Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 23

ଦାଉଦଙ୍କର ଏକ ଗୀତ।

23 ସଦାପ୍ରଭୁ ମୋର ପ୍ରତିପାଳକ ଅଟନ୍ତି,
    ମୋର କିଛି ଅଭାବ ହେବ ନାହିଁ।
ସେ ମୋତେ କୋମଳ ସବୁଜ ସ୍ଥାନରେ ଶୋଇବାକୁ ଦିଅନ୍ତି।
    ସେ ମୋତେ ସ୍ଥିର ଜଳପୂର୍ଣ୍ଣ ପୁଷ୍କରିଣୀ ପାଖେ ପାଖେ କଢ଼ାଇ ନିଅନ୍ତି।
ସେ ମୋର ପ୍ରାଣରେ ନୂତନ ବଳ ସଞ୍ଚାର କରନ୍ତି, ସେ ମୋତେ ଧର୍ମପଥରେ କଢ଼ାଇ ନିଅନ୍ତି।
    ଏହା ଦ୍ୱାରା ପ୍ରମାଣିତ ହୁଏ ଯେ, ସେ ପ୍ରକୃତରେ ପରମେଶ୍ୱର ଅଟନ୍ତି।
ଯଦିଓ ମୁଁ ମୃତ୍ୟୁଛାୟା ରୂପ ଉପତ୍ୟକାରେ ଏକା ବାଟ ଗ୍ଭଲେ, ଯାହାକି ଅନ୍ଧକାରରେ ଆଚ୍ଛାଦିତ ତଥାପି ମୁଁ କୌଣସି ବିପଦ ଯୋଗୁଁ ଭୟଭୀତ ହେବି ନାହିଁ।
    କାରଣ ସଦାପ୍ରଭୁ, ତୁମ୍ଭେ ମୋ’ ସହିତ ଅଛ।
    ତୁମ୍ଭର ଆଶାବାଡ଼ି ଓ ପାଞ୍ଚଣ ବାଡ଼ି ମୋତେ ସୁରକ୍ଷା କରେ।
ହେ ସଦାପ୍ରଭୁ, ତୁମ୍ଭେ ମୋର ଶତ୍ରୁମାନଙ୍କ ସମ୍ମୁଖରେ ମୋର ମେଜ ସଜାଇଅଛ।
    ତୁମ୍ଭେ ମୋର ମୁଣ୍ଡରେ ତେଲ ଢାଳିଛ।
    ମୋ’ ପାନପାତ୍ର ପୂର୍ଣ୍ଣ ହୋଇ ଉଚ୍ଛୁଳି ପଡ଼ିଛି।
ନିଶ୍ଚୟ ଧାର୍ମିକତା, ମଙ୍ଗଳ ଓ ଦୟା ମୋର ଅବଶିଷ୍ଟ ଜୀବନର ପଶ୍ଚା‌ଦ୍‌ଗାମୀ ହେବ।
    ମୁଁ ଶେଷରେ ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ସବୁଦିନ ପାଇଁ ବାସ କରିବି।

ଶାମୁୟେଲଙ୍କ ପ୍ରଥମ ପୁସ୍ତକ 15:22-31

22 କିନ୍ତୁ ଶାମୁୟେଲ ଉତ୍ତର ଦେଲେ, “ସଦାପ୍ରଭୁଙ୍କୁ କ’ଣ ଅଧିକ ପ୍ରସନ୍ନ କରେ, ହୋମବଳି, ନୈବେଦ୍ୟ ନା ପରମେଶ୍ୱରଙ୍କର ଆଦେଶଗୁଡ଼ିକ ପାଳନ କରିବା? ପରମେଶ୍ୱର ହୃଷ୍ଟପୁଷ୍ଟ ମେଷର ବଳିଦାନଠାରୁ ତାଙ୍କର ଆଜ୍ଞା ମାନୁ ଥିବା ଲୋକଠାରେ ଅଧିକ ସନ୍ତୁଷ୍ଟ ହୁଅନ୍ତି। 23 ବିଦ୍ରୋହିତା ମନ୍ତ୍ରପାଠ ପାପତୁଲ୍ୟ ଓ ଅବାଧ୍ୟତା ଅବସ୍ତୁର ଓ ଠାକୁରମାନଙ୍କର ପୂଜାତୁଲ୍ୟ। ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ। ଏଥିପାଇଁ ସେ ମଧ୍ୟ ତୁମ୍ଭକୁ ରାଜା ହେବା ପାଇଁ ତୁଚ୍ଛ କରିଅଛନ୍ତି।”

24 ତା'ପରେ ଶାଉଲ ଶାମୁୟେଲଙ୍କୁ କହିଲେ, “ମୁଁ ପାପ କରିଅଛି। କାରଣ ମୁଁ ସଦାପ୍ରଭୁଙ୍କ ଆଜ୍ଞା ଓ ତୁମ୍ଭ ଆଜ୍ଞା ଉଲ୍ଲଘଂନ କରିଅଛି। ମୁଁ ଲୋକମାନଙ୍କୁ ଭୟ କରି ସେମାନଙ୍କ କଥା ଶୁଣିଲି। 25 ବର୍ତ୍ତମାନ ମୁଁ ମୋ’ ପାପ କ୍ଷମା କରିବାକୁ ଅନୁରୋଧ କରୁଛି, ଓ ମୁଁ ଯେମନ୍ତ ସଦାପ୍ରଭୁଙ୍କୁ ଉପାସନା କରିପାରେ ଏଥିପାଇଁ ମୋ’ ସାଙ୍ଗରେ ଫେରି ଆସ।”

26 କିନ୍ତୁ ଶାମୁୟେଲ ଶାଉଲଙ୍କୁ କହିଲେ, “ମୁଁ ତୁମ୍ଭ ସଙ୍ଗେ ଫେରି ଯିବି ନାହିଁ। କାରଣ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟକୁ ଅବମାନନା କରିଅଛ ଓ ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲର ରାଜା ପାଇଁ ମନା କରିଅଛନ୍ତି।”

27 ଯେତେବେଳେ ଶାମୁୟେଲ ଫେରିଯିବା ପାଇଁ ବାହାରନ୍ତେ, ସେ ତାହାଙ୍କ ଗ୍ଭେଗାର ଅଞ୍ଚଳ ଧରି ଟାଣିଲେ, ତହିଁରେ ତାହା ଚିରିଗଲା। 28 ଏଣୁ ଶାମୁୟେଲ ତାଙ୍କୁ କହିଲେ, “ସଦାପ୍ରଭୁ ଆଜି ଇସ୍ରାଏଲର ରାଜତ୍ୱ ତୁମ୍ଭଠାରୁ ନେଇଗଲେ ଓ ତୁମ୍ଭଠାରୁ ଜଣେ ଉତ୍ତମ ବ୍ୟକ୍ତିକୁ ଦେଲେ, ଯିଏ କି ତୁମ୍ଭର ସାଙ୍ଗ। ଉତ୍ତମ ତୁମ୍ଭର ଏକ ପ୍ରତିବାସୀକୁ ତାହା ଦେଲେ। 29 ସଦାପ୍ରଭୁ ହେଉଛନ୍ତି ଇସ୍ରାଏଲର ପରମେଶ୍ୱର। ସଦାପ୍ରଭୁ ସବୁଦିନ ପାଇଁ ଏହିଠାରେ ବାସ କରିବେ। ସଦାପ୍ରଭୁ ମିଛ କହନ୍ତି ନାହିଁ କି ସେ ତାଙ୍କର ମତ ପରିବର୍ତ୍ତନ କରନ୍ତି ନାହିଁ। ସଦାପ୍ରଭୁ ଜଣେ ବ୍ୟକ୍ତି ନୁହନ୍ତି ଯେ କି ତାଙ୍କର ମତ ବଦଳାଇ ଦେବେ।”

30 ଶାଉଲ ଉତ୍ତର ଦେଲେ, “ମୁଁ ପାପ କରିଅଛି, କିନ୍ତୁ ଇସ୍ରାଏଲର ଲୋକମାନଙ୍କ ଓ ପ୍ରାଚୀନବର୍ଗଙ୍କ ସମ୍ମୁଖରେ ମୋର ସମ୍ମାନ ରଖିବା ପାଇଁ ମୋ’ ସହିତ ଫେରି ଆସ। ମୁଁ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉପାସନା କରିବି, ଏଥିପାଇଁ ମୋ’ ସଙ୍ଗେ ଫେରି ଆସ।” 31 ଶାମୁୟେଲ ଶାଉଲଙ୍କ ସହିତ ଫେରିଯା’ନ୍ତେ ଶାଉଲ ସଦାପ୍ରଭୁଙ୍କୁ ଉପାସନା କଲେ।

ଏଫିସୀୟଙ୍କ ପ୍ରତି ପତ୍ର 5:1-9

ତୁମ୍ଭେମାନେ ପରମେଶ୍ୱରଙ୍କ ପ୍ରିୟ ସନ୍ତାନ। ଅତଏବ ପରମେଶ୍ୱରଙ୍କ ଭଳି ହେବାକୁ ଚେଷ୍ଟା କର। ପ୍ରେମପୂର୍ଣ୍ଣ ଜୀବନଯାପନ କର। ଖ୍ରୀଷ୍ଟ ଆମ୍ଭକୁ ଯେପରି ପ୍ରେମ କରିଛନ୍ତି, ତୁମ୍ଭେମାନେ ମଧ୍ୟ ସେହିଭଳି ଅନ୍ୟମାନଙ୍କୁ ପ୍ରେମ କର। ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ, ସେ ଆମ୍ଭମାନଙ୍କ ନିମନ୍ତେ ପରମେଶ୍ୱରଙ୍କ ନିକଟରେ ମଧୁର-ସୁଗନ୍ଧି-ଯୁକ୍ତ ଭେଟି ଓ ପରମେଶ୍ୱରଙ୍କ ବଳି ସ୍ୱରୂପ ଅଟନ୍ତି।

ତୁମ୍ଭ ଭିତରେ କୌଣସି ଯୌନ-ପାପ, କୌଣସି ପ୍ରକାର ମନ୍ଦ କାମ, ଏବଂ ଲୋଭ ଆଦୌ ନ ରହୁ। କାରଣ ଏଗୁଡ଼ିକ ପରମେଶ୍ୱରଙ୍କ ପବିତ୍ର ଲୋକମାନଙ୍କ ନିମନ୍ତେ ଉପଯୁକ୍ତ ନୁହେଁ। ତୁମ୍ଭ ଭିତରେ କୌଣସି ମନ୍ଦ କଥା, ମୂର୍ଖତାପୂର୍ଣ୍ଣ କଥାବାର୍ତ୍ତା ବା ଅସତ୍ ପରିହାସ ଯେପରି ନ ହୁଏ। ଏଗୁଡ଼ିକ ତୁମ୍ଭ ପାଇଁ ଅନୁଚିତ୍। କିନ୍ତୁ ତୁମ୍ଭେ ପରମେଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେଉଥିବା ଉଚିତ୍। ଗୋଟିଏ ବିଷୟ ତୁମ୍ଭେ ନିଶ୍ଚିତ ଭାବରେ ଜାଣିଥାଅ ଯେ, ଯେଉଁ ଲୋକ ଯୌନ ପାପଗୁଡ଼ିକରେ ଲିପ୍ତ ରୁହେ, ମନ୍ଦ କର୍ମ କରେ ବା ଅତିଶୟ ଲୋଭ କରେ, ସେ ଲୋକ ପାଇଁ ପରମେଶ୍ୱର ଓ ଖ୍ରୀଷ୍ଟଙ୍କ ରାଜ୍ୟରେ କୌଣସି ସ୍ଥାନ ନାହିଁ। କାରଣ ଯେଉଁ ଲୋକ ସର୍ବଦା ନିଜ ନିମନ୍ତେ କେବଳ ସମସ୍ତ ବିଷୟ ଅଧିକରୁ ଅଧିକ ପାଇବାକୁ ଇଚ୍ଛା କରେ, ସେ ଭଣ୍ଡ ଦେବତାମାନଙ୍କର ପୂଜା କରେ।

ମିଥ୍ୟାକଥା କହି କେହି ତୁମ୍ଭକୁ ପ୍ରତାରଣା ନ କରୁ। ଏ ବିଷୟରେ ସଚେତନ ରୁହ। ଯେଉଁମାନେ ଅବାଧ୍ୟ ହୋଇ ଏ ସମସ୍ତ ମନ୍ଦ କର୍ମ କରନ୍ତି, ସେମାନଙ୍କ ଉପରେ ପରମେଶ୍ୱର କ୍ରୋଧାନ୍ୱିତ ହୁଅନ୍ତି। ଅତଏବ ତୁମ୍ଭେ ମଧ୍ୟ ଏଭଳି ମନ୍ଦ କର୍ମ ସେହି ଅବଜ୍ଞାକାରୀଙ୍କ ସହିତ କର ନାହିଁ। ଅତୀତରେ ତୁମ୍ଭେ ଅନ୍ଧକାରରେ ଥିଲ, କିନ୍ତୁ ଏବେ ତୁମ୍ଭେ ପ୍ରଭୁଙ୍କଠାରେ ଆଲୋକରେ ଅଛ। ଅତଏବ ଆଲୋକର ସନ୍ତାନମାନଙ୍କ ଭଳି ଆଚରଣ କର। ଆଲୋକ ପ୍ରତ୍ୟେକ ପ୍ରକାରର ଉତ୍ତମ ଭାବ, ଉଚିତ୍ ଜୀବନଯାପନ ଓ ସତ୍ୟ ଫଳ ଉତ୍ପନ୍ନ କରେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center