Revised Common Lectionary (Semicontinuous)
148 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର!
ଆକାଶ ମଣ୍ଡଳରୁ ସଦାପ୍ରଭୁଙ୍କୁ ପ୍ରଶଂସା କର!
ସ୍ୱର୍ଗରୁ ତାଙ୍କର ପ୍ରଶଂସା କର!
2 ହେ ତାଙ୍କର ସମସ୍ତ ସ୍ୱର୍ଗଦୂତଗଣ, ତାଙ୍କର ପ୍ରଶଂସା କର।
ହେ ତାଙ୍କର ସମସ୍ତ ସୈନ୍ୟଗଣ, ତାଙ୍କର ପ୍ରଶଂସା କର।
3 ହେ ସୂର୍ଯ୍ୟ ଓ ଚନ୍ଦ୍ର, ତାଙ୍କର ପ୍ରଶଂସା କର!
ହେ ଆକାଶର ଦୀପ୍ତିମୟ ତାରାଗଣ, ତାଙ୍କର ପ୍ରଶଂସା କର।
4 ହେ ଉଚ୍ଚତମ ସ୍ୱର୍ଗ, ତାଙ୍କର ପ୍ରଶଂସା କର!
ହେ ଗଗନ ଉପରିସ୍ଥ ଜଳ ସମୂହ, ତାଙ୍କର ପ୍ରଶଂସା କର।
5 ସେମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରିବା ଉଚିତ୍
କାରଣ ତାଙ୍କର ଆଦେଶରେ ସମସ୍ତେ ସୃଷ୍ଟି ହେଲେ।
6 ସେ ଏହିସବୁ ଜିନିଷକୁ ଚିରଦିନ ପାଇଁ ସ୍ଥାପନ କଲେ,
ଏହିପରି ଗୋଟିଏ ବ୍ୟବସ୍ଥା ଦେଲେ ଯାହା କେବେହେଲେ ପରିବର୍ତ୍ତନ ହେବ ନାହିଁ।
7 ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର।
ହେ ସମୁଦ୍ରର ମହାନ ପ୍ରାଣୀ ଏବଂ ସମସ୍ତ ସମୁଦ୍ର, ତାଙ୍କର ପ୍ରଶଂସା କର!
8 ପରମେଶ୍ୱରଙ୍କୁ ପ୍ରଶଂସା କର, ଅଗ୍ନି, ଶିଳା, ହିମ, ବାଷ୍ପ,
ଏବଂ ପ୍ରଚଣ୍ଡ ବାୟୁ ତାଙ୍କର ବାର୍ତ୍ତା ପାଳନ କରନ୍ତି।
9 ସମସ୍ତ ପର୍ବତ ଓ ଉପପର୍ବତ, ଫଳବତୀ ବୃକ୍ଷ
ଓ ଏରସ ବୃକ୍ଷଗଣ ତାଙ୍କୁ ପ୍ରଶଂସା କଲେ।
10 ସମସ୍ତ ବନ୍ୟ ପଶୁଗଣ ଓ ଗୃହପାଳିତ ପଶୁଗଣ ତାଙ୍କର ପ୍ରଶଂସା କର।
ସେ ସରୀସୃପ ଓ ଉଡ଼ନ୍ତା ପକ୍ଷୀମାନଙ୍କୁ ସୃଷ୍ଟି କରିଛନ୍ତି।
11 ପୃଥିବୀର ସମସ୍ତ ରାଜାଗଣ ଓ ଜାତିଗଣ, ତାଙ୍କର ପ୍ରଶଂସା କର।
ପରମେଶ୍ୱର ସମସ୍ତ ବିଗ୍ଭରକ ଓ ଅଧିପତିଗଣଙ୍କୁ ସୃଷ୍ଟି କରିଛନ୍ତି।
12 ହେ ଯୁବକ ଓ ଯୁବତୀମାନେ, ବୃଦ୍ଧ ଲୋକମାନଙ୍କ ସହିତ ଏକତ୍ରିତ ହୋଇ
ପରମେଶ୍ୱରଙ୍କ ପ୍ରଶଂସା କର।
13 ସେମାନେ ସମସ୍ତେ ସଦାପ୍ରଭୁଙ୍କ ନାମକୁ
ପ୍ରଶଂସା କରିବା ଉଚିତ୍।
ତାଙ୍କର ନାମ ଅନ୍ୟ ସମସ୍ତଙ୍କଠାରୁ ଉଚ୍ଚ।
ତାଙ୍କର ଖ୍ୟାତି ସ୍ୱର୍ଗ ଏବଂ ପୃଥିବୀରେ ମହାନ।
14 ସେ ତାଙ୍କର ଲୋକମାନଙ୍କୁ ଶକ୍ତିଶାଳୀ କଲେ,
ତେଣୁ ସେ ତାଙ୍କର ବିଶ୍ୱସ୍ତ ଲୋକମାନଙ୍କ ଦ୍ୱାରା ପ୍ରଶଂସିତ ହୁଅନ୍ତି।
ତୁମ୍ଭେମାନେ ସଦାପ୍ରଭୁଙ୍କୁ ପ୍ରଶଂସା କର।
ଉପକ୍ରମ
1 ଏହି ହିତୋପଦେଶଗୁଡ଼ିକ ହେଉଛି, ଦାଉଦଙ୍କର ପୁତ୍ର ଶଲୋମନଙ୍କର। ଶଲୋମନ ଇସ୍ରାଏଲର ରାଜା ଥିଲେ। 2 ଏହି ହିତୋପଦେଶ ଲୋକମାନଙ୍କୁ ବୁଦ୍ଧିମାନ କରିବ। ଏବଂ ସେମାନେ ଜାଣି ପାରିବେ କେଉଁ କାର୍ଯ୍ୟଟି ଠିକ୍। ଜ୍ଞାନ ଓ ଉପଦେଶ ବୁଝିବାକୁ ଏହି ବାକ୍ୟମାନ ସାହାଯ୍ୟ କରିବ। 3 ଏହି ଉପଦେଶ ଲୋକମାନଙ୍କର ନିର୍ଦ୍ଦେଶ ଠିକ୍ ବାଟରେ କରିବ। ଏହା ଦ୍ୱାରା ଲୋକମାନେ ସଚ୍ଚୋଟତା, ସାଧୁତା ଓ ନ୍ୟାୟ ଶିକ୍ଷା କରିବେ। 4 ଏହି ଉପଦେଶଗୁଡ଼ିକ ସେହି ଲୋକମାନଙ୍କୁ ଶିକ୍ଷା ଦେଇ ପାରିବ, ଯେଉଁମାନେ କି ଜ୍ଞାନ ଆହରଣ କରିବାକୁ ଗ୍ଭହାନ୍ତି। ଏହି ଉପଦେଶଗୁଡ଼ିକ ଯୁବା ଲୋକମାନଙ୍କୁ ଜ୍ଞାନ ଓ ଏହାକୁ କିପରି ବ୍ୟବହାର କରିବାକୁ ହୁଏ ସେମାନଙ୍କୁ ଶିକ୍ଷା ଦିଏ। 5 ଏପରିକି ବୁଦ୍ଧିମାନ ଲୋକମାନେ ଏହି ବାକ୍ୟଗୁଡ଼ିକ ଶୁଣିବା ଉଚିତ୍। ଏଥିରୁ ସେମାନେ ବହୁଜ୍ଞାନ ଲାଭ କରିବେ। ଶିକ୍ଷିତ ଲୋକମାନେ ଏପରିକି ଅଧିକ ବୁଝାମଣା ଶକ୍ତି ପାଇବେ। 6 ଯେଉଁ ଲୋକମାନେ, ଯିଏ କି ଏହି ହିତୋପଦେଶ ଶୁଣନ୍ତି, ଜ୍ଞାନୀଲୋକ କହି ଯାଇଥିବା କଥା ବୁଝିବାରେ ସକ୍ଷମ ହେବେ ଏବଂ ଗୁପ୍ତ ରହିଥିବା ଗଳ୍ପର ଅର୍ଥ ମଧ୍ୟ ବୁଝିପାରିବେ। ସେମାନେ ଜ୍ଞାନୀମାନଙ୍କର କହିଥିବା ହିତଜନକ ପରାମର୍ଶ ବୁଝିପାରିବେ।
7 ପ୍ରଥମେ ସଦାପ୍ରଭୁଙ୍କୁ ସମ୍ମାନ କରିବା ଏବଂ ସଦାପ୍ରଭୁଙ୍କ ବାକ୍ୟ ମାନି ଚଳିବା ଜଣେ ବ୍ୟକ୍ତି ଏହା ଶିକ୍ଷା କରିବା ଉଚିତ୍। ଏଥିରେ ତୁମ୍ଭର ବାସ୍ତବ ଜ୍ଞାନ ବୃଦ୍ଧି ଘଟିବ। କିନ୍ତୁ ନିର୍ବୋଧଲୋକମାନେ ଜ୍ଞାନ ଓ ଉପଦେଶକୁ ତୁଚ୍ଛ କରନ୍ତି।
ପ୍ରକୃତ ଜ୍ଞାନ
13 ତୁମ୍ଭମାନଙ୍କ ଭିତରେ ପ୍ରକୃତ ଜ୍ଞାନୀ ଓ ବୁଦ୍ଧିମାନ କିଏ ଅଛି? ତା'ହେଲେ ସେ ଧାର୍ମିକ ଜୀବନଯାପନ କରି ନିଜର ବିଜ୍ଞତା ଦେଖାଉ। ସେ ନମ୍ର ଭାବରେ ଭଲ କାମ କରିବା ଉଚିତ୍। ଜ୍ଞାନୀ ଲୋକ ଗର୍ବ କରେ ନାହିଁ। 14 ଯଦି ତୁମ୍ଭେ ନିହାତି ସ୍ୱାର୍ଥପର ଓ ତୁମ୍ଭ ହୃଦୟରେ ଈର୍ଷାଭାବ ଅଛି, ତା'ହେଲେ ତୁମ୍ଭର ଗର୍ବ କରିବା ପାଇଁ କିଛି କାରଣ ନାହିଁ। ତୁମ୍ଭର ଅହଂକାର କେବଳ ମିଛ, ଏବଂ ତାହା ସତ୍ୟକୁ ଘୋଡ଼ାଇ ଦିଏ। 15 ଏହି ପ୍ରକାର “ଜ୍ଞାନ” ପରମେଶ୍ୱରଙ୍କଠାରୁ ଆସେ ନାହିଁ। ମାତ୍ର ଏହି “ଜ୍ଞାନ” ସଂସାରରୁ ଆସେ। ଏହା ଆତ୍ମିକ ନୁହେଁ। ଏହା ଶୟତାନଠାରୁ ଆସିଛି। 16 ଯେଉଁଠାରେ ଈର୍ଷାଭାବ ଓ ସ୍ୱାର୍ଥପର ମନୋଭାବ ଅଛି, ସେହିଠାରେ ସମସ୍ତ ପ୍ରକାର ବିଶୃଙ୍ଖଳା ଓ ସମସ୍ତ ପ୍ରକାରର ମନ୍ଦତା ଦେଖାଯାଏ। 17 କିନ୍ତୁ ପରମେଶ୍ୱରଙ୍କଠାରୁ ଆସିଥିବା “ଜ୍ଞାନ” ଏହିପରି: ପ୍ରଥମରେ ଏହା ପବିତ୍ର, ଶାନ୍ତିପୂର୍ଣ୍ଣ, ଭଦ୍ର ଓ ପ୍ରସନ୍ନ ଅଟେ। ଯେଉଁମାନେ ଅସୁବିଧା ବା କଷ୍ଟରେ ପଡ଼ିଛନ୍ତି, ଏହି ଜ୍ଞାନ ସେମାନଙ୍କୁ ସାହାଯ୍ୟ କରିବା ପାଇଁ ସର୍ବଦା ପ୍ରସ୍ତୁତ ଥାଏ ଓ ଏହା ଅନ୍ୟମାନଙ୍କର ମଙ୍ଗଳ କରେ। ଏହି ଜ୍ଞାନ ସର୍ବଦା ନିରପେକ୍ଷ ଓ ନିଷ୍ଠାପର ଅଟେ। 18 ଯେଉଁ ଲୋକମାନେ ଶାନ୍ତିପୂର୍ଣ୍ଣ ଭାବରେ ଶାନ୍ତି ପାଇଁ କାମ କରନ୍ତି, ସେମାନେ ଧାର୍ମିକ ଜୀବନଯାପନ ଦ୍ୱାରା ସେଥିରୁ ଉତ୍ପନ୍ନ ଉତ୍ତମ ବିଷୟମାନ ପାଆନ୍ତି।
2010 by World Bible Translation Center