Revised Common Lectionary (Semicontinuous)
33 ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦରେ ଉଲ୍ଲସିତ ହୁଅ।
ପରମେଶ୍ୱରଙ୍କୁ ପ୍ରଶଂସା କରିବା ସରଳ ଲୋକଙ୍କର ଶୋଭନୀୟ।
2 ବୀଣା ବାଦ୍ୟ କରି ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ।
ଦଶ-ତାର ବାଦ୍ୟରେ ତାଙ୍କର ପ୍ରଶଂସା ଗାନ କର।
3 ତାଙ୍କ ଉଦ୍ଦେଶ୍ୟରେ ଏକ ନୂତନ ଗୀତ ଶୁଣାଅ।
ସୁନ୍ଦର ସ୍ୱରରେ ମନୋହର ବାଦ୍ୟରେ ଏକ ଗୀତ ରଚନା କର।
4 ପରମେଶ୍ୱରଙ୍କ ବାକ୍ୟ ସତ୍ୟ ଅଟେ।
ତାଙ୍କର ସମସ୍ତ କାର୍ଯ୍ୟକୁ ତୁମ୍ଭେ ବିଶ୍ୱାସ କରିପାର।
5 ପରମେଶ୍ୱର ସବୁ ପ୍ରକାର ନ୍ୟାୟ ବିଗ୍ଭର ଓ ଉତ୍ତମ କାର୍ଯ୍ୟକୁ ଭଲ ପାଆନ୍ତି।
ପୃଥିବୀ ସଦାପ୍ରଭୁଙ୍କ ପ୍ରକୃତ କରୁଣାରେ ପରିପୂର୍ଣ୍ଣ।
6 ସଦାପ୍ରଭୁ ଆଦେଶ ଦେଲେ ଓ ପୃଥିବୀ ସୃଷ୍ଟି ହେଲା।
ପରମେଶ୍ୱରଙ୍କ ନିଶ୍ୱାସରୁ ପୃଥିବୀରେ ସବୁକିଛି ସୃଷ୍ଟି ହେଲା।
7 ପରମେଶ୍ୱର ସମୁଦ୍ରରୁ ଜଳ ଆଣି ଗୋଟିଏ ସ୍ଥାନରେ ଏକତ୍ରିତ କଲେ।
ସେ ସମୁଦ୍ରକୁ ତା ସ୍ଥାନରେ ରଖି ଦେଲେ।
8 ଏ ପୃଥିବୀର ପ୍ରତ୍ୟେକ ବ୍ୟକ୍ତି ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରିବା ଉଚିତ୍।
ଏ ପୃଥିବୀର ସମସ୍ତ ଲୋକ ତାଙ୍କୁ ଭୟ କରିବା ଉଚିତ୍।
9 କାରଣ ପରମେଶ୍ୱରଙ୍କ ଆଦେଶ ମାତ୍ରକେ ପୃଥିବୀ ସୃଷ୍ଟି ହେଲା
ଯଦି ସେ କାହାରିକୁ ଗ୍ଭଲୁରଖିବା ପାଇଁ ଗ୍ଭହାନ୍ତି ତେବେ ଗ୍ଭଲୁରଖି ପାରିବେ।
10 ସଦାପ୍ରଭୁ ସମସ୍ତଙ୍କ ଉପଦେଶକୁ ବ୍ୟର୍ଥ କରି ପାରନ୍ତି।
ସେ ସେମାନଙ୍କ ସମସ୍ତ ଯୋଜନାକୁ ବ୍ୟର୍ଥ କରି ପାରନ୍ତି।
11 କିନ୍ତୁ ସଦାପ୍ରଭୁଙ୍କ ଉପଦେଶ ଚିରଦିନ ମଙ୍ଗଳମୟ
ତାଙ୍କର ସଂକଳ୍ପ ସବୁ ଚିରକାଳ ଲାଗି ବଂଶାନୁକ୍ରମେ ଥାଏ।
12 ଯେଉଁ ଲୋକମାନେ ସଦାପ୍ରଭୁଙ୍କୁ ମାନନ୍ତି ସେମାନେ ସମସ୍ତେ ଭାଗ୍ୟଶାଳୀ ଅଟନ୍ତି।
କାରଣ ପରମେଶ୍ୱର ସେମାନଙ୍କୁ ସ୍ୱତନ୍ତ୍ର ଭାବରେ ବିବେଚନା କରନ୍ତି।
ଅବ୍ରାମଙ୍କର କିଣାନକୁ ପ୍ରତ୍ୟାବର୍ତ୍ତନ
13 ତେଣୁ ଅବ୍ରାମ ମିଶର ପରିତ୍ୟାଗ କଲେ। ସେ ତାଙ୍କର ସ୍ତ୍ରୀ ଓ ତାଙ୍କର ସବୁ ନିଜର ସମସ୍ତ ଜିନିଷ ଧରି ଲୋଟ ସହିତ ନେଗେଭକୁ ଯାତ୍ରା କଲେ। 2 ଅବ୍ରାମ ପଶୁ ଓ ସୁନାରୂପାରେ ଅତି ଧନବାନ ଥିଲେ।
3 ଅବ୍ରାମ ତାଙ୍କର ଯାତ୍ରା ଗ୍ଭଲୁ ରଖିଥିଲେ। ସେ ଦକ୍ଷିଣରୁ ବୈଥେଲ୍ ଆଡ଼କୁ ଗଲେ। ସେ ବୈଥେଲ୍ ଓ ଅୟର ମଧ୍ୟବର୍ତ୍ତୀ ଯେଉଁ ସ୍ଥାନରେ ପୂର୍ବେ ତାଙ୍କର ତମ୍ବୁ ସ୍ଥାପନ ହୋଇଥିଲା ସେହିଠାକୁ ଗଲେ। 4 ସେହି ସ୍ଥାନରେ ପୂର୍ବରୁ ଅବ୍ରାମ ଏକ ଯଜ୍ଞବେଦି ନିର୍ମାଣ କରିଥିଲେ। ତେଣୁ ସେଠାରେ ଅବ୍ରାମ ସଦାପ୍ରଭୁଙ୍କର ଉପାସନା କଲେ।
ଅବ୍ରାମ ଓ ଲୋଟଙ୍କର ବିଛିନ୍ନ
5 ସେହି ସମୟରେ ଲୋଟ ମଧ୍ୟ ଅବ୍ରାମଙ୍କ ସହିତ ଯାତ୍ରା କରୁଥିଲେ। ଲୋଟଙ୍କର ମଧ୍ୟ ମେଷ, ପଶୁପଲ ଓ ତମ୍ବୁ ଥିଲା। 6 ଅବ୍ରାମ ଓ ଲୋଟଙ୍କର ବହୁତ ପଶୁ ଓ ତମ୍ବୁମାନ ଥିବାରୁ ସେମାନେ ସେଠାରେ ଆଉ ଏକତ୍ର ବାସ କରିବା ଉପଯୋଗୀ ହେଲା ନାହିଁ। 7 ସେହି ସମୟରେ ସେଠାରେ କିଣାନୀୟ ଓ ପିରିଜୀୟ ଲୋକମାନେ ବାସ କରୁଥିଲେ। ଅବ୍ରାମଙ୍କର ଓ ଲୋଟଙ୍କର ମେଷପାଳକମାନଙ୍କ ମଧ୍ୟରେ ଝଗଡ଼ା ହେଲା।
8 ତେଣୁ ଅବ୍ରାମ ଲୋଟଙ୍କୁ କହିଲେ, “ତୁମ୍ଭ ଆମ୍ଭ ମଧ୍ୟରେ କଳହ ହେବା ଉଚିତ୍ ନୁହେଁ। ତୁମ୍ଭର ଲୋକ ଓ ମୋ’ ଲୋକ ମଧ୍ୟରେ କଳହ ହେବା ଠିକ୍ ନୁହେଁ କାରଣ ଆମ୍ଭେମାନେ ପରସ୍ପର ଭାଇ। 9 ଏହା ଉତ୍ତମ ଯେ, ଆମ୍ଭେ ଅଲଗା ଭାବରେ ବାସ କରିବା ଉଚିତ୍। ତୁମ୍ଭର ଇଚ୍ଛା ଅନୁସାରେ ତୁମ୍ଭେ ସ୍ଥାନ ବାଛ। ତୁମ୍ଭେ ଯଦି ଉତ୍ତରକୁ ଯିବ ତେବେ ମୁଁ ଦକ୍ଷିଣକୁ ଯିବି। ତୁମ୍ଭେ ଯଦି ଦକ୍ଷିଣକୁ ଯିବ ତେବେ ମୁଁ ଉତ୍ତରକୁ ଯିବି।”
10 ଲୋଟ ଯର୍ଦ୍ଦନ ନଦୀର ଉପତ୍ୟକା ଆଡ଼େ ନିରୀକ୍ଷଣ କଲେ। ଲୋଟ ଦେଖିଲେ ସେଠାରେ ବହୁତ ଜଳ ଥିଲା। ସଦାପ୍ରଭୁ ସଦୋମ ଓ ହମୋରାକୁ ଧ୍ୱଂସ କରିବା ପୂର୍ବରୁ ଏହା ଥିଲା। ସେହି ସମୟରେ ଯର୍ଦ୍ଦନ ଉପତ୍ୟକା ସୋୟର ପର୍ଯ୍ୟନ୍ତ ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନପରି ସଜଳ ଓ ମିଶର ଦେଶ ତୁଲ୍ୟ ଥିଲା। 11 ତେଣୁ ଲୋଟ ଯର୍ଦ୍ଦନ ଉପତ୍ୟକାକୁ ବାଛିଲେ। ଏହି ଦୁଇ ଲୋକ ଅଲଗା ହୋଇଗଲେ ଓ ଲୋଟ ପୂର୍ବଦିଗକୁ ଯାତ୍ରା କଲେ। 12 ଅବ୍ରାମ କିଣାନୀୟଙ୍କ ଦେଶରେ ରହିଲେ ଏବଂ ଲୋଟ ଉପତ୍ୟକା ନଗରୀରେ ବାସ କଲେ। ଲୋଟ ଅଧିକରୁ ଅଧିକ ସଦୋମ ପାଖକୁ ତାଙ୍କର ଛାଉଣିକୁ ନେଇଗଲେ। 13 ସଦୋମର ଲୋକମାନେ ମନ୍ଦ ଓ ସଦାପ୍ରଭୁଙ୍କ ଦୃଷ୍ଟିରେ ଅତି ପାପିଷ୍ଠ ଥିଲେ।
14 ଲୋଟ ଗଲାପରେ, ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭର ଚତୁର୍ପାର୍ଶ୍ୱକୁ ଦେଖ, ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣକୁ ଦେଖ। 15 ଯେଉଁ ସମସ୍ତ ଭୂମି ତୁମ୍ଭ ସମ୍ମୁଖରେ ତୁମ୍ଭେ ଚିରଦିନ ଦେଖୁଛ, ମୁଁ ତାହା ତୁମ୍ଭଙ୍କୁ ଓ ତୁମ୍ଭର ବଂଶଧରଙ୍କୁ ଦେବି। 16 ପୃଥିବୀରେ ଧୂଳିପରି ମୁଁ ତୁମ୍ଭର ବଂଶ ବୃଦ୍ଧି କରାଇବି। ଯଦି କେହି ପୃଥିବୀର ଧୂଳି ଗଣିପାରେ ତେବେ ସେ ତୁମ୍ଭର ବଂଶର ଲୋକମାନଙ୍କୁ ଗଣି ପାରିବ। 17 ତେଣୁ ତୁମ୍ଭେମାନେ ଯାଅ ଏବଂ ସମସ୍ତ ଦେଶରେ ଭ୍ରମଣ କର। ବର୍ତ୍ତମାନ ମୁଁ ଏହା ତୁମ୍ଭକୁ ଦେଲି।”
18 ତେଣୁ ଅବ୍ରାମ ତାଙ୍କର ତମ୍ବୁକୁ ସ୍ଥାନାନ୍ତର କଲେ। ସେ ହିବ୍ରୋଣ ନିକଟସ୍ଥ ମମ୍ରିର ଅଲୋନବୃକ୍ଷମୂଳକୁ ଯାଇ ସେଠାରେ ବାସ କଲେ। ସେହି ସ୍ଥାନରେ ଅବ୍ରାମ ସଦାପ୍ରଭୁଙ୍କର ଉପାସନା ପାଇଁ, ଗୋଟିଏ ଯଜ୍ଞବେଦି ସ୍ଥାପନ କଲେ।
17 ଏହି ଭଣ୍ଡ ଶିକ୍ଷକମାନେ ପାଣି ନ ଥିବା ନଈ ଭଳି, ସେମାନେ ପ୍ରଚଣ୍ଡ ଝଡ଼ରେ ଉଡ଼ୁଥିବା ମେଘଗୁଡ଼ାକ ଭଳି, ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ସ୍ଥାନ ରଖା ଯାଇଅଛି। 18 ସେହି ଭଣ୍ଡ ଶିକ୍ଷକମାନେ ନିରର୍ଥକ କଥାଗୁଡ଼ିକ ପାଇଁ ଗର୍ବ କରନ୍ତି। ସେମାନେ ଲୋକମାନଙ୍କୁ ପାପ ରାସ୍ତାରେ କଢ଼ାଇ ନିଅନ୍ତି। ମନ୍ଦ ଭାବରେ ରହୁଥିବା ଲୋକଙ୍କଠାରୁ ବାହାରି ଆସି ଭଲ ମାର୍ଗରେ ଯିବାକୁ ଆରମ୍ଭ କରିଥିବା ଲୋକଙ୍କୁ ଏମାନେ ଆକର୍ଷିତ କରନ୍ତି। ପାପପୂର୍ଣ୍ଣ ଆତ୍ମାରେ ମନ୍ଦ ଇଚ୍ଛାଗୁଡ଼ିକୁ ଜାଗତ୍ର କରାଇ ଭଣ୍ଡ ଶିକ୍ଷକମାନେ ଏପରି କରନ୍ତି। 19 ଏହି ଭଣ୍ଡ ଶିକ୍ଷକମାନେ ସେହି ଲୋକମାନଙ୍କୁ ମୁକ୍ତିର ପ୍ରତିଜ୍ଞା ଦିଅନ୍ତି। ମାତ୍ର ଏହି ଭଣ୍ଡ ଶିକ୍ଷକମାନେ ନିଜେ ମୁକ୍ତି ପାଇ ନାହାନ୍ତି। ସେମାନେ ନିଜେ ବିନଷ୍ଟ ବିଷୟର ଦାସ ଅଟନ୍ତି। ଜଣେ ବ୍ୟକ୍ତି ଯାହାଦ୍ୱାରା ନିୟନ୍ତ୍ରିତ ହୁଏ, ସେ ସେଥିର ଦାସ ଅଟେ।
20 ସେହି ଲୋକମାନଙ୍କୁ ସଂସାରର ମନ୍ଦ ବିଷୟରୁ ମୁକ୍ତ କରାଯାଇଥିଲା। ଆମ୍ଭର ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଦ୍ୱାରା ସେମାନେ ମୁକ୍ତି ପାଇଥିଲେ। କିନ୍ତୁ ଯଦି ସେମାନେ ପୁନର୍ବାର ମନ୍ଦ ବିଷୟ ଗୁଡ଼ିକ ପ୍ରତି ଆକର୍ଷିତ ହୋଇ ତାହାର ବନ୍ଧନରେ ବାନ୍ଧି ହୋଇଯିବେ, ତେବେ ସେମାନଙ୍କ ପୂର୍ବ ଅବସ୍ଥାଠାରୁ ବର୍ତ୍ତମାନର ଅବସ୍ଥା ଆହୁରି ଅଧିକ ଖରାପ ହେବ। 21 ଯଦି ସେମାନେ ମୂଳରୁ ଠିକ୍ ରାସ୍ତା ଜାଣି ନ ଥା’ନ୍ତେ, ସେମାନଙ୍କ ପକ୍ଷେ ଭଲ ହୋଇଥା’ନ୍ତା। ଉତ୍ତମ ମାର୍ଗ ଜାଣି, ପବିତ୍ର ଶାସ୍ତ୍ରର ଶିକ୍ଷାରୁ ବିମୁଖ ହେବା ଅପେକ୍ଷା ତାହା ନ ଜାଣିଥିଲେ, ଅଧିକ ଭଲ ହୋଇଥା’ନ୍ତା। 22 ସେହି ଲୋକମାନଙ୍କ ପ୍ରତି ଯାହା ଘଟିଲା, ତାହା ନିମ୍ନ ସତ୍ୟ ପ୍ରବାଦ ଭଳି: “କୁକୁର ବାନ୍ତି କଲା ପରେ ପୁନର୍ବାର ତା’ ବାନ୍ତି ଖାଇବାକୁ ଆସେ”(A) ଓ “ଘୁଷୁରିଟିକୁ ଧୋଇ ପରିଷ୍କାର କଲା ପରେ ସେ ପୁନର୍ବାର ଯାଇ ପଙ୍କରେ ଗଡ଼େ।”
2010 by World Bible Translation Center