Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 72

ଶଲୋମନଙ୍କର ଗୀତ।

72 ହେ ପରମେଶ୍ୱର, ରାଜାଙ୍କୁ ସାହାଯ୍ୟ କର, ଯାହା ଫଳରେ ସେ ତୁମ୍ଭ ପରି ବିବେକବାନ ନ୍ୟାୟ ପ୍ରଦାନ କରିବେ।
    ତୁମ୍ଭର ନ୍ୟାୟ ପରାୟଣ ରାଜପୁତ୍ରମାନଙ୍କୁ ଦିଅ।
ରାଜାଙ୍କୁ ସାହାଯ୍ୟ କର, ଯେପରି ସେ ତୁମ୍ଭର ଲୋକମାନଙ୍କୁ ସୁବିଗ୍ଭର ଦେଇ ପାରିବ।
    ତାଙ୍କୁ ସାହାଯ୍ୟ କର, ଯେପରି ସେ ଗରିବ ଲୋକମାନଙ୍କୁ ଉଚିତ୍ ବ୍ୟବହାର କରିବ।
ପର୍ବତ ଏବଂ ପାହାଡ଼ଗୁଡ଼ିକ ଶାନ୍ତି
    ଏବଂ ନ୍ୟାୟପୂର୍ଣ୍ଣ ବିଗ୍ଭର କରନ୍ତୁ।
ରାଜା ଦୀନହୀନ ଲୋକମାନଙ୍କ ପ୍ରତି ନ୍ୟାୟକାରୀ ରୁହନ୍ତୁ।
    ସେ ଅସହାୟ ଲୋକମାନଙ୍କୁ ସହାୟତା କରନ୍ତୁ।
    ସେ ଏମାନଙ୍କ ଉପରେ ଉପଦ୍ରବ କରୁଥିବା ଲୋକମାନଙ୍କୁ ଦଣ୍ଡିତ କରନ୍ତୁ।
ମୁଁ ଆଶା କରେ ସୂର୍ଯ୍ୟ ଓ ଚନ୍ଦ୍ର ଆକାଶରେ ଥିବା ପର୍ଯ୍ୟନ୍ତ
    ଲୋକମାନେ ତୁମ୍ଭକୁ ପୁରୁଷାନୁକ୍ରମେ ଭୟ କରିବେ।[a]
ଭୂମିରେ ବୃଷ୍ଟି ତୁଲ୍ୟ, ଭୂମି ସେଚନକାରୀ ଜଳଧାରା ତୁଲ୍ୟ ତୁମ୍ଭେ ରାଜାଙ୍କୁ ସହାୟ ହୁଅ।
    କ୍ଷେତ୍ରରେ ପଡ଼ୁଥିବା ଜଳଧାରା ହେବା ପାଇଁ ତାଙ୍କୁ ସାହାଯ୍ୟ କର।
ଯେପର୍ଯ୍ୟନ୍ତ ରାଜା ଅଛନ୍ତି, ଧାର୍ମିକତା ବୃଦ୍ଧି ହେଉ।
    ଚନ୍ଦ୍ର ଲୁପ୍ତ ନ ହେବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ସ୍ଥାପିତ ହେଉ।
ତାଙ୍କର ରାଜ୍ୟ ସମୁଦ୍ରରୁ ସମୁଦ୍ର ପର୍ଯ୍ୟନ୍ତ
    ଏବଂ ଫରାତ୍ ନଦୀଠାରୁ ଶେଷ ଧରଣୀକୁ ବ୍ୟାପି ଯାଉ।
ମରୁଭୂମିରେ ବାସ କରୁଥିବା ଲୋକମାନେ ତାଙ୍କ ସମ୍ମୁଖରେ ନତ ହେବେ।
    ତାହାଙ୍କ ଶତ୍ରୁଗଣ ଅଧୋମୁଖ ହୋଇ ନତ ମସ୍ତକ ହେବେ।
10 ତର୍ଶୀଶର ରାଜା ଓ ଅନ୍ୟ ସୁଦୂର ରାଜାଗଣ ତାଙ୍କ ପାଇଁ ଉପହାର ଆଣନ୍ତୁ।
    ଶିବାର ଓ ସିବାର ରାଜାଗଣ ତାଙ୍କ ପାଇଁ ଭେଟି[b] ଆଣନ୍ତୁ।
11 ହଁ ସବୁ ରାଜାଗଣ ଆମ୍ଭ ରାଜାଙ୍କ ସମ୍ମୁଖରେ ନତ ମସ୍ତକ ହୁଅନ୍ତୁ।
    ସବୁ ଜାତିଗଣର ଲୋକମାନେ ତାଙ୍କର ସେବା କରନ୍ତୁ।
12     ଆମ୍ଭର ରାଜା ସାହାଯ୍ୟ କରନ୍ତି, ଯେଉଁମାନେ ତାଙ୍କୁ ଡାକନ୍ତି,
    ସେ ଗରିବ ଏବଂ ନିଃସହାୟମାନଙ୍କୁ ରକ୍ଷା କରନ୍ତି।
13 ଦରିଦ୍ର ଓ ନିଃସହାୟ ଲୋକମାନଙ୍କର ସେ ଯତ୍ନ ନିଅନ୍ତି।
    ରାଜା ସେମାନଙ୍କୁ ଜୀବିତ ରଖନ୍ତି।
14 ଆମ୍ଭ ରାଜା ସେମାନଙ୍କୁ ଦୁଷ୍ଟ ଲୋକମାନଙ୍କଠାରୁ ରକ୍ଷା କରିବେ ଯେଉଁମାନେ କି ସେମାନଙ୍କୁ ଦୁଃଖ ଦେବା ପାଇଁ ଗ୍ଭହୁଁଛନ୍ତି।
    ରାଜାଙ୍କ ପାଇଁ ସେଇ ଦରିଦ୍ର ଲୋକମାନଙ୍କର ଜୀବନ ବହୁତ ମହତ୍ତ୍ୱପୂର୍ଣ୍ଣ ଅଟେ।
15 ରାଜା ଦୀର୍ଘଜୀବୀ ହୁଅନ୍ତୁ
    ଏବଂ ତାଙ୍କୁ ଶିବାର ସ୍ୱର୍ଣ୍ଣ ହସ୍ତଗତ ହେଉ।
ଲୋକମାନେ ରାଜାଙ୍କ ପାଇଁ ନିରନ୍ତର ପ୍ରାର୍ଥନା କରନ୍ତୁ
    ଏବଂ ତାଙ୍କୁ ସର୍ବଦା ଆଶୀର୍ବାଦ ଦିଅନ୍ତୁ।
16 କ୍ଷେତରେ ପ୍ରଚୁର ପରିମାଣର ଫସଲ ହେଉ।
    ପର୍ବତଗୁଡ଼ିକ ମଧ୍ୟ ଫସଲରେ ପୂର୍ଣ୍ଣ ହୋଇ
ଲିବାନୋନ୍ କ୍ଷେତ ତୁଲ୍ୟ ଉର୍ବର ହେଉ।
    କ୍ଷେତଗୁଡ଼ିକ ତୃଣରେ ପୂର୍ଣ୍ଣ ହେଲା ପରି ନଗରଗୁଡ଼ିକ ଜନ ଗହଳିରେ ପୂର୍ଣ୍ଣ ହେଉ।
17 ରାଜାଙ୍କର ପ୍ରସିଦ୍ଧ ସର୍ବଦା ଅକ୍ଷୁର୍ଣ୍ଣ ରହୁ।
    ଆକାଶରେ ସୂର୍ଯ୍ୟ ଥିବା ପର୍ଯ୍ୟନ୍ତ ଲୋକମାନେ ତାଙ୍କର ନାମକୁ ମନେ ରଖନ୍ତୁ।
ସମସ୍ତ ପ୍ରଜା ତାଙ୍କ ଯୋଗୁଁ ଆଶୀର୍ବାଦ ପାଆନ୍ତୁ
    ଓ ସମସ୍ତ ଜାତିଗଣ ତାଙ୍କୁ ପ୍ରଶଂସା କରନ୍ତୁ।

18 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅଟନ୍ତି।
    ଅନନ୍ତର ପରମେଶ୍ୱରଙ୍କର ଗୁଣଗାନ କର।
    କେବଳ ପରମେଶ୍ୱର ହିଁ ଏହିପରି ଆଶ୍ଚର୍ଯ୍ୟ କାର୍ଯ୍ୟମାନ କରି ପାରନ୍ତି।
19 ତାଙ୍କର ଗୌରବାନ୍ୱିତ ନାମର ମହିମା ଅନନ୍ତକାଳ ପର୍ଯ୍ୟନ୍ତ ଗାନ କର।
    ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ!
ଆମେନ୍, ଆମେନ୍।

20 ଯିଶୀର ପୁତ୍ର ଦାଉଦଙ୍କର ପ୍ରାର୍ଥନା ସବୁ ଏଠାରେ ଶେଷ ହୁଏ।

ଯାତ୍ରାପୁସ୍ତକ 3:1-5

ଜ୍ୱଳନ୍ତା ବୁଦା

ଯିଥ୍ରୋ ମୋଶାଙ୍କର ଶ୍ୱଶୁର ଥିଲେ। ଯିଥ୍ରୋ ମିଦିୟନୀୟମାନଙ୍କ ଯାଜକ ଥିଲେ। ମୋଶା ତାଙ୍କ ଶ୍ୱଶୁରଙ୍କର ମେଷପଲମାନଙ୍କର ଯତ୍ନ ନେଉଥିଲେ। ଦିନେ ମୋଶା ତାଙ୍କ ମେଷପଲକୁ ମରୁଭୂମିର ପଶ୍ଚିମପଟକୁ ଆଗେଇ ନେଲେ। ମୋଶା ହୋରେବ ନାମକ ଏକ ପର୍ବତକୁ ଗଲେ, ଯାହାକି ପରମେଶ୍ୱରଙ୍କର ପର୍ବତ ଥିଲା। ସେହି ପର୍ବତରେ, ମୋଶା ଦେଖିଲେ ସଦାପ୍ରଭୁଙ୍କର ଦୂତ ଏକ ଜ୍ୱଳନ୍ତା ବୁଦା ମଧ୍ୟରେ ଥିଲେ।

ମୋଶା ଦେଖିଲେ, ବୁଦାରେ ଅଗ୍ନି ଲାଗି ଥିଲେ ମଧ୍ୟ ତାହା ଧ୍ୱଂସ ହେଉ ନ ଥିଲା। ତେଣୁ ମୋଶା ନିଶ୍ଚିତ କଲେ, ସେହି ବୁଦା ପାଖକୁ ଯାଇ ଅ‌ଦ୍‌ଭୂତ ଦୃଶ୍ୟ ଦେଖିବାକୁ। କାହିଁକି ଏହି ବୁଦାଟି ନିଆଁରେ ଜଳି ମଧ୍ୟ ନଷ୍ଟ ହେଉ ନାହିଁ?

ସଦାପ୍ରଭୁ ଦେଖିଲେ, ମୋଶା ବୁଦା ଆଡ଼କୁ ଆସୁଛନ୍ତି। ତେଣୁ ପରମେଶ୍ୱର ବୁଦା ମଧ୍ୟରୁ ମୋଶାଙ୍କୁ ଡାକିଲେ, ପରମେଶ୍ୱର କହିଲେ, “ମୋଶା, ମୋଶା!”

ମୋଶା କହିଲେ, “ହଁ ଆଜ୍ଞା, ସଦାପ୍ରଭୁ।”

ଏହା ପରେ ସଦାପ୍ରଭୁ କହିଲେ, “ଆମ୍ଭର ଅଧିକ ନିକଟବର୍ତ୍ତୀ ହୁଅ ନାହିଁ। ତୁମ୍ଭ ପାଦରୁ ପାଦୁକା କାଢ଼ି ଦିଅ କାରଣ ତୁମ୍ଭେ ଯେଉଁ ଭୂମିରେ ଛିଡ଼ା ହୋଇଛ ତାହା ପବିତ୍ର ଭୂମି ଅଟେ।

ଏବ୍ରୀ 11:23-31

23 ବିଶ୍ୱାସ ଦ୍ୱାରା ମୁଁ, ମୋଶାଙ୍କର ମା ଓ ବାପା ମୋଶାଙ୍କୁ ଜନ୍ମ ଦେଲା ପରେ ତିନି ମାସ ଧରି ଲୁଗ୍ଭଇ ରଖିଲେ। କାରଣ ସେମାନେ ଦେଖିଲେ ଯେ ମୋଶା ସୁନ୍ଦର ଶିଶୁଟିଏ। ସେମାନେ ରାଜାଜ୍ଞାକୁ ଅବଜ୍ଞା କରିବାକୁ ଭୟ କରି ନ ଥିଲେ।

24 ମୋଶା ବଡ଼ ହୋଇ ମଣିଷ ହେଲେ। ସେ ଫାରୋଙ୍କ ଝିଅର ପୁତ୍ର ହେବା ପାଇଁ ମନା କଲେ। 25 ସେ ପାପର କ୍ଷଣିକ ସୁଖଭୋଗ କରିବା ପାଇଁ ଗ୍ଭହିଁଲେ ନାହିଁ। ତା’ ପରିବର୍ତ୍ତେ ସେ ଈଶ୍ୱରଙ୍କ ଲୋକମାନଙ୍କ ଅସହ୍ୟ ହେଉଥିବା ଦୁର୍ବ୍ୟବହାର ସହିବା ପସନ୍ଦ କଲେ। ନିଜର ବିଶ୍ୱାସ ହେତୁ ସେ ଏପରି କଲେ। 26 ମିଶର ଦେଶର ସମସ୍ତ ଧନଭଣ୍ଡାର ପ୍ରାପ୍ତ କରିବା ବଦଳରେ ଖ୍ରୀଷ୍ଟଙ୍କ ପାଇଁ କଷ୍ଟ ସହନ କରିବା, ମୋଶା ଅପେକ୍ଷାକୃତ ଭଲ ମନେ କଲେ। ପରମେଶ୍ୱରଙ୍କ ଦ୍ୱାରା ଭବିଷ୍ୟତରେ ମିଳିବାକୁ ଥିବା ପ୍ରତିଦାନ ପାଇଁ ସେ ପ୍ରତୀକ୍ଷା କଲେ।

27 ନିଜ ବିଶ୍ୱାସ କାରଣରୁ ମୋଶା ମିଶର ଦେଶ ଛାଡ଼ିଲେ। ସେ ରାଜାଙ୍କର କ୍ରୋଧ ପ୍ରତି ଭୟଭୀତ ନ ଥିଲେ। ସେ ଅନ୍ୟମାନଙ୍କୁ ଅଦୃଶ୍ୟ ପରମେଶ୍ୱରଙ୍କୁ ଦେଖି ପାରିଲା ଭଳି ନିଜ ବିଶ୍ୱାସରେ ଦୃଢ଼ ଥିଲେ। 28 ମୋଶା ନିସ୍ତାର ଭୋଜି[a] (ପର୍ବ) କରି ଦ୍ୱାର ମାନଙ୍କରେ ରକ୍ତ ସିଞ୍ଚନ କଲେ। ଯିହୂଦୀମାନଙ୍କର ପ୍ରଥମଜାତ ସନ୍ତାନମାନଙ୍କୁ ମୃତ୍ୟୁର ଦୂତ ଯେପରି ମାରି ପାରିବେ ନାହିଁ, ସେଥିପାଇଁ ମୋଶା ଏପରି କଲେ। ମୋଶାଙ୍କର ବିଶ୍ୱାସ ଥିବାରୁ ସେ ଏପରି କଲେ।

29 ବିଶ୍ୱାସଥିବା ହେତୁ ହିଁ ମୋଶାଙ୍କ ନେତୃତ୍ୱରେ ସମସ୍ତେ ସୁଫସାଗର ମଧ୍ୟଦେଇ ଶୁଖିଲା ଭୂଇଁ ଥିଲା ଭଳି ଗ୍ଭଲିଗ୍ଭଲି ପାର ହୋଇଗଲେ। ଯେତେବେଳେ ମିଶରଦେଶର ଲୋକେ ସୁଫସାଗର ଦେଇ ଯିବା ପାଇଁ ଚେଷ୍ଟା କଲେ ସେମାନେ ବୁଡ଼ି ଗଲେ।

30 ଈଶ୍ୱରଙ୍କ ଲୋକମାନଙ୍କ ବିଶ୍ୱାସ ହେତୁ ଯିରୀହୋ ନଗରର ପାଚେରୀଗୁଡ଼ିକ ସେମାନେ ସାତ ଦିନ ପରିକ୍ରମା କଲାପରେ, ଭାଙ୍ଗି ପଡ଼ିଗଲା।

31 ନିଜର ବିଶ୍ୱାସ ଦ୍ୱାରା, ରାହବ ନାମ୍ନୀ ବେଶ୍ୟା, ଇସ୍ରାଏଲର ଗୁପ୍ତଚରମାନଙ୍କୁ ମିତ୍ର ଭଳି ସ୍ୱାଗତ କଲା, ଓ ସେମାନଙ୍କୁ ସାହାଯ୍ୟ କଲା, ଓ ଅନ୍ୟ ଯେଉଁ ଲୋକମାନେ ମାନିବାକୁ ମନା କରିଥିଲେ, ସେମାନଙ୍କ ସହିତ ମୃତ ହେଲା ନାହିଁ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center