Revised Common Lectionary (Semicontinuous)
ବୈତ୍
9 ତୁମ୍ଭର ବାକ୍ୟାନୁଯାୟୀ କିପରି ଜଣେ ଯୁବକ
ତା'ର ଜୀବନକୁ ପବିତ୍ର କରି ପାରିବ?
10 ସଦାପ୍ରଭୁ, ମୁଁ ଚେଷ୍ଟା କରିବି ମୋର ସର୍ବାନ୍ତକରଣ ହୃଦୟରେ ତୁମ୍ଭର ସେବା କରିବି।
ତୁମ୍ଭର ଆଜ୍ଞାରୁ ଗ୍ଭଲିଯିବାକୁ ମୋତେ ପ୍ରତିରୋଧ କର।
11 ମୁଁ ମୋ’ ହୃଦୟରେ ତୁମ୍ଭର ପ୍ରତିଜ୍ଞାକୁ ସଞ୍ଚୟ କରି ରଖିଅଛି,
ଯେପରି ମୁଁ ତୁମ୍ଭ ବିରୁଦ୍ଧରେ ପାପ ନ କରିବି।
12 ସଦାପ୍ରଭୁ, ମୁଁ ତୁମ୍ଭଙ୍କୁ ପ୍ରଶଂସା କରେ।
ତୁମ୍ଭର ବ୍ୟବସ୍ଥା ମୋତେ ଶିଖାଅ।
13 ମୋ’ ଓଷ୍ଠସହ ତୁମ୍ଭର ନ୍ୟାୟପରାୟଣତାକୁ ବାରମ୍ବାର କହିଅଛି।
14 ତୁମ୍ଭର ବାକ୍ୟରେ ରହି
ମୁଁ ସବୁ ସମ୍ଭବ ସମ୍ପଦ ପାଇଅଛି।
15 ମୁଁ ତୁମ୍ଭର ନିର୍ଦ୍ଦେଶର ମଧ୍ୟସ୍ଥି ହେବାକୁ ଗ୍ଭହୁଁଛି
ଏବଂ ଯେଉଁ ରାସ୍ତା ତୁମ୍ଭେ ଅନୁସରଣ କରିବାକୁ କହିଅଛ ମୁଁ ତାହା ଅନୁସରଣ କରିବି।
16 ମୁଁ ତୁମ୍ଭ ବ୍ୟବସ୍ଥାରେ ଆନନ୍ଦ କରିବି।
ମୁଁ ତୁମ୍ଭର ବାକ୍ୟ ପାଶୋରିବି ନାହିଁ।
21 “ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ମାନସିକ କଲେ ତାହା ଦେବାକୁ ବିଳମ୍ବ କରିବ ନାହିଁ। କାରଣ ତାହା ତୁମ୍ଭର ପାପ ହେବ। ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅବଶ୍ୟ ତୁମ୍ଭଠାରୁ ତାହା ଆଦାୟ କରିବେ। 22 କିନ୍ତୁ ଯଦି ତୁମ୍ଭେ ମାନସିକ ନ କର ତେବେ ତହିଁରେ ତୁମ୍ଭର ପାପ ହେବ ନାହିଁ। 23 ଯାହା ତୁମ୍ଭ ଓଠରୁ ନିର୍ଗତ ହୋଇଅଛି, ତାହା କରିବାକୁ ମନୋଯୋଗ କରିବ। ତୁମ୍ଭେ ନିଜ ମୁଖରେ ପ୍ରତିଜ୍ଞା କର ଯେପରି ସ୍ୱେଚ୍ଛାଦତ୍ତ ଉପହାର ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମାନସିକ କରିଅଛ, ସେହି ଅନୁସାରେ କରିବ।
24 “ତୁମ୍ଭେ ଆପଣା ପ୍ରତିବାସୀର ଦ୍ରାକ୍ଷାକ୍ଷେତ୍ରକୁ ଗଲେ ସ୍ୱେଚ୍ଛାନୁସାରେ ଆପଣା ତୃପ୍ତି ପର୍ଯ୍ୟନ୍ତ ଦ୍ରାକ୍ଷାଫଳ ଭୋଜନ କରି ପାରିବ। ମାତ୍ର ତୁମ୍ଭେ ଆପଣା ପାତ୍ରରେ କିଛି ଅବଶିଷ୍ଟ ରଖିବ ନାହିଁ। 25 ତୁମ୍ଭେ ଆପଣା ପ୍ରତିବାସୀର ବଢ଼ନ୍ତା ଶସ୍ୟକ୍ଷେତ୍ରକୁ ଗଲେ ଆପଣା ହାତରେ ଶିଷା ଛିଣ୍ତାଇ ଖାଇ ପାରିବ, ମାତ୍ର ତୁମ୍ଭେ ଆପଣା ପ୍ରତିବାସୀର ଶସ୍ୟ କାଟି ଆଣି ପାରିବ ନାହିଁ।
24 “ଜଣେ ଲୋକ ଏକ ସ୍ତ୍ରୀକୁ ବିବାହ କରି ଗ୍ରହଣ କଲାପରେ ଯେବେ ସେ ତାହାଠାରେ କୌଣସି ଲଜ୍ଜାକର ବିଷୟ ପାଇବାରୁ ସେହି ସ୍ତ୍ରୀ ତାହାଠାରେ ଅନୁଗ୍ରହ ନ ପାଏ। ତେବେ ସେହି ପୁରୁଷ ତାହା ନିମନ୍ତେ ଏକ ଛାଡ଼ପତ୍ର ଲେଖି ତାହା ହସ୍ତରେ ଦେଇ ଆପଣା ଗୃହରୁ ତାହାକୁ ବାହାର କରିଦେବା ଉଚିତ୍। 2 ସେ ସ୍ତ୍ରୀ ତା'ର ଗୃହରୁ ବାହାରି ଗଲାପରେ ଅନ୍ୟ ପୁରୁଷର ସ୍ତ୍ରୀ ହୋଇ ପାରିବ। 3-4 ଧରାଯାଉ ତା’ ନୂତନ ସ୍ୱାମୀ ତାକୁ ଭଲ ପାଇଲା ନାହିଁ ଓ ତାକୁ ମଧ୍ୟ ଛାଡ଼ପତ୍ର ଦେଲା କିଅବା ନୂତନ ସ୍ୱାମୀର ମୃତ୍ୟୁ ହୁଏ, ତେବେ ମଧ୍ୟ ତା'ର ପ୍ରଥମ ସ୍ୱାମୀ ତାକୁ ଆଉ ପୁନଃ ବିବାହ କରିବା ଉଚିତ୍ ନୁହଁ। ସେ କଳୁଷିତ ହୋଇ ସାରିବା ପରେ, କାରଣ ଏହି କାର୍ଯ୍ୟ ସଦାପ୍ରଭୁଙ୍କ ଆଗରେ ଘୃଣ୍ୟ ଅଟେ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଯେଉଁ ଦେଶ ତୁମ୍ଭମାନଙ୍କୁ ଅଧିକାର କରିବା ପାଇଁ ଦେଉଛନ୍ତି ତାକୁ ପାପରେ ଦୋଷୀ କରାଅ ନାହିଁ।
10 “ତୁମ୍ଭେ ଆପଣା ପ୍ରତିବାସୀକି କୌଣସି ପ୍ରକାରେ ଋଣ ଦେଲେ ତାହାର ବନ୍ଧକ ଦ୍ରବ୍ୟ ଆଣିବା ପାଇଁ ତୁମ୍ଭେ ତାହା ଘର ଭିତରକୁ ଯିବ ନାହିଁ। 11 ତୁମ୍ଭେ ସର୍ବଦା ବାହାରେ ଛିଡ଼ା ହୋଇ ରହିବ। ତୁମ୍ଭେ ଯାହାକୁ ଋଣ ଦେଇଅଛ, ସେ ବ୍ୟକ୍ତି ଆପଣା ବନ୍ଧକ ଦ୍ରବ୍ୟ ବାହାର କରି ତୁମ୍ଭ ନିକଟକୁ ଆଣିବ। 12 ଧରାଯାଉ, ସେ ଜଣେ ଗରିବ ଲୋକ। ତେବେ ତୁମ୍ଭେ ତା'ର ବନ୍ଧକ ଦ୍ରବ୍ୟ ରଖିବା ପର୍ଯ୍ୟନ୍ତ ଶୋଇବା ଉଚିତ୍ ନୁହଁ। 13 ସେ ଯେପରି ଆପଣା ବସ୍ତ୍ର ଘେନି ଶୟନ କରି ତୁମ୍ଭକୁ ଆଶୀର୍ବାଦ କରିବ। ଏଥିପାଇଁ ସୂର୍ଯ୍ୟାସ୍ତ ସମୟରେ ତାହାର ବନ୍ଧକ ଦ୍ରବ୍ୟ ତାହାକୁ ଅବଶ୍ୟ ଫେରାଇ ଦେବ। ତହିଁରେ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ତୁମ୍ଭ ପ୍ରତି ଧାର୍ମିକତା ହେବ।
14 “ତୁମ୍ଭେ କଦାପି ଦୁଃଖୀ ଓ ଦରିଦ୍ର ଲୋକମାନଙ୍କର ଉପଦ୍ରବ କରିବ ନାହିଁ। ସେ ଇସ୍ରାଏଲୀୟ ହେଉ ବା ବିଦେଶୀୟ ହେଉ। 15 ସନ୍ଧ୍ୟା ପୂର୍ବରୁ ତାହାକୁ ତାହାର ବେତନ ଦେବ। କାରଣ ସେ ଦୁଃଖୀ ଲୋକ ତହିଁ ଉପରେ ତାହାର ମନ ଥାଏ। କେଜାଣି ସେ ତୁମ୍ଭ ବିରୁଦ୍ଧରେ ସଦାପ୍ରଭୁଙ୍କୁ ଡାକ ପକାଇବ, ତହିଁରେ ତୁମ୍ଭର ପାପ ହେବ।
ସମସ୍ତଙ୍କୁ ପ୍ରେମ କର
2 ମୋ’ ପ୍ରିୟ ଭାଇ ଓ ଭଉଣୀମାନେ, ଆମ୍ଭର ମହିମାମୟ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବିଶ୍ୱାସ କର। ଅତଏବ କେତେକ ଲୋକଙ୍କୁ ଅନ୍ୟମାନଙ୍କ ତୁଳନାରେ ଅଧିକ ମହତ୍ତ୍ୱପୂର୍ଣ୍ଣ ବୋଲି ଭାବ ନାହିଁ। 2 ମନେକର, ଜଣେ ଲୋକ ଖୁବ୍ ଦାମିକା ସୁନ୍ଦର ଲୁଗାପଟା ଓ ସୁନା ମୁଦି ପିନ୍ଧି ତୁମ୍ଭର ସଭାକୁ ଆସେ ଓ ଅନ୍ୟ ଗରିବ ଲୋକ ଜଣେ ମଇଳା ପୁରୁଣା ଲୁଗା ପିନ୍ଧି ସେତିକିବେଳେ ଆସେ। 3 ତୁମ୍ଭେ ଦାମିକା ସୁନ୍ଦର ଲୁଗାପଟା ପିନ୍ଧିଥିବା ଲୋକକୁ ଡାକି ବିଶେଷ ଅଭ୍ୟର୍ଥନା ଜଣାଇ କହିଥାଅ: “ଏହି ଭଲ ଆସନରେ ବସନ୍ତୁ।” କିନ୍ତୁ ଗରିବ ଲୋକଟିକୁ କହିଥାଅ: “ତୁମ୍ଭେ ସେଠାରେ ଠିଆ ହୁଅ” ବା “ମୋ’ ଗୋଡ଼ ପାଖର ଭୂଇଁରେ ବସ।” 4 ତୁମ୍ଭେ ଏ କ’ଣ କରୁଛ? ଏହା ଦ୍ୱାରା ତୁମ୍ଭେ କେତେକ ଲୋକଙ୍କୁ ଅନ୍ୟମାନଙ୍କ ତୁଳନାରେ ଅଧିକ ମହତ୍ତ୍ୱ ପ୍ରଦାନ କରୁଛ! ମନ୍ଦ ଅଭିପ୍ରାୟ ରଖି ତୁମ୍ଭେ ନିର୍ଣ୍ଣୟ କରୁଛ ଯେ, କେଉଁ ଲୋକଟି ଅଧିକ ଭଲ।
5 ମୋ’ ପ୍ରିୟ ଭାଇ ଓ ଭଉଣୀମାନେ, ଶୁଣ! ପରମେଶ୍ୱର ବିଶ୍ୱାସରେ ଧନୀ ହେବା ପାଇଁ ପୃଥିବୀର ଗରିବ ଲୋକମାନଙ୍କୁ ବାଛିଛନ୍ତି। ଯେଉଁମାନେ ପରମେଶ୍ୱରଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ସେ ଯେଉଁ ରାଜ୍ୟ ଦେବା ପାଇଁ ପ୍ରତିଜ୍ଞା କରିଥଇଲେ, ସେଥିପାଇଁ ସେମାନଙ୍କୁ ବାଛିଛନ୍ତି। 6 କିନ୍ତୁ ତୁମ୍ଭେ ଗରିବ ଲୋକଙ୍କୁ କୌଣସି ସମ୍ମାନ ଦେଉ ନାହଁ। ଏବଂ ତୁମ୍ଭେ ଜାଣିଛ ଯେ, ଧନୀ ଲୋକମାନେ ତୁମ୍ଭର ଜୀବନକୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରୁଛନ୍ତି ଓ ସେହିମାନେ ତୁମ୍ଭକୁ କଚେରୀକୁ ଟାଣି ନେଇ ଯାଆନ୍ତି। 7 ଏବଂ ଯେଉଁ ମହତ ନାମରେ ତୁମ୍ଭେମାନେ ନାମିତ ହୋଇଅଛ ଓ ଯେ ତୁମ୍ଭମାନଙ୍କୁ ଆପଣାର କରିଅଛନ୍ତି, ସେମାନେ ତାହାଙ୍କର ନିନ୍ଦା କରନ୍ତି।
8 ଗୋଟିଏ ନିୟମ, ଅନ୍ୟ ସମସ୍ତ ନିୟମଗୁଡ଼ିକର ଉପରେ ଆଧିପତ୍ୟ କରେ। ଶାସ୍ତ୍ରରେ ଏହି ରାଜକୀୟ ନିୟମଟି ମିଳେ: “ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।”(A) ଯଦି ତୁମ୍ଭେ ଏହି ନିୟମ ପାଳନ କରୁଛ, ତା'ହେଲେ ତୁମ୍ଭେ ଠିକ୍ କରୁଛ। 9 କିନ୍ତୁ ଯଦି ତୁମ୍ଭେ ଜଣକୁ ଅନ୍ୟ ଜଣକ ତୁଳନାରେ ଅଧିକ ମହତ୍ତ୍ୱ ଦେଉଛ, ତା'ହେଲେ ତୁମ୍ଭେ ପାପ କରୁଛ। ସେହି ରାଜକୀୟ ବ୍ୟବସ୍ଥା ପ୍ରମାଣିତ କରେ ଯେ, ତୁମ୍ଭେ ପରମେଶ୍ୱରଙ୍କ ନିୟମ ଭଙ୍ଗ କରିବାରେ ଦୋଷୀ ଅଟ।
10 ଜଣେ ଲୋକ ହୁଏତ ପରମେଶ୍ୱରଙ୍କ ସବୁ ବ୍ୟବସ୍ଥା ପାଳନ କରୁଥାଇପାରେ, କିନ୍ତୁ ସେ ଯଦି ଗୋଟିଏ ଆଜ୍ଞାର ଅବାଧ୍ୟ ହୁଏ, ତା'ହେଲେ ସେ ବ୍ୟବସ୍ଥାର ସମସ୍ତ ଆଜ୍ଞା ଭଙ୍ଗ କରିବା ଦୋଷରେ ଦୋଷୀ ହୁଏ। 11 ପରମେଶ୍ୱର କହିଛନ୍ତି, “ବ୍ୟଭିଗ୍ଭରର ପାପ କର ନାହିଁ।”(B) ସେହି ପରମେଶ୍ୱର ପୁନଃ କହିଛନ୍ତି, “ହତ୍ୟା କର ନାହିଁ।’’(C) ଅତଏବ, ତୁମ୍ଭେ ଯଦି ବ୍ୟଭିଗ୍ଭର ପାପ କରି ନାହଁ କିନ୍ତୁ ଜଣକୁ ହତ୍ୟା କରିଛ, ତା'ହେଲେ ପରମେଶ୍ୱରଙ୍କ ବ୍ୟବସ୍ଥା ଭାଙ୍ଗିବା ଦୋଷରେ ଦୋଷୀ ହେଲ।
12 ଲୋକମାନଙ୍କୁ ସ୍ୱାଧୀନ କରୁଥିବା ବ୍ୟବସ୍ଥା ଦ୍ୱାରା ତୁମ୍ଭର ବିଗ୍ଭର ହେବ। ପ୍ରତ୍ୟେକ କଥା କହିଲା ବେଳେ ଓ ପ୍ରତ୍ୟେକ କାମ କଲାବେଳେ, ତୁମ୍ଭେ ଏହି କଥା ମନେ ରଖିବା ଉଚିତ୍। 13 ତୁମ୍ଭେ ଅନ୍ୟମାନଙ୍କ ପ୍ରତି ନିଶ୍ଚୟ ଦୟା ଦେଖାଇବା ଉଚିତ୍। ଯଦି ତୁମ୍ଭେ ଦୟା ନ ଦେଖାଇବ, ତା'ହେଲେ ପରମେଶ୍ୱର ବିଗ୍ଭର କଲାବେଳେ ତୁମ୍ଭ ପ୍ରତି ମଧ୍ୟ ସେ ଦୟା ଦେଖାଇବେ ନାହିଁ। କିନ୍ତୁ ଅନ୍ୟମାନଙ୍କୁ ଦୟା ଦେଖାଇଥିବା ବ୍ୟକ୍ତି ତାହାର ବିଗ୍ଭର ହେଲାବେଳେ ନିର୍ଭୟରେ ଠିଆ ହେବ।
2010 by World Bible Translation Center