Revised Common Lectionary (Semicontinuous)
104 ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର!
ହେ ସଦାପ୍ରଭୁ, ମୋର ପରମେଶ୍ୱର, ତୁମ୍ଭେ ମହାନ।
ତୁମ୍ଭେ ସମ୍ଭ୍ରମ ଓ ଐଶ୍ୱର୍ଯ୍ୟରେ ବିଭୂଷିତ।
2 ତୁମ୍ଭେ ରାଜବସ୍ତ୍ର, ପରି ଦିପ୍ତୀ ପରିଧାନ କର।
ତୁମ୍ଭେ ପରଦା ପରି ଆକାଶମଣ୍ଡଳ ବିସ୍ତାର କରିଅଛ।
3 ତୁମ୍ଭେ ଆକାଶର ଜଳରାଶି ଉପରେ ଘର କଲ।
ତୁମ୍ଭେ ମେଘମାଳାକୁ ଆପଣା ରଥପରି କରିଅଛ।
ତୁମ୍ଭେ ବାୟୁ ରୂପକ ପକ୍ଷ ଦ୍ୱାରା ଆକାଶରେ ଗମନାଗମନ କରୁଅଛ।
4 ହେ ପରମେଶ୍ୱର, ତୁମ୍ଭେ ଆପଣା ଦୂତମାନଙ୍କୁ ବାୟୁ ପରି କର
ଓ ତୁମ୍ଭର ସେବକମାନଙ୍କୁ ଅଗ୍ନି[a] ସଦୃଶ କର।
5 ହେ ପରମେଶ୍ୱର, ତୁମ୍ଭେ ପୃଥିବୀର ଭିତ୍ତିପ୍ରସ୍ତର ଏପରି ସ୍ଥାପନ କରିଅଛ
ଯେ ତାହା ମୂଳରୁ କେବେ ଧକ୍କା ହେବ ନାହିଁ।
6 ତୁମ୍ଭେ ତାହାକୁ ବାରିଧିର କମଳ ତୁଲ୍ୟ ଆଚ୍ଛାଦନ କଲ।
ପର୍ବତଗଣ ଉପରେ ଜଳରାଶି ଆଚ୍ଛାଦିତ ହେଲା।
7 କିନ୍ତୁ ତୁମ୍ଭେ ଆଜ୍ଞା ଦେଲ ଓ ଜଳରାଶି ସେଠାରୁ ଛାଡ଼ି ପଳାଇଲା।
ହେ ପରମେଶ୍ୱର, ତୁମ୍ଭେ ଜଳରାଶିକୁ ପାଟିକଲ ଓ ତାହା ପଳାଇଲା।
8 ସେହି ପାଣିସବୁ ପର୍ବତ ଉପରୁ ଉପତ୍ୟକାକୁ ବହିଗଲା
ଏବଂ ତା'ପରେ ତୁମ୍ଭେ ସୃଷ୍ଟି କରିଥିବା ସ୍ଥାନକୁ ବହିଗଲା।
9 ତୁମ୍ଭେ ସମୁଦ୍ର ପାଇଁ ସୀମା ନିର୍ଦ୍ଧାରିତ କଲ।
ଯେପରିକି ସେମାନେ ତାହା ଅତିକ୍ରମ କରି ପାରିବେ ନାହିଁ।
ଜଳରାଶି କେବେ ସୀମା ଲଙ୍ଘନ କରି ପୃଥିବୀକୁ ଆଚ୍ଛାଦନ କରି ପାରିବ ନାହିଁ।
10 ପରମେଶ୍ୱର, ତୁମ୍ଭେ ହିଁ ଝରଣାରୁ ଜଳର ସ୍ରୋତ ବୁହାଇଲ।
ଏହା ପର୍ବତଗଣର ସ୍ରୋତରେ ମିଶି ବହିଯାଏ।
11 ଏହି ଜଳ ବନ୍ୟ ପଶୁଗଣକୁ ଜଳ ଯୋଗାଏ।
ବନ୍ୟ ଗର୍ଦ୍ଦଭମାନେ ତହିଁରେ ନିଜ ନିଜର ତୃଷା ନିବାରଣ କରନ୍ତି।
12 ବନ୍ୟ ପକ୍ଷୀଗଣ ଜଳାଶୟ ନିକଟରେ ବାସ କରିବା ପାଇଁ ଆସନ୍ତି।
ସେହି ପକ୍ଷୀଗୁଡ଼ିକ ଜଳାଶୟ ପାଖରେ ଥିବା ବୃକ୍ଷର ଡାଳମାନଙ୍କରେ ଥାଇ ଗୀତ ଗାଆନ୍ତି।
13 ତୁମ୍ଭେ ତୁମ୍ଭର ପର୍ବତ ଗୁଡ଼ିକର ପାଦ ଦେଶରେ ବୃଷ୍ଟି କରାଅ।
କାରଣ ଯାହାସବୁ ତୁମ୍ଭେ କର, ପୃଥିବୀ ଦରକାର କରୁଥିବା ସବୁ ଜିନିଷ ଏହା ମଧ୍ୟରେ ଅଛି।
14 ତୁମ୍ଭେ ପଶୁଗଣଙ୍କ ନିମନ୍ତେ ତୃଣ
ଓ ମନୁଷ୍ୟର ସେବା ନିମନ୍ତେ ବୃକ୍ଷ ଅଙ୍କୁରିତ କର।
ଏହିପରି ଭାବରେ ସେମାନେ ପୃଥିବୀରୁ ଖାଦ୍ୟ ପାଆନ୍ତି।
15 ହୃଦୟ ଚିତ୍ତ ଆନନ୍ଦକାରୀ ଦ୍ରାକ୍ଷାରସ ଦିଅ,
ଆମ୍ଭମାନଙ୍କର ମୁହଁ ଚିକ୍କଣକାରୀ ତୈଳ
ଓ ମନୁଷ୍ୟକୁ ଶକ୍ତିଶାଳୀ କରୁଥିବା ଖାଦ୍ୟ ଦିଅ।
16 ଲିବାନୋନ୍ର ମହାନ ବୃକ୍ଷଗୁଡ଼ିକ ପ୍ରଚୁର ପରିମାଣରେ ବର୍ଷା ପାଆନ୍ତି।
ସଦାପ୍ରଭୁ ସେହି ବୃକ୍ଷଗୁଡ଼ିକୁ ରୋପଣ କରିଥିଲେ ଓ ସେମାନଙ୍କର ଆବଶ୍ୟକତାନୁଯାୟୀ ପାଣି ଦେଉଥିଲେ।
17 ସେହି ବୃକ୍ଷଗୁଡ଼ିକ ମଧ୍ୟରେ ପକ୍ଷୀଗଣ ଆପଣା ଆପଣା ବସା ନିର୍ମାଣ କରନ୍ତି।
ସାରସ ପକ୍ଷୀ ସୋନେବର ବୃକ୍ଷରେ ବାସ କରନ୍ତି।
18 ଉଚ୍ଚ ପର୍ବତଶ୍ରେଣୀ ବନ୍ୟ ଛାଗମାନଙ୍କ ବାସସ୍ଥାନ ଅଟେ।
ଶୈଳସବୁ ଶାଫନର[b] ଆଶ୍ରୟ।
19 ପରମେଶ୍ୱର ଋତୁ ନିରୂପଣ ନିମନ୍ତେ ଚନ୍ଦ୍ର ସୃଷ୍ଟି କରିଛନ୍ତି।
ସୂର୍ଯ୍ୟ ଆପଣା ଅସ୍ତଗମନ ଜାଣେ।
20 ତୁମ୍ଭେ ଅନ୍ଧକାର କଲେ ରାତ୍ରି ହୁଏ।
ତହିଁରେ ସକଳ ବନ୍ୟପଶୁ ବାହାରି ଭ୍ରମଣ କରନ୍ତି।
21 ଯୁବା ସିଂହଗଣ ମୃଗୟା ଚେଷ୍ଟାରେ ଗର୍ଜନ କରନ୍ତି।
ସତେ ଯେପରି ସେମାନେ ପରମେଶ୍ୱରଙ୍କଠାରୁ ଆହାର ଲୋଡ଼ନ୍ତି।
22 ସୂର୍ଯ୍ୟୋଦୟ ହେଲେ ସେମାନେ ନିଜ ନିଜ ବସାକୁ ଗ୍ଭଲିଯା’ନ୍ତି।
ଏବଂ ନିଜ ନିଜ ବସାରେ ବିଶ୍ରାମ କରନ୍ତି।
23 ଏହା ପରେ ମନୁଷ୍ୟ ତା'ର କାମକୁ ବାହାରେ
ଏବଂ ସେ ସନ୍ଧ୍ୟା ପର୍ଯ୍ୟନ୍ତ କାମ କରେ।
24 ସଦାପ୍ରଭୁ, ତୁମ୍ଭେ କେତେ ଜିନିଷ ତିଆରି କରିଅଛ।
ପୃଥିବୀ ତୁମ୍ଭ ସୃଷ୍ଟି ବସ୍ତୁରେ ପରିପୂର୍ଣ୍ଣ ଅଛି।
ଜ୍ଞାନ ବଳରେ ତୁମ୍ଭେ ସେସବୁ ଜିନିଷ ତିଆରି କରିଅଛ।
25 ମହାସାଗରକୁ ଦେଖ, ଏହା କେତେ ମହାନ!
ବହୁତ ଛୋଟ ଏବଂ ବଡ଼ ଜୀବ ସେଥିରେ ବାସ କରୁଛନ୍ତି।
ସେଗୁଡ଼ିକୁ ଗଣନା କରି ହେବ ନାହିଁ।
26 ତହିଁରେ ଜାହାଜ ଯାତାୟାତ କରେ।
ତହିଁରେ ଖେଳିବା ପାଇଁ
ତୁମ୍ଭର ସୃଷ୍ଟି ଲିବିୟାଥନ୍ ଥାଏ।
27 ଏ ସମସ୍ତ ପ୍ରାଣୀ ତୁମ୍ଭ ଉପରେ ନିର୍ଭର କରନ୍ତି,
ଯେପରିକି ଠିକ୍ ସମୟରେ ତୁମ୍ଭେ ସେମାନଙ୍କୁ ଖାଦ୍ୟ ପ୍ରଦାନ କରିବ,
28 ତୁମ୍ଭେ ସେମାନଙ୍କୁ ଖାଦ୍ୟ ଦିଅ, ଯାହା ସେମାନେ ସଂଗ୍ରହ କରନ୍ତି।
ତୁମ୍ଭେ ତୁମ୍ଭର ହସ୍ତ ଖୋଲି ଦିଅ, ସେମାନେ ପରିତୃପ୍ତ ହେବା ପର୍ଯ୍ୟନ୍ତ ଏଥିରୁ ଭୋଜନ କରିବେ।
29 ଏବଂ ତୁମ୍ଭେ ଯେତେବେଳେ ସେମାନଙ୍କର ବିମୁଖ ହୁଅ ସେମାନେ ଭୟଭୀତ ହୁଅନ୍ତି।
ଯେତେବେଳେ ତୁମ୍ଭେ ସେମାନଙ୍କର ନିଃଶ୍ୱାସ ପ୍ରଶ୍ୱାସ ନେଇଯାଅ,
ସେମାନେ ଦୁର୍ବଳ ଓ ମୃତ୍ୟୁ ହୋଇ ଯାଆନ୍ତି,
ପୁଣି ସେମାନଙ୍କ ଶରୀର ଧୂଳିରେ ପରିଣତ ହୁଏ।
30 ହେ ସଦାପ୍ରଭୁ, ତୁମ୍ଭେ ଯେତେବେଳେ ଆପଣା ଆତ୍ମା ପଠାଅ, ସେତେବେଳେ ନୂତନ ସୃଷ୍ଟି ହେବ।
ଏବଂ ତୁମ୍ଭେ ପୁଣି ସମସ୍ତ ନୂତନ ଜିନିଷ ପୃଥିବୀରେ ସୃଷ୍ଟି କର।
31 ସଦାପ୍ରଭୁଙ୍କର ମହିମା ଅନନ୍ତକାଳ ଥାଉ!
ସଦାପ୍ରଭୁ ଆପଣା ଦୃଷ୍ଟିରେ ଆନନ୍ଦିତ ହୁଅନ୍ତୁ।
32 ସଦାପ୍ରଭୁ ପୃଥିବୀକୁ ଗ୍ଭହିଁଲେ ପୃଥିବୀ କମ୍ପିତ ହୁଏ।
ସେ ପର୍ବତକୁ ସ୍ପର୍ଶକଲେ ସେଥିରୁ ଧୂଆଁ ନିର୍ଗତ ହୁଏ।
33 ମୁଁ ଜୀବନସାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି।
ମୁଁ ବଞ୍ଚିଥିବା ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ପ୍ରଶଂସା ଗାନ କରିବି।
34 ମୁଁ ଆଶାକରେ ମୁଁ ଯାହାସବୁ କହିଲି ତାହା ଆନନ୍ଦ ଦେବ।
ମୁଁ ସଦାପ୍ରଭୁଙ୍କ ପାଇଁ ଆନନ୍ଦିତ ହେବି।
35 ପାପୀମାନେ ପୃଥିବୀରୁ ଉଭେଇ ଯାଆନ୍ତୁ।
ସବୁଦିନ ପାଇଁ ଦୁଷ୍ଟ ଲୋକମାନେ ନିଶେଷ ହୁଅନ୍ତୁ।
ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର!
ସଦାପ୍ରଭୁଙ୍କର ପ୍ରଶଂସା କର।
ଏଲିୟ ଓ ଅନାବୃଷ୍ଟି ସମୟ
17 ଏଲିୟ ତିଶ୍ବୀୟର ଭବିଷ୍ୟଦ୍ବକ୍ତା ଗିଲିୟଦରେ ରାଜା ଆହାବଙ୍କୁ କହିଲେ, ଗିଲିୟଦର ପ୍ରବାସୀ ତିଶ୍ବୀୟ ଏଲିୟ ଭବିଷ୍ୟଦ୍ବକ୍ତା ରାଜା ଆହାବଙ୍କୁ କହିଲେ, “ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କର ସେବା କରେ। ତାଙ୍କର ଶକ୍ତି ଅନୁସାରେ ମୁଁ ପ୍ରତିଜ୍ଞା କରୁଛି ଆସନ୍ତା କିଛି ବର୍ଷ ଦେଶରେ କାକର କି ବୃଷ୍ଟିପାତ ହେବ ନାହିଁ। ଯଦି ମୁଁ ଆଦେଶ ଦିଏ ତେବେ ବର୍ଷା ହେବ।”
2 ତତ୍ପରେ ସଦାପ୍ରଭୁ ଏଲିୟଙ୍କୁ କହିଲେ, 3 “ତୁମ୍ଭେ ଏ ସ୍ଥାନ ଛାଡ଼ି ପୂର୍ବ ଦିଗକୁ ଯାଅ ଓ ଯର୍ଦ୍ଦନ ପୂର୍ବ ପାରିସ୍ଥ କରୀତ୍ ନଦୀ ନିକଟରେ ନିଜକୁ ଲୁଗ୍ଭଅ। 4 ସେହି ନଦୀରୁ ତୁମ୍ଭେ ଜଳପାନ କରିବ। ତୁମ୍ଭକୁ ଖାଦ୍ୟ ଯୋଗାଇବା ପାଇଁ ଆମ୍ଭେ କାଉମାନଙ୍କୁ ଆଜ୍ଞା ଦେଉଛୁ।” 5 ଏଲିୟ ସଦାପ୍ରଭୁଙ୍କ ଆଜ୍ଞାନୁସାରେ କାର୍ଯ୍ୟ କଲେ। ସେ ଯର୍ଦ୍ଦନ ପୂର୍ବପାରିସ୍ଥ କରୀତ୍ ନଦୀ ନିକଟକୁ ଯାଇ ବାସ କଲେ। 6 ପୁଣି କାଉମାନେ ପ୍ରାତଃକାଳରେ ରୋଟୀ ଓ ମାଂସ ଓ ସନ୍ଧ୍ୟାବେଳେ ରୋଟୀ ଓ ମାଂସ ତାଙ୍କ ପାଇଁ ଆଣିଲେ। ଆଉ ସେ ନଦୀରୁ ଜଳପାନ କଲେ।
7 ଅନାବୃଷ୍ଟି ହେତୁ କିଛି କାଳପରେ ଝରଣାଗୁଡ଼ିକ ଶୁଷ୍କ ହୋଇଗଲା। 8 ତତ୍ପରେ ସଦାପ୍ରଭୁ ଏଲିୟକୁ କହିଲେ, 9 “ସୀଦୋନର ସାରିଫତ୍କୁ ଯାଇ ସେଠାରେ ବାସ କର। ସେଠାରେ ଥିବା ଜଣେ ବିଧବାଙ୍କୁ ଆମ୍ଭେ ଆଜ୍ଞା ଦେଇଅଛୁ, ସେ ତୁମ୍ଭକୁ ଭରଣ ପୋଷଣ କରିବ।”
10 ତେଣୁ ଏଲିୟ ସାରିଫତ୍କୁ ଗଲେ। ସେ ନଗର ଦ୍ୱାର ନିକଟରେ ଏକ ବିଧବା ସ୍ତ୍ରୀକୁ କାଠ ସଂଗ୍ରହ କରୁଥିବାର ଦେଖିଲେ। ଏଲିୟ ତାକୁ କହିଲେ, “ତୁମ୍ଭ ପାତ୍ରରେ କିଛି ଜଳ ପିଇବାକୁ ଆଣ।” 11 ସେ ପାଣି ଆଣିବାକୁ ଯାଉଥିବା ବେଳେ ଏଲିୟ ପୁନର୍ବାର ଡାକି କହିଲେ, “ମୋର ଅନୁରୋଧ ମୋ’ ପାଇଁ ଖଣ୍ଡେ ରୋଟୀ ମଧ୍ୟ ଆଣ।”
12 ବିଧବାଟି ଉତ୍ତର ଦେଲା, “ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କ ନାମରେ ମୁଁ ପ୍ରତିଜ୍ଞା କରି କହୁଛି, ମୋ’ ପାଖରେ ଖଣ୍ଡେ ହେଲେ ରୋଟୀ ନାହିଁ, କେବଳ କଳସରେ ମୁଠିଏ ମଇଦା ଓ ପାତ୍ରରେ ଅଳ୍ପ ତେଲ ଅଛି। ଆଉ ଦେଖ, ମୁଁ ଦୁଇଖଣ୍ତ କାଠ ସଂଗ୍ରହ କରୁଛି, ତାକୁ ନେଲେ ମୋ’ ପାଇଁ ଓ ମୋ’ ପୁତ୍ର ପାଇଁ ପାକ କରି ଖାଇବୁ ଓ ତା'ପରେ କ୍ଷୁଧାରେ ମରିବୁ।”
13 ଏଲିୟ ସେହି ବିଧବାକୁ କହିଲେ, “ଦୁଃଖ କର ନାହିଁ। ଘରକୁ ଯାଇ ତୁମ୍ଭ କହିବାନୁସାରେ ଖାଦ୍ୟ ପ୍ରସ୍ତୁତ କର। କିନ୍ତୁ ପ୍ରଥମେ ଏକ ଛୋଟ ପିଠା କରି ମୋ’ ନିକଟକୁ ଆଣ। ତା'ପରେ ତୁମ୍ଭ ପାଇଁ ଓ ତୁମ୍ଭ ପୁତ୍ର ପାଇଁ ପ୍ରସ୍ତୁତ କର। 14 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ଯେପର୍ଯ୍ୟନ୍ତ ସଦାପ୍ରଭୁ ବର୍ଷା ନ ପଠାନ୍ତି ସେ ପର୍ଯ୍ୟନ୍ତ କଳସରେ ମଇଦା ଶୂନ୍ୟ ହେବ ନାହିଁ କି ପାତ୍ରରେ ତୈଳର ଅଭାବ ରହିବ ନାହିଁ।’”
15 ତେଣୁ ସେ ସ୍ତ୍ରୀଲୋକଟି ଘରକୁ ଗଲା ଓ ଏଲିୟଙ୍କ ବାକ୍ୟାନୁସାରେ କାର୍ଯ୍ୟ କଲା। ଏଲିୟ, ସେହି ସ୍ତ୍ରୀଲୋକ ଓ ତା'ର ପୁତ୍ର ପାଇଁ ଅନେକ ଦିନ ପର୍ଯ୍ୟନ୍ତ ଯଥେଷ୍ଟ ଭୋଜନ କରିବାକୁ ଥିଲା। 16 ସେହି ମଇଦା କଳସ ଓ ତୈଳପାତ୍ର କେବେ ଶୂନ୍ୟ ହେଲା ନାହିଁ। ସଦାପ୍ରଭୁ ଏଲିୟ ମାଧ୍ୟମରେ ଯାହାସବୁ କହିଥିଲେ ସେ ସମସ୍ତ ଘଟିଲା।
6 ଭାଇ ଓ ଭଉଣୀମାନେ! ଏ ସମସ୍ତ କହିଲା ବେଳେ ମୁଁ ଆପଲ୍ଲଙ୍କୁ ଓ ନିଜକୁ ଉଦାହରଣ ସ୍ୱରୂପ ବ୍ୟବହାର କରୁଛି ଯେପରି ତୁମ୍ଭେମାନେ ଶାସ୍ତ୍ରାଂଶ ଶବ୍ଦ ଗୁଡ଼ିକର ଅର୍ଥ ଆମ୍ଭଠାରୁ ଜାଣି ପାରିବ, “ତେବେ ଶାସ୍ତ୍ରରେ ଯାହା ଲେଖା ଯାଇଛି କେବଳ ତହିଁର ବାଧ୍ୟ ହୁଅ। ତା'ହେଲେ ତୁମ୍ଭେମାନେ ଜଣକ ନିମନ୍ତେ ଗର୍ବ କରିବ ନାହିଁ ବା ଅନ୍ୟଜଣକୁ ଘୃଣା କରିବ ନାହିଁ।” 7 କିଏ କହୁଛି ଯେ, ତୁମ୍ଭେମାନେ ଅନ୍ୟମାନଙ୍କ ତୁଳନାରେ ଭଲ? ଯାହାକିଛି ତୁମ୍ଭମାନଙ୍କ ପାଖରେ ଅଛି, ତାହା ତୁମ୍ଭକୁ ଦିଆଯାଇଛି। ତେବେ ଯଦି ସମସ୍ତ ବିଷୟ ତୁମ୍ଭମାନଙ୍କ ପାଖରେ ଅଛି। ତାହା ତୁମକୁ ଦିଆଯାଇଛି। ତେବେ ଯଦି ସମସ୍ତ ବିଷୟ ତୁମ୍ଭମାନଙ୍କୁ ଦିଆଯାଇଛି, ତା'ହେଲେ ସେଗୁଡ଼ିକ ତୁମ୍ଭେମାନେ ନିଜ ଶକ୍ତି ଦ୍ୱାରା ପାଇଛ ବୋଲି ଗର୍ବ କରୁଛ।
8 ତୁମ୍ଭେମାନେ ଭାବୁଛ ଯେ ତୁମ୍ଭମାନଙ୍କର ସମସ୍ତ ଆବଶ୍ୟକୀୟ ବିଷୟ ତୁମ୍ଭମାନଙ୍କ ପାଖରେ ଅଛି। ତୁମ୍ଭେ ନିଜକୁ ଧନ୍ୟ ବୋଲି ମନେ କରୁଛ। ତୁମ୍ଭେମାନେ ଆମ୍ଭ ବିନା ରାଜା ହୋଇ ଯାଇଛ ବୋଲି ଭାବୁଛ। ହଁ, ତୁମ୍ଭେମାନେ ପ୍ରକୃତରେ ରାଜା ହୋଇଥିଲେ ଭଲ ହୋଇଥା’ନ୍ତା। ତା'ହେଲେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ସହିତ ରାଜତ୍ୱ କରିଥାଆନ୍ତୁ। 9 କିନ୍ତୁ ମୋର ମନେ ହୁଏ ଯେ, ପରମେଶ୍ୱର ଆମ୍ଭ ପ୍ରେରିତମାନଙ୍କୁ ସର୍ବଶେଷରେ ରଖିଅଛନ୍ତି। ଆମ୍ଭେମାନେ ଯେପରି ମୃତ୍ୟୁଦଣ୍ଡରେ ଦଣ୍ଡିତ କରା ହୋଇଛୁ ଏବଂ ସମସ୍ତ ଜଗତ ଏହା ଦେଖୁଛନ୍ତି। ସମଗ୍ର ଜଗତ, ସ୍ୱର୍ଗଦୂତ ଓ ଲୋକମାନଙ୍କ ସମ୍ମୁଖରେ ଆମ୍ଭେମାନେ ଯେପରି ଏକ ନାଟକ କରୁଛୁ। 10 ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ପାଇଁ ମୂର୍ଖ ହୋଇଛୁ। କିନ୍ତୁ ତୁମ୍ଭେମାନେ ନିଜକୁ ଖ୍ରୀଷ୍ଟଙ୍କଠାରେ ବୁଦ୍ଧିମାନ୍ ବୋଲି ଭାବୁଛ। ଆମ୍ଭେ ଦୁର୍ବଳ, ତୁମ୍ଭେମାନେ ନିଜକୁ ବଳବାନ ମନେ କରୁଛ। ଲୋକେ ତୁମ୍ଭମାନଙ୍କୁ ସମ୍ମାନ ଦିଅନ୍ତି କିନ୍ତୁ ଆମ୍ଭମାନଙ୍କୁ ସମ୍ମାନ ଦିଅନ୍ତି ନାହିଁ। 11 ଏପରିକି ବର୍ତ୍ତମାନ ସୁଦ୍ଧା ଆମ୍ଭେ ଭୋକ ଓ ଶୋଷରେ ଅଛୁ, ଓ ବସ୍ତ୍ରହୀନ ଅଟୁ। ଆମ୍ଭକୁ ଅଧିକାଂଶ ସମୟରେ ପ୍ରହାର କରାଯାଇଛି। ଆମ୍ଭର ଘର ନାହିଁ। 12 ଆମ୍ଭର ଲାଗି ଆମ୍ଭେ ହାତରେ କାମ କରୁଛୁ, ଅତି କଠିନ ପରିଶ୍ରମ କରୁଛୁ। 13 ଲୋକମାନଙ୍କଠାରୁ ଅଭିଶାପ ପାଇ ମଧ୍ୟ ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରୁଛୁ। ଲୋକେ ଆମ୍ଭକୁ ତାଡ଼ନା କରୁଛନ୍ତି, ଆମ୍ଭେ ସହୁଛୁ। ଏପରିକି ଯେଉଁମାନେ ଆମ୍ଭର ମିଥ୍ୟାପବାଦ କରନ୍ତି, ଆମ୍ଭେ ସେମାନଙ୍କୁ ନମ୍ରଭାବେ କଥା କହୁ। ଆଜି ପର୍ଯ୍ୟନ୍ତ ଲୋକେ ଆମ୍ଭକୁ ସମଗ୍ର ସଂସାରର ମଇଳା ଧୂଳି ସଦୃଶ ବ୍ୟବହାର କରୁଛନ୍ତି।
14 ତୁମ୍ଭମାନଙ୍କୁ ଲଜ୍ଜିତ କରିବା ପାଇଁ ମୁଁ ଏହା ଲେଖୁ ନାହିଁ। ବରଂ ନିଜର ପ୍ରିୟ ସନ୍ତାନ ବୋଲି ଭାବି ତୁମ୍ଭମାନଙ୍କୁ ସଚେତନ କରାଉଛି। 15 ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କର ଦଶ ହଜାର ଶିକ୍ଷକ ଥାଇ ପାରନ୍ତି, କିନ୍ତୁ ତୁମ୍ଭମାନଙ୍କର ଅନେକ ପିତା ନାହାନ୍ତି, ସୁସମାଗ୍ଭର ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କ ସକାଶେ ମୁଁ ତୁମ୍ଭମାନଙ୍କର ପିତା ହୋଇଛି। 16 ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରେ ଯେ, ତୁମ୍ଭେମାନେ ମୋ’ ପରି ହୁଅ। 17 ସେଥିପାଇଁ ତୀମଥିଙ୍କୁ ତୁମ୍ଭମାନଙ୍କ ପାଖକୁ ପଠାଇଛି। ସେ ଖ୍ରୀଷ୍ଟରେ ମୋହର ସନ୍ତାନ। ମୁଁ ତୀମଥିଙ୍କୁ ଭଲ ପାଏ। ସେ ବିଶ୍ୱାସ ଯୋଗ୍ୟ। ଖ୍ରୀଷ୍ଟ ଯୀଶୁଙ୍କ ପାଇଁ ମୁଁ କିପରି ଜୀବନଯାପନ କରୁଛି ତାହା ସେ ତୁମ୍ଭମାନଙ୍କୁ ସ୍ମରଣ କରାଇ ଦେବେ। ମୁଁ ସବୁ ମଣ୍ଡଳୀରେ ସର୍ବତ୍ର ଏହି ଶିକ୍ଷା ପ୍ରଦାନ କରୁଛି।
18 ତୁମ୍ଭମାନଙ୍କ ଭିତରୁ ଅନେକ ଅହଂକାରୀ ହୋଇ ଯାଇଛ। ଏହାଭାବି ତୁମ୍ଭେମାନେ ଗର୍ବ କର ଯେ ମୁଁ ତୁମ୍ଭମାନଙ୍କ ପାଖକୁ ଆଉ କେବେ ଯିବି ନାହିଁ। 19 କିନ୍ତୁ ଖୁବ୍ ଶୀଘ୍ର ମୁଁ ତୁମ୍ଭମାନଙ୍କ ପାଖକୁ ଯିବି, ଓ ଅହଂକାର କରୁଥିବା ଲୋକମାନେ କ’ଣ ଅଧିକ କାର୍ଯ୍ୟ କରୁଛନ୍ତି ତାହା ମୁଁ ଦେଖିବାକୁ ଗ୍ଭହେଁ। 20 ଏହା ମୁଁ ଦେଖିବାକୁ ଇଚ୍ଛାକରେ, କାରଣ ପରମେଶ୍ୱରଙ୍କ ରାଜ୍ୟ କେବଳ କଥାରେ କହିବା ବିଷୟ ବସ୍ତୁ ନୁହେଁ, ମାତ୍ର ଶକ୍ତିର ବିଷୟ ଅଟେ। 21 ତୁମ୍ଭେମାନେ କ’ଣ ଗ୍ଭହଁ: ମୁଁ ତୁମ୍ଭମାନଙ୍କ ପାଖକୁ ଦଣ୍ଡ ନେଇ ଆସିବି, ନା ପ୍ରେମ ଓ କୋମଳତା ସହ ଆସିବି?
2010 by World Bible Translation Center