Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 102:1-17

ଅବସନ୍ନକାଳେ ସଦାପ୍ରଭୁଙ୍କ ଛାମୁରେ ଆପଣା ଦୁଃଖ ଜଣାଇବା ବେଳେ ଦୁଃଖୀ ଲୋକର ପ୍ରାର୍ଥନା।

102 ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଶୁଣ!
    ମୋର ସାହାଯ୍ୟ ପାଇଁ କରୁଥିବା ପ୍ରାର୍ଥନା ଶୁଣ।
ହେ ସଦାପ୍ରଭୁ, ମୋର ସଙ୍କଟ କାଳରେ ମୋର ନିକଟରୁ ବିମୁଖ ହୁଅ ନାହିଁ।
    ମୋ’ ପ୍ରତି କର୍ଣ୍ଣପାତ କର।
    ଯେତେବେଳେ ମୁଁ ସାହାଯ୍ୟ ପାଇଁ ପ୍ରାର୍ଥନା କରେ ଶୀଘ୍ର ମୋତେ ଉତ୍ତର ଦିଅ।
ମୋର ଜୀବନ ଧୂଆଁ ପରି କ୍ଷୟ ପାଉଅଛି।
    ମୋର ଅସ୍ଥି ନିଆଁ ଖୁଣ୍ଟାପରି ଜଳେ।
ମୋର ଶକ୍ତିସବୁ ଶେଷ ହୋଇଯାଇଛି।
    ମୁଁ ଯେପରି ଶୁଖିଲା ତୃଣପରି।
    ଏପରିକି ମୁଁ ଖାଇବା ପାଇଁ କ୍ଷୁଧା ହରେଇଅଛି।
ମୋର ଦୁଃଖ ସକାଶୁ ବର୍ତ୍ତମାନ
    ମୁଁ ଖାଲି ଚର୍ମ ଏବଂ ଅସ୍ଥି ହୋଇଛି।
ମୁଁ ମରୁଭୂମିର ଏକାକୀ ପେଗ୍ଭ ପରି,
    ମୁଁ ଏକ ପେଗ୍ଭ ପରି ନିଃସଙ୍ଗ ଯିଏକି ଏକ ପୁରୁଣା ଧ୍ୱଂସିତ ପରିତ୍ୟକ୍ତ କୋଠାରେ ବାସ କରୁଛି।
ଛାତ ଉପରିସ୍ଥ ଏକାକୀ ଘରଚଟିଆ ପରି
    ମୁଁ ଶୋଇପାରେ ନାହିଁ।
ମୋର ଶତ୍ରୁଗଣ ମୋତେ ସର୍ବଦା ଅପମାନିତ କରନ୍ତି।
    ମୋତେ ସେମାନେ ପରିହାସ କରନ୍ତି।
ମୋର ଦୁଃଖ ହିଁ ଏକମାତ୍ର ଭୋଜନ।
    ମୋର ପେୟଦ୍ରବ୍ୟ ଅଶ୍ରୁଜଳ ସଙ୍ଗେ ମିଶିଅଛି।
10 କାରଣ ହେ ସଦାପ୍ରଭୁ, ତୁମ୍ଭେ ମୋ’ ପ୍ରତି କୃଦ୍ଧ ହେଲ।
    ତୁମ୍ଭେ ମୋତେ ଉପରକୁ ଟେକି ପୁଣି ଦୂରକୁ ଫିଙ୍ଗି ଦେଲ।

11 ମୋର ଜୀବନ ପ୍ରାୟ ଶେଷ ହୋଇଅଛି।
    ମୁଁ ବର୍ତ୍ତମାନ ଏକ ଶୁଷ୍କ ଏବଂ ମଲା ଘାସ ପରି, ଶେଷ ଦିନର ଛାଇ ତୁଲ୍ୟ।
12 କିନ୍ତୁ ହେ ସଦାପ୍ରଭୁ, ତୁମ୍ଭେ ସବୁଦିନ ଶାସନ କର।
    ତୁମ୍ଭର ନାମ ଚିରଦିନ ପାଇଁ ଗ୍ଭଲୁ ରହିଥିବ।
13 ତୁମ୍ଭେ ଉଠ ଓ ସିୟୋନକୁ ଦୟା କର।
    ସେହି ଯଥାର୍ଥ ସମୟ ଆସିଅଛି।
    ଯେତେବେଳେ ତୁମ୍ଭେ ସିୟୋନକୁ ଦୟା କରିବ।
14 ତୁମ୍ଭର ଦାସଗଣ ସିୟୋନର ଶୈଳକୁ ପ୍ରେମ କରନ୍ତି।
    ସେମାନେ ଏପରିକି ସହରର ଧୂଳିକି ମଧ୍ୟ ପ୍ରେମ କରନ୍ତି।
15 ଜାତିଗୁଡ଼ିକ ସଦାପ୍ରଭୁଙ୍କ ନାମରେ ଉପାସନା କରିବେ।
    ହେ ସଦାପ୍ରଭୁ, ପୃଥିବୀର ସମସ୍ତ ରାଜାଗଣ ତୁମ୍ଭର ମହିମାକୁ ଭୟ କରିବେ।
16 ସଦାପ୍ରଭୁ ସିୟୋନକୁ ପୁନ୍ନରାୟ ତିଆରି କରିବେ।
    ଲୋକମାନେ ତାଙ୍କର ମହିମା ପୁନ୍ନରାୟ ଦେଖିବେ।
17 ଯେଉଁମାନେ ଗରିବ ଅବସ୍ଥାରେ ଅଛନ୍ତି, ପରମେଶ୍ୱର ସେମାନଙ୍କର ପ୍ରାର୍ଥନା ଶୁଣିବେ।
    ସେ ସେମାନଙ୍କର ବିନତିକୁ ଉପେକ୍ଷା କରିବେ ନାହିଁ।

ହିତୋପଦେଶ 3:5-12

ତୁମ୍ଭେ ସର୍ବାନ୍ତଃ ହୃଦୟରେ ସଦାପ୍ରଭୁଙ୍କୁ ବିଶ୍ୱାସ କର ଏବଂ ନିଜର ଚତୁରତା ଉପରେ ନିର୍ଭର କର ନାହିଁ। ତୁମ୍ଭର ପ୍ରତ୍ୟେକ କାର୍ଯ୍ୟରେ ତାଙ୍କୁ ମନେ କର ଓ ସେ ତୁମ୍ଭର ପଥସବୁ ସରଳ କରିବେ। ନିଜେ ନିଜକୁ ଜ୍ଞାନୀ ବୋଲି ଭାବ ନାହିଁ। କିନ୍ତୁ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କର, ମନ୍ଦଠାରୁ ଦୂରେଇ ରୁହ। ଯଦି ତୁମ୍ଭେ ଏପରି କର, ତେବେ ଏହା ତୁମ୍ଭର ଶରୀର ପାଇଁ ଔଷଧ କି ତାହା ତୁମ୍ଭ ପାଇଁ ଗୋଟିଏ ପୁଷ୍ଟିକର ତରଳ ଔଷଧ ହୋଇ ତୁମ୍ଭକୁ ଶକ୍ତିଶାଳୀ କରିବ।

ତୁମ୍ଭ ସମ୍ପଦରୁ ସଦାପ୍ରଭୁଙ୍କ ସମ୍ମାନ କର। ତାଙ୍କୁ ତୁମ୍ଭ ପ୍ରଥମ ଅମଳର କିଛି ଅଂଶ ଦିଅ। 10 ତହିଁରେ ତୁମ୍ଭ ଭଣ୍ଡାର ପରିପୂର୍ଣ୍ଣ ହେବ ଓ ତୁମ୍ଭ କୁଣ୍ଡରେ ନୂତନ ଦ୍ରାକ୍ଷାରସ ଉଚ୍ଛୁଳି ପଡ଼ିବ।

11 ହେ ମୋର ପୁତ୍ର, ବେଳେବେଳେ ସଦାପ୍ରଭୁ ତୁମ୍ଭର ଭୁଲ୍ ଦେଖାଇ ଶାସ୍ତିବିଧାନ କରନ୍ତି। ସେଥିରେ ତୁମ୍ଭେ କ୍ରୋଧିତ ହୁଅ ନାହିଁ। ସେଥିରୁ ଶିକ୍ଷା କରିବାକୁ ଚେଷ୍ଟା କର। 12 କାରଣ ସଦାପ୍ରଭୁ ଯେଉଁମାନଙ୍କୁ ଭଲପା’ନ୍ତି, ସେମାନଙ୍କୁ ଶାସନ କରନ୍ତି। ହଁ, ସଦାପ୍ରଭୁ ହେଉଛନ୍ତି ପିତାଙ୍କ ପରି। ପିତା ଯେପରି ଭଲ ପାଉଥିବା ପୁତ୍ରଙ୍କୁ ଶାସ୍ତି ବିଧାନ କରନ୍ତି, ସଦାପ୍ରଭୁ ସେହିପରି ଶାସ୍ତିବିଧାନ କରନ୍ତି।

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 7:44-56

44 “ଆମ୍ଭ ପୂର୍ବପୁରୁଷମାନଙ୍କ ପବିତ୍ର ତମ୍ବୁ ମଧ୍ୟ ପ୍ରାନ୍ତରରେ ଥିଲା। ପରମେଶ୍ୱର ମୋଶାଙ୍କୁ ଗୋଟିଏ ନ‌କ୍‌ସା ଦେଖାଇଲେ ଏବଂ ସେ ଦେଖିଥିବା ନ‌କ୍‌ସା ଅନୁସାରେ ଗୋଟିଏ ସାକ୍ଷ୍ୟ ତମ୍ବୁ ତିଆରି କରିବାକୁ ତାହାଙ୍କୁ କହିଥିଲେ। 45 ଆମ୍ଭର ପୂର୍ବପୁରୁଷମାନେ ସେହି ପବିତ୍ର ତମ୍ବୁ ସାଙ୍ଗରେ ଆଣିଥିଲେ। ସେହି ସମୟରେ ଯିହୋଶୂୟଙ୍କ ନେତୃତ୍ୱରେ ସେମାନେ ଅନ୍ୟଜାତି ଗଣର ଦେଶ ଅଧିକାର କରି ନେଇଥିଲେ। ଏହି ଜାତିମାନଙ୍କୁ ଆମ୍ଭ ପୂର୍ବପୁରୁଷମାନଙ୍କ ସାମନାରେ ବାହାର କରିଦେଲେ। ତମ୍ବୁଟି ଦାଉଦଙ୍କ ସମୟ ପର୍ଯ୍ୟନ୍ତ ଥିଲା। 46 ଦାଉଦ ପରମେଶ୍ୱରଙ୍କ କୃପା ପ୍ରାପ୍ତ ହେଲେ। ସେ ଯାକୁବର ପରମେଶ୍ୱରଙ୍କ ପାଇଁ ଗୋଟିଏ ମନ୍ଦିର ତୋଳିବାକୁ ଅନୁମତି ଦେବା ପାଇଁ ପରମେଶ୍ୱରଙ୍କୁ ଅନୁରୋଧ କଲେ। 47 କିନ୍ତୁ ଶଲୋମନ ତାହାଙ୍କ ପାଇଁ ଗୋଟିଏ ମନ୍ଦିର ନିର୍ମାଣ କଲେ।

48 “ମାତ୍ର ସର୍ବୋପରିସ୍ଥ ପରମେଶ୍ୱର କୌଣସି ହାତ ତିଆରି ମନ୍ଦିରରେ ବାସ କରନ୍ତି ନାହିଁ। ଭବିଷ୍ୟ‌ଦ୍‌ବକ୍ତା ଏହିପରି ଲେଖନ୍ତି,

49 ‘ସ୍ୱର୍ଗ ମୋହର ସିଂହାସନ
    ପୃଥିବୀ ମୋହର ପାଦପୀଠ।
ତୁମ୍ଭେମାନେ ମୋ’ ପାଇଁ କି ପ୍ରକାରର ମନ୍ଦିର ନିର୍ମାଣ କରିବ?
    ମୋର ବିଶ୍ରାମ ନେବା ପାଇଁ ସ୍ଥାନ କେଉଁଠି?
50 ମନେରଖ, ମୁଁ ଏସବୁ ସୃଷ୍ଟି କରିଛି।’”(A)

51 ସ୍ତିଫାନ କହିଲେ, “ହେ ଯିହୂଦୀ ଲୋକମାନେ, ତୁମ୍ଭେମାନେ କେଡ଼େ ଜି‌ଦ୍‌ଖୋର! ତୁମ୍ଭମାନଙ୍କର ହୃଦୟ ପରମେଶ୍ୱରଙ୍କର ନୁହେଁ। ତୁମ୍ଭେମାନେ ତାହାଙ୍କ କଥା ଶୁଣିବାକୁ ମନା କରୁଛ। ତୁମ୍ଭେମାନେ ସର୍ବଦା ପବିତ୍ରଆତ୍ମାଙ୍କର ବିରୋଧ କରିଛ। ତୁମ୍ଭେମାନେ ସବୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ପରି ହେଉଛ। 52 ତୁମ୍ଭମାନଙ୍କର ପୂର୍ବପୁରୁଷମାନେ କୌଣସି ଭାବବାଦୀଙ୍କୁ ତାଡ଼ନା ନ କରି ଛାଡ଼ି ନାହାନ୍ତି। ଏହି ଭାବବାଦୀମାନେ ପୂର୍ବରୁ ସେହି ଧାର୍ମିକ ବ୍ୟକ୍ତିଙ୍କର ଆଗମନ କଥା କହିଥିଲେ। କିନ୍ତୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସେହି ଲୋକମାନଙ୍କୁ ମଧ୍ୟ ମାରି ଦେଇଥିଲେ। ବର୍ତ୍ତମାନ ତୁମ୍ଭେମାନେ ସେହି ଧାର୍ମିକ ବ୍ୟକ୍ତିଙ୍କୁ ପ୍ରତାରିତ ଓ ହତ୍ୟା କରିଛ। 53 ତୁମ୍ଭେମାନେ ପରମେଶ୍ୱରଙ୍କ ଦୂତ ଦ୍ୱାରା ମୋଶାଙ୍କୁ ଦିଆଯାଇଥିବା ବ୍ୟବସ୍ଥାକୁ ଗ୍ରହଣ କରିଛ, କିନ୍ତୁ ତାହାର ବାଧ୍ୟ ହୋଇ ନାହଁ।”

ସ୍ତିଫାନଙ୍କ ହତ୍ୟା

54 ଯିହୂଦୀ ନେତାମାନେ ଏହା ଶୁଣି ସ୍ତିଫାନଙ୍କର ଉପରେ ଭୀଷଣ ରାଗି ଦାନ୍ତ କଡ଼ମଡ଼ କଲେ। 55 କିନ୍ତୁ ସ୍ତିଫାନ ପବିତ୍ରଆତ୍ମାରେ ପୂର୍ଣ୍ଣ ହୋଇ ଆକାଶକୁ ଗ୍ଭହିଁଲେ। ସେଠାରେ ସେ ପରମେଶ୍ୱରଙ୍କ ଗୌରବ ଦେଖିଲେ। ସେ ଯୀଶୁଙ୍କୁ ପରମେଶ୍ୱରଙ୍କ ଡାହାଣ ପଟେ ଠିଆ ହେବାର ଦେଖିଲେ। 56 ସ୍ତିଫାନ କହିଲେ, “ଦେଖ, ମୁଁ ସ୍ୱର୍ଗକୁ ଖୋଲା ଅବସ୍ଥାରେ ଓ ପରମେଶ୍ୱରଙ୍କ ଡାହାଣ ପଟେ ମନୁଷ୍ୟପୁତ୍ରଙ୍କୁ ଠିଆ ହେବାର ଦେଖୁଛି।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center