Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 143

ଦାଉଦଙ୍କର ଏକ ଗୀତ।

143 ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଶୁଣ।
    ମୋର ସାହାଯ୍ୟ ପାଇଁ ପ୍ରାର୍ଥନାରେ କର୍ଣ୍ଣପାତ କର।
    ତୁମ୍ଭର ବିଶ୍ୱସ୍ତତା ଏବଂ ତୁମ୍ଭର ଧାର୍ମିକତାରେ ମୋତେ ଉତ୍ତର ଦିଅ।
ମୋତେ ବିଗ୍ଭର କର ନାହିଁ, ତୁମ୍ଭର ନିଜ ଦାସ।
    କାରଣ କେହି ଜୀବିତ ମଣିଷ ତୁମ୍ଭ ଆଖିରେ ଧାର୍ମିକ ବୋଲି ବିଗ୍ଭରରେ ଆସି ପାରିବ ନାହିଁ।
ଶତ୍ରୁଗଣ ମୋ’ ପଛରେ ଗୋଡ଼ାଉଛନ୍ତି।
    ସେମାନେ ମୋ’ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛନ୍ତି।
ସେମାନେ ବହୁକାଳରୁ ମୃତ ଲୋକମାନଙ୍କ ତୁଲ୍ୟ
    ମୋତେ ଅନ୍ଧକାର ସ୍ଥାନରେ ବାସ କରିବା ପାଇଁ ବାଧ୍ୟ କରୁଛନ୍ତି।
ମୁଁ ତ୍ୟାଗ କରିବାକୁ ପ୍ରସ୍ତୁତ।
    ମୁଁ ମୋର ସାହସ ହରାଉଛି।
ମୁଁ ପୁରୁଣା ଦିନସବୁ ମନେ ପକାଏ।
    ମୁଁ ତୁମ୍ଭର କର୍ମ ବିଷୟରେ ଭାବେ।
    ତୁମ୍ଭେ ଯାହାସବୁ କର ମୁଁ ସେସବୁ ବିଷୟରେ ଭାବେ।
ହେ ସଦାପ୍ରଭୁ, ମୁଁ ହସ୍ତ ପ୍ରସାରୀ ତୁମ୍ଭକୁ ପ୍ରାର୍ଥନା କରୁଅଛି।
    ମୁଁ ତୁମ୍ଭର ସାହାଯ୍ୟ ଅପେକ୍ଷାରେ ଅଛି, ଯେପରି ଶୁଷ୍କଭୂମି ବର୍ଷାକୁ ଅପେକ୍ଷା କରିଥାଏ। ସେଲା

ହେ ସଦାପ୍ରଭୁ, ଶୀଘ୍ର ମୋତେ ଉତ୍ତର ଦିଅ।
    ମୁଁ ମୋର ସାହସ ହରାଇଛି।
ମୋ'ଠାରୁ ଦୂରେଇ ଯାଅ ନାହିଁ।
    ମୋତେ ମରିବାକୁ ଦିଅ ନାହିଁ, ନ ହେଲେ କବରରେ ଥିବା ମୃତ ତୁଲ୍ୟ ହେବି।
ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ମୋତେ ପ୍ରଭାତରେ ଦେଖାଅ।
    ମୁଁ ତୁମ୍ଭ ଉପରେ ଭରସା କରେ।
ମୁଁ ଯେଉଁ ପଥରେ ଯିବା ଉଚିତ୍ ମୋତେ ସେହି ପଥ ଦେଖାଅ।
    କାରଣ ମୁଁ ମୋର ପ୍ରାଣ ତୁମ୍ଭ ହାତରେ ଟେକି ଦେଇଅଛି।
ହେ ସଦାପ୍ରଭୁ, ମୁଁ ତୁମ୍ଭଠାରୁ ସୁରକ୍ଷା ପାଇବା ପାଇଁ ଆସିଅଛି।
    ମୋର ଶତ୍ରୁମାନଙ୍କ କବଳରୁ ମୋତେ ରକ୍ଷା କର।
10 ତୁମ୍ଭେ ମୋ’ ପାଇଁ କ’ଣ କରିବାକୁ ଗ୍ଭହଁ ତାହା ମୋତେ ଦେଖାଅ।
    ତୁମ୍ଭେ ମୋର ପରମେଶ୍ୱର,
ତୁମ୍ଭର ଆତ୍ମା ମୋତେ ଭୂମି ସ୍ତରରେ ଆଗେଇ ନେଉ।

11 ହେ ସଦାପ୍ରଭୁ, ମୋତେ ବଞ୍ଚିବାକୁ ଦିଅ,
    ଯେପରି ଲୋକମାନେ ତୁମ୍ଭ ନାମରେ ପ୍ରଶଂସା କରିବେ।
କାରଣ ତୁମ୍ଭେ ଆପଣା ଲୋକମାନଙ୍କ ପ୍ରତି ଧାର୍ମିକ ଅଟ,
    ତେଣୁ ମୋର ଦୁଃଖରୁ ମୋତେ ରକ୍ଷା କର।
12 ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଦ୍ୱାରା
    ମୋର ଶତ୍ରୁମାନଙ୍କୁ ପରାସ୍ତ କର।
ଯେଉଁମାନେ ମୋତେ ହତ୍ୟା କରିବାକୁ ଗ୍ଭହୁଁଛନ୍ତି, ସେମାନଙ୍କୁ ଧ୍ୱଂସ କର।
    କାରଣ ମୁଁ ତୁମ୍ଭର ସେବକ ଅଟେ।

ରାଜାବଳୀର ପ୍ରଥମ ପୁସ୍ତକ 17:17-24

17 କିଛିଦିନ ଉତ୍ତାରେ ସେହି ସ୍ତ୍ରୀଲୋକର ପୁତ୍ରଟି ଅସୁସ୍ଥ ହେଲା। ତା'ର ପୀଡ଼ା ଏତେ ବଢ଼ିଗଲା ଯେ ତା'ର ପ୍ରଶ୍ୱାସ ମଧ୍ୟ ବନ୍ଦ ହୋଇଗଲା। 18 ସେହି ସ୍ତ୍ରୀଲୋକଟି ଏଲିୟଙ୍କୁ କହିଲେ, “ହେ ପରମେଶ୍ୱରଙ୍କ ଲୋକ, ମୋ’ ବିରୁଦ୍ଧରେ ତୁମ୍ଭର କ’ଣ ଅଛି? ତୁମ୍ଭେ କ’ଣ ମୋର ପାପ ସ୍ମରଣ କରେଇବାକୁ ଓ ମୋର ପୁତ୍ରର ମୃତ୍ୟୁର କାରଣ ହେବା ପାଇଁ ଆସିଅଛ?”

19 ତହୁଁ ଏଲିୟ ତାକୁ କହିଲେ, “ତୁମ୍ଭ ପୁତ୍ରକୁ ମୋତେ ଦିଅ।” ଏଲିୟ ତା'ର କୋଳରୁ ପୁଅକୁ ନେଲେ ଓ ଆପଣା ରହିବା କୋଠରୀକୁ ନେଇଯାଇ ଆପଣା ଶଯ୍ୟାରେ ତାକୁ ଶୁଆଇ ଦେଲେ। 20 ତା'ପରେ ଏଲିୟ ସଦାପ୍ରଭୁଙ୍କୁ ପ୍ରାର୍ଥନା କରି କହିଲେ, “ହେ ସଦାପ୍ରଭୁ ମୋର ପରମେଶ୍ୱର, ଏହି ସ୍ତ୍ରୀଲୋକଟି ମୋତେ ତା'ର ଗୃହରେ ଆଶ୍ରୟ ଦେଇଛି। ତୁମ୍ଭେ ତା'ର ପୁତ୍ରକୁ ବଧ କରି ତା’ ପ୍ରତି କାହିଁକି ଅମଙ୍ଗଳ ଘଟାଇଲ?” 21 ତା'ପରେ ଏଲିୟ ବାଳକ ଉପରେ ତିନିଥର ନିଜକୁ ଲମ୍ବାଇ ଦେଲେ। ତା'ପରେ ସେ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ, “ହେ ସଦାପ୍ରଭୁ ମୋର ପରମେଶ୍ୱର, ଏହି ମୃତ ଶରୀରକୁ ଜୀବନ ପ୍ରଦାନ କର।”

22 ସଦାପ୍ରଭୁ ଏଲିୟର ପ୍ରାର୍ଥନାର ଉତ୍ତର ଦେଲେ ଏବଂ ବାଳକଟି ପ୍ରଶ୍ୱାସ ନେବାକୁ ଆରମ୍ଭ କଲା ଓ ପୁଣି ଜୀବନ ଫେରି ପାଇଲା। 23 ତା'ପରେ ଏଲିୟ ପୁଅଟିକୁ ଧରି ତଳକୁ ଓହ୍ଲାଇ ଆସିଲେ ଓ ସେହି ସ୍ତ୍ରୀଲୋକଟିକୁ କହିଲେ, “ଦେଖ, ତୁମ୍ଭର ପୁତ୍ର ଜୀବିତ।”

24 ତହୁଁ ସ୍ତ୍ରୀଲୋକଟି ଏଲିୟଙ୍କୁ କହିଲା, “ତୁମ୍ଭେ ଯେ ପରମେଶ୍ୱରଙ୍କ ଲୋକ ଓ ତୁମ୍ଭ ମୁଖରେ ସଦାପ୍ରଭୁଙ୍କ ବାକ୍ୟ ଯେ ସତ୍ୟ ମୁଁ ଏହା ଏବେ ଜାଣିଲି।”

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 20:7-12

ପାଉଲଙ୍କର ତ୍ରୋୟା ଯାତ୍ରା

ଆମ୍ଭେ ସପ୍ତାହର ପ୍ରଥମ ଦିନ ପ୍ରଭୁଭୋଜର ରୋଟୀ ଭାଙ୍ଗିବା ପାଇଁ ଏକାଠି ହେବା ବେଳେ ପାଉଲ ସେମାନଙ୍କୁ ପ୍ରଭୁଙ୍କ କଥା କହିବା ଆରମ୍ଭ କଲେ। କାରଣ ସେ ତହିଁଆର ଦିନ ଗ୍ଭଲିଯିବା ପାଇଁ ଯୋଜନା କରି ମଧ୍ୟରାତ୍ରି ପର୍ଯ୍ୟନ୍ତ ସେମାନଙ୍କୁ ଉପଦେଶ ଦେଲେ। ଆମ୍ଭେ ଯେଉଁଠି ଏକାଠି ହୋଇଥିଲୁ, ସେହି ଉପର ଘରେ ଅନେକଗୁଡ଼ିଏ ଦୀପ ଥିଲା। ଇଉତୁଖ ନାମକ ଜଣେ ଯୁବକ ଝରକା କଡ଼ରେ ବସି ଖୁବ୍ ନିଦରେ ଶୋଇ ପଡ଼ିଥିଲା। ପାଉଲ କହି ଗ୍ଭଲିଥିଲାବେଳେ ସେ ନିଘୋଡ଼ ନିଦରେ ଶୋଇପଡ଼ି ତିନି ମହଲାରୁ ଖସି ପଡ଼ିଲା। ଯେତେବେଳେ ସେମାନେ ତାହାକୁ ଉଠାଇଲେ, ସେ ମରିସାରିଥିଲା।

10 ପାଉଲ ତଳକୁ ଆସି ଆଣ୍ଠେଇ ପଡ଼ିଲେ, ଓ ତାହାକୁ ନିଜ ହାତରେ ଟେକିନେଲେ ଓ କହିଲେ, “ତୁମ୍ଭେମାନେ ବ୍ୟସ୍ତ ହୁଅ ନାହିଁ। ସେ ଏବେ ଜୀବିତ ହେବ।” 11 ତା'ପରେ ପାଉଲ ଉପରକୁ ଯାଇ ରୋଟୀ ଭାଙ୍ଗି ଖାଇଲେ। ସେ ସେମାନଙ୍କ ସହିତ ଅଧିକ ସମୟ ପାହାନ୍ତିଆ ପର୍ଯ୍ୟନ୍ତ କଥାବାର୍ତ୍ତା କରି ପ୍ରସ୍ଥାନ କଲେ। 12 ସେମାନେ ଯୁବକକୁ ଜୀବିତ ପାଇ ଘରକୁ ନେଇଗଲେ ଓ ବହୁତ ଆଶ୍ୱସ୍ତ ହେଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center