Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 40:6-17

ହେ ସଦାପ୍ରଭୁ, ତୁମ୍ଭେ ମୋତେ ଏହାକୁ ବୁଝିବାକୁ ସକ୍ଷମ କରିଛ।
    ତୁମ୍ଭେ ବଳିଦାନ ଓ ଶସ୍ୟ ନୈବେଦ୍ୟରେ ସନ୍ତୋଷ ନାହଁ,
    ତୁମ୍ଭେ ପ୍ରକୃତରେ ହୋମବଳି ଓ ପାପାର୍ଥକ ବଳି ଗ୍ଭହଁ ନାହିଁ।
ତେଣୁ ମୁଁ କହିଲି, “ମୁଁ ଉପସ୍ଥିତ ଅଛି, ମୋତେ ତୁମ୍ଭେ ନିଅ।
    ଏହା ମୋ’ ବିଷୟରେ ପୁସ୍ତକରେ ଲେଖାଯାଇଛି।
ହେ ମୋର ପରମେଶ୍ୱର, ତୁମ୍ଭେ ଯାହା ଗ୍ଭହୁଁଛ, ମୁଁ ତାହା କରିବାକୁ ଗ୍ଭହୁଁଛି।
    ତୁମ୍ଭର ନୀତିଶିକ୍ଷା ମୋ’ ହୃଦୟରେ ଅଛି।
ମୁଁ ମହାସଭାରେ ତୁମ୍ଭର ବିଜୟବାର୍ତ୍ତା ପ୍ରଗ୍ଭର କରିଅଛି।
    ହେ ସଦାପ୍ରଭୁ, ତାହା ତୁମ୍ଭେ ଜାଣ, ମୁଁ ଏହି ଶୁଭ ଖବର ପ୍ରଗ୍ଭରରୁ କେବେହେଲେ ବିରତ ରହିବି ନାହିଁ।
10 ହେ ସଦାପ୍ରଭୁ, ତୁମ୍ଭେ ଯେଉଁସବୁ ମଙ୍ଗଳ କାର୍ଯ୍ୟ କରିଛ।
    ସେସବୁକୁ ମୁଁ ମୋର ହୃଦୟରେ ଗୋପନ କରି ନାହିଁ।
ହେ ସଦାପ୍ରଭୁ, ମୋ’ ଲୋକମାନେ ତୁମ୍ଭ ଉପରେ ନିର୍ଭର କଲେ ତୁମ୍ଭେ ସେମାନଙ୍କୁ ଉଦ୍ଧାର କରିବ ବୋଲି ପ୍ରଗ୍ଭର କରିଅଛି।
    ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ମହାସମାଜରୁ ଲୋକମାନଙ୍କଠାରୁ ଲୁଗ୍ଭଇ ରଖି ନାହିଁ।
11 ତେଣୁ ହେ ସଦାପ୍ରଭୁ, ତୁମ୍ଭର ଦୟାକୁ ମୋ'ଠାରେ ଲୁଗ୍ଭଅ ନାହିଁ।
    ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ସର୍ବଦା ମୋତେ ରକ୍ଷା କରୁ।”

12 ଦୁଷ୍ଟ ଲୋକମାନେ ମୋ’ ଗ୍ଭରିକଡ଼ରେ ଘେରି ରହିଛନ୍ତି।
    ସେମାନେ ଅନେକ ଯାହାକି ଗଣିବା କଷ୍ଟକର।
ମୋ’ ପାପ ମୋତେ ଧରାଇ ଦେଇଛି, ତେଣୁ ମୁଁ ମୋର ପାପରୁ ଉଦ୍ଧାର ପାଇପାରିବି ନାହିଁ।
    ମୋର ପାପଗୁଡ଼ିକ ମସ୍ତକରେ ଥିବା କେଶ ସଂଖ୍ୟାଠାରୁ ଅଧିକ ଓ ମୋର ହୃଦୟ ମୋତେ ପରିତ୍ୟାଗ କରିଅଛି।
13 ହେ ସଦାପ୍ରଭୁ, ଅନୁଗ୍ରହ କରି ମୋତେ ଉଦ୍ଧାର କର।
    ହେ ସଦାପ୍ରଭୁ, ଶୀଘ୍ର ଆସ ଓ ମୋତେ ସାହାଯ୍ୟ କର।
14 ସେହି ଦୁଷ୍ଟ ଲୋକମାନେ ମୋ’ ପ୍ରାଣ ନାଶ ପାଇଁ ଉଦ୍ୟମ କରୁଛନ୍ତି।
    ହେ ସଦାପ୍ରଭୁ, ସେହି ଲୋକମାନଙ୍କୁ ଲଜ୍ଜିତ କରି ସେମାନଙ୍କୁ ନିରାଶ କର।
    ମୋ’ କ୍ଷତରେ ସନ୍ତୁଷ୍ଟଲୋକ ଲଜ୍ଜିତ ହୁଅନ୍ତୁ।
15 ସେହି ଦୁଷ୍ଟ ଲୋକମାନେ ମୋତେ ପରିହାସ କରିଛନ୍ତି।
    ସେମାନେ କଥାବାର୍ତ୍ତା କରିବାକୁ ବେଶି ଲଜ୍ଜିତ।
16 କିନ୍ତୁ ଯେଉଁ ଲୋକମାନେ ତୁମ୍ଭ ନିକଟକୁ ଆସନ୍ତି, ସେମାନେ ଖୁସୀ ଓ ଆନନ୍ଦିତ ହୁଅନ୍ତି।
    ସେମାନଙ୍କର ତୁମ୍ଭର ସେବାରେ ହିଁ ଆନନ୍ଦ କରନ୍ତି।
    ତେଣୁ ସେମାନେ ସର୍ବଦା ତୁମ୍ଭକୁ କୁହନ୍ତି, “ସଦାପ୍ରଭୁ ମହାନ।”

17 ହେ ସଦାପ୍ରଭୁ, ମୁଁ ଜଣେ ଗରିବ ଓ ଅସହାୟ ଲୋକ ଅଟେ।
    ହେ ମୋର ପରମେଶ୍ୱର, ଆଉ ବିଳମ୍ବ କର ନାହିଁ।
ମୋତେ ସାହାଯ୍ୟ କର
    ଓ ମୋତେ ଉଦ୍ଧାର କର।

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 53

53 ଆମ୍ଭମାନଙ୍କ ସମ୍ବାଦ କିଏ ବିଶ୍ୱାସ କରିଅଛି? ଓ ସଦାପ୍ରଭୁଙ୍କର ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି?

କାରଣ ସେ ତାହାଙ୍କ ଦୃଷ୍ଟିରେ ଗ୍ଭରା ତୁଲ୍ୟ ଓ ଶୁଷ୍କ ଭୂମିରେ ଉତ୍ପନ୍ନ ମୂଳତୁଲ୍ୟ ବଢ଼ିଲେ। ତାଙ୍କର ଐଶ୍ୱର୍ଯ୍ୟ କି ରୂପ, ଯାହାକୁ ଆମ୍ଭେ ଦେଖି ପାରିବା, ତାଙ୍କର ସୌନ୍ଦର୍ଯ୍ୟ ନାହିଁ, ଯାହା ଆମ୍ଭକୁ ଆକର୍ଷଣ କରିବ। ଲୋକମାନେ ତାଙ୍କୁ ଘୃଣା କଲେ ଓ ବନ୍ଧୁମାନେ ତାଙ୍କୁ ପରିତ୍ୟାଗ କଲେ। ସେ ଦୁଃଖ ଓ ଶୋକ ସହିତ ପରିଚିତ ହେଲେ। ସେ ଲୋକମାନଙ୍କଠାରୁ ନିଜ ମୁଖ ଲୁଗ୍ଭଇ ରଖିଲେ। ସେ ଘୃଣିତ ହେଲେ ଏବଂ ଆମ୍ଭେମାନେ ତାଙ୍କୁ ସମ୍ମାନ ଦେଲୁ ନାହିଁ।

ମାତ୍ର ସେ ଆମ୍ଭର ଦୁଃଖ ଯାତନା ସବୁ ଧାରଣ କରିଛନ୍ତି ଓ ଆମ୍ଭମାନଙ୍କର ବ୍ୟଥାଗୁଡ଼ିକୁ ବହନ କରିଛନ୍ତି। ତଥାପି ଆମ୍ଭେମାନେ ତାଙ୍କୁ ପରମେଶ୍ୱରଙ୍କ ଦ୍ୱାରା ନିର୍ଯ୍ୟାତିତ ଓ ଦୁଃଖଗ୍ରସ୍ତ ବୋଲି ଭାବିଲୁ। ମାତ୍ର ସେ ଆମ୍ଭମାନଙ୍କ ପାପ ଏବଂ ଅପରାଧ ନିମନ୍ତେ କ୍ଷତବିକ୍ଷତ ହେଲେ ଓ ଆମ୍ଭମାନଙ୍କର ଭୁଲ୍ କାର୍ଯ୍ୟ ପାଇଁ ସେ ଚୂର୍ଣ୍ଣ ହେଲେ। ସେ ଆମ୍ଭମାନଙ୍କର ଶାନ୍ତିଜନକ ଶାସ୍ତିକୁ ଆପଣାର କରିଦେଲେ। ତାଙ୍କର କ୍ଷତରେ ଆମ୍ଭେମାନେ ଆରୋଗ୍ୟ ଲାଭ କଲୁ। ମାତ୍ର ଆମ୍ଭେମାନେ ସମସ୍ତେ ମେଷପଲ ସଦୃଶ ବିପଥରେ ବୁଲିଲୁ। ଆମ୍ଭେମାନେ ପ୍ରତ୍ୟେକ ନିଜ ନିଜ ପଥରେ ଯାଇଅଛୁ। ଆମ୍ଭ ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ପାପର ବୋଝ ମୁଣ୍ଡରେ ନେଇ ଯାଇଛନ୍ତି।

ସେ ଆହତ ହେଲେ ଓ ପ୍ରହାରିତ ହେଲେ, ତଥାପି ସେ ନମ୍ର ହୋଇ ନୀରବ ରହିଲେ। ବଧଭୂମିକୁ ନିଆ ଯାଉଥିବା ମେଷ ଶାବକ ତୁଲ୍ୟ ଓ ଲୋମ ଛେଦନକାରୀଙ୍କ ସମ୍ମୁଖରେ ନିରୀହ ମେଷ ତୁଲ୍ୟ ସେ ନିଜର ମୁଖ ଫିଟାଇଲେ ନାହିଁ। ଲୋକମାନେ ବଳପୂର୍ବକ ତାଙ୍କୁ ବିଗ୍ଭର ପାଇଁ ଧରି ନେଲେ ଓ ଉପଯୁକ୍ତ ବିଗ୍ଭର ତାଙ୍କ ପାଇଁ କରାଗଲା ନାହିଁ। ପୁଣି ସେ ଜୀବିତ ଲୋକମାନଙ୍କ ଦେଶରୁ ଦଣ୍ଡିତ ହେଲେ ଓ ସେ ସମୟରେ କିଏ ତାଙ୍କ ପ୍ରତି ସୁବିବେଚନା କଲା? ଆମ୍ଭ ଲୋକମାନଙ୍କର ପାପ ପାଇଁ ସେ ପ୍ରହାରିତ ହେଲେ। ସେ ମୃତ୍ୟୁବରଣ କଲେ ଓ ଧନୀମାନଙ୍କ ସହ କବର ନେଲେ। ପୁଣି ଦୁଷ୍ଟଗଣଙ୍କ ସହ ତାଙ୍କର କବର ନିରୂପଣ କରାଗଲା। ଯଦିଓ ତାଙ୍କର କିଛି ଛଳ ନ ଥିଲା ଓ ସେ ମିଥ୍ୟା କହି ନ ଥିଲେ, ତଥାପି ତାଙ୍କ ପ୍ରତି ଏହିପରି ଦୌରାତ୍ମ୍ୟ କରାଗଲା।

10 ତଥାପି ତାକୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁ ସ୍ଥିର କଲେ। ସେ ତାହାକୁ ଦୁଃଖଗ୍ରସ୍ତ କଲେ। ତେଣୁ ତୁମ୍ଭେ ତାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କ ଇଷ୍ଟ ସିଦ୍ଧ ହେବ। 11 ଭୟଙ୍କର ଯାତନା ପରେ ମଧ୍ୟ ସେ ତୃପ୍ତ ହେବେ। ସେ ନିଜର ଜ୍ଞାନ ବଳରେ ପରିତୃପ୍ତ ହେବେ।

“ନିଜର ଧାର୍ମିକ ଦାସ ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହନ କରିବେ। 12 ଏହି କାରଣରୁ ଆମ୍ଭେ ମହତମାନଙ୍କ ମଧ୍ୟରେ ତାଙ୍କୁ ଭାରି କରାଇବା ଓ ସେ ପରାକ୍ରମୀମାନଙ୍କ ସଙ୍ଗେ ଲୁଟ ଭାଗ କରି ନେବେ। କାରଣ ସେ ମୃତ୍ୟୁ ମୁଖରେ ତାଙ୍କର ଜୀବନ ଦେଇ ଦେଲେ ଓ ଅଧାର୍ମିକମାନଙ୍କ ସହିତ ପରିଗଣିତ ହେଲେ। ତଥାପି ସେ ଅନେକଙ୍କ ପାପଭାର ବହନ କଲେ ଓ ଅଧାର୍ମିକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ।”

ଏବ୍ରୀ 10:1-4

ଯୀଶୁଙ୍କ ବଳିଦାନ ଆମକୁ ସମ୍ପୂର୍ଣ୍ଣ କରେ

10 ବ୍ୟବସ୍ଥା ଆମ୍ଭକୁ ଭବିଷ୍ୟତରେ ଘଟିବାକୁ ଥିବା ଉତ୍ତମ ବିଷୟ ଗୁଡ଼ିକର ଅସ୍ପଷ୍ଟ ଚିତ୍ର ପ୍ରଦାନ କରେ। ବ୍ୟବସ୍ଥା ପ୍ରକୃତ ବିଷୟ ଗୁଡ଼ିକର ପରିପୂର୍ଣ୍ଣ ଚିତ୍ର ନୁହେଁ। ବ୍ୟବସ୍ଥା ଲୋକମାନଙ୍କୁ ସମାନ ବଳିଗୁଡ଼ିକୁ ପ୍ରତିବର୍ଷ ସମର୍ପଣ କରିବା ପାଇଁ କୁହେ। ଯେଉଁ ଲୋକମାନେ ପରମେଶ୍ୱରଙ୍କୁ ଉପାସନା କରିବା ପାଇଁ ଆସନ୍ତି, ସେହି ବଳି ସମର୍ପଣ କାର୍ଯ୍ୟ କରି ଗ୍ଭଲିଥା’ନ୍ତି। କିନ୍ତୁ ବ୍ୟବସ୍ଥା କେବେ ହେଲେ ସେ ଲୋକମାନଙ୍କୁ ସମ୍ପୂର୍ଣ୍ଣ ସିଦ୍ଧ କରି ନ ଥାଏ। ଯଦି ବ୍ୟବସ୍ଥା ଲୋକମାନଙ୍କୁ ସମ୍ପୂର୍ଣ୍ଣ ସିଦ୍ଧ କରିଥା’ନ୍ତା ତା'ହେଲେ ସେହି ବଳିଗୁଡ଼ିକ ବନ୍ଦ ହୋଇ ଯାଇ ସାରିଥା’ନ୍ତା। ସେହି ଲୋକମାନେ ମଧ୍ୟ ପାପରୁ ଶୁଦ୍ଧ ହୋଇଯାଇ ସାରିଥା’ନ୍ତେ। ସେମାନେ ଏବେ ସୁଦ୍ଧା ନିଜ ପାପ ପାଇଁ ନିଜକୁ ଦୋଷୀ ଅନୁଭବ କରୁ ନ ଥା’ନ୍ତେ। କିନ୍ତୁ ବ୍ୟବସ୍ଥା କଦାପି ତାହା କରି ପାରିବ ନାହିଁ। ସେମାନେ ଯେଉଁ ବଳି ଗୁଡ଼ିକ ଦିଅନ୍ତି, ତାହା ପ୍ରତିବର୍ଷ ସେମାନଙ୍କୁ ସେମାନଙ୍କର ପାପଗୁଡ଼ିକ ସ୍ମରଣ କରାଇ ଦିଏ। ଏହାର କାରଣ ହେଲା ଯେ, ବଳଦମାନଙ୍କ ଓ ଛେଳିମାନଙ୍କ ରକ୍ତ ପାପ ହରଣ କରିବା ପାଇଁ ସକ୍ଷମ ନୁହନ୍ତି।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center