Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 8

ପ୍ରଧାନ ବାଦ୍ୟକର ନିମନ୍ତେ ଯିଏକି ଗୀତ୍ତୀତ୍ ସ୍ୱରରେ ଗାନ କରେ। ଦାଉଦଙ୍କର ଏକ ଗୀତ।

ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ତୁମ୍ଭର ନାମ ଏ ପୃଥିବୀରେ ସବୁଠାରୁ ଆଶ୍ଚର୍ଯ୍ୟଜନକ ଓ ପ୍ରଶଂସାଯୁକ୍ତ।
    ତୁମ୍ଭର ନାମ ସ୍ୱର୍ଗରେ ମଧ୍ୟ ପ୍ରଶଂସା ଯୋଗ୍ୟ ଅଟେ।

ତୁମ୍ଭେ ତୁମ୍ଭର ଶତ୍ରୁମାନଙ୍କର ମୁହଁ ବନ୍ଦ କରିବାକୁ
    ଶିଶୁ ଓ ପିଲାମାନଙ୍କ କଣ୍ଠରେ ଶକ୍ତିଶାଳୀ ଗୀତ ପ୍ରଦାନ କରିଅଛି।

ହେ ସଦାପ୍ରଭୁ, ମୋ’ ଉପରେ ଥିବା ସ୍ୱର୍ଗକୁ ଗ୍ଭହିଁଲେ ତାହା ତୁମ୍ଭ ଅଙ୍ଗୁଳି ଦ୍ୱାରା ନିର୍ମିତ ବୋଲି ଜଣାପଡ଼େ।
    ମୁଁ ସେହି ଆକାଶରେ ତୁମ୍ଭ ସୃଷ୍ଟି ଚନ୍ଦ୍ର ଓ ନକ୍ଷତ୍ରଗଣଙ୍କୁ ଦେଖେ ଓ ଆଶ୍ଚର୍ଯ୍ୟ ହୁଏ।
“କାହିଁକି ତୁମ୍ଭେ ମନୁଷ୍ୟମାନଙ୍କୁ ଏତେ ପ୍ରାଧାନ୍ୟ ଦିଅ?
କାହିଁକି ତୁମ୍ଭେ ସେମାନଙ୍କର କ୍ଷତ ନିଅ?
    କାହିଁକି ତୁମ୍ଭେ ସେମାନଙ୍କୁ ଏତେ ଦୃଷ୍ଟି ଦିଅ?”

କିନ୍ତୁ ଲୋକମାନେ ତୁମ୍ଭ ପାଇଁ ମହତ୍ତ୍ୱପୂର୍ଣ୍ଣ, ପରମେଶ୍ୱର ତୁମ୍ଭେ ଲୋକମାନଙ୍କୁ ସୃଷ୍ଟି କରିଛ
    ଓ ସେମାନଙ୍କୁ ଗୌରବ ଓ କୀର୍ତ୍ତିରେ ମୁକୁଟ ମଣ୍ଡିତ କରିଛ।
ତୁମ୍ଭେ ଆପଣା ହସ୍ତରେ ତିଆରି କରୁଥିବା ସମସ୍ତ ବସ୍ତୁରେ ସେହି ଲୋକମାନଙ୍କୁ ଅଧିଷ୍ଠିତ କରିଛ।
    ତୁମ୍ଭେ ସବୁ ସେହିମାନଙ୍କ ନିୟନ୍ତ୍ରଣରେ ଛାଡ଼ି ଦେଇଛ।
ଗୋରୁଗାଈ ଓ ସମସ୍ତ ବଣୁଆ ପଶୁଗଣ।
ଆକାଶର ଉଡ଼ୁଥିବା ପକ୍ଷୀମାନେ
    ଓ ସମୁଦ୍ରର ମାଛମାନେ ମଧ୍ୟ ଅଛନ୍ତି।
ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ଏହି ପୃଥିବୀରେ ତୁମ୍ଭର ନାମ ସବୁଠାରେ ମହିମାନ୍ୱିତ।

ଆୟୁବ ପୁସ୍ତକ 38:1-11

ପରମେଶ୍ୱର ଆୟୁବଙ୍କୁ କହିଲେ

38 ତା'ପରେ ସଦାପ୍ରଭୁ ଆୟୁବକୁ ଘୂର୍ଣ୍ଣିବାୟୁ ମଧ୍ୟରୁ ଉତ୍ତର ଦେଇ କହିଲେ,

“କିଏ ଏହି ଅଜ୍ଞାନୀ ବ୍ୟକ୍ତି ଯିଏ କି
    ଏଭଳି ନିର୍ବୋଧ କଥା କହୁଛି?
ଆୟୁବ, ଜଣେ ମଣିଷ ପରି ଛିଡ଼ା ହୋଇଯାଅ,
    ଯାହା ଫଳରେ ମୁଁ ତୁମ୍ଭକୁ ପ୍ରଶ୍ନ ପଗ୍ଭରି ପାରିବି ଏବଂ ତୁମ୍ଭେ ମୋତେ ଉତ୍ତର ଦେଇ ପାରିବ।

“ଆୟୁବ, ତୁମ୍ଭେ କେଉଁଠାରେ ଥିଲ, ଯେତେବେଳେ ମୁଁ ଏ ପୃଥିବୀକୁ ସୃଷ୍ଟି କଲି?
    ଯଦି ତୁମ୍ଭେ ଏତେ ବୁଦ୍ଧିମାନ ମୋତେ ଉତ୍ତର ଦିଅ।
ଯଦି ତୁମ୍ଭେ ଜାଣ, କିଏ ସ୍ଥିର କରିଥିଲା ପୃଥିବୀର ଆକାର କେତେ ବଡ଼ ହେବ?
    ଏକ ମାପିବା ରେଖା ଦ୍ୱାରା କିଏ ଏହି ପୃଥିବୀକୁ ମାପଚୁପ କରିଥିଲା?
ପୃଥିବୀ କାହା ଉପରେ ସ୍ଥିର ରହିଛି?
    କିଏ ଏହି ସ୍ଥାନରେ ପ୍ରଥମ ପଥର ରଖିଲା?
ସକାଳର ତାରାଗଣ ଏକତ୍ର ଗୀତ ଗାଇଲେ
    ଏବଂ ଏହା ଯେତେବେଳେ ହେଲା ସ୍ୱର୍ଗଦୂତଗଣ ଆନନ୍ଦରେ ଚିତ୍କାର କଲେ।

“ଆୟୁବ, କିଏ ସମୁଦ୍ରକୁ ବନ୍ଦ କରିବା ପାଇଁ ଫାଟକ ବନ୍ଦ କଲା,
    ଯେତେବେଳେ ଏହା ଗଭୀର ଭାବରେ ପୃଥିବୀରେ ପ୍ରବାହିତ ହେଲା?
ସେତେବେଳେ ମୁଁ ତାକୁ ମେଘଦ୍ୱାରା ଆବୃତ କଲି
    ଓ ଏହାକୁ ନିବିଡ଼ ଅନ୍ଧକାର ମଧ୍ୟରେ ଗୁଡ଼ାଇ ରଖିଲି।
10 ମୁଁ ସମୁଦ୍ର ପାଇଁ ସୀମା ନିରୂପିତ କଲି
    ଏବଂ ତହା ବନ୍ଦ ଥିବା ଫାଟକ ପଛଆଡ଼େ ରଖିଦେଲି।
11 ମୁଁ ସମୁଦ୍ରକୁ କହିଲି, ‘ତୁମ୍ଭେ ଏତିକି ବାଟ ପର୍ଯ୍ୟନ୍ତ ଆସିବ, ତା'ଠାରୁ ଅଧିକା ନୁହେଁ।
    ଏହି ସ୍ଥାନରେ ତୁମ୍ଭେ ଗର୍ବି ଢେଉ ଆସି ବନ୍ଦ ହେବ।’

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 1:8-12

ଅତଏବ ଲୋକମାନଙ୍କୁ ଆମ୍ଭ ପ୍ରଭୁ ଯୀଶୁଙ୍କ ବିଷୟରେ କହିବା ପାଇଁ ଲଜ୍ଜାବୋଧ କର ନାହିଁ। ମୁଁ ପ୍ରଭୁଙ୍କ ପାଇଁ ବନ୍ଦୀ ହୋଇ ରହିଛି ମୋ’ ପାଇଁ ମଧ୍ୟ ଲଜ୍ଜା ବୋଧ କର ନାହିଁ। କିନ୍ତୁ ମୋ’ ସହିତ ସୁସମାଗ୍ଭର ପାଇଁ କଷ୍ଟ ସହ୍ୟ କର। ତାହା କରିବା ପାଇଁ ପରମେଶ୍ୱର ଆମ୍ଭକୁ ଶକ୍ତି ଦିଅନ୍ତି।

ପରମେଶ୍ୱର ଆମ୍ଭକୁ ଉଦ୍ଧାର କରି ନିଜର ପବିତ୍ର ଲୋକ କରିଛନ୍ତି। ଆମ୍ଭମାନଙ୍କର ନିଜ ବଳରେ ତାହା ହୋଇ ନାହିଁ। ବରଂ ପରମେଶ୍ୱର ନିଜେ ଇଚ୍ଛାକରି ଓ ନିଜର ଅନୁଗ୍ରହ ଦ୍ୱାରା ଆମ୍ଭମାନଙ୍କୁ ଉଦ୍ଧାର କରିଛନ୍ତି ଓ ନିଜ ଲୋକ କରିଛନ୍ତି। ସେହି ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ୟମରେ ଆମ୍ଭକୁ ଅନାଦି କାଳରୁ ମିଳିଛି। 10 ସେହି ଅନୁଗ୍ରହ ବର୍ତ୍ତମାନ ସମୟ ପର୍ଯ୍ୟନ୍ତ ଆମ୍ଭକୁ ଦେଖାଯାଉ ନ ଥିଲା। ଆମ୍ଭର ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଆସିବା ପରେ ତାହା ଆମ୍ଭଠାରେ ପ୍ରକାଶିତ ହେଲା। ଖ୍ରୀଷ୍ଟ ଯୀଶୁ ମୃତ୍ୟୁକୁ ନଷ୍ଟ କଲେ ଓ ଆମ୍ଭକୁ ଜୀବନ ପାଇବାର ପଥ ଦେଖାଇଲେ। ସୁସମାଗ୍ଭର ମାଧ୍ୟମରେ ସେ ଆମ୍ଭକୁ ଅନନ୍ତ ଜୀବନ ପାଇବା ପାଇଁ ମାର୍ଗ ଦେଖାଇଲେ।

11 ସେହି ସୁସମାଗ୍ଭର କହିବା ପାଇଁ ମୁଁ ମନୋନୀତ ହେଲି। ମୁଁ ସୁସମାଗ୍ଭର ପାଇଁ ପ୍ରଗ୍ଭରକ, ପ୍ରେରିତ ଓ ଶିକ୍ଷକ ଭାବେ ମନୋନୀତ ହେଲି। 12 ସେହି ସୁସମାଗ୍ଭର କହିଥିବାରୁ ଏବେ ମୁଁ କଷ୍ଟ ପାଉଛି। କିନ୍ତୁ ମୁଁ ଲଜ୍ଜିତ ନୁହେଁ। ମୁଁ ଯାହାଙ୍କୁ ବିଶ୍ୱାସ କରିଛି, ତାହାଙ୍କୁ ମୁଁ ଜାଣେ। ମୋର ପୂର୍ଣ୍ଣ ଆଶା ଅଛି ଯେ, ସେ ସେହି ବିଷୟ ଗୁଡ଼ିକ ସେହି ଦିନ[a] ପର୍ଯ୍ୟନ୍ତ ରକ୍ଷା କରିବେ, ଯେଉଁଗୁଡ଼ିକର ଦାୟିତ୍ୱ ସେ ମୋ’ ଉପରେ ନ୍ୟସ୍ତ କରିଥିଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center