Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 104:24-34

24 ସଦାପ୍ରଭୁ, ତୁମ୍ଭେ କେତେ ଜିନିଷ ତିଆରି କରିଅଛ।
    ପୃଥିବୀ ତୁମ୍ଭ ସୃଷ୍ଟି ବସ୍ତୁରେ ପରିପୂର୍ଣ୍ଣ ଅଛି।
    ଜ୍ଞାନ ବଳରେ ତୁମ୍ଭେ ସେସବୁ ଜିନିଷ ତିଆରି କରିଅଛ।
25 ମହାସାଗରକୁ ଦେଖ, ଏହା କେତେ ମହାନ!
    ବହୁତ ଛୋଟ ଏବଂ ବଡ଼ ଜୀବ ସେଥିରେ ବାସ କରୁଛନ୍ତି।
    ସେଗୁଡ଼ିକୁ ଗଣନା କରି ହେବ ନାହିଁ।
26 ତହିଁରେ ଜାହାଜ ଯାତାୟାତ କରେ।
    ତହିଁରେ ଖେଳିବା ପାଇଁ
    ତୁମ୍ଭର ସୃଷ୍ଟି ଲିବିୟାଥନ୍ ଥାଏ।

27 ଏ ସମସ୍ତ ପ୍ରାଣୀ ତୁମ୍ଭ ଉପରେ ନିର୍ଭର କରନ୍ତି,
    ଯେପରିକି ଠିକ୍ ସମୟରେ ତୁମ୍ଭେ ସେମାନଙ୍କୁ ଖାଦ୍ୟ ପ୍ରଦାନ କରିବ,
28 ତୁମ୍ଭେ ସେମାନଙ୍କୁ ଖାଦ୍ୟ ଦିଅ, ଯାହା ସେମାନେ ସଂଗ୍ରହ କରନ୍ତି।
    ତୁମ୍ଭେ ତୁମ୍ଭର ହସ୍ତ ଖୋଲି ଦିଅ, ସେମାନେ ପରିତୃପ୍ତ ହେବା ପର୍ଯ୍ୟନ୍ତ ଏଥିରୁ ଭୋଜନ କରିବେ।
29 ଏବଂ ତୁମ୍ଭେ ଯେତେବେଳେ ସେମାନଙ୍କର ବିମୁଖ ହୁଅ ସେମାନେ ଭୟଭୀତ ହୁଅନ୍ତି।
    ଯେତେବେଳେ ତୁମ୍ଭେ ସେମାନଙ୍କର ନିଃଶ୍ୱାସ ପ୍ରଶ୍ୱାସ ନେଇଯାଅ,
ସେମାନେ ଦୁର୍ବଳ ଓ ମୃତ୍ୟୁ ହୋଇ ଯାଆନ୍ତି,
    ପୁଣି ସେମାନଙ୍କ ଶରୀର ଧୂଳିରେ ପରିଣତ ହୁଏ।
30 ହେ ସଦାପ୍ରଭୁ, ତୁମ୍ଭେ ଯେତେବେଳେ ଆପଣା ଆତ୍ମା ପଠାଅ, ସେତେବେଳେ ନୂତନ ସୃଷ୍ଟି ହେବ।
    ଏବଂ ତୁମ୍ଭେ ପୁଣି ସମସ୍ତ ନୂତନ ଜିନିଷ ପୃଥିବୀରେ ସୃଷ୍ଟି କର।

31 ସଦାପ୍ରଭୁଙ୍କର ମହିମା ଅନନ୍ତକାଳ ଥାଉ!
    ସଦାପ୍ରଭୁ ଆପଣା ଦୃଷ୍ଟିରେ ଆନନ୍ଦିତ ହୁଅନ୍ତୁ।
32 ସଦାପ୍ରଭୁ ପୃଥିବୀକୁ ଗ୍ଭହିଁଲେ ପୃଥିବୀ କମ୍ପିତ ହୁଏ।
    ସେ ପର୍ବତକୁ ସ୍ପର୍ଶକଲେ ସେଥିରୁ ଧୂଆଁ ନିର୍ଗତ ହୁଏ।

33 ମୁଁ ଜୀବନସାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି।
    ମୁଁ ବଞ୍ଚିଥିବା ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ପ୍ରଶଂସା ଗାନ କରିବି।
34 ମୁଁ ଆଶାକରେ ମୁଁ ଯାହାସବୁ କହିଲି ତାହା ଆନନ୍ଦ ଦେବ।
    ମୁଁ ସଦାପ୍ରଭୁଙ୍କ ପାଇଁ ଆନନ୍ଦିତ ହେବି।

ଗୀତସଂହିତା 104:35

35 ପାପୀମାନେ ପୃଥିବୀରୁ ଉଭେଇ ଯାଆନ୍ତୁ।
    ସବୁଦିନ ପାଇଁ ଦୁଷ୍ଟ ଲୋକମାନେ ନିଶେଷ ହୁଅନ୍ତୁ।

ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର!
    ସଦାପ୍ରଭୁଙ୍କର ପ୍ରଶଂସା କର।

ଯିହିଜିକଲ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 39:7-8

ଇସ୍ରାଏଲର ଲୋକମାନଙ୍କ ମଧ୍ୟରେ ମୁଁ ମୋର ପବିତ୍ର ନାମକୁ ଜ୍ଞାତ କରାଇବି। ମୋର ପବିତ୍ର ନାମକୁ ଆଉ ଅପବିତ୍ର ହେବାକୁ ଦେବି ନାହିଁ। ତାହାହେଲେ ମୁଁ ଯେ ଇସ୍ରାଏଲ ମଧ୍ୟରେ ଧର୍ମମୟ ସଦାପ୍ରଭୁ ଅଟେ, ଏହା ଗୋଷ୍ଠୀୟମାନେ ଜାଣିବେ। ଆଉ ଦେଖ, ସେହି ଦିନ ଆସୁଅଛି ଓ ତାହା ନିଶ୍ଚିତ ଭାବରେ ଆସିବ।” ଏହା ସଦାପ୍ରଭୁ କହନ୍ତି। “ପୁଣି ଯେଉଁ ଦିନର ବିଷୟ ମୁଁ କହିଅଛି, ଏହା ସେହି ଦିନ।

ଯିହିଜିକଲ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 39:21-29

21 “ପରମେଶ୍ୱର କହିଲେ, ଜାତିମାନଙ୍କ ମଧ୍ୟରେ ମୋର ମହିମା ସ୍ଥାପନ କରିବି। ସେମାନେ ସେହି ଦଣ୍ଡ ଦେଖିବେ ଯାହା ମୁଁ ମୋର ହସ୍ତ ଉଠାଇ ପ୍ରୟୋଗ କରିଅଛି। 22 ସେହି ଦିନଠାରୁ ଇସ୍ରାଏଲ ବଂଶ ଜାଣିବେ ଯେ, ଆମ୍ଭେ ସଦାପ୍ରଭୁ, ସେମାନଙ୍କର ପରମେଶ୍ୱର ଅଟୁ। 23 ଆଉ ଗୋଷ୍ଠୀଗଣ ଜାଣିବେ ଯେ, ଇସ୍ରାଏଲ ବଂଶ ନିଜ ପାପପୂର୍ଣ୍ଣ କାର୍ଯ୍ୟ ଯୋଗୁଁ ବନ୍ଦୀ ହୋଇ ଅନ୍ୟ ଦେଶକୁ ଯାଇଥିଲେ। କାରଣ ସେମାନେ ମୋ’ ପ୍ରତି ଅବିଶ୍ୱସ୍ତ ଥିଲେ ଏବଂ ମୁଁ ସେମାନଙ୍କଠାରୁ ମୋର ମୁହଁ ବୁଲେଇ ନେଲି ଓ ସେମାନଙ୍କୁ ସେମାନଙ୍କର ଶତ୍ରୁମାନଙ୍କୁ ହସ୍ତାନ୍ତର କଲି ଏବଂ ସେମାନେ ଶତ୍ରୁଗଣର ‌‌ଖ‌ଡ଼୍‌ଗରେ ପତିତ ହେଲେ। 24 ସେମାନଙ୍କର ପାପ ଓ ଅପରାଧ ଅନୁସାରେ ମୁଁ ସେମାନଙ୍କୁ ବ୍ୟବହାର କଲି। ମୁଁ ସେମାନଙ୍କଠାରୁ ମୋର ମୁହଁ ଲୁଗ୍ଭଇଲି।”

25 ତେଣୁ ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “ଏବେ ମୁଁ ଯାକୁବକୁ ବନ୍ଦୀତ୍ୱରୁ ମୁକ୍ତ କରି ଆଣିବି ଓ ସମୁଦାୟ ଇସ୍ରାଏଲ ବଂଶ ପ୍ରତି ଦୟା କରିବି। ଏବଂ ମୁଁ ପବିତ୍ର ନାମ ସକାଶେ ଈର୍ଷାପରାୟଣ ହେବି। 26 ସେମାନେ ସର୍ବଦା ମୋ’ ବିରୁଦ୍ଧରେ ଯାଇଥିଲେ ବୋଲି ତାହା ଭୁଲିଯିବେ। ଆଉ ସେମାନେ ନିରାପଦରେ ଆପଣା ଦେଶରେ ବାସ କରିବେ ଓ କେହି ସେମାନଙ୍କୁ ଭୟଭୀତ କରାଇବେ ନାହିଁ। 27 ମୁଁ ସେମାନଙ୍କୁ ଯେଉଁ ଦିନ ନାନା ଜାତି ମଧ୍ୟରୁ ପୁନର୍ବାର ଆଣିବି ଏବଂ ସେମାନଙ୍କୁ ଶତ୍ରୁଗଣ ଦେଶରୁ ସଂଗ୍ରହ କରିବି, ଅନେକ ଦେଶମାନଙ୍କ ଦୃଷ୍ଟିରେ ମୁଁ ମୋର ପବିତ୍ରତା ସେମାନଙ୍କ ମଧ୍ୟରେ ଦେଖାଇବି। 28 ପୁଣି ମୁଁ ଯେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟେ। ତାହା ସେମାନେ ଜାଣିବେ। ମୁଁ ନାନା ଜାତିମାନଙ୍କ ମଧ୍ୟରେ ସେମାନଙ୍କୁ ନିର୍ବାସିତ କରାଇଲି ଓ ପୁନର୍ବାର ସେମାନଙ୍କ ନିଜ ଦେଶରେ ସେମାନଙ୍କୁ ସଂଗ୍ରହ କରିଅଛି। ମୁଁ ସେମାନଙ୍କର କାହାକୁ ଆଉ ସେଠାରେ ରଖିବି ନାହିଁ। 29 ଏବଂ ମୁଁ ଇସ୍ରାଏଲ ପରିବାର ଉପରେ ନିଜର ଆତ୍ମା ଜାଳି ଅଛି। ତାହାପରେ ମୁଁ ଆପଣା ମୁଖ ସେମାନଙ୍କଠାରୁ ଲୁଗ୍ଭଇବି ନାହିଁ।” ସଦାପ୍ରଭୁ ମୋର ପ୍ରଭୁ ଏହି କଥା କହନ୍ତି।

ରୋମୀୟଙ୍କ ପ୍ରତି ପତ୍ର 8:26-27

26 ଆତ୍ମା ମଧ୍ୟ ଆମକୁ ସାହାଯ୍ୟ କରୁଛନ୍ତି, ଆମ୍ଭେ ଅତି ଦୁର୍ବଳ କିନ୍ତୁ ଆତ୍ମା ଆମ୍ଭର ଦୁର୍ବଳତାରେ ଆମ୍ଭକୁ ସାହାଯ୍ୟ କରୁଛନ୍ତି। କ’ଣ ଓ କିପରି ପ୍ରାର୍ଥନା କରିବା ଉଚିତ୍ ତାହା ଆମ୍ଭେ ଜାଣୁ ନାହୁଁ। କିନ୍ତୁ ଆତ୍ମା ନିଜ ତରଫରୁ ପରମେଶ୍ୱରଙ୍କୁ ଆମ୍ଭ ପାଇଁ ପ୍ରାର୍ଥନା କରନ୍ତି। ଆତ୍ମା ଆମ୍ଭ ପାଇଁ ପରମେଶ୍ୱରଙ୍କଠାରେ ନିବେଦନ କରନ୍ତି। ଆତ୍ମା ଯେତେ ଗଭୀର ଭାବନା ସହିତ ପରମେଶ୍ୱରଙ୍କୁ କୁହନ୍ତି ତାହା ଶବ୍ଦରେ ବର୍ଣନା କରା ଯାଇ ପାରିବ ନାହିଁ। 27 ଲୋକମାନଙ୍କର ହୃଦୟରେ କ’ଣ ଅଛି ପରମେଶ୍ୱର ତାହା ଦେଖି ପାରନ୍ତି। ପରମେଶ୍ୱର ଆତ୍ମାର ମନରେ କ’ଣ ଅଛି ତାହା ଜାଣନ୍ତି, କାରଣ ଆତ୍ମା ପରମେଶ୍ୱର ଜେପରି ଇଚ୍ଛା କରନ୍ତି, ସେହିଭଳି ତାଙ୍କ ଲୋକମାନଙ୍କ ପାଇଁ କରନ୍ତି।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center