Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 23

ଦାଉଦଙ୍କର ଏକ ଗୀତ।

23 ସଦାପ୍ରଭୁ ମୋର ପ୍ରତିପାଳକ ଅଟନ୍ତି,
    ମୋର କିଛି ଅଭାବ ହେବ ନାହିଁ।
ସେ ମୋତେ କୋମଳ ସବୁଜ ସ୍ଥାନରେ ଶୋଇବାକୁ ଦିଅନ୍ତି।
    ସେ ମୋତେ ସ୍ଥିର ଜଳପୂର୍ଣ୍ଣ ପୁଷ୍କରିଣୀ ପାଖେ ପାଖେ କଢ଼ାଇ ନିଅନ୍ତି।
ସେ ମୋର ପ୍ରାଣରେ ନୂତନ ବଳ ସଞ୍ଚାର କରନ୍ତି, ସେ ମୋତେ ଧର୍ମପଥରେ କଢ଼ାଇ ନିଅନ୍ତି।
    ଏହା ଦ୍ୱାରା ପ୍ରମାଣିତ ହୁଏ ଯେ, ସେ ପ୍ରକୃତରେ ପରମେଶ୍ୱର ଅଟନ୍ତି।
ଯଦିଓ ମୁଁ ମୃତ୍ୟୁଛାୟା ରୂପ ଉପତ୍ୟକାରେ ଏକା ବାଟ ଗ୍ଭଲେ, ଯାହାକି ଅନ୍ଧକାରରେ ଆଚ୍ଛାଦିତ ତଥାପି ମୁଁ କୌଣସି ବିପଦ ଯୋଗୁଁ ଭୟଭୀତ ହେବି ନାହିଁ।
    କାରଣ ସଦାପ୍ରଭୁ, ତୁମ୍ଭେ ମୋ’ ସହିତ ଅଛ।
    ତୁମ୍ଭର ଆଶାବାଡ଼ି ଓ ପାଞ୍ଚଣ ବାଡ଼ି ମୋତେ ସୁରକ୍ଷା କରେ।
ହେ ସଦାପ୍ରଭୁ, ତୁମ୍ଭେ ମୋର ଶତ୍ରୁମାନଙ୍କ ସମ୍ମୁଖରେ ମୋର ମେଜ ସଜାଇଅଛ।
    ତୁମ୍ଭେ ମୋର ମୁଣ୍ଡରେ ତେଲ ଢାଳିଛ।
    ମୋ’ ପାନପାତ୍ର ପୂର୍ଣ୍ଣ ହୋଇ ଉଚ୍ଛୁଳି ପଡ଼ିଛି।
ନିଶ୍ଚୟ ଧାର୍ମିକତା, ମଙ୍ଗଳ ଓ ଦୟା ମୋର ଅବଶିଷ୍ଟ ଜୀବନର ପଶ୍ଚା‌ଦ୍‌ଗାମୀ ହେବ।
    ମୁଁ ଶେଷରେ ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ସବୁଦିନ ପାଇଁ ବାସ କରିବି।

ଯାତ୍ରାପୁସ୍ତକ 3:16-22

16 ସଦାପ୍ରଭୁ ଆହୁରି କହିଲେ, “ଯାଅ ଏବଂ ଇସ୍ରାଏଲୀୟ ପ୍ରାଚୀନଗଣଙ୍କୁ କୁହ, ‘ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅବ୍ରହାମ, ଇ‌ସ୍‌ହାକ ଓ ଯାକୁବର ପରମେଶ୍ୱର, ମୋତେ କହି ଅଛନ୍ତି, ମିଶରୀୟମାନଙ୍କ ଦ୍ୱାରା ତୁମ୍ଭଙ୍କୁ ଦିଆଯାଇଥିବା ଯନ୍ତ୍ରଣାସବୁ, ଆମ୍ଭେ ଟିପି ନେଇଅଛୁ। 17 ଏବଂ ଆମ୍ଭେ ତୁମ୍ଭମାନଙ୍କୁ ମିଶରୀୟମାନଙ୍କଠାରୁ ରକ୍ଷା କରିବାକୁ ନିଷ୍ପତ୍ତି କରିଛୁ। ଆମ୍ଭେ ତୁମ୍ଭମାନଙ୍କୁ କିଣାନୀୟମାନଙ୍କ ହିତ୍ତୀୟମାନଙ୍କ, ପିରିଷୀୟମାନଙ୍କ, ହିବ୍ବୀୟମାନଙ୍କ ଓ ଯିବୂଷୀୟମାନଙ୍କର ଦୁ‌ଗ୍‌ଧମଧୁପ୍ରବାହୀ ଦେଶକୁ ନେଇଯିବା।’

18 “ଇସ୍ରାଏଲର ପ୍ରାଚୀନଗଣ ତୁମ୍ଭର କଥା ଶୁଣିବେ। ପ୍ରାଚୀନବର୍ଗମାନଙ୍କ ସହିତ ମିଶରର ରାଜା ଫାରୋଙ୍କ ନିକଟକୁ ଯାଅ। ତୁମ୍ଭେମାନେ ତାଙ୍କୁ କହିବ, ‘ସଦାପ୍ରଭୁ ଏବ୍ରୀୟମାନଙ୍କର ପରମେଶ୍ୱର, ଆମ୍ଭମାନଙ୍କ ସହିତ ସାକ୍ଷାତ କରିଅଛନ୍ତି। ତେଣୁ ଆମ୍ଭେ ବିନୟ କରୁଅଛୁ, ତିନି ଦିନ ମରୁଭୂମି ମଧ୍ୟକୁ ଯାତ୍ରା କରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଆମ୍ଭମାନଙ୍କୁ ଅନୁମତି ଦିଅନ୍ତୁ।’

19 “କିନ୍ତୁ ଆମ୍ଭେ ଜାଣୁ ଯେ, ଅଦୃଶ୍ୟ ହାତର ଶକ୍ତି ବିନା ମିଶରର ରାଜାକୁ ଜବରଦସ୍ତ କରାଗଲେ ମଧ୍ୟ, ତୁମ୍ଭମାନଙ୍କୁ ଯିବାକୁ ଦେବ ନାହିଁ। 20 ତେଣୁ ଆମ୍ଭେ ଆପଣା ମହାନ ଶକ୍ତି ମିଶର ବିରୁଦ୍ଧରେ କାର୍ଯ୍ୟ କରାଇବା। ଆମ୍ଭେ ମିଶରରେ ଆଶ୍ଚର୍ଯ୍ୟ କର୍ମମାନ ଘଟାଇବା, ଏହା ଆମ୍ଭେ କରିବା ପରେ ସେ ତୁମ୍ଭମାନଙ୍କୁ ଯିବାକୁ ଦେବ। 21 ଆଉ ଆମ୍ଭେ ମିଶରୀୟ ଲୋକମାନଙ୍କ ସାକ୍ଷାତରେ ଏହି ଲୋକମାନଙ୍କୁ ଅନୁଗ୍ରହର ପାତ୍ର କରିବା, ତହିଁରେ ତୁମ୍ଭମାନଙ୍କର ଯାତ୍ରା ସମୟରେ ସେମାନେ ତୁମ୍ଭମାନଙ୍କୁ ଉପହାରମାନ ଦେବେ।

22 “ସମସ୍ତ ଇସ୍ରାଏଲୀୟ ସ୍ତ୍ରୀ ଆପଣା ପ୍ରତିବାସିନୀ ଓ ଆପଣା ଗୃହପ୍ରବାସିନୀ ସ୍ତ୍ରୀ ନିକଟରୁ ରୌପ୍ୟ, ଅଳଙ୍କାର ଓ ସ୍ୱର୍ଣ୍ଣ ଅଳଙ୍କାର ଓ ବସ୍ତ୍ର ମାଗି ନେଇଯିବ, ପୁଣି ତାହା ତୁମ୍ଭେମାନେ ଆପଣା ପୁତ୍ରକନ୍ୟାଙ୍କୁ ପିନ୍ଧାଇବ। ଏହିପରି ଭାବରେ ତୁମ୍ଭେମାନେ ମିଶରୀୟ ଲୋକମାନଙ୍କ ଦ୍ରବ୍ୟ ହରଣ କରିବ।”

ଯାତ୍ରାପୁସ୍ତକ 4:18-20

ମୋଶା ମିଶରକୁ ଫେରିଗଲେ

18 ଏହା ପରେ ମୋଶା ତାଙ୍କର ଶ୍ୱଶୁର ଯିଥ୍ରୋଙ୍କ ନିକଟକୁ ଫେରିଗଲେ। ମୋଶା ଯିଥ୍ରୋଙ୍କୁ କହିଲେ, “ଦୟାକରି ମୋତେ ମିଶରକୁ ଯିବାକୁ ଦିଅ। ମୁଁ ମୋର ଲୋକମାନଙ୍କୁ ଦେଖିବା ପାଇଁ ଗ୍ଭହୁଁଛି ଏବଂ ଜାଣିବା ପାଇଁ ଗ୍ଭହୁଁଛି, ସେମାନେ ବର୍ତ୍ତମାନ କିପରି ଅଛନ୍ତି। ସେମାନେ ଆଜି ପର୍ଯ୍ୟନ୍ତ ଜୀବିତ ଅଛନ୍ତି କି ନାହିଁ?”

ଯିଥ୍ରୋ କହିଲେ, “ଅବଶ୍ୟ! ତୁମ୍ଭେ ଶାନ୍ତିରେ ଯାଅ।”

19 ପରମେଶ୍ୱର ମିଦିୟନରେ ମୋଶାଙ୍କୁ କହିଲେ, “ତୁମ୍ଭେ ବର୍ତ୍ତମାନ ମିଶରକୁ ନିରାପଦରେ ଯାଇପାର, କାରଣ ଯେଉଁମାନେ ତୁମ୍ଭକୁ ମାରିବାକୁ ଗ୍ଭହୁଁଥିଲେ, ସେମାନେ ବର୍ତ୍ତମାନ ମୃତ।”

20 ତେଣୁ ମୋଶା ତାଙ୍କର ପୁତ୍ରକନ୍ୟାମାନଙ୍କୁ ଗଧରେ ବସାଇ ମିଶର ଅଭିମୁଖେ ବାହାରିଲେ। ମୋଶା ତାଙ୍କର ଆଶାବାଡ଼ି ସଙ୍ଗରେ ନେଲେ ଏବଂ ପରମେଶ୍ୱରଙ୍କ ଶକ୍ତି ତାଙ୍କ ସହିତ ଥିଲା।

ପିତରଙ୍କ ପ୍ରଥମ ପତ୍ର 2:13-17

କ୍ଷମତାରେ ଥିବା ଲୋକମାନଙ୍କ ଆଜ୍ଞା ପାଳନ କର

13 ଏହି ଜଗତରେ କ୍ଷମତାପ୍ରାପ୍ତ ଲୋକଙ୍କ ଆଜ୍ଞା ପାଳନ କର। ପ୍ରଭୁଙ୍କ ଲାଗି ଏହା କର। ସର୍ବୋଚ୍ଚ ଶାସନକର୍ତ୍ତା ରାଜାଙ୍କ ଆଜ୍ଞା ପାଳନ କର। 14 ରାଜାଙ୍କ ଦ୍ୱାରା ପ୍ରେରିତ ନେତାମାନଙ୍କର ଆଜ୍ଞା ପାଳନ କର। ମନ୍ଦ କାମ କରୁଥିବା ଲୋକଙ୍କୁ ଦଣ୍ଡ ଦେବା ଓ ଭଲ କାମ କରୁଥିବା ଲୋକଙ୍କୁ ପ୍ରଶଂସା କରିବା ଲାଗି ସେମାନଙ୍କୁ ପଠାଯାଇଥାଏ। 15 ଅତଏବ ଭଲ କାମ କରିବା ଦ୍ୱାରା, ଯେଉଁମାନେ ତୁମ୍ଭ ବିଷୟରେ ନିର୍ବୋଧ କଥାଗୁଡ଼ିକ କୁହନ୍ତି, ସେମାନଙ୍କ ମୁହଁ ବନ୍ଦ ହୋଇଯିବ। 16 ପରମେଶ୍ୱର ଏହା ଗ୍ଭହାନ୍ତି। ସ୍ୱାଧୀନ ଲୋକ ଭଳି ବିଚରଣ କର। କିନ୍ତୁ ମନ୍ଦ କର୍ମ କରିବା ପାଇଁ ଏହି ସ୍ୱାଧୀନତାର ଅପବ୍ୟବହାର କର ନାହିଁ। ପରମେଶ୍ୱରଙ୍କ ସେବାରେ ଜୀବନ କାଟ। 17 ସମସ୍ତଙ୍କୁ ସମ୍ମାନ ଦିଅ। ପରମେଶ୍ୱରଙ୍କ ପରିବାରର ସମସ୍ତ ଭାଇ ଓ ଭଉଣୀମାନଙ୍କୁ ଭଲ ପାଅ। ପରମେଶ୍ୱରଙ୍କୁ ଭୟ କର ଓ ରାଜାଙ୍କୁ ସମ୍ମାନ ଦିଅ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center