Revised Common Lectionary (Semicontinuous)
ଏକ ଆରୋହଣ ସଙ୍ଗୀତ।
131 ହେ ସଦାପ୍ରଭୁ, ମୁଁ ଗର୍ବୀ ବା ଅହଙ୍କାରୀ ନୁହେଁ।
ମୁଁ ଗୁରୁତ୍ୱପୂର୍ଣ୍ଣ ଜିନିଷ କରିବା ପାଇଁ ଚେଷ୍ଟା କରୁ ନାହିଁ।
ମୁଁ ମହାନ କାର୍ଯ୍ୟ କିଅବା ବହୁତ ଆଶ୍ଚର୍ଯ୍ୟ କାର୍ଯ୍ୟ କରିବା ପାଇଁ
ଆଗ୍ରହୀ ହୋଇ ନାହିଁ।
2 ମୁଁ ଶାନ୍ତ ଅଟେ, ମୋର ପ୍ରାଣ ଧୀର ଅଟେ।
ଏକ ଶିଶୁ ତା'ର ମା କୋଳରେ ଥିବାପରି
ମୋ’ ପ୍ରାଣ ଶାନ୍ତ ଓ ସୁସ୍ଥିର ଅଟେ।
3 ହେ ଇସ୍ରାଏଲ, ବର୍ତ୍ତମାନ ଏବଂ ଅନନ୍ତକାଳ ପାଇଁ
ସଦାପ୍ରଭୁଙ୍କଠାରେ ବିଶ୍ୱାସ ରଖ।
22 ମିଥ୍ୟାବାଦୀର ଶବ୍ଦଗୁଡ଼ିକ ସଦାପ୍ରଭୁଙ୍କ ଦ୍ୱାରା ଘୃଣିତ ଅଟେ। ମାତ୍ର ଯେଉଁମାନେ ସତ୍ୟ କୁହନ୍ତି, ସେମାନେ ତାଙ୍କର ସୁଖକର ଲୋକମାନେ ଅଟନ୍ତି।
23 ଚତୁର ଲୋକ ଜ୍ଞାନ ଆହରଣ କରେ। ମାତ୍ର ମୂର୍ଖମାନଙ୍କର ମନ ଅଜ୍ଞାନତା ପ୍ରକାଶ କରେ।
24 ଜଣେ କର୍ମଶୀଳଙ୍କ ହସ୍ତ କର୍ତ୍ତୃତ୍ୱ କରିବ, ମାତ୍ର ଅଳସୁଆଲୋକ ଦାସ ହେବ।
25 ମନୁଷ୍ୟର ମନୋବ୍ୟଥା ମନକୁ ନତ କରେ। ମାତ୍ର ମଙ୍ଗଳର ବାକ୍ୟ ତାହାର ହରଷ ଜନ୍ମାଏ।
26 ଧାର୍ମିକ ଲୋକ ଆପଣା ପ୍ରତିବାସୀର ଠିକ୍ ପଥ ପ୍ରଦର୍ଶକ, ମାତ୍ର ଦୁଷ୍ଟମାନଙ୍କ ପଥ ସେମାନଙ୍କୁ ଭୁଲାଏ।
27 ଅଳସୁଆ ମୃଗୟାରେ ଧରିଲା ପଶୁକୁ ପାକ କରେ ନାହିଁ। ମାତ୍ର ମନୁଷ୍ୟମାନଙ୍କର ବହୁମୂଲ୍ୟ ସମ୍ପତ୍ତି ପରିଶ୍ରମର ପକ୍ଷରେ ରହେ।
28 ଧାର୍ମିକତା ରୂପ ପଥରେ ଜୀବନ ଥାଏ। ପୁଣି ତହିଁର ଗମନ ମାର୍ଗରେ ମୃତ୍ୟୁ ନ ଥାଏ।
ତୀମଥି ଓ ଏପାଫ୍ରାଦିତଙ୍କ ବିଷୟରେ ସମ୍ବାଦ
19 ପ୍ରଭୁ ଯୀଶୁଙ୍କଠାରେ ମୁଁ ଆଶାକରେ ଯେ ତୀମଥିଙ୍କୁ ଖୁବ୍ ଶୀଘ୍ର ତୁମ୍ଭମାନଙ୍କ ପାଖକୁ ପଠାଇବି। ତୁମ୍ଭେମାନେ କିପରି ଅଛ ଜାଣି ମୁଁ ଆନନ୍ଦିତ ହେବି। 20 ତୀମଥିଙ୍କ ଭଳି ମୋ’ ପାଖରେ ଆଉ କେହି ଲୋକ ନାହାନ୍ତି। 21 ସେ ପ୍ରକୃତରେ ତୁମ୍ଭ ପାଇଁ ମନୋଯୋଗୀ। ଅନ୍ୟ ଲୋକମାନେ କେବଳ ତାଙ୍କ ନିଜ ଜୀବନ ବିଷୟରେ ଆଗ୍ରହୀ ଅଟନ୍ତି। ଖ୍ରୀଷ୍ଟ ଯୀଶୁଙ୍କ କାର୍ଯ୍ୟରେ ସେମାନେ ଆଗ୍ରହୀ ନୁହନ୍ତି। 22 ତୁମ୍ଭେମାନେ ଜାଣିଛ ଯେ ତୀମଥି କି ପ୍ରକାରର ଲୋକ। ପୁତ୍ର ଯେପରି ପିତାର ସେବା କରେ, ସେହିପରି ସେ ମୋ’ ସହିତ ସୁସମାଗ୍ଭର କହିବା ସମୟରେ ମୋର ସେବା କରିଛନ୍ତି; ଏ କଥା ତୁମ୍ଭେମାନେ ଜାଣ। 23 ମୁଁ ଶୀଘ୍ର ତାହାଙ୍କୁ ପଠାଇବା ଯୋଜନା କରୁଛି। ମୋ’ ସହିତ କ’ଣ ଘଟିବାକୁ ଯାଉଛି, ଜାଣିଲା ପରେ, ମୁଁ ତାଙ୍କୁ ପଠାଇବି। 24 ମୁଁ ନିଶ୍ଚିତ ଯେ ତୁମ୍ଭମାନଙ୍କ ନିକଟକୁ ଶୀଘ୍ର ଯିବା ପାଇଁ ପ୍ରଭୁ ମୋତେ ସାହାଯ୍ୟ କରିବେ।
2010 by World Bible Translation Center