Revised Common Lectionary (Semicontinuous)
ଦାଉଦଙ୍କର ଏକ ଗୀତ।
23 ସଦାପ୍ରଭୁ ମୋର ପ୍ରତିପାଳକ ଅଟନ୍ତି,
ମୋର କିଛି ଅଭାବ ହେବ ନାହିଁ।
2 ସେ ମୋତେ କୋମଳ ସବୁଜ ସ୍ଥାନରେ ଶୋଇବାକୁ ଦିଅନ୍ତି।
ସେ ମୋତେ ସ୍ଥିର ଜଳପୂର୍ଣ୍ଣ ପୁଷ୍କରିଣୀ ପାଖେ ପାଖେ କଢ଼ାଇ ନିଅନ୍ତି।
3 ସେ ମୋର ପ୍ରାଣରେ ନୂତନ ବଳ ସଞ୍ଚାର କରନ୍ତି, ସେ ମୋତେ ଧର୍ମପଥରେ କଢ଼ାଇ ନିଅନ୍ତି।
ଏହା ଦ୍ୱାରା ପ୍ରମାଣିତ ହୁଏ ଯେ, ସେ ପ୍ରକୃତରେ ପରମେଶ୍ୱର ଅଟନ୍ତି।
4 ଯଦିଓ ମୁଁ ମୃତ୍ୟୁଛାୟା ରୂପ ଉପତ୍ୟକାରେ ଏକା ବାଟ ଗ୍ଭଲେ, ଯାହାକି ଅନ୍ଧକାରରେ ଆଚ୍ଛାଦିତ ତଥାପି ମୁଁ କୌଣସି ବିପଦ ଯୋଗୁଁ ଭୟଭୀତ ହେବି ନାହିଁ।
କାରଣ ସଦାପ୍ରଭୁ, ତୁମ୍ଭେ ମୋ’ ସହିତ ଅଛ।
ତୁମ୍ଭର ଆଶାବାଡ଼ି ଓ ପାଞ୍ଚଣ ବାଡ଼ି ମୋତେ ସୁରକ୍ଷା କରେ।
5 ହେ ସଦାପ୍ରଭୁ, ତୁମ୍ଭେ ମୋର ଶତ୍ରୁମାନଙ୍କ ସମ୍ମୁଖରେ ମୋର ମେଜ ସଜାଇଅଛ।
ତୁମ୍ଭେ ମୋର ମୁଣ୍ଡରେ ତେଲ ଢାଳିଛ।
ମୋ’ ପାନପାତ୍ର ପୂର୍ଣ୍ଣ ହୋଇ ଉଚ୍ଛୁଳି ପଡ଼ିଛି।
6 ନିଶ୍ଚୟ ଧାର୍ମିକତା, ମଙ୍ଗଳ ଓ ଦୟା ମୋର ଅବଶିଷ୍ଟ ଜୀବନର ପଶ୍ଚାଦ୍ଗାମୀ ହେବ।
ମୁଁ ଶେଷରେ ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ସବୁଦିନ ପାଇଁ ବାସ କରିବି।
15 ତା'ପରେ ଫାରୋ ଜାଣିବାକୁ ପାଇଲେ ମୋଶା ଯାହା କରିଥିଲେ। ତେଣୁ ସେ ମୋଶାଙ୍କୁ ହତ୍ୟା କରିବାକୁ ନିଷ୍ପତ୍ତି କଲେ। ତେଣୁ ଫାରୋଙ୍କ ନିକଟରୁ ମୋଶା ଖସି ମିଦିୟନ ଦେଶକୁ ପଳାଇଲେ।
ମିଦିୟନରେ ମୋଶା
ମୋଶା ସେଠାକୁ ଯାଇ ଏକ କୂପ ନିକଟରେ ବସିଲେ। 16 ସେଠାରେ ଜଣେ ମିଦିୟନୀୟ ଯାଜକ ଥିଲେ, ଯାହାଙ୍କର ସାତୋଟି କନ୍ୟା ଥିଲେ। ସେହି କନ୍ୟାମାନେ ସେହି କୂପ ନିକଟକୁ ତାଙ୍କର ପିତାଙ୍କର ମେଷପଲ ପାଇଁ ପାଣି ନେବାକୁ ଆସିଥିଲେ। ସେମାନେ ପାଣି କାଢ଼ି ସେହି କୁଣ୍ଡଟିକୁ ପୂର୍ଣ୍ଣ କରିବାକୁ ଲାଗିଲେ। 17 ଇତ୍ୟବସରରେ ମେଷପାଳକମାନେ ଆସି ସେମାନଙ୍କୁ ଗୋଡ଼ାଇବାକୁ ଆରମ୍ଭ କଲେ। ମାତ୍ର ମୋଶା ସେମାନଙ୍କୁ ସାହାଯ୍ୟ କଲେ ଓ ସେମାନଙ୍କର ମେଷପଲକୁ ଜଳ ଦେଲେ।
18 ଏହା ପରେ ସେମାନେ ତାଙ୍କର ପିତା ରୂୟେଲଙ୍କ ନିକଟକୁ ଫେରିଗଲେ। ସେମାନଙ୍କର ପିତା ତାଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ ଆଜି ଏତେ ଶୀଘ୍ର କିପରି ଫେରି ଆସିଲ?”
19 କନ୍ୟାଗଣ ତାଙ୍କୁ ଉତ୍ତର ଦେଲେ, “ହଁ, ମେଷପାଳକମାନେ ଆମ୍ଭକୁ ଘୋଉଡ଼ାଇ ଦେଉଥିଲେ, ମାତ୍ର ଏବ୍ରୀୟ ଲୋକ ଆମ୍ଭକୁ ସାହାଯ୍ୟ କଲେ। ସେ ଆମ୍ଭମାନଙ୍କ ପାଇଁ ପାଣି କାଢ଼ି ଆମ୍ଭର ମେଷମାନଙ୍କୁ ଜଳପାନ କରାଇଲେ।”
20 ତେଣୁ ରୂୟେଲ ତାଙ୍କର କନ୍ୟାମାନଙ୍କୁ କହିଲେ, “ସେହି ଲୋକଟି କେଉଁଠାରେ ଅଛି? ତୁମ୍ଭେ କାହିଁକି ତାଙ୍କୁ ଛାଡ଼ି ଦେଲ? ତାଙ୍କୁ ଏଠାକୁ ଡାକ ସେ ଆମ୍ଭ ସହିତ ଖାଇବ।”
21 ମୋଶା ସେହି ଲୋକଟି ସହିତ ବାସ କରିବା ପାଇଁ ରାଜି ହେଲେ। ରୂୟେଲ ତାଙ୍କର କନ୍ୟା ସିପ୍ପୋରାକୁ ମୋଶାଙ୍କ ସହିତ ବିବାହ ଦେଲେ। 22 ସିପ୍ପୋରା ଗର୍ଭବତୀ ହେଲା, ଏବଂ ଏକ ପୁତ୍ର ସନ୍ତାନ ଜନ୍ମ ଦେଲା। ମୋଶା ତାଙ୍କର ନାମ ଗେର୍ଶୋମ୍ ଦେଲେ, କାରଣ ସେ କହିଲେ, “ମୁଁ ବିଦେଶରେ ବାସ କରି ଆସୁଅଛି।”
ପରମେଶ୍ୱର ଇସ୍ରାଏଲକୁ ସାହାଯ୍ୟ କରିବାକୁ ନିର୍ଣ୍ଣୟ କଲେ
23 ଦୀର୍ଘଦିନ ପରେ ସେହି ମିଶରର ରାଜା ମୃତ୍ୟୁବରଣ କଲେ କିନ୍ତୁ ଇସ୍ରାଏଲୀୟମାନଙ୍କୁ ପୂର୍ବପରି କଠିନ ପରିଶ୍ରମ କରିବାକୁ ପଡ଼ିଲା। ସେମାନେ ଅନୁନୟ କଲେ ଏବଂ ପରମେଶ୍ୱର ସେମାନଙ୍କର ଡାକ ଶୁଣିଲେ। 24 ପରମେଶ୍ୱର ସେମାନଙ୍କର ଆତୁର ଡାକ ଶୁଣିଲେ ଓ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ସହିତ କରିଥିବା ଆପଣା ନିୟମ ସ୍ମରଣ କଲେ। 25 ଇସ୍ରାଏଲୀୟମାନଙ୍କ ପ୍ରତି ଧ୍ୟାନ ଦେଲେ ଓ ସେମାନଙ୍କ ଅବସ୍ଥା ହୃଦୟଙ୍ଗମ କଲେ।
9 କିନ୍ତୁ ତୁମ୍ଭେମାନେ ମନୋନୀତ ଲୋକ ଅଟ। ତୁମ୍ଭେମାନେ ରାଜାଙ୍କର ଯାଜକ। ତୁମ୍ଭେମାନେ ପବିତ୍ର ଜାତି ଅଟ। ତୁମ୍ଭେମାନେ ପରମେଶ୍ୱରଙ୍କ ଲୋକ। ପରମେଶ୍ୱର କରିଥିବା ଆଶ୍ଚର୍ଯ୍ୟ ଘଟଣାମାନ କହିବା ପାଇଁ ପରମେଶ୍ୱର ତୁମ୍ଭକୁ ମନୋନୀତ କରିଛନ୍ତି। ସେ ଅନ୍ଧକାରରୁ ତୁମ୍ଭମାନଙ୍କୁ ତାହାଙ୍କର ଆଶ୍ଚର୍ଯ୍ୟ ଜନକ ଆଲୋକକୁ ଆଣିଛନ୍ତି।
10 ଅତୀତରେ ତୁମ୍ଭେ ପରମେଶ୍ୱରଙ୍କ ଲୋକ ନ ଥିଲ।
କିନ୍ତୁ ଏବେ ତୁମ୍ଭେ ପରମେଶ୍ୱରଙ୍କ ଲୋକ ଅଟ।
ଅତୀତରେ ତୁମ୍ଭେ ଅନୁଗ୍ରହ ପାଇ ନ ଥିଲ।
କିନ୍ତୁ ଏବେ ତୁମ୍ଭେମାନେ ପରମେଶ୍ୱରଙ୍କଠାରୁ ଅନୁଗ୍ରହ ଲାଭ କରିଛ।
ପରମେଶ୍ୱରଙ୍କ ପାଇଁ ଜୀବିତ ରୁହ
11 ପ୍ରିୟ ମିତ୍ରଗଣ, ତୁମ୍ଭେମାନେ ଏହି ଜଗତରେ ବିଦେଶୀ ଓ ପ୍ରବାସୀ ଲୋକ ଭାବରେ ଅଛ। ଅତଏବ ତୁମ୍ଭମାନଙ୍କର ଶରୀର ଇଚ୍ଛା କରୁଥିବା ମନ୍ଦ କାମଗୁଡ଼ିକରୁ ଦୂରରେ ରୁହ। ଏହି କାମଗୁଡ଼ିକ ତୁମ୍ଭ ଆତ୍ମା ବିରୁଦ୍ଧରେ ସଂଘର୍ଷ କରନ୍ତି। 12 ଅବିଶ୍ୱାସୀ ଲୋକମାନେ ତୁମ୍ଭ ଗ୍ଭରିପଟେ ଅଛନ୍ତି। ସେମାନେ କହି ପାରନ୍ତି ଯେ ତୁମ୍ଭେ ଖରାପ କାର୍ଯ୍ୟ କରୁଛ। ଅତଏବ ଉତ୍ତମ ଜୀବନଯାପନ କର। ତା'ହେଲେ ତୁମ୍ଭେମାନେ କରୁଥିବା ଭଲ କାମଗୁଡ଼ିକୁ ସେମାନେ ଦେଖିବେ ଓ ପରମେଶ୍ୱରଙ୍କ ଆସିବା ଦିନ ସେମାନ ତାହାଙ୍କୁ ମହିମା ଦେବେ।
2010 by World Bible Translation Center