Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 31:9-16

ହେ ସଦାପ୍ରଭୁ, ମୋ’ ଉପରେ ଅନେକ ବିପଦ ପଡ଼ିଛି, ତେଣୁ ମୋ’ ପ୍ରତି କରୁଣା କର।
    ମୁଁ ଏତେ ବିଚଳିତ ହୋଇ ପଡ଼ିଛି ଯେ ମୋର ଚକ୍ଷୁ ଯନ୍ତ୍ରଣା କରୁଛି।
    ମୋର ଗଳା ଶୁଖି ଯାଉଛି, ମୋ’ ପାକସ୍ଥଳୀ ଯନ୍ତ୍ରଣା ଦେଉଛି।
10 ମୋର ଜୀବନ ଦୁଃଖରେ ଶେଷ ହେବାକୁ ଯାଉଛି।
ମୋର ଜୀବନ ଦୁଃଖରେ ସରିଯିବ।
    ମୋର ଅସ୍ଥିସବୁ କ୍ଷୀଣ ହୋଇ ଯାଉଛି
    ଓ ମୁଁ ଅଧିକରୁ ଅଧିକ ଦୁର୍ବଳ ହୋଇଯାଉଛି।
11 ମୋର ଶତ୍ରୁମାନେ ମୋତେ ଘୃଣା କରନ୍ତି,
    ମୋର ପଡ଼ୋଶୀମାନେ ମଧ୍ୟ ମୋତେ ଘୃଣା କରନ୍ତି।
ମୋର ବନ୍ଧୁବାନ୍ଧବମାନେ ରାସ୍ତାରେ ଦେଖା ହେଲେ
    ଭୟ କରି ମୋ'ଠାରୁ ଦୂରେଇ ଯାଆନ୍ତି।
12 ଲୋକମାନେ ମୋତେ ସମ୍ପୂର୍ଣ୍ଣ ଭୁଲି ଗଲେଣି
    ଯେମିତି କୌଣସି ପୁରୁଣା ଭଙ୍ଗାପାତ୍ର ପରି।
13 ମୁଁ ଲୋକମାନେ କହୁଥିବା ସେହି ଭୟଙ୍କର କଥାସବୁ ଶୁଣେ,
    ସେମାନେ ମୋ’ ବିରୁଦ୍ଧରେ ଯୋଜନା କରୁଛନ୍ତି।
    ସେମାନେ ମୋତେ ମାରିବାକୁ ମନ୍ତ୍ରଣା କରୁଛନ୍ତି।

14 ହେ ସଦାପ୍ରଭୁ, ମୁଁ ତୁମ୍ଭର ଆଶ୍ରିତ ଅଟେ।
    ତୁମ୍ଭେ ହିଁ ମୋର ପରମେଶ୍ୱର।
15 ମୋର ଜୀବନ ତୁମ୍ଭ ହାତରେ, ମୋତେ ଶତ୍ରୁ କବଳରୁ ତୁମ୍ଭେ ଉଦ୍ଧାର କର।
    କେତେକ ଲୋକ ମୋ’ ପଛରେ ଗୋଡ଼ାଇଛନ୍ତି।
    ସେମାନଙ୍କଠାରୁ ମୋତେ ରକ୍ଷା କର।
16 ଆପଣା ସେବକକୁ ଦୟାକର
    ଓ ଆପଣା ସ୍ନେହପୂର୍ଣ୍ଣ କରୁଣା ପ୍ରଦର୍ଶନ କରି ମୋର ଜୀବନ ରକ୍ଷା କର।

ଆୟୁବ ପୁସ୍ତକ 13:13-19

13 “ତୁମ୍ଭେ ଚୁପ୍ ରୁହ ଏବଂ ମୋତେ କହିବାକୁ ଦିଅ।
    ଯାହା ମୋ’ ପ୍ରତି ଘଟିବ ତାକୁ ମୁଁ ସମସ୍ତ ଗ୍ରହଣ କରିବି।
14 ମୁଁ ନିଜକୁ ବିପଦରେ ପକାଇବି
    ଏବଂ ମୋ’ ଜୀବନ ନିଜ ହାତରେ ଦେବି।
15 ସେ ମୋତେ ମାରି ଦେଇ ପାରନ୍ତି, ମୁଁ ଭରସା ବିହିନ।
    ତଥାପି ତାଙ୍କ ସମ୍ମୁଖରେ ମୋର ପକ୍ଷ ପ୍ରସ୍ତୁତ କରିବି।
16 ଯଦି ପରମେଶ୍ୱର ମୋତେ ମୁକ୍ତି ପ୍ରଦାନ କରନ୍ତି, ଏହା କେବଳ ମୋର ସାହସିକ ବକ୍ତବ୍ୟ ପାଇଁ।
    କୌଣସି ଦୁଷ୍ଟ ବ୍ୟକ୍ତି କେବେ ପରମେଶ୍ୱରଙ୍କ ସମ୍ମୁଖକୁ ଆସିବାକୁ ସାହସ କରିବେ ନାହିଁ।
17 ମୁଁ ଯାହା କରୁଛି, ମୋ’ କଥା ମନୋଯୋଗ ଦେଇ ଶୁଣ।
    ମୋତେ ବୁଝାଇ କହିବାକୁ ଦିଅ।
18 ମୁଁ ବର୍ତ୍ତମାନ ମୋ’ ପକ୍ଷ ସମର୍ଥନ କରିବାକୁ ପ୍ରସ୍ତୁତ ଅଟେ।
    ମୁଁ ସତର୍କତାର ସହିତ ମୋର ତର୍କ ଉପସ୍ଥାପନ କରିବି।
    ମୁଁ ଜାଣେ, ମୁଁ ଶେଷରେ ନିଜକୁ ସରଳ ବୋଲି ପ୍ରମାଣିତ କରି ପାରିବି।
19 ଯଦି କୌଣସି ବ୍ୟକ୍ତି ପ୍ରମାଣ କରିପାରେ ଯେ ମୁଁ ଭୁଲ୍
    ତା'ହେଲେ ମୁଁ ସାଙ୍ଗେ ସାଙ୍ଗେ ଚୁପ୍ ହୋଇଯିବି।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 1:21-30

21 ମୋର ବଞ୍ଚି ରହିବାର ଅର୍ଥ ହେଉଛି ଖ୍ରୀଷ୍ଟ। ମୃତ୍ୟୁ ମଧ୍ୟ ମୋ’ ପାଇଁ ଏକ ଲାଭ ଅଟେ।” 22 ଯଦି ମୁଁ ଶରୀରରେ ଜୀବିତ ରୁହେ, ତା'ହେଲେ ମୁଁ ପ୍ରଭୁଙ୍କ ପାଇଁ କାମ କରି ପାରିବି। ଜୀବନ ବା ମୃତ୍ୟୁ ତହିଁରୁ ତାହାକୁ ବାଛିବ, ମୁଁ ଏହା ଜାଣେନା? 23 ଜୀବନ ଓ ମୃତ୍ୟୁ ମଧ୍ୟରୁ ଗୋଟିକୁ ବାଛିବା କଷ୍ଟକର। ମୁଁ ଏହି ଜୀବନକୁ ଛାଡ଼ି ଖ୍ରୀଷ୍ଟଙ୍କ ସହିତ ରହିବାକୁ ଇଚ୍ଛା କରେ। ଏହା ଅଧିମ ଭଲ। 24 କିନ୍ତୁ, ତୁମ୍ଭ ପାଇଁ ମୋର ଶରୀରରେ ବଞ୍ଚି ରହିବା ଅଧିକ ଆବଶ୍ୟକ। 25 ମୁଁ ଜାଣେ ତୁମ୍ଭେମାନେ ମୋତେ ଗ୍ଭହୁଁଛ। ସେଥିପାଇଁ ମୁଁ ତୁମ୍ଭ ସହିତ ରହିବି ବୋଲି ମୁଁ ଜାଣେ। ବିଶ୍ୱାସରେ ତୁମ୍ଭର ବୃଦ୍ଧି ଓ ଆନନ୍ଦ ପାଇବା ନିମନ୍ତେ ମୁଁ ତୁମ୍ଭକୁ ସାହାଯ୍ୟ କରିବି। 26 ଯଦି ମୁଁ ତୁମ୍ଭ ପାଖକୁ ଫେରିଯାଏ, ତେବେ ଏହା ଖ୍ରୀଷ୍ଟ ଯୀଶୁଙ୍କଠାରେ ମୋ’ ପାଇଁ ତୁମ୍ଭର ଅଧିକ ଗର୍ବର କାରଣ ହେବ।

27 ଖ୍ରୀଷ୍ଟଙ୍କ ସୁସମାଗ୍ଭର ଯୋଗ୍ୟ ଜୀବନଯାପନ କରିବା ପାଇଁ ଦୃଢ଼ ସଂକଳ୍ପ ହୁଅ। ଏହା ଦ୍ୱାରା ମୁଁ ତୁମ୍ଭ ପାଖକୁ ଯାଇ ତୁମ୍ଭକୁ ଦେଖେ ବା ତୁମ୍ଭଠାରୁ ଦୂରରେ ଥାଏ; ତୁମ୍ଭ ବିଷୟରେ ଶୁଣିବି ଯେ ତୁମ୍ଭେମାନେ ଏକ ଉଦ୍ଦେଶ୍ୟରେ, ଏକମନ ହୋଇ, ସୁସମାଗ୍ଭରରୁ ଉତ୍ପନ୍ନ ବିଶ୍ୱାସ ପାଇଁ ଦୃଢ଼ ଭାବରେ କାର୍ଯ୍ୟ କରୁଛ। 28 ଯେଉଁ ଲୋକମାନେ ତୁମ୍ଭ ବିରୁଦ୍ଧରେ ଅଛନ୍ତି ସେମାନଙ୍କୁ ଭୟ କରିବ ନାହିଁ। ଏହି ସମସ୍ତ ବିଷୟ ଯେ ଈଶ୍ୱରଙ୍କଠାରୁ ଆଗତ ଏହାର ପ୍ରମାଣ ତୁମ୍ଭେମାନେ ପରିତ୍ରାଣ ପାଉଅଛ ଓ ତୁମ୍ଭମାନଙ୍କର ଶତ୍ରୁମାନେ ବିନାଶ ହେବେ। 29 ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ନିମନ୍ତେ କେବଳ ପରମେଶ୍ୱର ତୁମ୍ଭକୁ ସୁଯୋଗ ଦେଇଛନ୍ତିା ତାହା ଯଥେଷ୍ଟ ନୁହେଁ, ଖ୍ରୀଷ୍ଟଙ୍କ ପାଇଁ ଦୁଃଖ ଭୋଗ କରିବା ନିମନ୍ତେ ମଧ୍ୟ ତୁମ୍ଭମାନଙ୍କୁ ସୁଯୋଗ ଦେଇଛନ୍ତି। ଏହି ଉଭୟ ବିଷୟ ଯୀଶୁ ଖ୍ରୀଷ୍ଟଙ୍କୁ ଗୌରବାନ୍ୱିତ କରେ। 30 ମୁଁ ତୁମ୍ଭମାନଙ୍କ ସହିତ ଥିବା ବେଳେ ତୁମ୍ଭେମାନେ ମୋତେ ସୁସମାଗ୍ଭର ବିରୁଦ୍ଧରେ ଥିବା ଲୋକଙ୍କ ସହିତ ସଂଘର୍ଷ କରିବା ଦେଖିଛ। ତୁମ୍ଭେ ଏବେ ଶୁଣୁଛ ଯେ ମୁଁ ଏଠାରେ ସଂଘର୍ଷରତ। ତୁମ୍ଭେମାନେ ମଧ୍ୟ ସେହିଭଳି ଏବେ ସଂଘର୍ଷରତ ଅଛ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center