Revised Common Lectionary (Semicontinuous)
ଏକ ପ୍ରଶଂସାର ଗୀତ।
98 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ନୂତନ ସଙ୍ଗୀତ ଗାନ କର।
କାରଣ ସେ ଆଶ୍ଚର୍ଯ୍ୟ କର୍ମମାନ କରିଛନ୍ତି!
ତାଙ୍କର ପବିତ୍ର ଦକ୍ଷିଣ ହସ୍ତ
ତାଙ୍କୁ ଆଉଥରେ ଗୌରବ ଆଣିଛି।
2 ସଦାପ୍ରଭୁ ତାଙ୍କର ଦାସଗଣଙ୍କୁ ରକ୍ଷା କରିବା ପାଇଁ ତାଙ୍କର ଶକ୍ତିକୁ ଜଣାଇଛନ୍ତି।
ଜାତି ଉଦ୍ଦେଶ୍ୟରେ, ସଦାପ୍ରଭୁ ତାଙ୍କର ଉତ୍ତମତା ଦେଖାଇଛନ୍ତି।
3 ଇସ୍ରାଏଲୀୟମାନଙ୍କ ପ୍ରତି ପରମେଶ୍ୱରଙ୍କ ପ୍ରେମ ଓ ବିଶ୍ୱସ୍ତତା, ତାଙ୍କର ଅନୁସରଣକାରୀମାନେ ମନେ ରଖିଛନ୍ତି।
ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରକ୍ଷା କରିବାର ଶକ୍ତି ଦେଖିଛନ୍ତି।
4 ହେ ପୃଥିବୀର ପ୍ରତ୍ୟେକ ଲୋକ, ସଦାପ୍ରଭୁଙ୍କର ଜୟଧ୍ୱନି କର।
ସ୍ତୁତି ଗାନ ଶୀଘ୍ର ଆରମ୍ଭ କର।
5 ବୀଣା ସହିତ ସଦାପ୍ରଭୁଙ୍କର ପ୍ରଶଂସା ଗାନ କର,
ବୀଣାର ମଧୁର ସଂଗୀତରେ ତାଙ୍କର ଗୁଣ ଗାନ କର।
6 ବଂଶୀ ବଜାଅ ଓ ତୂରୀ ଫୁଙ୍କ।
ଆମ୍ଭମାନଙ୍କର ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦ ଧ୍ୱନି କର।
7 ସମୁଦ୍ର, ଜଗତ ଓ ତହିଁର ଜୀବ ସକଳ
ସମସ୍ତେ ଗାନ କର।
8 ନଦନଦୀଗଣ କରତାଳି ଦିଅ!
ପର୍ବତଗଣ ଏକ ସଙ୍ଗେ ଆନନ୍ଦ ଧ୍ୱନି କର।
9 ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କର।
କାରଣ ସେ ଜଗତର ବିଗ୍ଭର କରିବା ପାଇଁ ଆସୁଛନ୍ତି।
ସେ ପୃଥିବୀର ଲୋକମାନଙ୍କୁ ଧର୍ମ ରୂପେ
ବିଗ୍ଭର ଓ ନ୍ୟାୟ କରିବେ।
20 ମାସର ଚତୁର୍ବିଂଶ ଆଉ ଏକ ବାର୍ତ୍ତା ସଦାପ୍ରଭୁଙ୍କଠାରୁ ହାଗୟ ନିକଟକୁ ଆସିଲା। ବାର୍ତ୍ତାଟି ହେଉଛି। 21 “ଯିହୁଦାର ଶାସକ ଯିରୁବ୍ବାବିଲଙ୍କ ନିକଟକୁ ଯାଅ। ଆମ୍ଭେ ପୃଥିବୀ ଓ ସ୍ୱର୍ଗକୁ ଥରାଇ ଦେବା। 22 ଆମ୍ଭେ ବହୁ ରାଜ୍ୟ ଓ ରାଜାଙ୍କୁ ଓଲଟାଇ ଦେବା, ଆମ୍ଭେ ରାଜ୍ୟର ଅନ୍ୟ ଲୋକମାନଙ୍କର କ୍ଷମତାକୁ ଲୋପ କରିବା, ସେମାନଙ୍କର ରଥ ଓ ଆରୋହୀଙ୍କୁ ଧ୍ୱଂସ କରିବା। ଆମ୍ଭେ ସେମାନଙ୍କର ଯୁଦ୍ଧ ଅଶ୍ୱ ଓ ଆରୋହୀଙ୍କୁ ପରାସ୍ତ କରିବା। ସେ ସୈନିକମାନେ ବର୍ତ୍ତମାନ ପରସ୍ପର ବନ୍ଧୁଭାବରେ ଅଛନ୍ତି। କିନ୍ତୁ ସେମାନେ ପରସ୍ପର ବିରୁଦ୍ଧରେ ଯିବେ ଏବଂ ପରସ୍ପର ଖଣ୍ଡାରେ ହଣାହଣି ହୋଇ ମରିବେ।” 23 ସର୍ବଶକ୍ତିମାନ୍ ସଦାପ୍ରଭୁ ଏହିସବୁ କହୁଛନ୍ତି। “ଶଲ୍ଟିୟେଲଙ୍କ ପୁତ୍ର ଯିରୁବ୍ବାବିଲ, ତୁମ୍ଭେ ଆମ୍ଭର ଭୃତ୍ୟ। ଆମ୍ଭେ ତୁମ୍ଭକୁ ବାଛିଅଛୁ, ସେହି ସମୟରେ ଆମ୍ଭେ ତୁମ୍ଭକୁ ଏକ ମୋହର ଥିବା ମୁଦି କରିବା। ଆମ୍ଭେ ଏସବୁ କରିଛୁ ବୋଲି ତୁମ୍ଭେ ଏହାର ପ୍ରମାଣ ହେବ।”
ସର୍ବଶକ୍ତିମାନ ସଦାପ୍ରଭୁ ଏହିସବୁ ବାକ୍ୟ କହିଲେ।
1 ପ୍ରାଚୀନ ଯେ ମୁଁ, ପରମେଶ୍ୱରଙ୍କ ଦ୍ୱାରା ମନୋନୀତା ମହିଳା ଓ ତାହାଙ୍କର ସନ୍ତାନମାନଙ୍କ ନିକଟକୁ ଏହି ପତ୍ର ଲେଖୁଛି:
ମୁଁ ତୁମ୍ଭ ସମସ୍ତଙ୍କୁ ସତ୍ୟରେ ରହି ପ୍ରେମ କରେ।
ସତ୍ୟକୁ ଜାଣିଥିବା ସମସ୍ତ ଲୋକମାନେ ମଧ୍ୟ ତୁମ୍ଭକୁ ପ୍ରେମ କରନ୍ତି। 2 ଆମ୍ଭ ଅନ୍ତରରେ ଯେଉଁ ସତ୍ୟ ରହିଛି, ସେଥିପାଇଁ ଆମ୍ଭେ ତୁମ୍ଭମାନଙ୍କୁ ପ୍ରେମ କରୁଛୁ। ଏହି ସତ୍ୟ ଆମ୍ଭ ପାଖରେ ସବୁଦିନ ପାଇଁ ରହିବ।
3 ପରମପିତା ପରମେଶ୍ୱର ଓ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରୁ ଦୟା, ଅନୁଗ୍ରହ ଓ ଶାନ୍ତି ଆମ୍ଭ ସହିତ ରହିବ। ଆମ୍ଭେ ସତ୍ୟ ଓ ପ୍ରେମ ଦ୍ୱାରା ତାହାଙ୍କଠାରୁ ଏହି ଆଶୀର୍ବାଦ ଲାଭ କରୁ।
4 ମୁଁ ତୁମ୍ଭର କେତେକ ସନ୍ତାନମାନଙ୍କ ବିଷୟରେ ଶୁଣି ଖୁସୀ ହେଲି। ମୁଁ ଅତିଶୟ ଆନନ୍ଦିତ ଯେ, ପିତାଙ୍କ ଆଜ୍ଞାନୁସାରେ ସେମାନେ ସତ୍ୟପଥ ଅନୁସରଣ କରୁଛନ୍ତି। 5 ପ୍ରିୟ ମହାଶୟା। ମୁଁ ତୁମ୍ଭକୁ କହୁଛି: ଆମ୍ଭେ ସମସ୍ତେ ପରସ୍ପରକୁ ପ୍ରେମ କରିବା ଉଚିତ୍। ଏହା ଏକ ନୂତନ ଆଜ୍ଞା ନୁହେଁ। ଏହା ସେହି ଆଜ୍ଞା, ଯାହା ଆମ୍ଭମାନଙ୍କ ନିକଟରେ ଆରମ୍ଭରୁ ଅଛି। 6 ପ୍ରେମର ଅର୍ଥ ହେଉଛି, ତାହାଙ୍କର ଆଜ୍ଞା ଅନୁସାରେ ଜୀବନଯାପନ କରିବା। ପରମେଶ୍ୱରଙ୍କ ଆଜ୍ଞା ଏହି: ତୁମ୍ଭେ ଏକ ପ୍ରେମର ଜୀବନ ବିତାଅ। ତୁମ୍ଭେ ଏହି ଆଜ୍ଞା ଆରମ୍ଭରୁ ଶୁଣିଛ।
7 ଏ ଜଗତରେ ବର୍ତ୍ତମାନ ଅନେକ ଭଣ୍ଡ ଶିକ୍ଷକ ବାହାରିଲେଣି। ଯୀଶୁ ଖ୍ରୀଷ୍ଟ ଏହି ଜଗତକୁ ଆସିଛନ୍ତି, ଏହା ସେମାନେ ଅସ୍ୱୀକାର କରନ୍ତି। ଏହି ସତ୍ୟକୁ ଅସ୍ୱୀକାର କରୁଥିବା ପ୍ରତ୍ୟେକ ବ୍ୟକ୍ତି ଜଣେ ଜଣେ ଭଣ୍ଡ ଶିକ୍ଷକ ଓ ଖ୍ରୀଷ୍ଟଙ୍କର ଶତ୍ରୁ। 8 ସାବଧାନ ରୁହ, ଯେପରି ତୁମ୍ଭ କାର୍ଯ୍ୟର ପୁରସ୍କାର ହରାଇ ନ ଦିଅ। ଯେପରି ତୁମ୍ଭେ ତୁମ୍ଭର ସମସ୍ତ ପୁରସ୍କାର ପାଇବ, ସେଥିପାଇଁ ଯତ୍ନବାନ ହୁଅ।
9 ପ୍ରତ୍ୟେକ ଲୋକ ଖ୍ରୀଷ୍ଟଙ୍କର ଶିକ୍ଷାକୁ କେବଳ ଅନୁସରଣ କରିବା ଉଚିତ୍। ଯଦି କେହି ଖ୍ରୀଷ୍ଟଙ୍କ ଶିକ୍ଷାକୁ ପରିବର୍ତ୍ତନ କରେ, ତେବେ ସେହି ଲୋକ ପାଖରେ ପରମେଶ୍ୱର ନାହାନ୍ତି। ଯଦି କୌଣସି ବ୍ୟକ୍ତି ଖ୍ରୀଷ୍ଟଙ୍କ ଶିକ୍ଷା ଅନୁସରଣ କରେ, ତେବେ ସେହି ଲୋକ ପାଖରେ ଉଭୟ ପରମପିତା ଏବଂ ପୁତ୍ର ଅଛନ୍ତି। 10 ଯଦି ତୁମ୍ଭ ପାଖକୁ କେହି ଆସେ କିନ୍ତୁ ଏହି ଶିକ୍ଷା ନ ଦିଏ, ତେବେ ତାହାକୁ ଗୃହରେ ସ୍ୱାଗତ ଓ ଗ୍ରହଣ କର ନାହିଁ। 11 ତୁମ୍ଭେ ତାହାକୁ ଯଦି ଗ୍ରହଣ କର, ତେବେ ତାହାକୁ ମନ୍ଦକର୍ମ କରିବାରେ ସାହାଯ୍ୟ କରୁଛ।
12 ମୋର ତୁମ୍ଭକୁ କହିବା ପାଇଁ ବହୁତ କଥା ଅଛି। କିନ୍ତୁ ମୁଁ କାଗଜ ଏବଂ କଲମରେ ତାହା ଲେଖୁ ନାହିଁ। ତାହା ବଦଳରେ ମୁଁ ତୁମ୍ଭକୁ ସାକ୍ଷାତ କରିବାକୁ ଆଶା କରୁଛି, ତେବେ ଆମ୍ଭେ ମୁହାଁମୁହିଁ ହୋଇ କଥାବାର୍ତ୍ତା ହୋଇପାରିବା। ତାହା ଆମ୍ଭକୁ ଅତିଶୟ ଆନନ୍ଦିତ କରିବ। 13 ପରମେଶ୍ୱରଙ୍କ ଦ୍ୱାରା ମନୋନୀତା ତୁମ୍ଭମାନଙ୍କର ଭଉଣୀଙ୍କ ସନ୍ତାନମାନେ ତୁମ୍ଭମାନଙ୍କୁ ସେମାନଙ୍କର ନମସ୍କାର ଜଣାଇଛନ୍ତି।
2010 by World Bible Translation Center