Revised Common Lectionary (Semicontinuous)
ମୋଶା ପରମେଶ୍ୱରଙ୍କ ବ୍ୟବସ୍ଥା ପୁସ୍ତକ ଆଣିବାକୁ ଗଲେ
12 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ପର୍ବତ ଉପରେ ମୋ’ ପାଖକୁ ଆସ। ଏଠାରେ ରୁହ। ମୁଁ ପ୍ରସ୍ତର ଫଳକ ତୁମ୍ଭକୁ ଦେବି, ବ୍ୟବସ୍ଥା ଓ ଆଜ୍ଞା, ଯାହା ମୁଁ ସେମାନଙ୍କୁ ଶିକ୍ଷା ଦେବାକୁ ଲେଖିଛି।”
13 ଏହା ପରେ ମୋଶା ଓ ତାଙ୍କର ପରିଗ୍ଭରକ ଯିହୋଶୂୟ ଉଠିଲେ, ମୋଶା ପରମେଶ୍ୱରଙ୍କର ପର୍ବତକୁ ଆରୋହଣ କଲେ। 14 ମୋଶା ପ୍ରାଚୀନବର୍ଗଙ୍କୁ କହିଲେ, “ଆମ୍ଭେମାନେ ଯେପର୍ଯ୍ୟନ୍ତ ତୁମ୍ଭମାନଙ୍କ ନିକଟକୁ ଫେରି ନ ଆସିଛୁ ସେପର୍ଯ୍ୟନ୍ତ ତୁମ୍ଭେମାନେ ଏହିଠାରେ ଥାଅ। ଦେଖ ହାରୋଣ ଓ ହୂର ତୁମ୍ଭମାନଙ୍କ ନିକଟରେ ଅଛନ୍ତି। କାହାର କୌଣସି ବିବାଦର କଥା ଉପସ୍ଥିତ ହେଲେ ସେମାନେ ତାଙ୍କର ନିକଟକୁ ଯିବେ।”
ମୋଶା ପରମେଶ୍ୱରଙ୍କୁ ସାକ୍ଷାତ କଲେ
15 ଏହା ପରେ ମୋଶା ପର୍ବତ ଉପରକୁ ଚଢ଼ିଲେ, ପୁଣି ମେଘ ପର୍ବତକୁ ଢାଙ୍କିଲା। 16 ଏଥିରେ ସୀନୟ ପର୍ବତ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତ କଲା। ଆଉ ତାହା ଛଅ ଦିନ ମେଘାଚ୍ଛନ୍ନ ହୋଇ ରହିଲା। ଏହା ପରେ ସଦାପ୍ରଭୁ ସପ୍ତମ ଦିନ ମେଘ ମଧ୍ୟରୁ ମୋଶାଙ୍କୁ ଡାକିଲେ। 17 ସେଠାରେ ସଦାପ୍ରଭୁଙ୍କର ମହିମା ପର୍ବତ ଶିଖର ଉପରେ ଦେଖାଗଲା। ଇସ୍ରାଏଲର ଲୋକଙ୍କୁ ଏହା ଗ୍ରାସକାରୀ ଅଗ୍ନି ପରି ଦେଖାଗଲା।
18 ପୁଣି ମୋଶା ମେଘ ମଧ୍ୟରେ ପ୍ରବେଶ କରି ପର୍ବତ ଉପରକୁ ଉଠି ଗ୍ଭଳିଶ୍ ଦିନ ସେହି ପର୍ବତ ଉପରେ ରହିଲେ।
2 କାହିଁକି ଅନ୍ୟ ଦେଶରେ ଲୋକମାନେ କଳହ କରନ୍ତି?
କାହିଁକି ସେମାନେ ମନ୍ଦ ଯୋଜନା କରନ୍ତି?
2 ସେମାନଙ୍କ ରାଜା ଓ ନେତାମାନେ ଏକତ୍ରିତ ହୋଇ,
ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାଙ୍କ ଦ୍ୱାରା ଅଭିଷିକ୍ତ ପ୍ରଜାଙ୍କ ବିରୁଦ୍ଧରେ ଯୁଦ୍ଧ କରନ୍ତି।
3 ସେହି ନେତାମାନେ କୁହନ୍ତି,
“ଆସ ଆମ୍ଭେ ପରମେଶ୍ୱର ଓ ତାଙ୍କ ଅଭିଷିକ୍ତ ରାଜାଙ୍କ ବିରୁଦ୍ଧରେ ବିଦ୍ରୋହ କରିବା।
ଆସ ସେମାନଙ୍କଠାରୁ ଆମ୍ଭର ବନ୍ଧନ ଚ୍ଛିନ୍ନ କରି ମୁକ୍ତ ହୋଇଯିବା।”
4 କିନ୍ତୁ ମୋର ପ୍ରଭୁ ଯିଏକି ‘ସ୍ୱର୍ଗର ରାଜା’
ସେମାନଙ୍କ ଏପରି କଥାକୁ ପରିହାସ କରିବେ।
5-6 କିନ୍ତୁ ପରମେଶ୍ୱର ସେମାନଙ୍କ ଉପରେ କ୍ରୋଧିତ ହୁଅନ୍ତି
ଏବଂ କୁହନ୍ତି, “ମୁଁ ଏହି ବ୍ୟକ୍ତିକୁ ରାଜା ହେବାକୁ ପସନ୍ଦ କରିଛି
ଏବଂ ସେ ସିୟୋନ ପର୍ବତରେ ଶାସନ କରିବ।
ସିୟୋନ ହେଉଛି ମୋର ପବିତ୍ର ପର୍ବତ।”
ସଦାପ୍ରଭୁଙ୍କର ଏହିସବୁ ବାକ୍ୟ ନେତାମାନଙ୍କୁ ସ୍ଥାପନ କରିଅଛି।
7 ମୁଁ ବର୍ତ୍ତମାନ ସଦାପ୍ରଭୁଙ୍କ ସେହି ନିୟମ ଘୋଷଣା କରୁଛି।
ସଦାପ୍ରଭୁ ମୋତେ କହିଲେ, “ଆଜିଠାରୁ ମୁଁ ତୁମ୍ଭର ପିତା ହେଲି
ଓ ତୁମ୍ଭେ ମୋର ପୁତ୍ର ହେଲ।
8 ଯଦି ତୁମ୍ଭେ ମୋତେ ମାଗିବ, ମୁଁ ତୁମ୍ଭକୁ ସମସ୍ତ ରାଜ୍ୟ ଦାନ କରିବି।
ପୃଥିବୀରେ ବାସ କରୁଥିବା ସମସ୍ତ ଲୋକ ତୁମ୍ଭର ହେବେ।
9 ତୁମ୍ଭେ ସେହି ରାଜ୍ୟସବୁକୁ ମାଟିପାତ୍ରକୁ ଲୁହାଛଡ଼ରେ ଖଣ୍ଡ ଖଣ୍ଡ କରି ଗୁଣ୍ଡ କଲାଭଳି
ଧ୍ୱଂସ କରିଦେଇ ପାରିବ।”
10 ଏଣୁ ହେ ରାଜାଗଣ, ତୁମ୍ଭେ ବୁଦ୍ଧିମାନ ହୁଅ।
ହେ ଶାସକଗଣ, ଏହି କଥାକୁ ଶିକ୍ଷା କର।
11 ପ୍ରଭୁଙ୍କୁ ଭୟର ସହିତ ଭକ୍ତି କର ଓ ମାନ।
12 ଦେଖାଇଦିଅ ଯେ ତୁମ୍ଭେମାନେ ତାଙ୍କର ପୁତ୍ର ତାହାଙ୍କ ପ୍ରତି ଅନୁରକ୍ତ[a] ଅଟ
ତା’ ନ ହେଲେ ସେ କ୍ରୋଧିତ ହେବେ ଏବଂ ତୁମ୍ଭମାନଙ୍କୁ ବିନାଶ କରିବେ।
ଯେଉଁମାନେ ସଦାପ୍ରଭୁଙ୍କର ବିଶ୍ୱାସୀ ସେମାନେ ସୁଖ-ଶାନ୍ତିରେ ଜୀବନ ବିତାନ୍ତି।
କିନ୍ତୁ ଅନ୍ୟମାନେ ସାବଧାନ ହେବା ଉଚିତ୍ କାରଣ ସଦାପ୍ରଭୁଙ୍କ କ୍ରୋଧର ଶିକାର ସେମାନେ ଯେକୌଣସି ସମୟରେ ଧନ୍ୟ।
99 ସଦାପ୍ରଭୁଙ୍କ ଆଗରେ ଗାନ କର।
ସେ ନ୍ୟାୟ ବିଗ୍ଭର ପାଇଁ ପୃଥିବୀକୁ ଆସୁଛନ୍ତି।
ସେ ତାଙ୍କର ଧାର୍ମିକତା ଏବଂ ନ୍ୟାୟ ସହିତ
ପୃଥିବୀର ଲୋକମାନଙ୍କର ବିଗ୍ଭର କରିବେ।
2 ସଦାପ୍ରଭୁ ସିୟୋନରେ ମହାନ
ଓ ସମସ୍ତ ଜାତିମାନଙ୍କର ନେତା ଅଟନ୍ତି।
3 ସମସ୍ତ ଜାତି ତୁମ୍ଭର ନାମର ପ୍ରଶଂସା
ଓ ଭୟ କରନ୍ତୁ,
ଏହା ପବିତ୍ର ଅଟେ।
4 ଶକ୍ତିଶାଳୀ ରାଜା ନ୍ୟାୟ ବିଗ୍ଭରକୁ ଭଲପା’ନ୍ତି।
ହେ ପରମେଶ୍ୱର, ତୁମ୍ଭେ ନ୍ୟାୟ ସ୍ଥାପନ କରିଅଛ।
ତୁମ୍ଭେ ଇସ୍ରାଏଲର ନ୍ୟାୟ ଓ ଯଥାର୍ଥ ସାଧନ କରିଅଛ।
5 ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର।
ତାଙ୍କ ପବିତ୍ର ପାଦପୀଠରେ ଉପାସନା କର, ସେ ପବିତ୍ର ଅଟନ୍ତି।
6 ମୋଶା ଏବଂ ହାରୋଣ ତାଙ୍କର ଯାଜକଗଣଙ୍କ ମଧ୍ୟରେ ଅନ୍ୟତମ ଥିଲେ।
ଶାମୁୟେଲ ଥିଲେ ଜଣେ ଯିଏକି, ପରମେଶ୍ୱରଙ୍କ ନାମ ନେଇ ପ୍ରାର୍ଥନା କରିଥିଲେ।
ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ
ଏବଂ ସେ ସେମାନଙ୍କୁ ଉତ୍ତର ଦେଲେ।
7 ପରମେଶ୍ୱର ଉଚ୍ଚ ମେଘସ୍ତମ୍ଭ ମଧ୍ୟରୁ କହିଲେ,
ସେମାନେ ତାଙ୍କର ଆଦେଶ ମାନିଲେ
ଏବଂ ସେ ନିୟମ ବ୍ୟବସ୍ଥା ଦେଲେ।
8 ହେ ସଦାପ୍ରଭୁ, ଆମ୍ଭମାନଙ୍କର ପରମେଶ୍ୱର, ତୁମ୍ଭେ ସେମାନଙ୍କ ପ୍ରାର୍ଥନାର ଉତ୍ତର ଦେଲ।
ତୁମ୍ଭେ ସେମାନଙ୍କୁ ଦେଖାଇଲ ଯେ ତୁମ୍ଭେ ହିଁ କ୍ଷମାକାରୀ ପରମେଶ୍ୱର
ଏବଂ ତୁମ୍ଭେ ସେମାନଙ୍କର କୁକର୍ମ ପାଇଁ ଦଣ୍ଡ ଦିଅ।
9 ତୁମ୍ଭେମାନେ ଆମ୍ଭମାନଙ୍କର ପରମେଶ୍ୱରଙ୍କର ପ୍ରଶଂସା କର।
ତାଙ୍କର ପବିତ୍ର ପର୍ବତରେ ତାଙ୍କର ଉପାସନା କର।
ପ୍ରକୃତରେ ସଦାପ୍ରଭୁ ଆମ୍ଭର ପରମେଶ୍ୱର ପବିତ୍ର ଅଟନ୍ତି।
ଆମ୍ଭେ ଖ୍ରୀଷ୍ଟଙ୍କ ମହିମା ଦେଖିଲୁ
16 ଆମ୍ଭେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଶକ୍ତି ବିଷୟରେ ତୁମ୍ଭମାନଙ୍କୁ କହିଛୁ। ତାହାଙ୍କର ଆସିବା ବିଷୟ ତୁମ୍ଭମାନଙ୍କୁ କହିଛୁ। ସେଗୁଡ଼ିକ ଲୋକମାନଙ୍କ ବିଜ୍ଞାନ ପାଇଁ ମନଗଢ଼ା ଗଳ୍ପ ନୁହେଁ। ଆମ୍ଭେ ନିଜେ ନିଜ ଆଖିରେ ଯୀଶୁଙ୍କର ମହାନତା ଦେଖିଛୁ। 17 ଯେତେବେଳେ ପରମପିତା ପରମେଶ୍ୱରଙ୍କଠାରୁ ଯୀଶୁ ସମ୍ମାନ ଓ ମହିମା ପାଇଥିଲେ, ସେତେବେଳେ ଯୀଶୁ ପିତା ପରମେଶ୍ୱରଙ୍କ ମହାଗୌରବଯୁକ୍ତ ବାଣୀ ଶୁଣିଥିଲେ। ସେହି ସ୍ୱର କହିଥିଲା: “ଏ ମୋର ପୁତ୍ର, ମୁଁ ତାହାକୁ ପ୍ରେମ କରେ। ମୁଁ ତା’ ଉପରେ ଅତି ପ୍ରସନ୍ନ।” 18 ଆମ୍ଭେ ସେହି ବାଣୀ ଶୁଣିଛୁ। ଆମ୍ଭେମାନେ ଯୀଶୁଙ୍କ ସହିତ ପବିତ୍ର ପର୍ବତରେ ଥିଲାବେଳେ ଏହି ବାଣୀ ଆକାଶରୁ ଆସିଥିଲା।
19 ଭବିଷ୍ୟଦ୍ବକ୍ତା କହିଥିବା କଥାଗୁଡ଼ିକ ବିଷୟରେ ସୁନିଶ୍ଚିତ ହେବା ପାଇଁ ଏହା ଅଧିକ ସାହାଯ୍ୟ କରେ। ଭବିଷ୍ୟଦ୍ବକ୍ତାମାନେ ଯାହା ଯାହା କହିଛନ୍ତି, ସେଗୁଡ଼ିକୁ ଯଥାସମ୍ଭବ କାର୍ଯ୍ୟକାରୀ କରିବା ତୁମ୍ଭ ପାଇଁ ଭଲ। ସେମାନେ ଯାହା କହିଛନ୍ତି ତାହା ଅନ୍ଧକାରରେ ଜ୍ୟୋତିଃ ତୁଲ୍ୟ ପ୍ରକାଶିତ ହେଲା। ସକାଳ ହେବା ପର୍ଯ୍ୟନ୍ତ ଓ ପ୍ରଭାତୀ ତାରା ତୁମ୍ଭ ମନରେ ନୂତନ ଜ୍ୟୋତିଃ ନ ଆଣିବା ପର୍ଯ୍ୟନ୍ତ, ତୁମ୍ଭ ପାଖରେ ସେହି ଜ୍ୟୋତିଃ ଅଛି। 20 ଶାସ୍ତ୍ରର କୌଣସି ଭାବବାଣୀ ମନୁଷ୍ୟର ନିଜର ବ୍ୟାଖ୍ୟା ନୁହେଁ। 21 କୌଣସି ଭବିଷ୍ୟଦ୍ବାଣୀ, ମନୁଷ୍ୟର ନିଜର ଇଚ୍ଛାରୁ ଜାତ ହୋଇ ନାହିଁ। କିନ୍ତୁ ଲୋକମାନେ ପବିତ୍ରଆତ୍ମା ଦ୍ୱାରା ଗ୍ଭଳିତ ହୋଇ, ପରମେଶ୍ୱରଙ୍କଠାରୁ ପ୍ରାପ୍ତ କଥା କହି ଅଛନ୍ତି।
ମୋଶା ଓ ଏଲିୟଙ୍କ ସହିତ ଯୀଶୁ
(ମାର୍କ 9:2-13; ଲୂକ 9:28-36)
17 ଛଅ ଦିନ ପରେ ଯୀଶୁ ପିତର, ଯାକୁବ ଓ ତାହାଙ୍କର ଭାଇ ଯୋହନଙ୍କୁ ସାଙ୍ଗରେ ନେଲେ ଓ ଗୋଟିଏ ଉଚ୍ଚ ପର୍ବତ ଉପରକୁ ଗଲେ। ସେଠାରେ ସେମାନେ ସମସ୍ତେ ଥିଲେ। 2 ସେମାନଙ୍କ ଆଗରେ ଯୀଶୁଙ୍କ ସ୍ୱରୂପ ବଦଳିଗଲା। ତାହାଙ୍କର ମୁଖ ସୂର୍ଯ୍ୟ ଭଳି ଝଲସି ଉଠିଲା। ତାହାଙ୍କର ପୋଷାକ ଆଲୋକ ଭଳି ଧଳା ଦେଖାଗଲା। 3 ହଠାତ୍ ସେ ସ୍ଥାନରେ ଦୁଇଜଣ ବ୍ୟକ୍ତି ଆସି ଯୀଶୁଙ୍କ ସହିତ କଥାବାର୍ତ୍ତା ହେଲେ। ସେମାନେ ଏଲିୟ ଓ ମୋଶା[a] ଥିଲେ।
4 ଏହା ଦେଖି ପିତର ଯୀଶୁଙ୍କୁ କହିଲେ, “ହେ ପ୍ରଭୁ, ଭଲ ହେଲା ଯେ, ଆମ୍ଭେ ଏଠାରେ ଅଛୁ। ଆପଣ ଗ୍ଭହିଁଲେ ମୁଁ ଏଠାରେ ତିନୋଟି ତମ୍ବୁ ଟାଣି ଦେବି। ସେଥିରୁ ଗୋଟିଏ ଆପଣଙ୍କ ପାଇଁ, ଗୋଟିଏ ମୋଶାଙ୍କ ପାଇଁ ଓ ଅନ୍ୟଟି ଏଲିୟଙ୍କ ପାଇଁ।”
5 ପିତର ଏ କଥା କହୁଥିବା ବେଳେ ଗୋଟିଏ ଉଜ୍ଜ୍ୱଳ ମେଘଖଣ୍ଡ ଆସି ସେମାନଙ୍କୁ ଢାଙ୍କି ଦେଲା। ମେଘମଧ୍ୟରୁ ଆକାଶବାଣୀ ହେଲା, “ଏ ହେଉଛନ୍ତି ମୋର ପୁତ୍ର ଯାହାଙ୍କୁ ମୁଁ ପ୍ରେମ କରେ। ତାହାଙ୍କ ଉପରେ ମୁଁ ବହୁତ ସନ୍ତୁଷ୍ଟ। ତୁମ୍ଭେ ତାହାଙ୍କ କଥା ମାନ।”
6 ଯୀଶୁଙ୍କ ଶିଷ୍ୟମାନେ ଏ କଥା ଶୁଣି ଅଧିକ ଭୟଭୀତ ହୋଇ ପଡ଼ିଲେ। ସେମାନେ ଭୂଇଁ ଉପରେ ପଡ଼ିଗଲେ। 7 ଯୀଶୁ ଶିଷ୍ୟମାନଙ୍କ ପାଖକୁ ଆସି ସେମାନଙ୍କୁ ଛୁଇଁଦେଲେ। ଯୀଶୁ କହିଲେ, “ଠିଆ ହୁଅ। ଭୟ କର ନାହିଁ।” 8 ଶିଷ୍ୟମାନେ ଉପରକୁ ଗ୍ଭହିଁଲେ, ସେମାନେ ଯୀଶୁଙ୍କ ଛଡ଼ା ଆଉ କାହାରିକୁ ଦେଖିଲେ ନାହିଁ।
9 ଯୀଶୁ ଓ ଶିଷ୍ୟମାନେ ପର୍ବତ ଉପରୁ ତଳକୁ ଓହ୍ଲାଉଥିଲେ। ଯୀଶୁ ଶିଷ୍ୟମାନଙ୍କୁ ଆଦେଶ ଦେଲେ, “ପର୍ବତ ଉପରେ ତୁମ୍ଭେମାନେ ଯାହାସବୁ ଦେଖିଲ, ତାହା କାହାକୁ କହିବ ନାହିଁ। ମନୁଷ୍ୟପୁତ୍ର ମୃତ୍ୟୁରୁ ପୁନର୍ଜୀବିତ ହେବା ପର୍ଯ୍ୟନ୍ତ ଅପେକ୍ଷା କର। ତା'ପରେ ତୁମ୍ଭେ ଯାହାସବୁ ଦେଖିଛ, ତାହା ଲୋକଙ୍କ ଆଗରେ କହିପାର।”
2010 by World Bible Translation Center