Revised Common Lectionary (Semicontinuous)
118 ସଦାପ୍ରଭୁଙ୍କ ପ୍ରଶଂସା କର କାରଣ ସେ ମଙ୍ଗଳମୟ ପରମେଶ୍ୱର ଅଟନ୍ତି।
ତାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
2 ଇସ୍ରାଏଲ ଏବେ କହନ୍ତୁ,
“ତାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।”
19 ହେ ପରମେଶ୍ୱର, ମୋ’ ପାଇଁ ସତ୍ୟତାର ଫାଟ ସବୁ ଫିଟାଅ।
ମୁଁ ତହିଁ ମଧ୍ୟରେ ପ୍ରବେଶ କରିବି ଏବଂ ସଦାପ୍ରଭୁଙ୍କୁ ପ୍ରଶଂସା କରିବି।
20 ଏହିସବୁ ସଦାପ୍ରଭୁଙ୍କର ଦ୍ୱାର ସମୂହ।
କେବଳ ଧାର୍ମିକ ଲୋକମାନେ ତହିଁରେ ପ୍ରବେଶ କରି ପାରିବେ।
21 ହେ ସଦାପ୍ରଭୁ, ତୁମ୍ଭେ ମୋର ପ୍ରାର୍ଥନାର ଉତ୍ତର ଦେଇଥିବାରୁ ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଛି।
ମୋତେ ପରିତ୍ରାଣ କରିଥିବାରୁ ତୁମ୍ଭଙ୍କୁ ଧନ୍ୟବାଦ।
22 ନିର୍ମାଣକାରୀମାନେ ଯେଉଁ ପଥର ସବୁ ଅଗ୍ରାହ୍ୟ କଲେ।
ତାହା କୋଣର ପ୍ରଧାନ ପଥର ହୋଇଅଛି।
23 ଏହାସବୁ ସଦାପ୍ରଭୁଙ୍କ କର୍ମ,
କିନ୍ତୁ ଆମ୍ଭ ଦୃଷ୍ଟିରେ ଏହା ଆଶ୍ଚର୍ଯ୍ୟ।
24 ଆଜି ଦିନକୁ ସଦାପ୍ରଭୁ ହିଁ ତିଆରି କରିଛନ୍ତି।
ଆସ ଆମ୍ଭେମାନେ ଆଜି ଆନନ୍ଦ ଓ ଉଲ୍ଲାସ କରିବା।
25 ଲୋକମାନେ କହନ୍ତି, “ହେ ସଦାପ୍ରଭୁ, ଆମ୍ଭକୁ ରକ୍ଷା କର।
ସଦାପ୍ରଭୁ, ଆମ୍ଭକୁ ସଫଳତା ଦିଅ।”
26 ଯାଜକମାନେ କହନ୍ତି, “ଯିଏ ସଦାପ୍ରଭୁଙ୍କ ନାମରେ ଆସନ୍ତି ତାଙ୍କୁ ପରମେଶ୍ୱର ଆଶୀର୍ବାଦ କରନ୍ତୁ।
ଆମ୍ଭେମାନେ ମଧ୍ୟ ସଦାପ୍ରଭୁଙ୍କ ମନ୍ଦିରରେ ଆଶୀର୍ବାଦ କରୁ।
27 ସଦାପ୍ରଭୁ ପରମେଶ୍ୱର ଅଟନ୍ତି।
ଏବଂ ସେ ଆମ୍ଭମାନଙ୍କୁ ଗ୍ରହଣ କରନ୍ତି।
ଯଜ୍ଞବେଦିର ଶିଙ୍ଗରେ ରଜ୍ଜୁଦ୍ୱାରା ମେଷକୁ ବାନ୍ଧ।”
28 ହେ ସଦାପ୍ରଭୁ, ତୁମ୍ଭେ ମୋର ପରମେଶ୍ୱର, ମୁଁ ତୁମ୍ଭ ନାମର ଧନ୍ୟବାଦ କରୁଛି।
ମୁଁ ତୁମ୍ଭକୁ ପ୍ରଶଂସା କରୁଛି।
29 ସଦାପ୍ରଭୁଙ୍କର ପ୍ରଶଂସା କର, କାରଣ ସେ ମଙ୍ଗଳମୟ।
ହଁ, ତାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
ଯୀଶୁ ରାଜାଭାବରେ ଯିରୁଶାଲମରେ ପ୍ରବେଶ କଲେ
(ମାର୍କ 11:1-11; ଲୂକ 19:28-38; ଯୋହନ 12:12-19)
21 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଯିରୁଶାଲମ ପାଖାପାଖି ଆସି ଯାଇଥିଲେ। ସେମାନେ ପ୍ରଥମେ ଜୀତପର୍ବତ ପାଖ ବୈଥ୍ଫାଗୀଠାରେ ଅଟକିଲେ। 2 ଯୀଶୁ ଦୁଇଜଣ ଶିଷ୍ୟଙ୍କୁ ଗାଁକୁ ପଠାଇଲେ। ସେ କହିଲେ, “ତୁମ୍ଭେ ଠିକ୍ ସାମନାରେ ଥିବା ଗାଁକୁ ଯାଅ। ସେଠାରେ ପହଞ୍ଚିବା ପରେ ତୁମ୍ଭେ ଗୋଟିଏ ମାଇ ଗଧ ବନ୍ଧା ହୋଇଥିବାର ଦେଖିବ। ତା’ ସହିତ ଗୋଟିଏ ଗଧଛୁଆ ମଧ୍ୟ ସେଠାରେ ଥିବ। ସେମାନଙ୍କୁ ଖୋଲିଦେବ, ଓ ସେମାନଙ୍କୁ ମୋ’ ପାଖକୁ ନେଇ ଆସିବ। 3 ଯଦି ତୁମ୍ଭକୁ କେହି ଲୋକ ପଗ୍ଭରେ ଯେ, ତୁମ୍ଭେମାନେ କାହିଁକି ଗଧ ଦୁହିଁଙ୍କୁ ନେଇ ଯାଉଛ, ତେବେ ତୁମ୍ଭେ କହିବ ‘ଏଗୁଡ଼ିକ ପ୍ରଭୁଙ୍କର ଦରକାର। ପରେ ସେ ସେମାନଙ୍କୁ ସଙ୍ଗେ ସଙ୍ଗେ ପଠାଇଦେବେ।’”
4 ଭବିଷ୍ୟଦ୍ବକ୍ତା ଯାହା କହିଥିଲେ, ତାହା ସଫଳ ହେବା ପାଇଁ ଏସବୁ ଘଟିଲା। ଭବିଷ୍ୟଦ୍ବକ୍ତା କହିଥିଲେ:
5 “ସିୟୋନ ନଗରୀକୁ କୁହ:
‘ଦେଖ, ତୁମ୍ଭର ରାଜା ତୁମ୍ଭ ପାଖକୁ ଆସୁଛନ୍ତି।
ସେ ନମ୍ର ଓ ସେ ଗୋଟିଏ ଗଧ ଉପରେ ଚଢ଼ି ଆସୁଛନ୍ତି।
ହଁ, ଗୋଟିଏ ଗଧଛୁଆ ଉପରେ ଚଢ଼ିଛନ୍ତି,
ସେହି ଛୁଆଟି ଏକ ସ୍ତନ୍ୟପାୟୀ ଗଧରୁ ଜନ୍ମ ହୋଇଛି।’”(A)
6 ଶିଷ୍ୟମାନେ ଗ୍ଭଲିଗଲେ ଓ ଯୀଶୁଙ୍କ କହିବା ଅନୁସାରେ ସେମାନେ କାମ କଲେ। 7 ସେମାନେ ମାଈ ଗଧ ଓ ଗଧଛୁଆକୁ ନେଇ ଯୀଶୁଙ୍କ ପାଖକୁ ଆସିଲେ। ସେମାନେ ତାହାଙ୍କ ଲୁଗାଗୁଡ଼ିକ ଗଧମାନଙ୍କ ଉପରେ ବିଛାଇ ଦେଲେ। ଯୀଶୁ ସେହି ଲୁଗା ଉପରେ ବସିଲେ। 8 ଯୀଶୁ ଯିରୁଶାଲମ ରାସ୍ତାରେ ଯାତ୍ରା କଲେ। ଅନେକ ଲୋକ ଯୀଶୁଙ୍କ ପାଇଁ ସେମାନଙ୍କର ଲୁଗା ରାସ୍ତାରେ ବିଛେଇ ଦେଲେ। ଆଉ କେତେକ ଲୋକ ଗଛରୁ ଡାଳ ସବୁ କାଟି ରାସ୍ତାରେ ବିଛାଇ ଦେଲେ। 9 ଯୀଶୁଙ୍କ ଆଗେ ଆଗେ କେତେକ ଲୋକ ଯାଉଥିଲେ। ତାହାଙ୍କ ପଛେ ପଛେ ମଧ୍ୟ କେତେକ ଲୋକ ଯାଉଥିଲେ। ସେ ସମସ୍ତେ ପାଟି କରି କହୁଥିଲେ:
ସ୍ୱର୍ଗରେ ରହୁଥିବା ପରମେଶ୍ୱରଙ୍କ ମହିମା ଗାନ କର।”
10 ଯୀଶୁ ଯେତେବେଳେ ଯିରୁଶାଲମରେ ପ୍ରବେଶ କଲେ, “ସେତେବେଳେ ସାରା ନଗରରେ ଚହଳ ପଡ଼ିଗଲା। ଲୋକେ ପଗ୍ଭରିଲେ, “ଏ ଲୋକଟି କିଏ?”
11 ଯୀଶୁଙ୍କୁ ଅନୁସରଣ କରୁଥିବା ଲୋକେ କହିଲେ, “ଏ ହେଉଛନ୍ତି ଭବିଷ୍ୟଦ୍ବକ୍ତା ଯୀଶୁ। ସେ ଗାଲିଲୀ ପ୍ରଦେଶର ନାଜରିତ ସହରରୁ ଆସିଛନ୍ତି।”
ପରମେଶ୍ୱରଙ୍କ ସେବକ ପ୍ରକୃତ ପରମେଶ୍ୱରଙ୍କ ଉପରେ ନିର୍ଭରଶୀଳ
4 ମୋର ପ୍ରଭୁ ସଦାପ୍ରଭୁ ମୋତେ ଶିକ୍ଷା ଦେଇଛନ୍ତି ମୁଁ ଯେପରି କ୍ଳାନ୍ତ ଦୁର୍ବଳମାନଙ୍କୁ ସୁସ୍ଥିର କରି ପାରିବି, ସେ ପ୍ରତି ପ୍ରଭାତରେ ମୋତେ ଜାଗ୍ରତ କରାନ୍ତି ଓ ବିଦ୍ୟାର୍ଥୀପରି ଶୁଣିବା ପାଇଁ ମୋର କର୍ଣ୍ଣକୁ ଜାଗ୍ରତ କରାନ୍ତି। 5 ମୋର ପ୍ରଭୁ ସଦାପ୍ରଭୁ ମୋର କର୍ଣ୍ଣକୁ ମୁକ୍ତ କରିଛନ୍ତି; ପୁଣି ମୁଁ ତାଙ୍କର ବିରୁଦ୍ଧାଗ୍ଭରୀ ହୋଇ ନାହିଁ କିମ୍ବା ପଛକୁ ଫେରି ନାହିଁ। 6 ମୁଁ ପ୍ରହାରକ ଦେବା ପାଇଁ ମୋର ପିଠି ଦେଖାଇ ଦେବି, ମୋର ଦାଢ଼ି ଉପାଡ଼ିବା ପାଇଁ ମୋର ଗାଲ ଦେଖାଇ ଦେବି, ପୁଣି ଅପମାନିତ ହେବାକୁ ଛେପ ପକାଇବାକୁ ମୋର ମୁହଁ ଲୁଗ୍ଭଇବି ନାହିଁ। 7 ମୋର ପ୍ରଭୁ ସଦାପ୍ରଭୁ ମୋତେ ସାହାଯ୍ୟ କରିବେ; ତେଣୁ ସେମାନଙ୍କର ଅପମାନ ମୋତେ ବାଧିବ ନାହିଁ। ଏଥିପାଇଁ ମୁଁ ଚକମକି ପଥର ପରି ମୋର ମୁଖକୁ ରଖିଅଛି। ମୁଁ ଜାଣେ ମୁଁ ଲଜ୍ଜିତ ହେବି ନାହିଁ।
8 ଯେ ମୋତେ ଧର୍ମାଗ୍ଭରୀ କରନ୍ତି ସେ ମୋ’ ନିକଟବର୍ତ୍ତୀ। ତେଣୁ ମୋତେ କିଏ ବିରୋଧ କରିବ? ଆସ ଆମ୍ଭେମାନେ ଏକତ୍ର ଛିଡ଼ା ହେବା, କିଏ ମୋର ବିପକ୍ଷରେ ଯିବ ସେ ମୋ’ ନିକଟକୁ ଆସୁ। 9 ଦେଖ, ସଦାପ୍ରଭୁ, ମୋର ପ୍ରଭୁ ମୋତେ ସାହାଯ୍ୟ କରିବେ। ତେଣୁ କିଏ ମୋତେ ଦୋଷୀ କରିବ? ସେମାନେ ସମସ୍ତେ ଜୀର୍ଣ୍ଣ ବସ୍ତ୍ର ସଦୃଶ ହେବେ ଓ କୀଟ ସେଗୁଡ଼ିକୁ ଗ୍ରାସ କରିବ।
9 ହେ ସଦାପ୍ରଭୁ, ମୋ’ ଉପରେ ଅନେକ ବିପଦ ପଡ଼ିଛି, ତେଣୁ ମୋ’ ପ୍ରତି କରୁଣା କର।
ମୁଁ ଏତେ ବିଚଳିତ ହୋଇ ପଡ଼ିଛି ଯେ ମୋର ଚକ୍ଷୁ ଯନ୍ତ୍ରଣା କରୁଛି।
ମୋର ଗଳା ଶୁଖି ଯାଉଛି, ମୋ’ ପାକସ୍ଥଳୀ ଯନ୍ତ୍ରଣା ଦେଉଛି।
10 ମୋର ଜୀବନ ଦୁଃଖରେ ଶେଷ ହେବାକୁ ଯାଉଛି।
ମୋର ଜୀବନ ଦୁଃଖରେ ସରିଯିବ।
ମୋର ଅସ୍ଥିସବୁ କ୍ଷୀଣ ହୋଇ ଯାଉଛି
ଓ ମୁଁ ଅଧିକରୁ ଅଧିକ ଦୁର୍ବଳ ହୋଇଯାଉଛି।
11 ମୋର ଶତ୍ରୁମାନେ ମୋତେ ଘୃଣା କରନ୍ତି,
ମୋର ପଡ଼ୋଶୀମାନେ ମଧ୍ୟ ମୋତେ ଘୃଣା କରନ୍ତି।
ମୋର ବନ୍ଧୁବାନ୍ଧବମାନେ ରାସ୍ତାରେ ଦେଖା ହେଲେ
ଭୟ କରି ମୋ'ଠାରୁ ଦୂରେଇ ଯାଆନ୍ତି।
12 ଲୋକମାନେ ମୋତେ ସମ୍ପୂର୍ଣ୍ଣ ଭୁଲି ଗଲେଣି
ଯେମିତି କୌଣସି ପୁରୁଣା ଭଙ୍ଗାପାତ୍ର ପରି।
13 ମୁଁ ଲୋକମାନେ କହୁଥିବା ସେହି ଭୟଙ୍କର କଥାସବୁ ଶୁଣେ,
ସେମାନେ ମୋ’ ବିରୁଦ୍ଧରେ ଯୋଜନା କରୁଛନ୍ତି।
ସେମାନେ ମୋତେ ମାରିବାକୁ ମନ୍ତ୍ରଣା କରୁଛନ୍ତି।
14 ହେ ସଦାପ୍ରଭୁ, ମୁଁ ତୁମ୍ଭର ଆଶ୍ରିତ ଅଟେ।
ତୁମ୍ଭେ ହିଁ ମୋର ପରମେଶ୍ୱର।
15 ମୋର ଜୀବନ ତୁମ୍ଭ ହାତରେ, ମୋତେ ଶତ୍ରୁ କବଳରୁ ତୁମ୍ଭେ ଉଦ୍ଧାର କର।
କେତେକ ଲୋକ ମୋ’ ପଛରେ ଗୋଡ଼ାଇଛନ୍ତି।
ସେମାନଙ୍କଠାରୁ ମୋତେ ରକ୍ଷା କର।
16 ଆପଣା ସେବକକୁ ଦୟାକର
ଓ ଆପଣା ସ୍ନେହପୂର୍ଣ୍ଣ କରୁଣା ପ୍ରଦର୍ଶନ କରି ମୋର ଜୀବନ ରକ୍ଷା କର।
ଯୀଶୁ ଖ୍ରୀଷ୍ଟଙ୍କଠାରୁ ନିସ୍ୱାର୍ଥପର ହେବା ଶିଖ
5 ନିଜ ଜୀବନରେ ଖ୍ରୀଷ୍ଟ ଯୀଶୁଙ୍କ ଭଳି ଚିନ୍ତା ଓ ଆଚରଣ କର।
6 ଖ୍ରୀଷ୍ଟ ନିଜେ ସର୍ବୋତଭାବରେ ପରମେଶ୍ୱରଙ୍କ ସାଦୃଶ୍ୟ ଥିଲେ।
ପରମେଶ୍ୱରଙ୍କ ସହିତ ସମାନ ହୋଇ ରହିବା ବିଷୟକୁ ସମ୍ପତ୍ତି ଭାବରେ ଜାବୁଡ଼ି ଧରିବା ପାଇଁ ଖ୍ରୀଷ୍ଟ ଇଚ୍ଛା କଲେ ନାହିଁ।
7 ସେ ପରମେଶ୍ୱରଙ୍କ ସହିତ ଥିବା ନିଜ ସ୍ଥାନକୁ ଛାଡ଼ି ଦାସ ରୂପ ଗ୍ରହଣ କରିଥିଲେ।
ସେ ମାନବ ରୂପରେ ଜନ୍ମ ଗ୍ରହଣ କରି ଦାସ ଭଳି ହେଲେ।
ମନୁଷ୍ୟ ଭାବରେ ଜୀବନଯାପନ କଲାବେଳେ,
8 ସେ ପୂର୍ଣ୍ଣ ଭାବରେ ପରମେଶ୍ୱରଙ୍କ ଆଜ୍ଞକାରୀ ହୋଇ ନିଜକୁ ନମ୍ର କଲେ।
ଏପରିକି କ୍ରୁଶରେ ମୃତ୍ୟୁ ପର୍ଯ୍ୟନ୍ତ ନିଜକୁ ବାଧ୍ୟ ଓ ନମ୍ର କଲେ।
9 ଖ୍ରୀଷ୍ଟ ପରମେଶ୍ୱରଙ୍କ ବାଧ୍ୟ ହେଲେ, ତେଣୁ ପରମେଶ୍ୱର ଖ୍ରୀଷ୍ଟଙ୍କୁ ଅତି ଉନ୍ନତ କଲେ।
ପରମେଶ୍ୱର ଖ୍ରୀଷ୍ଟଙ୍କ ନାମକୁ ଅନ୍ୟ ସମସ୍ତଙ୍କ ନାମ ଅପେକ୍ଷା ମହାନ କଲେ।
10 ଏପରି କରିବାର ଉଦ୍ଦେଶ୍ୟ ଥିଲା ଯେ ସ୍ୱର୍ଗର, ପୃଥିବୀର ଓ ପାତାଳର ପ୍ରତ୍ୟେକ ଲୋକ
ଯେପରି ଯୀଶୁଙ୍କ ନାମ ଆଗରେ ମୁଣ୍ଡ ନୁଆଇଁବେ।
11 ଅତଏବ ପ୍ରତ୍ୟେକ ଲୋକ, “ଯୀଶୁ ଖ୍ରୀଷ୍ଟ ଯେ ପ୍ରଭୁ” ଏହା ସ୍ୱୀକାର କରିବେ।
ଏହା ସେମାନେ କହିବା ଦ୍ୱାରା ପିତା ପରମେଶ୍ୱରଙ୍କର ଗୌରବ ହେବ।
ଯିହୂଦା ଯୀଶୁଙ୍କ ଶତ୍ରୁ ପାଲଟିଗଲେ
(ମାର୍କ 14:10-11; ଲୂକ 22:3-6)
14 ତା'ପରେ ଯୀଶୁଙ୍କର ବାରଜଣ ଶିଷ୍ୟଙ୍କ ମଧ୍ୟରୁ ଜଣେ ଯାଇ ପ୍ରଧାନଯାଜକମାନଙ୍କ ସହିତ କଥାବାର୍ତ୍ତା କଲା। ସେହି ଶିଷ୍ୟର ନାମ ଇଷ୍କାରିୟୋତ ଯିହୂଦା ଥିଲା। 15 ସେ କହିଲା, “ମୁଁ ତୁମ୍ଭମାନଙ୍କ ହାତରେ ଯୀଶୁଙ୍କୁ ଧରେଇ ଦେବି। ଏହା କରିବା ପାଇଁ ତୁମ୍ଭେମାନେ ମୋତେ କ’ଣ ଦେବ?’’ ଯାଜକମାନେ ଯିହୂଦାଙ୍କୁ ତିରିଶ୍ଟି ରୂପାଟଙ୍କା ଦେଲେ। 16 ସେହି ସମୟରୁ ଯିହୂଦା ଯାଜକମାନଙ୍କ ହାତରେ ଯୀଶୁଙ୍କୁ ଧରାଇ ଦେବା ପାଇଁ ସୁଯୋଗର ଅପେକ୍ଷାରେ ରହିଲା।
ଶିଷ୍ୟମାନଙ୍କ ସହିତ ଯୀଶୁଙ୍କ ନିସ୍ତାରପର୍ବର ଭୋଜି
(ମାର୍କ 14:12-21; ଲୂକ 22:7-14,21-23; ଯୋହନ 13:21-30)
17 ଖମୀରଶୂନ୍ୟ ରୋଟୀ ପର୍ବର ପ୍ରଥମ ଦିନ ଶିଷ୍ୟମାନେ ଯୀଶୁଙ୍କ ନିକଟକୁ ଆସିଲେ। ସେମାନେ କହିଲେ, “ନିସ୍ତାରଭୋଜି ଖାଇବାକୁ ଆପଣଙ୍କ ପାଇଁ ଆମ୍ଭେ ସବୁକିଛି ପ୍ରସ୍ତୁତ କରିବୁ। ଆପଣ କେଉଁଠାରେ ଭୋଜି ଖାଇବା ପାଇଁ ଗ୍ଭହାନ୍ତି?”
18 ଯୀଶୁ କହିଲେ, “ନଗରରେ ଥିବା ମୋର ଜଣେ ଚିହ୍ନା ଲୋକ ପାଖକୁ ଯାଅ। ତାକୁ କୁହ ‘ଗୁରୁ କହିଛନ୍ତି ‘ମନୋନୀତ ସମୟ ଆସି ପାଖେଇ ଗଲାଣି ଓ ମୁଁ ତୁମ୍ଭ ଘରେ ମୋ’ ଶିଷ୍ୟମାନଙ୍କ ସହିତ ନିସ୍ତାରପର୍ବ ଭୋଜି ଉତ୍ସବ ପାଳନ କରିବି।’” 19 ଯୀଶୁଙ୍କ କହିବା ଅନୁସାରେ ଶିଷ୍ୟମାନେ କଲେ। ସେମାନେ ନିସ୍ତାରପର୍ବର ଭୋଜି ପ୍ରସ୍ତୁତ କଲେ।
20 ସନ୍ଧ୍ୟାବେଳେ ଯୀଶୁ ନିଜର ବାରଜଣଯାକ ଶିଷ୍ୟଙ୍କ ସହିତ ଖାଇବାକୁ ବସିଲେ। 21 ସେମାନେ ଖାଉଥିବା ସମୟରେ ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି। ତୁମ୍ଭମାନଙ୍କ ମଧ୍ୟରେ ଥିବା ବାରଜଣଙ୍କ ଭିତରୁ ଜଣେ ମୋ’ ପ୍ରତି ବିଶ୍ୱାସଘାତକତା କରିବ।”
22 ଏହା ଶୁଣି ସେମାନେ ବହୁତ ଦୁଃଖିତ ହେଲେ। ପ୍ରତ୍ୟେକ ଶିଷ୍ୟ ଯୀଶୁଙ୍କୁ ପଗ୍ଭରିଲେ, “ପ୍ରଭୁ, ନିଶ୍ଚିତଭାବରେ ସେ ଜଣକ ମୁଁ ନୁହେଁ! କୁହନ୍ତୁ ମୁଁ କି?”
23 ଯୀଶୁ ଉତ୍ତର ଦେଲେ, “ଯେଉଁ ଲୋକ ମୋ’ ସାଙ୍ଗରେ ଗିନାରେ ତା'ର ହାତ ବୁଡ଼ାଇଛି, ସେ ମୋ’ ସହିତ ବିଶ୍ୱାସଘାତକତା କରିବ। 24 ମନୁଷ୍ୟପୁତ୍ର ଯିବେ ଓ ମରିଯିବେ। ଏହା ହିଁ ହେବ ବୋଲି ଶାସ୍ତ୍ରରେ ଲେଖାଅଛି। କିନ୍ତୁ ଯେଉଁ ଲୋକ ମନୁଷ୍ୟପୁତ୍ରଙ୍କୁ ମାରିବା ପାଇଁ ଶତ୍ରୁ ହାତରେ ଦେଇଦେବ, ସେ ଲୋକ ଧିକ୍! ସେ ଲୋକ ଜନ୍ମ ନ ହୋଇଥିଲେ ବରଂ ଭଲ ହୋଇଥା’ନ୍ତା।”
25 ତା'ପରେ ଯିହୂଦା, “ଯିଏ ତାହାଙ୍କୁ ଶତ୍ରୁମାନଙ୍କୁ ଧରେଇ ଦେବାକୁ ଯାଉଥିଲା, କହିଲା ଗୁରୁ, ସେ କ’ଣ ମୁଁ?”
ଯୀଶୁ କହିଲେ, “ହଁ, ତୁମ୍ଭେ ସେହି।”
ପ୍ରଭୁଭୋଜ
(ମାର୍କ 14:22-26; ଲୂକ 22:15-20; 1 କରିନ୍ଥୀୟ 11:23-25)
26 ସେମାନେ ଖାଉଥିବା ବେଳେ, ଯୀଶୁ ରୋଟୀ ନେଲେ। ସେହି ରୋଟୀ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ତା'ପରେ ରୋଟୀ ଛିଣ୍ଡେଇଲେ, ତାହାକୁ ଶିଷ୍ୟମାନଙ୍କୁ ଦେଲେ। ଯୀଶୁ କହିଲେ, “ଏହି ରୋଟୀ ନିଅ ଓ ଖାଅ। ଏ ରୋଟୀ ମୋର ଶରୀର।”
27 ତା'ପରେ ସେ ଗୋଟିଏ ଗିନାରେ ଦ୍ରାକ୍ଷାରସ ନେଲେ, ଓ ଏଥିପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ଶିଷ୍ୟମାନଙ୍କୁ କହିଲେ, “ତୁମ୍ଭେ ସମସ୍ତେ ଏଥିରୁ ପିଅ। 28 ଏ ଦ୍ରାକ୍ଷାରସ ମୋର ରକ୍ତ। ମୋର ରକ୍ତରେ ପରମେଶ୍ୱରଙ୍କଠାରୁ ସେ ତାହାଙ୍କ ଲୋକମାନଙ୍କ ପାଇଁ କରିଥିବା ନୂଆ ଚୁକ୍ତି ଆରମ୍ଭ ହୁଏ। ଅନେକ ଲୋକଙ୍କର ପାପକୁ କ୍ଷମା କରିଦିଆଯିବା ପାଇଁ ଏ ରକ୍ତ ଦିଆ ଯାଉଛି। 29 ମୁଁ ତୁମ୍ଭମାନଙ୍କୁ ଏ କଥା କହି ରଖୁଛି: ମୋର ପରମପିତାଙ୍କ ରାଜ୍ୟରେ ଆମ୍ଭେ ସମସ୍ତେ ଏକାଠି ନ ହେବା ପର୍ଯ୍ୟନ୍ତ ଓ ନୂଆ ଦ୍ରାକ୍ଷାରସର ଅଂଶୀ ହେବା ପର୍ଯ୍ୟନ୍ତ ମୁଁ ଦ୍ରାକ୍ଷାରସ ପୁଣି ପାନ କରିବି ନାହିଁ। ତା'ପରେ ମୁଁ ତୁମ୍ଭମାନଙ୍କ ସହିତ ଏହାକୁ ପାନ କରିବି।”
30 ଏହା ପରେ ସେମାନେ ନିସ୍ତାରପର୍ବର ପ୍ରାର୍ଥନା ଗୀତ ବୋଲିଲେ ଓ ଜୀତପର୍ବତକୁ ଗ୍ଭଲିଗଲେ।
ଶିଷ୍ୟମାନେ ତାହାଙ୍କୁ ଛାଡ଼ି ଦେବେ ବୋଲି ଯୀଶୁ କହିଲେ
(ମାର୍କ 14:27-31; ଲୂକ 22:31-34; ଯୋହନ 13:36-38)
31 ଯୀଶୁ ସେମାନଙ୍କୁ କହିଲେ, “ଆଜି ରାତିରେ ତୁମ୍ଭେମାନେ ମୋ’ ଉପରୁ ବିଶ୍ୱାସ ହରେଇ ବସିବ। ଶାସ୍ତ୍ରମାନଙ୍କରେ ଏ କଥା ଲେଖାଅଛି:
‘ମୁଁ ମେଷପାଳକଙ୍କୁ ମାରି ଦେବି
ଏବଂ ମେଣ୍ଢାମାନେ ଏଣେତେଣେ ପଳେଇବେ।’(A)
32 କିନ୍ତୁ ମୁଁ ପୁଣି ଥରେ ମୃତ୍ୟୁରୁ ପୁନରୁତ୍ଥିତ ହେବି। ତା'ପରେ ମୁଁ ଗାଲିଲୀକୁ ଗ୍ଭଲିଯିବି। ତୁମ୍ଭେମାନେ ସେଠାକୁ ଯିବା ପୂର୍ବରୁ ମୁଁ ସେଠାକୁ ଯାଇଥିବି।”
33 ପିତର କହିଲେ, “ଅନ୍ୟ ସମସ୍ତ ଶିଷ୍ୟ ଆପଣଙ୍କ ଉପରୁ ବିଶ୍ୱାସ ହରେଇ ପାରନ୍ତି, କିନ୍ତୁ ମୁଁ କେବେ ହେଲେ ମୋର ବିଶ୍ୱାସ ହରାଇବି ନାହିଁ।”
34 ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି। ଆଜି ରାତିରେ ତୁମ୍ଭେ କହିବ ଯେ ମୋତେ ଚିହ୍ନି ନାହଁ। କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ତିନିଥର ଏହିକଥା କହିବ।”
35 ପିତର ଏ କଥା ଶୁଣି କହିଲେ, “ମୁଁ ବରଂ ଆପଣଙ୍କ ସହିତ ମୃତ୍ୟୁ ବରଣ କରିବି, କିନ୍ତୁ କେବେ ହେଲେ ଆପଣଙ୍କୁ ଚିହ୍ନି ନାହିଁ ବୋଲି କହିବି ନାହିଁ।” ପୁଣି ଅନ୍ୟ ସମସ୍ତ ଶିଷ୍ୟମାନେ ସେହି ଏକା କଥା କହିଲେ।
ଯୀଶୁଙ୍କ ଏକାନ୍ତ ପ୍ରାର୍ଥନା
(ମାର୍କ 14:32-42; ଲୂକ 22:39-46)
36 ତା'ପରେ ଯୀଶୁ ଶିଷ୍ୟମାନଙ୍କ ସହିତ ଗେଥ୍ଶିମାନୀ ନାମକ ସ୍ଥାନକୁ ଗଲେ। ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ସେଠାରେ ଯାଇ ମୁଁ ପ୍ରାର୍ଥନା କରୁଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଏହିଠାରେ ବସ।” 37 ଯୀଶୁ ପିତର ଓ ଜେବଦୀଙ୍କ ଦୁଇ ପୁଅଙ୍କୁ ସାଙ୍ଗରେ ନେଲେ। ତା'ପରେ ଯୀଶୁ ଦୁଃଖ ଓ ବ୍ୟାକୁଳତା ଅନୁଭବ କଲେ। 38 ଯୀଶୁ ସେମାନଙ୍କୁ କହିଲେ, “ମୋର ହୃଦୟ ଏତେ ଦୁଃଖରେ ଭରି ଯାଇଛି ଯେ, ସତେ ଯେପରି ପ୍ରାଣ ବାହାରି ଯିବା ଉପରେ। ତୁମ୍ଭେମାନେ ମୋ’ ସହିତ ଏଠାରେ ଚେଇଁ କରି ରୁହ ଓ ଅପେକ୍ଷା କର।”
39 ସେମାନଙ୍କ ପାଖରୁ କିଛି ଦୂରକୁ ଗ୍ଭଲିକରି ଯିବାପରେ ଯୀଶୁ ତଳେ ଉବୁଡ଼ ହୋଇ ପଡ଼ିଲେ ଓ ପ୍ରାର୍ଥନା କଲେ, “ହେ ପରମପିତା! ଯଦି ସମ୍ଭବ ହୁଏ, ତେବେ ଯନ୍ତ୍ରଣାର ଏହି ପାତ୍ରଟି ମୋ'ଠାରୁ ଦୂର ହୋଇଯାଉ। କିନ୍ତୁ ମୋ’ ଇଚ୍ଛା ଅନୁସାରେ ନ ହୋଇ ଆପଣଙ୍କ ଇଚ୍ଛା ଅନୁସାରେ କରନ୍ତୁ।” 40 ତା'ପରେ ସେ ଶିଷ୍ୟମାନଙ୍କ ପାଖକୁ ଫେରିଗଲେ। ସେ ଶିଷ୍ୟମାନଙ୍କୁ ଶୋଇଥିବାର ଦେଖିଲେ। ଯୀଶୁ ପିତରଙ୍କୁ କହିଲେ, “ତୁମ୍ଭେମାନେ ମୋ’ ସହିତ ଘଣ୍ଟାଏ ପାଇଁ ମଧ୍ୟ ଜାଗି ରହି ପାରିଲ ନାହିଁ? 41 ତୁମ୍ଭେମାନେ ଜାଗି ରହି ପ୍ରାର୍ଥନା କର ଯେପରି ତୁମ୍ଭେମାନେ ପରୀକ୍ଷାରେ ନ ପଡ଼, ଯାହା ଠିକ୍ ତାହା କରିବାକୁ ତୁମ୍ଭମାନଙ୍କର ଆତ୍ମା ଗ୍ଭହୁଁଛି। କିନ୍ତୁ ତୁମ୍ଭମାନଙ୍କର ଦେହ ଦୁର୍ବଳ।”
42 ପୁଣି ଥରେ ସେ ଗଲେ ଓ ପ୍ରାର୍ଥନା କଲେ, “ହେ ପରମପିତା, ଯଦି ଯନ୍ତ୍ରଣାର ଏ ପାତ୍ର ମୋ'ଠାରୁ ଦୂର ହୋଇ ପାରିବ ନାହିଁ ଏବଂ ଏହାକୁ ମୁଁ ପାନ କରେ, ତେବେ ମୁଁ ପ୍ରାର୍ଥନା କରୁଛି ଯେ, ଆପଣ ଯାହା ଇଚ୍ଛା କରିଛନ୍ତି, ତାହା ହିଁ ହେଉ।”
43 ତା'ପରେ ସେ ଫେରି ଆସି ପୁଣି ଶିଷ୍ୟମାନଙ୍କୁ ଶୋଇଥିବାର ଦେଖିଲେ। ସେମାନଙ୍କ ଆଖି ବହୁତ ଭାରି ହୋଇଯାଇଥିଲା। ସେମାନେ ସେମାନଙ୍କର ଆଖି ଖୋଲି ପାରୁ ନ ଥିଲେ। 44 ଯୀଶୁ ଶିଷ୍ୟମାନଙ୍କୁ ଛାଡ଼ି ପୁଣି ଫେରି ଯାଇ ତୃତୀୟ ଥର ପ୍ରାର୍ଥନା କଲେ। ଏଥର ମଧ୍ୟ ସେ ପୂର୍ବଭଳି ସେହି ଏକା କଥା କହିଲେ।
45 ତା'ପରେ ସେ ଶିଷ୍ୟମାନଙ୍କ ପାଖକୁ ଫେରିଗଲେ ଓ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଏବେ ସୁଦ୍ଧା ଶୋଇଛ ଓ ବିଶ୍ରାମ ନେଉଛ? ଶୁଣ, ସମୟ ଆସି ଗଲାଣି, ଏବେ ପାପୀମାନଙ୍କ ହାତରେ ମନୁଷ୍ୟପୁତ୍ରଙ୍କୁ ସମର୍ପି ଦିଆଯିବ। 46 ଉଠ, ଆମ୍ଭେ ଯିବା। ଦେଖ, ମୋତେ ଶତ୍ରୁମାନଙ୍କ ହାତରେ ଯେଉଁ ଲୋକଟି ଦେଇଦେବ, ସେ ଏଠାକୁ ଆସୁଛି।”
ଯୀଶୁ ବନ୍ଦୀ ହେଲେ
(ମାର୍କ 14:43-50; ଲୂକ 22:47-53; ଯୋହନ 18:3-12)
47 ଯୀଶୁ ଏହି କଥା କହୁଥିବା ସମୟରେ ଯିହୂଦା ସେଠାକୁ ଆସିଲା। ସେ ଯୀଶୁଙ୍କର ବାରଜଣ ଶିଷ୍ୟଙ୍କ ମଧ୍ୟରୁ ଜଣେ ଥିଲା। ଯିହୂଦାଙ୍କ ସହିତ ମଧ୍ୟ ଅନେକ ଲୋକ ଥିଲେ। ଯିହୂଦା ଓ ସେହି ଲୋକମାନେ ଖଣ୍ଡା ଓ ଠେଙ୍ଗା ଧରିଥିଲେ। ସେମାନଙ୍କୁ ପ୍ରଧାନଯାଜକ ଓ ପ୍ରାଚୀନମାନେ ପଠାଇଥିଲେ। 48 ଯିହୂଦା ଲୋକମାନଙ୍କୁ ଯୀଶୁ କିଏ ବୋଲି ଚିହ୍ନେଇ ଦେବା ପାଇଁ ଗୋଟିଏ ସଙ୍କେତ ବତେଇ ଦେଲେ। ସେ କହିଲେ, “ମୁଁ ଯାହାକୁ ଚୁମ୍ବନ କରିବି, ସେ ସେହି ଲୋକ। ତାକୁ ବନ୍ଦୀ କରିବ।” 49 ତା'ପରେ ଯିହୂଦା ଯୀଶୁଙ୍କ ପାଖରେ ପହଞ୍ଚି ତାହାଙ୍କୁ କହିଲେ, “ହେ ଗୁରୁ, ନମସ୍କାର” ତା'ପରେ ସେ ଯୀଶୁଙ୍କୁ ଚୁମ୍ବନ ଦେଲେ।
50 ଯୀଶୁ କହିଲେ, “ବନ୍ଧୁ ତୁମ୍ଭେ ଯେଉଁ କାମରେ ଆସିଛ, ତାହା କର!”
ତା'ପରେ ଯିହୂଦାଙ୍କ ସହିତ ଆସିଥିବା ଲୋକମାନେ ସେଠାରେ ପହଞ୍ଚି ଯାଇ ଯୀଶୁଙ୍କୁ ବନ୍ଦୀ କରି ନେଲେ। 51 ଯେଉଁ ଲୋକମାନେ ଯୀଶୁଙ୍କ ସହିତ ଥିଲେ, ସେମାନଙ୍କ ଭିତରୁ ଜଣେ ଶିଷ୍ୟ ତା'ର ଖଣ୍ଡା ବାହାର କରି ମହାଯାଜକଙ୍କ ଗ୍ଭକରକୁ ସେଥିରେ ଆଘାତ କଲା, ଫଳରେ ଗ୍ଭକରର କାନ କଟିଗଲା।
52 ଯୀଶୁ ସେହି ଲୋକକୁ କହିଲେ, “ତୁମ୍ଭ ଖଣ୍ଡାକୁ ଖୋଳ ଭିତରେ ରଖ। ଯେଉଁ ଲୋକମାନେ ଖଣ୍ଡା ବ୍ୟବହାର କରନ୍ତି। ସେମାନଙ୍କୁ ଖଣ୍ଡା ଦ୍ୱାରା ହତ୍ୟା କରା ଯାଇଥାଏ। 53 ତୁମ୍ଭେ କ’ଣ ଜାଣି ନାହଁ ଯେ ମୁଁ ମୋର ପରମପିତାଙ୍କୁ ମାଗିଲେ ସେ ସଙ୍ଗେ ସଙ୍ଗେ ମୋତେ ବାରଟି ସେନାବାହିନୀରୁ ଅଧିକ ଯୋଗେଇବେ। 54 କିନ୍ତୁ ମୁଁ ତା’ କଲେ ଧର୍ମଶାସ୍ତ୍ର କିପରି ସମ୍ପୂର୍ଣ୍ଣ ହେବ? ସବୁକଥା ଏହିଭଳି ଭାବରେ ଘଟିବ ବୋଲି ଶାସ୍ତ୍ରରେ ଲେଖା ଅଛି।”
55 ତା'ପରେ ଯୀଶୁ ଲୋକମାନଙ୍କୁ କହିଲେ, “ତୁମ୍ଭେସବୁ ଖଣ୍ଡା ଓ ଠେଙ୍ଗା ନେଇ ମୋତେ ବନ୍ଦୀ କରିବା ପାଇଁ ଏପରି ଭାବରେ ଆସିଛ, ସତେ ଯେପରି ମୁଁ ଗୋଟିଏ ଅପରାଧୀ। ମୁଁ ସବୁଦିନ ମନ୍ଦିର ପରିସରରେ ବସି ଲୋକମାନଙ୍କୁ ଉପଦେଶ ଦେଉଥିଲି। ସେତେବେଳେ ତୁମ୍ଭେ ମୋତେ ବନ୍ଦୀ କରିଲ ନାହିଁ। 56 କିନ୍ତୁ ଭବିଷ୍ୟଦ୍ବକ୍ତାମାନେ ଯେଉଁଭଳି ଲେଖିଥିଲେ, ସେହିଭଳି ହେବା ପାଇଁ ଏହିସବୁ କଥା ଘଟିଲା,” ତା'ପରେ ସମସ୍ତ ଶିଷ୍ୟମାନେ ଯୀଶୁଙ୍କୁ ଛାଡ଼ି ପଳାଇଗଲେ।
ଯିହୂଦୀନେତାମାନଙ୍କ ସମ୍ମୁଖରେ ଯୀଶୁଙ୍କୁ ହାଜର କରାଗଲା
(ମାର୍କ 14:53-65; ଲୂକ 22:54-55,63-71; ଯୋହନ 18:13-14,19-24)
57 ଯେଉଁ ଲୋକମାନେ ଯୀଶୁଙ୍କୁ ବନ୍ଦୀ କରି ନେଇଥିଲେ, ସେମାନେ ତାହାଙ୍କୁ ମହାଯାଜକ କୟାଫାଙ୍କ ଘରକୁ ନେଇଗଲେ। ସେଠାରେ ଧର୍ମଶାସ୍ତ୍ରୀ ଓ ପ୍ରାଚୀନ ନେତାମାନେ ଏକାଠି ଜମା ହୋଇଥିଲେ। 58 ପିତର ଅଳ୍ପ ଦୂରରେ ରହି ମହାଯାଜକଙ୍କ ଅଗଣା ପର୍ଯ୍ୟନ୍ତ ଯୀଶୁଙ୍କ ପଛେ ପଛେ ଗଲେ। ଯୀଶୁଙ୍କର ପରିଣାମ କ’ଣ ହେବ, ତାହା ଦେଖିବା ପାଇଁ ସେ ଭିତରକୁ ଯାଇ ପ୍ରହରୀମାନଙ୍କ ମଧ୍ୟରେ ବସିପଡ଼ିଲେ।
59 ଯୀଶୁଙ୍କୁ ଯେପରି ମୃତ୍ୟୁଦଣ୍ଡ ଦେଇ ପାରିବେ, ସେଥିପାଇଁ ପ୍ରଧାନଯାଜକ ଓ ସମ୍ପୂର୍ଣ୍ଣ ଯିହୂଦୀ ମହାସଭା ଯୀଶୁଙ୍କ ବିରୁଦ୍ଧରେ କିଛି ମିଛ ଅଭିଯୋଗ ଖୋଜି ବାହାର କରିବାକୁ ଚେଷ୍ଟା କଲେ। 60 କିନ୍ତୁ ଯଦିଓ ଅନେକ ମିଛ ସାକ୍ଷୀ ଆଗକୁ ଆସି ମିଛରେ ସାକ୍ଷ୍ୟ ଦେଲେ, ତଥାପି ମହାସଭା ଯୀଶୁଙ୍କୁ ମୃତ୍ୟୁଦଣ୍ଡ ଦେବା ପାଇଁ ପ୍ରକୃତ କାରଣ ପାଇ ପାରିଲା ନାହିଁ। ଶେଷରେ ଦୁଇଜଣ ଲୋକ ଆଗରୁ ବାହାରି ଆସି କହିଲେ, 61 “ଏହି ଲୋକ କହିଛନ୍ତି, ‘ମୁଁ ପରମେଶ୍ୱରଙ୍କ ମନ୍ଦିର ଧ୍ୱଂସ କରିପାରେ ଓ ପୁଣି ଏହାକୁ ତିନି ଦିନ ମଧ୍ୟରେ ତିଆରି କରି ଦେଇପାରେ।’”
62 ତା'ପରେ ମହାଯାଜକ ଠିଆ ହେଲେ ଓ ଯୀଶୁଙ୍କୁ ପଗ୍ଭରିଲେ, “ଏ ଲୋକମାନେ ତୁମ୍ଭ ବିରୁଦ୍ଧରେ ଯାହା ଅଭିଯୋଗ କଲେ ତା'ର ତୁମ୍ଭେ କିଛି ଉତ୍ତର ଦେବ କି? ଏ ଲୋକମାନେ କ’ଣ ସତ୍ୟ କହୁଛନ୍ତି?” 63 ଯୀଶୁ କିନ୍ତୁ ଚୁପ୍ ରହିଲେ।
ପୁଣି ଥରେ ମହାଯାଜକ ତାହାଙ୍କୁ ପଗ୍ଭରିଲେ, “ମୁଁ ତୁମ୍ଭକୁ ଜୀବିତ ପରମେଶ୍ୱରଙ୍କ ନାମରେ ଶପଥ କରାଉଛି, ତୁମ୍ଭେ ଆମ୍ଭକୁ କୁହ, ତୁମ୍ଭେ କ’ଣ ଖ୍ରୀଷ୍ଟ, ପରମେଶ୍ୱରଙ୍କ ପୁତ୍ର?”
64 ଯୀଶୁ କହିଲେ, “ହଁ, ମୁଁ ପରମେଶ୍ୱରଙ୍କ ପୁତ୍ର ଖ୍ରୀଷ୍ଟ। କିନ୍ତୁ ମୁଁ ତୁମ୍ଭକୁ କହି ରଖୁଛି ଯେ, ତୁମ୍ଭେ ଭବିଷ୍ୟତରେ ମନୁଷ୍ୟପୁତ୍ରଙ୍କୁ ସେହି ସର୍ବଶକ୍ତିମାନ ପରମେଶ୍ୱରଙ୍କ ଡାହାଣ ପଟେ ବସିଥିବାର ଓ ଆକାଶର ମେଘମାଳାରେ ଆସୁଥିବାର ଦେଖିବ।”
65 ମହାଯାଜକ ଏ କଥା ଶୁଣି ବହୁତ ରାଗିଗଲେ ଓ ସେ ତାହାଙ୍କ ନିଜ ପୋଷାକ ଚିରି ପକେଇଲେ ଓ ସେ କହିଲେ, “ଏ ଯେଉଁସବୁ କଥା କହିଲେ, ତା’ ଦ୍ୱାରା ପରମେଶ୍ୱରଙ୍କର ନିନ୍ଦା ହୋଇଛି। ଆମ୍ଭର ଆଉ କୌଣସି ସାକ୍ଷୀ ଦରକାର ନାହିଁ। ତୁମ୍ଭେମାନେ ପରମେଶ୍ୱରଙ୍କର ନିନ୍ଦା ଶୁଣିଛ। ତୁମ୍ଭେମାନେ ତେବେ କ’ଣ ଭାବୁଛ?” 66 ସେମାନେ କହିଲେ,
“ସେ ଅପରାଧୀ, ତାହାଙ୍କର ମୃତ୍ୟୁ ହେବା ଉଚିତ୍।”
67 ତା'ପରେ ସେଠାରେ ଥିବା ଲୋକମାନେ ଯୀଶୁଙ୍କ ମୁହଁ ଉପରେ ଛେପ ପକାଇଲେ, ବିଧା ମାରିଲେ। କେତେକ ଲୋକ ଗ୍ଭପୁଡ଼ା ମାରିଲେ। 68 ସେମାନେ କହିଲେ, “ହେ ଖ୍ରୀଷ୍ଟ! ତୁମ୍ଭେ ଯଦି ଜଣେ ଭବିଷ୍ୟଦ୍ବକ୍ତା ତେବେ କୁହ, ତୁମ୍ଭକୁ କିଏ ମାରିଲା?”
ଯୀଶୁଙ୍କୁ ଜାଣନ୍ତି ବୋଲି ସ୍ୱୀକାର କରିବାକୁ ପିତର ଭୟ କଲେ
(ମାର୍କ 14:66-72; ଲୂକ 22:56-62; ଯୋହନ 18:15-18,25-27)
69 ସେହି ସମୟରେ ପିତର ପ୍ରାଙ୍ଗଣ ମଧ୍ୟରେ ବସିଥିଲେ, ଜଣେ ଦାସୀ ପିତରଙ୍କ ପାଖକୁ ଆସିଲା। ସେ କହିଲା, “ତୁମ୍ଭେ ମଧ୍ୟ ଗାଲିଲୀର ଯୀଶୁଙ୍କ ସହିତ ଥିଲ।”
70 କିନ୍ତୁ ପିତର ଏ କଥା ସମସ୍ତଙ୍କ ଆଗରେ ଅସ୍ୱୀକାର କଲେ। ସେ କହିଲେ, “ତୁମ୍ଭେ କେଉଁ ବିଷୟରେ କହୁଛ ତାହା ମୁଁ ଜାଣେ ନାହିଁ।”
71 ତା'ପରେ ସେ ଅଗଣାରୁ ବାହାରି ଆସିଲେ। ଫାଟକ ପାଖରେ ଆଉଜଣେ ଦାସୀ ତାହାଙ୍କୁ ଦେଖି ପକାଇ ସେଠାରେ ଥିବା ସମସ୍ତ ଲୋକଙ୍କୁ କହିଲା, “ଏ ଲୋକ ନାଜରିତୀୟ ଯୀଶୁଙ୍କ ସହିତ ଥିଲା।”
72 ପୁଣି ଥରେ ପିତର ଅସ୍ୱୀକାର କରିଦେଲେ। ସେ କହିଲେ, “ମୁଁ ପରମେଶ୍ୱରଙ୍କ ନାମରେ ପ୍ରତିଜ୍ଞା କରି କହୁଛି ଯେ ମୁଁ ସେ ଲୋକକୁ ଜାଣେ ନାହିଁ।”
73 କିଛି ସମୟ ପରେ ସେଠାରେ ଠିଆ ହୋଇଥିବା ଲୋକମାନେ ପିତରଙ୍କ ପାଖକୁ ଆସି ତାହାଙ୍କୁ କହିଲେ, “ଆମ୍ଭେ ଜାଣୁ ତୁମ୍ଭେ ନିଶ୍ଚୟ ତାହାଙ୍କର ଶିଷ୍ୟମାନଙ୍କ ମଧ୍ୟରୁ ଜଣେ। ଏ କଥା ତୁମ୍ଭ କହିବା ଢଙ୍ଗରୁ ଜଣା ପଡ଼ୁଛି।”
74 ପିତର ନିଜକୁ ଧିକ୍କାର କରି ରାଣ ପକାଇ କହିଲେ, “ମୁଁ ସେ ଲୋକଙ୍କୁ ଜାଣେ ନାହିଁ।” ସେତିକିବେଳେ କୁକୁଡ଼ା ଡାକିଲା। 75 ଏବେ ପିତରଙ୍କର, ଯୀଶୁ କହିଥିବା କଥା ମନେ ପଡ଼ିଲା। ଯୀଶୁ କହିଥିଲେ, “କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ଜାଣି ନାହଁ ବୋଲି ତିନିଥର ଅସ୍ୱୀକାର କରିବ।” ପିତର ବାହାରକୁ ବାହାରିଯାଇ ବ୍ୟାକୁଳ ହୋଇ କାନ୍ଦିବାକୁ ଲାଗିଲେ।
ରାଜ୍ୟପାଳ ପୀଲାତଙ୍କ ଆଗରେ ଯୀଶୁଙ୍କୁ ହାଜର କରାଗଲା
(ମାର୍କ 15:1; ଲୂକ 23:1-2; ଯୋହନ 18:28-32)
27 ତା’ ପରଦିନ ଅତି ସକାଳୁ ସମସ୍ତ ପ୍ରଧାନଯାଜକ ଓ ପ୍ରାଚୀନ ନେତାମାନେ ଏକାଠି ହେଲେ, ଓ ଯୀଶୁଙ୍କୁ ବଧ କରିବା ପାଇଁ ଯୋଜନା କଲେ। 2 ସେମାନେ ଯୀଶୁଙ୍କୁ ବାନ୍ଧି ପକାଇଲେ। ତା'ପରେ ତାହାଙ୍କୁ ରାଜ୍ୟପାଳ ପୀଲାତଙ୍କ ପାଖକୁ ନେଇଗଲେ, ଓ ତାହାଙ୍କ ହାତରେ ଯୀଶୁଙ୍କୁ ଦେଇଦେଲେ।
ଯିହୂଦାଙ୍କ ଆତ୍ମହତ୍ୟା
(ପ୍ରେରିତ 1:18-19)
3 ଯିହୂଦା ଦେଖିଲା ଯେ, ସେମାନେ ଯୀଶୁଙ୍କୁ ବଧ କରିବା ପାଇଁ ସ୍ଥିର କରିଛନ୍ତି। ଯିହୂଦାହିଁ ଯୀଶୁଙ୍କୁ ତାହାଙ୍କର ଶତ୍ରୁମାନଙ୍କ ହାତରେ ଦେଇ ଦେଇଥିଲା। ତେଣୁ ସେ ଏସବୁ ଘଟଣା ଦେଖି ନିଜର କର୍ମ ପାଇଁ ବହୁତ ଦୁଃଖ କଲା। ସେ ପ୍ରଧାନଯାଜକ ଓ ପ୍ରାଚୀନ ନେତାମାନଙ୍କୁ ସେହି ତିରିଶ୍ଟି ରୌପ୍ୟମୁଦ୍ରା ଫେରାଇଦେଲୋ। 4 ସେ କହିଲା, “ମୁଁ ପାପ କରିଛି। ମୁଁ ଜଣେ ନିରପରାଧ ଲୋକକୁ ମାରି ଦେବା ପାଇଁ ତୁମ୍ଭ ହାତରେ ଧରେଇ ଦେଇଛି।”
ଯିହୂଦୀ ନେତାମାନେ କହିଲେ, “ଏଥିରେ ଆମ୍ଭର କିଛି ଯାଏ ଆସେ ନାହିଁ। ତୁମ୍ଭ କଥା ତୁମ୍ଭେ ବୁଝ।”
5 “ଯିହୂଦା ମନ୍ଦିର ଭିତରେ ସେହି ରୂପାଟଙ୍କାତକ ଫିଙ୍ଗିଦେଲା। ତା'ପରେ ସେହି ଜାଗା ଛାଡ଼ି ଯିହୂଦା ଗ୍ଭଲିଗଲା ଓ ନିଜକୁ ଫାଶି ଦେଲା।
6 ପ୍ରଧାନଯାଜକମାନେ ମନ୍ଦିର ଭିତରେ ସେହି ରୂପାଟଙ୍କାତକ ଗୋଟାଇ ନେଲେ। ସେମାନେ କହିଲେ, “ମନ୍ଦିର ଟଙ୍କା ସହିତ ଏ ଟଙ୍କାତକ ରଖିବା ନିୟମ ବିରୁଦ୍ଧ ହେବ। କାରଣ ଏ ଟଙ୍କା ଜଣକର ମୃତ୍ୟୁ ପାଇଁ ଦିଆଯାଇଛି।” 7 ବାହାରୁ ଯିରୁଶାଲମକୁ ଭ୍ରମଣରେ ଆସୁଥିବା ଲୋକମାନଙ୍କ ମୃତ୍ୟୁ ହେଲେ ସେମାନଙ୍କୁ ସମାଧି ଦେବା ନିମନ୍ତେ ସେମାନେ ଏ ଟଙ୍କାରେ ‘କୁମ୍ଭାର ଜମି’ ନାମରେ ନାମିତ ଜମି ଖଣ୍ଡିଏ କିଣିବାକୁ ସ୍ଥିର କଲେ। 8 ତେଣୁ ଏବେ ସୁଦ୍ଧା ଏହି ଜମିଟିକୁ ରକ୍ତକ୍ଷେତ୍ର ବୋଲି କୁହାଯାଉଛି। 9 ଏଭଳି ଭାବରେ ଭବିଷ୍ୟଦ୍ବକ୍ତା ଯିରିମିୟଙ୍କ ମାଧ୍ୟମରେ କୁହାଯାଇଥିବା ବାଣୀ ସଫଳ ହେଲା। ଯିରିମିୟ କହିଥିଲେ,
“ସେମାନେ ତିରିଶ୍ଟି ରୂପାଟଙ୍କା ନେଲେ। ସେତିକି ଟଙ୍କା ଇସ୍ରାଏଲର ଲୋକେ ତାହାଙ୍କର ଜୀବନର ମୂଲ୍ୟସ୍ୱରୂପ ଦେବାକୁ ସ୍ଥିର କରିଥିଲେ। 10 ପ୍ରଭୁ ମୋତେ ଦେଇଥିବା ଆଦେଶ ଅନୁସାରେ ସେମାନେ ସେହି ଟଙ୍କାରେ କୁମ୍ଭାର ଜମି ଖଣ୍ଡିକ କିଣିଲେ।”[a]
ଯୀଶୁଙ୍କୁ ପୀଲାତଙ୍କର ପ୍ରଶ୍ନ
(ମାର୍କ 15:2-5; ଲୂକ 23:3-5; ଯୋହନ 18:33-38)
11 ଏହି ସମୟରେ ଯୀଶୁ ରାଜ୍ୟପାଳ ପୀଲାତ ଆଗରେ ଠିଆ ହେଲେ। ରାଜ୍ୟପାଳ ତାହାଙ୍କୁ ପଗ୍ଭରିଲେ, “ତୁମ୍ଭେ କ’ଣ ଯିହୂଦୀମାନଙ୍କର ରାଜା?”
ଯୀଶୁ ଉତ୍ତର ଦେଲେ, “ହଁ।”
12 କିନ୍ତୁ ଯେତେବେଳେ ପ୍ରଧାନଯାଜକ ଓ ପ୍ରାଚୀନ ନେତାମାନେ ତାହାଙ୍କୁ ଅଭିଯୁକ୍ତ କଲେ ସେ କିଛି ଉତ୍ତର ଦେଲେ ନାହିଁ।
13 ତେଣୁ ପୀଲାତ ଯୀଶୁଙ୍କୁ ପଗ୍ଭରିଲେ, “ସେମାନେ ତୁମ୍ଭ ବିରୁଦ୍ଧରେ ଯେଉଁସବୁ ଅଭିଯୋଗ କରୁଛନ୍ତି ତାହା ତୁମ୍ଭେ ଶୁଣିଛ। କାହିଁକି ଉତ୍ତର ଦେଉ ନାହଁ?”
14 କିନ୍ତୁ ଯୀଶୁ ଗୋଟିଏ ହେଲେ ଉତ୍ତର ତାହାଙ୍କୁ ଦେବାକୁ ମନାକଲେ। ଏଥିରେ ପୀଲାତ ବଡ଼ ଆଶ୍ଚର୍ଯ୍ୟ ହୋଇଗଲେ।
ପୀଲାତ ଚେଷ୍ଟା କରିବା ସତ୍ତ୍ୱେ ଯୀଶୁଙ୍କୁ ମୁକ୍ତ କରିବାରେ ଅସଫଳ ହେଲେ
(ମାର୍କ 15:6-15; ଲୂକ 23:13-25; ଯୋହନ 18:39–19:16)
15 ପ୍ରତ୍ୟେକ ବର୍ଷ ନିସ୍ତାରପର୍ବ ଅବସରରେ ରାଜ୍ୟପାଳ କାରାଗାରରୁ ଜଣେ ବନ୍ଦୀକୁ ମୁକ୍ତ କରିବାର ରୀତି ଥିଲା। ଲୋକମାନେ ଯେଉଁ ଲୋକକୁ ମୁକ୍ତ କରିବାକୁ ଗ୍ଭହୁଁଥିଲେ, କେବଳ ସେହି ଲୋକକୁ ମୁକ୍ତ କରାଯାଉଥିଲା। 16 ସେହି ସମୟରେ ବାରବ୍ବା[b] ନାମରେ ଜଣେ କୁଖ୍ୟାତ ବନ୍ଦୀ ଥିଲା।
17 ତେଣୁ ଯେତେବେଳେ ସବୁଲୋକେ ଏକାଠି ଜମା ହେଲେ, ସେତେବେଳେ ପୀଲାତ ସେମାନଙ୍କୁ ପଗ୍ଭରିଲେ, “ମୁଁ ତୁମ୍ଭମାନଙ୍କ ପାଇଁ ଜଣେ ଲୋକକୁ ମୁକ୍ତ କରିବି। ବାରବ୍ବା ଓ ଯୀଶୁଙ୍କ ମଧ୍ୟରୁ କାହାକୁ ମୁକ୍ତ କରିବାକୁ ଗ୍ଭହୁଁଛ?” 18 ପୀଲାତ ଜାଣିଥିଲେ ଯେ ଲୋକମାନେ ଯୀଶୁଙ୍କ ପ୍ରତି ଈର୍ଷାପରାୟଣ ଥିଲେ। ସେଥିପାଇଁ ତାହାଙ୍କ ହାତରେ ଯୀଶୁଙ୍କୁ ସମର୍ପି ଦେଇଛନ୍ତି।
19 ପୀଲାତ ବିଗ୍ଭରମଞ୍ଚରେ ବସିଥିବା ସମୟରେ ତାହାଙ୍କ ସ୍ତ୍ରୀ ତାହାଙ୍କ ପାଖକୁ ଗୋଟିଏ ଖବର ପଠାଇଲେ। ଖବରଟି ଥିଲା: “ଏହି ଧାର୍ମିକ ଲୋକଟିର କିଛି ହେଲେ କ୍ଷତି କର ନାହିଁ। ମୁଁ ତାହାଙ୍କ ବିଷୟରେ କାଲି ରାତିରେ ଗୋଟିଏ ସ୍ୱପ୍ନ ଦେଖିଛି, ସେଥି ଯୋଗୁଁ ମୁଁ ଅଧିକ ଚିନ୍ତାଗ୍ରସ୍ତ ହୋଇପଡ଼ିଛି।”
20 କିନ୍ତୁ ପ୍ରଧାନଯାଜକ ଓ ପ୍ରାଚୀନ ନେତାମାନେ ଲୋକମାନଙ୍କୁ ପ୍ରବର୍ତ୍ତାଇଲେ ଯେ, ସେମାନେ ବାରବ୍ବାଙ୍କୁ ମୁକ୍ତ କରିବା ପାଇଁ ଓ ଯୀଶୁଙ୍କୁ ମାରିଦେବା ପାଇଁ ଅନୁରୋଧ କରନ୍ତୁ।
21 ରାଜ୍ୟପାଳ ପୀଲାତ ପଗ୍ଭରିଲେ, “ବାରବ୍ବା ଓ ଯୀଶୁ ଏହି ଦୁଇଜଣ ବନ୍ଦୀଙ୍କ ମଧ୍ୟରୁ ତୁମ୍ଭମାନଙ୍କ ପାଇଁ କାହାକୁ ମୁକ୍ତ କରିଦେବା ତୁମ୍ଭେମାନେ ଗ୍ଭହୁଁଛ?”
ସେମାନେ କହିଲେ, “ବାରବ୍ବା।”
22 ତା'ପରେ ପୀଲାତ ସେମାନଙ୍କୁ ପଗ୍ଭରିଲେ, “ତେବେ ଯେଉଁ ଯୀଶୁଙ୍କୁ ଖ୍ରୀଷ୍ଟ କୁହାଯାଏ ତାହାଙ୍କ ପ୍ରତି ମୁଁ କ’ଣ କରିବି?”
ସମସ୍ତେ କହିଲେ, “ତାହାଙ୍କୁ କ୍ରୁଶରେ ଚଢ଼ାଇ ଦିଆଯାଉ।”
23 ପୀଲାତ ପଗ୍ଭରିଲେ, “କାହିଁକି? ସେ କ’ଣ ଅପରାଧ କରିଛନ୍ତି?”
କିନ୍ତୁ ସମସ୍ତେ ଚିତ୍କାର କରି କହିଲେ, “ତାହାଙ୍କୁ କ୍ରୁଶରେ ଚଢ଼ାଇ ଦିଆଯାଉ।”
24 ପୀଲାତ ଦେଖିଲେ ଯେ, ସେ ଲୋକମାନଙ୍କ ମତ ବଦଳେଇବାକୁ କିଛି କରି ପାରିବେ ନାହିଁ ବରଂ ଲୋକେ ବେଳକୁ ବେଳ ଉତ୍ତେଜିତ ହୋଇ ଉଠୁଛନ୍ତି। ପୀଲାତ କିଛି ପାଣି ନେଲେ ଓ ସମସ୍ତେ ଦେଖି ପାରିବା ଭଳି ତାହାଙ୍କର ଦୁଇହାତ ଧୋଇଲେ। ସେ କହିଲେ, “ଏ ଲୋକର ମୃତ୍ୟୁ ପାଇଁ ମୁଁ ଦାୟୀ ନୁହେଁ। ତୁମ୍ଭେମାନେ କେବଳ ଏସବୁ କରୁଛ।”
25 ସବୁ ଲୋକ ଉତ୍ତର ଦେଲେ, “ଆମ୍ଭେ ତାହାଙ୍କ ମୃତ୍ୟୁ ପାଇଁ ଦାୟୀ ରହିବୁ। ତାହାଙ୍କ ମୃତ୍ୟୁ ପାଇଁ ଯେକୌଣସି ଦଣ୍ଡ ପାଇବାକୁ ଯୋଗ୍ୟ, ଆମ୍ଭ ନିଜ ପାଇଁ ଓ ଆମ୍ଭ ପିଲାମାନଙ୍କ ପାଇଁ ସେଥିରେ ରାଜି ଅଛୁ।”
26 ପୀଲାତ ବାରବ୍ବାଙ୍କୁ ମୁକ୍ତ କରିଦେଲେ ଓ ଯୀଶୁଙ୍କୁ ବେତରେ ମାରିବା ପାଇଁ ଆଦେଶ ଦେଲେ। ତା'ପରେ ସେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଇବା ପାଇଁ ସୈନ୍ୟମାନଙ୍କ ହାତରେ ଅର୍ପଣ କଲେ।
ପୀଲାତଙ୍କ ସୈନ୍ୟମାନେ ଯୀଶୁଙ୍କୁ ଥଟ୍ଟା କଲେ
(ମାର୍କ 15:16-20; ଯୋହନ 19:2-3)
27 ତା'ପରେ ପୀଲାତଙ୍କ ସୈନ୍ୟମାନେ ଯୀଶୁଙ୍କୁ ପୀଲାତଙ୍କ ରାଜପ୍ରାସାଦ ଭିତରକୁ ନେଇଗଲେ। ସବୁ ସୈନ୍ୟମାନେ ଯୀଶୁଙ୍କ ଗ୍ଭରିପଟେ ଜମା ହୋଇଗଲେ। 28 ସୈନ୍ୟମାନେ ଯୀଶୁଙ୍କ ପୋଷାକ କାଢ଼ି ପକାଇଲେ ଓ ତାହାଙ୍କୁ ବାଇଗଣୀ ପୋଷାକଟି ପିନ୍ଧାଇ ଦେଲେ। 29 ସେମାନେ କଣ୍ଟା ଡାଳରେ ଗୋଟିଏ ମୁକୁଟ ତିଆରି କଲେ ଓ ସେହି କଣ୍ଟା ମୁକୁଟ ଯୀଶୁଙ୍କ ମୁଣ୍ଡରେ ପିନ୍ଧାଇ ଦେଲେ। ତାହାଙ୍କର ଡାହାଣ ହାତରେ ବାଡ଼ିଟି ଧରେଇ ଦେଲେ। ତା'ପରେ ତାହାଙ୍କ ଆଗରେ ଆଣ୍ଠୁମାଡ଼ି ବସିପଡ଼ି ତାହାଙ୍କୁ ଥଟ୍ଟା କଲେ। ସେମାନେ କହିଲେ, “ହେ ଯିହୂଦୀମାନଙ୍କର ରାଜା! ତୁମ୍ଭେ ଦୀର୍ଘଜୀବୀ ହୁଅ।” 30 ତା'ପରେ ସେମାନେ ତାହାଙ୍କ ମୁହଁ ଉପରକୁ ଛେପ ପକାଇଲେ ଓ ତାହାଙ୍କ ହାତରୁ ବାଡ଼ିଟି ନେଇ ସେଥିରେ ତାହାଙ୍କର ମୁଣ୍ଡକୁ ପିଟିବାକୁ ଲାଗିଲେ। 31 ତାହାଙ୍କୁ ଥଟ୍ଟା କରି ସାରିବା ପରେ ତାହାଙ୍କ ପୋଷାକ କାଢ଼ି ନେଲେ ଓ ପୁଣି ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇ କ୍ରୁଶରେ ଚଢ଼ାଇବା ପାଇଁ ନେଇଗଲେ।
ଯୀଶୁଙ୍କୁ କ୍ରୁଶରେ ହତ୍ୟା କରାଗଲା
(ମାର୍କ 15:21-32; ଲୂକ 23:26-39; ଯୋହନ 19:17-19)
32 ସୈନ୍ୟମାନେ ଯୀଶୁଙ୍କୁ ନେଇ ନଗର ବାହାରକୁ ଯାଉଥିବା ସମୟରେ କୂରୀଣୀୟ ଶିମୋନ ନାମରେ ଜଣେ ଲୋକକୁ ଦେଖିଲେ। ସେମାନେ ସେ ଲୋକଟିକୁ ଯୀଶୁଙ୍କ ପାଇଁ କ୍ରୁଶ ବୋହି ନେବା ପାଇଁ ବାଧ୍ୟ କଲେ। 33 ସେମାନେ ଗଲ୍ଗଥା ନାମକ ସ୍ଥାନରେ (‘‘ଯାହାର ଅର୍ଥ କପାଳସ୍ଥାନ’’) ପହଞ୍ଚିଲେ। 34 ସେମାନେ ଯୀଶୁଙ୍କୁ ପିତ୍ତ ମିଶା ଦ୍ରାକ୍ଷାରସ ପିଇବାକୁ ଦେଲେ, କିନ୍ତୁ ଯୀଶୁ ତାହାକୁ ଗ୍ଭଖିବା ପରେ ପିଇବା ପାଇଁ ମନାକଲେ।
35 ସେମାନେ ଯୀଶୁଙ୍କୁ କ୍ରୁଶରେ କଣ୍ଟା ମାରି ସାରି ତାହାଙ୍କର ପୋଷାକ ପତ୍ର ନିଜ ନିଜ ଭିତରେ ଗୁଲିବାଣ୍ଟ କରି ବାଣ୍ଟି ନେଲେ। 36 ତା'ପରେ ସୈନ୍ୟମାନେ ସେଠାରେ ଯୀଶୁଙ୍କୁ ଜଗିବା ପାଇଁ ବସିଲେ। 37 ସୈନ୍ୟମାନେ ଯୀଶୁଙ୍କ ବିରୁଦ୍ଧରେ ଅଭିଯୋଗପତ୍ର ତିଆରି କଲେ ଓ ତାହାକୁ ତାହାଙ୍କ ମୁଣ୍ଡ ଉପରେ ଝୁଲାଇ ଦେଲେ। ସେଥିରେ ଲେଖା ଥିଲା, “ଏ ଯିହୂଦୀମାନଙ୍କର ରାଜା ଯୀଶୁ।”
38 ସେହି ସମୟରେ ଦୁଇଜଣ ଡକାୟତଙ୍କୁ ମଧ୍ୟ ଯୀଶୁଙ୍କ ପାଖରେ କ୍ରୁଶରେ ଚଢ଼େଇ ଦିଆଗଲା। ଜଣକୁ ତାହାଙ୍କ ଡାହାଣ ପଟେ ଓ ଆର ଜଣକୁ ବାମ ପଟେ। 39 ସେହି ପାଖଦେଇ ଯାଉଥିବା ଲୋକମାନେ ଯୀଶୁଙ୍କୁ ଅପମାନ ଦେଉଥିଲେ। ସେମାନେ ସେମମାନଙ୍କ ମୁଣ୍ଡ ହଲେଇ କହୁଥିଲେ, 40 “ତୁମ୍ଭେ କହୁଥିଲ ଯେ ତୁମ୍ଭେ ମନ୍ଦିରକୁ ଭାଙ୍ଗି ଦେଇ ପାରିବ ଓ ପୁଣି ତାକୁ ତିନି ଦିନ ମଧ୍ୟରେ ତିଆରି କରିଦେଇ ପାରିବ ତେଣୁ ଏବେ ତୁମ୍ଭେ ନିଜକୁ ରକ୍ଷା କର। ତୁମ୍ଭେ ଯଦି ପ୍ରକୃତରେ ପରମେଶ୍ୱରଙ୍କ ପୁତ୍ର ତେବେ କ୍ରୁଶ ଉପରୁ ତଳକୁ ଗ୍ଭଲିଆସ।”
41 ପ୍ରଧାନଯାଜକ, ଧର୍ମଶାସ୍ତ୍ରୀ ଓ ପ୍ରାଚୀନମାନେ ମଧ୍ୟ ସେଠାରେ ଥିଲେ। ସେମାନେ ମଧ୍ୟ ଅନ୍ୟମାନଙ୍କ ଭଳି ଯୀଶୁଙ୍କୁ ଥଟ୍ଟା କରୁଥିଲେ। 42 ସେମାନେ କହୁଥିଲେ, “ସେ ଅନ୍ୟମାନଙ୍କୁ ରକ୍ଷା କରୁଥିଲେ, ଏବେ କିନ୍ତୁ ସେ ନିଜକୁ ରକ୍ଷା କରି ପାରୁ ନାହାନ୍ତି। ଲୋକେ କହନ୍ତି ଯେ, ସେ ଇସ୍ରାଏଲର ରାଜା। ଏ କଥା ଯଦି ସତ, ତେବେ ସେ ବର୍ତ୍ତମାନ କ୍ରୁଶ ଉପରୁ ତଳକୁ ଓହ୍ଲେଇ ଆସନ୍ତୁ। ତେବେ ଆମ୍ଭେ ତାହାଙ୍କୁ ବିଶ୍ୱାସ କରିବୁ। 43 ସେ ପରମେଶ୍ୱରଙ୍କଠାରେ ବିଶ୍ୱାସ କରୁଥିଲେ। ଯଦି ପ୍ରକୃତରେ ପରମେଶ୍ୱର ତାହାଙ୍କୁ ଗ୍ଭହୁଁଥା’ନ୍ତି, ତେବେ ସେ ତାହାଙ୍କୁ ବର୍ତ୍ତମାନ ରକ୍ଷା କରନ୍ତୁ। ସେ ନିଜେ କହୁଥିଲେ, ‘ମୁଁ ପରମେଶ୍ୱରଙ୍କ ପୁତ୍ର।’’’ 44 ଯେଉଁ ଡକାୟତମାନଙ୍କୁ ଯୀଶୁଙ୍କ ପାଖରେ କ୍ରୁଶରେ ଚଢ଼ାଇ ଦିଆଯାଉଥିଲା, ସେମାନେ ମଧ୍ୟ ଯୀଶୁଙ୍କୁ ସେହିଭଳି ଥଟ୍ଟା କରିବାରେ ଲାଗିଲେ।
ଯୀଶୁଙ୍କ ମୃତ୍ୟୁ
(ମାର୍କ 15:33-41; ଲୂକ 23:44-49; ଯୋହନ 19:28-30)
45 ଦ୍ୱିପ୍ରହରଠାରୁ ତିନିଟା ବାଜିବା ପର୍ଯ୍ୟନ୍ତ ସାରା ଦେଶରେ ଅନ୍ଧକାର ଘୋଟିଗଲା। 46 ପ୍ରାୟ ତିନିଟା ବେଳେ ଯୀଶୁ ଉଚ୍ଚ ସ୍ୱରରେ ଡାକିଲେ, “ଏଲି, ଏଲି, ଲାମା ସବକ୍ଥାନୀ?” ଅର୍ଥାତ୍ “ହେ ମୋର ପରମେଶ୍ୱର, ହେ ମୋର ପରମେଶ୍ୱର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ?”(B)
47 ସେଠାରେ ଠିଆହୋଇଥିବା କେତେକ ଲୋକ ଏ କଥା ଶୁଣିଲେ ଓ କହିଲେ, “ସେ ଏଲିୟଙ୍କୁ ଡାକୁଛି।”
48 ସେହିକ୍ଷଣି ସେହି ଲୋକମାନଙ୍କ ମଧ୍ୟରୁ ଜଣେ ଦୌଡ଼ିଯାଇ ସ୍ପଞ୍ଜ୍ଟିଏ ନେଇ ଆସିଲା। ତାକୁ ଅମ୍ଳରସରେ ବୁଡ଼ାଇ ଗୋଟିଏ ବାଡ଼ିରେ ଟାଙ୍ଗି ଯୀଶୁଙ୍କୁ ବଢ଼ାଇ ଦେଲା। 49 କିନ୍ତୁ ଅନ୍ୟମାନେ କହିଲେ, “ରୁହ, ଏଲିୟ ଆସି ତାହାଙ୍କୁ ରକ୍ଷା କରୁଛନ୍ତି କି ନାହିଁ ଏବେ ଦେଖିବା।”
50 ପୁଣି ଥରେ ଯୀଶୁ କହିଲେ ସମାପ୍ତ ହେଲା, ତା'ପରେ ସେ ପ୍ରାଣତ୍ୟାଗ କଲେ।
51 ତା'ପରେ ମନ୍ଦିରର ପରଦା ଉପରୁ ତଳ ପର୍ଯ୍ୟନ୍ତ ଚିରିଯାଇ ଦୁଇଖଣ୍ଡ ହୋଇଗଲା। ଭୂମିକମ୍ପ ହେଲା, ଓ ପଥର ମାନ ଫାଟିଗଲା, 52 କବରଗୁଡ଼ିକ ଖୋଲିଗଲା, ଆଗରୁ ମରିଯାଇଥିବା ପରମେଶ୍ୱରଙ୍କର ଅନେକଗୁଡ଼ିଏ ଲୋକ ମୃତ୍ୟୁରୁ ପୁଣି ଉତ୍ଥାନ ହେଲେ। ସେମାନେ କବର ଭିତରୁ ବାହାରି ଆସିଲେ। 53 ଯୀଶୁଙ୍କ ମୃତ୍ୟୁରୁ ବଞ୍ଚି ଉଠିବା ପରେ ସେମାନେ ପବିତ୍ରନଗରକୁ ଯାଇ ଅନେକ ଲୋକଙ୍କୁ ଦେଖା ଦେଲେ।
54 ରୋମୀୟ ସେନାଧ୍ୟକ୍ଷ ଓ ଯୀଶୁଙ୍କୁ ଜଗି ରହିଥିବା ସୈନ୍ୟମାନେ ଭୂମିକମ୍ପ ଓ ଅନ୍ୟସବୁ ଘଟଣାମାନ ଘଟୁଥିବା ଦେଖିଲେ, ସେମାନେ ବହୁତ ଭୟ କଲେ ଓ ସେମାନେ କହିଲେ, “ସେ ପ୍ରକୃତରେ ପରମେଶ୍ୱରଙ୍କ ପୁତ୍ର ଥିଲେ।”
55 କିଛି ଦୂରରେ ଅନେକ ସ୍ତ୍ରୀଲୋକ ଏସବୁ ଦେଖୁଥିଲେ। ଏହି ସ୍ତ୍ରୀଲୋକମାନେ ଯୀଶୁଙ୍କ ଯତ୍ନ ନେବା ପାଇଁ ଗାଲିଲୀରୁ ତାହାଙ୍କ ସହିତ ଆସିଥିଲେ। 56 ସେମାନଙ୍କ ମଧ୍ୟରେ ମଗ୍ଦଲିନୀ ମରିୟମ, ଯାକୁବ ଓ ଯୋଷେଫଙ୍କ ମା ମରିୟମ ଓ ଜେବଦୀଙ୍କ ପୁତ୍ରମାନ (ଯାକୁବ ଓ ଯୋହନ) ଙ୍କ ମା ଥିଲେ।
ଯୀଶୁଙ୍କୁ କବର ଦିଆଗଲା
(ମାର୍କ 15:42-47; ଲୂକ 23:50-56; ଯୋହନ 19:38-42)
57 ସନ୍ଧ୍ୟା ହେବା ବେଳକୁ ଯୋଷେଫ ନାମକ ହାରାମଥିୟାର ଜଣେ ଧନୀ ଲୋକ ଯିରୁଶାଲମରେ ଆସି ପହଞ୍ଚିଲେ। ସେ ମଧ୍ୟ ଯୀଶୁଙ୍କର ଜଣେ ଶିଷ୍ୟ ଥିଲେ। 58 ସେ ପୀଲାତଙ୍କ ପାଖକୁ ଗଲେ ଓ ଯୀଶୁଙ୍କ ଶରୀର ପାଇଁ ଅନୁରୋଧ କଲେ। ପୀଲାତ ସୈନ୍ୟମାନଙ୍କୁ ଆଜ୍ଞା ଦେଇ କହିଲେ ଶରୀରକୁ ତାହାଙ୍କୁ ଦେଇଦିଅ। 59 ଯୋଷେଫ ଶରୀରକୁ ନେଲେ ଓ ତାହାଙ୍କୁ ନୂଆ ରେଶମ ବସ୍ତ୍ର ଦ୍ୱାରା ଘୋଡ଼େଇ ଦେଲେ। 60 ଯୋଷେଫ ଯୀଶୁଙ୍କ ଶରୀରକୁ ତାହାଙ୍କ ନୂଆ କବର ମଧ୍ୟରେ ରଖିଲେ। ସେହି କବରକୁ ଯୋଷେଫ ପଥରର କାନ୍ଥ କାଟି ତିଆରି କରିଥିଲେ। ତା'ପରେ ସେ ଗୋଟିଏ ବହୁତ ବଡ଼ ପଥର ଗଡ଼େଇ ଆଣି ପ୍ରବେଶଦ୍ୱାରକୁ ବନ୍ଦ କରିଦେଲେ। ଏସବୁ କଲାପରେ ଯୋଷେଫ ଗ୍ଭଲିଗଲେ। 61 ମଗ୍ଦଲିନୀ ମରିୟମ ଓ ମରିୟମ ନାମକ ଅନ୍ୟ ସ୍ତ୍ରୀଲୋକ ଜଣକ ସେଠାରେ କବର ଆଗରେ ବସି ରହିଥିଲେ।
ଯୀଶୁଙ୍କ କବର ପାଖରେ ପହରା
62 ସେହି ଦିନଟି ପ୍ରସ୍ତୁତି ଦିବସ ଥିଲା, ସେହି ଶୁକ୍ରବାରର ପରଦିନ ପ୍ରମୁଖ ଯାଜକ ଓ ଫାରୂଶୀମାନେ ପୀଲାତଙ୍କୁ ଭେଟିଲେ। 63 ସେମାନେ କହିଲେ, “ମହାଶୟ, ଆମ୍ଭର ମନେ ଅଛି ଯେ ସେହି ପ୍ରତାରକ ସେ ବଞ୍ଚିଥିବା ବେଳେ କହିଥିଲା, ‘ତୃତୀୟ ଦିନ ପରେ ମୁଁ ମୃତ୍ୟୁରୁ ପୁଣି ପୁନରୁତ୍ଥିତ ହେବି।’ 64 ତେଣୁ ତୃତୀୟ ଦିନ ପର୍ଯ୍ୟନ୍ତ କବରକୁ ପହରା ଦେବା ପାଇଁ ଆପଣ ଆଦେଶ ଦିଅନ୍ତୁ। ତାହାଙ୍କର ଶିଷ୍ୟମାନେ ସେଠାକୁ ଆସି ତାହାଙ୍କ ମୃତଦେହକୁ ଗ୍ଭେରି କରି ନେବା ପାଇଁ ଚେଷ୍ଟା କରିବେ। ତା'ପରେ ସେମାନେ ଲୋକମାନଙ୍କୁ କହିବେ ଯେ ସେ ମୃତ୍ୟୁରୁ ଉଠିଛନ୍ତି। ତାହାହେଲେ ଏହି ଶେଷ ପ୍ରତାରଣା ଆଗ ପ୍ରତାରଣା ଅପେକ୍ଷା ଅଧିକ ଖରାପ ହେବ।”
65 ପୀଲାତ ସେମାନଙ୍କୁ କହିଲେ, “ତୁମ୍ଭେ ପହରା ପାଇଁ ସୈନ୍ୟ ନେଇ ଯାଇପାର। ତୁମ୍ଭେ ଯେଭଳି ଭଲ ଭାବୁଛ, ଯାଅ ଓ ସେହିପରି କବରସ୍ଥାନକୁ ପହରା ଦେଇ ନିରାପଦରେ ରଖ।” 66 ତା'ପରେ ସେମାନେ କବର ପାଖକୁ ଗଲେ ଓ ପ୍ରବେଶଦ୍ୱାରରେ ମୋହର ଲଗେଇଲେ। ସେଠାରେ ସୈନ୍ୟମାନଙ୍କୁ ପହରା ଦେବା ପାଇଁ ଆଦେଶ ଦେଇ ଗ୍ଭେରମାନଙ୍କ କବଳରୁ କବରକୁ ନିରାପଦ ରଖିବାର ବ୍ୟବସ୍ଥା କଲେ।
ଯୀଶୁଙ୍କୁ ପୀଲାତଙ୍କର ପ୍ରଶ୍ନ
(ମାର୍କ 15:2-5; ଲୂକ 23:3-5; ଯୋହନ 18:33-38)
11 ଏହି ସମୟରେ ଯୀଶୁ ରାଜ୍ୟପାଳ ପୀଲାତ ଆଗରେ ଠିଆ ହେଲେ। ରାଜ୍ୟପାଳ ତାହାଙ୍କୁ ପଗ୍ଭରିଲେ, “ତୁମ୍ଭେ କ’ଣ ଯିହୂଦୀମାନଙ୍କର ରାଜା?”
ଯୀଶୁ ଉତ୍ତର ଦେଲେ, “ହଁ।”
12 କିନ୍ତୁ ଯେତେବେଳେ ପ୍ରଧାନଯାଜକ ଓ ପ୍ରାଚୀନ ନେତାମାନେ ତାହାଙ୍କୁ ଅଭିଯୁକ୍ତ କଲେ ସେ କିଛି ଉତ୍ତର ଦେଲେ ନାହିଁ।
13 ତେଣୁ ପୀଲାତ ଯୀଶୁଙ୍କୁ ପଗ୍ଭରିଲେ, “ସେମାନେ ତୁମ୍ଭ ବିରୁଦ୍ଧରେ ଯେଉଁସବୁ ଅଭିଯୋଗ କରୁଛନ୍ତି ତାହା ତୁମ୍ଭେ ଶୁଣିଛ। କାହିଁକି ଉତ୍ତର ଦେଉ ନାହଁ?”
14 କିନ୍ତୁ ଯୀଶୁ ଗୋଟିଏ ହେଲେ ଉତ୍ତର ତାହାଙ୍କୁ ଦେବାକୁ ମନାକଲେ। ଏଥିରେ ପୀଲାତ ବଡ଼ ଆଶ୍ଚର୍ଯ୍ୟ ହୋଇଗଲେ।
ପୀଲାତ ଚେଷ୍ଟା କରିବା ସତ୍ତ୍ୱେ ଯୀଶୁଙ୍କୁ ମୁକ୍ତ କରିବାରେ ଅସଫଳ ହେଲେ
(ମାର୍କ 15:6-15; ଲୂକ 23:13-25; ଯୋହନ 18:39–19:16)
15 ପ୍ରତ୍ୟେକ ବର୍ଷ ନିସ୍ତାରପର୍ବ ଅବସରରେ ରାଜ୍ୟପାଳ କାରାଗାରରୁ ଜଣେ ବନ୍ଦୀକୁ ମୁକ୍ତ କରିବାର ରୀତି ଥିଲା। ଲୋକମାନେ ଯେଉଁ ଲୋକକୁ ମୁକ୍ତ କରିବାକୁ ଗ୍ଭହୁଁଥିଲେ, କେବଳ ସେହି ଲୋକକୁ ମୁକ୍ତ କରାଯାଉଥିଲା। 16 ସେହି ସମୟରେ ବାରବ୍ବା[a] ନାମରେ ଜଣେ କୁଖ୍ୟାତ ବନ୍ଦୀ ଥିଲା।
17 ତେଣୁ ଯେତେବେଳେ ସବୁଲୋକେ ଏକାଠି ଜମା ହେଲେ, ସେତେବେଳେ ପୀଲାତ ସେମାନଙ୍କୁ ପଗ୍ଭରିଲେ, “ମୁଁ ତୁମ୍ଭମାନଙ୍କ ପାଇଁ ଜଣେ ଲୋକକୁ ମୁକ୍ତ କରିବି। ବାରବ୍ବା ଓ ଯୀଶୁଙ୍କ ମଧ୍ୟରୁ କାହାକୁ ମୁକ୍ତ କରିବାକୁ ଗ୍ଭହୁଁଛ?” 18 ପୀଲାତ ଜାଣିଥିଲେ ଯେ ଲୋକମାନେ ଯୀଶୁଙ୍କ ପ୍ରତି ଈର୍ଷାପରାୟଣ ଥିଲେ। ସେଥିପାଇଁ ତାହାଙ୍କ ହାତରେ ଯୀଶୁଙ୍କୁ ସମର୍ପି ଦେଇଛନ୍ତି।
19 ପୀଲାତ ବିଗ୍ଭରମଞ୍ଚରେ ବସିଥିବା ସମୟରେ ତାହାଙ୍କ ସ୍ତ୍ରୀ ତାହାଙ୍କ ପାଖକୁ ଗୋଟିଏ ଖବର ପଠାଇଲେ। ଖବରଟି ଥିଲା: “ଏହି ଧାର୍ମିକ ଲୋକଟିର କିଛି ହେଲେ କ୍ଷତି କର ନାହିଁ। ମୁଁ ତାହାଙ୍କ ବିଷୟରେ କାଲି ରାତିରେ ଗୋଟିଏ ସ୍ୱପ୍ନ ଦେଖିଛି, ସେଥି ଯୋଗୁଁ ମୁଁ ଅଧିକ ଚିନ୍ତାଗ୍ରସ୍ତ ହୋଇପଡ଼ିଛି।”
20 କିନ୍ତୁ ପ୍ରଧାନଯାଜକ ଓ ପ୍ରାଚୀନ ନେତାମାନେ ଲୋକମାନଙ୍କୁ ପ୍ରବର୍ତ୍ତାଇଲେ ଯେ, ସେମାନେ ବାରବ୍ବାଙ୍କୁ ମୁକ୍ତ କରିବା ପାଇଁ ଓ ଯୀଶୁଙ୍କୁ ମାରିଦେବା ପାଇଁ ଅନୁରୋଧ କରନ୍ତୁ।
21 ରାଜ୍ୟପାଳ ପୀଲାତ ପଗ୍ଭରିଲେ, “ବାରବ୍ବା ଓ ଯୀଶୁ ଏହି ଦୁଇଜଣ ବନ୍ଦୀଙ୍କ ମଧ୍ୟରୁ ତୁମ୍ଭମାନଙ୍କ ପାଇଁ କାହାକୁ ମୁକ୍ତ କରିଦେବା ତୁମ୍ଭେମାନେ ଗ୍ଭହୁଁଛ?”
ସେମାନେ କହିଲେ, “ବାରବ୍ବା।”
22 ତା'ପରେ ପୀଲାତ ସେମାନଙ୍କୁ ପଗ୍ଭରିଲେ, “ତେବେ ଯେଉଁ ଯୀଶୁଙ୍କୁ ଖ୍ରୀଷ୍ଟ କୁହାଯାଏ ତାହାଙ୍କ ପ୍ରତି ମୁଁ କ’ଣ କରିବି?”
ସମସ୍ତେ କହିଲେ, “ତାହାଙ୍କୁ କ୍ରୁଶରେ ଚଢ଼ାଇ ଦିଆଯାଉ।”
23 ପୀଲାତ ପଗ୍ଭରିଲେ, “କାହିଁକି? ସେ କ’ଣ ଅପରାଧ କରିଛନ୍ତି?”
କିନ୍ତୁ ସମସ୍ତେ ଚିତ୍କାର କରି କହିଲେ, “ତାହାଙ୍କୁ କ୍ରୁଶରେ ଚଢ଼ାଇ ଦିଆଯାଉ।”
24 ପୀଲାତ ଦେଖିଲେ ଯେ, ସେ ଲୋକମାନଙ୍କ ମତ ବଦଳେଇବାକୁ କିଛି କରି ପାରିବେ ନାହିଁ ବରଂ ଲୋକେ ବେଳକୁ ବେଳ ଉତ୍ତେଜିତ ହୋଇ ଉଠୁଛନ୍ତି। ପୀଲାତ କିଛି ପାଣି ନେଲେ ଓ ସମସ୍ତେ ଦେଖି ପାରିବା ଭଳି ତାହାଙ୍କର ଦୁଇହାତ ଧୋଇଲେ। ସେ କହିଲେ, “ଏ ଲୋକର ମୃତ୍ୟୁ ପାଇଁ ମୁଁ ଦାୟୀ ନୁହେଁ। ତୁମ୍ଭେମାନେ କେବଳ ଏସବୁ କରୁଛ।”
25 ସବୁ ଲୋକ ଉତ୍ତର ଦେଲେ, “ଆମ୍ଭେ ତାହାଙ୍କ ମୃତ୍ୟୁ ପାଇଁ ଦାୟୀ ରହିବୁ। ତାହାଙ୍କ ମୃତ୍ୟୁ ପାଇଁ ଯେକୌଣସି ଦଣ୍ଡ ପାଇବାକୁ ଯୋଗ୍ୟ, ଆମ୍ଭ ନିଜ ପାଇଁ ଓ ଆମ୍ଭ ପିଲାମାନଙ୍କ ପାଇଁ ସେଥିରେ ରାଜି ଅଛୁ।”
26 ପୀଲାତ ବାରବ୍ବାଙ୍କୁ ମୁକ୍ତ କରିଦେଲେ ଓ ଯୀଶୁଙ୍କୁ ବେତରେ ମାରିବା ପାଇଁ ଆଦେଶ ଦେଲେ। ତା'ପରେ ସେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଇବା ପାଇଁ ସୈନ୍ୟମାନଙ୍କ ହାତରେ ଅର୍ପଣ କଲେ।
ପୀଲାତଙ୍କ ସୈନ୍ୟମାନେ ଯୀଶୁଙ୍କୁ ଥଟ୍ଟା କଲେ
(ମାର୍କ 15:16-20; ଯୋହନ 19:2-3)
27 ତା'ପରେ ପୀଲାତଙ୍କ ସୈନ୍ୟମାନେ ଯୀଶୁଙ୍କୁ ପୀଲାତଙ୍କ ରାଜପ୍ରାସାଦ ଭିତରକୁ ନେଇଗଲେ। ସବୁ ସୈନ୍ୟମାନେ ଯୀଶୁଙ୍କ ଗ୍ଭରିପଟେ ଜମା ହୋଇଗଲେ। 28 ସୈନ୍ୟମାନେ ଯୀଶୁଙ୍କ ପୋଷାକ କାଢ଼ି ପକାଇଲେ ଓ ତାହାଙ୍କୁ ବାଇଗଣୀ ପୋଷାକଟି ପିନ୍ଧାଇ ଦେଲେ। 29 ସେମାନେ କଣ୍ଟା ଡାଳରେ ଗୋଟିଏ ମୁକୁଟ ତିଆରି କଲେ ଓ ସେହି କଣ୍ଟା ମୁକୁଟ ଯୀଶୁଙ୍କ ମୁଣ୍ଡରେ ପିନ୍ଧାଇ ଦେଲେ। ତାହାଙ୍କର ଡାହାଣ ହାତରେ ବାଡ଼ିଟି ଧରେଇ ଦେଲେ। ତା'ପରେ ତାହାଙ୍କ ଆଗରେ ଆଣ୍ଠୁମାଡ଼ି ବସିପଡ଼ି ତାହାଙ୍କୁ ଥଟ୍ଟା କଲେ। ସେମାନେ କହିଲେ, “ହେ ଯିହୂଦୀମାନଙ୍କର ରାଜା! ତୁମ୍ଭେ ଦୀର୍ଘଜୀବୀ ହୁଅ।” 30 ତା'ପରେ ସେମାନେ ତାହାଙ୍କ ମୁହଁ ଉପରକୁ ଛେପ ପକାଇଲେ ଓ ତାହାଙ୍କ ହାତରୁ ବାଡ଼ିଟି ନେଇ ସେଥିରେ ତାହାଙ୍କର ମୁଣ୍ଡକୁ ପିଟିବାକୁ ଲାଗିଲେ। 31 ତାହାଙ୍କୁ ଥଟ୍ଟା କରି ସାରିବା ପରେ ତାହାଙ୍କ ପୋଷାକ କାଢ଼ି ନେଲେ ଓ ପୁଣି ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇ କ୍ରୁଶରେ ଚଢ଼ାଇବା ପାଇଁ ନେଇଗଲେ।
ଯୀଶୁଙ୍କୁ କ୍ରୁଶରେ ହତ୍ୟା କରାଗଲା
(ମାର୍କ 15:21-32; ଲୂକ 23:26-39; ଯୋହନ 19:17-19)
32 ସୈନ୍ୟମାନେ ଯୀଶୁଙ୍କୁ ନେଇ ନଗର ବାହାରକୁ ଯାଉଥିବା ସମୟରେ କୂରୀଣୀୟ ଶିମୋନ ନାମରେ ଜଣେ ଲୋକକୁ ଦେଖିଲେ। ସେମାନେ ସେ ଲୋକଟିକୁ ଯୀଶୁଙ୍କ ପାଇଁ କ୍ରୁଶ ବୋହି ନେବା ପାଇଁ ବାଧ୍ୟ କଲେ। 33 ସେମାନେ ଗଲ୍ଗଥା ନାମକ ସ୍ଥାନରେ (‘‘ଯାହାର ଅର୍ଥ କପାଳସ୍ଥାନ’’) ପହଞ୍ଚିଲେ। 34 ସେମାନେ ଯୀଶୁଙ୍କୁ ପିତ୍ତ ମିଶା ଦ୍ରାକ୍ଷାରସ ପିଇବାକୁ ଦେଲେ, କିନ୍ତୁ ଯୀଶୁ ତାହାକୁ ଗ୍ଭଖିବା ପରେ ପିଇବା ପାଇଁ ମନାକଲେ।
35 ସେମାନେ ଯୀଶୁଙ୍କୁ କ୍ରୁଶରେ କଣ୍ଟା ମାରି ସାରି ତାହାଙ୍କର ପୋଷାକ ପତ୍ର ନିଜ ନିଜ ଭିତରେ ଗୁଲିବାଣ୍ଟ କରି ବାଣ୍ଟି ନେଲେ। 36 ତା'ପରେ ସୈନ୍ୟମାନେ ସେଠାରେ ଯୀଶୁଙ୍କୁ ଜଗିବା ପାଇଁ ବସିଲେ। 37 ସୈନ୍ୟମାନେ ଯୀଶୁଙ୍କ ବିରୁଦ୍ଧରେ ଅଭିଯୋଗପତ୍ର ତିଆରି କଲେ ଓ ତାହାକୁ ତାହାଙ୍କ ମୁଣ୍ଡ ଉପରେ ଝୁଲାଇ ଦେଲେ। ସେଥିରେ ଲେଖା ଥିଲା, “ଏ ଯିହୂଦୀମାନଙ୍କର ରାଜା ଯୀଶୁ।”
38 ସେହି ସମୟରେ ଦୁଇଜଣ ଡକାୟତଙ୍କୁ ମଧ୍ୟ ଯୀଶୁଙ୍କ ପାଖରେ କ୍ରୁଶରେ ଚଢ଼େଇ ଦିଆଗଲା। ଜଣକୁ ତାହାଙ୍କ ଡାହାଣ ପଟେ ଓ ଆର ଜଣକୁ ବାମ ପଟେ। 39 ସେହି ପାଖଦେଇ ଯାଉଥିବା ଲୋକମାନେ ଯୀଶୁଙ୍କୁ ଅପମାନ ଦେଉଥିଲେ। ସେମାନେ ସେମମାନଙ୍କ ମୁଣ୍ଡ ହଲେଇ କହୁଥିଲେ, 40 “ତୁମ୍ଭେ କହୁଥିଲ ଯେ ତୁମ୍ଭେ ମନ୍ଦିରକୁ ଭାଙ୍ଗି ଦେଇ ପାରିବ ଓ ପୁଣି ତାକୁ ତିନି ଦିନ ମଧ୍ୟରେ ତିଆରି କରିଦେଇ ପାରିବ ତେଣୁ ଏବେ ତୁମ୍ଭେ ନିଜକୁ ରକ୍ଷା କର। ତୁମ୍ଭେ ଯଦି ପ୍ରକୃତରେ ପରମେଶ୍ୱରଙ୍କ ପୁତ୍ର ତେବେ କ୍ରୁଶ ଉପରୁ ତଳକୁ ଗ୍ଭଲିଆସ।”
41 ପ୍ରଧାନଯାଜକ, ଧର୍ମଶାସ୍ତ୍ରୀ ଓ ପ୍ରାଚୀନମାନେ ମଧ୍ୟ ସେଠାରେ ଥିଲେ। ସେମାନେ ମଧ୍ୟ ଅନ୍ୟମାନଙ୍କ ଭଳି ଯୀଶୁଙ୍କୁ ଥଟ୍ଟା କରୁଥିଲେ। 42 ସେମାନେ କହୁଥିଲେ, “ସେ ଅନ୍ୟମାନଙ୍କୁ ରକ୍ଷା କରୁଥିଲେ, ଏବେ କିନ୍ତୁ ସେ ନିଜକୁ ରକ୍ଷା କରି ପାରୁ ନାହାନ୍ତି। ଲୋକେ କହନ୍ତି ଯେ, ସେ ଇସ୍ରାଏଲର ରାଜା। ଏ କଥା ଯଦି ସତ, ତେବେ ସେ ବର୍ତ୍ତମାନ କ୍ରୁଶ ଉପରୁ ତଳକୁ ଓହ୍ଲେଇ ଆସନ୍ତୁ। ତେବେ ଆମ୍ଭେ ତାହାଙ୍କୁ ବିଶ୍ୱାସ କରିବୁ। 43 ସେ ପରମେଶ୍ୱରଙ୍କଠାରେ ବିଶ୍ୱାସ କରୁଥିଲେ। ଯଦି ପ୍ରକୃତରେ ପରମେଶ୍ୱର ତାହାଙ୍କୁ ଗ୍ଭହୁଁଥା’ନ୍ତି, ତେବେ ସେ ତାହାଙ୍କୁ ବର୍ତ୍ତମାନ ରକ୍ଷା କରନ୍ତୁ। ସେ ନିଜେ କହୁଥିଲେ, ‘ମୁଁ ପରମେଶ୍ୱରଙ୍କ ପୁତ୍ର।’’’ 44 ଯେଉଁ ଡକାୟତମାନଙ୍କୁ ଯୀଶୁଙ୍କ ପାଖରେ କ୍ରୁଶରେ ଚଢ଼ାଇ ଦିଆଯାଉଥିଲା, ସେମାନେ ମଧ୍ୟ ଯୀଶୁଙ୍କୁ ସେହିଭଳି ଥଟ୍ଟା କରିବାରେ ଲାଗିଲେ।
ଯୀଶୁଙ୍କ ମୃତ୍ୟୁ
(ମାର୍କ 15:33-41; ଲୂକ 23:44-49; ଯୋହନ 19:28-30)
45 ଦ୍ୱିପ୍ରହରଠାରୁ ତିନିଟା ବାଜିବା ପର୍ଯ୍ୟନ୍ତ ସାରା ଦେଶରେ ଅନ୍ଧକାର ଘୋଟିଗଲା। 46 ପ୍ରାୟ ତିନିଟା ବେଳେ ଯୀଶୁ ଉଚ୍ଚ ସ୍ୱରରେ ଡାକିଲେ, “ଏଲି, ଏଲି, ଲାମା ସବକ୍ଥାନୀ?” ଅର୍ଥାତ୍ “ହେ ମୋର ପରମେଶ୍ୱର, ହେ ମୋର ପରମେଶ୍ୱର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ?”(A)
47 ସେଠାରେ ଠିଆହୋଇଥିବା କେତେକ ଲୋକ ଏ କଥା ଶୁଣିଲେ ଓ କହିଲେ, “ସେ ଏଲିୟଙ୍କୁ ଡାକୁଛି।”
48 ସେହିକ୍ଷଣି ସେହି ଲୋକମାନଙ୍କ ମଧ୍ୟରୁ ଜଣେ ଦୌଡ଼ିଯାଇ ସ୍ପଞ୍ଜ୍ଟିଏ ନେଇ ଆସିଲା। ତାକୁ ଅମ୍ଳରସରେ ବୁଡ଼ାଇ ଗୋଟିଏ ବାଡ଼ିରେ ଟାଙ୍ଗି ଯୀଶୁଙ୍କୁ ବଢ଼ାଇ ଦେଲା। 49 କିନ୍ତୁ ଅନ୍ୟମାନେ କହିଲେ, “ରୁହ, ଏଲିୟ ଆସି ତାହାଙ୍କୁ ରକ୍ଷା କରୁଛନ୍ତି କି ନାହିଁ ଏବେ ଦେଖିବା।”
50 ପୁଣି ଥରେ ଯୀଶୁ କହିଲେ ସମାପ୍ତ ହେଲା, ତା'ପରେ ସେ ପ୍ରାଣତ୍ୟାଗ କଲେ।
51 ତା'ପରେ ମନ୍ଦିରର ପରଦା ଉପରୁ ତଳ ପର୍ଯ୍ୟନ୍ତ ଚିରିଯାଇ ଦୁଇଖଣ୍ଡ ହୋଇଗଲା। ଭୂମିକମ୍ପ ହେଲା, ଓ ପଥର ମାନ ଫାଟିଗଲା, 52 କବରଗୁଡ଼ିକ ଖୋଲିଗଲା, ଆଗରୁ ମରିଯାଇଥିବା ପରମେଶ୍ୱରଙ୍କର ଅନେକଗୁଡ଼ିଏ ଲୋକ ମୃତ୍ୟୁରୁ ପୁଣି ଉତ୍ଥାନ ହେଲେ। ସେମାନେ କବର ଭିତରୁ ବାହାରି ଆସିଲେ। 53 ଯୀଶୁଙ୍କ ମୃତ୍ୟୁରୁ ବଞ୍ଚି ଉଠିବା ପରେ ସେମାନେ ପବିତ୍ରନଗରକୁ ଯାଇ ଅନେକ ଲୋକଙ୍କୁ ଦେଖା ଦେଲେ।
54 ରୋମୀୟ ସେନାଧ୍ୟକ୍ଷ ଓ ଯୀଶୁଙ୍କୁ ଜଗି ରହିଥିବା ସୈନ୍ୟମାନେ ଭୂମିକମ୍ପ ଓ ଅନ୍ୟସବୁ ଘଟଣାମାନ ଘଟୁଥିବା ଦେଖିଲେ, ସେମାନେ ବହୁତ ଭୟ କଲେ ଓ ସେମାନେ କହିଲେ, “ସେ ପ୍ରକୃତରେ ପରମେଶ୍ୱରଙ୍କ ପୁତ୍ର ଥିଲେ।”
2010 by World Bible Translation Center