Revised Common Lectionary (Semicontinuous)
93 ସଦାପ୍ରଭୁ ରାଜା ଅଟନ୍ତି।
ସେ ମହିମା ଓ ଶକ୍ତି ରୂପକ ବସ୍ତ୍ର ପରିଧାନ କରନ୍ତି।
ସେ ନିଜ କଟିରେ ସମଗ୍ର ବିଶ୍ୱକୁ ଧରିଛନ୍ତି,
ଏହା ଯେପରି ଟଳମଳ ହୋଇ ନ ଯାଏ।
2 ହେ ପରମେଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳରୁ ରହିଥିଲା,
ତୁମ୍ଭେ ସର୍ବଦା ଜୀବିତ ଏବଂ ସର୍ବଦା ଶାସନ କରିବ।
3 ସଦାପ୍ରଭୁ, ସମୁଦ୍ରସବୁ ଘଡ଼ଘଡ଼ି ଭଳି ଧ୍ୱନି ବାହାର କଲେ।
ସମୁଦ୍ରସବୁ ସେମାନଙ୍କର ଢେଉ ଭାଙ୍ଗି ଗର୍ଜନ କଲେ।
4 ଜଳରାଶିର ଧ୍ୱନି ଓ ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା
ଊର୍ଦ୍ଧ୍ୱସ୍ଥ ସଦାପ୍ରଭୁ ବଳବାନ।
5 ହେ ସଦାପ୍ରଭୁ, ତୁମ୍ଭର ବ୍ୟବସ୍ଥା ସର୍ବଦା ରହିବ।
ତୁମ୍ଭର ପବିତ୍ର ମନ୍ଦିର ଚିରସ୍ଥାୟୀ ରହିବ।
ଲୋକମାନେ ପରମେଶ୍ୱରଙ୍କୁ ଭୟ କରୁଥିଲେ
22 ମୋଶା କହିଲେ, “ସଦାପ୍ରଭୁ ପର୍ବତରେ ଅଗ୍ନି ଓ ମେଘ ଓ ଘୋର ଅନ୍ଧାର ମଧ୍ୟରୁ ତୁମ୍ଭମାନଙ୍କର ସମସ୍ତ ସମାଜ ପ୍ରତି ଏହି ସମସ୍ତ ବାକ୍ୟ ଉଚ୍ଚସ୍ୱରରେ କହିଲେ। ଆଉ କିଛି କହିଲେ ନାହିଁ। ତେଣୁ ସେ ଏହି ସମସ୍ତ କଥା ଦୁଇଖଣ୍ତ ପ୍ରସ୍ତର ପଟାରେ ଲେଖି ମୋତେ ଦେଲେ।
23 “ମାତ୍ର ପର୍ବତ ଅଗ୍ନିରେ ଜଳିବା ସମୟରେ ତୁମ୍ଭେମାନେ ଅନ୍ଧକାର ମଧ୍ୟରୁ ଶବ୍ଦ ଶୁଣିଲ। ଏହା ପରେ ତୁମ୍ଭମାନଙ୍କର ଗୋଷ୍ଠୀର ମୁଖ୍ୟ ଓ ପ୍ରାଚୀନ ମୋ’ ନିକଟକୁ ଆସିଲେ। 24 ସେମାନେ କହିଲେ, ଦେଖ, ‘ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ନିକଟରେ ଆପଣା ପ୍ରତାପ ଓ ମହିମା ପ୍ରକାଶ କରିଅଛନ୍ତି। ଆଉ ଆମ୍ଭେମାନେ ଅଗ୍ନି ମଧ୍ୟରୁ ତାହାଙ୍କ ବାକ୍ୟ ଶୁଣିଅଛୁ। ଆମ୍ଭେମାନେ ଆଜି ଦେଖିଲୁ ପରମେଶ୍ୱର ମନୁଷ୍ୟ ସହିତ କଥା କହିଲେ ହେଁ ସେ ବଞ୍ଚିପାରେ। 25 କିନ୍ତୁ ଯଦି ଆମ୍ଭେମାନେ ଆମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କର ବାକ୍ୟ ଅଧିକ ଶୁଣୁ, ତା’ ନ ହେଲେ ଆମ୍ଭେମାନେ ମୃତ୍ୟୁବରଣ କରିବୁ। ସେହି ଭୟଙ୍କର ଅଗ୍ନି ଆମ୍ଭମାନଙ୍କୁ ଧ୍ୱଂସ କରିବ। ଆମ୍ଭେମାନେ ମରିବାକୁ ଗ୍ଭହୁଁ ନାହୁଁ। 26 ଅଗ୍ନି ମଧ୍ୟରୁ ଜୀବନ୍ତ ପରମେଶ୍ୱର କହିବାର କେହି ଶୁଣି ନାହାନ୍ତି। ଯେପରି ଆମ୍ଭେମାନେ ଶୁଣିଛୁ ଓ ବଞ୍ଚିଛୁ। 27 ହେ ମୋଶା ଯାଅ ଓ ଶୁଣ, ଯାହାସବୁ ସଦାପ୍ରଭୁ ଆମ୍ଭର ପରମେଶ୍ୱର କହନ୍ତି ଏବଂ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କଠାରୁ ଯାହା ଶୁଣିଛ, ତାହା ଆମ୍ଭମାନଙ୍କୁ କୁହ ଏବଂ ଆମ୍ଭେମାନେ ତାହା ପାଳନ କରିବୁ।’
ସଦାପ୍ରଭୁ ମୋଶାଙ୍କ ସହିତ କଥାବାର୍ତ୍ତା କଲେ
28 “ତୁମ୍ଭେମାନେ ମୋତେ ଯେତେବେଳେ ଏପରି କହିଲ, ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କର ସେହି ବାକ୍ୟର କଥା ଶୁଣି ମୋତେ କହିଲେ, ‘ଏହି ଲୋକମାନେ ତୁମ୍ଭକୁ ଯାହା କହିଛନ୍ତି ଆମ୍ଭେ ସେହି କଥା ଶୁଣିଅଛୁ। ସେମାନେ ଯାହା କହିଛନ୍ତି ଭଲ କହିଛନ୍ତି। 29 ଆମ୍ଭେ ଗ୍ଭହୁଁ ତାଙ୍କର ଭାବନାର ପରିବର୍ତ୍ତନ ଘଟୁ। ଆମ୍ଭେ ଗ୍ଭହୁଁ ସେମାନେ ହୃଦୟତାର ସହକାରେ ଆମ୍ଭକୁ ସମ୍ମାନ କରି ଆମ୍ଭର ବାକ୍ୟ ପାଳନ କରନ୍ତୁ। ଏହା ପରେ ସେମାନଙ୍କର ଓ ତାଙ୍କ ସନ୍ତାନମାନଙ୍କର ଅନନ୍ତକାଳୀନ ମଙ୍ଗଳ ହେବ।
30 “‘ତୁମ୍ଭେ ଯାଇ ସେମାନଙ୍କୁ କୁହ ଯେ ତୁମ୍ଭେମାନେ ନିଜ ନିଜ ତମ୍ବୁକୁ ଫେରିଯାଅ। 31 ମାତ୍ର ତୁମ୍ଭେ ଏହି ସ୍ଥାନରେ ମୋ’ ନିକଟରେ ଠିଆ ହୁଅ। ମୁଁ ତୁମ୍ଭକୁ ଆଜ୍ଞା, ନିୟମ ଏବଂ ଶାସନସବୁ କହିବି, ମୁଁ ସେମାନଙ୍କୁ ସେମାନଙ୍କର ଅଧିକାର ଦେବି। ଯାହାକି ତୁମ୍ଭେ ସେମାନଙ୍କୁ ଶିକ୍ଷା ଦେବା ଉଚିତ୍ ଏବଂ ସେମାନେ ସେହି ଦେଶରେ ତାହା ମାନିବା ଉଚିତ୍।’
32 “ଏଥିପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେପରି ଆଜ୍ଞା ଦେଇଛନ୍ତି, ସେହିପରି ଭାବରେ ପାଳନ କରିବା ପାଇଁ ମନୋଯୋଗ କରିବେ। ତୁମ୍ଭେମାନେ ତହିଁର ଦକ୍ଷିଣରେ କି ବାମରେ ଫେରିବ ନାହିଁ। 33 ଦେଖ, ଯେପରି ତୁମ୍ଭେ ସେହି ରାସ୍ତାରେ ଗ୍ଭଲ ଯେଉଁ ରାସ୍ତାରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଗ୍ଭଲିବା ପାଇଁ ଆଦେଶ ଦେଇଛନ୍ତି, ଯେଉଁଥିପାଇଁ ତୁମ୍ଭେମାନେ ସେହି ଦେଶରେ ଦୀର୍ଘଦିନ ବଞ୍ଚିବ ଓ ତୁମ୍ଭେ ଯେଉଁ ଦେଶ ଅଧିକାର କରିବ, ସେଠାରେ ତୁମ୍ଭର ସର୍ବମଙ୍ଗଳ ହେବ।
ସତ୍କର୍ମ ପାଇଁ ଦୁଃଖ ଭୋଗ
8 ଅତଏବ ସମସ୍ତେ ମିଳିମିଶି ଶାନ୍ତିରେ ରହିବା ଉଚିତ୍। ପରସ୍ପରକୁ ବୁଝିବା ପାଇଁ ଚେଷ୍ଟା କର। ପରସ୍ପରକୁ ଭାଇ ଭଉଣୀ ଭଳି ଭଲ ପାଅ। ସଦୟ ଓ ନମ୍ର ହୁଅ। 9 ତୁମ୍ଭ ପ୍ରତି ମନ୍ଦ କାମ କରିଥିବା ଲୋକକୁ ଆକ୍ରମଣ କରିବା ଉଦ୍ଦେଶ୍ୟରେ କୌଣସି ଲୋକ ପ୍ରତି ମନ୍ଦ କାମ କର ନାହିଁ। ବା ତୁମ୍ଭକୁ ଖରାପ କଥା କହିଥିବା ଯୋଗୁଁ କୌଣସି ଲୋକକୁ ତା’ ବଦଳରେ ମନ୍ଦ କଥା କୁହ ନାହିଁ। ତା’ ବଦଳରେ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କର ଯେ, ସେ ତାକୁ ଆଶୀର୍ବାଦ କରିବେ। ତୁମ୍ଭେ ନିଜେ ଆଶୀର୍ବାଦ ଗ୍ରହଣ କରିବା ପାଇଁ ଆହ୍ୱାନ ପାଇଥିବାରୁ ଏପରି କର। 10 ଶାସ୍ତ୍ର କୁହେ:
“ଯେଉଁ ଲୋକ ଜୀବନକୁ ଭଲ ପାଇବାକୁ ଗ୍ଭହେଁ
ଓ ଭଲ ଦିନଗୁଡ଼ିକୁ ଉପଭୋଗ କରିବାକୁ ଗ୍ଭହେଁ
ସେ ମନ୍ଦକଥା କହିବା
ଓ ମିଛ କଥା କହିବା ବନ୍ଦ କରିବା ଉଚିତ୍।
11 ସେ ମନ୍ଦ କାର୍ଯ୍ୟ ନିଶ୍ଚୟ ବନ୍ଦ କରୁ ଓ ଭଲ କାମ କରୁ।
ସେ ଶାନ୍ତି ପାଇବା ପାଇଁ ଲକ୍ଷ୍ୟ ରଖି ଚେଷ୍ଟା କରିବା ଉଚିତ୍।
12 ଭଲ ଲୋକମାନଙ୍କୁ ପ୍ରଭୁ ଦେଖନ୍ତି,
ସେମାନଙ୍କର ପ୍ରାର୍ଥନା ସବୁ ସେ ଶୁଣନ୍ତି।
କିନ୍ତୁ ମନ୍ଦ କାମ କରୁଥିବା ଲୋକଙ୍କର ସେ ବିରୋଧୀ ଅଟନ୍ତି।”(A)
2010 by World Bible Translation Center