Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 104:24-34

24 ସଦାପ୍ରଭୁ, ତୁମ୍ଭେ କେତେ ଜିନିଷ ତିଆରି କରିଅଛ।
    ପୃଥିବୀ ତୁମ୍ଭ ସୃଷ୍ଟି ବସ୍ତୁରେ ପରିପୂର୍ଣ୍ଣ ଅଛି।
    ଜ୍ଞାନ ବଳରେ ତୁମ୍ଭେ ସେସବୁ ଜିନିଷ ତିଆରି କରିଅଛ।
25 ମହାସାଗରକୁ ଦେଖ, ଏହା କେତେ ମହାନ!
    ବହୁତ ଛୋଟ ଏବଂ ବଡ଼ ଜୀବ ସେଥିରେ ବାସ କରୁଛନ୍ତି।
    ସେଗୁଡ଼ିକୁ ଗଣନା କରି ହେବ ନାହିଁ।
26 ତହିଁରେ ଜାହାଜ ଯାତାୟାତ କରେ।
    ତହିଁରେ ଖେଳିବା ପାଇଁ
    ତୁମ୍ଭର ସୃଷ୍ଟି ଲିବିୟାଥନ୍ ଥାଏ।

27 ଏ ସମସ୍ତ ପ୍ରାଣୀ ତୁମ୍ଭ ଉପରେ ନିର୍ଭର କରନ୍ତି,
    ଯେପରିକି ଠିକ୍ ସମୟରେ ତୁମ୍ଭେ ସେମାନଙ୍କୁ ଖାଦ୍ୟ ପ୍ରଦାନ କରିବ,
28 ତୁମ୍ଭେ ସେମାନଙ୍କୁ ଖାଦ୍ୟ ଦିଅ, ଯାହା ସେମାନେ ସଂଗ୍ରହ କରନ୍ତି।
    ତୁମ୍ଭେ ତୁମ୍ଭର ହସ୍ତ ଖୋଲି ଦିଅ, ସେମାନେ ପରିତୃପ୍ତ ହେବା ପର୍ଯ୍ୟନ୍ତ ଏଥିରୁ ଭୋଜନ କରିବେ।
29 ଏବଂ ତୁମ୍ଭେ ଯେତେବେଳେ ସେମାନଙ୍କର ବିମୁଖ ହୁଅ ସେମାନେ ଭୟଭୀତ ହୁଅନ୍ତି।
    ଯେତେବେଳେ ତୁମ୍ଭେ ସେମାନଙ୍କର ନିଃଶ୍ୱାସ ପ୍ରଶ୍ୱାସ ନେଇଯାଅ,
ସେମାନେ ଦୁର୍ବଳ ଓ ମୃତ୍ୟୁ ହୋଇ ଯାଆନ୍ତି,
    ପୁଣି ସେମାନଙ୍କ ଶରୀର ଧୂଳିରେ ପରିଣତ ହୁଏ।
30 ହେ ସଦାପ୍ରଭୁ, ତୁମ୍ଭେ ଯେତେବେଳେ ଆପଣା ଆତ୍ମା ପଠାଅ, ସେତେବେଳେ ନୂତନ ସୃଷ୍ଟି ହେବ।
    ଏବଂ ତୁମ୍ଭେ ପୁଣି ସମସ୍ତ ନୂତନ ଜିନିଷ ପୃଥିବୀରେ ସୃଷ୍ଟି କର।

31 ସଦାପ୍ରଭୁଙ୍କର ମହିମା ଅନନ୍ତକାଳ ଥାଉ!
    ସଦାପ୍ରଭୁ ଆପଣା ଦୃଷ୍ଟିରେ ଆନନ୍ଦିତ ହୁଅନ୍ତୁ।
32 ସଦାପ୍ରଭୁ ପୃଥିବୀକୁ ଗ୍ଭହିଁଲେ ପୃଥିବୀ କମ୍ପିତ ହୁଏ।
    ସେ ପର୍ବତକୁ ସ୍ପର୍ଶକଲେ ସେଥିରୁ ଧୂଆଁ ନିର୍ଗତ ହୁଏ।

33 ମୁଁ ଜୀବନସାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି।
    ମୁଁ ବଞ୍ଚିଥିବା ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ପ୍ରଶଂସା ଗାନ କରିବି।
34 ମୁଁ ଆଶାକରେ ମୁଁ ଯାହାସବୁ କହିଲି ତାହା ଆନନ୍ଦ ଦେବ।
    ମୁଁ ସଦାପ୍ରଭୁଙ୍କ ପାଇଁ ଆନନ୍ଦିତ ହେବି।

ଗୀତସଂହିତା 104:35

35 ପାପୀମାନେ ପୃଥିବୀରୁ ଉଭେଇ ଯାଆନ୍ତୁ।
    ସବୁଦିନ ପାଇଁ ଦୁଷ୍ଟ ଲୋକମାନେ ନିଶେଷ ହୁଅନ୍ତୁ।

ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର!
    ସଦାପ୍ରଭୁଙ୍କର ପ୍ରଶଂସା କର।

ଗଣନା ପୁସ୍ତକ 11:24-30

24 ତେବେ ମୋଶା ବାହାରକୁ ଯାଇ ଲୋକମାନଙ୍କୁ କହିଲେ, ଯାହା ସଦାପ୍ରଭୁ କହିଥିଲେ। ପୁଣି ସେ ଲୋକମାନଙ୍କର ପ୍ରାଚୀନବର୍ଗ ମଧ୍ୟରୁ ସତୁରି ଜଣଙ୍କୁ ଏକତ୍ର କରି ତମ୍ବୁର ଚତୁର୍ଦ୍ଦିଗରେ ଛିଡ଼ା କରାଇଲେ। 25 ତା'ପରେ ସଦାପ୍ରଭୁ ମେଘରୁ ଓହ୍ଲାଇ ମୋଶାଙ୍କୁ କହିଲେ, ଆଉ ଯେଉଁ ଆତ୍ମା ତାଙ୍କଠାରେ ଥିଲା, ତହିଁରୁ ନେଇ ସତୁରି ପ୍ରାଚୀନବର୍ଗଙ୍କୁ ଦେଲେ। ଯେତେବେଳେ ସେମାନଙ୍କ ଉପରେ ଆତ୍ମା ଅବସ୍ଥାନ କଲା, ସେମାନେ ଭବିଷ୍ୟଦ୍ କଥା ପ୍ରଗ୍ଭର ଆରମ୍ଭ କଲେ, ଏବଂ ସେମାନେ ଆଉ ବନ୍ଦ କଲେ ନାହିଁ।

26 ମାତ୍ର ଛାଉଣି ମଧ୍ୟରେ ଦୁଇଜଣ ପ୍ରାଚୀନ ଇଲଦଦ୍ ଓ ମେଦଦ୍ ରହିଲେ, ଯଦିଓ ସେମାନେ ତାଲିକାରେ ଥିଲେ, ସେମାନେ ତମ୍ବୁ ବାହାରକୁ ଆସି ନ ଥିଲେ। ସେମାନଙ୍କ ଉପରେ ସେହି ଆତ୍ମା ଅବସ୍ଥାନ କଲା ଓ ସେମାନେ ଛାଉଣି ମଧ୍ୟରେ ରହି ଭବିଷ୍ୟଦ୍ କଥା ପ୍ରଗ୍ଭର ଆରମ୍ଭ କଲେ। 27 ତହୁଁ ଜଣେ ଯୁବକ ଦୌଡ଼ି ଯାଇ ମୋଶାଙ୍କୁ କହିଲା, “ଇଲଦଦ୍ ଓ ମେଦଦ୍ ଛାଉଣି ଭିତରେ ରହି ଭବିଷ୍ୟଦ୍ କଥା ପ୍ରଗ୍ଭର କରୁଅଛନ୍ତି।”

28 ତହିଁରେ ନୂନର ପୁତ୍ର ଯିହୋଶୂୟ ମୋଶାଙ୍କୁ କହିଲେ, “ହେ ମୋହର ମୁନିବ ମୋଶା, ସେମାନଙ୍କୁ ସ୍ଥଗିତ କରନ୍ତୁ।” ଯିହୋଶୂୟ ଯୁବକ ସମୟରୁ ମୋଶାଙ୍କର ଜଣେ ମନୋନୀତ ସହକାରୀ ଥିଲେ।

29 ମୋଶା ଉତ୍ତର ଦେଲେ, “ତୁମ୍ଭେ ମୋ’ ସକାଶୁ କ’ଣ ଈର୍ଷା କରୁଅଛୁ? ସଦାପ୍ରଭୁ ସମସ୍ତ ଲୋକଙ୍କୁ ଭବିଷ୍ୟ‌ଦ୍‌ବାଣୀ କରିବା ପାଇଁ ସେମାନଙ୍କ ଉପରେ ଆପଣା ଆତ୍ମା ଦିଅନ୍ତୁ।” 30 ଏହା ପରେ ମୋଶା ଓ ଇସ୍ରାଏଲ ପ୍ରାଚୀନଗଣ ଛାଉଣିକି ଗମନ କଲେ।

ଯୋହନ ଲିଖିତ ସୁସମାଗ୍ଭର 7:37-39

ଯୀଶୁ ପବିତ୍ରଆତ୍ମାଙ୍କ ବିଷୟରେ କହିଲେ

37 ପର୍ବର ଶେଷ ଦିନ ଆସିଲା। ସେହି ପ୍ରଧାନ ଦିନରେ ଯୀଶୁ ଠିଆ ହୋଇ ଉଚ୍ଚ ସ୍ୱରରେ କହିଲେ, “ଯଦି କୌଣସି ଲୋକ ତୃଷାର୍ତ୍ତ, ତେବେ ସେ ମୋ’ ନିକଟକୁ ଆସି ପାନକରୁ। 38 ଯଦି କୌଣସି ଲୋକ ମୋ'ଠାରେ ବିଶ୍ୱାସ କରେ ତେବେ ତା'ର ହୃଦୟରୁ ଜୀବନ୍ତ ଜଳ ପ୍ରବାହିତ ହେବ। ଏହି କଥା ଧର୍ମ ଶାସ୍ତ୍ରରେ ଲେଖା ଅଛି।” 39 ଯୀଶୁ ପବିତ୍ରଆତ୍ମାଙ୍କ ବିଷୟରେ କହୁଥିଲେ। ଯୀଶୁ ଏପର୍ଯ୍ୟନ୍ତ ମୃତ୍ୟୁ ଭୋଗ କରି ନ ଥିବାରୁ ଓ ସେ ମହିମାପ୍ରାପ୍ତ ହୋଇ ନ ଥିବାରୁ ଲୋକମାନଙ୍କୁ ଏପର୍ଯ୍ୟନ୍ତ ପବିତ୍ରଆତ୍ମା ଦିଆଯାଇ ନ ଥିଲା। କିନ୍ତୁ ପରେ, ଯେଉଁ ଲୋକମାନେ ଯୀଶୁଙ୍କୁ ବିଶ୍ୱାସ କରିବେ, ସେମାନେ ପବିତ୍ରଆତ୍ମା ଲାଭ କରିବେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center