Revised Common Lectionary (Semicontinuous)
ଦାଉଦଙ୍କର ଗୀତ
15 ହେ ସଦାପ୍ରଭୁ, କିଏ ତୁମ୍ଭର ପବିତ୍ର ତମ୍ବୁରେ ବାସ କରି ପାରିବ?
କିଏ ତୁମ୍ଭର ପବିତ୍ର ପର୍ବତରେ ବାସ କରିବ?
2 କେବଳ ଯେଉଁ ବ୍ୟକ୍ତି ଶୁଦ୍ଧ ଚିତ୍ତରେ ଜୀବନ-ଯାପନ କରେ, ଭଲ କାର୍ଯ୍ୟ କରେ,
ଓ ଅନ୍ତରରୁ ସତ୍ୟକଥା ପ୍ରକାଶ କରେ ସେ କେବଳ ତୁମ୍ଭର ପବିତ୍ର ପର୍ବତରେ ବାସ କରି ପାରିବ।
3 ସେହିଭଳି ମନୁଷ୍ୟ ଯିଏ କେବେ ଅନ୍ୟମାନଙ୍କ ବିଷୟରେ ମିଥ୍ୟା କଥା କହେ ନାହିଁ।
ସେହି ବ୍ୟକ୍ତି ଯିଏ କେବେ ପଡ଼ୋଶୀ ପ୍ରତି ଅନିଷ୍ଟ ଚିନ୍ତା କରେ ନାହିଁ।
ସେହି ବ୍ୟକ୍ତି ଲଜ୍ଜାଜନକ କଥା ନିଜ ପରିବାର ବିଷୟରେ ମଧ୍ୟ କହେ ନାହିଁ।
4 ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କୁ ଘୃଣା କରେ ଓ ସମ୍ମାନ କରେ ନାହିଁ,
କିନ୍ତୁ ସେହି ବ୍ୟକ୍ତି ଯେଉଁମାନେ ସଦାପ୍ରଭୁଙ୍କ ସେବା କରୁଥିବା ଲୋକମାନଙ୍କୁ ସମ୍ମାନ ଦେଖାଏ।
ଯଦି ସେ କୌଣସି ପ୍ରତିଶ୍ରୁତି ନିଜ ପଡ଼ୋଶୀକୁ ଦେଇଥାଏ
ତେବେ ସେହି ପ୍ରତିଶ୍ରୁତିକୁ ପାଳନ କରେ।
5 ଯଦି ଜଣେ ବ୍ୟକ୍ତି କିଛି ଧନ କରଜ ଦିଏ
ଓ ସେ ସେହି ଜନଠାରୁ କୌଣସି ସୁଧ ଆଦାୟ କରେ ନାହିଁ
କିଅବା ସେହି ବ୍ୟକ୍ତି ନିରୀହ ଲୋକମାନଙ୍କୁ
ଆଘାତ କରି ମୁଦ୍ରା ନିଏ ନାହିଁ।
ଏହିପରି ଯେଉଁ ବ୍ୟକ୍ତି କରେ, ତେବେ ସେହି ଧାର୍ମିକ ସର୍ବଦା ପରମେଶ୍ୱରଙ୍କ ନିକଟରେ ଅବସ୍ଥାନ କରିବ।
ଲୋକମାନଙ୍କ ପାଇଁ ବିଗ୍ଭରକର୍ତ୍ତା ଓ ଅଧିକାରୀଗଣ
18 “ସଦାପ୍ରଭୁ ତୁମ୍ଭମାନଙ୍କର ଦ୍ୱାରା ଦତ୍ତ ସମସ୍ତ ସହର ପାଇଁ ବିଗ୍ଭରକର୍ତ୍ତା ଓ ଅଧିକାରୀମାନଙ୍କୁ ବାଛିବା ଉଚିତ୍। ପ୍ରତ୍ୟେକ ଗୋଷ୍ଠୀୟ ଏପରି କରିବା ଉଚିତ୍। ଏବଂ ସେହି ଲୋକମାନେ ସେମାନଙ୍କୁ ଶାସନ କରିବେ ଓ ନ୍ୟାୟ ସୁରକ୍ଷିତ କରିବେ। 19 ତୁମ୍ଭେ ସର୍ବଦା ନ୍ୟାୟବାନ ହେବ। ନ୍ୟାୟରେ ତୁମ୍ଭେ କାହାର ପକ୍ଷପାତ କରିବ ନାହିଁ। ତୁମ୍ଭେମାନେ ଉତ୍କୋଚ ନେଇ ଅନ୍ୟାୟ ବିଗ୍ଭର କରିବ ନାହିଁ। ଟଙ୍କା ଜ୍ଞାନି ଲୋକମାନଙ୍କୁ ଅନ୍ଧ କରିଦିଏ ଓ ଧାର୍ମିକମାନଙ୍କର ବାକ୍ୟ ଅନ୍ୟଥା କରେ। 20 ଯାହା ସର୍ବୋତଭାବେ ଯଥାର୍ଥ, ତୁମ୍ଭେ ତା'ର ଅନୁଗାମୀ ହୁଅ। ତହିଁରେ ତୁମ୍ଭେ ବଞ୍ଚିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଦେଶ ଦିଅନ୍ତି, ତାହା ଅଧିକାର କରିବ।
ସତ୍କର୍ମ ପାଇଁ ଦୁଃଖ ଭୋଗ
8 ଅତଏବ ସମସ୍ତେ ମିଳିମିଶି ଶାନ୍ତିରେ ରହିବା ଉଚିତ୍। ପରସ୍ପରକୁ ବୁଝିବା ପାଇଁ ଚେଷ୍ଟା କର। ପରସ୍ପରକୁ ଭାଇ ଭଉଣୀ ଭଳି ଭଲ ପାଅ। ସଦୟ ଓ ନମ୍ର ହୁଅ। 9 ତୁମ୍ଭ ପ୍ରତି ମନ୍ଦ କାମ କରିଥିବା ଲୋକକୁ ଆକ୍ରମଣ କରିବା ଉଦ୍ଦେଶ୍ୟରେ କୌଣସି ଲୋକ ପ୍ରତି ମନ୍ଦ କାମ କର ନାହିଁ। ବା ତୁମ୍ଭକୁ ଖରାପ କଥା କହିଥିବା ଯୋଗୁଁ କୌଣସି ଲୋକକୁ ତା’ ବଦଳରେ ମନ୍ଦ କଥା କୁହ ନାହିଁ। ତା’ ବଦଳରେ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କର ଯେ, ସେ ତାକୁ ଆଶୀର୍ବାଦ କରିବେ। ତୁମ୍ଭେ ନିଜେ ଆଶୀର୍ବାଦ ଗ୍ରହଣ କରିବା ପାଇଁ ଆହ୍ୱାନ ପାଇଥିବାରୁ ଏପରି କର। 10 ଶାସ୍ତ୍ର କୁହେ:
“ଯେଉଁ ଲୋକ ଜୀବନକୁ ଭଲ ପାଇବାକୁ ଗ୍ଭହେଁ
ଓ ଭଲ ଦିନଗୁଡ଼ିକୁ ଉପଭୋଗ କରିବାକୁ ଗ୍ଭହେଁ
ସେ ମନ୍ଦକଥା କହିବା
ଓ ମିଛ କଥା କହିବା ବନ୍ଦ କରିବା ଉଚିତ୍।
11 ସେ ମନ୍ଦ କାର୍ଯ୍ୟ ନିଶ୍ଚୟ ବନ୍ଦ କରୁ ଓ ଭଲ କାମ କରୁ।
ସେ ଶାନ୍ତି ପାଇବା ପାଇଁ ଲକ୍ଷ୍ୟ ରଖି ଚେଷ୍ଟା କରିବା ଉଚିତ୍।
12 ଭଲ ଲୋକମାନଙ୍କୁ ପ୍ରଭୁ ଦେଖନ୍ତି,
ସେମାନଙ୍କର ପ୍ରାର୍ଥନା ସବୁ ସେ ଶୁଣନ୍ତି।
କିନ୍ତୁ ମନ୍ଦ କାମ କରୁଥିବା ଲୋକଙ୍କର ସେ ବିରୋଧୀ ଅଟନ୍ତି।”(A)
2010 by World Bible Translation Center