Revised Common Lectionary (Semicontinuous)
ଶୁଷ୍କ ଅସ୍ଥିସକଳର ଦର୍ଶନ
37 ସଦାପ୍ରଭୁଙ୍କର ହସ୍ତ ମୋ’ ଆଡ଼କୁ ପ୍ରସାରିତ ହେଲା ଓ ସେ ତାଙ୍କ ଆତ୍ମାରେ ମୋତେ ବାହାରକୁ ନେଇଯାଇ ଉପତ୍ୟକାର ମଧ୍ୟସ୍ଥଳୀରେ ବସାଇଲେ ଏବଂ ସେହି ଉପତ୍ୟକା ଅସ୍ଥିରେ ପରିପୂର୍ଣ୍ଣ ଥିଲା। 2 ସଦାପ୍ରଭୁ ସେହି ଅସ୍ଥିଗୁଡ଼ିକ ଦେଇ ନେଲେ, ଯାହା ଚତୁର୍ଦ୍ଦିଗରେ ଥିଲା। ସେହି ଉପତ୍ୟକାରେ ବହୁତ ଅସ୍ଥି ଥିବାର ମୁଁ ଦେଖି ପାରିଲି। ମୁଁ ସେହି ଅସ୍ଥିଗୁଡ଼ିକ ଅତିଶୟ ଶୁଷ୍କ ଥିବାର ଲକ୍ଷ୍ୟ କଲି।
3 ତା'ପରେ ସଦାପ୍ରଭୁ, ମୋର ପ୍ରଭୁ ମୋତେ ପଗ୍ଭରିଲେ, “ହେ ମନୁଷ୍ୟ ପୁତ୍ର, ଏହି ଅସ୍ଥି ସମୂହ ସଜୀବ ହୋଇ ପାରିବେ କି?”
ମୁଁ ଉତ୍ତର ଦେଲି, “ସଦାପ୍ରଭୁ, ମୋର ପ୍ରଭୁ, ଏ ପ୍ରଶ୍ନର ଉତ୍ତର କେବଳ ଆପଣ ଜାଣନ୍ତି।”
4 ସଦାପ୍ରଭୁ, ମୋର ପ୍ରଭୁ ମୋତେ କହିଲେ, “ଏହି ଅସ୍ଥିଗୁଡ଼ିକ ଉଦ୍ଦେଶ୍ୟରେ ଭବିଷ୍ୟଦ୍ବାଣୀ ପ୍ରଗ୍ଭର କରି କୁହ, ‘ହେ ଶୁଷ୍କ ଅସ୍ଥି ସକଳ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ। 5 ସଦାପ୍ରଭୁ, ମୋର ପ୍ରଭୁ ସେ ସକଳ ଅସ୍ଥିକୁ ଏହି କଥା କହନ୍ତି, ଦେଖ, ମୁଁ ତୁମ୍ଭମାନଙ୍କ ମଧ୍ୟରେ ପ୍ରାଣବାୟୁ ପ୍ରବେଶ କରାଇବି ଓ ତୁମ୍ଭେମାନେ ଜୀବିତ ହେବ। 6 ପୁଣି ମୁଁ ତୁମ୍ଭମାନଙ୍କ ଉପରେ ଶିରା ଓ ମାଂସ ଉତ୍ପନ୍ନ କରିବି। ଆଉ ଚର୍ମରେ ତୁମ୍ଭମାନଙ୍କୁ ଆଚ୍ଛାଦନ କରିବି ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରାଣବାୟୁ ଦେବି। ଆଉ ତୁମ୍ଭେମାନେ ଜୀବିତ ହେବ। ତହିଁରେ ଏହା ତୁମ୍ଭେମାନେ ଜାଣିବ ଯେ, ମୁଁ ସଦାପ୍ରଭୁ ଅଟେ।’”
7 ମୋତେ ଯେପରି ଆଜ୍ଞା ହୋଇଥିଲା, ତଦନୁସାରେ ମୁଁ ଭବିଷ୍ୟଦ୍ବାଣୀ କଲି, ଯେତେବେଳେ ମୁଁ ଭବିଷ୍ୟଦ୍ବାଣୀ କରୁଥିଲି ଏକ ଶବ୍ଦ ଶୁଣାଗଲା ଓ ଭୂମିକମ୍ପ ହେଲା। ଆଉ ଅସ୍ଥିସକଳ ପରସ୍ପର ଯୋଡ଼ି ହୋଇଗଲେ। 8 ମୁଁ ନିରୀକ୍ଷଣ କରି ଦେଖିଲି, ସେହିସବୁ ଅସ୍ଥି ଉପରେ ସ୍ନାୟୁ ଓ ମାଂସ ଆଚ୍ଛାଦନ କଲା, ପୁଣି ଚର୍ମ ସେସବୁକୁ ଆଚ୍ଛାଦନ କଲା କିନ୍ତୁ ସେମାନଙ୍କର ପ୍ରାଣବାୟୁ ନ ଥିଲା।
9 ତା'ପରେ ସେ ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ତୁମ୍ଭେ ବାୟୁ ଉଦ୍ଦେଶ୍ୟରେ ଭବିଷ୍ୟଦ୍ବାଣୀ ପ୍ରଗ୍ଭର କର ଓ ବାୟୁକୁ କୁହ, ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, ‘ହେ ପ୍ରାଣବାୟୁ, ଚତୁର୍ଦ୍ଦିଗରୁ ଆସ ଓ ଏହି ମୃତ ଶରୀରଗୁଡ଼ିକ ଉପରେ ପ୍ରଶ୍ୱାସ ଦିଅ, ଯେପରି ସେମାନେ ଜୀବିତ ହେବେ।’”
10 ଏବଂ ସେ ମୋତେ ଯେପରି ଆଜ୍ଞା କଲେ, ତଦନୁସାରେ ମୁଁ ଭବିଷ୍ୟଦ୍ବାଣୀ ପ୍ରଗ୍ଭର କଲି ଏବଂ ପ୍ରଶ୍ୱାସ ସେମାନଙ୍କ ମଧ୍ୟକୁ ଆସିଲା। ଆଉ ସେମାନେ ଜୀବିତ ହୋଇଗଲେ ଏବଂ ଛିଡ଼ା ହୋଇଗଲେ। ସେମାନେ ବହୁତ ଲୋକ ଥିଲେ ଏବଂ ମହାନ ସୈନ୍ୟବାହିନୀ ଗଠନ କଲେ।
11 ତା'ପରେ ସଦାପ୍ରଭୁ, ମୋର ପ୍ରଭୁ ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ଏହି ଅସ୍ଥିସକଳ ଇସ୍ରାଏଲ ସମୁଦାୟ ପରିବାର ଅଟନ୍ତି। ଏବଂ ସେମାନେ କହନ୍ତି, ‘ଆମ୍ଭମାନଙ୍କର ଅସ୍ଥିସବୁ ଶୁଷ୍କ ହୋଇଅଛି, ଆମ୍ଭମାନଙ୍କର ଆଶା ଭରସା ଲୋପ ପାଇଛି ଓ ଆମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ବିନଷ୍ଟ ହୋଇଅଛୁ।’ 12 ଏଣୁ ଭବିଷ୍ୟଦ୍ବାଣୀ ପ୍ରଗ୍ଭର କରି ସେମାନଙ୍କୁ କୁହ, ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, ‘ହେ ମୋର ଲୋକମାନେ, ମୁଁ ତୁମ୍ଭମାନଙ୍କର କବର ଉନ୍ମୁକ୍ତ କରିବି ଓ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର କବରରୁ ବାହାର କରାଇବି। ଆଉ ତୁମ୍ଭମାନଙ୍କୁ ଇସ୍ରାଏଲ ଦେଶକୁ ଆଣିବି। 13 ହେ ମୋର ଲୋକମାନେ, ଯେତେବେଳେ ମୁଁ ତୁମ୍ଭମାନଙ୍କର କବର ଉନ୍ମୁକ୍ତ କରିବି ଓ ତୁମ୍ଭମାନଙ୍କୁ ସେଗୁଡ଼ିକରୁ ବାହାର କରି ଆଣିବି, ମୁଁ ସଦାପ୍ରଭୁ ଅଟେ ବୋଲି ତୁମ୍ଭେମାନେ ଜାଣିବ। 14 ଆଉ ମୁଁ ତୁମ୍ଭମାନଙ୍କ ମଧ୍ୟରେ ଆପଣା ଆତ୍ମା ପ୍ରବେଶ କରାଇବି। ତହିଁରେ ତୁମ୍ଭେମାନେ ଜୀବିତ ହେବ। ପୁଣି ମୁଁ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କ ନିଜ ଦେଶରେ ବସାଇବି। ତାହାହେଲେ ମୁଁ ସଦାପ୍ରଭୁ ଏହା କହିଅଛି ଓ ସଫଳ କରିଅଛି ବୋଲି ତୁମ୍ଭେମାନେ ଜାଣିବ।’” ଏହା ପ୍ରଭୁ ସଦାପ୍ରଭୁ କହନ୍ତି।
ଏକ ଆରୋହଣ ଗୀତ।
130 ହେ ସଦାପ୍ରଭୁ, ମୁଁ ଘୋର ବିପତ୍ତିରେ ଅଛି।
ତେଣୁ ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ଡାକୁଅଛି।
2 ହେ ମୋର ପ୍ରଭୁ, ମୋର ଗୁହାରୀ ଶୁଣ।
ସାହାଯ୍ୟ ପାଇଁ ମୋର ଡାକ ଶୁଣ।
3 ହେ ସଦାପ୍ରଭୁ, ତୁମ୍ଭେ ଯଦି ସମସ୍ତ ଲୋକଙ୍କୁ ସେମାନଙ୍କର ପାପ ପାଇଁ ଦଣ୍ଡିତ କର,
ତେବେ କେହି ବଞ୍ଚିବେ ନାହିଁ।
4 ହେ ସଦାପ୍ରଭୁ, ତୁମ୍ଭେ ଲୋକମାନଙ୍କୁ କ୍ଷମା କର,
ସେଥିପାଇଁ ସେମାନେ ତୁମ୍ଭଙ୍କୁ ଡରନ୍ତି ଏବଂ ଉପାସନା କରନ୍ତି।
5 ମୁଁ ସଦାପ୍ରଭୁଙ୍କର ସାହାଯ୍ୟକୁ ଅପେକ୍ଷା କରିଛି।
ମୋର ପ୍ରାଣ ତାଙ୍କୁ ଗ୍ଭହିଁ ରହିଛି।
ମୁଁ ସଦାପ୍ରଭୁଙ୍କର ବାକ୍ୟରେ ଭରସା ରଖିଛି।
6 ମୁଁ ମୋର ପ୍ରଭୁଙ୍କ ପାଇଁ ଅପେକ୍ଷା କରେ,
ଯେପରି ଜଣେ ପ୍ରହରୀ ସକାଳ ଆସିବା ପର୍ଯ୍ୟନ୍ତ ଅପେକ୍ଷା କରେ।
7 ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ।
ସଦାପ୍ରଭୁ ହେଉଛନ୍ତି ଜଣେ, ଯିଏକି ବିଶ୍ୱାସୀ ଏବଂ ସତ୍ୟ ଅଟନ୍ତି।
ତାଙ୍କଠାରେ ମୁକ୍ତି କରିବାର ଶକ୍ତି ଅଛି।
8 ଏବଂ ସେ ହେଉଛନ୍ତି ଜଣେ, ଯିଏ ଇସ୍ରାଏଲକୁ ତା'ର ସମସ୍ତ ପାପରୁ ମୁକ୍ତ କରିବେ।
6 ଯଦି ଜଣେ ଲୋକର ବିଗ୍ଭର ପାପପୂର୍ଣ୍ଣ ଶରୀର ଦ୍ୱାରା ନିୟନ୍ତ୍ରିତ ହୁଏ, ତା'ହେଲେ ଆତ୍ମିକ ମୃତ୍ୟୁ ହୁଏ। କିନ୍ତୁ ଯଦି ଜଣକର ବିଗ୍ଭର ଆତ୍ମା ଦ୍ୱାରା ନିୟନ୍ରିତ ହୁଏ, ତା'ହେଲେ ସେଠାରେ ଜୀବନ ଓ ଶାନ୍ତି ଅଛି। 7 ଏହା କାହିଁକି ସତ୍ୟ? କାରଣ ଯଦି ଜଣେ ଲୋକର ବିଗ୍ଭର ତାହାର ପାପପୂର୍ଣ୍ଣ ଶରୀର ଦ୍ୱାରା ନିୟନ୍ତ୍ରିତ ହୁଏ, ତା'ହେଲେ ସେ ଲୋକ ପରମେଶ୍ୱରଙ୍କର ବିରୋଧୀ। ସେ ଲୋକ ପରମେଶ୍ୱରଙ୍କର ବ୍ୟବସ୍ଥା ମାନିବାକୁ ମନା କରେ। ପ୍ରକୃତରେ ସେ ଲୋକ ପରମେଶ୍ୱରଙ୍କର ବ୍ୟବସ୍ଥା ମାନିବା ପାଇଁ ଅସମର୍ଥ। 8 ଯେଉଁ ଲୋକମାନେ ତାହାଙ୍କର ପାପପୂର୍ଣ୍ଣ ଶରୀର ଦ୍ୱାରା ଶାସିତ ସେମାନେ ପରମେଶ୍ୱରଙ୍କୁ ଖୁସୀ କରି ପାରିବେ ନାହିଁ।
9 କିନ୍ତୁ ତୁମ୍ଭେମାନେ ନିଜର ପାପପୂର୍ଣ୍ଣ ଶରୀର ଦ୍ୱାରା ଶାସିତ ନୁହଁ। ଯଦି ପ୍ରକୃତରେ ଖ୍ରୀଷ୍ଟଙ୍କର ଆତ୍ମା ତୁମ୍ଭମାନଙ୍କ ଭିତରେ ଅଛି, ତା'ହେଲେ ତୁମ୍ଭେମାନେ ଆତ୍ମା ଦ୍ୱାରା ଶାସିତ ହେଉଛ। କିନ୍ତୁ ଯଦି କୌଣସି ଲୋକ ଭିତରେ ଖ୍ରୀଷ୍ଟଙ୍କର ଆତ୍ମା ନାହିଁ, ତା'ହେଲେ ସେ ଖ୍ରୀଷ୍ଟଙ୍କର ନୁହେଁ। 10 ପାପ ହେତୁ ତୁମ ମାନଙ୍କ ଶରୀର ସବୁବେଳେ ମୃତ ହୋଇ ରହିବ। କିନ୍ତୁ ଯଦି ଖ୍ରୀଷ୍ଟ ତୁମ୍ଭମାନଙ୍କ ଭିତରେ ଅଛନ୍ତି, ତା'ହେଲେ ଆତ୍ମା ତୁମ୍ଭମାନଙ୍କୁ ଜୀବନ ପ୍ରଦାନ କରିବେ, କାରଣ ଖ୍ରୀଷ୍ଟ ତୁମ୍ଭମାନଙ୍କୁ ପରମେଶ୍ୱରଙ୍କ ସହିତ ଧାର୍ମିକ କରିଛନ୍ତି। 11 ପରମେଶ୍ୱର ଯୀଶୁଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କରିଛନ୍ତି। ଯଦି ପରମେଶ୍ୱରଙ୍କ ଆତ୍ମା ତୁମ୍ଭମାନଙ୍କ ଭିତରେ ଅଛି, ତା'ହେଲେ ତୁମ୍ଭମାନଙ୍କର ମୃତ ଶରୀରକୁ ମଧ୍ୟ ସେ ତାହାଙ୍କର ଆତ୍ମାଙ୍କ ଦ୍ୱାରା ଜୀବନ ପ୍ରଦାନ କରିବେ।
ଲାଜାରଙ୍କ ମୃତ୍ୟୁ
11 ଲାଜାର ନାମରେ ଜଣେ ବ୍ୟକ୍ତି ଅସୁସ୍ଥ ଥିଲେ। ସେ ବେଥନୀୟା ନଗରରେ ରହୁଥିଲେ। ସେଠାରେ ମରିୟମ ଓ ତାହାଙ୍କ ଭଉଣୀ ମାର୍ଥା ବାସ ମଧ୍ୟ କରୁଥିଲେ। 2 ସେହି ମରିୟମ ପରେ ପ୍ରଭୁ ଯୀଶୁଙ୍କ ପାଦରେ ଅତି ମୂଲ୍ୟବାନ ଅତର ଢାଳି ନିଜ କେଶରେ ପାଦ ପୋଛି ଦେଇଥିଲେ। ସେମାନଙ୍କର ଭାଇ ଲାଜାର ଅସୁସ୍ଥ ଥିଲେ। 3 ତେଣୁ ମରିୟମ ଓ ମାର୍ଥା ଯୀଶୁଙ୍କୁ ଜଣାଇବା ପାଇଁ ଗୋଟିଏ ଲୋକ ପଠାଇଲେ। ସେମାନେ କହି ପଠାଇଲେ, “ପ୍ରଭୁ, ତୁମ୍ଭର ପ୍ରିୟ ବନ୍ଧୁ ଲାଜାର ପୀଡ଼ିତ ଅଛନ୍ତି।”
4 ଯୀଶୁ ଏହି କଥା ଶୁଣି କହିଲେ, “ତାହାର ପୀଡ଼ା ମୃତ୍ୟୁଜନକ ନୁହେଁ। କିନ୍ତୁ ତା'ର ଅସୁସ୍ଥତା ପରମେଶ୍ୱରଙ୍କର ଗୌରବ ନିମନ୍ତେ। ପରମେଶ୍ୱରଙ୍କର ପୁତ୍ର ଏହା ଦ୍ୱାରା ଗୌରବାନ୍ୱିତ ହେବେ।” 5 ଯୀଶୁ ମାର୍ଥା, ତା'ର ଭଉଣୀ ମରିୟମ ଓ ଲାଜାରଙ୍କୁ ବହୁତ ଭଲ ପାଉଥିଲେ। 6 ସେ ଲାଜାରଙ୍କ ଅସୁସ୍ଥତାର ଖବର ପାଇ ସେ ଯେଉଁଠି ଥିଲେ ସେଠାରେ ଆହୁରି ଦୁଇ ଦିନ ରହିଗଲେ। 7 ତା'ପରେ ଯୀଶୁ ତାହାଙ୍କର ଶିଷ୍ୟମାନଙ୍କୁ କହିଲେ, “ଗ୍ଭଲ, ଆମ୍ଭେ ଯିହୂଦା ପ୍ରଦେଶକୁ ଫେରିଯିବା।”
8 ଶିଷ୍ୟମାନେ କହିଲେ, “ଗୁରୁ, ଯିହୂଦାରେ ତ’ ଆପଣଙ୍କୁ ଯିହୂଦୀ ନେତାମାନେ ପଥରରେ ମାରିବାକୁ ଚେଷ୍ଟା କରୁଥିଲେ। ଏହା ଅଳ୍ପଦିନ ପୂର୍ବେ ହୋଇଥିଲା। ଆପଣ ପୁଣି ସେଠାକୁ ଫେରିଯିବାକୁ ଗ୍ଭହାନ୍ତି?”
9 ଯୀଶୁ ଉତ୍ତର ଦେଲେ, “ଦିନ ମଧ୍ୟରେ ବାରଘଣ୍ଟା ଆଲୋକ ଥାଏ। ଜଣେ ଲୋକ ଦିନବେଳେ ଗ୍ଭଲିଲେ ସେ ଝୁଣ୍ଟେ ନାହିଁ କି ପଡ଼େ ନାହିଁ, କାରଣ ଜଗତର ଆଲୋକରେ ସେ ଦେଖି ପାରେ। 10 କିନ୍ତୁ ରାତିରେ ଜଣେ ଲୋକ ଝୁଣ୍ଟେ, କାରଣ ରାତିବେଳେ ତାକୁ ଦେଖିବାରେ ସାହାଯ୍ୟ କରିବା ପାଇଁ ଆଲୋକ ନ ଥାଏ।”
11 ଯୀଶୁ ଏ କଥା କହିବା ସାରିବା ପରେ, କହିଲେ, “ଆମ୍ଭର ବନ୍ଧୁ ଲାଜାର ବର୍ତ୍ତମାନ ଶୋଇଛନ୍ତି। ମୁଁ ତାହାଙ୍କୁ ଉଠେଇବା ପାଇଁ ସେଠାକୁ ଯାଉଛି।”
12 ଶିଷ୍ୟମାନେ ଉତ୍ତର ଦେଲେ, “କିନ୍ତୁ ପ୍ରଭୁ, ଯଦି ସେ ଶୋଇଛନ୍ତି, ତେବେ ସେ ସୁସ୍ଥ ହୋଇଯିବେ।” 13 ଯୀଶୁଙ୍କର କହିବା ଅର୍ଥ ଥିଲା, ଯେ ଲାଜାର ମୃତ। କିନ୍ତୁ ତାହାଙ୍କର ଶିଷ୍ୟମାନେ ବୁଝିଲେ ଯେ ସେ ସାଧାରଣ ଶୋଇବା ବିଷୟରେ କହୁଛନ୍ତି।
14 ତେଣୁ ଯୀଶୁ ସ୍ପଷ୍ଟରୂପେ କହିଲେ, “ଲାଜାର ମରିଯାଇଛନ୍ତି, 15 ମୁଁ ଖୁସୀ ଯେ ମୁଁ ସେଠାରେ ନ ଥିଲି। ମୁଁ ତୁମ୍ଭମାନଙ୍କ ନିମନ୍ତେ ଆନନ୍ଦ କରୁଛି କାରଣ ବର୍ତ୍ତମାନ ତୁମ୍ଭେମାନେ ମୋ'ଠାରେ ବିଶ୍ୱାସ କରିବ। ଗ୍ଭଲ, ଆମ୍ଭେ ବର୍ତ୍ତମାନ ତାହାଙ୍କ ପାଖକୁ ଯିବା।”
16 ତା'ପରେ ଥୋମା ଯାହାଙ୍କୁ ଦିଦୁମ[a] କୁହାଯାଉଥିଲା ସେ ଅନ୍ୟ ଶିଷ୍ୟଙ୍କୁ କହିଲେ, “ଗ୍ଭଲ ଆମ୍ଭେମାନେ ମଧ୍ୟ ଯିବା ଓ ଯୀଶୁଙ୍କ ସହିତ ଯିହୂଦାରେ ମରିବା।”
ବେଥନୀୟାରେ ଯୀଶୁ
17 ଯୀଶୁ ବେଥନୀୟାରେ ପହଞ୍ଚିଲେ। ସେ ଦେଖିଲେ, ଲାଜାରଙ୍କର ମୃତ୍ୟୁ ହୋଇ କବରସ୍ଥ ହେବାର ଗ୍ଭରି ଦିନ ହୋଇଗଲାଣି। 18 ବେଥନୀୟା ଯିରୁଶାଲମଠାରୁ ପ୍ରାୟ ତିନି କିଲୋମିଟର ଦୂର। 19 ଅନେକ ଯିହୂଦୀ ମାର୍ଥା ଓ ମରିୟମଙ୍କ ପାଖକୁ ଆସିଥିଲେ। ସେମାନେ ମାର୍ଥା ଓ ମରିୟମଙ୍କୁ ସେମାନଙ୍କର ଭାଇ ଲାଜାର ସକାଶେ ସାନ୍ତ୍ୱନା ଦେବା ପାଇଁ ଆସିଥିଲେ।
20 ଯୀଶୁ ଆସୁଛନ୍ତି ବୋଲି ମାର୍ଥା ଶୁଣିଲେ। ସେ ଯୀଶୁଙ୍କୁ ସ୍ୱାଗତ କରିବା ପାଇଁ ଗଲେ। କିନ୍ତୁ ମରିୟମ ଘରେ ରହିଲେ। 21 ମାର୍ଥା ଯୀଶୁଙ୍କୁ କହିଲେ, “ପ୍ରଭୁ, ଯଦି ଆପଣ ଏଠାରେ ଥାଆନ୍ତେ, ତେବେ ମୋର ଭାଇ ମରି ନ ଥା'ନ୍ତା। 22 କିନ୍ତୁ ଏବେ ମଧ୍ୟ ମୁଁ ଜାଣେ ଯେ ଆପଣ ଯାହାକିଛି ମାଗିବେ, ପରମେଶ୍ୱର ତାହା ଦେବେ।”
23 ଯୀଶୁ କହିଲେ, “ତୁମ୍ଭର ଭାଇ ପୁଣି ଥରେ ବଞ୍ଚି ଉଠିବ।”
24 ମାର୍ଥା ଉତ୍ତର ଦେଲେ, “ମୁଁ ଜାଣେ, ପୁନରୁତ୍ଥାନ ଦିନରେ ଯେତେବେଳେ ସମସ୍ତେ ମୃତ୍ୟୁରୁ ବଞ୍ଚି ଉଠିବେ, ସେତେବେଳେ ସେ ମଧ୍ୟ ମୃତ୍ୟୁରୁ ବଞ୍ଚି ଉଠିବ।”
25 ଯୀଶୁ ତାକୁ କହିଲେ, “ମୁଁ ସେହି ପୁନରୁତ୍ଥାନ ଓ ଜୀବନ, ମୋ'ଠାରେ ବିଶ୍ୱାସ କରୁଥିବା ଲୋକ ମୃତ୍ୟୁ ପରେ ପୁଣି ବଞ୍ଚି ଉଠିବ ଓ ଜୀବିତ ରହିବ। 26 ମୋ'ଠାରେ ରହୁଥିବା ଓ ବିଶ୍ୱାସ କରୁଥିବା ଲୋକ କଦାପି ମରିବ ନାହିଁ। ମାର୍ଥା ତୁମେ କ'ଣ ଏହା ବିଶ୍ୱାସ କର?”
27 ମାର୍ଥା ଉତ୍ତର ଦେଲେ, “ହଁ, ପ୍ରଭୁ, ମୁଁ ଆପଣଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ୱାସ କରେ। ଆପଣ ପରମେଶ୍ୱରଙ୍କର ପୁତ୍ର। ଯାହାଙ୍କର ଏହି ଜଗତକୁ ଆସିବାର ଥିଲା, ଆପଣ ସେହି ବ୍ୟକ୍ତି ଅଟନ୍ତି।”
ଯୀଶୁ କାନ୍ଦିଲେ
28 ମାର୍ଥା ଏ ସବୁ କଥା କହିବା ପରେ ଭଉଣୀ ମରିୟମ ପାଖକୁ ଗଲେ। ସେ ମରିୟମଙ୍କ ସହିତ ଏକୁଟିଆ କଥାବାର୍ତ୍ତା ହେଲେ। ସେ କହିଲେ, “ଏଠାରେ ଗୁରୁ ଅଛନ୍ତି, ସେ ତୁମ୍ଭକୁ ଖୋଜୁଛନ୍ତି।” 29 ମରିୟମ ଏ କଥା ଶୁଣି ଯୀଶୁଙ୍କ ପାଖକୁ ସଙ୍ଗେ ସଙ୍ଗେ ଆସିଲେ। 30 ଯୀଶୁ ସେହି ସମୟ ପର୍ଯ୍ୟନ୍ତ ଗ୍ରାମକୁ ଆସି ନ ଥିଲେ। ମାର୍ଥା ତାହାଙ୍କୁ ଯେଉଁ ସ୍ଥାନରେ ଦେଖିଥିଲେ, ସେ ପର୍ଯ୍ୟନ୍ତ ସେ ସେହିଠାରେ ଥିଲେ। 31 ଯିହୂଦୀମାନେ ମରିୟମଙ୍କ ସହିତ ଘରେ ଥିଲେ। ସେମାନେ ତାହାଙ୍କୁ ସାନ୍ତ୍ୱନା ଦେଉଥିଲେ। ସେମାନେ ମରିୟମଙ୍କୁ ହଠାତ୍ ଠିଆ ହୋଇ ତରବରରେ ବାହାରକୁ ଯିବା ଦେଖିଲେ। ସେମାନେ ଭାବିଲେ ବୋଧେ ସେ ଲାଜାରଙ୍କ କବର ପାଖକୁ କାନ୍ଦିବାକୁ ଯାଉଛନ୍ତି। ତେଣୁ ସେମାନେ ତାହାଙ୍କ ପଛେ ପଛେ ଗଲେ। 32 ମରିୟମ ଯୀଶୁ ରହିଥିବା ସ୍ଥାନକୁ ଗଲେ। ଯୀଶୁଙ୍କୁ ଦେଖି ସେ ତାହାଙ୍କ ପାଦ ତଳେ ପଡ଼ିଗଲେ। ମରିୟମ କହିଲେ, “ପ୍ରଭୁ, ଆପଣ ଯଦି ଏଠାରେ ଥାଆନ୍ତେ ତେବେ ମୋ’ ଭାଇ ମରି ନ ଥା'ନ୍ତା।”
33 ଯୀଶୁ ମରିୟମକୁ କାନ୍ଦିବାର ଦେଖିଲେ। ସେ ଯିହୂଦୀମାନଙ୍କୁ ତାହାଙ୍କ ସହିତ ଆସିବାର ଦେଖିଲେ। ସେମାନେ ମଧ୍ୟ କାନ୍ଦୁଥିଲେ। ଯୀଶୁ ବହୁତ ଦୁଃଖ ଅନୁଭବ କଲେ ଓ ଅନ୍ତରରେ ଅତ୍ୟଧିକ ବ୍ୟଥା ଅନୁଭବ କଲେ। 34 ଯୀଶୁ କହିଲେ, “ତୁମ୍ଭେ ଲାଜାରଙ୍କୁ କେଉଁଠାରେ ରଖିଛ?”
ସେମାନେ କହିଲେ, “ପ୍ରଭୁ ଆସି ଦେଖନ୍ତୁ।”
35 ଯୀଶୁ କାନ୍ଦିଲେ।
36 ଯିହୂଦୀମାନେ କହିଲେ, “ଦେଖ, ଯୀଶୁ ଲାଜାରଙ୍କୁ କେତେ ସ୍ନେହ କରୁଥିଲେ।”
37 କିନ୍ତୁ କେତେକ ଯିହୂଦୀ କହିଲେ, “ଯୀଶୁ ଅନ୍ଧ ଲୋକଟିର ଆଖି ଭଲ କରିଦେଇଥିଲେ। ତେବେ ସେ ଲାଜାରଙ୍କୁ ମରଣ ମୁଖରୁ ବଞ୍ଚେଇ ରଖିବା ପାଇଁ କାହିଁକି କିଛି କରି ପାରିଲେ ନାହିଁ।”
ଯୀଶୁ ମୃତ ଲାଜାରଙ୍କୁ ଜୀବନ ଦେଲେ
38 ଯୀଶୁ ପୁଣି ବହୁତ ବ୍ୟତିବ୍ୟସ୍ତ ହେଲେ। ସେ ଲାଜାରଙ୍କ କବର ନିକଟକୁ ଆସିଲେ। ତାହା ଗୋଟିଏ ଗୁହା ଥିଲା ଓ ତା ମୁହଁରେ ଗୋଟିଏ ବଡ଼ ପଥର ଘୋଡ଼େଇ ଦିଆଯାଇଥିଲା। 39 ଯୀଶୁ କହିଲେ, “ଏ ପଥରକୁ ଘୁଞ୍ଚାଇ ଦିଅ।”
ମାର୍ଥା କହିଲେ, “ପ୍ରଭୁ ସେ ମରିବାର ଗ୍ଭରି ଦିନ ହୋଇଗଲାଣି। ତେଣୁ ବଡ଼ ଦୁର୍ଗନ୍ଧ ହେଉଥିବ।” ମାର୍ଥା ମୃତ ଲୋକର ଭଉଣୀ ଥିଲେ।
40 ଯୀଶୁ ତାହାଙ୍କୁ କହିଲେ, “ମୁଁ ତୁମ୍ଭକୁ ଯାହା କହିଥିଲି, ତାହା ମନେପକାଅ। ମୁଁ ତୁମ୍ଭକୁ କହିଥିଲି, ଯଦି ତୁମ୍ଭେ ବିଶ୍ୱାସ କରିବ ତେବେ ପରମେଶ୍ୱରଙ୍କର ଗୌରବ ଦେଖି ପାରିବ।”
41 ତେଣୁ ସେମାନେ ପଥର ବାହାର କଲେ। ତା'ପରେ ଯୀଶୁ ଊର୍ଦ୍ଧ୍ୱକୁ ଗ୍ଭହିଁ କହିଲେ, “ହେ ପରମପିତା, ତୁମ୍ଭକୁ ଧନ୍ୟବାଦ ଦେଉଅଛି, କାରଣ ତୁମ୍ଭେ ମୋ’ କଥା ଶୁଣିଛ। 42 ମୁଁ ଜାଣେ ଯେ, ତୁମ୍ଭେ ସବୁବେଳେ ମୋ’ କଥା ଶୁଣ। ମାତ୍ର ତୁମ୍ଭେ ମୋତେ ପଠାଇଛ ବୋଲି ଏଠାରେ ଠିଆ ହୋଇଥିବା ଲୋକମାନେ ଯେପରି ବିଶ୍ୱାସ କରିବେ, ସେଥିପାଇଁ ମୁଁ ଏହା କହିଲି।” 43 ଏହା ପରେ ଯୀଶୁ ଉଚ୍ଚ ସ୍ୱରରେ ଡାକିଲେ, “ଲାଜାର, ବାହାରି ଆସ।” 44 ମୃତ ଲୋକଟି ବାହାରି ଆସିଲା। ତାହାଙ୍କର ହାତ ଗୋଡ଼ରେ ଖଣ୍ଡ ଖଣ୍ଡ କନା ଗୁଡ଼େଇ ହୋଇଥିଲା। ତାହାଙ୍କ ମୁହଁରେ ଗୋଟିଏ ରୁମାଲ ବନ୍ଧା ହୋଇଥିଲା।
ଯୀଶୁ ଲୋକମାନଙ୍କୁ କହିଲେ, “କନାଗୁଡ଼ିକ କାଢ଼ି ନିଅ ଓ ତାହାଙ୍କୁ ଯିବାକୁ ଦିଅ।”
ଯୀଶୁଙ୍କୁ ମାରିବା ପାଇଁ ଯିହୂଦୀ ନେତାମାନଙ୍କର ଯୋଜନା
(ମାଥିଉ 26:1-5; ମାର୍କ 14:1-2; ଲୂକ 22:1-2)
45 ସେଠାରେ ମରିୟମଙ୍କୁ ଦେଖା କରିବା ନିମନ୍ତେ ଅନେକ ଯିହୂଦୀ ଆସିଥିଲେ। ସେମାନେ ସମସ୍ତେ ଯୀଶୁଙ୍କର କାର୍ଯ୍ୟ ଦେଖିଲେ। ସେମାନଙ୍କ ଭିତରୁ ଅନେକ ଯିହୂଦୀ ତାହାଙ୍କୁ ବିଶ୍ୱାସ କଲେ।
2010 by World Bible Translation Center