Revised Common Lectionary (Semicontinuous)
ଦାଉଦଙ୍କର ଏକ ଜ୍ଞାନଗର୍ଭକ ଗୀତ
32 ଯାହାର ସବୁ ପାପ କ୍ଷମା କରାଯାଇଅଛି, ସେ ବ୍ୟକ୍ତି ଧନ୍ୟ।
ସେହି ବ୍ୟକ୍ତି ଅଧିକ ଭାଗ୍ୟଶାଳୀ, ଯେତେବେଳେ ତା'ର ସମସ୍ତ ପାପ ଧୋଇ ଦିଆଯାଇଥାଏ।
2 ଜଣେ ବ୍ୟକ୍ତି ଅଧିକ ଖୁସୀ ହୁଏ,
ଯେତେବେଳେ ସଦାପ୍ରଭୁ ତାକୁ ଦୋଷୀ ବୋଲି କୁହନ୍ତି ନାହିଁ।
ସେହି ବ୍ୟକ୍ତିଟି ଅଧିକ ଭାଗ୍ୟଶାଳୀ ଯିଏ ନିଜର ପାପକୁ ଗୋପନ ରଖେ ନାହିଁ।
3 ପ୍ରଭୁ ମୁଁ ବାରମ୍ବାର ତୁମ୍ଭକୁ ପ୍ରାର୍ଥନା କଲି କିନ୍ତୁ ମୁଁ ମୋର ଗୋପନ ପାପ ବିଷୟରେ ତୁମ୍ଭକୁ କିଛି କହିଲି ନାହିଁ।
ମୁଁ କେବଳ ଦୁର୍ବଳ ହୋଇ ପଡ଼ିଲି, ପ୍ରତ୍ୟେକ ଥର ଯେତେବେଳେ ମୁଁ ପ୍ରାର୍ଥନା କଲି।
4 ପ୍ରଭୁ ତୁମ୍ଭେ ମୋର ଜୀବନକୁ ରାତିଦିନ ଅଧିକରୁ ଅଧିକ ଦୁର୍ବିସହ କରିଦେଲ।
ମୁଁ କ୍ରମେ ଶୁଖି ଗଲି, ଗ୍ରୀଷ୍ମ ଋତୁରେ ଯେମିତି ଭୂମି ଶୁଖି ଯାଏ। ସେଲା
5 କିନ୍ତୁ ତା'ପରେ ମୁଁ ନିଷ୍ପତ୍ତି ନେଲି ମୋର ସମସ୍ତ ପାପକୁ ତୁମ୍ଭ ଆଗରେ ପ୍ରକାଶ କରିବି।
ସଦାପ୍ରଭୁ ତୁମ୍ଭଙ୍କୁ ମୋର ସମସ୍ତ ପାପ ବିଷୟରେ କହିଲି।
ମୋର କୌଣସି ପାପ ଲୁଗ୍ଭଇ ରଖିଲି ନାହିଁ ଓ ତୁମ୍ଭେ ମୋତେ ମୋର ସମସ୍ତ ପାପରୁ କ୍ଷମା କରିଦେଲ। ସେଲା
6 ଏହି କାରଣରୁ ତୁମ୍ଭର ସମସ୍ତ ଅନୁଗାମୀମାନେ ତୁମ୍ଭକୁ ପ୍ରାର୍ଥନା କରନ୍ତି।
ଯଦିଓ ସେମାନଙ୍କର ବନ୍ୟାପରି ବହୁତ ବିପଦ ଅଛି, ତଥାପି ସେମାନେ ନିରାପଦରେ ରହିବେ।
7 ପରମେଶ୍ୱର ତୁମ୍ଭେ ହିଁ ମୋର ଲୁଚିବାର ସ୍ଥାନ ଅଟ।
ତୁମ୍ଭେ ମୋତେ ସମସ୍ତ ବିପଦରୁ ଉଦ୍ଧାର କର।
ତୁମ୍ଭେ ମୋର ଚତୁର୍ଦ୍ଦିଗରେ ରହି ମୋତେ ରକ୍ଷା କର।
ତେଣୁ ଯେଉଁ ଉପାୟରେ ମୋତେ ବଞ୍ଚାଇଲ ମୁଁ ସେହି ବିଷୟରେ ଗୀତ ବୋଲିବି। ସେଲା
8 ସଦାପ୍ରଭୁ କୁହନ୍ତି, “ମୁଁ ତୁମ୍ଭକୁ ଶିକ୍ଷା ଦେବି ଏବଂ ତୁମ୍ଭେ ଯେଉଁ ମାର୍ଗରେ ବଞ୍ଚିବ ତାକୁ ମଧ୍ୟ ବତାଇ ଦେବି।
ମୁଁ ତୁମ୍ଭକୁ ରକ୍ଷା କରିବି ଏବଂ ତୁମ୍ଭର ତତ୍ତ୍ୱାବଧାରକ ହେବି।
9 ତୁମ୍ଭେମାନେ ନିଶ୍ଚିତ ଗଧମାନଙ୍କୁ ଦଉଡ଼ି ଏବଂ ଅଶ୍ୱମାନଙ୍କୁ ଲଗାମର ବ୍ୟବହାର କର।
କାରଣ ସେମାନଙ୍କୁ ତୁମ୍ଭ ପାଖକୁ ଆଣିବା ପାଇଁ, କିନ୍ତୁ ପରମେଶ୍ୱରଙ୍କ ସହିତ ସେପରି ହୁଅ ନାହିଁ।”
10 ଦୁଷ୍ଟ ଲୋକମାନଙ୍କ ଉପରେ ଅନେକ ଅଘଟଣ ଘଟିଛି,
କିନ୍ତୁ ପରମେଶ୍ୱର ତାଙ୍କର ଆଶ୍ରିତମାନଙ୍କୁ ନିଜର କରୁଣା ଦୃଷ୍ଟି ବଳରେ ରକ୍ଷା କରିବେ।
11 ହେ ଧାର୍ମିକଗଣ, ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦରେ ଉଲ୍ଲସିତ ହୁଅ।
ହେ ସରଳାନ୍ତଃକରଣର ବ୍ୟକ୍ତିମାନେ ଆନନ୍ଦିତ ହୁଅ।
ହୋରେବ (ସୀନୟ) ଶୃଙ୍ଗରେ ଏଲିୟ
19 ଆହାବ ଏଲିୟଙ୍କର ସମସ୍ତ କୃତ କର୍ମର ବୃତ୍ତାନ୍ତ ଓ ସେ କିପରି ଖଡ଼୍ଗରେ ସମସ୍ତ ଭବିଷ୍ୟଦ୍ବକ୍ତାଗଣଙ୍କୁ ହତ୍ୟା କରିଥିଲେ, ସେ ସମସ୍ତ ଈଷେବଲକୁ ଜଣାଇଲେ। 2 ତେଣୁ ଈଷେବଲ ଏଲିୟଙ୍କ ନିକଟକୁ ଦୂତ ପଠାଇଲେ, “ମୁଁ ପ୍ରତିଜ୍ଞା କରୁଛି, ଆସନ୍ତା କାଲି ଠିକ୍ ଏହି ସମୟରେ ମୁଁ ତୁମ୍ଭଙ୍କୁ ହତ୍ୟା କରିବି, ଯେପରି ତୁମ୍ଭେ ସେହି ଭବିଷ୍ୟଦ୍ବକ୍ତାଙ୍କୁ ହତ୍ୟା କରିଥିଲ। ଯଦି ମୁଁ ତୁମ୍ଭକୁ ହତ୍ୟା ନ କରେ, ତେବେ ଦେବତାଗଣ ମୋତେ ଅଧିକ ଦଣ୍ତ ଦେଇ ପାରନ୍ତି।”
3 ଯେତେବେଳେ ଏଲିୟ ଏ ସମ୍ବାଦ ଶୁଣିଲେ, ସେ ଭୟଭୀତ ହେଲେ। ତେଣୁ ସେ ନିଜ ପ୍ରାଣ ବଞ୍ଚାଇବା ନିମନ୍ତେ ନିଜର ସେବକ ସହିତ ଯିହୁଦାର ବେର୍ଶେବାକୁ ଗ୍ଭଲିଗଲେ ଓ ତାକୁ ସେ ସେଠାରେ ଛାଡ଼ିଲେ। 4 ଏଲିୟ ପ୍ରାନ୍ତର ଭିତରେ ଦିନସାରା ଗ୍ଭଲି ଏକ ରୋତମ ବୃକ୍ଷମୂଳରେ ବସି ପଡ଼ିଲେ ଓ ନିଜର ମୃତ୍ୟୁ ପାଇଁ ପ୍ରାର୍ଥନା କରି କହିଲେ, “ଏହା ଯଥେଷ୍ଟ ହେଲାଣି, ହେ ସଦାପ୍ରଭୁ, ମୋର ପ୍ରାଣ ନିଅ, କାରଣ ମୁଁ ମୋର ପୂର୍ବପୁରୁଷଙ୍କଠାରୁ ଭଲ ନୁହେଁ।”
5 ତା'ପରେ ଏଲିୟ ସେହି ରୋତମ ଗଛମୂଳରେ ନିଦ୍ରା ଗଲେ। ଏହା ପରେ ଜଣେ ସ୍ୱର୍ଗଦୂତ ଆସିଲେ ଓ ତାଙ୍କୁ ସ୍ପର୍ଶ କରି କହିଲେ, “ଉଠ! ଭୋଜନ କର।” 6 ଅନନ୍ତର ଏଲିୟ ଦେଖିଲେ ତାଙ୍କର ମୁଣ୍ତ ପାଖରେ ଅଙ୍ଗାରରେ ପକ୍ୱ ଏକ ପିଠା ଓ ଏକ ଜଳପାତ୍ର ଅଛି। ସେ ଭୋଜନ ଓ ପାନକରି ପୁନର୍ବାର ଶୟନ କଲେ।
7 ଏହା ପରେ ସଦାପ୍ରଭୁଙ୍କ ଦୂତ ପୁନର୍ବାର ଦ୍ୱିତୀୟ ଥର ଆସି ସ୍ପର୍ଶ କଲେ ଓ କହିଲେ, “ଉଠ! ଭୋଜନ କର। କାରଣ ତୁମ୍ଭେ ଦୀର୍ଘ ଯାତ୍ରା ପାଇଁ ଶକ୍ତିଶାଳୀ ହେବା ଦରକାର।” 8 ତେଣୁ ଏଲିୟ ଉଠି ଭୋଜନ ପାନ କଲେ। ସେ ଖାଦ୍ୟରେ ଏତେ ଶକ୍ତି ଲାଭ କଲେ ଯେ ସେ ଗ୍ଭଳିଶ୍ ଦିନ ଓ ଗ୍ଭଳିଶ୍ ରାତି ପରମେଶ୍ୱରଙ୍କ ପର୍ବତ ହୋରେବ ପହଞ୍ଚିଲା ପର୍ଯ୍ୟନ୍ତ ଗ୍ଭଲି ଗ୍ଭଲି ଗଲେ।
10 ପରମେଶ୍ୱର ସମସ୍ତ ବିଷୟ ସୃଷ୍ଟି କରିଛନ୍ତି। ସମସ୍ତ ବିଷୟ ଗୁଡ଼ିକ ତାହାଙ୍କ ଗୌରବ ପାଇଁ ଉଦ୍ଧିଷ୍ଟ। ଅନେକ ଲୋକ ଯେପରି ତାହାଙ୍କ ଗୌରବରେ ପ୍ରବେଶ କରନ୍ତି ଏହା ଇଚ୍ଛା କରି ସେ ଯୀଶୁଙ୍କୁ ଦୁଃଖ ଭୋଗ ମାଧ୍ୟମରେ ସିଦ୍ଧ କଲେ, ତହିଁରେ ସେ ଲୋକମାନଙ୍କୁ ପରିତ୍ରାଣର ମାର୍ଗ ଦେଖାଇଲେ।
11 ତେଣୁ ଯିଏ ପବିତ୍ର କରନ୍ତି, ଓ ଯେଉଁମାନେ ପବିତ୍ର ହୁଅନ୍ତି ଦୁହେଁ ଗୋଟିଏ ପରିବାରର ଅଟନ୍ତି। ଅତଏବ ଯୀଶୁ ସେମାନଙ୍କୁ ନିଜ ଭାଇ ଓ ଭଉଣୀ ଡାକିବାରେ ଲଜ୍ଜା ବୋଧ କରନ୍ତି ନାହିଁ। 12 ଯୀଶୁ କୁହନ୍ତି:
“ହେ ପରମେଶ୍ୱର, ମୁଁ ମୋର ଭାଇ ଓ ଭଉଣୀମାନଙ୍କୁ ତୁମ୍ଭ ବିଷୟରେ କହିବି।
ତୁମ୍ଭର ସବୁଲୋକ (ସାଧୁ) ମାନଙ୍କ ଆଗରେ, ମୁଁ ତୁମ୍ଭର ପ୍ରଶଂସା ପାଇବି।”(A)
13 ସେ ଆହୁରି କହନ୍ତି:
“ମୁଁ ପରମେଶ୍ୱରଙ୍କୁ ବିଶ୍ୱାସ କରିବି।”(B)
ଓ ସେ କୁହନ୍ତି:
“ମୁଁ ଏହିଠାରେ ଅଛି, ଓ ପରମେଶ୍ୱରଙ୍କ ଦତ୍ତ ସନ୍ତାନଗଣ ମଧ୍ୟ ମୋ’ ସହିତ ଅଛନ୍ତି।”(C)
14 ସେହି ସନ୍ତାନମାନେ ରକ୍ତମାଂସ ବିଶିଷ୍ଟ ଶରୀର ଧାରଣ କରିଛନ୍ତି। ଅତଏବ ଯୀଶୁ ସେମାନଙ୍କ ଭଳି ରକ୍ତ ମାଂସର ଶରୀର ଧାରଣ କଲେ। ସେହିପରି କରିବା ଦ୍ୱାରା, ଯୀଶୁ ମୃତ୍ୟୁ ଶକ୍ତିର ନିଦାନ ଶୟତାନକୁ ବିନଷ୍ଟ କଲେ। 15 ମୃତ୍ୟୁ ଭୟରେ ସାରା ଜୀବନ ବନ୍ଧନ ଗ୍ରସ୍ତ ଲୋକଙ୍କୁ ଉଦ୍ଧାର କରିବା ପାଇଁ ଯୀଶୁ ମାନବରୂପ ଧାରଣ କରି ମୃତ୍ୟୁ ବରଣ କଲେ। 16 କାରଣ ପ୍ରକୃତରେ ଯୀଶୁ ସ୍ୱର୍ଗଦୂତମାନଙ୍କ ପ୍ରତି ମନଯୋଗୀ ନ ହୋଇ ଅବ୍ରହାମଙ୍କର ସନ୍ତାନମାନଙ୍କୁ ସାହାଯ୍ୟ କରନ୍ତି। 17 ଅତଏବ ସମସ୍ତ ବିଷୟରେ ସେ ଆପଣା ଭାଇ ଓ ଭଉଣୀମାନଙ୍କ ପରି ହେବାକୁ ପଡ଼ିଲା। ଯେପରି ପରମେଶ୍ୱରଙ୍କ ସେବାରେ ସେହି ଲୋକମାନଙ୍କର ପାପର ପ୍ରାୟଶ୍ଚିତ୍ତ ସାଧନ ପାଇଁ ଦୟାଳୁ ଓ ବିଶ୍ୱସ୍ତ ମହାଯାଜକ ହୁଅନ୍ତି। 18 ଯୀଶୁ ପରୀକ୍ଷିତ ହୋଇ ଦୁଃଖ ଭୋଗ କରିଥିବାରୁ ପରୀକ୍ଷିତ ଲୋକମାନଙ୍କୁ ସାହାଯ୍ୟ କରିବା ନିମନ୍ତେ ସକ୍ଷମ ଅଟନ୍ତି।
2010 by World Bible Translation Center