Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 5:1-8

ପ୍ରଧାନ ବୀଣା ବାଦକଙ୍କ ଉଦ୍ଦେଶ୍ୟରେ ଦାଉଦଙ୍କର ଗୀତ।

ହେ ସଦାପ୍ରଭୁ, ମୋର କଥା ଶୁଣନ୍ତୁ।
    ବୁଝିବାକୁ ଚେଷ୍ଟା କରନ୍ତୁ ମୁଁ କ’ଣ କରିବାକୁ ଗ୍ଭହୁଁଛି।
ହେ ମୋର ପରମେଶ୍ୱର ଓ ରାଜା,
    ମୋର ପ୍ରାର୍ଥନା ଶୁଣ।
ପ୍ରତିଦିନ ସକାଳେ ହେ ସଦାପ୍ରଭୁ, ମୋର ରବ ଶୁଣ,
    ମୁଁ ତୁମ୍ଭ ଉଦ୍ଦେଶ୍ୟରେ ଆପଣା ପ୍ରାର୍ଥନା ସଜାଏ
ଏବଂ ପ୍ରତିଦିନ ସକାଳେ ତୁମ୍ଭେ ମୋର ପ୍ରାର୍ଥନା ଶୁଣ।

ହେ ପରମେଶ୍ୱର, ତୁମ୍ଭେ କେବେ ମନ୍ଦକାର୍ଯ୍ୟ ପସନ୍ଦ କର ନାହିଁ।
    କାରଣ ମନ୍ଦକାର୍ଯ୍ୟ ସହ ତୁମ୍ଭର କୌଣସି ସମ୍ପର୍କ ନାହିଁ।
ଗର୍ବୀମାନେ କେବେ ତୁମ୍ଭ ନିକଟକୁ ଆସି ପାରିବେ ନାହିଁ।
    ଯେଉଁମାନେ ମନ୍ଦକାର୍ଯ୍ୟ କରନ୍ତି ତୁମ୍ଭେ ସେମାନଙ୍କୁ ଘୃଣା କର।
ଯେଉଁମାନେ ମିଥ୍ୟା କହନ୍ତି, ତୁମ୍ଭେ ସେମାନଙ୍କୁ ବିନାଶ କରିବ।
    ତୁମ୍ଭେ ସେହି ଲୋକମାନଙ୍କୁ ଘୃଣା କର, ଯେଉଁମାନେ ଅନ୍ୟ ଲୋକମାନଙ୍କୁ ଆଘାତ କରିବାକୁ ଗୋପନରେ ଷଡ଼ଯନ୍ତ୍ର କରନ୍ତି।

କିନ୍ତୁ ସଦାପ୍ରଭୁ ତୁମ୍ଭର ଅସୀମ କରୁଣା ଯୋଗୁଁ,
ମୁଁ ନିଶ୍ଚୟ ତୁମ୍ଭ ପବିତ୍ର ମନ୍ଦିରରେ ପହଞ୍ଚିବି।
    ମୁଁ ନତମସ୍ତକରେ ତୁମ୍ଭର ସେହି ପବିତ୍ର ମନ୍ଦିରରେ ତୁମ୍ଭକୁ ଭୟ ଭକ୍ତି ଓ ସମ୍ମାନର ସହିତ ଉପାସନା କରିବି।
ହେ ସଦାପ୍ରଭୁ, ମୋତେ ତୁମ୍ଭର ଧର୍ମ ପଥରେ ପ୍ରଦର୍ଶନ କର।
ଲୋକମାନେ ମୋର ଦୁର୍ବଳତାକୁ ଗ୍ଭହିଁ ବସିଛନ୍ତି।
    ତେଣୁ ମୋତେ ଉଚିତ୍ ମାର୍ଗ ପ୍ରଦର୍ଶନ କରି ଧର୍ମ ପଥରେ କଢ଼ାଇ ନିଅ,
    ଓ ମୋର ପଥକୁ ସରଳ କର।

ରାଜାବଳୀର ପ୍ରଥମ ପୁସ୍ତକ 20:35-43

ଜଣେ ଭବିଷ୍ୟ‌ଦ୍‌ବକ୍ତା ଆହାବ ବିରୁଦ୍ଧରେ କହିଲେ

35 ଭବିଷ୍ୟ‌ଦ୍‌ବକ୍ତାଗଣଙ୍କ ମଧ୍ୟରୁ ଜଣେ ବକ୍ତା ନିଜର ସାଥୀକୁ କହିଲା, “ମୋତେ ମାର!” ସେ ଏ କଥା ସଦାପ୍ରଭୁଙ୍କ ଆଜ୍ଞାରେ କହିଲା। ମାତ୍ର ସେ ଲୋକ ମାରିବା ପାଇଁ ମନା କଲା। 36 ତେଣୁ ପ୍ରଥମ ଭବିଷ୍ୟ‌ଦ୍‌ବକ୍ତା କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ପାଳନ କଲ ନାହିଁ। ତେଣୁ ତୁମ୍ଭେ ଏ ସ୍ଥାନ ତ୍ୟାଗ କଲାବେଳେ ଗୋଟିଏ ସିଂହ ତୁମ୍ଭକୁ ବଧ କରିବ।” ଯେତେବେଳେ ଦ୍ୱିତୀୟ ଭବିଷ୍ୟ‌ଦ୍‌ବକ୍ତା ସେ ସ୍ଥାନରୁ ଗଲା, ଗୋଟିଏ ସିଂହ ତାକୁ ବଧ କଲା।

37 ପ୍ରଥମ ଭବିଷ୍ୟ‌ଦ୍‌ବକ୍ତା ଅନ୍ୟ ଜଣେ ଲୋକକୁ କହିଲା, “ମୁଁ ବିନୟ କରୁଅଛି, ତୁମ୍ଭେ ମୋତେ ମାର!”

ସେହି ଲୋକଟି ତାକୁ ମାରି ମାରି କ୍ଷତ ବିକ୍ଷତ କଲା। 38 ତେଣୁ ଭବିଷ୍ୟ‌ଦ୍‌ବକ୍ତା ଆପଣା ମୁଖରେ ବସ୍ତ୍ର ଆବୃତ କରି ଛଦ୍ମ ବେଶରେ ରହିଲା ଓ ତାକୁ କେହି ଜାଣି ପାରିଲେ ନାହିଁ। ସେ ପଥ ମଧ୍ୟରେ ସେହି ଦେଶରେ ରାଜାଙ୍କୁ ଅପେକ୍ଷା କରି ରହିଲା। 39 ରାଜା ତା'ବାଟ ଦେଇ ଗଲାବେଳେ ସେ ରାଜାଙ୍କୁ କହିଲା, “ମୁଁ ଯୁଦ୍ଧ ଭୂମିକୁ ଯାଇଥିଲି। ଆମ୍ଭର ଜଣେ ଲୋକ ଜଣେ ଶତ୍ରୁ ସୈନ୍ୟକୁ ଆଣି ମୋତେ କହିଲେ, ‘ଏହି ଲୋକଟିକୁ ଜଗ, ଯଦି ସେ ପଳାୟନ କରେ ତେବେ ତୁମ୍ଭେ ତା’ ବଦଳରେ ତୁମ୍ଭର ଜୀବନ ଦେବ। ନଚେତ୍ ଏକତାଳନ୍ତ ରୂପା ଦେବ।’ 40 ମୁଁ ଏଣେ ତେଣେ କାର୍ଯ୍ୟରତ ଥିଲା ବେଳେ ସେ ଖସିଗଲା।”

ତହିଁରେ ଇସ୍ରାଏଲର ରାଜା କହିଲେ, “ତୁମ୍ଭେ ଶତ୍ରୁକୁ ଛାଡ଼ି ଦେଇଥିବାରୁ ଦୋଷୀ ହୋଇଅଛ। ତୁମ୍ଭର ନିଜର ବାକ୍ୟସବୁ ତୁମ୍ଭର ନିଷ୍ପତ୍ତି ଉଚ୍ଚାରଣ କରେ।”

41 ଏହା ପରେ ସେହି ଭବିଷ୍ୟ‌ଦ୍‌ବକ୍ତା ତା'ର ମୁହଁରୁ ବସ୍ତ୍ର କାଢ଼ିନେଲା। ଇସ୍ରାଏଲର ରାଜା ତାକୁ ଜାଣିଲେ ଯେ ସେ ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ମଧ୍ୟରୁ ଅନ୍ୟତମ। 42 ତତ୍ପରେ ସେ ଭବିଷ୍ୟ‌ଦ୍‌ବକ୍ତା ରାଜାଙ୍କୁ କହିଲେ, “ସଦାପ୍ରଭୁ ଏହିକଥା କହନ୍ତି, ‘ଆମ୍ଭେ ଯେଉଁ ଲୋକକୁ ବିନାଶାର୍ଥେ ଦେଇଥିଲୁ, ତୁମ୍ଭେ ତାକୁ ଆପଣା ହସ୍ତରେ ଛାଡ଼ିଅଛ। ଏଣୁ ତା'ର ପ୍ରାଣ ବଦଳରେ ତୁମ୍ଭର ପ୍ରାଣ ଯିବ। ଆଉ ତାହାର ଲୋକମାନଙ୍କ ବଦଳରେ ତୁମ୍ଭର ଲୋକମାନେ ଯିବେ।’”

43 ତା'ପରେ ଇସ୍ରାଏଲର ରାଜା ବିଦୀର୍ଣ୍ଣ ଓ ବ୍ୟସ୍ତତା ହୋଇ ଶମରିୟାରେ ପହଞ୍ଚିଲେ।

ଲୂକ ଲିଖିତ ସୁସମାଗ୍ଭର 5:17-26

ଯୀଶୁ ଗୋଟିଏ ପକ୍ଷାଘାତ ରୋଗୀକୁ ସୁସ୍ଥ କଲେ

(ମାଥିଉ 9:1-8; ମାର୍କ 2:1-12)

17 ଦିନେ ଯୀଶୁ ଲୋକମାନଙ୍କୁ ଉପଦେଶ ଦେଉଥିଲେ। ସେଠାରେ ଫାରୂଶୀ ଓ ଯିହୂଦୀ ଧର୍ମଶାସ୍ତ୍ରୀମାନେ ମଧ୍ୟ ବସିଥିଲେ। ସେମାନେ ଗାଲିଲୀର ପ୍ରତ୍ୟେକ ନଗରରୁ, ଯିହୂଦା ତଥା ଯିରୁଶାଲମରୁ ଆସିଥିଲେ। ପ୍ରଭୁ ଲୋକଙ୍କୁ ସୁସ୍ଥ କରି ଦେବା ପାଇଁ ଯୀଶୁଙ୍କୁ ଶକ୍ତି ଦେଉଥିଲେ। 18 ସେତିକିବେଳେ କେତେକ ଲୋକ ଗୋଟିଏ ପକ୍ଷାଘାତ ରୋଗୀକୁ ଖଟରେ ବୋହିକରି ଯୀଶୁଙ୍କ ପାଖକୁ ଆଣିଲେ। ସେମାନେ ରୋଗୀଟିକୁ ଭିତରକୁ ଆଣି ଯୀଶୁଙ୍କ ଆଗରେ ରଖିବା ପାଇଁ ଚେଷ୍ଟା କଲେ। 19 କିନ୍ତୁ ସେଠାରେ ଏତେ ଲୋକ ଥିଲେ ଯେ ସେମାନେ ଯୀଶୁଙ୍କ ପାଖକୁ ଯିବାକୁ ବାଟ ପାଇଲେ ନାହିଁ। ତେଣୁ ସେମାନେ ଛାତ ଉପରକୁ ଗ୍ଭଲିଗଲେ। ଛାତରୁ ଛପର କିଛି ବାହାର କରି କଣାଟିଏ କଲେ। ସେମାନେ ସେହି କଣା ବାଟେ ପକ୍ଷାଘାତ ରୋଗୀଟିକୁ ଖଟ ସହିତ ଯୀଶୁଙ୍କ ସାମନାକୁ ଖସେଇ ଦେଲେ। 20 ସେହି ଲୋକମାନଙ୍କର ବିଶ୍ୱାସ ଦେଖି ଯୀଶୁ ସେହି ରୋଗୀଟିକୁ କହିଲେ, “ବନ୍ଧୁ! ତୁମ୍ଭର ପାପକ୍ଷମା କରି ଦିଆଗଲା।”

21 ଯିହୂଦୀ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନେ ଭାବିବାକୁ ଲାଗିଲେ, “ଏ ଲୋକ କିଏ? ଏ ପରମେଶ୍ୱରଙ୍କୁ ଅପମାନ କରୁଛି। କେବଳ ପରମେଶ୍ୱର ପାପକ୍ଷମା କରିପାରନ୍ତି?”

22 କିନ୍ତୁ ଯୀଶୁ ଜାଣପାରିଲେ ଯେ ସେମାନେ କ’ଣ ଭାବୁଛନ୍ତି। ସେ କହିଲେ, “ତୁମ୍ଭେମାନେ ମନ ଭିତରେ ଏଭଳି ବିଗ୍ଭର କାହିଁକି ଆଣୁଛ? 23 କଅଣ କହିବା ସରଳ? ପକ୍ଷାଘାତ ରୋଗୀଟିକୁ କହିବା ଯେ ‘ତୁମ୍ଭ ପାପକ୍ଷମା କରି ଦିଆଗଲା’ ନା ଏ କଥା କହିବା ଯେ ଉଠ ଓ ଗ୍ଭଲ?’ 24 ମୁଁ କିନ୍ତୁ ତୁମ୍ଭମାନଙ୍କୁ ଦେଖାଇ ଦେବି ଯେ, ମନୁଷ୍ୟପୁତ୍ରଙ୍କର ପାପକ୍ଷମା କରିବାର ଶକ୍ତି ଅଛି।” ତେଣୁ ସେ ପକ୍ଷାଘାତ ରୋଗୀଟିକୁ କହିଲେ, “ମୁଁ ତୁମ୍ଭକୁ କହୁଛି: ଠିଆ ହୁଅ। ତୁମ୍ଭର ବିଛଣା ଧର ଓ ଘରକୁ ଯାଅ।”

25 ସେ ତ‌ତ୍‌କ୍ଷଣାତ୍ ସେମାନଙ୍କ ସାମନାରେ ଉଠି ଠିଆ ହେଲା। ଯେଉଁ ବିଛଣା ଉପରେ ସେ ଶୋଇଥିଲା, ତାହା ଧରି ପରମେଶ୍ୱରଙ୍କ ସ୍ତୁତିଗାନ କରି ନିଜ ଘରକୁ ଗ୍ଭଲିଗଲା। 26 ସେଠାରେ ଯେଉଁମାନେ ଉପସ୍ଥିତ ଥିଲେ, ସେମାନେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇ ପରମେଶ୍ୱରଙ୍କ ଗୁଣଗାନ କରିବାକୁ ଲାଗିଲେ। ପରମେଶ୍ୱରଙ୍କ ଶକ୍ତି ଦେଖି ସେମାନଙ୍କ ହୃଦୟ ଭକ୍ତିରେ ଭରିଗଲା। ସେମାନେ କହି ଉଠିଲେ, “ଆଜି ଆମ୍ଭେମାନେ ବିସ୍ମୟ ଜନକ ଘଟଣାମାନ ଦେଖିଛୁ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center