Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 81

ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ୱରରେ ଆସଫର ଗୀତ।

81 ଆମ୍ଭମାନଙ୍କ ବଳସ୍ୱରୂପ ପରମେଶ୍ୱରଙ୍କର ଉଦ୍ଦେଶ୍ୟରେ ଉଚ୍ଚ ସ୍ୱରରେ ଜୟଗାନ କର।
    ଯାକୁବର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।
ଗୀତ ଆରମ୍ଭ କର
    ଓ ଦାରା ବଜାଅ,
    ନେବଲ ସହିତ ସୁମଧୁର ବୀଣାରେ ସ୍ୱର ବାହାର କର।
ଅମାବାସ୍ୟା ଦିନରେ ମେଣ୍ଢା ତୂରୀ ବଜାଅ।
    ଆମ୍ଭର ପର୍ବଦିନରେ, ପୂର୍ଣ୍ଣିମାରେ ଏହାକୁ ବଜାଅ।
କାରଣ ଏହା ଇସ୍ରାଏଲ ପାଇଁ ନିୟମ।
    ଏହା ଯାକୁବର ପରମେଶ୍ୱରଙ୍କର ଆଦେଶ ଅଟେ।
ପରମେଶ୍ୱର ଯୋଷେଫଙ୍କ ଲୋକମାନଙ୍କ ପାଇଁ ଏହି ନିୟମ କରିଥିଲେ।
    ଯେତେବେଳେ ପରମେଶ୍ୱର ମିଶର ଭୂମି ବିରୁଦ୍ଧରେ ଗଲେ,
ଯେଉଁଠାରେ ମୁଁ ଏକ ଭାଷା ଶୁଣିଲି ଯାହା ମୁଁ ବୁଝିପାରିଲି ନାହିଁ।
ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭ କାନ୍ଧରୁ ଭାର ଉତ୍ତାରି ଦେଲୁ।
    ତାହାର ହସ୍ତ ଟୋକେଇରୁ ମୁକ୍ତ ହେଲା।
ତୁମ୍ଭେମାନେ ଯେତେବେଳେ ସଙ୍କଟରେ ଥିଲ, ତୁମ୍ଭେ ସାହାଯ୍ୟ ମାଗିଲ, ଏବଂ ଆମ୍ଭେ ତୁମ୍ଭକୁ ମୁକ୍ତ କଲୁ।
    ଆମ୍ଭେ ଘନ ଅନ୍ଧାର ବାଦଲରୁ ତୁମ୍ଭକୁ ଉତ୍ତର ଦେଲୁ।
    ଆମେ ମିରୀବାଃ ପାଣି ନିକଟରେ ତୁମ୍ଭକୁ ପରୀକ୍ଷା କଲୁ।” ସେଲା

“ହେ ଆମ୍ଭର ଲୋକମାନେ, ଆମ୍ଭର କଥା ଶୁଣ,
    ହେ ଇସ୍ରାଏଲ, ଆମ୍ଭର କଥା ଶୁଣ! ଆମ୍ଭେ ତୁମ୍ଭକୁ ସତର୍କ କରୁଛୁ।
ତୁମ୍ଭେମାନେ ଅନ୍ୟ କୌଣସି ଦେବତାକୁ ପୂଜା କରିବ ନାହିଁ।
    ଯାହାକୁ ବିଦେଶୀମାନେ ପୂଜା କରୁଛନ୍ତି।
10 ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର,
    ଆମ୍ଭେ ତୁମ୍ଭକୁ ମିଶର ଦେଶରୁ ବାହାର କରି ଆଣିଲୁ।
ତୁମ୍ଭର ମୁଖ ବଡ଼ କରି ଖୋଲ,
    ଆମ୍ଭେ ଖୁଆଇ ଦେବା।

11 “କିନ୍ତୁ ଆମ୍ଭର ଲୋକମାନେ ଆମ୍ଭର କଥାକୁ ଶୁଣିଲେ ନାହିଁ।
    ଇସ୍ରାଏଲବାସୀ ଆମ୍ଭର କଥା ମାନିଲେ ନାହିଁ।
12 ତେଣୁ ଆମ୍ଭେ ସେମାନଙ୍କୁ ସେମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରିବାକୁ ଦେଲୁ।
    ଇସ୍ରାଏଲୀୟମାନେ ସେମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟମାନ କଲେ।
13 ଭଲହୁଅନ୍ତା, ଯଦି ଆମ୍ଭର ଲୋକମାନେ ଆମ୍ଭର କଥା ଶୁଣିଥା’ନ୍ତେ
    ଓ ଇସ୍ରାଏଲବାସୀ ଆମ୍ଭେ ଗ୍ଭହିଁଥିବା ଅନୁସାରେ ରହିଥା’ନ୍ତେ?
14 ତେବେ, ଆମ୍ଭେ ସେମାନଙ୍କର ଶତ୍ରୁମାନଙ୍କୁ ପରାସ୍ତ କରିବା।
    ଆମ୍ଭେ ସେମାନଙ୍କର ଶତ୍ରୁଗଣକୁ ଦଣ୍ଡିତ କରିବା।
15 ସଦାପ୍ରଭୁଙ୍କ ଘୃଣାକାରୀମାନେ ଭୟରେ ଥରିବେ।
    ସେମାନଙ୍କର ଦଣ୍ଡ ଚିରଦିନ ଧରି ରହିବ ଓ ସର୍ବଦା ଦଣ୍ଡ ପାଇବେ।
16 ଆମ୍ଭେ ତୁମ୍ଭମାନଙ୍କୁ ଉତ୍ତମ ଗହମ ସହ ଖୁଆଇବା।
    ଆମ୍ଭେ ତୁମ୍ଭମାନଙ୍କୁ ଶୈଳରୁ ମଧୁ ଦେଇ ସନ୍ତୁଷ୍ଟ କରିବା।”

ଆଦିପୁସ୍ତକ 29:1-14

ଯାକୁବ ରାହେଲଙ୍କୁ ସାକ୍ଷାତ କଲେ

29 ଏହା ପରେ ଯାକୁବ ତାଙ୍କର ଯାତ୍ରା ଗ୍ଭଲୁ ରଖିଲେ, ସେ ପୂର୍ବଦିଗସ୍ଥ ଦେଶକୁ ଗଲେ। ଯାକୁବ ଦେଖିଲେ, ସେହି ଭୂମିରେ ଏକ କୂପ। ମେଷମାନେ, ସେହି କୂପ ନିକଟରେ ବିଶ୍ରାମ ନେଉଥିଲେ। ଏହା ହେଉଛି ସେହି ସ୍ଥାନ, ମେଷମାନେ ଜଳପାନ କରୁଥିଲେ। ଗୋଟିଏ ବଡ଼ ଶୀଳାଖଣ୍ଡ କୂପର ମୁହଁ ଘୋଡ଼ାଇ ରଖିଥିଲା। ଯେତେବେଳେ ସବୁ ମେଷପଲ ସେହି କୂପ ନିକଟରେ ଉପସ୍ଥିତ ହୁଅନ୍ତି ସେତେବେଳେ ମେଷପାଳକମାନେ ଏହି ଶୀଳାକୁ କୂପର ସମ୍ମୁଖରୁ କାଢ଼ିଦିଅନ୍ତି। ମେଷମାନେ ପାଣି ପିଇ ସାରିବା ପରେ ସେମାନେ କୂପର ମୁହଁକୁ ପଥର ସହିତ ଆଚ୍ଛାଦନ କରନ୍ତି।

ଯାକୁବ ସେଠାରେ ସେହି ମେଷପାଳକମାନକୁ କହିଲେ, “ହେ ଭାଇମାନେ ତୁମ୍ଭର ଘର କେଉଁଠି?”

ସେମାନେ ଉତ୍ତର ଦେଇ କହିଲେ, “ଆମ୍ଭ ଘର ହାରଣରେ।”

ଏହା ପରେ ଯାକୁବ କହିଲେ, “ତୁମ୍ଭେମାନେ ଲାବନଙ୍କୁ ଜାଣିଛ କି, ଯେ କି ନାହୋରର ପୁତ୍ର?”

ମେଷପାଳକମାନେ କହିଲେ, “ହଁ, ଆମ୍ଭେମାନେ ତାଙ୍କୁ ଜାଣିଛୁ।”

ଏହା ପରେ ଯାକୁବ ତାଙ୍କୁ ପଗ୍ଭରିଲେ, “ସେ କିପରି ଅଛନ୍ତି?”

ସେମାନେ ଉତ୍ତର ଦେଲେ, “ସେ ଭଲ ଅଛନ୍ତି, ତାଙ୍କର ସମସ୍ତ କୁଶଳ। ଦେଖ ତାଙ୍କର କନ୍ୟା ରାହେଲ ତାଙ୍କ ମେଷପଲ ସହିତ ଆସୁଛନ୍ତି।”

ଯାକୁବ କହିଲେ, “ଦେଖ, ଏବେ ବହୁତ ବେଳ ଅଛି। ମେଷପଲ ଏକତ୍ର କରିବାର ସମୟ ହୋଇ ନାହିଁ। ତୁମ୍ଭେମାନେ ମେଷଗଣଙ୍କୁ ଜଳପାନ କରାଇ ପୁନର୍ବାର ଚରାଇବାକୁ ନେଇଯାଅ।”

କିନ୍ତୁ ମେଷପାଳକ କହିଲେ, “ଯେପର୍ଯ୍ୟନ୍ତ ସମସ୍ତ ମେଷ ଏକତ୍ର ନ ହୋଇଛନ୍ତି ସେ ପର୍ଯ୍ୟନ୍ତ ଆମ୍ଭେ ଏହା କରି ପାରିବୁ ନାହିଁ। ସମସ୍ତ ଏକତ୍ର ହେବାପରେ ଆମ୍ଭେ କୂପ ସମ୍ମୁଖରୁ ପଥର କାଢ଼ିବୁ ଏବଂ ସମସ୍ତ ମେଷମାନେ ପାଣି ପିଇ ପାରିବେ।”

ଯେତେବେଳେ ଯାକୁବ ମେଷପାଳକମାନଙ୍କ ସହିତ କଥା ହେଉଥିଲେ ସେହି ସମୟରେ ରାହେଲ ତାଙ୍କ ପିତାଙ୍କର ମେଷପଲ ସହିତ ଉପସ୍ଥିତ ହେଲେ। ନିଜ ପିତାଙ୍କ ମେଷମାନଙ୍କର ଯତ୍ନ ନେବା ରାହେଲଙ୍କର କାର୍ଯ୍ୟ ଥିଲା। 10 ରାହେଲ ଥିଲେ ଲାବନର ଝିଅ। ଲାବନ ଥିଲେ ଯାକୁବର ମା’ ରିବିକାର ଭାଇ। ଯାକୁବ ଯେତେବେଳେ ମାତୁଳ ଲାବନର କନ୍ୟା ମେଷ ସହିତ ରାହେଲକୁ ଦେଖିଲେ, ସେ ଯାଇ ପଥର ଘୁଞ୍ଚାଇଲେ ଓ ତାଙ୍କର ମେଷମାନେ ଜଳପାନ କଲେ। 11 ଏହା ପରେ ଯାକୁବ ତାଙ୍କୁ ଚୁମ୍ବନ ଦେଲେ ଏବଂ କାନ୍ଦିଲେ। 12 ଯାକୁବ ରାହେଲକୁ କହିଲେ ଯେ, ସେ ହେଉଛନ୍ତି ରିବିକାର ପୁତ୍ର। ତେଣୁ ରାହେଲ ଘରକୁ ଦୌଡ଼ିଯାଇ ତାଙ୍କ ପିତାଙ୍କୁ କହିଲେ।

13 ଲାବନ ତାଙ୍କ ଭଉଣୀର ପୁତ୍ର ଯାକୁବ ବିଷୟରେ ସମସ୍ତ ଶୁଣିଲେ। ତେଣୁ ଲାବନ ତାଙ୍କୁ ଦେଖିବା ପାଇଁ ଦୌଡ଼ିଗଲେ, ଲାବନ ତାଙ୍କୁ ଆଲିଙ୍ଗନ କଲେ ଓ ଚୁମ୍ବନ ଦେଲେ। ଏବଂ ତାଙ୍କୁ ଗୃହକୁ ଆଣିଲେ। ଯାକୁବ ଲାବନକୁ ସବୁକିଛି କହିଲେ।

14 ଏହା ପରେ ଲାବନ କହିଲେ, “ଏହା ଆଶ୍ଚର୍ଯ୍ୟ! ତୁମ୍ଭେ ମୋ’ ବଂଶଧର।” ତେଣୁ ଯାକୁବ ଲାବନଙ୍କ ଘରେ ଏକ ମାସ ରହିଲେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 10:1-4

ଯିହୂଦୀମାନଙ୍କ ଭଳି ହୁଅ ନାହିଁ

10 ଭାଇ ଓ ଭଉଣୀମାନେ! ମୁଁ ଇଚ୍ଛା କରେ ଯେ, ଆମ୍ଭର ପିତୃପୁରୁଷମାନଙ୍କ ପ୍ରତି (ଯେଉଁମାନେ ମୋଶାଙ୍କୁ ଅନୁସରଣ କରିଥିଲେ) କ’ଣ ହେଲା ତାହା ତୁମ୍ଭେମାନେ ଜାଣି ରଖ। ପରମେଶ୍ୱର ସେମାନଙ୍କୁ ମେଘ ସ୍ତମ୍ଭ ଦ୍ୱାରା ସୁଫ ସାଗରକୁ ପାର କରାଇଥିଲେ। ସେମାନେ ମେଘ ଓ ସମୁଦ୍ରରେ ମୋଶାଙ୍କ ଅନୁଗାମୀ ଭାବେ ଡୁବିତ ହୋଇଥିଲେ। ସେମାନେ ଏକମାତ୍ର ଆଧ୍ୟାତ୍ମିକ ଶୈଳ ସଦୃଶ ଖ୍ରୀଷ୍ଟଙ୍କଠାରୁ ସମାନ ଆତ୍ମିକ ଭୋଜନ କରିଥିଲେ। ଓ ସମସ୍ତେ ସମାନ ଆତ୍ମିକ ପାନୀୟରୁ ପାନ କରିଥିଲେ। ସେମାନେ ସେହି ଆତ୍ମିକ ପଥରରୁ ବାହାରିବା ପାଣି ପିଇଥିଲେ। ସେହି ପଥର ଖ୍ରୀଷ୍ଟ ଥିଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center