Revised Common Lectionary (Semicontinuous)
5 ହେ ସଦାପ୍ରଭୁ, ସ୍ୱର୍ଗ ତୁମ୍ଭର ଆଶ୍ଚର୍ଯ୍ୟ କର୍ମମାନର ପ୍ରଶଂସା କରୁଛି।
ପବିତ୍ରଗଣର ସମାନ ତୁମ୍ଭ ବିଶ୍ୱସ୍ତତାରେ ପ୍ରଶଂସା କରେ।
6 ସ୍ୱର୍ଗରେ ସଦାପ୍ରଭୁଙ୍କ ତୁଲ୍ୟ କେହି ନାହିଁ।
“ଦେବଗଣ”କୁ ସଦାପ୍ରଭୁଙ୍କ ସଙ୍ଗେ ତୁଳନା କରାଯାଇ ପାରିବ ନାହିଁ।
7 ପବିତ୍ର ଦୂତଗଣର ସମାନ ପରମେଶ୍ୱରଙ୍କୁ ବହୁତ ଭୟ କରନ୍ତି।
ସିଂହାସନ ଚତୁର୍ପାର୍ଶ୍ୱରେ ଛିଡ଼ା ହେଉଥିବା ସମସ୍ତେ ତାଙ୍କୁ ଭୟ କରନ୍ତି।
8 ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର, ତୁମ୍ଭ ପରି କେହି ନାହିଁ।
ସଦାପ୍ରଭୁ ତୁମ୍ଭେ ସର୍ବଶକ୍ତିମାନ ଅଟ ଓ ଆମ୍ଭେ ତୁମ୍ଭ ଉପରେ ସମ୍ପୂର୍ଣ୍ଣ ବିଶ୍ୱାସ କରି ପାରିବୁ।
9 ତୁମ୍ଭେ ଅହଙ୍କାରୀ ସମୁଦ୍ରର ଉପରେ କର୍ତ୍ତୃତ୍ୱ କରୁଅଛ।
ତୁମ୍ଭେ ତା'ର ଅଶାନ୍ତ ତରଙ୍ଗକୁ ଶାନ୍ତ କରୁଅଛ।
10 ତୁମ୍ଭେ ରାହାବକୁ ପରାସ୍ତ କରିଅଛ।
ସେ ଏକ ଶବପରି ଥିଲା।
ତୁମ୍ଭେ ତୁମ୍ଭର ମହାଶକ୍ତି ଦ୍ୱାରା ତୁମ୍ଭର ଶତ୍ରୁମାନଙ୍କୁ ଛିନ୍ନଛତ୍ର କରିଅଛ।
11 ସ୍ୱର୍ଗ ଓ ପୃଥିବୀ ତୁମ୍ଭର ଅଟେ।
ତୁମ୍ଭେ ଜଗତକୁ ସୃଷ୍ଟି କରିଛ ଓ ସମସ୍ତ ବସ୍ତୁଗୁଡ଼ିକ ଏହା ଉପରେ ଅଛି।
12 ଉତ୍ତର ଓ ଦକ୍ଷିଣ ଦିଗ ତୁମ୍ଭେ ସୃଷ୍ଟି କରିଅଛ।
ତାବୋର ଓ ହର୍ମୋଣ ତୁମ୍ଭ ନାମରେ ଆହ୍ଲାଦିତ କରନ୍ତି।
13 ତୁମ୍ଭେ ପରାକ୍ରାନ୍ତ।
ତୁମ୍ଭର ଶକ୍ତି ମହାନ।
ସର୍ବଦା ତୁମ୍ଭର ଦକ୍ଷିଣ ହସ୍ତ ଉଚ୍ଚରେ ସ୍ଥାପିତ।
14 ଧର୍ମ ଓ ନ୍ୟାୟ ବିଗ୍ଭର ତୁମ୍ଭ ସିଂହାସନର ଭିତ୍ତିମୂଳ।
ପ୍ରେମ ଓ ଭକ୍ତି ତୁମ୍ଭ ସିଂହାସନର ସେବକ।
15 ସଦାପ୍ରଭୁ! ଯେଉଁମାନେ ତୁମ୍ଭକୁ ପ୍ରଶଂସା କରନ୍ତି, ଆଶୀର୍ବାଦ ପ୍ରାପ୍ତ ହୁଅନ୍ତି।
ସେମାନେ ତୁମ୍ଭର ଦୟାର ଆଲୋକରେ ବଞ୍ଚନ୍ତି।
16 ତୁମ୍ଭର ନାମ ସେମାନଙ୍କୁ ଦିନସାରା ଆନନ୍ଦ ପ୍ରଦାନ କରେ।
ସେମାନେ ତୁମ୍ଭର ଧାର୍ମିକତାକୁ ପ୍ରଶଂସା କରନ୍ତି।
17 ତୁମ୍ଭେ ସେମାନଙ୍କର ଅଦ୍ଭୂତ ଶକ୍ତି।
ତୁମ୍ଭ ଦୟାର ସହ ଆମ୍ଭେମାନେ ବିଜୟୀ ଅଟୁ।
18 ଆମ୍ଭର ସୁରକ୍ଷାକାରୀ ଆମ୍ଭମାନଙ୍କର ରାଜା,
ଇସ୍ରାଏଲର ଏକ ପବିତ୍ର ଆମ୍ଭମାନଙ୍କର ରାଜା ପରମେଶ୍ୱରଙ୍କ ଦ୍ୱାରା ମନୋନୀତ।
19 ତୁମ୍ଭେ ଆପଣା ଅନୁସରଣକାରୀଙ୍କୁ ଦର୍ଶନ ଦେଇ କହିଲ,
“ଆମ୍ଭେ ଏକ ଯୁବକ ତୁମ୍ଭ ମଧ୍ୟରୁ ମନୋନୀତ କରି ତାଙ୍କୁ ତୁମ୍ଭମାନଙ୍କ ମଧ୍ୟରେ ମୁଖ୍ୟ ସ୍ଥାପିତ କଲୁ।
ଆମ୍ଭେ ସେହି ସୈନିକକୁ ଶକ୍ତିଶାଳୀ କରି ଗଢ଼ି ତୋଳିଲୁ।
20 ଆମ୍ଭେ ଆପଣା ଦାସ ଦାଉଦକୁ ପାଇଅଛୁ।
ଆମ୍ଭେ ପବିତ୍ର ତୈଳରେ ତାକୁ ଅଭିଷିକ୍ତ କରିଅଛୁ।
21 ଆମ୍ଭେ ଆପଣା ଡାହାଣ ହସ୍ତରେ ତାଙ୍କୁ ଆଶ୍ରୟ ଦେବା
ଏବଂ ଆମ୍ଭର ଶକ୍ତିରେ ତାକୁ ବଳବାନ୍ କରିବା।
22 ଶତ୍ରୁମାନେ ମନୋନୀତ ରାଜାଙ୍କୁ ପରାସ୍ତ କରି ପାରିବେ ନାହିଁ।
ଦୁଷ୍ଟ ଲୋକମାନେ ତାଙ୍କୁ ପରାସ୍ତ କରି ପାରିବେ ନାହିଁ।
23 ଆମ୍ଭେ ତାହାର ବିପକ୍ଷଗଣଙ୍କୁ ତାହା ସମ୍ମୁଖରେ ଚୂର୍ଣ୍ଣ କରିବା
ଓ ତାହାର ଘୃଣାକାରୀମାନଙ୍କୁ ପରାସ୍ତ କରିବା।
24 ଆମ୍ଭେ ମନୋନୀତ ରାଜାଙ୍କୁ ସର୍ବଦା ପ୍ରେମ କରିବା
ଏବଂ ତାଙ୍କୁ ବିଜୟୀ କରିବା।
25 ଆମ୍ଭେ ସମୁଦ୍ର ଉପରେ ତାହାର କର୍ତ୍ତୃତ୍ୱ
ଓ ନଦୀସମୂହ ଉପରେ ତାହାର ନିୟନ୍ତ୍ରଣ ସ୍ଥାପନ କରାଇବା।
26 ସେ ଆମ୍ଭକୁ କହିବ, ‘ତୁମ୍ଭେ ମୋର ପିତା,
ତୁମ୍ଭେ ମୋର ପରମେଶ୍ୱର, ମୋର ଦୃଢ଼ ସୁରକ୍ଷାର ସ୍ଥାନ ଓ ମୋର ତ୍ରାଣକର୍ତ୍ତା।’
27 ଆମ୍ଭେ ତାଙ୍କୁ ଆମ୍ଭର ପ୍ରଥମଜାତ ସନ୍ତାନ କରିବା।
ସେ ପୃଥିବୀର ଶକ୍ତିଶାଳୀ ରାଜା ହେବ।
28 ଆମ୍ଭେ ସର୍ବଦା ତାଙ୍କୁ ପ୍ରେମ କରିବା ଓ ତା’ ପ୍ରତି ବିଶ୍ୱସ୍ତ ରହିବା।
ଆମ୍ଭର ଚୁକ୍ତି ସର୍ବଦା ତା'ଠାରେ ରଖିବା, ତାହା କେବେ ଶେଷ ହେବ ନାହିଁ।
29 ଆମ୍ଭେ ତାର ବଂଶକୁ ନିତ୍ୟସ୍ଥାୟୀ ବିରାଜମାନ କରିବା
ଓ ତା'ର ସିଂହାସନ ଆକାଶ ଥିବା ପର୍ଯ୍ୟନ୍ତ ରହିବ।
30 ଯଦି ବଂଶଧରଗଣ ଆମ୍ଭ ବ୍ୟବସ୍ଥା ପରିତ୍ୟାଗ କରନ୍ତି
ଓ ଆମ୍ଭର ଆଜ୍ଞା ଅନୁସରଣ ନ କରନ୍ତି, ଆମ୍ଭେ ସେମାନଙ୍କୁ ଦଣ୍ଡ ଦେବା।
31 ଯଦି ସେମାନେ ମୋ’ ନିୟମ ଭଙ୍ଗ କରନ୍ତି
ଏବଂ ମୋ’ ଆଜ୍ଞା ନ ପାଳନ୍ତି,
32 ତେବେ ଆମ୍ଭେ ଲୌହ ନିର୍ମିତ ବାଡ଼ିରେ ସେମାନଙ୍କ ଅପରାଧ
ଓ ପ୍ରହାର ଦ୍ୱାରା ସେମାନଙ୍କୁ କଠୋର ଦଣ୍ଡ ଦେବା।
33 ମାତ୍ର ସେମାନଙ୍କୁ ଦାଉଦଙ୍କ ପ୍ରେମଠାରୁ ବଞ୍ଚିତ କରିବା ନାହିଁ।
ଆମ୍ଭେ ସେମାନଙ୍କ ପ୍ରତି ଚିରଦିନ ବିଶ୍ୱସ୍ତ ରହିବା।
34 ଆମ୍ଭେ ଦାଉଦଙ୍କ ସହିତ କରିଥିବା ଚୁକ୍ତିକୁ ଲଙ୍ଘନ କରିବା ନାହିଁ
କିଅବା ଚୁକ୍ତିର ପରିବର୍ତ୍ତନ କରିବା ନାହିଁ।
35 ଆମ୍ଭେ ଆପଣା ପ୍ରବିତ୍ରତା ଦ୍ୱାରା ସାକ୍ଷୀରଖି ଆମ୍ଭେ ଦାଉଦ ନିକଟରେ ଏକ ବିଶେଷ ପ୍ରତିଜ୍ଞା କରିଥିଲୁ।
ତେଣୁ ଆମ୍ଭେ ଦାଉଦ ପ୍ରତି ଆପଣା ପ୍ରତିଜ୍ଞା ଭଙ୍ଗ କରିବା ନାହିଁ।
36 ଦାଉଦର ବଂଶ ସଦାକାଳ ରହିବ।
ଦାଉଦର ସିଂହାସନ ସୂର୍ଯ୍ୟ ଥିବା ପର୍ଯ୍ୟନ୍ତ ରହିବ।
37 ଏହା ଚନ୍ଦ୍ରପରି ଚିରଦିନ ଗ୍ଭଲୁ ରହିବ।
ଏହା ଆକାଶପରି ଚିରଦିନ ପାଇଁ ରହିବ।” ସେଲା
ଯାକୁବ ବୈଥେଲ୍ରେ
35 ପରମେଶ୍ୱର ଯାକୁବଙ୍କୁ କହିଲେ, “ବୈଥେଲ୍କୁ ଯାଅ, ସେଠାରେ ବାସ କର ଏବଂ ସେଠାରେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କରିବା ପାଇଁ ଏକ ଯଜ୍ଞବେଦି ସ୍ଥାପନ କର। ଯିଏ ତୁମ୍ଭ ଭାଇ ଏଷୌଠାରୁ ତୁମ୍ଭର ପଳାୟନ ବେଳେ ଆବିର୍ଭାବ ହୋଇଥିଲେ।”
2 ତେଣୁ ଯାକୁବ ତାଙ୍କର ପରିବାର ଓ ଦାସମାନଙ୍କୁ କହିଲେ, “ତୁମ୍ଭମାନଙ୍କ ନିକଟରେ ଯେସବୁ ବିଦେଶୀୟ ଦେବତାଗଣ ଅଛନ୍ତି ସେମାନଙ୍କୁ ଦୂର କର, ନିଜ ନିଜକୁ ଶୁଚି କର ଏବଂ ବସ୍ତ୍ର ପରିବର୍ତ୍ତନ କର। 3 ଆମ୍ଭେମାନେ ଏହି ସ୍ଥାନ ପରିତ୍ୟାଗ କରି ବୈଥେଲ୍କୁ ଯିବା। ମୁଁ ସେଠାରେ ଏକ ଯଜ୍ଞବେଦି ନିର୍ମାଣ କରିବି ଏବଂ ତାହା ପରମେଶ୍ୱରଙ୍କୁ ଉତ୍ସର୍ଗ କରିବି ଯିଏ ମୋର ଅସୁବିଧା ସମୟରେ ମୋତେ ଦୟା କରିଛନ୍ତି, ଯେଉଁଠାକୁ ମୁଁ ଗଲି ପରମେଶ୍ୱର ମୋ’ ସହିତ ରହି ଆସିଛନ୍ତି।”
4 ତେଣୁ ସମସ୍ତ ଲୋକ ସେମାନଙ୍କର ମୂର୍ତ୍ତିଗୁଡ଼ିକୁ ଯାକୁବଙ୍କୁ ଦେଲେ। ସେମାନେ ମଧ୍ୟ ତାଙ୍କର କର୍ଣ୍ଣକୁଣ୍ଡଳ ସମସ୍ତ ଯାକୁବଙ୍କୁ ଦେଲେ। ଯାକୁବ ସେଗୁଡ଼ିକ ନେଇ ଶିଖିମ ନିକଟବର୍ତ୍ତୀ ଅଲୋନ ବୃକ୍ଷମୂଳେ ପୋତି ଦେଲେ।
5 ଯାକୁବ ଏବଂ ତାଙ୍କର ପରିବାର ସେହି ସ୍ଥାନ ପରିତ୍ୟାଗ କଲେ। ସେହି ନଗରର ଚତୁର୍ପାର୍ଶ୍ୱର ଲୋକମାନେ ସେମାନଙ୍କୁ ବହୁତ ଭୟ କରୁଥିଲେ। ସେହି ଯେଉଁ ଲୋକମାନେ ତାଙ୍କର ପୁତ୍ରମାନଙ୍କୁ ଅନୁସରଣ ଏବଂ ହତ୍ୟା କରିବାକୁ ଅପେକ୍ଷା କରିଥିଲେ, ଏଥିରୁ କ୍ଷାନ୍ତ ହେଲେ। 6 ତେଣୁ ଯାକୁବ ଏବଂ ତାଙ୍କର ଲୋକମାନେ ଯାଇ ଲୂସ୍ରେ ପହଞ୍ଚିଲେ। ଲୂସ୍ ଯାହାର ବର୍ତ୍ତମାନର ନାମ ବୈଥେଲ୍। ଏହା କିଣାନ ଦେଶରେ ଅବସ୍ଥିତ। 7 ଯାକୁବ ଯଜ୍ଞବେଦି ନିର୍ମାଣ କଲେ। ଯାକୁବ ସେହି ସ୍ଥାନର ନାମ ଦେଲେ “ଏଲ୍-ବୈଥେଲ୍।” ଯାକୁବ ଏପରି ନାମ ସ୍ଥିର କଲେ କାରଣ ସେହି ସ୍ଥାନରେ ପରମେଶ୍ୱର ତାଙ୍କୁ ପ୍ରଥମେ ଦେଖା ଦେଇଥିଲେ। ଯେତେବେଳେ ସେ ତାଙ୍କ ଭାଇଙ୍କ ନିକଟରୁ ଦୌଡ଼ି ପଳାଉଥିଲେ।
8 ସେହି ସ୍ଥାନରେ ରିବିକାର ଦବୋରା ନାମ୍ନୀ ଧାତ୍ରୀର ମୃତ୍ୟୁ ହେଲା ଏବଂ ତାକୁ ବୈଥେଲ୍ର ଅଧସ୍ଥିତ ଅଲୋନ ବୃକ୍ଷମୂଳେ କବର ଦିଆଗଲା। ତେଣୁ ସେହି ସ୍ଥାନର ନାମ ଅଲୋନ-ବାଖୁତ୍[a] ହେଲା।
ଯାକୁବଙ୍କର ନୂତନ ନାମ
9 ଯେତେବେଳେ ଯାକୁବ ପଦ୍ଦନ୍-ଅରାମକୁ ଫେରିଲେ ପରମେଶ୍ୱର ତାଙ୍କୁ ପୁନର୍ବାର ଦେଖା ଦେଲେ। ପରମେଶ୍ୱର ଯାକୁବଙ୍କୁ ଆଶୀର୍ବାଦ କଲେ। 10 ପରମେଶ୍ୱର ଯାକୁବଙ୍କୁ କହିଲେ, “ତୁମ୍ଭର ନାମ ଯାକୁବ କିନ୍ତୁ ଆମ୍ଭେ ସେହି ନାମକୁ ପରିବର୍ତ୍ତନ କରିବା। ତୁମ୍ଭକୁ ଯାକୁବ ଡକା ଯିବ ନାହିଁ। ତୁମ୍ଭର ନୂତନ ନାମ ଇସ୍ରାଏଲ ହେବ।” ଆଉ ସେ ତାଙ୍କର ନାମ ଇସ୍ରାଏଲ ରଖିଲେ।
11 ପରମେଶ୍ୱର ତାଙ୍କୁ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର, ତୁମ୍ଭର ପରିବାର ବହୁତ ବଡ଼ ହେବ। ତୁମ୍ଭର ପରିବାରରୁ ଅନେକ ଜାତିଗଣ ହେବ। ରାଜାମାନେ ତୁମ୍ଭ ଶରୀରରୁ ଆସିବେ। 12 ଆମ୍ଭେ ଅବ୍ରହାମ ଓ ଇସ୍ହାକଙ୍କୁ ଯେଉଁ ଦେଶ ଦାନ କରିଅଛୁ, ସେହି ଦେଶ ତୁମ୍ଭକୁ ଓ ତୁମ୍ଭର ଭବିଷ୍ୟଦ୍ ବଂଶଧରକୁ ଦେବା।” 13 ଏହା ପରେ ପରମେଶ୍ୱର ସେହି ସ୍ଥାନ ଛାଡ଼ିଲେ। 14 ଯାକୁବ ସେଠାରେ ଏକ ସ୍ମରଣାର୍ଥକ ପ୍ରସ୍ଥର ସ୍ଥାପନ କଲେ। ଯାକୁବ ସେଠାରେ ପେୟନୈବେଦ୍ୟ ଓ ତୈଳ ଢାଳିଲେ। 15 ସେ ସେହି ସ୍ଥାନର ନାମ ବୈଥେଲ୍ ରଖିଲେ। କାରଣ ଏହି ସ୍ଥାନରେ ପରମେଶ୍ୱର ତାଙ୍କ ସହିତ କଥା ହୋଇଥିଲେ।
ଅଣଯିହୂଦୀମାନଙ୍କ ଉପରେ ପବିତ୍ରଆତ୍ମାଙ୍କର ଅଧିଷ୍ଠାନ
44 ପିତର ଏହିକଥା କହିବା ସମୟରେ ସୁସମାଗ୍ଭର ଶୁଣୁଥିବା ସମସ୍ତ ଲୋକମାନଙ୍କ ଉପରେ ପବିତ୍ରଆତ୍ମା ଓହ୍ଲାଇ ଆସିଲେ। 45 ଯେଉଁ ଯିହୂଦୀ ବିଶ୍ୱାସୀମାନେ ପିତରଙ୍କ ସଙ୍ଗେ ଆସିଥିଲେ, ସେମାନେ ଆଶ୍ଚର୍ଯ୍ୟ ହୋଇଗଲେ ଯେ, ଅଣଯିହୂଦୀମାନଙ୍କୁ ମଧ୍ୟ ପବିତ୍ରଆତ୍ମା ଦିଆଗଲା। 46 ସେମାନଙ୍କ ଭିନ୍ନଭିନ୍ନ ଭାଷାରେ କଥା ହେବା ଓ ପରମେଶ୍ୱରଙ୍କୁ ପ୍ରଶଂସା କରିବାର ମଧ୍ୟ ଶୁଣିଲେ। 47 ତା'ପରେ ପିତର କହିଲେ, “ଏହି ଲୋକମାନଙ୍କୁ ବାପ୍ତିଜିତ ହେବା ନିମନ୍ତେ କେହି କ’ଣ କେବେ ଜଳ ଯୋଗଇ ଦେବା ପାଇଁ ମନା କରି ପାରିବ? ସେମାନେ ମଧ୍ୟ ଆମ୍ଭପରି ପବିତ୍ରଆତ୍ମାଙ୍କୁ ଗ୍ରହଣ କରିଛନ୍ତି!” 48 ତେଣୁ ପିତର ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେବା ପାଇଁ କର୍ଣ୍ଣୀଲିୟ, ତାହାଙ୍କର ଆତ୍ମୀୟସ୍ୱଜନ ଓ ବନ୍ଧୁମାନଙ୍କୁ ଆଦେଶ ଦେଲେ। ତା'ପରେ ଲୋକମାନେ ପିତରଙ୍କୁ ସେମାନଙ୍କ ସହିତ ଆଉ କିଛି ଦିନ ରହିବା ପାଇଁ ଅନୁରୋଧ କଲେ।
2010 by World Bible Translation Center