Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 121

ଏକ ଆରୋହଣ ଗୀତ।

121 ମୁଁ ସାହାଯ୍ୟ ପାଇଁ ପର୍ବତଗଣ ଆଡ଼େ ଗ୍ଭହେଁ।
    କିନ୍ତୁ ପ୍ରକୃତରେ କେଉଁଠାରୁ ମୋର ସାହାଯ୍ୟ ଆସିବ?
ମୋର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସିବ
    ଯିଏକି ଆକାଶ ଓ ପୃଥିବୀର ସୃଷ୍ଟିକର୍ତ୍ତା।
ସେ ତୁମ୍ଭର ପାଦକୁ ଟଳମଳ ହେବାକୁ ଦେବେ ନାହିଁ।
    ତୁମ୍ଭର ରକ୍ଷାକର୍ତ୍ତା କେବେହେଲେ ନିଦ୍ରିତ ହେବେ ନାହିଁ।
ଇସ୍ରାଏଲର ରକ୍ଷାକର୍ତ୍ତା କେବେ ନିଦ୍ରା ଯିବେ ନାହିଁ।
    କି କେବେ ଶୋଇବେ ନାହିଁ।
ସଦାପ୍ରଭୁ ତୁମ୍ଭର ରକ୍ଷାକର୍ତ୍ତା।
    ସଦାପ୍ରଭୁ ତୁମ୍ଭର ଦକ୍ଷିଣ ପାର୍ଶ୍ୱରେ ତୁମ୍ଭକୁ ଢାଲ ଘୋଡ଼ାନ୍ତି ଏବଂ ରକ୍ଷା କରନ୍ତି।
ଦିନରେ ସୂର୍ଯ୍ୟ ତୁମ୍ଭକୁ ଆଘାତ କରି ପାରିବେ ନାହିଁ
    କିମ୍ବା ରାତିରେ ଚନ୍ଦ୍ର ତୁମ୍ଭକୁ ଆଘାତ କରି ପାରିବ ନାହିଁ।
ସମସ୍ତ ବିପଦରୁ ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ।
    ସେ ତୁମ୍ଭର ଜୀବନକୁ ରକ୍ଷା କରିବେ।
ବର୍ତ୍ତମାନ ଏବଂ ସବୁଦିନ ପାଇଁ ଯିବା ଆସିବା ବେଳେ
    ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ।

ଯିହିଜିକଲ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 1:1-25

ଉପକ୍ରମ

1-3 ମୁଁ ବୂଷିର ପୁତ୍ର ଯାଜକ ଯିହିଜିକଲ। କବାର ନଦୀ କୂଳରେ ମୁଁ ନିର୍ବାସିତ ଥିଲା ବେଳେ ଆକାଶ ଖୋଲିଗଲା ଏବଂ ତିରିଶତମ ବର୍ଷର ଚତୁର୍ଥ ମାସର ପଞ୍ଚମ ଦିନରେ ବାବିଲରେ ମୁଁ ପରମେଶ୍ୱରଙ୍କ ଦର୍ଶନ ପାଇଲି। ରାଜା ଯିହୋୟାଖୀ‌ନ୍‌ର ନିର୍ବାସିତ ହେବାର ପଞ୍ଚମ ବର୍ଷର ମାସର ପଞ୍ଚମ ଦିନରେ ଯାଜକ ଯିହିଜିକଲ ନିକଟକୁ ସଦାପ୍ରଭୁଙ୍କର ବାକ୍ୟ ଆସିଥିଲା। ଏବଂ ସେହିଠାରେ ସଦାପ୍ରଭୁଙ୍କର ଶକ୍ତି ତାଙ୍କ ଉପରକୁ ଆସିଲା।

ସଦାପ୍ରଭୁଙ୍କ ରଥ ପରମେଶ୍ୱରଙ୍କ ସିଂହାସନ

ତା'ପରେ ଉତ୍ତର ଦିଗରୁ ଘୂର୍ଣ୍ଣିବାୟୁ ବୃହତ୍ ମେଘ ଓ ଜାଜ୍ୱଲ୍ୟମାନେ ଅଗ୍ନି ଆସିବାର ମୁଁ ଦେଖିଲି। ଆଉ ତାହାର ଚତୁର୍ଦ୍ଦିଗରେ ଉଜ୍ଜ୍ୱଳ ତେଜ ବାହାରୁଥିଲା ଓ ଏହାର ମଧ୍ୟଭାଗ ଏକ ଜ୍ୱଳନ୍ତ ଧାତୁ ସଦୃଶ ଦେଖା ଯାଉଥିଲା। ସେହି ମେଘ ମଧ୍ୟରେ ଜୀବନ୍ତ ଗ୍ଭରି ପ୍ରାଣୀର ମୂର୍ତ୍ତି ପ୍ରକାଶ ପାଇଲା। ସେମାନଙ୍କର ଆକୃତି ମନୁଷ୍ୟ ପରି ଥିଲା। ଏବଂ ପ୍ରତ୍ୟେକ ପ୍ରାଣୀର ଗ୍ଭରିମୁଖ ଓ ଗ୍ଭରିପକ୍ଷ ଥିଲା। ସେମାନଙ୍କର ପାଦ ସଳଖ, ଆଉ ସେମାନଙ୍କର ପାଦର ତଳିପା ଗୋବତ୍ସର ତଳିପା ତୁଲ୍ୟ। ଆଉ ସେଗୁଡ଼ିକ ମଜା ଯାଇଥିବା ପିତ୍ତଳ ପରି ଝଟକୁଥିଲା। ଆଉ ସେମାନଙ୍କର ପକ୍ଷ ତଳେ ମନୁଷ୍ୟର ହସ୍ତତୁଲ୍ୟ ହସ୍ତ ଥିଲା। ସେ ଗ୍ଭରି ପ୍ରାଣୀଙ୍କର ମଧ୍ୟରେ ପ୍ରତି ପ୍ରାଣୀର ଗ୍ଭରି ମୁଖ ଓ ଗ୍ଭରି ପକ୍ଷ ଥିଲା। ସେମାନଙ୍କର ପକ୍ଷଗୁଡ଼ିକ ପରସ୍ପର ସଂଯୁକ୍ତ, ଆଉ ସେମାନେ ଗମନ କଲାବେଳେ ପଛକୁ ଫେରିଲେ ନାହିଁ। ପ୍ରତ୍ୟେକ ସମ୍ମୁଖ ଆଡ଼େ ଗମନ କଲେ।

10 ପ୍ରତି ପ୍ରାଣୀର ଗ୍ଭରି ମୁଖ ମଧ୍ୟରୁ ସମ୍ମୁଖ ଭାଗରେ ମନୁଷ୍ୟର ମୁଖ, ଦକ୍ଷିଣ ପାର୍ଶ୍ୱରେ ସିଂହର ମୁଖ, ବାମ ପାର୍ଶ୍ୱରେ ଗୋରୁର ମୁଖ ଓ ପଛ ଭାଗରେ ଉତ୍କ୍ରୋଶପକ୍ଷୀର ମୁଖ ଥିଲା। 11 ପ୍ରାଣୀଗୁଡ଼ିକର ଡେଣାଗୁଡ଼ିକ ସେମାନଙ୍କୁ ଘୋଡ଼େଇ ରଖିଥିଲା। ପ୍ରତ୍ୟେକ ପ୍ରାଣୀର ଦୁଇଟି ଡେଣା ଏହାର ପାଖରେ ଥିବା ଅନ୍ୟ ଗୋଟିଏ ପ୍ରାଣୀ ପାଖକୁ ପହଞ୍ଚୁ ଥିଲା ଏବଂ ଅନ୍ୟ ଦୁଇଟି ଡେଣା ଏହାର ଦେହକୁ ଆଚ୍ଛାଦନ କରୁଥିଲା। 12 ପୁଣି ସେମାନେ ପ୍ରତ୍ୟେକ ସମ୍ମୁଖ ଭାଗରେ ଗମନ କଲେ। ସେମାନଙ୍କର ନିଜ ଇଚ୍ଛାନୁସାରେ ସେମାନେ ଗତି କଲେ ଓ ସେମାନଙ୍କର ଗମନ କାଳରେ ସେମାନେ ଫେରିଲେ ନାହିଁ। 13 ଏହି ଜୀବିତ ପ୍ରାଣୀମାନେ ପ୍ରଜ୍ୱଳିତ ଅଙ୍ଗାର ଓ ମଶାଲଗୁଡ଼ିକ ସଦୃଶ ଏବଂ ଅଗ୍ନି ସେମାନଙ୍କର ମଧ୍ୟରେ ବୁଲୁଥିବାର ଦେଖାଯାଉଥିଲା।

ଏବଂ ସେମାନେ ଜୀବିତ ପ୍ରାଣୀମାନଙ୍କ ମଧ୍ୟରେ ଗମନାଗମନ କଲେ। ସେ ଅଗ୍ନି ତେଜୋମୟ ଥିଲା ଓ ତହିଁରୁ ବିଦ୍ୟୁତ୍ ନିର୍ଗତ ହେଲା। 14 ଏବଂ ଜୀବିତ ପ୍ରାଣୀଗଣ ବିଜୁଳି ପରି ଦ୍ରୁତଗତିରେ ଏଣେତେଣେ ଦୌଡ଼ିଲେ।

15-16 ମୁଁ ଜୀବିତ ପ୍ରାଣୀମାନଙ୍କୁ ଦେଖିଲି ଏବଂ ଦେଖିଲି ଯେ, ପ୍ରତ୍ୟେକ ଜୀବିତ ପ୍ରାଣୀମାନଙ୍କର ଗ୍ଭରି ମୁଖର ସହିତ, ପାର୍ଶ୍ୱରେ ଗୋଟିଏ ଗୋଟିଏ ଚକ ଥିଲା। ସେମାନେ ମଣିପରି ଉଜ୍ଜ୍ୱଳ ଥିଲେ ଏବଂ ସେମାନଙ୍କର ଆକୃତି ସମାନ ଥିଲା ଏବଂ ପ୍ରତ୍ୟେକ ଗୋଟିଏ ଚକ ମଧ୍ୟରେ ଗୋଟିଏ ଚକ ସଦୃଶ ଦେଖାଗଲା। 17 ଗମନ କଲାବେଳେ ସେ ଗ୍ଭରିଚକ ଯେକୌଣସି ଗ୍ଭରିଦିଗରେ ଗତି କରୁଥିଲେ, କିନ୍ତୁ ଚକଗୁଡ଼ିକ ଗତି କଲାବେଳେ ବୁଲୁ ନ ଥିଲା।

18 ସେମାନଙ୍କର ଘେର ଉଚ୍ଚ ଓ ଭୟଙ୍କର ଥିଲା; ପୁଣି ସେହି ଗ୍ଭରି ଘେରର ଚତୁର୍ଦ୍ଦିଗ ଚକ୍ଷୁରେ ପରିପୂର୍ଣ୍ଣ ଥିଲା।

19 ସେହି ଜୀବିତ ପ୍ରାଣୀମାନଙ୍କ ଗତି ସହିତ ସେହି ଚକସବୁ ଗ୍ଭଳିତ ହେଲା। ପୁଣି ଜୀବିତ ପ୍ରାଣୀମାନେ ଭୂମିରୁ ଉ‌‌ତ୍‌‌ଥିତ ହେଲା ବେଳେ ଚକଗୁଡ଼ିକ ଉ‌‌ତ୍‌‌ଥିତ ହେଲା। 20 ପବନର ଇଚ୍ଛାନୁସାରେ ସେମାନେ ବିଭିନ୍ନ ସ୍ଥାନକୁ ଗମନ କଲେ। ଚକସବୁ ସେମାନଙ୍କ ସହିତ ଉଠିଲେ କାରଣ ଜୀବିତ ପ୍ରାଣୀମାନଙ୍କର ଆତ୍ମା ଚକ୍ରରେ ଥିଲା। 21 ପବନର ଇଚ୍ଛାନୁସାରେ ସେମାନେ ବିଭିନ୍ନ ସ୍ଥାନକୁ ଗମନ କଲେ। ଚକସବୁ ସେମାନଙ୍କ ସହିତ ଉଠିଲେ, କାରଣ ସେହି ଜୀବିତ ପ୍ରାଣୀମାନଙ୍କର ଆତ୍ମା ଚକରେ ଥିଲା।

22 ପୁଣି ସେହି ଜୀବିତ ପ୍ରାଣୀମାନଙ୍କର ମସ୍ତକରେ ଏକ ଆସ୍ତରଣ ଥିଲା, ଏହା ସ୍ପଟିକ ତୁଲ୍ୟ ଉଜ୍ଜ୍ୱଳ ଓ ସ୍ୱଚ୍ଛ ଥିଲା। ଏହା ସେମାନଙ୍କ ମସ୍ତକର ଚତୁର୍ପାର୍ଶ୍ୱରେ ବିସ୍ତାରିତ ଥିଲା। 23 ସେହି ଆସ୍ତରଣ ତଳେ ସେମାନଙ୍କର ପକ୍ଷସବୁ ଏକ ଆରେକର ଆଡ଼େ ପ୍ରସାରିତ ହୋଇଥିଲା; ସେମାନଙ୍କର ଶରୀର ଆଚ୍ଛାଦନ କରିବା ପାଇଁ ଏ ପାଖରେ ଦୁଇ ପକ୍ଷ ଓ ସେ ପାଖରେ ଦୁଇ ପକ୍ଷ ଥିଲା।

24 ଏବଂ ସେମାନେ ଗମନ କଲା ସମୟରେ ମୁଁ ସେମାନଙ୍କର ପକ୍ଷର ଶବ୍ଦ ଶୁଣିଲି, ତାହା ମହାଜଳ ରାଶିର କଲ୍ଲୋଳ ତୁଲ୍ୟ, ସର୍ବଶକ୍ତିମାନ ପରମେଶ୍ୱରଙ୍କର ସ୍ୱର ତୁଲ୍ୟ ଓ ସୈନ୍ୟଦଳର କୋଳାହଳ ଶବ୍ଦ ତୁଲ୍ୟ ଥିଲା। ସେମାନେ ଅଟକିଲା ବେଳେ ନିଜ ନିଜ ପକ୍ଷ ସଙ୍କୋଚନ କଲେ।

25 ଏବଂ ଯେତେବେଳେ ସେମାନେ ଗତି ବନ୍ଦ କଲେ, ସେମାନେ ସେମାନଙ୍କର ପକ୍ଷ ସଙ୍କୁଚିତ କଲେ ଓ ସେତେବେଳେ ସେମାନଙ୍କ ମସ୍ତକର ଉପରିସ୍ଥ ଆସ୍ତରଣ ଉପରେ ଏକ ଶବ୍ଦ ଶୁଣାଗଲା।

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 9:19-31

19 କିଛି ଖାଦ୍ୟ ଖାଇବା ପରେ ତାହାଙ୍କର ବଳ ଆସିଲା।

ଦମ୍ମେସକରେ ଶାଉଲଙ୍କ ପ୍ରଗ୍ଭର

ସେ ଦମ୍ମେସକ ନଗରରେ ଶିଷ୍ୟମାନଙ୍କ ସହିତ କିଛି ସମୟ ରହିଲେ। 20 ତା'ପରେ ଶାଉଲ ସିଧା ଯିହୂଦୀ ସମାଜଗୃହମାନଙ୍କରେ ପହଞ୍ଚି ସେଠାରେ ଯୀଶୁଙ୍କ ବିଷୟରେ ପ୍ରଗ୍ଭର କଲେ। ସେ ଲୋକମାନଙ୍କୁ କହିବାକୁ ଲାଗିଲେ, “ଯୀଶୁ ପରମେଶ୍ୱରଙ୍କର ପୁତ୍ର ଅଟନ୍ତି।’’

21 ତାହାଙ୍କ କଥା ଶୁଣୁଥିବା ସମସ୍ତ ଲୋକ ଆଶ୍ଚର୍ଯ୍ୟ ହେଲେ। ସେମାନେ କହିଲେ, “ଏ କ’ଣ ସେହି ଲୋକ ନୁହେଁ, ଯିଏ ଏହି ନାମରେ ବିଶ୍ୱାସ କରିଥିବା ଯିରୁଶାଲମର ଲୋକମାନଙ୍କୁ ତାଡ଼ନା କରୁଥିଲା? ଏହି ଲୋକ କ’ଣ ସେ ନୁହେଁ, ଯେ କି ସେମାନଙ୍କୁ ବାନ୍ଧି ନେଇ ପ୍ରଧାନଯାଜକମାନଙ୍କ ପାଖକୁ ନେଇଯିବା ପାଇଁ ଏଠାକୁ ଆସିଥିଲା।”

22 କିନ୍ତୁ ଶାଉଲ ଅଧିକ ଶକ୍ତିଶାଳୀ ହୋଇ ଉଠିଲେ। ସେ ପ୍ରମାଣ କରିଦେଲେ ଯେ ଯୀଶୁ ହେଉଛନ୍ତି ଖ୍ରୀଷ୍ଟ। ତାହାଙ୍କ ପ୍ରମାଣ ସବୁ ଏତେ ଦୃଢ଼ଥିଲା ଯେ, ଦମ୍ମେସକର ଯିହୂଦୀମାନେ ଏ ବିଷୟରେ ତାହାଙ୍କ ସହିତ ଯୁକ୍ତି କରି ପାରୁ ନ ଥିଲେ।

ଶାଉଲ ଯିହୂଦୀଙ୍କଠାରୁ ରକ୍ଷା ପାଇବା

23 ଅନେକ ଦିନ ବିତିଗଲା ପରେ ଯିହୂଦୀମାନେ ଶାଉଲଙ୍କୁ ମାରିଦେବା ପାଇଁ ଷଡ଼ଯନ୍ତ୍ର କଲେ। 24 ଯିହୂଦୀମାନେ ତାହାଙ୍କୁ ମାରିବା ପାଇଁ ଦିନରାତି ନଗରର ଫାଟକ ଗୁଡ଼ିକ ପାଖରେ ଜଗି ବସିଲେ। କିନ୍ତୁ ଶାଉଲ ଏହା ଜାଣି ପାରିଲେ। 25 କିନ୍ତୁ ତାହାଙ୍କର ଅନୁସରଣକାରୀ ତାହାଙ୍କୁ ଦିନେ ରାତିରେ ଟୋକେଇରେ ନେଇ ପାଚେରୀ ଆରପଟେ ଛାଡ଼ି ଦେଲେ।

ଯିରୁଶାଲମରେ ଶାଉଲ

26 ଶାଉଲ ଯିରୁଶାଲମରେ ପହଞ୍ଚି ବିଶ୍ୱାସୀ ଶିଷ୍ୟମାନଙ୍କ ସହିତ ଯୋଗଦେବା ପାଇଁ ଚେଷ୍ଟା କଲେ, କିନ୍ତୁ ସେମାନେ ସମସ୍ତେ ତାହାଙ୍କୁ ଭୟ କରୁଥିଲେ। ସେ ଯେ ପ୍ରକୃତରେ ଯୀଶୁଙ୍କର ଶିଷ୍ୟ ହୋଇଅଛନ୍ତି, ଏହା ଶିଷ୍ୟମାନେ ବିଶ୍ୱାସ କଲେ ନାହିଁ। 27 ମାତ୍ର ବର୍ଣ୍ଣ‌ବ୍‌‌ବା, ଶାଉଲଙ୍କୁ ଗ୍ରହଣ କଲେ ଓ ତାହାଙ୍କୁ ସାଙ୍ଗରେ ନେଇ ପ୍ରେରିତମାନଙ୍କ ପାଖକୁ ଗଲେ। ଦମ୍ମେସକକୁ ଯିବା ବାଟରେ ଶାଉଲ କିପାରି ପ୍ରଭୁଙ୍କ ଦର୍ଶନ ପାଇଥିଲେ ଓ ପ୍ରଭୁ ତାହାଙ୍କୁ ସହ କିପରି କଥା ହେଲେ, ଏହା ପ୍ରେରିତମାନଙ୍କୁ ବୁଝାଇ କହିଲେ। ଶାଉଲ ଦମ୍ମେସକରେ କିପରି ନିର୍ଭୀକ ଭାବରେ ଯୀଶୁଙ୍କ ନାମରେ ପ୍ରଗ୍ଭର କରିଥିଲେ, ଏହା ସବୁ ମଧ୍ୟ ସେ ସେମାନଙ୍କୁ ବୁଝାଇ ଦେଲେ।

28 ତା'ପରେ ଶାଉଲ ସେମାନଙ୍କ ସହିତ ରହି, ଯିରୁଶାଲମର ପ୍ରତ୍ୟେକ ସ୍ଥାନରେ ପ୍ରଭୁଙ୍କର ନାମରେ ସାହସର ସହିତ ପ୍ରଗ୍ଭର କଲେ। 29 ସେ ଗ୍ରୀକ୍ ଭାଷାଭାଷୀ ଯିହୂଦୀମାନଙ୍କ ସହିତ କଥାବାର୍ତ୍ତା କରୁଥିଲେ, ଏବଂ ବାଦାନୁବାଦ ମଧ୍ୟ କରୁଥିଲେ। କିନ୍ତୁ ସେମାନେ ତାହାଙ୍କୁ ମାରିବା ପାଇଁ ଚେଷ୍ଟା କଲେ। 30 ଭାଇମାନେ ଏହା ଜାଣିପାରି ତାହାଙ୍କୁ କାଇସରୀଆ ନଗରରୁ ଆଣି ତାର୍ଷ ନଗରକୁ ପଠାଇଦେଲେ।

31 ଏହା ଦ୍ୱାରା ଯିହୂଦା, ଶମିରୋଣ ଓ ଗାଲିଲୀର ମଣ୍ଡଳୀରେ ଶାନ୍ତି ଥିଲା ଓ ଏହା ଶକ୍ତିଶାଳୀ ହେଉଥିଲା। ବିଶ୍ୱାସୀମାନଙ୍କ ସଂଖ୍ୟା ବଢ଼ିବାରେ ଲାଗିଲା। ପ୍ରଭୁଙ୍କ ଭୟ ଓ ପବିତ୍ରଆତ୍ମାର ସହାୟତା ପାଇ ସେମାନେ ରହୁଥିଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center