Revised Common Lectionary (Semicontinuous)
ଦାଉଦଙ୍କର ଏକ ଗୀତ।
23 ସଦାପ୍ରଭୁ ମୋର ପ୍ରତିପାଳକ ଅଟନ୍ତି,
ମୋର କିଛି ଅଭାବ ହେବ ନାହିଁ।
2 ସେ ମୋତେ କୋମଳ ସବୁଜ ସ୍ଥାନରେ ଶୋଇବାକୁ ଦିଅନ୍ତି।
ସେ ମୋତେ ସ୍ଥିର ଜଳପୂର୍ଣ୍ଣ ପୁଷ୍କରିଣୀ ପାଖେ ପାଖେ କଢ଼ାଇ ନିଅନ୍ତି।
3 ସେ ମୋର ପ୍ରାଣରେ ନୂତନ ବଳ ସଞ୍ଚାର କରନ୍ତି, ସେ ମୋତେ ଧର୍ମପଥରେ କଢ଼ାଇ ନିଅନ୍ତି।
ଏହା ଦ୍ୱାରା ପ୍ରମାଣିତ ହୁଏ ଯେ, ସେ ପ୍ରକୃତରେ ପରମେଶ୍ୱର ଅଟନ୍ତି।
4 ଯଦିଓ ମୁଁ ମୃତ୍ୟୁଛାୟା ରୂପ ଉପତ୍ୟକାରେ ଏକା ବାଟ ଗ୍ଭଲେ, ଯାହାକି ଅନ୍ଧକାରରେ ଆଚ୍ଛାଦିତ ତଥାପି ମୁଁ କୌଣସି ବିପଦ ଯୋଗୁଁ ଭୟଭୀତ ହେବି ନାହିଁ।
କାରଣ ସଦାପ୍ରଭୁ, ତୁମ୍ଭେ ମୋ’ ସହିତ ଅଛ।
ତୁମ୍ଭର ଆଶାବାଡ଼ି ଓ ପାଞ୍ଚଣ ବାଡ଼ି ମୋତେ ସୁରକ୍ଷା କରେ।
5 ହେ ସଦାପ୍ରଭୁ, ତୁମ୍ଭେ ମୋର ଶତ୍ରୁମାନଙ୍କ ସମ୍ମୁଖରେ ମୋର ମେଜ ସଜାଇଅଛ।
ତୁମ୍ଭେ ମୋର ମୁଣ୍ଡରେ ତେଲ ଢାଳିଛ।
ମୋ’ ପାନପାତ୍ର ପୂର୍ଣ୍ଣ ହୋଇ ଉଚ୍ଛୁଳି ପଡ଼ିଛି।
6 ନିଶ୍ଚୟ ଧାର୍ମିକତା, ମଙ୍ଗଳ ଓ ଦୟା ମୋର ଅବଶିଷ୍ଟ ଜୀବନର ପଶ୍ଚାଦ୍ଗାମୀ ହେବ।
ମୁଁ ଶେଷରେ ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ସବୁଦିନ ପାଇଁ ବାସ କରିବି।
ଶାମୁୟେଲ ଶାଉଲଙ୍କୁ ତାଙ୍କ ପାପ କଥା କହିଲେ
10 ଶାମୁୟେଲ ସଦାପ୍ରଭୁଙ୍କ ପାଖରୁ ଏକ ବାର୍ତ୍ତା ପାଇଲେ। 11 ସଦାପ୍ରଭୁ କହିଲେ, “ଶାଉଲ ମୋତେ ଅନୁସରଣ କରୁ ନାହିଁ। ତେଣୁ ଶାଉଲଙ୍କୁ ରାଜା କରିଥିବାରୁ ମୁଁ ଦୁଃଖିତ ଅଟେ। ସେ ମୋର ଆଦେଶକୁ ଅବଜ୍ଞା କଲା।” ଏଥିରେ ଶାମୁୟେଲ କ୍ରୋଧିତ ହେଲେ ଏବଂ ସଦାପ୍ରଭୁଙ୍କ ନିକଟରେ ସାରା ରାତି ଚିତ୍କାର କରି କାନ୍ଦିଲେ।
12 ଶାମୁୟେଲ ତା’ ପରଦିନ ପ୍ରତ୍ୟୁଷରୁ ଶାଉଲଙ୍କୁ ସାକ୍ଷାତ କରିବା ପାଇଁ ତାଙ୍କ ରାସ୍ତାରେ ଗଲେ। ଲୋକମାନେ ଶାମୁୟେଲଙ୍କୁ କହିଲେ, “ଶାଉଲ ଯିହୁଦାର କର୍ମିଲ୍ ସହରକୁ ଆସିଥିଲେ। ଶାଉଲ ସେଠାକୁ ତାଙ୍କ ସମ୍ମାନାର୍ଥେ ପ୍ରସ୍ତର ସ୍ତମ୍ଭ ନିର୍ମାଣ କରିବାକୁ ଗଲେ। ଶାଉଲ ସବୁଆଡ଼େ ଯାତ୍ରା କରି ସାରିବା ପରେ ଗିଲ୍ଗଲ୍ରେ ପହଞ୍ଚିଲେ।”
13 ତେଣୁ ଶାମୁୟେଲ ଶାଉଲ ଥିବା ସ୍ଥାନକୁ ଯାତ୍ରା କଲେ। ଶାଉଲ ତାଙ୍କୁ ଅଭ୍ୟର୍ଥନା କଲେ, “ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ। ମୁଁ ସଦାପ୍ରଭୁଙ୍କ ଆଜ୍ଞା ମାନିଛି।”
14 କିନ୍ତୁ ଶାମୁୟେଲ କହିଲେ, “ତେବେ ଏହା କ’ଣ, ମୁଁ ଶୁଣିଅଛି? ମୁଁ କାହିଁକି ମେଷର ଭେଁ ଭେଁ ଶବ୍ଦ ଶୁଣୁଅଛି ଏବଂ ଗାଈର ହମ୍ବାରବ ଶୁଣୁଛି?”
15 ଶାଉଲ କହିଲେ, “ସୈନ୍ୟମାନେ ସେମାନଙ୍କୁ ଅମାଲେକୀୟମାନଙ୍କଠାରୁ ଆଣିଛନ୍ତି। ସୈନ୍ୟମାନେ ଉତ୍ତମ ଗୋରୁ ଓ ମେଷମାନଙ୍କୁ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କୁ ବଳିଦେବା ନିମନ୍ତେ ରଖିଲେ ଓ ଅନ୍ୟମାନଙ୍କୁ ବିନାଶ କଲେ।”
16 ଶାମୁୟେଲ ଶାଉଲଙ୍କୁ କହିଲେ, “କହିବା ବନ୍ଦ କର! ସଦାପ୍ରଭୁ ମୋତେ ଗତ ରାତିରେ ଯାହା କରିଛନ୍ତି ତାହା ମୁଁ ତୁମ୍ଭକୁ କହିବି।”
ଶାଉଲ ଉତ୍ତର ଦେଲେ, “ମୋତେ କୁହ।”
17 ଶାମୁୟେଲ କହିଲେ, “ଅତୀତରେ ତୁମ୍ଭେ ନିଜକୁ ମୁଖ୍ୟ ବୋଲି ଭାବୁ ନ ଥିଲ। କିନ୍ତୁ ତା'ପରେ ତୁମ୍ଭେ ଇସ୍ରାଏଲ ପରିବାରବର୍ଗଗୁଡ଼ିକର ମୂଖ୍ୟ ହୋଇ ପାରିଲ। ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲର ରାଜା ଭାବେ ବାଛିଲେ। 18 ସଦାପ୍ରଭୁ ତୁମ୍ଭକୁ ଯୁଦ୍ଧ ଯାତ୍ରାରେ ପଠାଇ କହିଲେ, ‘ଯାଅ, ସେହି ଅମାଲେକୀୟ ପାପୀମାନଙ୍କୁ ହତ୍ୟା କର। ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ନ କରିବା ପର୍ଯ୍ୟନ୍ତ ତାଙ୍କ ସହ ଯୁଦ୍ଧ କର।’ 19 କିନ୍ତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣିଲ ନାହିଁ କାହିଁକି? ତୁମ୍ଭେ ଗ୍ଭହିଁଲ ସେ ଲୁଟଦ୍ରବ୍ୟ ଗୁଡ଼ିକ ରଖିବା ପାଇଁ ଯାହା ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ ଅଟେ।”
20 ଶାଉଲ କହିଲେ, “ମୁଁ ସଦାପ୍ରଭୁଙ୍କ କଥା ମାନିଥିଲି, ସଦାପ୍ରଭୁ ମୋତେ ଯେଉଁଠାକୁ ପଠାଇ ଥିଲେ, ମୁଁ ସେଠାକୁ ଯାଇଥିଲି, ମୁଁ ସମସ୍ତ ଅମାଲେକୀୟମାନଙ୍କୁ ଧ୍ୱଂସ କରିଥିଲି। ମୁଁ ଅମାଲେକୀୟ ରାଜାଙ୍କୁ ଆଣିଥିଲି ଓ ସେମାନଙ୍କୁ ଧ୍ୱଂସ କଲି। 21 ଏବଂ ସୈନ୍ୟମାନେ ଗିଲ୍ଗଲ୍ରେ ଉତ୍ତମ ମେଣ୍ଢା ଓ ଗୋରୁମାନଙ୍କୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କଠାରେ ବଳିଦାନ ଦେବା ପାଇଁ ରଖିଲେ।”
25 ଅତଏବ ତୁମ୍ଭେ ମିଛ କହିବା ବନ୍ଦ କର। ସର୍ବଦା ପରସ୍ପରକୁ ସତ୍ୟ କୁହ, ଯେହେତୁ ଆମ୍ଭେ ସମସ୍ତେ ଗୋଟିଏ ଦେହର ଅଙ୍ଗପ୍ରତ୍ୟଙ୍ଗ ଅଟୁ। 26 ଯେତେବେଳେ ତୁମ୍ଭର କ୍ରୋଧ ହୁଏ, ସେତେବେଳେ ଅତି କ୍ରୋଧୀ ହୋଇ ପାପ କର ନାହିଁ। 27 ଦିନସାରା କ୍ରୋଧ କର ନାହିଁ। ତୁମ୍ଭକୁ ପରାସ୍ତ କରିବା ନିମନ୍ତେ ଶୟତାନକୁ ସୁଯୋଗ ଦିଅ ନାହିଁ। 28 ଗ୍ଭେର ଗ୍ଭେରି କରିବା ବନ୍ଦ କରୁ। ସେ କାମ କରିବା ଆରମ୍ଭ କରୁ ଓ ନିଜ ହାତକୁ ଭଲ କାମରେ ଲଗାଉ। ତା'ହେଲେ ସେ ଗରିବ ଲୋକମାନଙ୍କୁ କିଛି ସାହାଯ୍ୟ କରି ପାରିବ।
29 ଯେତେବେଳେ ତୁମ୍ଭେ କଥାବାର୍ତ୍ତା କର, ସେତେବେଳେ କୌଣସି ଖରାପ ଶବ୍ଦ ଉଚ୍ଚାରଣ କର ନାହିଁ। ଏପରି କଥା କୁହ, ଯାହା ଲୋକମାନଙ୍କର ପ୍ରୟୋଜନ ଥିବ ଓ ସେମାନଙ୍କୁ ଶକ୍ତିଶାଳୀ କରିବା ପାଇଁ ସାହାଯ୍ୟ କରି ପାରୁଥିବ। ଏହା ଦ୍ୱାରା ଯେଉଁମାନେ ତୁମ୍ଭମାନଙ୍କର କଥା ଶୁଣନ୍ତି, ସେମାନଙ୍କର ମଙ୍ଗଳ ହେବ। 30 ପବିତ୍ରଆତ୍ମାଙ୍କୁ ଦୁଃଖ ଦିଅ ନାହିଁ। ତୁମ୍ଭେ ଯେ ପରମେଶ୍ୱରଙ୍କର ଅଟ ଏହା ସେ ଆତ୍ମା ପ୍ରମାଣ ଦିଅନ୍ତି। ଉଚିତ୍ ସମୟ ଉପସ୍ଥିତ ହେଲେ ପରମେଶ୍ୱର ତୁମ୍ଭକୁ ସ୍ୱାଧୀନତା ପ୍ରଦାନ କରିବେ। ଏହା ଦର୍ଶାଇବା ପାଇଁ ସେ ପବିତ୍ରଆତ୍ମାଙ୍କୁ ଦେଇଅଛନ୍ତି। 31 କେବେ ହେଲେ କଟୁ ହୁଅ ନାହିଁ, ରାଗ ନାହିଁ, କ୍ରୋଧ କର ନାହିଁ, ଉତ୍ତେଜିତ ହୁଅ ନାହିଁ। କ୍ରୋଧରେ ପାଟି କର ନାହିଁ, ବା ଅନ୍ୟମାନଙ୍କୁ ଆଘାତ ଦେଲାଭଳି କଥା କୁହ ନାହିଁ। କେବେ ହେଲେ ମନ୍ଦ କାମ କର ନାହିଁ। 32 ପରସ୍ପର ପ୍ରତି ଦୟାଭାବ ଓ ପ୍ରେମ ଭାବ ରଖ। ଯେପରି ଖ୍ରୀଷ୍ଟଙ୍କଠାରେ ପରମେଶ୍ୱର ତୁମ୍ଭମାନଙ୍କୁ କ୍ଷମା କଲେ, ସେହିଭଳି ତୁମ୍ଭେମାନେ ପରସ୍ପରକୁ କ୍ଷମା ଦିଅ।
2010 by World Bible Translation Center