Revised Common Lectionary (Semicontinuous)
ପ୍ରଧାନ ବୀଣା ବାଦକଙ୍କ ଉଦ୍ଦେଶ୍ୟରେ ଦାଉଦଙ୍କର ଗୀତ।
5 ହେ ସଦାପ୍ରଭୁ, ମୋର କଥା ଶୁଣନ୍ତୁ।
ବୁଝିବାକୁ ଚେଷ୍ଟା କରନ୍ତୁ ମୁଁ କ’ଣ କରିବାକୁ ଗ୍ଭହୁଁଛି।
2 ହେ ମୋର ପରମେଶ୍ୱର ଓ ରାଜା,
ମୋର ପ୍ରାର୍ଥନା ଶୁଣ।
3 ପ୍ରତିଦିନ ସକାଳେ ହେ ସଦାପ୍ରଭୁ, ମୋର ରବ ଶୁଣ,
ମୁଁ ତୁମ୍ଭ ଉଦ୍ଦେଶ୍ୟରେ ଆପଣା ପ୍ରାର୍ଥନା ସଜାଏ
ଏବଂ ପ୍ରତିଦିନ ସକାଳେ ତୁମ୍ଭେ ମୋର ପ୍ରାର୍ଥନା ଶୁଣ।
4 ହେ ପରମେଶ୍ୱର, ତୁମ୍ଭେ କେବେ ମନ୍ଦକାର୍ଯ୍ୟ ପସନ୍ଦ କର ନାହିଁ।
କାରଣ ମନ୍ଦକାର୍ଯ୍ୟ ସହ ତୁମ୍ଭର କୌଣସି ସମ୍ପର୍କ ନାହିଁ।
5 ଗର୍ବୀମାନେ କେବେ ତୁମ୍ଭ ନିକଟକୁ ଆସି ପାରିବେ ନାହିଁ।
ଯେଉଁମାନେ ମନ୍ଦକାର୍ଯ୍ୟ କରନ୍ତି ତୁମ୍ଭେ ସେମାନଙ୍କୁ ଘୃଣା କର।
6 ଯେଉଁମାନେ ମିଥ୍ୟା କହନ୍ତି, ତୁମ୍ଭେ ସେମାନଙ୍କୁ ବିନାଶ କରିବ।
ତୁମ୍ଭେ ସେହି ଲୋକମାନଙ୍କୁ ଘୃଣା କର, ଯେଉଁମାନେ ଅନ୍ୟ ଲୋକମାନଙ୍କୁ ଆଘାତ କରିବାକୁ ଗୋପନରେ ଷଡ଼ଯନ୍ତ୍ର କରନ୍ତି।
7 କିନ୍ତୁ ସଦାପ୍ରଭୁ ତୁମ୍ଭର ଅସୀମ କରୁଣା ଯୋଗୁଁ,
ମୁଁ ନିଶ୍ଚୟ ତୁମ୍ଭ ପବିତ୍ର ମନ୍ଦିରରେ ପହଞ୍ଚିବି।
ମୁଁ ନତମସ୍ତକରେ ତୁମ୍ଭର ସେହି ପବିତ୍ର ମନ୍ଦିରରେ ତୁମ୍ଭକୁ ଭୟ ଭକ୍ତି ଓ ସମ୍ମାନର ସହିତ ଉପାସନା କରିବି।
8 ହେ ସଦାପ୍ରଭୁ, ମୋତେ ତୁମ୍ଭର ଧର୍ମ ପଥରେ ପ୍ରଦର୍ଶନ କର।
ଲୋକମାନେ ମୋର ଦୁର୍ବଳତାକୁ ଗ୍ଭହିଁ ବସିଛନ୍ତି।
ତେଣୁ ମୋତେ ଉଚିତ୍ ମାର୍ଗ ପ୍ରଦର୍ଶନ କରି ଧର୍ମ ପଥରେ କଢ଼ାଇ ନିଅ,
ଓ ମୋର ପଥକୁ ସରଳ କର।
ବିନ୍ହଦଦ୍ ଓ ଆହାବ ଯୁଦ୍ଧ କଲେ
20 ଅରାମର ରାଜା ବିନ୍ହଦଦ୍ ଆପଣାର ସମସ୍ତ ସୈନ୍ୟ ଏକତ୍ରିତ କଲେ। ପୁଣି ତାଙ୍କର ସଙ୍ଗରେ ବତିଶ୍ ଜଣ ରାଜା ଆଉ ଅଶ୍ୱଗଣ ଓ ରଥମାନ ସଙ୍ଗରେ ଥିଲେ। ପୁଣି ସେ ଯାଇ ଶମରିୟା ଅବରୋଧ କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ। 2 ତା'ପରେ ଇସ୍ରାଏଲର ରାଜା ଆହାବ ନଗର ଭିତରକୁ ଦୂତଗଣ ପ୍ରେରଣ କଲେ। 3 ସେହି ବାର୍ତ୍ତା ଥିଲା, “ବିନ୍ହଦଦ୍ କହନ୍ତି, ‘ତୁମ୍ଭେମାନେ ତୁମ୍ଭର ସମସ୍ତ ରୂପା, ସୁନା ମୋତେ ଦେବ। ଆଉ ମଧ୍ୟ ତୁମ୍ଭର ଭାର୍ଯ୍ୟା ଓ ସନ୍ତାନମାନଙ୍କୁ ମୋତେ ଦେଇଦେବ।’”
4 ଇସ୍ରାଏଲର ରାଜା ଉତ୍ତର ଦେଲେ, “ହେ ମୋର ପ୍ରଭୁ, ମହାରାଜ, ଆପଣଙ୍କ ବାକ୍ୟାନୁସାରେ ମୁଁ ଓ ମୋର ସର୍ବସ୍ୱ ଆପଣଙ୍କର।”
5 ତା'ପରେ ଦୂତମାନେ ଆହାବଙ୍କ ନିକଟକୁ ଫେରି ଆସି କହିଲେ, “ବିନ୍ହଦଦ୍ କହନ୍ତି, ‘ତୁମ୍ଭେ ଆପଣା ରୂପା, ସୁନା, ଭାର୍ଯ୍ୟା ଓ ସନ୍ତାନମାନଙ୍କୁ ମୋ’ ହସ୍ତରେ ସମର୍ପଣ କର ବୋଲି ମୁଁ କହି ପଠାଇଲି। 6 ଆସନ୍ତାକାଲି ପ୍ରାୟ ଏହି ସମୟରେ ମୁଁ ତୁମ୍ଭ ନିକଟକୁ ମୋର ଦାସମାନଙ୍କୁ ପଠାଇବି, ସେମାନେ ତୁମ୍ଭର ଗୃହ ଓ ତୁମ୍ଭ ଅଧିକାରୀମାନଙ୍କର ଗୃହ ଅନୁସନ୍ଧାନ କରିବେ। ଯାହାକିଛି ମୂଲ୍ୟବାନ ଜିନିଷ ପାଇବେ ସେମାନେ ନେଇଯିବେ।’”
7 ତେଣୁ ରାଜା ଆହାବ ଦେଶର ସମସ୍ତ ପ୍ରାଚୀନବର୍ଗଙ୍କୁ ଡକାଇଲେ ଏବଂ କହିଲେ, “ମୁଁ ବିନୟ କରି କହୁଛି, ବିଗ୍ଭର କର, ବିନ୍ହଦଦ୍ ଅସୁବିଧା ସୃଷ୍ଟି କରୁଛି। ପ୍ରଥମେ ସେ ମୋର ଭାର୍ଯ୍ୟା, ମୋର ସନ୍ତାନଗଣ, ମୋର ସୁନା, ରୂପା ନେବାକୁ ଲୋକ ପଠାଇଲା ଓ ସେ ସବୁ ଦେବାକୁ ମୁଁ ସମ୍ମତ ହେଲି। ମାତ୍ର ସେ ବର୍ତ୍ତମାନ ସବୁକିଛି ନେବାକୁ ଗ୍ଭହୁଁଛି।”
8 ଏଥିରେ ସମସ୍ତ ପ୍ରାଚୀନବର୍ଗ ଓ ସମସ୍ତ ଲୋକ ରାଜାଙ୍କୁ କହିଲେ, “ଆପଣ ତାଙ୍କ କଥାରେ କର୍ଣ୍ଣପାତ କରନ୍ତୁ ନାହିଁ କିମ୍ବା ସେଥିରେ ସମ୍ମତ ହୁଅନ୍ତୁ ନାହିଁ।”
9 ବର୍ତ୍ତମାନ ଆହାବ ବିନ୍ହଦଦଙ୍କ ନିକଟକୁ ସମ୍ବାଦ ପଠାଇ କହିଲେ, “ପ୍ରଥମେ ଆପଣ ଯାହା କହିଥିଲେ ମୁଁ ତାହା କରିବି ମାତ୍ର ଦ୍ୱିତୀୟରେ ଯେଉଁ ଆଜ୍ଞା ଦେଲେ ତାହା ପାଳନ କରିବି ନାହିଁ।”
ରାଜା ବିନ୍ହଦଦଙ୍କର ଦୂତମାନେ ରାଜାଙ୍କ ନିକଟକୁ ବାର୍ତ୍ତା ନେଇ ଫେରିଗଲେ। 10 ତା'ପରେ ସେହି ଦୂତମାନେ ଅନ୍ୟ ଏକ ବାର୍ତ୍ତା ନେଇ ବିନ୍ହଦଦ୍ଠାରୁ ଫେରି ଆସିଲେ ଓ କହିଲେ, “ମୁଁ ପ୍ରତିଜ୍ଞା କରୁଛି ଯେ, ଶମରିୟାକୁ ସମ୍ପର୍ଣ୍ଣ ଧୂଳିସାତ୍ କରିବି। ସେ ନଗରରେ କିଛି ରହିବ ନାହିଁ। ଏପରି ମୋର ଲୋକମାନଙ୍କ ପାଇଁ ମୁଠାଏ ଧୂଳି ମଧ୍ୟ ଆଣିବାକୁ ରହିବ ନାହିଁ। ଯଦି ମୁଁ ଏହା ନ କରେ ତେବେ ଦେବତାମାନଙ୍କ ଦ୍ୱାରା ମୁଁ ଅଧିକ ଦଣ୍ତିତ ହୋଇପାରେ।”
11 ରାଜା ଆହାବ ଉତ୍ତର ଦେଲେ, “ବିନ୍ହଦଦଙ୍କୁ କୁହ ସାଞ୍ଜୁ ପରିଧାନ କରିଥିବା ଲୋକ ସାଞ୍ଜୁ କାଢ଼ିବା ପାଇଁ ଜୀବିତ ଥିବା ଲୋକପରି ଦର୍ପ ନ କରୁ।”
12 ରାଜା ବିନ୍ହଦଦ୍ ଅନ୍ୟ ରାଜାମାନଙ୍କ ସହିତ ପାନ କରୁଥିବା ସମୟରେ ଦୂତମାନେ ଏ ସମ୍ବାଦ ଦେଲେ। ରାଜା ତାଙ୍କର ଲୋକମାନଙ୍କୁ ପ୍ରସ୍ତୁତ ହେବାକୁ ଆଦେଶ ଦେଲେ। ତେଣୁ ସେମାନେ ପ୍ରସ୍ତୁତ ହୋଇ ନଗର ବିରୁଦ୍ଧରେ ଆକ୍ରମଣ କରିବାକୁ ବାହାରିଲେ।
13 ସେହି ସମୟରେ ଜଣେ ଭବିଷ୍ୟଦ୍ବକ୍ତା ଇସ୍ରାଏଲ ରାଜାଙ୍କ ନିକଟକୁ ଆସି କହିଲେ, “ହେ ରାଜା ଆହାବ, ସଦାପ୍ରଭୁ ଏହା କୁହନ୍ତି, ‘ତୁମ୍ଭେ କ’ଣ ଏହି ବିପୁଳ ସୈନ୍ୟବାହିନୀ ଦେଖୁଛ? ମୁଁ ସଦାପ୍ରଭୁ, ତୁମ୍ଭରି ଦ୍ୱାରା ଏହାକୁ ପରାଜିତ କରାଇବି, ତାହାହେଲେ ତୁମ୍ଭେ ମୋତେ ସଦାପ୍ରଭୁ ବୋଲି ଜାଣିବ।’”
14 ତହୁଁ ଆହାବ କହିଲେ, “କାହାଦ୍ୱାରା ପରାଜିତ କରାଇବେ?”
ଭବିଷ୍ୟଦ୍ବକ୍ତା ଉତ୍ତର ଦେଲେ, “ଯୁବା ଲୋକମାନଙ୍କ ଦ୍ୱାରା ‘ଯେଉଁମାନେ ରାଜାଙ୍କର ଅଧିକାରୀମାନଙ୍କର ସାହାଯ୍ୟକାରୀ ଥିଲେ।’”
ତା'ପରେ ରାଜା କହନ୍ତି, “କିଏ ଯୁଦ୍ଧ ଆରମ୍ଭ କରିବାକୁ ସୈନ୍ୟମାନଙ୍କୁ ଆଦେଶ ଦେବା ପାଇଁ ଯାଉଛି?”
ସେ କହିଲେ, “ତୁମ୍ଭେ।”
15 ତେଣୁ ଆହାବ ପ୍ରଦେଶର ଯୁବା ଅଧିପତିମାନଙ୍କୁ ଏକତ୍ରିତ କରି ଗଣିଲେ। ସେମାନଙ୍କ ସଂଖ୍ୟା 232 ହେଲା। ତା'ପରେ ଇସ୍ରାଏଲର ସୈନ୍ୟମାନଙ୍କୁ ଏକତ୍ରିତ କରି ଗଣି ଦେଖିଲେ, ସେମାନଙ୍କ ସଂଖ୍ୟା 7,000 ହେଲା।
16 ମଧ୍ୟାହ୍ନରେ ଯେତେବେଳେ ରାଜା ବିନ୍ହଦଦ୍ ଓ ବତିଶ୍ ଜଣ ଅନ୍ୟ ରାଜା ନିଜ ଶିବିରରେ ପାନ କରୁଥିଲେ ଓ ମତ୍ତ ହୋଇଥିଲେ, ସେହି ସମୟରେ ଆହାବ ଆକ୍ରମଣ ଆରମ୍ଭ କରିଦେଲେ। 17 ପ୍ରଦେଶର ଯୁବା ଅଧିପତିମାନେ ପ୍ରଥମେ ଆକ୍ରମଣ କଲେ। ବିନ୍ହଦଦ୍ର ଲୋକମାନେ ତାକୁ ସମ୍ବାଦ ଦେଲେ: ଶମରିୟାର ଲୋକମାନେ ଅଗ୍ରସର କରୁଛନ୍ତି ଆକ୍ରମଣ କରିବା ପାଇଁ। 18 ତେଣୁ ବିନ୍ହଦଦ୍ କହିଲେ, “ସେମାନେ ସନ୍ଧି ପାଇଁ ଆସିଥିଲେ ତାଙ୍କୁ ଜୀବିତ ଧର ଓ ଯଦି ସେମାନେ ଯୁଦ୍ଧପାଇଁ ଆସିଥିଲେ ସେମାନଙ୍କୁ ଜୀବିତ ଧର।”
19 ଏହା ମଧ୍ୟରେ ପ୍ରଦେଶର ଯୁବା ଅଧିପତିମାନେ ସେହି ଆକ୍ରମଣର ନେତୃତ୍ୱ ନେଲେ ଓ ଇସ୍ରାଏଲର ସୈନ୍ୟମାନେ ତାଙ୍କର ଅନୁସରଣ କଲେ। 20 ଇସ୍ରାଏଲର ପ୍ରତ୍ୟେକ ଯୋଦ୍ଧା ତାଙ୍କ ବିରୁଦ୍ଧରେ ଆସିଥିବା ଶତ୍ରୁମାନଙ୍କୁ ବଧ କଲେ, ତା'ପରେ ଇସ୍ରାଏଲୀୟମାନେ ଅରାମୀୟମାନେ ପଳାୟନକାରୀମାନଙ୍କ ପଛରେ ଗୋଡ଼ଇଲେ। ଅରାମର ରାଜା ବିନ୍ହଦଦ୍ ଅଶ୍ୱାରୋହୀମାନଙ୍କ ସହିତ ଏକ ଅଶ୍ୱ ପୃଷ୍ଠରେ ପଳାଇଯାଇ ନିଜକୁ ରକ୍ଷା କଲେ। 21 ରାଜା ଆହାବ ଅରାମର ସମସ୍ତ ଅଶ୍ୱ ଓ ରଥକୁ ଅଧିକାର କରିବାର ନେତୃତ୍ୱ ନେଲେ ଓ ଅରାମୀୟମାନଙ୍କୁ ସମୂଳେ ପରାଜିତ କଲେ।
22 ତା'ପରେ ଭବିଷ୍ୟଦ୍ବକ୍ତା ଆହାବଙ୍କ ନିକଟକୁ ଯାଇ କହିଲେ, “ଅରାମର ରାଜା ବିନ୍ହଦଦ୍ ପୁନର୍ବାର ଯୁଦ୍ଧ କରିବାକୁ ଆସନ୍ତା ବସନ୍ତରେ ଆସିବ। ତୁମ୍ଭେ ଘରକୁ ଯାଇ ନିଜର ସୈନ୍ୟବାହିନୀକୁ ସବଳ କର ଓ ଚିହ୍ନ। ସାବଧାନ ଭାବରେ ତାଙ୍କୁ ପ୍ରତିରକ୍ଷା ଦେବାକୁ ସୁଚିନ୍ତିତ ଯୋଜନା କର।”
ପରମେଶ୍ୱରଙ୍କଠାରେ ସମର୍ପିତ ହୁଅ
4 ତୁମ୍ଭେ କ’ଣ ଜାଣିଛ କି ତୁମ୍ଭମାନଙ୍କ ଭିତରେ ଝଗଡ଼ା ଓ ଯୁକ୍ତିତର୍କ କାହିଁକି ହୁଏ? ତୁମ୍ଭର ଝଗଡ଼ା ଓ ଯୁକ୍ତିତର୍କ ସ୍ୱାର୍ଥପର ଇଚ୍ଛାରୁ ଆସେ ଓ ତୁମ୍ଭ ମଧ୍ୟରେ ବିବାଦ ସୃଷ୍ଟି କରିଥାଏ? 2 ତୁମ୍ଭେମାନେ ଅନେକ ବିଷୟ ଇଚ୍ଛା କର, କିନ୍ତୁ ପାଅ ନାହିଁ। ତେଣୁ ତୁମ୍ଭେ ଅନ୍ୟ ଲୋକମାନଙ୍କ ପ୍ରତି ଈର୍ଷାନ୍ୱିତ ହୋଇ ସେମାନଙ୍କୁ ହତ୍ୟା କରିଥାଅ। ତଥାପି ତୁମ୍ଭେ ଇଚ୍ଛା କରୁଥିବା ବିଷୟ ଗୁଡ଼ିକ ପାଇ ପାର ନାହିଁ। ସେଥିପାଇଁ ତୁମ୍ଭେ ତର୍କବିତର୍କ କରିଥାଅ ଓ ବିବାଦ କରିଥାଅ। ଯେହେତୁ ତୁମ୍ଭେ ପରମେଶ୍ୱରଙ୍କୁ ତୁମ୍ଭର ଦରକାରୀ ବିଷୟ ଗୁଡ଼ିକ ମାଗି ନ ଥାଅ, ତେଣୁ ତୁମ୍ଭେମାନେ ସେଗୁଡ଼ିକ ପାଇ ନ ଥାଅ। 3 ବା ଯେତେବେଳେ ତୁମ୍ଭେ ମାଗ, ତାହା ପାଅ ନାହିଁ। କାହିଁକି? କାରଣ ଯେଉଁ କାରଣରୁ ତୁମ୍ଭେ ମାଗ, ତାହା ଭୁଲ୍ ଥାଏ। ତୁମ୍ଭେ ନିଜର ଅଭିଳାଷ ପାଇଁ ଯେପରି ସେଗୁଡ଼ିକୁ ବ୍ୟବହାର କରିପାର, ସେଥିପାଇଁ ସେହିସବୁ ମାଗିଥାଅ।
4 ଏହା ଦ୍ୱାରା ତୁମ୍ଭେମାନେ ପରମେଶ୍ୱରଙ୍କ ନିକଟରେ ବିଶ୍ୱସ୍ତ ନୁହଁ। ତୁମ୍ଭେ ଜାଣି ରଖିବା ଉଚିତ୍ ଯେ, ଜଗତକୁ ଭଲ ପାଇବା ଓ ପରମେଶ୍ୱରଙ୍କୁ ଘୃଣା କରିବା ବିଷୟ ସମାନ। ଅତଏବ ଯଦି କେହି ଏହି ସଂସାରର ଅଂଶୀ ହେବା ପାଇଁ ଇଚ୍ଛା କରେ, ତେବେ ସେ ନିଜକୁ ପରମେଶ୍ୱରଙ୍କୁ ଶତ୍ରୁ କରି ପକାଏ। 5 ତୁମ୍ଭେ କ’ଣ ଭାବୁଛ କି ଶାସ୍ତ୍ରର ଅର୍ଥ କିଛି ନାହିଁ? ଶାସ୍ତ୍ର କୁହେ: “ପରମେଶ୍ୱର ଆମ୍ଭ ମଧ୍ୟରେ ବାସ କରିବା ପାଇଁ ଯେଉଁ ଆତ୍ମାଙ୍କୁ ଦେଇଛନ୍ତି, ସେ ଆମ୍ଭକୁ ସମ୍ପୂର୍ଣ୍ଣ ରୂପେ ଅଧିକାର କରିବା ନିମନ୍ତେ ଗ୍ଭହାନ୍ତି।”(A) 6 କିନ୍ତୁ ପରମେଶ୍ୱର ଆମ୍ଭକୁ ଦେଇଥିବା ଅନୁଗ୍ରହ ଅତି ମହାନ ଅଟେ। ଯେପରି ଶାସ୍ତ୍ର କୁହେ: “ପରମେଶ୍ୱର ଅହଂକାରୀ ଲୋକମାନଙ୍କର ବିରୋଧୀ, କିନ୍ତୁ ସେ ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।”(B)
7 ଅତଏବ ନିଜକୁ ପରମେଶ୍ୱରଙ୍କଠାରେ ସମର୍ପିତ କର। ଶୟତାନକୁ ବାଧା ଦିଅ, ତା'ହେଲେ ସେ ତୁମ୍ଭଠାରୁ ଦୂରେଇ ଯିବ।
2010 by World Bible Translation Center