Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 148

148 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର!

ଆକାଶ ମଣ୍ଡଳରୁ ସଦାପ୍ରଭୁଙ୍କୁ ପ୍ରଶଂସା କର!
    ସ୍ୱର୍ଗରୁ ତାଙ୍କର ପ୍ରଶଂସା କର!
ହେ ତାଙ୍କର ସମସ୍ତ ସ୍ୱର୍ଗଦୂତଗଣ, ତାଙ୍କର ପ୍ରଶଂସା କର।
    ହେ ତାଙ୍କର ସମସ୍ତ ସୈନ୍ୟଗଣ, ତାଙ୍କର ପ୍ରଶଂସା କର।
ହେ ସୂର୍ଯ୍ୟ ଓ ଚନ୍ଦ୍ର, ତାଙ୍କର ପ୍ରଶଂସା କର!
    ହେ ଆକାଶର ଦୀପ୍ତିମୟ ତାରାଗଣ, ତାଙ୍କର ପ୍ରଶଂସା କର।
ହେ ଉଚ୍ଚତମ ସ୍ୱର୍ଗ, ତାଙ୍କର ପ୍ରଶଂସା କର!
    ହେ ଗଗନ ଉପରିସ୍ଥ ଜଳ ସମୂହ, ତାଙ୍କର ପ୍ରଶଂସା କର।
ସେମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରିବା ଉଚିତ୍
    କାରଣ ତାଙ୍କର ଆଦେଶରେ ସମସ୍ତେ ସୃଷ୍ଟି ହେଲେ।
ସେ ଏହିସବୁ ଜିନିଷକୁ ଚିରଦିନ ପାଇଁ ସ୍ଥାପନ କଲେ,
    ଏହିପରି ଗୋଟିଏ ବ୍ୟବସ୍ଥା ଦେଲେ ଯାହା କେବେହେଲେ ପରିବର୍ତ୍ତନ ହେବ ନାହିଁ।
ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର।
    ହେ ସମୁଦ୍ରର ମହାନ ପ୍ରାଣୀ ଏବଂ ସମସ୍ତ ସମୁଦ୍ର, ତାଙ୍କର ପ୍ରଶଂସା କର!
ପରମେଶ୍ୱରଙ୍କୁ ପ୍ରଶଂସା କର, ଅଗ୍ନି, ଶିଳା, ହିମ, ବାଷ୍ପ,
    ଏବଂ ପ୍ରଚଣ୍ଡ ବାୟୁ ତାଙ୍କର ବାର୍ତ୍ତା ପାଳନ କରନ୍ତି।
ସମସ୍ତ ପର୍ବତ ଓ ଉପପର୍ବତ, ଫଳବତୀ ବୃକ୍ଷ
    ଓ ଏରସ ବୃକ୍ଷଗଣ ତାଙ୍କୁ ପ୍ରଶଂସା କଲେ।
10 ସମସ୍ତ ବନ୍ୟ ପଶୁଗଣ ଓ ଗୃହପାଳିତ ପଶୁଗଣ ତାଙ୍କର ପ୍ରଶଂସା କର।
    ସେ ସରୀସୃପ ଓ ଉଡ଼ନ୍ତା ପକ୍ଷୀମାନଙ୍କୁ ସୃଷ୍ଟି କରିଛନ୍ତି।
11 ପୃଥିବୀର ସମସ୍ତ ରାଜାଗଣ ଓ ଜାତିଗଣ, ତାଙ୍କର ପ୍ରଶଂସା କର।
    ପରମେଶ୍ୱର ସମସ୍ତ ବିଗ୍ଭରକ ଓ ଅଧିପତିଗଣଙ୍କୁ ସୃଷ୍ଟି କରିଛନ୍ତି।
12 ହେ ଯୁବକ ଓ ଯୁବତୀମାନେ, ବୃଦ୍ଧ ଲୋକମାନଙ୍କ ସହିତ ଏକତ୍ରିତ ହୋଇ
    ପରମେଶ୍ୱରଙ୍କ ପ୍ରଶଂସା କର।
13 ସେମାନେ ସମସ୍ତେ ସଦାପ୍ରଭୁଙ୍କ ନାମକୁ
    ପ୍ରଶଂସା କରିବା ଉଚିତ୍।
ତାଙ୍କର ନାମ ଅନ୍ୟ ସମସ୍ତଙ୍କଠାରୁ ଉଚ୍ଚ।
    ତାଙ୍କର ଖ୍ୟାତି ସ୍ୱର୍ଗ ଏବଂ ପୃଥିବୀରେ ମହାନ।
14 ସେ ତାଙ୍କର ଲୋକମାନଙ୍କୁ ଶକ୍ତିଶାଳୀ କଲେ,
    ତେଣୁ ସେ ତାଙ୍କର ବିଶ୍ୱସ୍ତ ଲୋକମାନଙ୍କ ଦ୍ୱାରା ପ୍ରଶଂସିତ ହୁଅନ୍ତି।
ତୁମ୍ଭେମାନେ ସଦାପ୍ରଭୁଙ୍କୁ ପ୍ରଶଂସା କର।

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 49:13-23

13 ହେ ସ୍ୱର୍ଗମଣ୍ଡଳ, ଗାନ କର; ହେ ପୃଥିବୀ, ଉଲ୍ଲସିତ ହୁଅ;
    ହେ ପର୍ବତଗଣ, ଉଚ୍ଚ ସ୍ୱରରେ ଆନନ୍ଦ ଧ୍ୱନି କର;
କାରଣ ସଦାପ୍ରଭୁ ନିଜ ଲୋକମାନଙ୍କୁ ସାନ୍ତ୍ୱନା କରିଛନ୍ତି
    ଓ ନିଜର ପୀଡ଼ିତ ଲୋକମାନଙ୍କୁ କରୁଣା କରିଛନ୍ତି।

14 ମାତ୍ର ସିୟୋନ କହେ, “ସଦାପ୍ରଭୁ ମୋତେ ପରିତ୍ୟାଗ କରିଛନ୍ତି।
    ମୋର ପ୍ରଭୁ ମୋତେ ଭୁଲି ଯାଇଛନ୍ତି।”

15 “ଜଣେ ସ୍ତ୍ରୀଲୋକ ତା'ର ଗର୍ଭଜାତ ସନ୍ତାନକୁ ସ୍ନେହ ନ କରି କ’ଣ ଭୁଲି ପାରିବ?
    ସେ କ’ଣ ତାର ସ୍ତନ୍ୟପାୟୀ ସନ୍ତାନକୁ ଦୟା ନ ଦେଖାଇ ପାସୋରି ପାରିବ?
ଏମାନେ ତାହା କରି ପାରନ୍ତି,
    ତଥାପି ଆମ୍ଭେ ତୁମ୍ଭକୁ ପାସୋରିବା ନାହିଁ।
16 ଦେଖ, ଆମ୍ଭେ ତୁମ୍ଭର ନାମକୁ ଆମ୍ଭର ହସ୍ତ ଦ୍ୱୟର ପାପୁଲିରେ ଲେଖି ଅଛୁ।
    ତୁମ୍ଭର ଆକୃତି ସର୍ବଦା ଆମ୍ଭ ସମ୍ମୁଖରେ ଅଛି।
17 ତୁମ୍ଭର ସନ୍ତାନମାନେ ଶୀଘ୍ର ଆସୁ ଅଛନ୍ତି।
    ତୁମ୍ଭର ଉତ୍ପାଟନକାରୀମାନେ ଓ ଯେଉଁମାନେ ତୁମ୍ଭକୁ ଉଚ୍ଛିନ୍ନ କରିଛନ୍ତି ସେମାନେ ତୁମ୍ଭ ମଧ୍ୟରୁ ବାହାରି ଯିବେ।
18 ତୁମ୍ଭର ଚକ୍ଷୁ ମେଲାଇ ଚତୁର୍ଦ୍ଦିଗକୁ ଦେଖ।
    ସେମାନେ ସମସ୍ତେ ଏକତ୍ରିତ ହୋଇ ତୁମ୍ଭ ଆଡ଼କୁ ଆସୁଛନ୍ତି।”
ସଦାପ୍ରଭୁ କୁହନ୍ତି, “ମୋର ଜୀବନରେ ମୁଁ ତୁମ୍ଭକୁ ପ୍ରତିଜ୍ଞା କରୁଛି,
    ତୁମ୍ଭେ ସମସ୍ତ ପରିଧାନ ଭୂଷଣ କରିବ।
    ପୁଣି ସମସ୍ତେ ଗୋଟିଏ କନ୍ୟା ପରି ପରିଧାନ କରିବେ।

19 “ତୁମ୍ଭେ ନଷ୍ଟ ଓ ଶୂନ୍ୟ ଅଟ।
    ସେହିମାନଙ୍କ ପାଇଁ, ସେହି ଭୂମି ଲୋକାରଣ୍ୟ,
ଯେଉଁମାନେ ସେଠାରେ ବାସ କରିବେ।
    ସେହିମାନେ ଯେଉଁମାନେ ତୁମ୍ଭମାନଙ୍କୁ ଖାଇବ ଦୂରେଇ ଯିବ।
20 କିଛିଦିନ ପିଲାମାନେ ତୁମ୍ଭ ଚିନ୍ତା କଲେ, ତୁମ୍ଭେ ହରାଇଥିଲ ବୋଲି କହିବେ,
    ‘ମୋ’ ପାଇଁ ଏହି ସ୍ଥାନ ଅତି ସଂକୀର୍ଣ୍ଣ।
    ମୋତେ ସ୍ଥାନ ଦିଅ, ମୁଁ ବାସ କରିବି।’
21 ସେତେବେଳେ ତୁମ୍ଭେ ମନେ ମନେ କହିବ,
    ‘ମୋର ସନ୍ତାନଗଣ ଅପହୃତ ହୋଇଅଛନ୍ତି,
ମୁଁ ଏକାକିନୀ ନିର୍ବାସିତା ହୋଇ
    ଏଣେ ତେଣେ ଭ୍ରମଣ କରୁଅଛି।
ମୋର ଏ ସମସ୍ତଙ୍କୁ କିଏ ଜନ୍ମ ଦେଇଛନ୍ତି?
    କିଏ ଏମାନଙ୍କୁ ପ୍ରତିପାଳନ କରିଅଛି?
ଦେଖ, ମୁଁ ଏକାକିନୀ ଅବଶିଷ୍ଟା ଥିଲି,
    ଏମାନେ କେଉଁଠାରେ ଥିଲେ?’”

22 ସଦାପ୍ରଭୁ, ମୋର ପ୍ରଭୁ କୁହନ୍ତି,
“ଦେଖ, ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ପ୍ରତି ଆପଣା ହସ୍ତ ଉଠାଇବା
    ଓ ଗୋଷ୍ଠୀସମୂହର ପ୍ରତି ଆମ୍ଭର ଧ୍ୱଜା ଟେକିବା।
ତାହାହେଲେ ସେମାନେ ତୁମ୍ଭର ପୁତ୍ରଗଣଙ୍କୁ କୋଳରେ ଆଣିବେ
    ଓ ତୁମ୍ଭର କନ୍ୟାଗଣ ସେମାନଙ୍କ ସ୍କନ୍ଧରେ ବୁହାଇବେ।
23 ପୁଣି ରାଜାମାନେ ତୁମ୍ଭର ପାଳିତ ପିତା ହେବେ
    ଓ ସେମାନଙ୍କର ରାଣୀମାନେ ତୁମ୍ଭର ପାଳିତା ମାତା ହେବେ,
ସେମାନେ ନତମୁଖ ହୋଇ ତୁମ୍ଭକୁ ପ୍ରଣାମ କରିବେ
    ଓ ତୁମ୍ଭର ପାଦର ଧୂଳି ଗ୍ଭଟିବେ;
ତେଣୁ ଆମ୍ଭେ ଯେ ସଦାପ୍ରଭୁ ଓ ଯେ ଆମ୍ଭ ଉପରେ ବିଶ୍ୱାସ ରଖନ୍ତି,
    ସେ ଲଜ୍ଜିତ ହେବେ ନାହିଁ, ଏହା ତୁମ୍ଭେ ଜାଣିବ।”

ମାଥିଉ ଲିଖିତ ସୁସମାଗ୍ଭର 18:1-14

ସବୁଠାରୁ ଶ୍ରେଷ୍ଠ କିଏ

(ମାର୍କ 9:33-37; ଲୂକ 9:46-48)

18 ସେହି ସମୟରେ ଶିଷ୍ୟମାନେ ଯୀଶୁଙ୍କ ନିକଟକୁ ଆସି ପଗ୍ଭରିଲେ, “ସ୍ୱର୍ଗରାଜ୍ୟରେ ସବୁଠାରୁ ଶ୍ରେଷ୍ଠ କିଏ?”

ଯୀଶୁ ଗୋଟିଏ ଛୋଟ ପିଲାକୁ ପାଖକୁ ଡାକିଲେ। ସେ ପିଲାକୁ ଶିଷ୍ୟମାନଙ୍କ ଆଗରେ ଠିଆ କରାଇଲେ। ତା'ପରେ ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ତୁମ୍ଭେ ନିଜକୁ ପରିବର୍ତ୍ତନ କର। ହୃଦୟ ଭିତରେ ଗୋଟିଏ ଛୋଟ ପିଲାଭଳି ହୋଇଯାଅ। ଏ କଥା ନ କଲେ ତୁମ୍ଭେ ସ୍ୱର୍ଗରାଜ୍ୟରେ କଦାପି ପ୍ରବେଶ କରି ପାରିବ ନାହିଁ। ଯେଉଁ ଲୋକ ନିଜକୁ ଗୋଟିଏ ଛୋଟ ପିଲା ଭଳି ନମ୍ର କରିଥାଏ, ସେହି ଲୋକ ସ୍ୱର୍ଗରାଜ୍ୟରେ ସବୁଠାରୁ ଶ୍ରେଷ୍ଠ।

“ଯେଉଁ ଲୋକ ମୋ’ ନାମରେ ଏହିଭଳି ଗୋଟିଏ ଛୋଟ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ।

ପାପର କାରଣ ବିଷୟରେ ସତର୍କ କଲେ

(ମାର୍କ 9:42-48; ଲୂକ 17:1-2)

“କିନ୍ତୁ ମୋ'ଠାରେ ବିଶ୍ୱାସ ରଖିଥିବା ଏହି ନମ୍ର ଛୋଟ ପିଲାମାନଙ୍କ ମଧ୍ୟରୁ କାହାରିକୁ ପାପ ପଥରେ ଯଦି କେହି ଟାଣିନିଏ, ତାହାହେଲେ ସେହି ଲୋକର ବେକରେ ଗୋଟିଏ ଚକି ପଥର ବାନ୍ଧି ଗଭୀର ସମୁଦ୍ରରେ ତାକୁ ବୁଡ଼େଇ ଦିଆଯିବ। ଏହି ପୃଥିବୀରେ ପାପ କରୁଥିବା ଲୋକମାନଙ୍କ ପାଇଁ ମୁଁ ଦୁଃଖ ଅନୁଭବ କରୁଛି। ଏସବୁ ଘଟଣା ନିଶ୍ଚୟ ଘଟିବ, କିନ୍ତୁ ଯେଉଁ ଲୋକ ଏସବୁ ଘଟଣା ଘଟିବାର କାରଣ ହୁଏ, ତାହା ପାଇଁ ଏହା ବହୁତ ଖରାପ ହେବ।

“ଯଦି ତୁମ୍ଭର ହାତ କିମ୍ବା ପାଦ ତୁମ୍ଭ ପାଇଁ ପାପର କାରଣ ହୁଏ, ତେବେ ତାକୁ କାଟି ଫିଙ୍ଗିଦିଅ। ଦୁଇ ହାତ ଓ ଦୁଇ ଗୋଡ଼ ଥାଇ ଚିରକାଳ ଜଳୁଥିବା ନର୍କର ନିଆଁରେ ତୁମ୍ଭକୁ ଫିଙ୍ଗି ଦିଆଯିବା ଅପେକ୍ଷା ବରଂ ହାତ କିମ୍ବା ଗୋଡ଼ ନ ଥାଇ ଅନନ୍ତ ଜୀବନ ମଧ୍ୟରେ ପ୍ରବେଶ କରିବା ତୁମ୍ଭ ପାଇଁ ଭଲ। ଯଦି ତୁମ୍ଭର ଆଖିଟିଏ ତୁମ୍ଭ ପାଇଁ ପାପର କାରଣ ହୁଏ, ତେବେ ତାକୁ କାଢ଼ି ଫିଙ୍ଗିଦିଅ। ତୁମ୍ଭର ଦୁଇଟି ଯାକ ଆଖି ଥାଇ ତୁମ୍ଭକୁ ନର୍କର ନିଆଁରେ ଫିଙ୍ଗି ଦିଆଯିବା ଅପେକ୍ଷା ଗୋଟିଏ ଆଖି ଥାଇ ଅନନ୍ତ ଜୀବନ ଲାଭ କରିବା ତୁମ୍ଭ ପାଇଁ ଭଲ।

ଯୀଶୁ ହଜିଥିବା ମେଣ୍ଢାର ଦୃଷ୍ଟାନ୍ତ କହିଲେ

(ଲୂକ 15:3-7)

10 “ସାବଧାନ ଏହି ଛୋଟ ପିଲାମାନଙ୍କ ମଧ୍ୟରୁ କାହାରିକୁ ତୁଚ୍ଛ ମନେ କର ନାହିଁ। ଏହି ପିଲାମାନଙ୍କ ପାଇଁ ସ୍ୱର୍ଗରେ ଦୂତମାନେ ଅଛନ୍ତି। ଏବଂ ସେହି ଦୂତମାନେ ସ୍ୱର୍ଗରେ ମୋର ପରମପିତାଙ୍କ ସହିତ ସଦାସର୍ବଦା ଅଛନ୍ତି। 11 ଯେଉଁମାନେ ହଜିଯାଇଛନ୍ତି ମନୁଷ୍ୟପୁତ୍ର ସେମାନଙ୍କୁ ଉଦ୍ଧାର କରିବା ପାଇଁ ଆସିଛନ୍ତି।[a]

12 “ଯଦି କୌଣସି ଲୋକର ଶହେଟି ମେଣ୍ଢା ଥା’ନ୍ତି, କିନ୍ତୁ ସେଥିରୁ ଗୋଟିଏ ହିଜିଯାଏ, ତେବେ ସେହି ଲୋକଟି ତା'ର ବାକି ଅନେଶ୍ୱତ ମେଣ୍ଢାଙ୍କୁ ପାହାଡ଼ ଉପରେ ଛାଡ଼ିଦେଇ ହଜିଯାଇଥିବା ମେଣ୍ଢାକୁ ଖୋଜିବାକୁ ଯିବ ନାହିଁ କି? ତୁମ୍ଭେ କ’ଣ ଭାବ? 13 ମୁଁ ତୁମ୍ଭକୁ ସତ୍ୟ କହୁଛି। ଯଦି ସେ ମେଣ୍ଢାଟି ଖୋଜି ପାଇଯାଏ ତେବେ ନ ହଜିଥିବା ଅନେଶ୍ୱତ ମେଣ୍ଢାଙ୍କ ଅପେକ୍ଷା ମିଳିଯାଇଥିବା ମେଣ୍ଢା ପାଇଁ ସେ ଅଧିକ ଖୁସୀ ହେବ। 14 ଠି‌କ୍‌ ସେହିଭଳି ସ୍ୱର୍ଗରେ ରହୁଥିବା ତୁମ୍ଭର ପରମପିତା ଏହିଭଳି ଛୋଟ ପିଲାମାନଙ୍କ ମଧ୍ୟରୁ କେହି ଜଣେ ହେଲେ ହଜିଯାଉ ବୋଲି ଗ୍ଭହାନ୍ତି ନାହିଁ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center