁ ପ୍ରସ୍ଥାନ କରି ଏଦନର ପୂର୍ବଦିଗସ୍ଥ ନୋଦ ନାମକ ଦେଶରେ ବାସ କଲା।

ରୋମୀୟଙ୍କ ପ୍ରତି ପତ୍ର 2:1-11

ପରମେଶ୍ୱର ବିଗ୍ଭର କରନ୍ତୁ

ଯଦି ତୁମ୍ଭେ ଭାବୁଛ ଯେ ତୁମ୍ଭେମାନେ ଅନ୍ୟ ଲୋକଙ୍କର ନ୍ୟାୟବିଗ୍ଭର କରି ପାରିବ ତା'ହେଲେ ତୁମ୍ଭେ ଭୁଲ୍ କରୁଛ। ତୁମ୍ଭେମାନେ ନିଜେ ମଧ୍ୟ ପାପର ଦୋଷୀ। ତୁମ୍ଭେ ଅନ୍ୟମାନଙ୍କର ନ୍ୟାୟ ବିଗ୍ଭର କରୁଛ, ହେଲେ ତୁମ୍ଭେ ମଧ୍ୟ ସେମାନଙ୍କ ପରି ମନ୍ଦ କାମ କରୁଛ। ଅତଏବ ଯେତେବେଳେ ତୁମ୍ଭେ ସେମାନଙ୍କର ନ୍ୟାୟବିଗ୍ଭର କରୁଛ, ସେତେବେଳେ ପ୍ରକୃତରେ ନିଜକୁ ଅପରାଧୀ ବୋଲି ନ୍ୟାୟବିଗ୍ଭର କରୁଛ। ପରମେଶ୍ୱର, ଯେଉଁମାନେ ଏପରିକି ମନ୍ଦକର୍ମ କରନ୍ତି ତାହାଙ୍କର ନ୍ୟାୟ ବିଗ୍ଭର କରନ୍ତି। ଏହା ଆମ୍ଭେମାନେ ଜାଣୁ ଯେ, ପରମେଶ୍ୱରଙ୍କର ନ୍ୟାୟ ବିଗ୍ଭର ଠିକ୍ ଅଟେ। ତୁମ୍ଭେ ଭୁଲକାମ କରୁଥିବା ଲୋକଙ୍କର ନ୍ୟାୟବିଗ୍ଭର କରୁଛ। କିନ୍ତୁ ତୁମ୍ଭେ ନିଜେ ମଧ୍ୟ ସେହିଭଳି ଭୁଲକାମ କରୁଛ। ସେଥିପାଇଁ ତୁମ୍ଭେ ଜାଣ ଯେ ପରମେଶ୍ୱର ନିଶ୍ଚିତ ଭାବରେ ତୁମ୍ଭର ନ୍ୟାୟବିଗ୍ଭର କରିବେ। ତୁମ୍ଭେ ବିଗ୍ଭରରୁ ରକ୍ଷା ପାଇ ପାରିବ ନାହିଁ। ପରମେଶ୍ୱର ତୁମ୍ଭ ପ୍ରତି ଅତି ଦୟାଳୁ। ସେ ତୁମ୍ଭ ପ୍ରତି ଧୈର୍ଯ୍ୟବାନ। ପରମେଶ୍ୱର ଅପେକ୍ଷା କରିଛନ୍ତି ଯେ, ତୁମ୍ଭେ ବଦଳି ଯାଅ। କିନ୍ତୁ ତୁମ୍ଭେ ତାହାଙ୍କର ଦୟାଳୁତା ବିଷୟରେ ଆଦୌ ଭାବୁ ନାହଁ। ଏହା ହୋଇପାରେ ଯେ, ତୁମ୍ଭେ ସମ୍ଭବତଃ ବୁଝିପାରୁ ନାହଁ ଯେ ତୁମ୍ଭକୁ ନିଜର ହୃଦୟ ଓ ଜୀବନ ବଦଳାଇବା ପାଇଁ ସୁଯୋଗ ଦେବା ଉଦ୍ଦେଶ୍ୟରେ ପରମେଶ୍ୱର ତୁମ୍ଭ ପ୍ରତି ଦୟାଳୁ ହୋଇଛନ୍ତି।

କିନ୍ତୁ ତୁମ୍ଭେମାନେ କଠିନ ଓ ଅନୁତାପବିହୀନ। ତୁମ୍ଭେ ବଦଳିବା ପାଇଁ ନାରାଜ। ସେଥିପାଇଁ ତୁମ୍ଭେ ନିଜର ଦଣ୍ଡକୁ ଅଧିକରୁ ଅଧିକ ବଢ଼ାଉଛ। ଯେଉଁ ଦିନ ପରମେଶ୍ୱର ନିଜର କ୍ରୋଧ ଦେଖାଇବେ, ସେହି ଦିନ ତୁମ୍ଭେ ସେହି ଦଣ୍ଡ ପାଇବ। ସେହି ଦିନ ଲୋକେ ପରମେଶ୍ୱରଙ୍କର ଠିକ୍ ନ୍ୟାୟବିଗ୍ଭର ଦେଖିବେ। ପରମେଶ୍ୱର ପ୍ରତ୍ୟେକ ଲୋକକୁ ନିଜ ନିଜର କର୍ମ ଅନୁସାରେ ପୁରସ୍କାର ବା ଦଣ୍ଡ ଦେବେ। କେତେକ ଲୋକ ପରମେଶ୍ୱରଙ୍କର ମହିମା, ସମ୍ମାନ ଓ ପରମେଶ୍ୱର ଦେବାକୁ ଥିବା ଅନନ୍ତ ଜୀବନ ପାଇଁ ବଞ୍ଚନ୍ତି। ଯେଉଁମାନେ ସର୍ବଦା ଭଲ କାମ କରି ଧୈର୍ଯ୍ୟପୂର୍ବକ ଏହି ଗୁଡ଼ିକ ପାଇଁ ଜୀବନ ଧାରଣ କରନ୍ତି, ସେହି ଲୋକମାନଙ୍କୁ ପରମେଶ୍ୱର ଅନନ୍ତ ଜୀବନ ପ୍ରଦାନ କରିବେ। କିନ୍ତୁ ଯେଉଁମାନେ ସ୍ୱାର୍ଥପର ଓ ସତ୍ୟକୁ ଅନୁସରଣ କରିବା ପାଇଁ ମନା କରନ୍ତି ଓ ମନ୍ଦ ମାର୍ଗ ଅବଲମ୍ବନ କରନ୍ତି, ପରମେଶ୍ୱର ସେମାନଙ୍କୁ ଦଣ୍ଡ ଦେବେ। ମନ୍ଦକାମ କରୁଥିବା ପ୍ରତ୍ୟେକ ଲୋକକୁ ପରମେଶ୍ୱର ଦୁଃଖ ଓ ସଙ୍କଟରେ। ଯିହୂଦୀମାନଙ୍କୁ ପ୍ରଥମେ, ପରେ ଅଣଯିହୂଦୀମାନଙ୍କୁ ମଧ୍ୟ। 10 କିନ୍ତୁ ପରମେଶ୍ୱର, ଭଲ କାମ କରୁଥିବା ପ୍ରତ୍ୟେକ ଲୋକକୁ ଗୌରବ, ସମ୍ମାନ ଓ ଶାନ୍ତି ପ୍ରଦାନ କରିବେ। ପ୍ରଥମେ ଯିହୂଦୀମାନଙ୍କୁ ଓ ପରେ ଅଣଯିହୂଦୀମାନଙ୍କୁ ମଧ୍ୟ। 11 ପରମେଶ୍ୱର ପ୍ରତ୍ୟେକ ଲୋକଙ୍କ ପ୍ରତି ସମାନ ଭାବରେ ନ୍ୟାୟବିଗ୍ଭର କରନ୍ତି।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center