Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 121

ଏକ ଆରୋହଣ ଗୀତ।

121 ମୁଁ ସାହାଯ୍ୟ ପାଇଁ ପର୍ବତଗଣ ଆଡ଼େ ଗ୍ଭହେଁ।
    କିନ୍ତୁ ପ୍ରକୃତରେ କେଉଁଠାରୁ ମୋର ସାହାଯ୍ୟ ଆସିବ?
ମୋର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସିବ
    ଯିଏକି ଆକାଶ ଓ ପୃଥିବୀର ସୃଷ୍ଟିକର୍ତ୍ତା।
ସେ ତୁମ୍ଭର ପାଦକୁ ଟଳମଳ ହେବାକୁ ଦେବେ ନାହିଁ।
    ତୁମ୍ଭର ରକ୍ଷାକର୍ତ୍ତା କେବେହେଲେ ନିଦ୍ରିତ ହେବେ ନାହିଁ।
ଇସ୍ରାଏଲର ରକ୍ଷାକର୍ତ୍ତା କେବେ ନିଦ୍ରା ଯିବେ ନାହିଁ।
    କି କେବେ ଶୋଇବେ ନାହିଁ।
ସଦାପ୍ରଭୁ ତୁମ୍ଭର ରକ୍ଷାକର୍ତ୍ତା।
    ସଦାପ୍ରଭୁ ତୁମ୍ଭର ଦକ୍ଷିଣ ପାର୍ଶ୍ୱରେ ତୁମ୍ଭକୁ ଢାଲ ଘୋଡ଼ାନ୍ତି ଏବଂ ରକ୍ଷା କରନ୍ତି।
ଦିନରେ ସୂର୍ଯ୍ୟ ତୁମ୍ଭକୁ ଆଘାତ କରି ପାରିବେ ନାହିଁ
    କିମ୍ବା ରାତିରେ ଚନ୍ଦ୍ର ତୁମ୍ଭକୁ ଆଘାତ କରି ପାରିବ ନାହିଁ।
ସମସ୍ତ ବିପଦରୁ ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ।
    ସେ ତୁମ୍ଭର ଜୀବନକୁ ରକ୍ଷା କରିବେ।
ବର୍ତ୍ତମାନ ଏବଂ ସବୁଦିନ ପାଇଁ ଯିବା ଆସିବା ବେଳେ
    ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ।

ମୀଖା ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 7:18-20

ସଦାପ୍ରଭୁଙ୍କ ପ୍ରଶଂସା

18 ତୁମ୍ଭ ପରି ପରମେଶ୍ୱର ଆଉ ସେଠାରେ କେହି ନାହିଁ।
    ତୁମ୍ଭେ ଲୋକମାନଙ୍କର ଦୋଷ କ୍ଷମା କର।
    ଅବଶିଷ୍ଟ ଲୋକମାନଙ୍କୁ ତୁମ୍ଭେ ମଧ୍ୟ କ୍ଷମା ଦିଅ।
ତୁମ୍ଭେ ସର୍ବଦା କ୍ରୋଧିତ ହେବ ନାହିଁ
    କାରଣ ତୁମ୍ଭେ ସ୍ନେହ ଗ୍ଭହଁ।
19 ସେ ପୁନର୍ବାର ଫେରିବେ ଓ ଆମ୍ଭମାନଙ୍କୁ କୃପା କରିବେ।
    ସେ ଆମ୍ଭମାନଙ୍କର ସମସ୍ତ ଅପରାଧକୁ ପଦରେ ଦଳି ଦେବେ ଓ ସମସ୍ତ ପାପକୁ ଅତଳ ସମୁଦ୍ରରେ ନେଇ ନିକ୍ଷେପ କରିବେ।
20 ହେ ପରମେଶ୍ୱର, ଯାକୁବ ପ୍ରତି ସତ୍ୟ
    ଓ ଅବ୍ରହାମ ପ୍ରତି ଦୟା ଓ ବିଶ୍ୱସ୍ତତା ପ୍ରଦାନ କଲ, ଯାହା ତୁମ୍ଭେ ବହୁବର୍ଷ ପୂର୍ବେ ଆମ୍ଭ ପୂର୍ବପୁରୁଷମାନଙ୍କଠାରେ ଶପଥ କରିଥିଲ।

ରୋମୀୟଙ୍କ ପ୍ରତି ପତ୍ର 3:21-31

ପରମେଶ୍ୱର ମଣିଷମାନଙ୍କୁ ଧାର୍ମିକ କିପରି କରନ୍ତି?

21 କିନ୍ତୁ ବିନା ବ୍ୟବସ୍ଥାରେ ଲୋକମାନଙ୍କୁ ଧାର୍ମିକ କରିବା ପାଇଁ ପରମେଶ୍ୱରଙ୍କର ଗୋଟିଏ ନୂତନ ମାର୍ଗ ଅଛି। ସେ ଆମ୍ଭକୁ ସେହି ନୂତନ ପଥ ଦେଖାଇ ଦେଇଛନ୍ତି। ଏହି ନୂତନ ପଥ ବିଷୟରେ ବ୍ୟବସ୍ଥା ଓ ଭବିଷ୍ୟ‌ଦ୍‌ବକ୍ତା ଆମ୍ଭକୁ କହୁଛନ୍ତି। 22 ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ପରମେଶ୍ୱର ଲୋକମାନଙ୍କୁ ଧାର୍ମିକ କରନ୍ତି। ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ରଖୁଥିବା ସମସ୍ତ ଲୋକଙ୍କ ପାଇଁ ପରମେଶ୍ୱର ଏହା କରନ୍ତି। ସବୁ ଲୋକେ ହେଉଛନ୍ତି ସମାନ। 23 ସମସ୍ତେ ପାପ କରିଛନ୍ତି ଓ ପରମେଶ୍ୱରଙ୍କ ମହିମା ପାଇବାରେ ଊଣା ପଡ଼ିଛନ୍ତି। 24 ପରମେଶ୍ୱରଙ୍କ ଅନୁଗ୍ରହ ଦ୍ୱାରା ଲୋକେ ତାହାଙ୍କ ଦୃଷ୍ଟିରେ ଧାର୍ମିକ ହୁଅନ୍ତି। ଏହା ବିନା ମୂଲ୍ୟର ଅନୁଗ୍ରହଦାନ ଅଟେ। ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ୟମରେ ପାପରୁ ମୁକ୍ତ ହୋଇ ଲୋକେ ପରମେଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ହୁଅନ୍ତି। 25 ଲୋକମାନଙ୍କୁ ବିଶ୍ୱାସ ଜରିଆରେ, ପାପରୁ କ୍ଷମା କରିବା ଉଦ୍ଦେଶ୍ୟରେ ପରମେଶ୍ୱର ଯୀଶୁଙ୍କୁ ପଥ ଭାବରେ ଦେଇଥିଲେ। ଯୀଶୁଙ୍କ ରକ୍ତ ବା ମୃତ୍ୟୁ ଦ୍ୱାରା ପରମେଶ୍ୱର କ୍ଷମା କରନ୍ତି। ଯୀଶୁଙ୍କୁ ଦେବା ଦ୍ୱାରା ଏହା ପ୍ରମାଣିତ କରେ ଯେ ପରମେଶ୍ୱର ସର୍ବଦା ନ୍ୟାୟ କରନ୍ତି। 26 ପୂର୍ବରୁ ପରମେଶ୍ୱର ଧୈର୍ଯ୍ୟ ଧରି ରହିଥିବା ଲୋକମାନଙ୍କୁ ସେମାନଙ୍କର ପାପ ପାଇଁ ଦଣ୍ଡ ନ ଦେଇ ଉଚିତ୍ କାର୍ଯ୍ୟ କରିଥିଲେ। ସେ ନିଜର ଧାର୍ମିକତା ପ୍ରକାଶ କରିବା ପାଇଁ ଏବେ ଯୀଶୁଙ୍କୁ ପଠାଇଲେ। ପରମେଶ୍ୱର ଯେ, ନିଜେ ନ୍ୟାୟବାନ ତାହା ଦେଖାଇବା ପାଇଁ ଯୀଶୁଙ୍କଠାରେ ବିଶ୍ୱାସ ରଖି ଥିବା ଯେକୌଣସି ଲୋକକୁ ଧାର୍ମିକ କଲେ।

27 ତା'ହେଲେ ଆମ୍ଭର ଗର୍ବ କରିବାର କିଛି ଅଛି କି? ନା! କାହିଁକି ନୁହେଁ? କାରଣ, ବିଶ୍ୱାସର ମାର୍ଗ ଦ୍ୱାରା ସମସ୍ତ ପ୍ରକାରର ଗର୍ବ କରିବା ବିଷୟକୁ ବାଦ୍ କରାଯାଇଛି। 28 ଏହାର କାରଣ ହେଲା ଜଣେ ଲୋକ ବ୍ୟବସ୍ଥା ପାଳନ କରିବା ଦ୍ୱାରା ନୁହେଁ ବରଂ ବିଶ୍ୱାସ ଦ୍ୱାରା ପରମେଶ୍ୱରଙ୍କ ପ୍ରତି ଧାର୍ମିକ ଗଣିତ ହୁଏ। ଏ କଥାରେ ଆମ୍ଭେ ବିଶ୍ୱାସ କରୁ। 29 ପରମେଶ୍ୱର କେବଳ ଯିହୂଦୀମାନଙ୍କର ପରମେଶ୍ୱର ନୁହନ୍ତି। ଅଣଯିହୂଦୀମାନଙ୍କର ମଧ୍ୟ ସେ ପରମେଶ୍ୱର ଅଟନ୍ତି। 30 ପରମେଶ୍ୱର ହେଉଛନ୍ତି ମାତ୍ର ଜଣେ, ସେ ଯିହୂଦୀମାନଙ୍କୁ ସେମାନଙ୍କ ବିଶ୍ୱାସ ଆଧାରରେ ତାହାଙ୍କ ସହିତ ଧାର୍ମିକ କରିବେ। ଅଣଯିହୂଦୀମାନଙ୍କୁ ମଧ୍ୟ ସେମାନଙ୍କର ବିଶ୍ୱାସ ପାଇଁ ସେ ଧାର୍ମିକ କରିବେ। 31 ଏଠାରେ ପ୍ରଶ୍ନ ଉଠେ ଯେ ଆମ୍ଭେ କ’ଣ ବିଶ୍ୱାସର ମାର୍ଗ ଅନୁସରଣ କରିବା ଦ୍ୱାରା ବ୍ୟବସ୍ଥାକୁ ନଷ୍ଟ କରୁଛୁ କି? ନା! ଏହା ସତ୍ୟ ନୁହେଁ। ବରଂ ବ୍ୟବସ୍ଥା ଆମ୍ଭଠାରୁ ଯାହା ଆଶାକରେ, ତାହା ହେବା ପାଇଁ ବିଶ୍ୱାସ ଆମ୍ଭକୁ ସୁଯୋଗ ପ୍ରଦାନ କରେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center