Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 69:1-3

ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍ ସ୍ୱରରେ ଦାଉଦଙ୍କର ଗୀତ।

69 ହେ ପରମେଶ୍ୱର, ମୋତେ ମୋର ସମସ୍ତ ବିପଦରୁ ବଞ୍ଚାଅ।
    ମୋର ପ୍ରାଣ ପର୍ଯ୍ୟନ୍ତ ଜଳରାଶି ମାଡ଼ି ଯାଇଛି।
ଯେଉଁଠାରେ ମୁଁ ଠିଆ ହୋଇ ପାରିବି ଏପରି କୌଣସି ବସ୍ତୁ ନାହିଁ।
    ମୁଁ ଗଭୀର ପଙ୍କ ଭିତରକୁ ଭାସି ଯାଉଛି।
ମୁଁ ଅଗାଧ ଜଳରେ ଅଛି ଓ ମୋର ଚତୁର୍ପାର୍ଶ୍ୱରେ ଲହଡ଼ି ଭାଙ୍ଗୁଛି।
    କେବଳ ମୁଁ ବୁଡ଼ିଯିବା ଉପରେ।
ସାହାଯ୍ୟ ପାଇଁ ଡାକି ଡାକି ମୁଁ ଦୁର୍ବଳ ହେବାକୁ ଯାଉଛି।
    ମୋର କଣ୍ଠ ଯନ୍ତ୍ରଣା ହେଉଛି।
ମୁଁ ତୁମ୍ଭର ସହାୟତା ପାଇବା ପାଇଁ ବାଟ ଗ୍ଭହିଁଛି।
    ଏବଂ ଗ୍ଭହିଁ ଗ୍ଭହିଁ ମୋର ଆଖିଦ୍ୱୟ ଯନ୍ତ୍ରଣା କରୁଛି।

ଗୀତସଂହିତା 69:13-16

13 ହେ ସଦାପ୍ରଭୁ, ମୋ’ ଜାଣିବାରେ ମୁଁ ପ୍ରାର୍ଥନା କରେ
    ତୁମ୍ଭେ ମୋତେ ଗ୍ରହଣ କରିନିଅ।
ହେ ପରମେଶ୍ୱର, ମୁଁ ଆଶାକରେ ତୁମ୍ଭେ ମୋତେ ତୁମ୍ଭର ପରିତ୍ରାଣର ସତ୍ୟତା ଅନୁସାରେ ଉତ୍ତର ଦିଅ।
    ମୁଁ ଜାଣେ, ପରିତ୍ରାଣ ପାଇଁ ମୁଁ ତୁମ୍ଭଠାରେ ଭରସା କରି ପାରିବି।
14 ମୋତେ ପଙ୍କ ସ୍ଥାନରୁ ବଞ୍ଚାଅ।
    ମୋତେ ପଙ୍କ ମଧ୍ୟରେ ବୁଡ଼ିବାକୁ ଦିଅ ନାହିଁ।
ଯେଉଁମାନେ ମୋତେ ଘୃଣା କରନ୍ତି, ସେମାନଙ୍କଠାରୁ ମୋତେ ରକ୍ଷା କର।
    ମୋତେ ଏହି ଗଭୀର ପାଣିରୁ ବଞ୍ଚାଅ।
15 ବନ୍ୟା ଲହରୀ ମୋତେ ଯେମିତି ବୁଡ଼ାଇ ନ ଦେଉ।
    ଗଭୀର ସମୁଦ୍ର ମୋତେ ଗ୍ରାସ ନ କରୁ।
    କବର ମୋତେ ଗିଳି ନ ଦେଉ।
16 ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଉତ୍ତମ।
    ତେଣୁ ମୋତେ ଉତ୍ତର ଦିଅ।
    ମୋର ସହାୟତା ପାଇଁ କୃପାସହକାରେ ମୋତେ ଗ୍ଭହଁ।

ଗୀତସଂହିତା 69:30-36

30 ମୁଁ ଗୀତରେ ପରମେଶ୍ୱରଙ୍କ ନାମର ପ୍ରଶଂସା ଗାନ କରିବି
    ଓ ଧନ୍ୟବାଦ ସହ ତାଙ୍କର ଗୌରବ ଗାନ କରିବି।
31 ସଦାପ୍ରଭୁ ଏଥିରେ ପ୍ରସନ୍ନ ହେବେ।
    ଏକ ଶିଙ୍ଗ ଓ ଖୁରା ସହିତ ଷଣ୍ଢ କିଅବା ପଶୁ ବଳି ଦେବା ଅପେକ୍ଷା ଏହା ଅଧିକ ଉତ୍ତମ ଅଟେ।
32 ହେ ଗରିବ ଲୋକମାନେ, କିଏ ପରମେଶ୍ୱରଙ୍କ ଆରାଧନା କରିବା ପାଇଁ ଆସିଅଛି,
    ତୁମ୍ଭେ ଏହି କଥା ଜାଣିବା ପାଇଁ ଆନନ୍ଦିତ ହୋଇଯିବ।
33 ସଦାପ୍ରଭୁ ଅସହାୟମାନଙ୍କର ଗୁହାରି ଶୁଣନ୍ତି।
    ସେ ତାଙ୍କର ବନ୍ଦୀଥିବା ଲୋକମାନଙ୍କୁ ଘୃଣା କରନ୍ତି ନାହିଁ।
34 ଆକାଶ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସକଳ ଜଙ୍ଗମ
    ତାଙ୍କର ପ୍ରଶଂସା କରନ୍ତୁ।
35 ସଦାପ୍ରଭୁ ସିୟୋନକୁ ପରିତ୍ରାଣ କରିବେ
    ଓ ଯିହୁଦାର ନଗରସବୁ ପୁନଃନିର୍ମାଣ କରିବେ।
ତାଙ୍କର ଲୋକମାନେ ସେଠାରେ ରହିବେ ଏବଂ ଦେଶ ପୁଣି ଥରେ ତାଙ୍କର ହେବ।
36     ତାହାଙ୍କ ଦାସମାନଙ୍କ ବଂଶଧର ତାହା ଭୋଗ କରିବେ।
    ଆଉ ତାହାଙ୍କ ନାମର ସ୍ନେହକାରୀଗଣ ତହିଁ ମଧ୍ୟରେ ବାସ କରିବେ।

ଆଦିପୁସ୍ତକ 11:1-9

ପୃଥିବୀ ଭାଗ ଭାଗ ହେଲା

11 ବନ୍ୟା ପରେ ପୃଥିବୀରେ ଏକ ପ୍ରକାର ଭାଷା କହୁଥିଲେ। ସମସ୍ତ ଲୋକ ଏକ ପ୍ରକାର ଶବ୍ଦ ବ୍ୟବହାର କରୁଥିଲେ। ଲୋକମାନେ ପୂର୍ବ ଦିଗରେ ଭ୍ରମଣ କରୁ କରୁ ସେମାନେ ଶିନିୟର ଦେଶରେ ଏକ ସମତଳ ଭୂମି ପାଇଲେ। ଲୋକମାନେ ସେଠାରେ ବସତି ଆରମ୍ଭ କଲେ। ଲୋକମାନେ କହିଲେ, “ଆସ ଆମ୍ଭେ ଇଟା ପୋଡ଼ି ଟାଣ କରିବା।” ତେଣୁ ଲୋକମାନେ ପଥର ବ୍ୟବହାର ନ କରି ଇଟାକୁ ଘର କରିବା ପାଇଁ ବ୍ୟବହାର କଲେ। ଏବଂ ସେମାନେ ମାଟିଆ ତେଲକୁ ଚୂନ ସ୍ୱରୂପ ବ୍ୟବହାର କଲେ।

ଏହା ପରେ ଲୋକମାନେ କହିଲେ, “ଆସ, ଆମ୍ଭ ପାଇଁ ଏକ ନଗର ଓ ଏକ ଗଗନସ୍ପର୍ଶୀ ଅଟ୍ଟାଳିକା ନିର୍ମାଣ କରିବା, ଆମ୍ଭେମାନେ ଅତି ଜଣାଶୁଣା ହେବା। ତା'ହେଲେ ଆମ୍ଭେମାନେ ପୃଥିବୀର ଗ୍ଭରିଆଡ଼େ ବିକ୍ଷିପ୍ତ ହେବା ନାହିଁ।”

ସଦାପ୍ରଭୁ ଲୋକମାନଙ୍କ ଦ୍ୱାରା ତିଆରି ହେଉଥିବା ନଗର ଏବଂ ଦୁର୍ଗ ଦେଖିବା ପାଇଁ ଓହ୍ଲାଇ ଆସିଲେ। ସଦାପ୍ରଭୁ କହିଲେ, “ଏହି ସମସ୍ତ ଲୋକ ଏକ ଓ ସେମାନଙ୍କର ଭାଷା ଏକ, ସେମାନେ ଏହି କାମ କରିବାକୁ ଏକତ୍ରିତ ହୋଇଛନ୍ତି। ଏହା ତାଙ୍କର ଆରମ୍ଭ ମାତ୍ର। ସେମାନେ ଯେତେବେଳେ ଯାହା ଗ୍ଭହିଁବେ ତାହା କରିବେ। ତେଣୁ ଆସ, ତଳକୁ ଯିବା ଏବଂ ସେମାନଙ୍କ ମଧ୍ୟରେ ବିଭିନ୍ନ ଭାଷା[a] ତିଆରି କରିବା। ତେଣୁ ସେମାନେ ପରସ୍ପର ଭାଷା ବୁଝିପାରିବେ ନାହିଁ।”

ଏହିପରି ଭାବରେ ସଦାପ୍ରଭୁ ପୃଥିବୀର ଲୋକମାନଙ୍କୁ ଛିନ୍ନ ବିଛିନ୍ନ କରି ପକାଇଲେ। ତେଣୁ ସେହି ଲୋକମାନେ ନଗର ନିର୍ମାଣ ଶେଷ କରି ପାରିଲେ ନାହିଁ। ସେହି ସ୍ଥାନର ନାମ ବାବିଲ୍ ହେଲା। ଯେହେତୁ ସଦାପ୍ରଭୁ ସେସ୍ଥାନରେ ସମସ୍ତ ପୃଥିବୀର ଭାଷାର ଭେଦ ଜନ୍ମାଇଲେ ଏବଂ ସେସ୍ଥାନରୁ ଲୋକମାନଙ୍କୁ ଛିନ୍ନ ବିଛିନ୍ନ କରାଇଲେ।

ମାଥିଉ ଲିଖିତ ସୁସମାଗ୍ଭର 7:13-20

ସ୍ୱର୍ଗ ଏବଂ ନର୍କର ମାର୍ଗ

(ଲୂକ 13:24)

13 “ସ୍ୱର୍ଗ ପଥରେ କଢ଼ାଇ ନେଉଥିବା ଅଣଓସାରିଆ ଫାଟକ ଦେଇ ପ୍ରବେଶ କର। କାରଣ ଓସାରିଆ ଫାଟକ ଓ ପ୍ରଶସ୍ତ ରାସ୍ତା ନର୍କ ଆଡ଼କୁ ଯାଏ। ବହୁତ ଲୋକ ସେହି ରାସ୍ତାରେ ଯାଆନ୍ତି। 14 ବାସ୍ତବ ଜୀବନ ପଥରେ ଥିବା ଫାଟକ ବହୁତ ଛୋଟ। ବାସ୍ତବ ଜୀବନ ଆଡ଼କୁ ଯିବା ରାସ୍ତା ବହୁତ କଠିନ। ଖୁବ୍ କମ୍ ଲୋକ ସେ ରାସ୍ତା ଖୋଜି ପାଆନ୍ତି।

ଲୋକମାନଙ୍କ କର୍ମକୁ ଲକ୍ଷ୍ୟ କର

(ଲୂକ 6:43-44; 13:25-27)

15 “ଭଣ୍ଡ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାଙ୍କଠାରୁ ଦୂରରେ ରୁହ। ସେମାନେ ତୁମ୍ଭ ପାଖକୁ ମେଣ୍ଢା ଭଳି ସରଳ ଓ ଭଦ୍ର ଭାବରେ ଆସନ୍ତି। କିନ୍ତୁ ସେମାନେ ପ୍ରକୃତରେ ହିଂସ୍ର ଗଧିଆ ଭଳି ଅଟନ୍ତି। 16 ତୁମ୍ଭେ ତାହାଙ୍କୁ ସେମାନଙ୍କର କାର୍ଯ୍ୟରୁ ଚିହ୍ନିବ। କଣ୍ଟା ବୁଦାରୁ ଯେପରି ଦ୍ରାକ୍ଷାରସ ମିଳେ ନାହିଁ କି ବଣୁଆ କଣ୍ଟାଗଛରୁ ଡିମିରି ଫଳ ଫଳେ ନାହିଁ, ସେହିପରି ଖରାପ ଲୋକଙ୍କ ଭିତରୁ ଭଲ ବିଷୟ ବାହାରି ନ ଥାଏ। 17 ପ୍ରତ୍ୟେକ ଭଲ ଗଛରେ ଭଲ ଫଳ ଫଳେ। କିନ୍ତୁ ଗୋଟିଏ ମନ୍ଦ ଗଛରେ ମନ୍ଦ ଫଳ ଫଳେ, 18 ଗୋଟିଏ ଭଲ ଗଛରେ ମନ୍ଦ ଫଳ ଫଳି ପାରିବ ନାହିଁ। କି ଗୋଟିଏ ମନ୍ଦ ଗଛରେ ଭଲ ଫଳ ଫଳି ପାରିବ ନାହିଁ। 19 ଯେଉଁ ଗଛରେ ଭଲ ଫଳ ଫଳେ ନାହିଁ, ତାହାକୁ କାଟି ଦିଆଯାଏ। 20 ତେଣୁ ମୁଁ ପୁଣି ଥରେ କହୁଛି ଯେ, ଏହି ଭଣ୍ତ ଲୋକମାନଙ୍କୁ ତୁମ୍ଭେ ତାହାଙ୍କ କାର୍ଯ୍ୟରୁ ଚିହ୍ନି ପାରିବ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center