Revised Common Lectionary (Semicontinuous)
8 ହେ ମାନବ ସମାଜ, ଆମ୍ଭ ପରମେଶ୍ୱରଙ୍କର ପ୍ରଶଂସା ଗାନ କର।
ଉଚ୍ଚ ସ୍ୱରରେ ତାଙ୍କର ମହିମା ଗାନ କର।
9 ପରମେଶ୍ୱର ଆମ୍ଭମାନଙ୍କୁ ଜୀବନ ଦେଲେ
ଏବଂ ଆମ୍ଭକୁ ଖସିଯିବାକୁ ଅନୁମତି ଦେଇ ନାହାନ୍ତି।
10 ହେ ପରମେଶ୍ୱର, ତୁମ୍ଭେ ଆମ୍ଭକୁ ଲୋକ ବୋଲି ପରୀକ୍ଷା କରିଅଛ।
ଯେପରି ଅଗ୍ନିରେ ଲୋକମାନେ ରୂପାକୁ ପରୀକ୍ଷା କରନ୍ତି।
11 ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ।
ତୁମ୍ଭେ ଆମ୍ଭକୁ ଭାରୀ ବୋଝ ଦେଇଅଛ।
12 ତୁମ୍ଭେ ଆମ୍ଭର ଶତ୍ରୁମାନଙ୍କୁ ସେମାନଙ୍କର ଘୋଡ଼ାରେ ଚଢ଼ି ଆମ୍ଭମାନଙ୍କ ମସ୍ତକ ଉପରେ ଯିବାକୁ ଦେଇଛ।
ତୁମ୍ଭେ ଅଗ୍ନି ଓ ଜଳ ମଧ୍ୟଦେଇ ଗ୍ଭଲିବାକୁ କହିଛ।
କିନ୍ତୁ ତୁମ୍ଭେ ଆମ୍ଭମାନଙ୍କୁ ସୁରକ୍ଷିତ ସ୍ଥାନକୁ ନେଇ ଆସିଛ।
13-14 ତେଣୁ, ମୁଁ ତୁମ୍ଭ ପବିତ୍ର ମନ୍ଦିରକୁ ହୋମବଳି ନେଇ ଆସିବି।
ଯେତେବେଳେ ମୁଁ ସଂଙ୍କଟରେ ଥିଲି, ମୁଁ ତୁମ୍ଭର ସାହାଯ୍ୟ ପାଇଁ ଅନୁରୋଧ କରିଥିଲି।
ମୁଁ ତୁମ୍ଭ ଆଗରେ ଶପଥ କରିଛି।
ବର୍ତ୍ତମାନ ମୁଁ କରିଥିବା ଶପଥ ତୁମ୍ଭକୁ ସମର୍ପଣ କରୁଛି।
15 ମୁଁ ତୁମ୍ଭକୁ ମାଂସାଳ ପଶୁମାନଙ୍କୁ ପାପାର୍ଥକବଳି ଆକାରରେ ପ୍ରଦାନ କରିବି।
ମୁଁ ମେଷ ସହିତ ସେମାନଙ୍କର ସୁଗନ୍ଧି ପ୍ରଦାନ କରିବି।
ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି। ସେଲା
16 ହେ ସମସ୍ତ ଲୋକ, ଯେଉଁମାନେ ପରମେଶ୍ୱରଙ୍କୁ ଉପାସନା କର,
ଆସ ଏବଂ ମୁଁ ତୁମ୍ଭମାନଙ୍କୁ କହିବି ପରମେଶ୍ୱର ମୋ’ ପାଇଁ କ’ଣ ସବୁ କରିଛନ୍ତି।
17 ମୁଁ ତାଙ୍କୁ ପ୍ରାର୍ଥନା କରିଥିଲି।
ମୁଁ ତାଙ୍କର ପ୍ରଶଂସା କରିଥିଲି।
18 ମୁଁ ଯେବେ ମୋର ମନ ମଧ୍ୟରେ ଅଧର୍ମକୁ ଆଦର କରେ।
ତେବେ ମୋର ପ୍ରଭୁ ମୋର କଥା ଶୁଣିବେ ନାହିଁ।
19 ପରମେଶ୍ୱର ମୋର କଥା ଶୁଣିଅଛନ୍ତି।
ପରମେଶ୍ୱର ମୋର ପ୍ରାର୍ଥନା ଗ୍ରହଣ କରିଛନ୍ତି।
20 ପରମେଶ୍ୱରଙ୍କର ପ୍ରଶଂସା କର! ପରମେଶ୍ୱର ମୋ’ ପାଖରୁ ମୁହଁ ଫେରାଇ ନାହାନ୍ତି।
ସେ ମୋର ପ୍ରାର୍ଥନା ଶୁଣିଛନ୍ତି।
ପରମେଶ୍ୱର ତାଙ୍କର ପ୍ରେମ ମୋତେ ଦେଖାଇଛନ୍ତି।
13 ଏହା ପରେ, ନୋହ ଜାହାଜର ଦ୍ୱାର ଖୋଲିଲେ। ନୋହ ଦେଖିଲେ ଯେ, ଭୂମି ପୁରା ଶୁଖି ଯାଇଛି। ଏହା ଥିଲା ପ୍ରଥମ ମାସର ପ୍ରଥମ ଦିବସ। ନୋହଙ୍କୁ ସେତେବେଳେ 601 ବର୍ଷ ହୋଇଥିଲା। 14 ଦ୍ୱିତୀୟ ମାସର ଶତାଇଶ ଦିନ ବେଳକୁ ଭୂମି ପୁରା ଶୁଖି ଯାଇଥିଲା।
15 ଏହା ପରେ ପରମେଶ୍ୱର ନୋହଙ୍କୁ କହିଲେ, 16 “ଜାହାଜକୁ ପରିତ୍ୟାଗ କର, ତୁମ୍ଭେ ତୁମ୍ଭର ସ୍ତ୍ରୀ, ତୁମ୍ଭର ପୁତ୍ର ଓ ପୁତ୍ରବଧୂମାନଙ୍କୁ ବାହାରି ଆସିବାକୁ କୁହ 17 ତୁମ୍ଭ ସହିତ ସମସ୍ତ ପଶୁଗୁଡ଼ିକୁ ବାହାର କରିଆଣ। ସମସ୍ତ ପଶୁ, ସମସ୍ତ ପକ୍ଷୀ, ସମସ୍ତ ଭୂଚର ପ୍ରାଣୀ ସେମାନେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ। ପୁଣି ପୃଥିବୀ ଫଳବନ୍ତ ହେଉ।”
18 ତେଣୁ ନୋହ ତାଙ୍କର ସ୍ତ୍ରୀ, ତାଙ୍କର ପୁତ୍ର ଓ ପୁତ୍ରବଧୂମାନଙ୍କ ସହିତ ବାହାରକୁ ପଳାଇ ଆସିଲେ। 19 ସମସ୍ତ ପଶୁ ଏବଂ ଭୂମିରେ ଗୁରୁଣ୍ଡୁଥିବା ଜୀବିତ ପ୍ରାଣୀମାନେ ଏବଂ ସମସ୍ତ ପକ୍ଷୀ ତାଙ୍କର ପରିବାର ସହିତ ଜାହାଜରୁ ବାହାରି ଆସିଲେ।
27 “ମୁଁ ତୁମ୍ଭକୁ ଶାନ୍ତି ଦେଇ ଯାଉଛି। ଏହି ଶାନ୍ତି ମୋ’ ନିଜର, ଯାହା ମୁଁ ତୁମ୍ଭକୁ ଦେଉଛି। ଜଗତ ଯେପରି ଶାନ୍ତି ଦିଏ, ତା'ଠାରୁ ଭିନ୍ନ ଶାନ୍ତି ମୁଁ ତୁମ୍ଭକୁ ଦେଉଛି। ତେଣୁ ମନରେ ଦୁଃଖ କର ନାହିଁ। ଭୟ ମଧ୍ୟ କର ନାହିଁ। 28 ତୁମ୍ଭେ ମୋର କଥା ଶୁଣିଛ ଯେ ‘ମୁଁ ଯାଉଛି, କିନ୍ତୁ ମୁଁ ପୁଣି ତୁମ୍ଭ ପାଖକୁ ଫେରିବି।’ ଯଦି ତୁମ୍ଭେ ମୋତେ ପ୍ରକୃତରେ ପ୍ରେମ କରୁଥାଅ, ତେବେ ମୋ’ ପାଇଁ ତୁମ୍ଭେ ଖୁସୀ ହେବ, କାରଣ ବର୍ତ୍ତମାନ ମୁଁ ପରମପିତାଙ୍କ ନିକଟକୁ ଯାଉଛି। ପରମପିତା ମୋ'ଠାରୁ ମହାନ୍। 29 ଏ ସମସ୍ତ ଘଟଣା ଘଟିବା ପୂର୍ବରୁ ମୁଁ ତୁମ୍ଭକୁ ସବୁ ବିଷୟଗୁଡ଼ିକ ବର୍ତ୍ତମାନ ଜଣାଇଦେଲି, ଯେପରି ଏସବୁ ଘଟିଲା ବେଳେ ତୁମ୍ଭେ ବିଶ୍ୱାସ କରିବ।
2010 by World Bible Translation Center