Revised Common Lectionary (Semicontinuous)
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।
40 ମୁଁ ସଦାପ୍ରଭୁଙ୍କୁ ଡାକିଲି,
ସେ ମୋର ଡାକ ଓ କ୍ରନ୍ଦନ ଧ୍ୱନି ଶୁଣିଲେ।
2 ସଦାପ୍ରଭୁ ମୋତେ ମୃତ୍ୟୁ ଗୁମ୍ଫାରୁ ଉଠାଇଲେ।
ସେ ମୋତେ ସେହି ମାଟିର କବର ମଧ୍ୟରୁ ଉଠାଇ ଆଣିଲେ।
ସେ ମୋତେ ଟେକି ଧରିଲେ।
ମୋତେ, ମୋର ପାଦ ତଳକୁ ଖସିଯିବା ପୂର୍ବରୁ ଶକ୍ତ ଭୂମିରେ ସ୍ଥାପନ କଲେ।
3 ସଦାପ୍ରଭୁ ମୋ’ ମୁଖରେ ଏକ ନୂତନ ଗୀତ ଉଚ୍ଚାରଣ କଲେ।
ସେହି ଗୀତଟି ପରମେଶ୍ୱରଙ୍କ ପ୍ରଶଂସାରେ ପରିପୂର୍ଣ୍ଣ ଥିଲା।
ଅନେକ ଲୋକ ଦେଖିବେ ମୋ’ ପ୍ରତି ଯାହାସବୁ ଘଟିଗଲା, ଯାହା ଫଳରେ ସେମାନେ ପରମେଶ୍ୱରଙ୍କୁ ଉପାସନା କରିବେ।
ସେମାନେ ସଦାପ୍ରଭୁଙ୍କୁ ବିଶ୍ୱାସ କରିବେ।
4 ଯଦି ଜଣେ ସଦାପ୍ରଭୁଙ୍କୁ ବିଶ୍ୱାସ କରେ, ସେହି ବ୍ୟକ୍ତିଟି ପ୍ରକୃତରେ ସୁଖୀ ହୁଏ।
ଜଣେ ବ୍ୟକ୍ତି ପ୍ରକୃତରେ ଖୁସୀରେ ରହେ, ଯଦି ସେ ପ୍ରେତମାନଙ୍କୁ କିଅବା ମିଥ୍ୟା ଦେବତାମାନଙ୍କୁ ଆଦର କରି ନ ଥାଏ।
5 ହେ ସଦାପ୍ରଭୁ, ଆମ୍ଭମାନଙ୍କର ପରମେଶ୍ୱର, ତୁମ୍ଭେ ଅନେକ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିଛ।
ତୁମ୍ଭେ ଆମ୍ଭମାନଙ୍କ ପାଇଁ ଅନେକ ଆଶ୍ଚର୍ଯ୍ୟ ଯୋଜନାମାନ ରଖିଛ।
କୌଣସି ବ୍ୟକ୍ତି ତାହା କେବେ ଗଣି ପାରିବ ନାହିଁ।
ମୁଁ ବାରମ୍ବାର ସେହିସବୁ କଥା କହିବି ଯାହାକୁ ଗଣିବା ଅସମ୍ଭବ।
6 ହେ ସଦାପ୍ରଭୁ, ତୁମ୍ଭେ ମୋତେ ଏହାକୁ ବୁଝିବାକୁ ସକ୍ଷମ କରିଛ।
ତୁମ୍ଭେ ବଳିଦାନ ଓ ଶସ୍ୟ ନୈବେଦ୍ୟରେ ସନ୍ତୋଷ ନାହଁ,
ତୁମ୍ଭେ ପ୍ରକୃତରେ ହୋମବଳି ଓ ପାପାର୍ଥକ ବଳି ଗ୍ଭହଁ ନାହିଁ।
7 ତେଣୁ ମୁଁ କହିଲି, “ମୁଁ ଉପସ୍ଥିତ ଅଛି, ମୋତେ ତୁମ୍ଭେ ନିଅ।
ଏହା ମୋ’ ବିଷୟରେ ପୁସ୍ତକରେ ଲେଖାଯାଇଛି।
8 ହେ ମୋର ପରମେଶ୍ୱର, ତୁମ୍ଭେ ଯାହା ଗ୍ଭହୁଁଛ, ମୁଁ ତାହା କରିବାକୁ ଗ୍ଭହୁଁଛି।
ତୁମ୍ଭର ନୀତିଶିକ୍ଷା ମୋ’ ହୃଦୟରେ ଅଛି।
9 ମୁଁ ମହାସଭାରେ ତୁମ୍ଭର ବିଜୟବାର୍ତ୍ତା ପ୍ରଗ୍ଭର କରିଅଛି।
ହେ ସଦାପ୍ରଭୁ, ତାହା ତୁମ୍ଭେ ଜାଣ, ମୁଁ ଏହି ଶୁଭ ଖବର ପ୍ରଗ୍ଭରରୁ କେବେହେଲେ ବିରତ ରହିବି ନାହିଁ।
10 ହେ ସଦାପ୍ରଭୁ, ତୁମ୍ଭେ ଯେଉଁସବୁ ମଙ୍ଗଳ କାର୍ଯ୍ୟ କରିଛ।
ସେସବୁକୁ ମୁଁ ମୋର ହୃଦୟରେ ଗୋପନ କରି ନାହିଁ।
ହେ ସଦାପ୍ରଭୁ, ମୋ’ ଲୋକମାନେ ତୁମ୍ଭ ଉପରେ ନିର୍ଭର କଲେ ତୁମ୍ଭେ ସେମାନଙ୍କୁ ଉଦ୍ଧାର କରିବ ବୋଲି ପ୍ରଗ୍ଭର କରିଅଛି।
ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ମହାସମାଜରୁ ଲୋକମାନଙ୍କଠାରୁ ଲୁଗ୍ଭଇ ରଖି ନାହିଁ।
11 ତେଣୁ ହେ ସଦାପ୍ରଭୁ, ତୁମ୍ଭର ଦୟାକୁ ମୋ'ଠାରେ ଲୁଗ୍ଭଅ ନାହିଁ।
ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ସର୍ବଦା ମୋତେ ରକ୍ଷା କରୁ।”
ଇଲୀଶାୟ ଜଣେ ଭବିଷ୍ୟଦ୍ବକ୍ତା ହେଲେ
19 ସେଠାରୁ ଏଲିୟ ପ୍ରସ୍ଥାନ କରି ଶାଫଟଙ୍କ ପୁତ୍ର ଇଲୀଶାୟଙ୍କୁ ଖୋଜିବାକୁ ଗଲେ। ଇଲୀଶାୟ ବାରହଳ ବଳଦ ଆଗରେ ରଖି ହଳ ବୁଲାଉଥିଲେ ଓ ସେ ଦ୍ୱାଦଶ ହଳରେ ଥିଲେ। ଏଲିୟ ତାଙ୍କ ନିକଟକୁ ଗଲେ ଓ ଆପଣା ବସ୍ତ୍ରକୁ ତା’ ଉପରେ ପକାଇଲେ। 20 ତହିଁରେ ଇଲୀଶାୟ ବଳଦ ଛାଡ଼ି ଏଲିୟଙ୍କ ପଛେ ପଛେ ଦୌଡ଼ି କହିଲେ, “ମୁଁ ତୁମ୍ଭଙ୍କୁ ବିନୟ କରୁଛି, ମୋ’ ପିତାମାତାଙ୍କୁ ଚୁମ୍ବନ କରିବାକୁ ମୋତେ ଅନୁମତି ଦିଅନ୍ତୁ। ତା'ପରେ ମୁଁ ବିଦାୟ ନେଇ ତୁମ୍ଭ ପଛେ ପଛେ ଯିବି।”
ଏଲିୟ ଉତ୍ତର କଲେ, “ତାହା ଉତ୍ତମ କଥା, ଯାଅ, ମୁଁ ତୁମ୍ଭକୁ ଅଟକାଉ ନାହିଁ।”
21 ତା'ପରେ ଇଲୀଶାୟ ତାଙ୍କ ପରିବାର ସହିତ ଉତ୍ତମ ଭୋଜନ କଲେ। ସେ ବଳଦ ହଳକ ନେଇ ବଧ କଲେ ଓ ଯୁଆଳି କାଠରେ ମାଂସ ରାନ୍ଧି ଲୋକମାନଙ୍କୁ ଭୋଜନ ଦେଲେ। ତା'ପରେ ସେ ଏଲିୟଙ୍କ ପଶ୍ଚାଦ୍ଗମନ କରି ତାଙ୍କର ସାହାଯ୍ୟ କାରୀ ହେଲେ।
ପିତର, ଯାକୁବ ଓ ଯୋହନ ଯୀଶୁଙ୍କୁ ଅନୁସରଣ କଲେ
(ମାଥିଉ 4:18-22; ମାର୍କ 1:16-20)
5 ଯୀଶୁ ଗିନେସରତ ହ୍ରଦ କୂଳରେ ଠିଆ ହୋଇଥିଲେ। ତାହାଙ୍କ ଗ୍ଭରିପଟେ ଘେରିଯାଇ ଠିଆ ହେବାକୁ ଲୋକମାନେ ଠେଲାପେଲା ହେଉଥିଲେ। ସେମାନେ ତାହାଙ୍କଠାରୁ ପରମେଶ୍ୱରଙ୍କ ଉପଦେଶ ବାଣୀ ଶୁଣିବାକୁ ଗ୍ଭହୁଁଥିଲେ। 2 ଯୀଶୁ ହ୍ରଦ କୂଳରେ ଦୁଇଟି ଡଙ୍ଗା ଥୁଆ ହୋଇଥିବାର ଦେଖିଲେ। କେଉଟମାନେ ସେହି ଡଙ୍ଗାରୁ ଓହ୍ଲେଇ ତାହାଙ୍କ ଜାଲ ଧୋଉଥିଲେ। 3 ଯୀଶୁ ସେଥିରୁ ଗୋଟିଏ ଡଙ୍ଗାରେ ଚଢ଼ିଗଲେ। ସେ ଡଙ୍ଗାଟି ଶିମୋନ[a]ଙ୍କର ଥିଲା। ଯୀଶୁ ଡଙ୍ଗାଟିକୁ କୂଳଠାରୁ ଅଳ୍ପ ଟିକିଏ ଭିତହକୁ ନେବାକୁ ଶିମୋନଙ୍କୁ କହିଲେ। ତା'ପରେ ସେ ଡଙ୍ଗାଟିରେ ବସି ପଡ଼ିଲେ ଓ ସେହି ଡଙ୍ଗା ଉପରେ ଥାଇ ଲୋକମାନଙ୍କୁ ଉପଦେଶ ଦେବାକୁ ଲାଗିଲେ।
4 ଉପଦେଶ ଦେଇ ସାରିବା ପରେ ଯୀଶୁ ଶିମୋନଙ୍କୁ କହିଲେ, “ଡଙ୍ଗାକୁ ଗଭୀର ଜଳକୁ ନେଇ ଗ୍ଭଲ। ପାଣିରେ ତୁମ୍ଭେ ସମସ୍ତେ ଯଦି ତୁମ୍ଭମାନଙ୍କର ଜାଲ ପକେଇବ, ତେବେ କିଛି ମାଛ ଧରିବ।”
5 ଶିମୋନ କହିଲେ, “ପ୍ରଭୁ, ମାଛ ଧରିବା ପାଇଁ ଆମ୍ଭେମାନେ ରାତିସାରା କଠିନ ପରିଶ୍ରମ କଲୁ, ମାତ୍ର କିଛି ହେଲେ ପାଇଲୁ ନାହିଁ। ଏବେ ତୁମ୍ଭେ ଜାଲ ପକାଇବାକୁ କହୁଛ। ତେଣୁ ମୁଁ ଜାଲ ପକାଇବି।” 6 କେଉଟମାନେ ସେମାନଙ୍କର ଜାଲ ପାଣିରେ ପକେଇଲେ। ତାହାଙ୍କର ଜାଲସବୁ ଏତେ ମାଛରେ ବୋଝେଇ ହୋଇଗଲା ଯେ ଜାଲସବୁ ଛିଣ୍ଡି ଯିବାକୁ ଲାଗିଲା। 7 ସେମାନେ ସାହାଯ୍ୟ ନିମନ୍ତେ ଅନ୍ୟ ଡଙ୍ଗାରେ ଥିବା ତାହାଙ୍କର ଅଂଶୀଦାରମାନଙ୍କୁ ଡାକିଲେ। ସାଙ୍ଗମାନେ ଆସିଲେ। ଦୁଇଟି ଯାକ ଡଙ୍ଗା ମାଛରେ ଏତେ ଭର୍ତ୍ତି ହୋଇଗଲା ଯେ ଡଙ୍ଗା ଦୁଇଟି ପ୍ରାୟ ବୁଡ଼ିଯିବାକୁ ଲାଗିଲା।
8-9 ଶିମୋନ ପିତର ଏବଂ ସମସ୍ତ କେଉଟମାନେ ଏତେ ଗୁଡ଼ିଏ ମାଛ ଧରି ପାରିଥିବାରୁ ଆଶ୍ଚର୍ଯ୍ୟ ହୋଇଗଲେ। ଶିମୋନ ପିତର ଏହା ଦେଖି ଯୀଶୁଙ୍କ ପାଦତଳେ ପଡ଼ିଯାଇ କହିଲେ, “ହେ ପ୍ରଭୁ! ତୁମ୍ଭେ ମୋ’ ପାଖରୁ ଗ୍ଭଲିଯାଅ। ମୁଁ ଜଣେ ପାପୀ ମଣିଷ।” 10 ଜେବଦୀଙ୍କ ଦୁଇ ପୁଅ ଯାକୁବ ଓ ଯୋହନ ମଧ୍ୟ ସେହିଭଳି ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ ଶିମୋନଙ୍କ ସାଙ୍ଗରେ ଏକାଠି କାମ କରୁଥିଲେ।
ଯୀଶୁ ଶିମୋନଙ୍କୁ କହିଲେ, “ଭୟ କର ନାହିଁ। ବର୍ତ୍ତମାନଠାରୁ ତୁମ୍ଭେମାନେ ମାଛ ବଦଳରେ ମଣିଷକୁ ସଂଗ୍ରହ କରିବା କାମ କରିବ।”
11 ତା'ପରେ ସେମାନେ ସେମାନଙ୍କର ଡଙ୍ଗାଗୁଡ଼ିକୁ କୂଳକୁ ଆଣିଲେ। ସେମାନେ ସବୁକିଛି ତ୍ୟାଗ କରିଦେଇ ଯୀଶୁଙ୍କ ଅନୁଗମନ କଲେ।
2010 by World Bible Translation Center