Revised Common Lectionary (Semicontinuous)
ପ୍ରଧାନ ବୀଣା ବାଦକଙ୍କ ଉଦ୍ଦେଶ୍ୟରେ ଦାଉଦଙ୍କର ଗୀତ।
5 ହେ ସଦାପ୍ରଭୁ, ମୋର କଥା ଶୁଣନ୍ତୁ।
ବୁଝିବାକୁ ଚେଷ୍ଟା କରନ୍ତୁ ମୁଁ କ’ଣ କରିବାକୁ ଗ୍ଭହୁଁଛି।
2 ହେ ମୋର ପରମେଶ୍ୱର ଓ ରାଜା,
ମୋର ପ୍ରାର୍ଥନା ଶୁଣ।
3 ପ୍ରତିଦିନ ସକାଳେ ହେ ସଦାପ୍ରଭୁ, ମୋର ରବ ଶୁଣ,
ମୁଁ ତୁମ୍ଭ ଉଦ୍ଦେଶ୍ୟରେ ଆପଣା ପ୍ରାର୍ଥନା ସଜାଏ
ଏବଂ ପ୍ରତିଦିନ ସକାଳେ ତୁମ୍ଭେ ମୋର ପ୍ରାର୍ଥନା ଶୁଣ।
4 ହେ ପରମେଶ୍ୱର, ତୁମ୍ଭେ କେବେ ମନ୍ଦକାର୍ଯ୍ୟ ପସନ୍ଦ କର ନାହିଁ।
କାରଣ ମନ୍ଦକାର୍ଯ୍ୟ ସହ ତୁମ୍ଭର କୌଣସି ସମ୍ପର୍କ ନାହିଁ।
5 ଗର୍ବୀମାନେ କେବେ ତୁମ୍ଭ ନିକଟକୁ ଆସି ପାରିବେ ନାହିଁ।
ଯେଉଁମାନେ ମନ୍ଦକାର୍ଯ୍ୟ କରନ୍ତି ତୁମ୍ଭେ ସେମାନଙ୍କୁ ଘୃଣା କର।
6 ଯେଉଁମାନେ ମିଥ୍ୟା କହନ୍ତି, ତୁମ୍ଭେ ସେମାନଙ୍କୁ ବିନାଶ କରିବ।
ତୁମ୍ଭେ ସେହି ଲୋକମାନଙ୍କୁ ଘୃଣା କର, ଯେଉଁମାନେ ଅନ୍ୟ ଲୋକମାନଙ୍କୁ ଆଘାତ କରିବାକୁ ଗୋପନରେ ଷଡ଼ଯନ୍ତ୍ର କରନ୍ତି।
7 କିନ୍ତୁ ସଦାପ୍ରଭୁ ତୁମ୍ଭର ଅସୀମ କରୁଣା ଯୋଗୁଁ,
ମୁଁ ନିଶ୍ଚୟ ତୁମ୍ଭ ପବିତ୍ର ମନ୍ଦିରରେ ପହଞ୍ଚିବି।
ମୁଁ ନତମସ୍ତକରେ ତୁମ୍ଭର ସେହି ପବିତ୍ର ମନ୍ଦିରରେ ତୁମ୍ଭକୁ ଭୟ ଭକ୍ତି ଓ ସମ୍ମାନର ସହିତ ଉପାସନା କରିବି।
8 ହେ ସଦାପ୍ରଭୁ, ମୋତେ ତୁମ୍ଭର ଧର୍ମ ପଥରେ ପ୍ରଦର୍ଶନ କର।
ଲୋକମାନେ ମୋର ଦୁର୍ବଳତାକୁ ଗ୍ଭହିଁ ବସିଛନ୍ତି।
ତେଣୁ ମୋତେ ଉଚିତ୍ ମାର୍ଗ ପ୍ରଦର୍ଶନ କରି ଧର୍ମ ପଥରେ କଢ଼ାଇ ନିଅ,
ଓ ମୋର ପଥକୁ ସରଳ କର।
ବିନ୍ହଦଦଙ୍କ ପୁନଃ ଆକ୍ରମଣ
23 ବିନ୍ହଦଦ୍ର ଅଧିକାରୀମାନେ ତାଙ୍କୁ କହିଲେ, “ଇସ୍ରାଏଲର ଦେବତାଗଣ ପର୍ବତଗଣର ଦେବତାଗଣ ଅଟନ୍ତି, ତେଣୁ ଇସ୍ରାଏଲୀୟମାନେ ବିଜୟୀ ହେଲେ। ଆମ୍ଭେମାନେ ପର୍ବତରେ ଯୁଦ୍ଧ କରି ହାରିଲୁ। ମାତ୍ର ଆମ୍ଭେମାନେ ଯଦି ପଦାରେ ଯୁଦ୍ଧ କରୁ, ତେବେ ଆମ୍ଭେ ସେମାନଙ୍କ ଅପେକ୍ଷା ଅଧିକ ଶକ୍ତିଶାଳୀ ହେବୁ। 24 ଏହା ହିଁ ତୁମ୍ଭର କରିବା ଉଚିତ୍। ଆଉ ସୈନ୍ୟଗ୍ଭଳନା ଦାୟିତ୍ୱ ବତିଶ୍ ରାଜାମାନଙ୍କ ବଦଳରେ ସେନାପତିମାନଙ୍କ ହସ୍ତରେ ଦିଅନ୍ତୁ। 25 ଆଉ ଆପଣ ହରାଇଥିବା ସୈନ୍ୟ ବଦଳରେ ସୈନ୍ୟ, ଅଶ୍ୱ ବଦଳରେ ଅଶ୍ୱ ଓ ରଥ ବଦଳରେ ରଥ ସଂଗ୍ରହ କରନ୍ତୁ। ଆମ୍ଭେମାନେ ପଦାରେ ଲଢ଼ିବା। ପୁଣି ଆମ୍ଭେମାନେ ନିଶ୍ଚୟ ସେମାନଙ୍କ ଅପେକ୍ଷା ବଳବାନ୍ ହେବା ଓ ଜିତିବା।” ରାଜା ସେମାନଙ୍କର ପ୍ରସ୍ଥାବ ଗ୍ରହଣ କଲେ ଓ ସେହିରୂପେ କାର୍ଯ୍ୟ କଲେ।
26 ଅନନ୍ତର ପରବର୍ଷ ବସନ୍ତରେ ବିନ୍ହଦଦ୍ ଅରାମୀୟମାନଙ୍କୁ ଏକତ୍ରିତ କରି ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରିବାକୁ ଅଫେକକୁ ଗଲେ।
27 ଇସ୍ରାଏଲୀୟ ସୈନ୍ୟ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଲେ ଓ ଅରାମୀୟ ସୈନ୍ୟଗଣ ଆଡ଼କୁ ମାଡ଼ି ଗ୍ଭଲିଲେ। ସେମାନେ ଅରାମୀୟମାନଙ୍କ ବିପରୀତ ପାର୍ଶ୍ୱରେ ଶିବିର ସ୍ଥାପନ କଲେ। ମାତ୍ର ଇସ୍ରାଏଲର ସୈନ୍ୟଗଣ ଦୁଇଟି କ୍ଷୁଦ୍ର ଛାଗପଲ ସଦୃଶ ଦେଖା ଯାଉଥିଲା ବେଳେ ଅରାମୀୟମାନେ ସମଗ୍ର ଦେଶରେ ବ୍ୟାପି ଯାଇଥିଲେ।
28 ଏହି ସମୟରେ ପରମେଶ୍ୱରଙ୍କ ପ୍ରେରିତ ଜଣେ ଲୋକ ଆହାବଙ୍କୁ ଆସି କହିଲେ, “ସଦାପ୍ରଭୁ କୁହନ୍ତି, ‘ଅରାମୀୟ ଲୋକମାନେ କହିଛନ୍ତି ସଦାପ୍ରଭୁ ପର୍ବତଗଣର ପରମେଶ୍ୱର ଅଟନ୍ତି କିନ୍ତୁ ତଳଭୂମିର ପରମେଶ୍ୱର ନୁହନ୍ତି। ତେଣୁ ମୁଁ ତୁମ୍ଭକୁ ଏହି ବିଶାଳ ସୈନ୍ୟବାହିନୀକୁ ପରାସ୍ତ କରିବାକୁ ଦେବି। ଯାହା ଫଳରେ ମୁଁ ଯେ ପରମେଶ୍ୱର ତୁମ୍ଭେ ଜାଣି ପାରିବ।’”
29 ଦୁଇ ସୈନ୍ୟବାହିନୀ ସାତ ଦିନ ଧରି ସମ୍ମୁଖାସମ୍ମୁଖୀ ହୋଇ ଶିବିର ସ୍ଥାପନ କରି ରହିଲେ। ସପ୍ତମ ଦିନରେ ଯୁଦ୍ଧ ଆରମ୍ଭ ହେଲା ଓ ଇସ୍ରାଏଲୀୟ ସୈନ୍ୟମାନେ ଗୋଟିଏ ଦିନରେ ଅରାମୀୟ ସୈନ୍ୟମାନଙ୍କ ମଧ୍ୟରୁ 100,000 ପଦାତିକ ସୈନ୍ୟ ବଧ କଲେ। 30 ମାତ୍ର ଅବଶିଷ୍ଟ ସମସ୍ତ ଲୋକ ଅଫେକକୁ ପଳାଇ ନଗରରେ ପ୍ରବେଶ କଲେ। ଆଉ 27,000 ସୈନ୍ୟମାନଙ୍କ ଉପରେ ପାଚେରୀ ପଡ଼ିଲା। ବିନ୍ହଦଦ୍ ନଗର ମଧ୍ୟକୁ ପଳାଇ ଯାଇ ଏକ କୋଠରୀରେ ଲୁଚି ରହିଲେ। 31 ତାଙ୍କର ଦାସମାନେ ସେମାନଙ୍କୁ କହିଲ, “ଆମ୍ଭେ ଶୁଣିଅଛୁ ଯେ ଇସ୍ରାଏଲୀୟ ରାଜଗଣ ଦୟାଳୁ ଅଟନ୍ତି। ଆମ୍ଭେ ଆପଣଙ୍କୁ ବିନୟ କରୁଛୁ, ଆମ୍ଭମାନଙ୍କୁ କଟିରେ ଅଖା ପିନ୍ଧିବାକୁ ଓ ମୁଣ୍ତରେ ରଜ୍ଜୁ ବିନ୍ଧିବାକୁ ଦିଅନ୍ତୁ ଓ ଇସ୍ରାଏଲ ରାଜାଙ୍କ ନିକଟକୁ ଯିବାକୁ ଦିଅନ୍ତୁ। ହୁଏତ ସେ ଆମ୍ଭମାନଙ୍କୁ ବଞ୍ଚିବାକୁ ଦେବେ।”
32 ତହୁଁ ସେମାନେ କଟିରେ ଅଖା ପିନ୍ଧି ଓ ମୁଣ୍ତରେ ରଜ୍ଜୁ ବାନ୍ଧି ଇସ୍ରାଏଲର ରାଜା ନିକଟକୁ ଯାଇ ବିନୟର ସହିତ କହିଲେ, “ତୁମ୍ଭର ଦାସ ବିନ୍ହଦଦ୍ କହୁଛି, ‘ଦୟାକରି ମୋତେ ବଞ୍ଚାନ୍ତୁ।’”
ଆହାବ ଉତ୍ତର ଦେଲେ, “ସେ କ’ଣ ତଥାପି ବଞ୍ଚିଛି? ସେ ତ ମୋରଭାଇ।”
33 ବିନ୍ହଦଦ୍ର ଲୋକମାନେ ଜାଣିବାକୁ ଗ୍ଭହିଁଲେ, ରାଜା ଆହାବ ବିନ୍ହଦଦଙ୍କୁ ଦୟା ଦେଖାଇବେ କି ନା, ସେମାନେ ଆଶାକଲେ, ଗୋଟିଏ ସୂଚନା ତାଙ୍କ ବାକ୍ୟକୁ ନିଶ୍ଚିତ କରିବାକୁ, ତେଣୁ ଏହି କଥାର ସତ୍ୟତା ଜାଣିବା ପାଇଁ ଆହାବ ଯେତେବେଳେ ବିନ୍ହଦଦଙ୍କୁ ଭାଇ ବୋଲି ଡାକିଲା, ସେମାନେ ସଙ୍ଗେ ସଙ୍ଗେ କହିଲେ, “ହଁ! ବିନ୍ହଦଦ୍ ତୁମ୍ଭର ଭାଇ।”
ତହୁଁ ରାଜା ଆହାବ କହିଲେ, “ମୋ’ ନିକଟକୁ ତାଙ୍କୁ ଆଣ।” ବିନ୍ହଦଦ୍ ଯେତେବେଳେ ଆସିଲେ ଆହାବ ତାଙ୍କୁ ନେଇ ନିଜ ରଥରେ ବସାଇଲେ।
34 ସେତେବେଳେ ବିନ୍ହଦଦ୍ ଆହାବଙ୍କୁ କହିଲେ, “ମୋର ପିତା ଯେଉଁ ନଗରଗୁଡ଼ିକ ତୁମ୍ଭ ପିତାଙ୍କଠାରୁ ନେଇ ଥିଲେ ମୁଁ ତୁମ୍ଭକୁ ସେଗୁଡ଼ିକ ଫେରାଇ ଦେବାକୁ ଯାଉଛି। ଯେହେତୁ ମୋର ପିତା ଯେପରି ଶମରିୟାରେ ବଜାର ଓ ଦୋକାନମାନ କରିଥିଲେ ଆପଣ ଦମ୍ମେଶକରେ ସେହିପରି କରିବେ।”
ଆହାବ ଉତ୍ତର ଦେଲେ, “ଯଦି ତୁମ୍ଭେ ଏଥିରେ ସମ୍ମତ, ତେବେ ମୁଁ ତୁମ୍ଭକୁ ଛାଡ଼ି ଦେବି।” ଦୁଇ ରାଜା ଶାନ୍ତିଚୁକ୍ତିରେ ସମ୍ମତ ହେଲେ ଓ ରାଜା ଆହାବ ବିନ୍ହଦଦଙ୍କୁ ମୁକ୍ତ କଲେ।
ପରମେଶ୍ୱର ତାହାଙ୍କ ଲୋକମାନଙ୍କୁ ଭୁଲି ନାହାନ୍ତିଁ
11 ତା'ହେଲେ ମୁଁ ପ୍ରଶ୍ନ କରୁଛି: “କ’ଣ ପରମେଶ୍ୱର ନିଜ ଲୋକମାନଙ୍କୁ ପରିତ୍ୟାଗ କରନ୍ତି କି?” ନା! ମୁଁ ଜଣେ ଇସ୍ରାଏଲୀୟ ଲୋକ। ମୁଁ ଅବ୍ରହାମଙ୍କ ପରିବାରର ଅଟେ। ବିନ୍ୟାମିନଙ୍କ ଗୋଷ୍ଠୀରେ ଜାତ। 2 ସେମାନେ ଜନ୍ମ ହେବା ପୂର୍ବରୁ ପରମେଶ୍ୱର ଇସ୍ରାଏଲୀୟମାନଙ୍କୁ ବାଛିଥିଲେ। ପରମେଶ୍ୱର ସେମାନଙ୍କୁ ତ୍ୟାଗ କରି ନାହାନ୍ତି। ଏଲିୟ ଯେତେବେଳେ ପରମେଶ୍ୱରଙ୍କଠାରେ ଇସ୍ରାଏଲ ଲୋକମାନଙ୍କ ବିରୁଦ୍ଧରେ ପ୍ରାର୍ଥନା କରୁଥିଲେ, ତାହାଙ୍କ ବିଷୟରେ ଶାସ୍ତ୍ର ଯାହା କୁହେ, ତୁମ୍ଭେ ଜାଣିଛ? 3 ଏଲିୟ କହିଥିଲେ: “ପ୍ରଭୁ, ଲୋକେ ତୁମ୍ଭର ଭବିଷ୍ୟଦ୍ବକ୍ତାଗଣକୁ ବଧ କରିଛନ୍ତି, ଓ ତୁମ୍ଭର ଯଜ୍ଞବେଦୀ ସବୁ ଭାଙ୍ଗିଛନ୍ତି। କେବଳ ମୁଁ ଜଣେ ଭବିଷ୍ୟଦ୍ବକ୍ତା ବଞ୍ଚିଛି, ସେମାନେ ମୋତେ ମଧ୍ୟ ମାରି ଦେବା ପାଇଁ ଚେଷ୍ଟା କରୁଛନ୍ତି।”(A) 4 କିନ୍ତୁ ତାହାଙ୍କୁ ପରମେଶ୍ୱରଙ୍କର ଉତ୍ତର କ’ଣ ଥିଲା? “ବାଆଲ ଆଗରେ ଆଣ୍ଠୁମାଡ଼ି ନ ଥିବା ସାତହଜାର ଲୋକଙ୍କୁ ଏବେ ମଧ୍ୟ ମୁଁ ନିଜ ପାଇଁ ରଖିଛି।”(B)
5 ପରମେଶ୍ୱରଙ୍କ ଅନୁଗ୍ରହ ଦ୍ୱାରା ବଛା ଯାଇଥିବା ଏବେ ମଧ୍ୟ କେତେକ ଲୋକ ଅଛନ୍ତି। 6 ଯଦି ପରମେଶ୍ୱର ଅନୁଗ୍ରହ ହେତୁ ସେମାନଙ୍କୁ ମନୋନୀତ କରିଛନ୍ତି, ତା'ହେଲେ ଲୋକମାନେ ନିଜେ କରିଥିବା କାର୍ଯ୍ୟ ହେତୁ ପରମେଶ୍ୱରଙ୍କ ଲୋକ ହୋଇ ନାହାନ୍ତି। ଯଦି କାର୍ଯ୍ୟ ଦ୍ୱାରା ତାହା ହେଇଥା’ନ୍ତା ତେବେ ଅନୁଗ୍ରହର କ’ଣ ବା ଅର୍ଥ ହେବ? ତା'ହେଲେ କ’ଣ ହେଲା?
7 ଇସ୍ରାଏଲର ଲୋକେ ଯାହା ପାଇଁ ପରମେଶ୍ୱରଙ୍କଠାରେ ଧାର୍ମିକ ହେବା ଚେଷ୍ଟା କରିଥିଲେ, କିନ୍ତୁ ସଫଳ ହେଲେ ନାହିଁ। କିନ୍ତୁ ପରମେଶ୍ୱରଙ୍କ ଦ୍ୱାରା ବଛା ଯାଇଥିବା ଲୋକେ ଧାର୍ମିକ ହେଲେ। ଅନ୍ୟ ସମସ୍ତେ ଜଡ଼ ହୋଇ ପରମେଶ୍ୱରଙ୍କ କଥା ଶୁଣିବା ପାଇଁ ମନା କଲେ। 8 ଶାସ୍ତ୍ରରେ ଯେପରି ଲେଖା ଅଛି:
“ପରମେଶ୍ୱର ଲୋକମାନଙ୍କୁ ଜଡ଼ତାର ଆତ୍ମାଦେଲେ।”(C)
“ସେମାନେ ସତ୍ୟକୁ ଦେଖି ନ ପାରନ୍ତି ସେଥିପାଇଁ ପରମେଶ୍ୱର ସେମାନଙ୍କର ଆଖି ବନ୍ଦ କରିଦେଲେ,
ସେମାନେ ସତ୍ୟକୁ ଶୁଣି ନ ପାରନ୍ତୁ ସେଥିପାଇଁ ପରମେଶ୍ୱର ସେମାନଙ୍କର କାନ ବନ୍ଦ କରିଦେଲେ।
ଏହି ଦଶା ଏବେ ସୁଦ୍ଧା ଲାଗି ରହିଛି।”(D)
9 ଦାଉଦ କୁହନ୍ତି:
“ସେ ଲୋକମାନେ ନିଜର ଭୋଜନରେ ଚ୍ଛନ୍ଦି ଓ ବାନ୍ଧି ହୋଇ ଯାଆନ୍ତୁ,
ତାହାଙ୍କର ପତନ ହେଉ ଓ ସେମାନଙ୍କୁ ଦଣ୍ଡ ମିଳୁ।
10 ସେମାନଙ୍କର ଆଖି ସତ୍ୟକୁ ଦେଖି ନ ପାରିବା ପାଇଁ ବନ୍ଦ ହୋଇଯାଉ।
ସର୍ବଦା ପାଇଁ ସେମାନଙ୍କର ଅଣ୍ଟା ନଇଁ ପଡ଼ୁ।”(E)
2010 by World Bible Translation Center