Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 131

ଏକ ଆରୋହଣ ସଙ୍ଗୀତ।

131 ହେ ସଦାପ୍ରଭୁ, ମୁଁ ଗର୍ବୀ ବା ଅହଙ୍କାରୀ ନୁହେଁ।
    ମୁଁ ଗୁରୁତ୍ୱପୂର୍ଣ୍ଣ ଜିନିଷ କରିବା ପାଇଁ ଚେଷ୍ଟା କରୁ ନାହିଁ।
ମୁଁ ମହାନ କାର୍ଯ୍ୟ କିଅବା ବହୁତ ଆଶ୍ଚର୍ଯ୍ୟ କାର୍ଯ୍ୟ କରିବା ପାଇଁ
    ଆଗ୍ରହୀ ହୋଇ ନାହିଁ।
ମୁଁ ଶାନ୍ତ ଅଟେ, ମୋର ପ୍ରାଣ ଧୀର ଅଟେ।
    ଏକ ଶିଶୁ ତା'ର ମା କୋଳରେ ଥିବାପରି
    ମୋ’ ପ୍ରାଣ ଶାନ୍ତ ଓ ସୁସ୍ଥିର ଅଟେ।

ହେ ଇସ୍ରାଏଲ, ବର୍ତ୍ତମାନ ଏବଂ ଅନନ୍ତକାଳ ପାଇଁ
    ସଦାପ୍ରଭୁଙ୍କଠାରେ ବିଶ୍ୱାସ ରଖ।

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 26:1-6

ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ପ୍ରଶଂସାଗୀତି

26 ସେଦିନ, ଯିହୁଦା ଦେଶରେ ଏହି ଗୀତ ଗାନ କରାଯିବ।

ଆମ୍ଭମାନଙ୍କର ଏକ ସୁଦୃଢ଼ ନଗର ଅଛି।
    ସଦାପ୍ରଭୁ ଆମ୍ଭମାନଙ୍କର ମୁକ୍ତିଦାତା।
    ସଦାପ୍ରଭୁ ଆମ୍ଭମାନଙ୍କ ଏକ ବଡ଼, ଉଚ୍ଚ ପ୍ରାଚୀର ଓ ଗୋଟିଏ ଦୃଢ଼ ନଗର ତିଆରି କରିବେ।
ସେହି ଦ୍ୱାର ଉନ୍ମୁକ୍ତ କର ଯେପରି ଧାର୍ମିକ
    ଓ ପରମେଶ୍ୱରଙ୍କ ଶିକ୍ଷାସମୂହ ପାଳନକାରୀ ପ୍ରବେଶ କରି ପାରିବେ।

ହେ ସଦାପ୍ରଭୁ, ଯେଉଁମାନେ ତୁମ୍ଭ ଉପରେ ନିର୍ଭର କରନ୍ତି
    ଓ ବିଶ୍ରାମ କରନ୍ତି, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତିରେ ରଖିବ।

ତେଣୁ ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ସଦାକାଳ ନିର୍ଭର ରଖ,
    କାରଣ ସଦାପ୍ରଭୁଙ୍କ ସହିତ ଅନନ୍ତକାଳୀନ ଶୈଳ ଅଛି।
ମାତ୍ର ସେ ଉନ୍ନତ ନଗରକୁ ଅବନତ କରିବେ
    ଓ ଊର୍ଦ୍ଧ୍ୱସ୍ଥିତ ସେହି ଲୋକମାନଙ୍କୁ ଦଣ୍ଡ ଦେବେ।
    ସେମାନଙ୍କୁ ଭୂମିସାତ୍ କରି ଧୂଳିରେ ମିଶାଇ ଦେବେ।
ତା'ପରେ ଦରିଦ୍ର ଓ ନମ୍ର ଲୋକମାନେ ସେହି ଧ୍ୱଂସ ସ୍ଥାନ ଉପରେ ବିଚରଣ କରିବେ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 2:25-30

25 ଏପାଫ୍ରାଦିତ ଖ୍ରୀଷ୍ଟଙ୍କଠାରେ ମୋର ଭାଇ। ସେ ମୋ’ ସହିତ ଖ୍ରୀଷ୍ଟ-ବାହିନୀର ଜଣେ ସେବକ ଓ କାର୍ଯ୍ୟକାରୀ। ମୋ’ ଦରକାର ବେଳେ ତୁମ୍ଭେମାନେ ତାହାଙ୍କୁ ମୋ’ ସାହାଯ୍ୟ ପାଇଁ ପଠାଇଥିଲ। ମୁଁ ଭାବୁଛି ଏବେ ପୁନର୍ବାର ମୁଁ ତାହାଙ୍କୁ ତୁମ୍ଭ ପାଖକୁ ଫେରାଇ ଦେବି। 26 ସେ ତୁମ୍ଭମାନଙ୍କୁ ଦେଖିବାକୁ ବହୁତ ଇଚ୍ଛୁକ, ସେଥିପାଇଁ ମୁଁ ତାହାଙ୍କୁ ପଠାଉଛି। ସେ ଅସୁସ୍ଥ ଥିଲେ ବୋଲି ତୁମ୍ଭେ ଶୁଣି ଥିବା ହେତୁ ସେ ଚିନ୍ତିତ ଥିଲେ। 27 ସେ ଅସୁସ୍ଥ ଥିଲେ ଓ ମୃତ୍ୟୁର ଦ୍ୱାର ଦେଶରେ ଥିଲେ। କିନ୍ତୁ ପରମେଶ୍ୱର ତାହାଙ୍କୁ ଓ ମୋତେ ମଧ୍ୟ ସାହାଯ୍ୟ କଲେ, ଯେପରି ମୋ’ ପାଇଁ ଅଧିକ ଦୁଃଖ ନ ଘଟେ। 28 ତେଣୁ ମୁଁ ତାହାଙ୍କୁ ପଠାଇବାକୁ ଅତିଶୟ ଇଚ୍ଛା କରେ। ତୁମ୍ଭେ ମଧ୍ୟ ତାହାଙ୍କୁ ଦେଖିଲେ ଖୁସୀ ହେବ, ମୁଁ ମଧ୍ୟ ତୁମ୍ଭ ବିଷୟରେ ଚିନ୍ତାମୁକ୍ତ ହେବି। 29 ସେଥିପାଇଁ ପ୍ରଭୁଙ୍କଠାରେ ଆନନ୍ଦର ସହିତ ତାହାଙ୍କୁ ସ୍ୱାଗତ ଜଣାଅ। ଏପାଫ୍ରାଦିତଙ୍କ ଭଳି ଲୋକମାନଙ୍କୁ ତୁମ୍ଭେମାନେ ସମ୍ମାନ ଦିଅ। 30 ଖ୍ରୀଷ୍ଟଙ୍କ କାମ ପାଇଁ ସେ ମୃତପ୍ରାୟ ହୋଇ ଯାଇଥିବାରୁ ସମ୍ମାନିତ ହେବା ଉଚିତ୍। ମୋତେ ସାହାଯ୍ୟ କରିବା ପାଇଁ ସେ ନିଜ ଜୀବନକୁ ବିପଦରେ ପକାଇଥିଲେ। ତୁମ୍ଭେ ଦେଖିଥିବା ସେବାରେ ଯାହା କମ୍ ରହି ଯାଇଥିଲା, ସେତିକି ସେ ପୂରଣ କରିଦେଇଥିଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center