Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 31:9-16

ହେ ସଦାପ୍ରଭୁ, ମୋ’ ଉପରେ ଅନେକ ବିପଦ ପଡ଼ିଛି, ତେଣୁ ମୋ’ ପ୍ରତି କରୁଣା କର।
    ମୁଁ ଏତେ ବିଚଳିତ ହୋଇ ପଡ଼ିଛି ଯେ ମୋର ଚକ୍ଷୁ ଯନ୍ତ୍ରଣା କରୁଛି।
    ମୋର ଗଳା ଶୁଖି ଯାଉଛି, ମୋ’ ପାକସ୍ଥଳୀ ଯନ୍ତ୍ରଣା ଦେଉଛି।
10 ମୋର ଜୀବନ ଦୁଃଖରେ ଶେଷ ହେବାକୁ ଯାଉଛି।
ମୋର ଜୀବନ ଦୁଃଖରେ ସରିଯିବ।
    ମୋର ଅସ୍ଥିସବୁ କ୍ଷୀଣ ହୋଇ ଯାଉଛି
    ଓ ମୁଁ ଅଧିକରୁ ଅଧିକ ଦୁର୍ବଳ ହୋଇଯାଉଛି।
11 ମୋର ଶତ୍ରୁମାନେ ମୋତେ ଘୃଣା କରନ୍ତି,
    ମୋର ପଡ଼ୋଶୀମାନେ ମଧ୍ୟ ମୋତେ ଘୃଣା କରନ୍ତି।
ମୋର ବନ୍ଧୁବାନ୍ଧବମାନେ ରାସ୍ତାରେ ଦେଖା ହେଲେ
    ଭୟ କରି ମୋ'ଠାରୁ ଦୂରେଇ ଯାଆନ୍ତି।
12 ଲୋକମାନେ ମୋତେ ସମ୍ପୂର୍ଣ୍ଣ ଭୁଲି ଗଲେଣି
    ଯେମିତି କୌଣସି ପୁରୁଣା ଭଙ୍ଗାପାତ୍ର ପରି।
13 ମୁଁ ଲୋକମାନେ କହୁଥିବା ସେହି ଭୟଙ୍କର କଥାସବୁ ଶୁଣେ,
    ସେମାନେ ମୋ’ ବିରୁଦ୍ଧରେ ଯୋଜନା କରୁଛନ୍ତି।
    ସେମାନେ ମୋତେ ମାରିବାକୁ ମନ୍ତ୍ରଣା କରୁଛନ୍ତି।

14 ହେ ସଦାପ୍ରଭୁ, ମୁଁ ତୁମ୍ଭର ଆଶ୍ରିତ ଅଟେ।
    ତୁମ୍ଭେ ହିଁ ମୋର ପରମେଶ୍ୱର।
15 ମୋର ଜୀବନ ତୁମ୍ଭ ହାତରେ, ମୋତେ ଶତ୍ରୁ କବଳରୁ ତୁମ୍ଭେ ଉଦ୍ଧାର କର।
    କେତେକ ଲୋକ ମୋ’ ପଛରେ ଗୋଡ଼ାଇଛନ୍ତି।
    ସେମାନଙ୍କଠାରୁ ମୋତେ ରକ୍ଷା କର।
16 ଆପଣା ସେବକକୁ ଦୟାକର
    ଓ ଆପଣା ସ୍ନେହପୂର୍ଣ୍ଣ କରୁଣା ପ୍ରଦର୍ଶନ କରି ମୋର ଜୀବନ ରକ୍ଷା କର।

ଶାମୁୟେଲଙ୍କ ପ୍ରଥମ ପୁସ୍ତକ 16:11-13

11 ଶାମୁୟେଲ ଯିଶୀଙ୍କୁ କହିଲେ, “ତୁମ୍ଭର ସବୁ ସନ୍ତାନ କ’ଣ ଏଠାରେ ଅଛନ୍ତି?”

ସେ କହିଲେ, “କେବଳ କନିଷ୍ଠଟି ଏଠାରେ ନାହିଁ। ସେ ମେଷପଲ ଚରାଉ ଅଛି।”

ଶାମୁୟେଲ କହିଲେ, “ଲୋକ ପଠାଇ ତାଙ୍କୁ ଡକାଅ। ସେ ଏଠାକୁ ନ ଆସିବା ପର୍ଯ୍ୟନ୍ତ ଆମ୍ଭେ ଭୋଜନରେ ବସିବୁ ନାହିଁ।”

12 ତାକୁ ଡାକିବା ପାଇଁ ଯିଶୀ ଲୋକ ପଠାଇଲେ। ସେ ଈଷତ୍ ରକ୍ତବର୍ଣ୍ଣ ଓ ସୁନୟନ ଦେଖିବାକୁ ସୁନ୍ଦର ଅଟନ୍ତି।

ସେତେବେଳେ ସଦାପ୍ରଭୁ କହିଲେ, “ଉଠ ଏହାଙ୍କୁ ଅଭିଷେକ କର, ଏ ହେଉଛନ୍ତି ସେହି ଲୋକ।”

13 ଶାମୁୟେଲ ତୈଳ ଶିଙ୍ଗ ନେଇ ତାଙ୍କ ଭାତୃଗଣ ମଧ୍ୟରେ ତାଙ୍କୁ ଅଭିଷେକ କଲେ। ତହିଁରେ ସେହି ଦିନାବଧି ସଦାପ୍ରଭୁଙ୍କର ଆତ୍ମା ଦାଉଦଙ୍କ ଉପରେ ବାସ କଲେ, ଏହା ପରେ ଶାମୁୟେଲ ଉଠି ରାମାକୁ ଗ୍ଭଲିଗଲେ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 1:1-11

ଯୀଶୁ ଖ୍ରୀଷ୍ଟଙ୍କ ସେବକ ପାଉଲ ଓ ତୀମଥି, ଫିଲି‌ପ୍‌ପୀର ଖ୍ରୀଷ୍ଟ ଯୀଶୁଙ୍କ ସମସ୍ତ ପବିତ୍ର ଲୋକମାନଙ୍କୁ ଓ ତୁମ୍ଭମାନଙ୍କର ପ୍ରାଚୀନ[a] ଏବଂ ବିଶେଷ ସେବକମାନଙ୍କୁ ପତ୍ର।

ଆମ୍ଭ ପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।

ପାଉଲଙ୍କ ପ୍ରାର୍ଥନା

3-4 ଯେତେଥର ମୁଁ ତୁମ୍ଭମାନଙ୍କୁ ମନେପକାଏ, ସେତେଥର ପରମେଶ୍ୱରଙ୍କୁ ଆନନ୍ଦ ସହକାରେ ପ୍ରାର୍ଥନାରେ ଧନ୍ୟବାଦ ଦିଏ। ଲୋକମାନଙ୍କୁ ସୁସମାଗ୍ଭର ଶୁଣାଇଲା ବେଳେ, ତୁମ୍ଭମାନଙ୍କଠାରୁ ପାଇଥିବା ସାହାଯ୍ୟ ପାଇଁ ମୁଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦିଏ। ବିଶ୍ୱାସ କରିବା ପ୍ରଥମଦିନଠାରୁ ଏବେ ପର୍ଯ୍ୟନ୍ତ ତୁମ୍ଭେ ସାହାଯ୍ୟ କରି ଆସୁଛ। ପରମେଶ୍ୱର ତୁମ୍ଭର ମଙ୍ଗଳ କରିବା ଆରମ୍ଭ କରିଛନ୍ତି ଓ ବର୍ତ୍ତମାନ ମଧ୍ୟ ତାହା କରୁଛନ୍ତି। ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ଦିନ ପର୍ଯ୍ୟନ୍ତ ସେ ସେହି କାମ ସାଧନ କରି ସମାପ୍ତ କରିବେ। ମୁଁ ଏଥିରେ ନିଶ୍ଚିତ ଅଟେ।

ତୁମ୍ଭମାନଙ୍କ ବିଷୟରେ ମୋର ଏପରି ଭାବିବା ଉଚିତ୍, କାରଣ ତୁମ୍ଭେ ସମସ୍ତେ ମୋ’ ହୃଦୟରେ ସ୍ଥାନ ପାଇଛ। ତୁମ୍ଭେମାନେ ପରମେଶ୍ୱରଙ୍କ କୃପାରେ ମୋର ଭାଗୀଦାର। ବର୍ତ୍ତମାନ ମୁଁ ବନ୍ଦୀଘରେ ଅଛି, ଯେତେବେଳେ ମୁଁ ସୁସମାଗ୍ଭରର ପକ୍ଷ ସମର୍ଥନ କରୁଛି ଓ ଯେତେବେଳେ ମୁଁ ସୁସମାଗ୍ଭରର ସତ୍ୟ ପ୍ରମାଣିତ କରୁଛି, ସେତେବେଳେ ମଧ୍ୟ ତୁମ୍ଭେମାନେ ମୋ’ ସହିତ ପରମେଶ୍ୱରଙ୍କ ଅନୁଗ୍ରହର ସହଭାଗୀ ଅଟ। ପରମେଶ୍ୱର ଜାଣନ୍ତି ଯେ ମୁଁ ତୁମ୍ଭମାନଙ୍କୁ ଦେଖିବାକୁ କେତେ ଇଚ୍ଛା କରୁଛି। ଖ୍ରୀଷ୍ଟ ଯୀଶୁଙ୍କର ସ୍ନେହପୂର୍ଣ୍ଣ କରୁଣାରେ ମୁଁ ତୁମ୍ଭମାନଙ୍କୁ ପ୍ରେମ କରେ।

ତୁମ୍ଭମାନଙ୍କ ପାଇଁ ମୋର ପ୍ରାର୍ଥନା ଏହି ଯେ:

ତୁମ୍ଭମାନଙ୍କର ପ୍ରେମ ଅଧିକରୁ ଅଧିକ ବୃଦ୍ଧି ପାଉ; ତୁମ୍ଭମାନଙ୍କର ପ୍ରେମ ଦ୍ୱାରା ତୁମ୍ଭେ ଜ୍ଞାନ ଓ ବୋଧଶକ୍ତି ପ୍ରାପ୍ତ ହୁଅ; 10 ଯେପରି ତୁମ୍ଭେ ଭଲ ଓ ମନ୍ଦର ପାର୍ଥକ୍ୟ ଦେଖି ପାରିବ ଓ ଉତ୍ତମ ବିଷୟ ବାଛି ପାରିବ। ତହିଁରେ ଖ୍ରୀଷ୍ଟ ଯେଉଁଦିନ ଆସିବେ, ତୁମ୍ଭେ ଶୁଦ୍ଧ ଓ ଦୋଷଶୂନ୍ୟ ହେବ; 11 ତୁମ୍ଭେ ପରମେଶ୍ୱରଙ୍କ ପାଇଁ ମହିମା ଓ ପ୍ରଶଂସା ଉଦ୍ଦେଶ୍ୟରେ ଯୀଶୁ ଖ୍ରୀଷ୍ଟଙ୍କ ସାହାଯ୍ୟରେ ଅନେକ ଉତ୍ତମ କାମ କରିବ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center