Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 66:1-12

ପ୍ରଧାନ ବାଦ୍ୟକର ନିମନ୍ତେ ଗାନାର୍ଥକ ଗୀତ।

66 ହେ ପୃଥିବୀର ସକଳ ବସ୍ତୁ, ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଆନନ୍ଦ ଧ୍ୱନି କର!
ତାହାଙ୍କ ନାମର ମହିମା ଗାନ କର।
    ସ୍ତୁତି ଗାନ କରି ଗୌରବାନ୍ୱିତ କର।
ପରମେଶ୍ୱରଙ୍କୁ କୁହ, “ତୁମ୍ଭର କାର୍ଯ୍ୟ ଆଶ୍ଚର୍ଯ୍ୟଜନକ ଅଟେ।
    ପରମେଶ୍ୱର, ତୁମ୍ଭର ଶକ୍ତି ମହାନ! ତୁମ୍ଭର ଶତ୍ରୁମାନେ ତୁମ୍ଭ ସମ୍ମୁଖରେ ନତମସ୍ତକ ହୁଅନ୍ତି।
    ସେମାନେ ତୁମ୍ଭକୁ ଭୟ କରନ୍ତି।
ସମୁଦାୟ ପୃଥିବୀ ତୁମ୍ଭର ପ୍ରଣାମ କରୁ ଏବଂ ସମୁଦାୟ ଲୋକ ତୁମ୍ଭର ନାମ ପ୍ରଶଂସା ଗାନ କରନ୍ତୁ।
    ପ୍ରତ୍ୟେକ ବ୍ୟକ୍ତି ଗୀତ ଦ୍ୱାରା ତୁମ୍ଭର ନାମକୁ ପ୍ରଶଂସା କରନ୍ତୁ।” ସେଲା

ଦେଖ, ଯେଉଁସବୁ କାର୍ଯ୍ୟ ପରମେଶ୍ୱର କରିଛନ୍ତି।
    ସେ ସମସ୍ତ କାର୍ଯ୍ୟ ଆମ୍ଭମାନଙ୍କୁ ଆଶ୍ଚର୍ଯ୍ୟ କରେ।
ପରମେଶ୍ୱର ପର୍ଯ୍ୟାୟକ୍ରମେ ସମୁଦ୍ରକୁ ଶୁଖାଇ ଥିଲେ।
    ତାଙ୍କର ଲୋକ ନଦୀକୁ ଅତିକ୍ରମ କରି ଗ୍ଭଲିଲେ।
ପରମେଶ୍ୱର ତାଙ୍କର ମହାନ ଶକ୍ତିରେ ପୃଥିବୀରେ ଶାସନ କରନ୍ତି।
    ପରମେଶ୍ୱର ଜାତିଗଣକୁ ନିରୀକ୍ଷଣ କରନ୍ତି।
    ତାଙ୍କ ବିପକ୍ଷରେ ଜି‌ଦ୍‌ଖୋର ହୋଇ ବିଦ୍ରୋହୀ ଭାବେ ଛିଡ଼ା ହେବା ଉଚିତ୍ ନୁହେଁ। ସେଲା

ହେ ମାନବ ସମାଜ, ଆମ୍ଭ ପରମେଶ୍ୱରଙ୍କର ପ୍ରଶଂସା ଗାନ କର।
    ଉଚ୍ଚ ସ୍ୱରରେ ତାଙ୍କର ମହିମା ଗାନ କର।
ପରମେଶ୍ୱର ଆମ୍ଭମାନଙ୍କୁ ଜୀବନ ଦେଲେ
    ଏବଂ ଆମ୍ଭକୁ ଖସିଯିବାକୁ ଅନୁମତି ଦେଇ ନାହାନ୍ତି।
10 ହେ ପରମେଶ୍ୱର, ତୁମ୍ଭେ ଆମ୍ଭକୁ ଲୋକ ବୋଲି ପରୀକ୍ଷା କରିଅଛ।
    ଯେପରି ଅଗ୍ନିରେ ଲୋକମାନେ ରୂପାକୁ ପରୀକ୍ଷା କରନ୍ତି।
11 ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ।
    ତୁମ୍ଭେ ଆମ୍ଭକୁ ଭାରୀ ବୋଝ ଦେଇଅଛ।
12 ତୁମ୍ଭେ ଆମ୍ଭର ଶତ୍ରୁମାନଙ୍କୁ ସେମାନଙ୍କର ଘୋଡ଼ାରେ ଚଢ଼ି ଆମ୍ଭମାନଙ୍କ ମସ୍ତକ ଉପରେ ଯିବାକୁ ଦେଇଛ।
    ତୁମ୍ଭେ ଅଗ୍ନି ଓ ଜଳ ମଧ୍ୟଦେଇ ଗ୍ଭଲିବାକୁ କହିଛ।
    କିନ୍ତୁ ତୁମ୍ଭେ ଆମ୍ଭମାନଙ୍କୁ ସୁରକ୍ଷିତ ସ୍ଥାନକୁ ନେଇ ଆସିଛ।

ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 27

ସଦାପ୍ରଭୁ ନବୂଖ‌ଦ୍‌ନିତ୍ସରଙ୍କୁ ଶାସକ କଲେ

27 ଯୋଶିୟଙ୍କ ପୁତ୍ର ଯିହୁଦାର ରାଜା ଯିହୋୟାକୀ‌‌‌ମ୍‌‌‌ଙ୍କ ଶାସନର ଆରମ୍ଭରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା। ସଦାପ୍ରଭୁ ମୋତେ ଏହି କଥା କହିଲେ, “ହେ ଯିରିମିୟ, ତୁମ୍ଭେ ସ୍ତମ୍ଭରୁ କେତେକ ଯୁଆଳି ପ୍ରସ୍ତୁତ କରି ଆପଣା ସ୍କନ୍ଧରେ ରଖ। ପୁଣି ଯିହୁଦାର ରାଜା ସିଦିକିୟଙ୍କୁ ଦେଖା କରିବାକୁ ଯିରୁଶାଲମକୁ ଆସିଥିବା ଦୂତମାନଙ୍କ ହସ୍ତରେ ଅନ୍ୟ ଯୁଆଳିଗୁଡ଼ିକୁ ଇଦୋମ, ମୋୟାବ, ଅମ୍ମୋନ, ସୋର ଓ ସୀଦୋନର ରାଜାମାନଙ୍କ ନିକଟକୁ ପଠାଅ। ଆଉ ସେମାନଙ୍କୁ ଆଦେଶ ଦିଅ, ‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେମାନେ ଆପଣା ଆପଣା କର୍ତ୍ତାମାନଙ୍କୁ ଏହି କଥା କହିବ। ଆମ୍ଭେ ଆମ୍ଭର ମହାପରାକ୍ରମ ଓ ବିଶାଳ ଶକ୍ତିଶାଳୀ ବାହୁ ଦ୍ୱାରା ଏହି ପୃଥିବୀ ଓ ପୃଥିବୀ ନିବାସୀ ସକଳ ମନୁଷ୍ୟ ଓ ପଶୁ ସୃଷ୍ଟି କରିଅଛୁ। ଆଉ ଆମ୍ଭେ ଆପଣା ସ୍ୱଇଚ୍ଛାରେ ଯାହାକୁ ଉଚିତ୍ ମନେ କରିବୁ, ଏହା ଦେଇ ପାରିବୁ। ବର୍ତ୍ତମାନ ଆମ୍ଭେ ଏହିସବୁ ଦେଶ ମୋର ଦାସ ବାବିଲର ରାଜା ନବୂଖ‌ଦ୍‌ନିତ୍ସରର ହସ୍ତରେ ଦେଇଅଛୁ। ଆମ୍ଭେ କ୍ଷେତ୍ରସ୍ଥ ସମସ୍ତ ପଶୁମାନଙ୍କୁ ତାହାର ସେବା କରିବାକୁ ଦେଇଅଛୁ। ପୁଣି ସମୁଦାୟ ଗୋଷ୍ଠୀ ନବୂଖ‌ଦ୍‌ନିତ୍ସର, ତାହାର ପୁତ୍ର ଓ ପୌତ୍ରର ସେବା କରିବେ। ପୁଣି ଏକ ସମୟ ଆସିବ, ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ବାବିଲରେ ନିଜର ଦାସ୍ୟକର୍ମ କରିବେ।

“‘ପୁଣି ଯେଉଁ ଦେଶ ଓ ରାଜ୍ୟ ସେହି ବାବିଲର ରାଜା ନବୂଖ‌ଦ୍‌ନିତ୍ସରର ଦାସ୍ୟକର୍ମ କରିବେ ନାହିଁ ଓ ବାବିଲ ରାଜାର ଯୁଆଳି ତଳେ ଆପଣା ଆପଣା ବେକ ରଖିବେ ନାହିଁ,” ସଦାପ୍ରଭୁ କହନ୍ତି, “ଆମ୍ଭେ ସେ ଦେଶକୁ ତାହାର ହସ୍ତରେ ସଂହାର ନ କରିବା ପର୍ଯ୍ୟନ୍ତ ଆମ୍ଭର ‌‌ଖ‌ଡ଼୍‌ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ଦଣ୍ଡ ଦେବା। କିନ୍ତୁ ତୁମ୍ଭର ଭବିଷ୍ୟ‌ଦ୍‌ବକ୍ତାମାନଙ୍କର, ତୁମ୍ଭର ଦିବ୍ୟଦ୍ରଷ୍ଟାମାନଙ୍କର, ତୁମ୍ଭର ସ୍ୱପ୍ନଦ୍ରଷ୍ଟାମାନଙ୍କର, ତୁମ୍ଭର ଗ୍ଭଟୁକାରମାନଙ୍କର କିଅବା ତୁମ୍ଭର ଯାଦୁକରମାନଙ୍କର କଥା ଶୁଣିବା ଉଚିତ୍ ନୁହେଁ, ଯେଉଁମାନେ ତୁମ୍ଭକୁ କହନ୍ତି, “ତୁମ୍ଭେ ବାବିଲୋ‍ନ୍‍ର ରାଜାଙ୍କର ସେବା କରିବା ଉଚିତ୍ ନୁହେଁ।” 10 ମାତ୍ର ତୁମ୍ଭମାନଙ୍କୁ ସ୍ୱଦେଶରୁ ଦୂରେଇ ଦେବା ପାଇଁ ଓ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଲେ ତୁମ୍ଭେମାନେ ଯେପରି ନଷ୍ଟ ହେବ, ଏଥିପାଇଁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରୁଛନ୍ତି।

11 “‘କିନ୍ତୁ ଯେଉଁ ଦେଶୀୟ ଲୋକେ ବାବିଲ ରାଜାର ଯୁଆଳି ତଳେ ନିଜ ନିଜର ବେକ ଦେବେ ଓ ତାହାର ଦାସ୍ୟ କର୍ମ କରିବେ,’ ସଦାପ୍ରଭୁ କହନ୍ତି, ‘ଆମ୍ଭେ ସେମାନଙ୍କୁ ସ୍ୱଦେଶରେ ରହିବାକୁ ଦେବା ଓ ସେମାନେ ସେଠାରେ କୃଷି କାର୍ଯ୍ୟ କରି ବାସ କରିବେ।’”

12 ଅନନ୍ତର ମୁଁ ସେହି ସମସ୍ତ ବାକ୍ୟ ଯିହୁଦାର ରାଜା ସିଦିକିୟକୁ କହିଲି, “ତୁମ୍ଭେମାନେ ଆପଣା ଆପଣା ବେକ ବାବିଲ ରାଜାର ଯୁଆଳି ତଳେ ରଖ ଓ ତାହାର ଏବଂ ତାହାର ଲୋକମାନଙ୍କର ସେବା କର। ତହିଁରେ ତୁମ୍ଭେମାନେ ବଞ୍ଚିବ। 13 ପୁଣି ସଦାପ୍ରଭୁ କହନ୍ତି, କାହିଁକି ତୁମ୍ଭେ ଓ ତୁମ୍ଭର ଲୋକମାନେ ଯୁଦ୍ଧରେ, ଦୁର୍ଭିକ୍ଷରେ ଓ ମହାମାରୀରେ ମରିବ? ସଦାପ୍ରଭୁ କହିଲେ, ଯେଉଁମାନେ ବାବିଲୋନ ରାଜାଙ୍କର ସେବା କରନ୍ତି ନାହିଁ, ସେମାନଙ୍କ ପାଇଁ ଏହା ଘଟିବ। 14 ପୁଣି ମିଥ୍ୟା ଭବିଷ୍ୟ‌ଦ୍‌ବକ୍ତାଗଣ ତୁମ୍ଭମାନଙ୍କୁ କହିବେ, ‘ତୁମ୍ଭେମାନେ ବାବିଲ ରାଜାର ସେବା କର ନାହିଁ।’

“ତୁମ୍ଭେମାନେ ସେମାନଙ୍କର କଥାକୁ ଶୁଣିବା ଉଚିତ୍ ନୁହେଁ। କାରଣ ସେମାନେ ମିଥ୍ୟାବାଦୀ ପ୍ରଗ୍ଭର କରନ୍ତି। 15 ପୁଣି ସଦାପ୍ରଭୁ କହନ୍ତି, ‘ମୁଁ ସେହି ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ପଠାଇବି ନାହିଁ। ସେମାନେ ମିଥ୍ୟା ପ୍ରଗ୍ଭର କରନ୍ତି ଓ ମୋ’ ନାମରେ ତାହା ପ୍ରଗ୍ଭର କରନ୍ତି। ତେଣୁ ମୁଁ ତୁମ୍ଭମାନଙ୍କୁ ତଡ଼ି ଦେବି ଓ ତୁମ୍ଭେମାନେ ବିନଷ୍ଟ ହେବ, ତୁମ୍ଭେମାନେ ଓ ସେହି ପ୍ରଗ୍ଭରକ ଭବିଷ୍ୟ‌ଦ୍‌ବକ୍ତାଗଣ ବିନଷ୍ଟ ହେବ।’”

16 ତା'ପରେ ମୁଁ, ଯିରିମିୟ ଓ ସମସ୍ତ ଯାଜକମାନଙ୍କୁ ଏହା କହିଲି, “ସଦାପ୍ରଭୁ ଏହି କଥା କହନ୍ତି। ଦେଖ, ତୁମ୍ଭମାନଙ୍କର ଭବିଷ୍ୟ‌ଦ୍‌ବକ୍ତାଗଣ ଓ ଯାଜକଗଣ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରି କହନ୍ତି ଯେ, ‘ସଦାପ୍ରଭୁଙ୍କ ମନ୍ଦିରର ସମସ୍ତ ବାସନକୁସନ ଶୀଘ୍ର ବାବିଲରୁ ଅଣାଯିବ। କିନ୍ତୁ ତୁମ୍ଭେମାନେ ସେମାନଙ୍କ କଥାରେ ଧ୍ୟାନ ଦିଅ ନାହିଁ, କାରଣ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରନ୍ତି। 17 ତୁମ୍ଭେମାନେ ସେମାନଙ୍କ କଥାରେ ଧ୍ୟାନ ଦିଅ ନାହିଁ। ବାବିଲ ରାଜାର ସେବା କର, ତାହାହେଲେ ତୁମ୍ଭେମାନେ ବଞ୍ଚିବ। ଆଉ ଏହି ନଗର ଯିରୁଶାଲମକୁ କାହିଁକି ଧ୍ୱଂସ କରିବାକୁ ଦେବ? 18 ଆଉ ଯଦି ସେମାନେ ଭବିଷ୍ୟ‌ଦ୍‌ବକ୍ତା ଅଟନ୍ତି ଓ ସଦାପ୍ରଭୁଙ୍କର ବାକ୍ୟ ସେମାନଙ୍କଠାରେ ଥାଏ, ତେବେ ସେମାନେ ସଦାପ୍ରଭୁଙ୍କ ଗୃହରେ, ଯିହୁଦାର ରାଜଗୃହରେ ଓ ଯିରୁଶାଲମରେ ଯେଉଁ ସମସ୍ତ ପାତ୍ର ଅବଶିଷ୍ଟ ଅଛି ତାହା ଯେପରି ବାବିଲକୁ ନ ଯାଏ, ଏଥିପାଇଁ ସୈନ୍ୟାଧିପତି ସଦାପ୍ରଭୁଙ୍କୁ ବିନତି କରନ୍ତୁ।

19 “କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ସ୍ତମ୍ଭ ଦ୍ୱୟ, ସମୁଦ୍ର, ବୈଠିକି ଓ ସମସ୍ତ ବାସନ କୁସନ ସମ୍ବନ୍ଧରେ କହନ୍ତି, ଯାହାକି ଏହି ନଗରରେ ଛାଡ଼ିଛନ୍ତି। 20 ଯେତେବେଳେ ଯିହୁଦାର ରାଜା ଯିହୋୟାକୀ‌‌‌ମ୍‌‌‌ଙ୍କ ପୁତ୍ର ଯିହୋୟାଖୀ‌‌‌ନ୍‌‌‌ଙ୍କୁ ଓ ଯିହୁଦାର ଓ ଯିରୁଶାଲମର ସମସ୍ତ ପ୍ରଧାନବର୍ଗଙ୍କୁ ନବୂଖ‌ଦ୍‌ନିତ୍ସର ବନ୍ଦୀକରି ବାବିଲକୁ ନେଇଗଲେ ସେତେବେଳେ ସେ ସବୁ ଜିନିଷ ନେଇ ନ ଥିଲେ। 21 ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ସଦାପ୍ରଭୁଙ୍କ ମନ୍ଦିରରେ, ଯିହୁଦାର ରାଜପ୍ରାସାଦରେ ଓ ଯିରୁଶାଲମରେ ଅବଶିଷ୍ଟ ଥିବା, ସେହି ସମସ୍ତ ବାସନ କୁସନ ବାବିଲକୁ ଅଣାଯିବ। 22 ‘ସେହିସବୁ ବାବିଲକୁ ଅଣାଯିବ ଏବଂ ଆମ୍ଭେ ସେଗୁଡ଼ିକର ପରିଦର୍ଶନ ନ କରିବା ଦିନ ପର୍ଯ୍ୟନ୍ତ ସେ ସବୁ ସେ ସ୍ଥାନରେ ଥିବ।’ ପୁଣି ସଦାପ୍ରଭୁ କହନ୍ତି, ‘ତାହାପରେ ଆମ୍ଭେ ସେସବୁ ଜିନିଷକୁ ଏହି ସ୍ଥାନକୁ ଫେରାଇ ଆଣିବା।’”

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 2:1-7

ଯୀଶୁ ଖ୍ରୀଷ୍ଟଙ୍କର ଏକ ବିଶ୍ୱସ୍ତ ସୈନିକ

ତୀମଥି, ତୁମ୍ଭେ ମୋର ଜଣେ ପୁତ୍ର ଭଳି। ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭକୁ ମିଳିଥିବା ଅନୁଗ୍ରହରେ ଶକ୍ତିଶାଳୀ ହୁଅ। ମୁଁ ଶିକ୍ଷା ଦେଇଥିବା କଥାସବୁ ତୁମ୍ଭେ ଶୁଣିଛ। ଅନେକ ଅନ୍ୟ ଲୋକ ମଧ୍ୟ ସେହି କଥା ଶୁଣିଛନ୍ତି। ତୁମ୍ଭେ ସେହି ବିଷୟ ଗୁଡ଼ିକ ଶିକ୍ଷାଦେବା ଉଚିତ୍। ଯେଉଁ କେତେକଙ୍କୁ ତୁମ୍ଭେ ବିଶ୍ୱାସ କରି ପାରିବ, ସେମାନଙ୍କୁ ସେହି ଉପଦେଶଗୁଡ଼ିକ ଦିଅ। ତା'ହେଲେ ସେମାନେ ଅନ୍ୟଲୋକମାନଙ୍କୁ ସେହି ଉପଦେଶଗୁଡ଼ିକ ଦେଇ ପାରିବେ। ଆମ୍ଭ ସମସ୍ତଙ୍କ କଷ୍ଟରେ ଭାଗୀ ହୁଅ। ଖ୍ରୀଷ୍ଟ ଯୀଶୁଙ୍କ ଜଣେ ଅନୁଗତ ଓ ପ୍ରକୃତ ସୈନିକ ଭାବରେ ସେହି କଷ୍ଟଗୁଡ଼ିକ ସହିଯାଅ। ଜଣେ ସୈନିକ ତା'ର ନାୟକକୁ ଖୁସୀ କରିବାକୁ ଚେଷ୍ଟା କରେ। ଅତଏବ ଦୈନିକ ଜୀବନର ଘଟଣାରେ ସେ ନିଜର ସମୟ ଅତିବାହିତ କରେ ନାହିଁ। ଜଣେ ଖେଳାଳୀ ପୁରସ୍କାର ଜିଣିବା ପାଇଁ ଦୌଡ଼ର ସମସ୍ତ ନିୟମ ପାଳନ କରିବା ଦରକାର। ଜଣେ ଗ୍ଭଷୀ ନିଜର କଠିନ ପରିଶ୍ରମ କରି ଯେଉଁ ଶସ୍ୟ ଉତ୍ପାଦନ କରିଛି, ସେ ପ୍ରଥମରେ ସେହି ଉତ୍ପାଦନରୁ ଖାଦ୍ୟ ପାଇବା ଉଚିତ୍। ମୁଁ ଯେଉଁ କଥା କହୁଛି, ତାହା ବିଷୟରେ ଚିନ୍ତା କର। ପ୍ରଭୁ ତୁମ୍ଭକୁ ଏହି ସମସ୍ତ କଥାଗୁଡ଼ିକ ବୁଝିବା ପାଇଁ ଶକ୍ତି ଦେବେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center