Revised Common Lectionary (Semicontinuous)
95 ଆସ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦର ସହିତ ପ୍ରଶଂସା ଗାନ କରିବା।
ଆମ୍ଭମାନଙ୍କ “ପରିତ୍ରାଣର ଶୈଳ” ଉଦ୍ଦେଶ୍ୟରେ ଆନନ୍ଦ ଧ୍ୱନି କରିବା,
ଯିଏ ଆମ୍ଭମାନଙ୍କୁ ରକ୍ଷା କରନ୍ତି।
2 ଆସ, ଆମ୍ଭେ ଧନ୍ୟବାଦ ସହ ତାଙ୍କ ସମ୍ମୁଖକୁ ଆସିବା
ଏବଂ ତାଙ୍କ ଉଦ୍ଦେଶ୍ୟରେ ଆନନ୍ଦର ସହିତ ପ୍ରଶଂସା ଗାନ କରିବା।
3 କାରଣ ସଦାପ୍ରଭୁ ହେଉଛନ୍ତି, ମହାନ ପରମେଶ୍ୱର।
ସେ ସକଳ “ଦେବତାଗଣଙ୍କ” ଉପରେ ଶାସନ କରନ୍ତି।
4 ପୃଥିବୀର ଗଭୀର ସ୍ଥାନସବୁ ଓ ଉଚ୍ଚ ପର୍ବତଗଣ ମଧ୍ୟ ସଦାପ୍ରଭୁଙ୍କର।
5 ସକଳ ସମୁଦ୍ର ତାଙ୍କର, ସେ ସେଗୁଡ଼ିକ ସୃଷ୍ଟି କରିଛନ୍ତି।
ଏବଂ ସ୍ଥଳଭାଗଗୁଡ଼ିକ ମଧ୍ୟ ପରମେଶ୍ୱର ତାଙ୍କର ନିଜ ହସ୍ତରେ ସୃଷ୍ଟି କରିଛନ୍ତି।
6 ଆସ, ଆମ୍ଭେ ସମସ୍ତେ ତାଙ୍କ ଆଗରେ ନଇଁ ପଡ଼ି ପ୍ରଣାମ କରିବା ଓ ଉପାସନା କରିବା!
ଆସ, ସେହି ଆମ୍ଭର ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କ ଆଗରେ ଆଣ୍ଠୁମାଡ଼ି ପ୍ରଶଂସା କରିବା।
7 ସେ ହେଉଛନ୍ତି ଆମ୍ଭର ପରମେଶ୍ୱର,
ଏବଂ ଆମ୍ଭେ ତାଙ୍କର ସନ୍ତାନଗଣ।
ଆଜି ଆମ୍ଭେ ତାଙ୍କର ମେଷ ତୁଲ୍ୟ, ସିଏ ତାଙ୍କ ନିଜର ତୃଣଭୂମିକୁ ଯତ୍ନ ନିଅନ୍ତି।
8 ପରମେଶ୍ୱର କହନ୍ତି, “ମିରୀବାଃ ଓ ମଃସା ମରୁଭୂମିରେ ହେଲା ପରି
ଜିଦ୍ଖୋର ହୁଅ ନାହିଁ।
9 ତୁମ୍ଭର ପୂର୍ବପୁରୁଷଗଣ ଆମ୍ଭର ପରୀକ୍ଷା ପାଇଁ ଆହ୍ୱାନ କଲେ।
ସେମାନେ ଜାଣି ପାରିଥିଲେ ଯେ ଆମ୍ଭେ କ’ଣ କରିପାରୁ।
10 ଆମ୍ଭେ ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ସେହି ବଂଶପ୍ରତି ବିରକ୍ତ ହୋଇଥିଲୁ,
ଆମ୍ଭେ କହିଲୁ ଯେ, ‘ସେମାନେ ଆମ୍ଭ ପ୍ରତି ବିଶ୍ୱାସୀ ନୁହନ୍ତି।
ସେମାନେ ଆମ୍ଭର ନିୟମକୁ ମାନିବା ପାଇଁ ମନା କରି ଦେଲେ।’
11 ତେଣୁ ଆମ୍ଭେ ତାଙ୍କ ଉପରେ କ୍ରୋଧିତ ହେଲୁ ଏବଂ ପ୍ରତିଜ୍ଞା କଲୁ,
‘ସେମାନେ ଆଉ ଆମ୍ଭର ବିଶ୍ରାମ ଭୂମିକୁ ପ୍ରବେଶ କରି ପାରିବେ ନାହିଁ।’”
27 ତଥାପି ସପ୍ତମ ଦିବସରେ ମଧ୍ୟ କେହି କେହି ଖାଦ୍ୟ ଖୋଜିବାକୁ ଗଲେ, ସେମାନେ କିଛି ପାଇଲେ ନାହିଁ। 28 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “କେତେକାଳ ତୁମ୍ଭ ଲୋକମାନେ ମୋର ଆଜ୍ଞା ଓ ଶିକ୍ଷା ମାନିବେ ନାହିଁ? 29 ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କୁ ବିଶ୍ରାମ ଦିନ ଦେବା ହେତୁ ଷଷ୍ଠ ଦିନରେ ଦୁଇ ଦିନର ଖାଦ୍ୟ ଦିଅନ୍ତି। ତୁମ୍ଭେମାନେ ପ୍ରତ୍ୟେକ ବିଶ୍ରାମ ଦିନରେ ନିଜ ନିଜ ସ୍ଥାନରୁ ବାହାରକୁ ନ ଯାଇ ନିଜ ନିଜ ସ୍ଥାନରେ ଥାଅ।” 30 ତେଣୁ ଲୋକମାନେ ବିଶ୍ରାମ ଦିନରେ ବିଶ୍ରାମ କଲେ।
31 ତେଣୁ ଇସ୍ରାଏଲର ଲୋକମାନେ ସେହି ଖାଦ୍ୟର ନାମ “ମାନ୍ନା”[a] ଦେଲେ। ତାହା ଧନିଆ ପରି ଶୁକ୍ଳବର୍ଣ୍ଣ ଓ ତାହାର ସ୍ୱାଦ ମଧୁ ମିଶ୍ରିତ ପିଷ୍ଟକ ତୁଲ୍ୟ ଥିଲା। 32 ଏହା ପରେ ମୋଶା କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଛନ୍ତି, ‘ସେ ତୁମ୍ଭମାନଙ୍କୁ ମିଶର ଦେଶଠାରୁ ଆଣିବା ବେଳେ ମରୁଭୂମି ମଧ୍ୟରେ ଯେଉଁ ଅନ୍ନ ଭୋଜନ କରାଇଲେ, ତାହା ଯେମନ୍ତ ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ଦେଖନ୍ତି। ଏଣୁ ସେମାନଙ୍କ ନିମନ୍ତେ ଏକ ଓମର ପରିମାଣର ମାନ୍ନା ରଖ।”’
33 ତେଣୁ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଏକ ପାତ୍ର ନେଇ ଏକ ଓମର ମାନ୍ନା ପୂର୍ଣ୍ଣ କରି ସଦାପ୍ରଭୁଙ୍କ ସମ୍ମୁଖରେ ରଖ। ତାହା ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ନିମନ୍ତେ ରଖାଯିବ।” 34 ସଦାପ୍ରଭୁ ମୋଶାଙ୍କୁ ଆଜ୍ଞା ଦେଇଥିବା ଅନୁସାରେ ହାରୋଣ ଏହାକୁ ନିୟମ-ସିନ୍ଦୁକ ସମ୍ମୁଖରେ ରଖିଲେ। 35 ଲୋକମାନେ ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ଏହି ମାନ୍ନା ଖାଇଲେ। ସେମାନେ ଏହି ମାନ୍ନା ବସତି ଦେଶରେ ଉପସ୍ଥିତ ନ ହେବା ଯାଏ ଏହିପରି ଭୋଜନ କଲେ। କିଣାନ ଦେଶର ସୀମାରେ ପହଞ୍ଚିବା ପର୍ଯ୍ୟନ୍ତ ସେମାନେ ମାନ୍ନା ଖାଇଲେ।
ଜଣେ ଶମିରୋଣୀୟା ସ୍ତ୍ରୀ ସହିତ ଯୀଶୁଙ୍କର କଥାବାର୍ତ୍ତା
4 ଯୋହନଙ୍କ ଅପେକ୍ଷା ଯୀଶୁ ଅଧିକ ଶିଷ୍ୟ କରୁଥିବାର ଓ ବାପ୍ତିଜିତ ଦେଉଥିବାର ଖବର ଫାରୂଶୀମାନେ ଶୁଣିଲେ। 2 କିନ୍ତୁ ଯୀଶୁ ପ୍ରକୃତରେ ଲୋକମାନଙ୍କୁ ବାପ୍ତିସ୍ମ ଦେଉ ନ ଥିଲେ। ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଇଁ ଲୋକଙ୍କୁ ବାପ୍ତିସ୍ମ ଦେଉଥିଲେ। ଯୀଶୁ ଜାଣିଥିଲେ ଯେ ଫାରୂଶୀମାନେ ତାହାଙ୍କ ସମ୍ବନ୍ଧରେ ଶୁଣିଛନ୍ତି। 3 ତେଣୁ ସେ ସେତେବେଳେ ଯିହୂଦା ପ୍ରଦେଶ ଛାଡ଼ି ପୁଣି ଥରେ ଗାଲିଲୀକୁ ଗ୍ଭଲିଗଲେ। 4 ଯୀଶୁ ଗାଲିଲୀ ଗଲାବେଳେ ତାହାଙ୍କୁ ଶମିରୋଣ ଅଞ୍ଚଳ ବାଟ ଦେଇ ଯିବାକୁ ହେଲା।
5 ଯୀଶୁ ଶମିରୋଣର ସୁଖାରରେ ଆସି ପହଞ୍ଚିଲେ। ଏହି ନଗରଟି ଯାକୁବ ତାହାଙ୍କ ପୁତ୍ର ଯୋଷେଫଙ୍କୁ ଦେଇଥିବା ଜମି ପାଖରେ ଥିଲା। 6 ଯାକୁବଙ୍କ କୂଅ ସେଠାରେ ଥିଲା। ଯୀଶୁ ଗ୍ଭଲି ଗ୍ଭଲି କ୍ଳାନ୍ତ ହୋଇ ପଡ଼ିଥିଲେ। ତେଣୁ ସେ କୂଅ ପାଖରେ ବସି ପଡ଼ିଲେ। ଏହା ମଧ୍ୟାହ୍ନ ସମୟ ଥିଲା।
2010 by World Bible Translation Center