Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 2:42-47

ବିଶ୍ୱାସୀମାନଙ୍କର ପରସ୍ପର ସହଭାଗିତା

42 ବିଶ୍ୱାସୀ ଲୋକମାନେ ଏକାଠି ମିଳିତ ହେବାକୁ ଲାଗିଲେ। ପ୍ରେରିତମାନଙ୍କ ଉପଦେଶ ଶୁଣିବାକୁ ସେମାନେ ସେମାନଙ୍କର ସମୟ ଦେଲେ। ବିଶ୍ୱାସୀମାନେ ପରସ୍ପରର ସହଭାଗୀ ହେଲେ। ସେମାନେ ରୋଟୀ ବାଣ୍ଟି ଖାଇବାରେ ଏବଂ ପ୍ରାର୍ଥନା କରିବାରେ ସମୟ ଦେଲେ। 43 ପ୍ରେରିତମାନେ ବହୁତ ଶକ୍ତିଶାଳୀ ଓ ବହୁତ ଆଶ୍ଚର୍ଯ୍ୟପୂର୍ଣ୍ଣ କାର୍ଯ୍ୟ କରୁଥିଲେ। ପ୍ରତ୍ୟେକ ଲୋକର ଈଶ୍ୱରଙ୍କ ପ୍ରତି ଅତି ଭକ୍ତି ଥିଲା। 44 ସମସ୍ତ ବିଶ୍ୱାସୀମାନେ ଏକାଠି ରହିଲେ ଏବଂ ସେମାନଙ୍କ ପାଖରେ ଯାହାସବୁ ଥିଲା, ସେଥିରେ ସମସ୍ତେ ଭାଗୀଦାର ହେଲେ। 45 ସେମାନେ ନିଜ ନିଜର ସବୁ ସମ୍ପତ୍ତି ଓ ଜିନିଷପତ୍ର ବିକି ଦେଲେ ଓ ସମସ୍ତ ଲୋକମାନଙ୍କୁ ସେମାନଙ୍କ ନିଜ ନିଜ ଆବଶ୍ୟକତା ଅନୁସାରେ ବାଣ୍ଟି ଦେଲେ। 46 ପ୍ରତିଦିନ ସେମାନେ ଏକାଠି ହୋଇ ଉପାସନା ମନ୍ଦିରରେ ପରସ୍ପରକୁ ଭେଟୁଥିଲେ। ସେ ସମସ୍ତଙ୍କର ଲକ୍ଷ୍ୟ ଏକ ଥିଲା। ସେମାନେ ସେମାନଙ୍କ ଘରେ ଏକତ୍ର ଖାଉଥିଲେ, ଏବଂ ଆନନ୍ଦପୂର୍ଣ୍ଣ ହୃଦୟରେ ପରସ୍ପରକୁ ଏଥିର ଅଂଶୀ କରାଉଥିଲେ। 47 ବିଶ୍ୱାସୀମାନେ ଈଶ୍ୱରଙ୍କର ପ୍ରଶଂସା କଲେ। ସବୁ ଲୋକମାନେ ସେମାନଙ୍କୁ ଭଲ ପାଉଥିଲେ। ପ୍ରତିଦିନ ଅଧିକରୁ ଅଧିକ ଲୋକ ପରିତ୍ରାଣ ପାଉଥିଲେ। ପରିତ୍ରାଣ ପାଉଥିବା ଲୋକମାନଙ୍କୁ ପ୍ରଭୁ ବିଶ୍ୱାସୀମାନଙ୍କ ଦଳରେ ସଂଯୁକ୍ତ କରୁଥିଲେ।

ଗୀତସଂହିତା 23

ଦାଉଦଙ୍କର ଏକ ଗୀତ।

23 ସଦାପ୍ରଭୁ ମୋର ପ୍ରତିପାଳକ ଅଟନ୍ତି,
    ମୋର କିଛି ଅଭାବ ହେବ ନାହିଁ।
ସେ ମୋତେ କୋମଳ ସବୁଜ ସ୍ଥାନରେ ଶୋଇବାକୁ ଦିଅନ୍ତି।
    ସେ ମୋତେ ସ୍ଥିର ଜଳପୂର୍ଣ୍ଣ ପୁଷ୍କରିଣୀ ପାଖେ ପାଖେ କଢ଼ାଇ ନିଅନ୍ତି।
ସେ ମୋର ପ୍ରାଣରେ ନୂତନ ବଳ ସଞ୍ଚାର କରନ୍ତି, ସେ ମୋତେ ଧର୍ମପଥରେ କଢ଼ାଇ ନିଅନ୍ତି।
    ଏହା ଦ୍ୱାରା ପ୍ରମାଣିତ ହୁଏ ଯେ, ସେ ପ୍ରକୃତରେ ପରମେଶ୍ୱର ଅଟନ୍ତି।
ଯଦିଓ ମୁଁ ମୃତ୍ୟୁଛାୟା ରୂପ ଉପତ୍ୟକାରେ ଏକା ବାଟ ଗ୍ଭଲେ, ଯାହାକି ଅନ୍ଧକାରରେ ଆଚ୍ଛାଦିତ ତଥାପି ମୁଁ କୌଣସି ବିପଦ ଯୋଗୁଁ ଭୟଭୀତ ହେବି ନାହିଁ।
    କାରଣ ସଦାପ୍ରଭୁ, ତୁମ୍ଭେ ମୋ’ ସହିତ ଅଛ।
    ତୁମ୍ଭର ଆଶାବାଡ଼ି ଓ ପାଞ୍ଚଣ ବାଡ଼ି ମୋତେ ସୁରକ୍ଷା କରେ।
ହେ ସଦାପ୍ରଭୁ, ତୁମ୍ଭେ ମୋର ଶତ୍ରୁମାନଙ୍କ ସମ୍ମୁଖରେ ମୋର ମେଜ ସଜାଇଅଛ।
    ତୁମ୍ଭେ ମୋର ମୁଣ୍ଡରେ ତେଲ ଢାଳିଛ।
    ମୋ’ ପାନପାତ୍ର ପୂର୍ଣ୍ଣ ହୋଇ ଉଚ୍ଛୁଳି ପଡ଼ିଛି।
ନିଶ୍ଚୟ ଧାର୍ମିକତା, ମଙ୍ଗଳ ଓ ଦୟା ମୋର ଅବଶିଷ୍ଟ ଜୀବନର ପଶ୍ଚା‌ଦ୍‌ଗାମୀ ହେବ।
    ମୁଁ ଶେଷରେ ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ସବୁଦିନ ପାଇଁ ବାସ କରିବି।

ପିତରଙ୍କ ପ୍ରଥମ ପତ୍ର 2:19-25

19 ଜଣେ ଲୋକ ଭୁଲ୍ ନ କରିଥିଲେ ମଧ୍ୟ ସେ ଦୁଃଖ ପାଇ ପାରେ। ଯଦି ସେ ଲୋକ ପରମେଶ୍ୱରଙ୍କ କଥା ଚିନ୍ତା କରେ ଓ କଷ୍ଟକୁ ସହି ଯାଏ ତା'ହେଲେ ପରମେଶ୍ୱର ପ୍ରସନ୍ନ ହୁଅନ୍ତି। 20 କିନ୍ତୁ ଯଦି ତୁମ୍ଭେ ଭୁଲ୍ କରିଥିବାରୁ ଦଣ୍ଡିତ ହୁଅ, ତା'ହେଲେ ସେହି ଦଣ୍ଡ ସହିଥିଲ ବୋଲି ତୁମ୍ଭେ ପ୍ରଶଂସା ପାଇବାର କୌଣସି କାରଣ ନାହିଁ। କିନ୍ତୁ ତୁମ୍ଭେ ଯଦି ଭଲ କାମ କରି, ଯାତନା ସହି ଧୈର୍ଯ୍ୟବାନ ରୁହ, ତାହା ପରମେଶ୍ୱରଙ୍କୁ ପ୍ରସନ୍ନ କରେ। 21 ଏହା କରିବାକୁ ତୁମ୍ଭେ ଆହ୍ୱାନ ପାଇଛ। ତୁମ୍ଭେ ଅନୁସରଣ କରିବା ପାଇଁ ଖ୍ରୀଷ୍ଟ ଏକ ଉଦାହରଣ ଦେଖାଇ ଦେଇଯାଇଛନ୍ତି। ସେ ଯାହା କରିଥିଲେ, ତୁମ୍ଭେ ତାହା କରିବା ଉଚିତ୍। ସେ ତୁମ୍ଭ ପାଇଁ ଯାତନା ସହି ଥିବାରୁ, ତୁମ୍ଭେ ମଧ୍ୟ କଷ୍ଟ ଭୋଗିଲା ବେଳେ ଧୈର୍ଯ୍ୟଶୀଳ ହେବା ଉଚିତ୍।

22 “ସେ କୌଣସି ପାପ କରି ନ ଥିଲେ
    ଓ କୌଣସି ମିଛ କଥା ମୁହଁରେ ଉଚ୍ଚାରଣ କରି ନ ଥିଲେ।”(A)

23 ଲୋକେ ଖ୍ରୀଷ୍ଟଙ୍କୁ ମନ୍ଦ କଥା କହିଲେ, କିନ୍ତୁ ଯୀଶୁ ସେମାନଙ୍କୁ ମନ୍ଦ କଥା କହି ନାହାନ୍ତି। ଯୀଶୁ ଯାତନା ସହିଲେ, କିନ୍ତୁ ସେ ଲୋକଙ୍କୁ ଧମକ ଦେଇ କିଛି କହି ନ ଥିଲେ। ଯୀଶୁ ତାହାଙ୍କ ଯତ୍ନ ନେବା ପାଇଁ ପରମେଶ୍ୱରଙ୍କଠାରେ ନିର୍ଭରଶୀଳ ହେଲେ। 24 ପରମେଶ୍ୱର ନ୍ୟାୟ ବିଗ୍ଭର କରନ୍ତି। କ୍ରୁଶ ଉପରେ ଯୀଶୁ ଆମ୍ଭ ପାପଗୁଡ଼ିକୁ ସ୍ୱଦେହରେ ବହନ କଲେ। ସେ ଏହା କଲେ, ଯେପରି ଆମ୍ଭେ ପାପ ପାଇଁ ମୃତ ହେଇ, ଯାହା ସତ୍ୟ ତାହା ପାଇଁ ଜୀବିତ ରହିବା। ଯୀଶୁଙ୍କ କ୍ଷତଗୁଡ଼ିକ ଦ୍ୱାରା ତୁମ୍ଭେମାନେ ସୁସ୍ଥ ହୋଇଛ। 25 ମେଣ୍ଢା ଭଳି ତୁମ୍ଭେମାନେ ଭୁଲ୍ ରାସ୍ତାରେ ଗ୍ଭଲି ଯାଇଥିଲ। କିନ୍ତୁ ଏବେ ତୁମ୍ଭମାନଙ୍କର ଆତ୍ମାର ମେଷପାଳକ ଓ ରକ୍ଷକଙ୍କ ପାଖକୁ ଫେରି ଆସିଛ।

ଯୋହନ ଲିଖିତ ସୁସମାଗ୍ଭର 10:1-10

ମେଷପାଳକ ଓ ତା'ର ମେଷ

10 ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଯଦି କୌଣସି ଲୋକ ମେଷଶାଳରେ ପ୍ରବେଶ କରେ, ତେବେ ସେ ଦ୍ୱାର ବାଟେ ଯିବା ଉଚିତ୍। ଯଦି ସେ ଅନ୍ୟ ବାଟ ଚଢ଼ି ଭିତରକୁ ଯାଏ, ତେବେ ସେ ଗ୍ଭେର। ସେ ନିଶ୍ଚୟ ମେଷ ଗ୍ଭେରି କରିବା ପାଇଁ ଚେଷ୍ଟା କରୁଛି। କିନ୍ତୁ ଯେଉଁ ଲୋକ ମେଷମାନଙ୍କର ଯତ୍ନ ନିଏ, ସେ ଫାଟକ ଭିତର ଦେଇ ଯାଏ। ସେ ହିଁ ମେଷପାଳକ। ଫାଟକ ଜଗୁଆଳୀ ମେଷପାଳକ ପାଇଁ ଫାଟକ ଖୋଲେ। ମେଷମାନେ ମେଷପାଳକର କଥା ଶୁଣନ୍ତି। ମେଷପାଳକ ତା'ର ମେଣ୍ଢାକୁ ନାମଧରି ଡାକେ ଓ ବାହାରେ ଚରାଏ। ସେ ସବୁ ମେଷମାନଙ୍କୁ ବାହାରକୁ ଆଣେ, ସେମାନଙ୍କ ଆଗେ ଆଗେ ଗ୍ଭଲେ ଓ ମେଷମାନେ ତାହାର ଅନୁସରଣ କରନ୍ତି, କାରଣ ମେଷମାନେ ତା'ର ସ୍ୱର ଜାଣନ୍ତି। କିନ୍ତୁ ମେଷମାନେ ଅପରିଚିତ ଲୋକର ଅନୁସରଣ କରନ୍ତି ନାହିଁ। ସେମାନେ ତା’ ପାଖରୁ ଦୌଡ଼ି ପଳାନ୍ତି, କାରଣ ସେମାନେ ଅପରିଚିତ ଲୋକର ସ୍ୱର ଚିହ୍ନନ୍ତି ନାହିଁ।”

ଯୀଶୁ ଲୋକମାନଙ୍କୁ ଏହି କାହାଣୀ କହିଲେ। କିନ୍ତୁ ଲୋକମାନେ ତାହାଙ୍କ ଏହି କାହାଣୀର ଅର୍ଥ ବୁଝି ପାରିଲେ ନାହିଁ।

ଯୀଶୁ ଉତ୍ତମ ମେଷପାଳକ

ତେଣୁ ଯୀଶୁ ଆଉଥରେ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ମୁଁ ହେଉଛି ମେଷମାନଙ୍କ ଫାଟକ। ମୋ’ ପୂର୍ବରୁ ଯେଉଁ ଲୋକମାନେ ଆସିଥିଲେ, ସେମାନେ ଗ୍ଭେର ଓ ଡକାୟତ। ମେଷମାନେ ସେମାନଙ୍କ କଥା ଶୁଣିଲେ ନାହିଁ। ମୁଁ ଫାଟକ। ଯେଉଁ ବ୍ୟକ୍ତି ମୋ’ (ଫାଟକ) ଦେଇ ପ୍ରବେଶ କରେ, ସେ ରକ୍ଷା ପାଇବ। ସେହି ଲୋକ ଭିତରକୁ ଆସିପାରିବ ଓ ବାହାରକୁ ଯାଇ ପାରିବ। ତା'ର ଯାହା ଦରକାର, ସେ ସବୁ ପାଇବ। 10 ଜଣେ ଗ୍ଭେର ଗ୍ଭେରି, ହତ୍ୟା ଓ ନଷ୍ଟ କରିବା ପାଇଁ ଆସେ। କିନ୍ତୁ ମୁଁ ସେମାନଙ୍କୁ ପୂର୍ଣ୍ଣ ଓ ଉତ୍ତମ ଜୀବନ ଦେବା ପାଇଁ ଆସିଛି।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center