Revised Common Lectionary (Semicontinuous)
ଦାଉଦଙ୍କର ମିକ୍ତାମ୍ ଗୀତ
16 ହେ ପରମେଶ୍ୱର, ମୋତେ ତୁମ୍ଭେ ରକ୍ଷା କର କାରଣ ମୁଁ ତୁମ୍ଭ ଉପରେ ନିର୍ଭର କରେ।
2 ମୁଁ ସଦାପ୍ରଭୁଙ୍କୁ କହିଅଛି,
“ସଦାପ୍ରଭୁ ତୁମ୍ଭେ ମୋର ପ୍ରଭୁ।
ମୋର ଯାହାକିଛି ମଙ୍ଗଳମୟ ସେ ସବୁ ତୁମ୍ଭ କୃପାରୁ।”
3 ସଦାପ୍ରଭୁ ଯାହାକିଛି ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରନ୍ତି,
ତାହା ତାଙ୍କର ଏ ପୃଥିବୀରେ ଥିବା ଅନୁଗତ ଲୋକଙ୍କ ପାଇଁ।
ସଦାପ୍ରଭୁ ପ୍ରକୃତରେ ଦେଖାଇ ଦିଅନ୍ତି ଯେ ସେ ସେମାନଙ୍କୁ ଭଲ ପାଆନ୍ତି।
4 କିନ୍ତୁ ଯେଉଁ ଲୋକମାନେ ଅନ୍ୟ ଦେବତାମାନଙ୍କୁ ପୂଜା କରନ୍ତି, ସେମାନେ ଅଧିକ ଦୁଃଖ ପାଆନ୍ତି।
ମୁଁ ସେମାନଙ୍କ ସହିତ ଏକମତ ହୋଇ ପାରିବି ନାହିଁ।
ଯେଉଁମାନେ ସେହି ମୂର୍ତ୍ତିଗୁଡ଼ିକ ଆଗରେ ରକ୍ତ ଅର୍ପଣ କରନ୍ତି, ସେମାନଙ୍କର ନାମ ମୁଁ କେବେ ଉଚ୍ଚାରଣ କରିବି ନାହିଁ।
5 ମୁଁ କେବଳ ମୋର ଭକ୍ତି ଓ ଶ୍ରଦ୍ଧାକୁ ସଦାପ୍ରଭୁଙ୍କଠାରେ ଅର୍ପଣ କରିବି।
ହେ ସଦାପ୍ରଭୁ, ତୁମ୍ଭେ ମୋର ସହାୟ ହୁଅ
ଏବଂ ମୋତେ ମୋର ପ୍ରାପ୍ୟ ପ୍ରଦାନ କର।
6 ମୋର ପ୍ରାପ୍ୟ ଅତି ଆଶ୍ଚର୍ଯ୍ୟଜନକ,
ମୋର ଅଧିକାର ମଧ୍ୟ ଅତି ସୁନ୍ଦର।
7 ମୁଁ ସଦାପ୍ରଭୁଙ୍କୁ ପ୍ରଶଂସା କରେ କାରଣ ସେ ମୋତେ ଉଚିତ୍ ଶିକ୍ଷା ପ୍ରଦାନ କରନ୍ତି।
ଏପରିକି ରାତ୍ରିରେ ମଧ୍ୟ ସେ ତାଙ୍କର ଉପଦେଶକୁ ମୋର ମନରେ ପ୍ରବେଶ କରାନ୍ତି।
8 ମୁଁ ସବୁବେଳେ ସଦାପ୍ରଭୁଙ୍କୁ ମୋର ସମ୍ମୁଖରେ ରଖିଅଛି।
ମୁଁ କେବେହେଲେ ତାଙ୍କର ଉପଯୁକ୍ତ ମାର୍ଗରୁ ବଞ୍ଚିତ ହେବି ନାହିଁ।
9 ତେଣୁ ମୋର ହୃଦୟ ଓ ଆତ୍ମା ଅତି ଆନନ୍ଦିତ ହେବ।
ଏପରିକି ମୋର ଶରୀର ନିରାପଦରେ ରହିବ।
10 କାରଣ ତୁମ୍ଭେ ସଦାପ୍ରଭୁ, ମୋର ଆତ୍ମାକୁ ମୃତ୍ୟୁ ସ୍ଥାନରେ ପରିତ୍ୟାଗ କରିବ ନାହିଁ।
ତୁମ୍ଭେ ଆପଣା ପବିତ୍ର ଜନକୁ ପୃଥିବୀରେ କ୍ଷୟ ହେବାକୁ ଦେବ ନାହିଁ।
11 ତୁମ୍ଭେ ମୋତେ ବଞ୍ଚିବା ପାଇଁ ଜୀବନପଥ ଶିକ୍ଷା ଦେବ।
ଯେହେତୁ ମୁଁ ତୁମ୍ଭ ସହିତ ଅଛି।
ହେ ସଦାପ୍ରଭୁ, ତୁମ୍ଭେ ମୋତେ ସୁଖ ଶାନ୍ତିରେ ରହିବାକୁ ଦେବ।
ଯେହେତୁ ମୁଁ ତୁମ୍ଭର ଦକ୍ଷିଣ ପାର୍ଶ୍ୱରେ ଅବସ୍ଥିତ, ତାହା ମୋ’ ପାଇଁ ନିତ୍ୟ ସୁଖଭୋଗ ଆଣିଦେବ।
6 ତୁମ୍ଭେ ମୋତେ ମୋହର ତୁଲ୍ୟ ଆପଣା ହୃଦୟରେ,
ବାହୁଟି ତୁଲ୍ୟ ଆପଣା ବାହୁରେ ଧାରଣ କର।
କାରଣ ପ୍ରେମ ମୃତ୍ୟୁ ପରି ଶକ୍ତିଶାଳୀ ଅଟେ।
ହୃଦୟର ଦହନ କବର ପରି ଦୃଢ଼ ଅଟେ।
ଏହାର ଶିଖା ଏକ ଜଳନ୍ତା ନିଆଁ ପରି
ଏବଂ ଏହା ଏକ ବିରାଟ ନିଆଁରେ ପରିଣତ ହୋଇପାରେ।
7 ଅପାର ଜଳରାଶି ପ୍ରେମକୁ ନିର୍ବାଣ କରି ନ ପାରେ।
କିଅବା ବନ୍ୟା ତାହା ବୁଡ଼ାଇ ନ ପାରେ।
ଯେବେ କେହି ଆପଣାର ସର୍ବସ୍ୱ ବଦଳରେ ପ୍ରେମ କିଣିବା ପାଇଁ ଚେଷ୍ଟା କରେ,
ତେବେ ସେ ଲୋକ ସମସ୍ତଙ୍କ ଦ୍ୱାରା ତୁଚ୍ଛୀକୃତ ହେବ।
11 କିନ୍ତୁ ମରିୟମ କବର ବାହାରେ ଠିଆ ହୋଇ କାନ୍ଦୁଥିଲେ। ସେ କାନ୍ଦୁଥିବା ବେଳେ ନଇଁପଡ଼ି କବର ଭିତରକୁ ଗ୍ଭହିଁଲେ। 12 ସେ ଦୁଇଜଣ ସ୍ୱର୍ଗଦୂତଙ୍କୁ ଧଳା ଲୁଗା ପିନ୍ଧି ଯୀଶୁଙ୍କ ଶରୀର ଯେଉଁଠାରେ ଥିଲା, ତାହା ପାଖରେ ବସିବାର ଦେଖିଲେ। ଜଣେ ସ୍ୱର୍ଗଦୂତ ଯୀଶୁଙ୍କ ମୁଣ୍ଡ ରହିଥିବା ଜାଗାରେ ଓ ଅନ୍ୟ ଜଣେ ପାଦ ରହିଥିବା ଜାଗାରେ ବସିଥିଲେ।
13 ସେମାନେ ମରିୟମଙ୍କୁ ପଗ୍ଭରିଲେ, “ହେ ନାରୀ, ତୁମ୍ଭେ କାହିଁକି କାନ୍ଦୁଛ?”
ମରିୟମ ଉତ୍ତର ଦେଲେ, “ମୋର ପ୍ରଭୁଙ୍କ ଶରୀର କେତେକ ଲୋକ ନେଇଯାଇଛନ୍ତି। ସେମାନେ ତାହାଙ୍କୁ କେଉଁଠି ରଖିଛନ୍ତି, ତାହା ମୁଁ ଜାଣି ନାହିଁ।” 14 ସେ ଏହା କହି ବୁଲି ପଡ଼ିଲେ। ସେ ଯୀଶୁଙ୍କୁ ସେଠାରେ ଠିଆ ହୋଇଥିବା ଦେଖିଲେ। କିନ୍ତୁ ମରିୟମ ତାହାଙ୍କୁ ଚିହ୍ନିଲେ ନାହିଁ।
15 ଯୀଶୁ ତାହାଙ୍କୁ ପଗ୍ଭରିଲେ, “ହେ ନାରୀ, ତୁମ୍ଭେ କାହିଁକି କାନ୍ଦୁଛ? ତୁମ୍ଭେ କାହାକୁ ଖୋଜୁଛ?”
ମରିୟମ ଭାବିଲେ, ଏହି ଲୋକ ହିଁ ବଗିଗ୍ଭର ଯତ୍ନ ନିଅନ୍ତି। ତେଣୁ ସେ ତାହାଙ୍କୁ କହିଲେ, “ମହାଶୟ ଆପଣ କ'ଣ ଯୀଶୁଙ୍କୁ ନେଇଯାଇଛନ୍ତି? ତାହାଙ୍କୁ ଆପଣ କେଉଁଠି ରଖିଛନ୍ତି? ମୋତେ କୁହନ୍ତୁ, ମୁଁ ଯାଇ ତାହାଙ୍କୁ ଘେନି ଆସିବି।”
16 ଯୀଶୁ ତାହାଙ୍କୁ କହିଲେ, “ମରିୟମ,”।
ମରିୟମ ତାହାଙ୍କ ଆଡ଼େ ବୁଲିପଡ଼ି ଯିହୂଦୀୟ ଭାଷାରେ କହିଲେ, “ରାବ୍ବୂନୀ” ଅର୍ଥାତ୍ ‘ଗୁରୁ’।
17 ଯୀଶୁ ତାହାଙ୍କୁ କହିଲେ, “ମୋତେ ଧର ନାହିଁ। ମୁଁ ଏ ପର୍ଯ୍ୟନ୍ତ ପରମପିତାଙ୍କ ପାଖକୁ ଯାଇ ନାହିଁ। କିନ୍ତୁ ତୁମ୍ଭେ ଯାଇ ମୋର ଭାଇମାନଙ୍କୁ କୁହ ଯେ, ମୁଁ ମୋର ଓ ତୁମ୍ଭର ପରମପିତାଙ୍କ ପାଖକୁ ଫେରିଯାଉଛି। ମୁଁ ମୋର ଓ ତୁମ୍ଭର ପରମେଶ୍ୱରଙ୍କ ପାଖକୁ ଯାଉଅଛି।”
18 ମଗ୍ଦଲୀନୀ ମରିୟମ ଶିଷ୍ୟମାନଙ୍କ ପାଖକୁ ଗଲେ ଓ ସେମାନଙ୍କୁ କହିଲେ, “ମୁଁ ପ୍ରଭୁଙ୍କୁ ଦେଖିଲି।” ସେ ସେମାନଙ୍କୁ ଯୀଶୁ କରିଥିବା କଥା ଶୁଣାଇଲେ।
ଯୀଶୁ ଶିଷ୍ୟମାନଙ୍କୁ ଦର୍ଶନ ଦେଲେ
(ମାଥିଉ 28:16-20; ମାର୍କ 16:14-18; ଲୂକ 24:36-49)
19 ସେଦିନ ରବିବାର ଥିଲା। ସନ୍ଧ୍ୟାରେ ସବୁ ଶିଷ୍ୟମାନେ ଏକାଠି ହେଲେ। ଯିହୂଦୀ ନେତାମାନଙ୍କ ଭୟରେ ଶିଷ୍ୟମାନେ ଘରର ସବୁ କବାଟ ବନ୍ଦ କରିଦେଇଥିଲେ। ତା'ପରେ ଯୀଶୁ ଆସି ସେମାନଙ୍କ ମଧ୍ୟରେ ଠିଆ ହୋଇ ସେ କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ।” 20 ଯୀଶୁ ଏ କଥା କହିବା ପରେ ଶିଷ୍ୟମାନଙ୍କୁ ତାହାଙ୍କ ହାତ ଗୋଡ଼ ଦେଖାଇଲେ। ଶିଷ୍ୟମାନେ ପ୍ରଭୁଙ୍କୁ ଦେଖି ଅତ୍ୟନ୍ତ ଖୁସୀ ହେଲେ।
2010 by World Bible Translation Center