Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 119:1-8

ଆଲେଫ୍

119 ଯେଉଁ ଲୋକମାନେ ପବିତ୍ର ଭାବରେ ଜୀବନଯାପନ କରନ୍ତି,
    ଓ ଯେଉଁମାନେ ସଦାପ୍ରଭୁଙ୍କର ନିୟମସବୁ ଅନୁସରଣ କରନ୍ତି, ସେମାନେ ଧନ୍ୟ!
ଯେଉଁ ଲୋକମାନେ ସଦାପ୍ରଭୁଙ୍କର ଚୁକ୍ତି ମାନନ୍ତି,
    ଓ ଯେଉଁମାନେ ହୃଦୟରେ ସଦାପ୍ରଭୁଙ୍କୁ ଖୋଜନ୍ତି, ସେମାନେ ଧନ୍ୟ!
ସେହି ଲୋକମାନେ କୌଣସି ଅଧର୍ମ କାର୍ଯ୍ୟ କରନ୍ତି ନାହିଁ,
    କିନ୍ତୁ ସେମାନେ ସଦାପ୍ରଭୁଙ୍କ ପଥ ଅନୁସରଣ କରନ୍ତି।
ହେ ସଦାପ୍ରଭୁ, ତୁମ୍ଭେ ଆପଣା ନିର୍ଦ୍ଦେଶସବୁ
    ଏବଂ ବିଧାନସବୁକୁ ସତର୍କ ରୂପେ ମାନିବା ପାଇଁ ନିର୍ଦ୍ଦେଶ ଦେଇଅଛ।
ମୁଁ ଆଶା କରୁଛି ଯେ, ମୁଁ ବୋଧହୁଏ ତୁମ୍ଭର ନିୟମ
    ଅପରିବର୍ତ୍ତନୀୟ ଭାବରେ ଅଧିକ ମାନିବି।
ଯଦି ମୁଁ ତୁମ୍ଭର ଆଜ୍ଞା ସକଳ ପ୍ରତି ଦୃଷ୍ଟି ରଖିବି,
    ତେବେ ମୁଁ ଲଜ୍ଜିତ ହେବି ନାହିଁ।
ମୁଁ ତୁମ୍ଭକୁ ସର୍ବାନ୍ତକରଣ ହୃଦୟ ସହିତ ପ୍ରଶଂସା କରିବି,
    ଯେତେବେଳେ ମୁଁ ତୁମ୍ଭର ନ୍ୟାୟପରାୟଣତା ବିଷୟରେ ଜାଣିବି।
ମୁଁ ତୁମ୍ଭର ବିଧିସବୁ ପାଳନ କରିବି।
    ମୋତେ ଏକୁଟିଆ କରି ଛାଡ଼ ନାହିଁ।

ଆଦିପୁସ୍ତକ 26:1-5

ଇ‌ସ୍‌ହାକ ଅବିମେଲକକୁ ମିଛ କହିଲେ

26 ଥରେ ଅବ୍ରହାମଙ୍କର ସମୟରେ ଦୁର୍ଭିକ୍ଷ ହୋଇଥିଲା। ସେହି ଦେଶରେ ଆଉ ସେହିଭଳି ଏକ ଦୁର୍ଭିକ୍ଷ ଦେଖାଦେବାରୁ ଇ‌ସ୍‌ହାକ ଗରାରରେ ପଲେଷ୍ଟୀୟମାନଙ୍କ ରାଜା ଅବିମେଲକ ନିକଟକୁ ଗଲେ। ସେତେବେଳେ ସଦାପ୍ରଭୁ ଇ‌ସ୍‌ହାକକୁ କହିଲେ, “ତୁମ୍ଭେ ମିଶର ଦେଶକୁ ଯାଅ ନାହିଁ। ଆମ୍ଭେ ତୁମ୍ଭକୁ ଯେଉଁ ଦେଶ କହିବା, ସେଠାରେ ବାସ କର। ତୁମ୍ଭେ ଏହି ଦେଶରେ ପ୍ରବାସ କର। ତହିଁରେ ଆମ୍ଭେ ତୁମ୍ଭକୁ ସାହାଯ୍ୟ ଓ ଆଶୀର୍ବାଦ କରିବା। ପୁଣି ଆମ୍ଭେ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଭୂମି ଦେବା। ତୁମ୍ଭ ପିତା ଅବ୍ରହାମଙ୍କ ନିକଟରେ କରିଥିବା ଶପଥ ଆମ୍ଭେ ସଫଳ କରିବା। ଆମ୍ଭେ ଆକାଶର ତାରାଗଣ ପରି ତୁମ୍ଭର ବଂଶ ବୃଦ୍ଧି କରି ସେମାନଙ୍କୁ ଏହିସବୁ ଦେଶ ଦେବା ଓ ତୁମ୍ଭ ବଂଶଦ୍ୱାରା, ପୃଥିବୀସ୍ଥ ସମସ୍ତ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ। ଆମ୍ଭେ ଏହା କରିବା, କାରଣ ତୁମ୍ଭର ପିତା ଅବ୍ରହାମ ଆମ୍ଭର କଥା ମାନିଥିଲେ ଓ ଆମ୍ଭେ ଯାହା କହିଥିଲୁ ତାହା କରିଥିଲେ। ଅବ୍ରହାମ ଆମ୍ଭର ଆଦେଶ, ନିୟମ ଓ ବିଧିସବୁ ମାନିଲେ।”

ଯାକୁବଙ୍କ ପତ୍ର 1:12-16

ପରମେଶ୍ୱରଙ୍କଠାରୁ ପରୀକ୍ଷା ଆସେ ନାହିଁ

12 ଯେଉଁ ବ୍ୟକ୍ତି ପରୀକ୍ଷିତ ହୋଇ ଦୃଢ଼ ରହି ପାରେ, ସେ ଖୁସୀ ହେବା କଥା। କାରଣ, ସେ ତାହାର ବିଶ୍ୱାସକୁ ଦୃଢ଼ ବୋଲି ପ୍ରମାଣିତ କରି ସାରିଲା ପରେ, ପରମେଶ୍ୱର ତାହାକୁ ଅନନ୍ତ ଜୀବନର ପୁରସ୍କାର ଦେବେ। ପରମେଶ୍ୱରଙ୍କୁ ପ୍ରେମ କରୁଥିବା ସବୁ ଲୋକଙ୍କୁ ପରମେଶ୍ୱର ଏହି ପ୍ରତିଜ୍ଞା ଦେଇଛନ୍ତି। 13 ଯେତେବେଳେ ଜଣେ ବ୍ୟକ୍ତି ପରୀକ୍ଷିତ ହୁଏ, ସେ କହିବା ଉଚିତ୍ ନୁହେଁ ଯେ, “ପରମେଶ୍ୱର ମୋତେ ପରୀକ୍ଷା କରୁଛନ୍ତି।” କାରଣ ମନ୍ଦତା ପରମେଶ୍ୱରଙ୍କୁ ପରୀକ୍ଷା କରିପାରେ ନାହିଁ। ଏବଂ ପରମେଶ୍ୱର ନିଜେ କାହାକୁ ପରୀକ୍ଷା କରନ୍ତି ନାହିଁ। 14 ପ୍ରତ୍ୟେକ ବ୍ୟକ୍ତି ତା'ର ନିଜର ମନ୍ଦ ପ୍ରବୃତ୍ତି ଯୋଗୁଁ ପରୀକ୍ଷିତ ହୁଏ। ତାହାର ମନ୍ଦ ଇଚ୍ଛା ତାହାକୁ ଭସାଇ ନିଏ ଓ ବାନ୍ଧି ରଖେ। 15 ଏହି ଇଚ୍ଛା ହିଁ ପାପକୁ ଜାତ କରେ। ଏହି ପାପ ବଢ଼ି ମୃତ୍ୟୁକୁ ଜନ୍ମ ଦିଏ।

16 ମୋ’ ଭାଇ ଓ ଭଉଣୀମାନେ! ଏହି ବିଷୟରେ କୌଣସି ପ୍ରକାର ମୂର୍ଖାମୀରେ ପଡ଼ ନାହିଁ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center