Revised Common Lectionary (Semicontinuous)
15 ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ନେଇ ଏଦନ ଉଦ୍ୟାନରେ କୃଷିକର୍ମ ଓ ତାହାର ଯତ୍ନ ନେବା ପାଇଁ ନିଯୁକ୍ତ କଲେ। 16 ସଦାପ୍ରଭୁ ପରମେଶ୍ୱର ମନୁଷ୍ୟକୁ ଏହି ନିର୍ଦ୍ଦେଶ ଦେଲେ ଏବଂ କହିଲେ, “ତୁମ୍ଭେ ଉଦ୍ୟାନର ଯେକୌଣସି ଗଛର ଫଳ ଖାଇ ପାରିବ। 17 କିନ୍ତୁ ସତ୍ ଓ ଅସତ୍ ଜ୍ଞାନଦାୟକ ବୃକ୍ଷର ଫଳ ଭୋଜନ କରିବ ନାହିଁ। ଯଦି ତୁମ୍ଭେ ସେହି ବୃକ୍ଷର ଫଳ ଖାଇବ ତୁମ୍ଭେ ସେହି ଦିନ ମରିବ!”
ପାପର ଆରମ୍ଭ
3 ସଦାପ୍ରଭୁ ପରମେଶ୍ୱରଙ୍କର ସୃଷ୍ଟି କରିଥିବା ପ୍ରାଣୀମାନଙ୍କ ମଧ୍ୟରେ ସର୍ପ ସମସ୍ତଙ୍କଠାରୁ ଚତୁର ଥିଲା। ସର୍ପଟି ସ୍ତ୍ରୀଲୋକଟିକୁ କହିଲା, “ଏହା କ’ଣ ସତ୍ୟ ଯେ ପରମେଶ୍ୱର ଉଦ୍ୟାନର କୌଣସି ବୃକ୍ଷର ଫଳ ନ ଖାଇବା ପାଇଁ ତୁମ୍ଭଙ୍କୁ କହିଲେ?”
2 ସ୍ତ୍ରୀଲୋକଟି କହିଲା, “ଆମ୍ଭେ ବୃକ୍ଷଗୁଡ଼ିକର ଫଳ ଖାଇ ପାରିବୁ। 3 କିନ୍ତୁ ଉଦ୍ୟାନ ମଧ୍ୟସ୍ଥ ଗୋଟିଏ ବୃକ୍ଷରୁ ଫଳ ଖାଇବାକୁ ମନା! ପରମେଶ୍ୱର ଆମ୍ଭମାନଙ୍କୁ କହିଲେ, ‘ତୁମ୍ଭେ ଉଦ୍ୟାନ ମଝିରେ ଥିବା ବୃକ୍ଷରୁ ଫଳ ଖାଇବ ନାହିଁ। ଏପରିକି ତୁମ୍ଭେ ସେ ବୃକ୍ଷକୁ ଛୁଇଁବ ନାହିଁ। ଯଦି ଏପରି କର ତେବେ ମରିବ।’”
4 କିନ୍ତୁ ସର୍ପ ସ୍ତ୍ରୀଲୋକଟିକୁ କହିଲା, “ତୁମ୍ଭେ ମରିବ ନାହିଁ। 5 ପରମେଶ୍ୱର ଜାଣନ୍ତି ଯେ, ଯେତେବେଳେ ତୁମ୍ଭେ ସେହି ବୃକ୍ଷରୁ ଫଳ ଖାଇବ ତେବେ ତୁମ୍ଭମାନଙ୍କର ଚକ୍ଷୁ ଖୋଲିଯିବ ଏବଂ ତୁମ୍ଭେ ପରମେଶ୍ୱରଙ୍କ ପରି ହେବ, କାରଣ ତୁମ୍ଭେ ଜାଣିବ କ’ଣ ଭଲ ଏବଂ କ’ଣ ମନ୍ଦ ଅଟେ।”
6 ସେହି ସ୍ତ୍ରୀଲୋକଟି ଦେଖିଲା ଯେ, ସେହି ବୃକ୍ଷଟି ଦେଖିବାକୁ ସୁନ୍ଦର ଏବଂ ଖାଦ୍ୟ ପାଇଁ ଭଲ। ସେ ଜ୍ଞାନ ଲାଭ କରିବାକୁ ଇଚ୍ଛା କଲା। ତେଣୁ ସେ ସେହି ବୃକ୍ଷରୁ ଫଳ ତୋଳିଲା ଏବଂ ଖାଇଲା। ପୁଣି ଆପଣାର ସ୍ୱାମୀକୁ ଖାଇବାକୁ ଦେଲା ଏବଂ ସେ ମଧ୍ୟ ତାହାକୁ ଖାଇଲା।
7 ସେମାନଙ୍କର ଚକ୍ଷୁ ପ୍ରସନ୍ନ ହେଲା ଏବଂ ସେମାନେ ଜାଣି ପାରିଲେ ଯେ, ସେମାନେ ଉଲଗ୍ନ। ତେଣୁ ସେମାନେ କିଛି ଡିମ୍ବିରି ବୃକ୍ଷର ପତ୍ର ସଂଗ୍ରହ କରି ତାକୁ ସିଇଁ ବସ୍ତ୍ର ଭାବରେ ଗ୍ରହଣ କଲେ।
ଦାଉଦଙ୍କର ଏକ ଜ୍ଞାନଗର୍ଭକ ଗୀତ
32 ଯାହାର ସବୁ ପାପ କ୍ଷମା କରାଯାଇଅଛି, ସେ ବ୍ୟକ୍ତି ଧନ୍ୟ।
ସେହି ବ୍ୟକ୍ତି ଅଧିକ ଭାଗ୍ୟଶାଳୀ, ଯେତେବେଳେ ତା'ର ସମସ୍ତ ପାପ ଧୋଇ ଦିଆଯାଇଥାଏ।
2 ଜଣେ ବ୍ୟକ୍ତି ଅଧିକ ଖୁସୀ ହୁଏ,
ଯେତେବେଳେ ସଦାପ୍ରଭୁ ତାକୁ ଦୋଷୀ ବୋଲି କୁହନ୍ତି ନାହିଁ।
ସେହି ବ୍ୟକ୍ତିଟି ଅଧିକ ଭାଗ୍ୟଶାଳୀ ଯିଏ ନିଜର ପାପକୁ ଗୋପନ ରଖେ ନାହିଁ।
3 ପ୍ରଭୁ ମୁଁ ବାରମ୍ବାର ତୁମ୍ଭକୁ ପ୍ରାର୍ଥନା କଲି କିନ୍ତୁ ମୁଁ ମୋର ଗୋପନ ପାପ ବିଷୟରେ ତୁମ୍ଭକୁ କିଛି କହିଲି ନାହିଁ।
ମୁଁ କେବଳ ଦୁର୍ବଳ ହୋଇ ପଡ଼ିଲି, ପ୍ରତ୍ୟେକ ଥର ଯେତେବେଳେ ମୁଁ ପ୍ରାର୍ଥନା କଲି।
4 ପ୍ରଭୁ ତୁମ୍ଭେ ମୋର ଜୀବନକୁ ରାତିଦିନ ଅଧିକରୁ ଅଧିକ ଦୁର୍ବିସହ କରିଦେଲ।
ମୁଁ କ୍ରମେ ଶୁଖି ଗଲି, ଗ୍ରୀଷ୍ମ ଋତୁରେ ଯେମିତି ଭୂମି ଶୁଖି ଯାଏ। ସେଲା
5 କିନ୍ତୁ ତା'ପରେ ମୁଁ ନିଷ୍ପତ୍ତି ନେଲି ମୋର ସମସ୍ତ ପାପକୁ ତୁମ୍ଭ ଆଗରେ ପ୍ରକାଶ କରିବି।
ସଦାପ୍ରଭୁ ତୁମ୍ଭଙ୍କୁ ମୋର ସମସ୍ତ ପାପ ବିଷୟରେ କହିଲି।
ମୋର କୌଣସି ପାପ ଲୁଗ୍ଭଇ ରଖିଲି ନାହିଁ ଓ ତୁମ୍ଭେ ମୋତେ ମୋର ସମସ୍ତ ପାପରୁ କ୍ଷମା କରିଦେଲ। ସେଲା
6 ଏହି କାରଣରୁ ତୁମ୍ଭର ସମସ୍ତ ଅନୁଗାମୀମାନେ ତୁମ୍ଭକୁ ପ୍ରାର୍ଥନା କରନ୍ତି।
ଯଦିଓ ସେମାନଙ୍କର ବନ୍ୟାପରି ବହୁତ ବିପଦ ଅଛି, ତଥାପି ସେମାନେ ନିରାପଦରେ ରହିବେ।
7 ପରମେଶ୍ୱର ତୁମ୍ଭେ ହିଁ ମୋର ଲୁଚିବାର ସ୍ଥାନ ଅଟ।
ତୁମ୍ଭେ ମୋତେ ସମସ୍ତ ବିପଦରୁ ଉଦ୍ଧାର କର।
ତୁମ୍ଭେ ମୋର ଚତୁର୍ଦ୍ଦିଗରେ ରହି ମୋତେ ରକ୍ଷା କର।
ତେଣୁ ଯେଉଁ ଉପାୟରେ ମୋତେ ବଞ୍ଚାଇଲ ମୁଁ ସେହି ବିଷୟରେ ଗୀତ ବୋଲିବି। ସେଲା
8 ସଦାପ୍ରଭୁ କୁହନ୍ତି, “ମୁଁ ତୁମ୍ଭକୁ ଶିକ୍ଷା ଦେବି ଏବଂ ତୁମ୍ଭେ ଯେଉଁ ମାର୍ଗରେ ବଞ୍ଚିବ ତାକୁ ମଧ୍ୟ ବତାଇ ଦେବି।
ମୁଁ ତୁମ୍ଭକୁ ରକ୍ଷା କରିବି ଏବଂ ତୁମ୍ଭର ତତ୍ତ୍ୱାବଧାରକ ହେବି।
9 ତୁମ୍ଭେମାନେ ନିଶ୍ଚିତ ଗଧମାନଙ୍କୁ ଦଉଡ଼ି ଏବଂ ଅଶ୍ୱମାନଙ୍କୁ ଲଗାମର ବ୍ୟବହାର କର।
କାରଣ ସେମାନଙ୍କୁ ତୁମ୍ଭ ପାଖକୁ ଆଣିବା ପାଇଁ, କିନ୍ତୁ ପରମେଶ୍ୱରଙ୍କ ସହିତ ସେପରି ହୁଅ ନାହିଁ।”
10 ଦୁଷ୍ଟ ଲୋକମାନଙ୍କ ଉପରେ ଅନେକ ଅଘଟଣ ଘଟିଛି,
କିନ୍ତୁ ପରମେଶ୍ୱର ତାଙ୍କର ଆଶ୍ରିତମାନଙ୍କୁ ନିଜର କରୁଣା ଦୃଷ୍ଟି ବଳରେ ରକ୍ଷା କରିବେ।
11 ହେ ଧାର୍ମିକଗଣ, ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦରେ ଉଲ୍ଲସିତ ହୁଅ।
ହେ ସରଳାନ୍ତଃକରଣର ବ୍ୟକ୍ତିମାନେ ଆନନ୍ଦିତ ହୁଅ।
ଆଦମ ଓ ଯୀଶୁ
12 ଜଣେ ଲୋକ ଆଦମ ପାଇଁ ଜଗତକୁ ପାପ ଆସିଲା। ପାପ ଦ୍ୱାରା ମୃତ୍ୟୁ ଆସିଲା। ସେଥିପାଇଁ ସମସ୍ତେ ନିଶ୍ଚୟ ମରିବେ, କାରଣ ସମସ୍ତେ ପାପ କରିଛନ୍ତି। 13 ମୋଶା ବ୍ୟବସ୍ଥା ଦେବା ପୂର୍ବରୁ ପାପ ସଂସାରରେ ଥିଲା। କିନ୍ତୁ ପରମେଶ୍ୱର, ବ୍ୟବସ୍ଥା ନ ଥିବା କାରଣରୁ ଲୋକମାନଙ୍କୁ ପାପରେ ପାପୀ ମାନି ନ ଥିଲେ। 14 କିନ୍ତୁ ଆଦମଙ୍କ ସମୟରୁ ମୋଶାଙ୍କ ସମୟ ସୁଦ୍ଧା, ପ୍ରତ୍ୟେକ ଲୋକକୁ ମରିବାକୁ ପଡ଼ିଲା। ପରମେଶ୍ୱରଙ୍କର ଆଦେଶ ଅମାନ୍ୟ କରି ପାପ କରିଥିବା ହେତୁ ଆଦମ ମଲା। କିନ୍ତୁ, ଯେଉଁ ଲୋକମାନେ ଆଦମ ଭଳି ପାପ କରି ନ ଥିଲେ, ସେମାନଙ୍କୁ ମଧ୍ୟ ମରିବାକୁ ହେଲା।
ଭବିଷ୍ୟତରେ ଯେଉଁ ଜଣଙ୍କର (ଖ୍ରୀଷ୍ଟଙ୍କର) ଆସିବା କଥା, କେତେକାଂଶରେ ସେ ଆଦମଙ୍କ ଭଳି। 15 କିନ୍ତୁ ପରମେଶ୍ୱରଙ୍କ ଅନୁଗ୍ରହଦାନ ଆଦମର ପାପ ପରି ନୁହେଁ। ଜଣେ ଲୋକର ପାପ କାରଣରୁ ଅନେକ ଲୋକ ମୃତ୍ୟୁ ବରଣ କଲେ। କିନ୍ତୁ ପରମେଶ୍ୱରଙ୍କଠାରୁ ଲୋକେ ଯେଉଁ ଅନୁଗ୍ରହ ପାଇଲେ, ତାହା ବହୁତ ଅଧିକ ଥିଲା। ଅନେକ ଲୋକ ଜଣେ ଲୋକର ଅନୁଗ୍ରହ ହେତୁ ଜୀବନରୂପେ ଅନୁଗ୍ରହଦାନ ପାଇଲେ। 16 ଆଦମ ଥରେ ପାପ କଲା ପରେ ସେ ଦୋଷୀ ବୋଲି ସାବ୍ୟସ୍ତ ହେଲା। କିନ୍ତୁ ପରମେଶ୍ୱରଙ୍କର ଅନୁଗ୍ରହଦାନ ଏହାଠାରୁ ଭିନ୍ନ ଅଟେ। ଅନେକ ପାପ ପରେ ପରମେଶ୍ୱରଙ୍କର ଅନୁଗ୍ରହଦାନ ଆସିଲା। ଓ ଏହି ଅନୁଗ୍ରହଦାନ ଲୋକଙ୍କୁ ପରମେଶ୍ୱରଙ୍କ ପ୍ରତି ଧାର୍ମିକ କରାଇଲା। 17 ଜଣେ ଲୋକ ପାପ କଲା, ସେଥିପାଇଁ ସେ ଜଣକ ଲାଗି, ମୃତ୍ୟୁ ସମସ୍ତଙ୍କ ଉପରେ ରାଜତ୍ୱ କଲା। କିନ୍ତୁ ଏବେ କିଛି ଲୋକ ପରମେଶ୍ୱରଙ୍କ ପୂର୍ଣ୍ଣ ଦୟା ଓ ତାହାଙ୍କର ‘ଧାର୍ମିକ’ ହେବା ଭଳି ବିରାଟ ଅନୁଗ୍ରହଦାନକୁ ମଧ୍ୟ ଗ୍ରହଣ କରନ୍ତି। ଏହା ନିଶ୍ଚିତ ଯେ ସେ ଲୋକମାନେ ପ୍ରକୃତ ଜୀବନ ପ୍ରାପ୍ତ କରିବେ, ଓ ସେହି ଲୋକମାନେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଶାସନ କରିବେ।
18 ଅତଏବ ଯେପରି ଆଦମର ଗୋଟିଏ ପାପ ସମସ୍ତ ଲୋକଙ୍କୁ ମୃତ୍ୟୁରେ ଦଣ୍ଡିତ କଲା, ସେହିଭଳି ଯୀଶୁ ଖ୍ରୀଷ୍ଟ କରିଥିବା ଗୋଟିଏ ଧାର୍ମିକ କାମ ସମସ୍ତ ଲୋକଙ୍କୁ ପରମେଶ୍ୱରଙ୍କ ପ୍ରତି ଧାର୍ମିକ କରି ରଖିବ। ଓ ତାହା ସେହି ଲୋକମାନଙ୍କ ପାଇଁ ପ୍ରକୃତ ଜୀବନ ଆଣି ଦେବ। 19 ଜଣେ ଲୋକ ପରମେଶ୍ୱରଙ୍କୁ ଅବଜ୍ଞା କଲା ଓ ଅନେକ ଲୋକ ପାପୀ ହୋଇ ଗଲେ। କିନ୍ତୁ ସେହିପରି ଜଣେ ଲୋକ ପରମେଶ୍ୱରଙ୍କୁ ମାନିଲା ଓ ଅନେକ ଲୋକ ଧାର୍ମିକ ହୋଇଯିବେ।
ଯୀଶୁଙ୍କୁ ପରୀକ୍ଷା
(ମାର୍କ 1:12-13; ଲୂକ 4:1-13)
4 ତା'ପରେ ସେହି ପବିତ୍ରଆତ୍ମା ଯୀଶୁଙ୍କୁ ମରୂଭୁମିକୁ କଢ଼ାଇ ନେଇଗଲେ। ଶୟତାନ ଦ୍ୱାରା ପରୀକ୍ଷୀତ ହେବା ପାଇଁ ତାହଙ୍କୁ ସେଠାକୁ ନିଆଯାଇଥିଲା। 2 ଯୀଶୁ ଗ୍ଭଳିଶ୍ ଦିନ ଓ ଗ୍ଭଳିଶ୍ ରାତି କିଛି ଖାଇଲେ ନାହିଁ। ଏହା ପରେ ତାହାଙ୍କୁ ଖୁବ୍ ଭୋକ ଲାଗୁଥିଲା। 3 ଶୟତାନ ପରୀକ୍ଷା କରିବା ନିମନ୍ତେ ଆସି ତାହାଙ୍କୁ କହିଲା, “ତୁମ୍ଭେ ଯଦି ପରମେଶ୍ୱରଙ୍କ ପୁତ୍ର, ତେବେ ଏହି ପଥରଗୁଡ଼ିକୁ ରୋଟୀ ହୋଇ ଯିବା ପାଇଁ କୁହ।”
4 ଯୀଶୁ ଉତ୍ତରରେ କହିଲେ, “ଶାସ୍ତ୍ରରେ ଏହା ଲେଖାଅଛି,
‘ମଣିଷ କେବଳ ଖାଦ୍ୟରେ ବଞ୍ଚିବ ନାହିଁ,
କିନ୍ତୁ ତା'ର ଜୀବନ ପରମେଶ୍ୱରଙ୍କ ମୁଖରୁ ବାହାରି ଥିବା ପ୍ରତ୍ୟେକ ବାକ୍ୟରେ ହିଁ ବଞ୍ଚିବ।’”(A)
5 ତା'ପରେ ଶୟତାନ ତାହାଙ୍କୁ ପବିତ୍ର ନଗରୀ ଯିରୁଶାଲମକୁ ନେଇଗଲା। ସେ ଯୀଶୁଙ୍କୁ ମନ୍ଦିରର ସବୁଠାରୁ ଉଚ୍ଚ ସ୍ଥାନରେ ରଖିଲା। 6 ଶୟତାନ କହିଲା, “ଯଦି ତୁମ୍ଭେ ପରମେଶ୍ୱରଙ୍କ ପୁତ୍ର, ତେବେ ତଳକୁ ଡେଇଁପଡ଼, କାରଣ ଶାସ୍ତ୍ରରେ ଲେଖାଅଛି:
‘ପରମେଶ୍ୱର ତୁମ୍ଭର ଯତ୍ନ ନେବା ପାଇଁ ନିଜ ସ୍ୱର୍ଗଦୂତଙ୍କୁ ଆଦେଶ ଦେବେ।
ସେମାନେ ତୁମ୍ଭକୁ ତାହାଙ୍କ ହାତରେ ଧରିପକାଇବେ।
ତାହାହାଲେ ପଥରରେ ତୁମ୍ଭ ପାଦ ବାଜିବ ନାହିଁ।’”(B)
7 ଯୀଶୁ ତାହାକୁ ଉତ୍ତର ଦେଲେ, “ଶାସ୍ତ୍ର ଏ କଥା ମଧ୍ୟ କୁହେ, ‘ତୁମ୍ଭେ ନିଜ ପ୍ରଭୁ ପରମେଶ୍ୱରଙ୍କୁ ପରୀକ୍ଷା କରିବ ନାହିଁ।’”(C)
8 ତା'ପରେ, ସେ ଯୀଶୁଙ୍କୁ ବହୁତ ଉଚ୍ଚ ପର୍ବତ ଉପରକୁ ନେଇଗଲା ଏବଂ ତାହାଙ୍କୁ ସଂସାରର ସମସ୍ତ ରାଜ୍ୟ ଓ ସେଗୁଡ଼ିକର ଐଶ୍ୱର୍ଯ୍ୟ ଦେଖାଇଲା। 9 ଶୟତାନ ଯୀଶୁଙ୍କୁ କହିଲା, “ଯଦି ତୁମ୍ଭେ ପାଦତଳେ ପଡ଼ି ମୋତେ ପ୍ରଣାମ କରିବ, ତେବେ ତୁମ୍ଭକୁ ମୁଁ ଏସବୁ ଦେଇଦେବି।”
10 ଯୀଶୁ ତାକୁ କହିଲେ, “ଶୟତାନ, ମୋ’ ପାଖରୁ ଦୂରହୁଅ! କାରଣ ଶାସ୍ତ୍ରରେ ଲେଖାଅଛି:
‘ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପ୍ରଣାମ କରିବ।
ତାହାଙ୍କରହିଁ ସେବା କର!(D)
11 ତେଣୁ ଶୟତାନ ତାହାଙ୍କୁ ଛାଡ଼ି ଗ୍ଭଲିଗଲା, ଏବଂ ତା'ପରେ ସ୍ୱର୍ଗଦୂତମାନେ ଆସି ତାହାଙ୍କର ଯତ୍ନ ନେଲେ।
2010 by World Bible Translation Center